ସାପ୍ତାହିକ ରାଶିଫଳ: ଜାନୁୟାରୀ ୧୧ ତାରିଖ ରୁ ଜାନୁୟାରୀ ୧୭ ତାରିଖ, ଏହି ସପ୍ତାହଟି ଏହି ସବୁ ରାଶି ବ୍ୟକ୍ତିଙ୍କୁ ମିଳିବ କର୍ମରେ ଉନ୍ନତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ଉଚ୍ଚମାନ୍ୟତା ରକ୍ଷା କରି ଆର୍ଥିକ ସ୍ଥିତିକୁ ସୁଦୃଢ କରି ପାରିବେ। କର୍ମସଂଧାନୀ ମାନେ ପ୍ରତିଯୋଗୀତା କ୍ଷେତ୍ରରେ ସଫଳ ହେବେ। ନୂତନ ବସ୍ତୁ କ୍ରୟ କରି ପାରିବେ। ନିଜର କ୍ଷମତା ଓ ଯୋଗ୍ୟତାକୁ ବହୁତ ଉପଯୋଗ କରିବେ। ଧାତୁ ପଦାର୍ଥ କ୍ରୟ ବିକ୍ରୟ କରୁଥିବା ବ୍ୟବସାୟୀମାନେ ଅଧିକ ଲାଭବାନ ହେବେ। ନୂତନ ବ୍ୟବସାୟ ଯୋଜନାର ଶିଳାନ୍ୟାସ କଲେ, ତାହା ଦୀର୍ଘ ସ୍ଥାୟୀହେବ ଓ ବହୁବିଧ ଲାଭ ମିଳିବ। ନ୍ୟାୟଧୀଶ, ପ୍ରଶାସନିକସେବା ଅଧିକାରୀ, ଓକିଲ, ଜେଲର, ଶିକ୍ଷକ, ପ୍ରଶିକ୍ଷକ, ଅଭିନେତା ଓ ଡାକ୍ତର ଇତ୍ୟାଦି ହୋଇଥିଲେ କର୍ମକ୍ଷେତ୍ରରେ ପଦୋନ୍ନତି, ବିଭାଗୀୟ ଅଧିକାରୀଙ୍କ ସାନ୍ନିଧ୍ୟଲାଭ, ଇଚ୍ଛିତସ୍ଥାନରେ ସ୍ଥାନାନ୍ତର ସହଜ ସରଳରେ ହୋଇ ପାରିବ। ରାଜନୀତି କ୍ଷେତ୍ରରେ ଉଚ୍ଚସମ୍ପର୍କରୁ ଲାଭବାନ ହେବେ। ଶିକ୍ଷାର୍ଥୀମାନେ ଉଚ୍ଚଶିକ୍ଷା ପାଇବାର ସୁଯୋଗ ପାଇବେ। ପ୍ରତିକାର- ବେଲକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ସାଂଗଠନିକ କାର୍ଯ୍ୟରେ ଅଂଶ ଗ୍ରହଣ କରି ପ୍ରଶଂସା ପାଇବେ। ଆର୍ଥିକ କ୍ଷେତ୍ରରେ କୌଣସି ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେବେ। ପାରିବାରିକ ଜୀବନ କ୍ଷେତ୍ରରେ ଆନନ୍ଦମୟ ପରିସ୍ଥିତି ସୃଷ୍ଟିହେବ। ଭଲମନ୍ଦ ବିଚାର କରି ଯେ କୌଣସି କାର୍ଯ୍ୟକଲେ ଆୟ ବୃଦ୍ଧି ହେବ। କାର୍ଯ୍ୟକ୍ଷେତ୍ରରେ ନୂତନ ଯୋଜନା ପାଇଁ ସହଯୋଗ ମିଳିବ। ନ୍ୟାୟମାର୍ଗ ଓ ମିଷ୍ଟ ବଚନ କୁ ନିଜର ଭୂଷଣଭାବି କର୍ମ କରିଲେ ଲାଭବାନ ହେବେ। ଘରୋଇ କର୍ମଚାରୀ ମାନେ କର୍ମ କ୍ଷେତ୍ରରେ ସହକର୍ମୀ ମାନଙ୍କର ସହଯୋଗ ପାଇବେ। ଧାତୁ ପଦାର୍ଥ କ୍ରୟ ବିକ୍ରୟ କରୁଥିବା ବ୍ୟବସାୟୀମାନେ ଲାଭବାନ ହେବେ। ରାଜନୀତି କ୍ଷେତ୍ରରେ ସହଯୋଗୀ ବା ଭାଇଭଳି ଚଳୁଥିବା ବ୍ୟକ୍ତିମାନେ ପୂର୍ଣ୍ଣ ସହଯୋଗ କରିବେ। ସରକାରୀ କର୍ମଚାରୀଙ୍କର କାର୍ଯ୍ୟ କ୍ଷେତ୍ରରେ ଶତ୍ରୁମାନେ ମୁଣ୍ଡଟେକିବେ। ମାନସିକ ଅଶାନ୍ତି ଦେଖାଦେଇ ପାରେ। ପ୍ରତିକାର:- ଅଶ୍ୱସ୍ଥବୃକ୍ଷ ମୂଳରେ ଗୁଡପଣା ଢାଳନ୍ତୁ।

ମିଥୁନ:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଶତୃନାଶ, ଋଣନାଶ ଓ ପୁରାତନ ରୋଗପୀଡ଼ାର ଉପଶମ ହେବ। ଆଧ୍ୟାତ୍ମିକ, ଧାର୍ମିକ ଓ ସାମାଜିକ କାର୍ଯ୍ୟ ସଂସ୍ଥାରେ ସାମିଲ ହେବେ। କ୍ରୋଧକୁ ଦମନ କରି ହସଖୁଶିର ବାତାବରଣ ସୃଷ୍ଟି ହେବ। ପାରିବାରିକ ଜୀବନ ସୁଖ ଶାନ୍ତିରେ କଟିବ। ସାମାଜିକକ୍ଷେତ୍ରରେ ନିଜର ପ୍ରତିଷ୍ଠା ପ୍ରତିପତ୍ତି ବୃଦ୍ଧି ପାଇବ। ବ୍ୟବସାୟରେ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତିହେବ। ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତ ହେବେ। କର୍ମ କ୍ଷେତ୍ରରେ ସହଯୋଗୀମାନେ ସହଯୋଗ କରିବେ ଓ ଉଚ୍ଚପଦସ୍ଥ ଅଫିସରମାନେ ସନ୍ତୋଷ ହେବେ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ଉନ୍ନତି ପାଇଁ ପ୍ରୟାସ ରତ ହେବେ। ପଢ଼ାପଢ଼ିରେ ମନଦେବେ ଉଚ୍ଚଶିକ୍ଷା ସମ୍ମିଳନୀରେ ଯୋଗ ଦେବେ। ରାଜନୀତି କ୍ଷେତ୍ରରେ ମାନସମ୍ମାନ ଓ ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ। ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ।

କର୍କଟ:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ବ୍ୟବସାୟକ୍ଷେତ୍ରରେ ଆଶାତୀତ ଲାଭ ପାଇବେ ଓ ନୂତନବ୍ୟବସାୟ ଆରମ୍ଭପାଇଁ ଅତ୍ୟନ୍ତ ଉତ୍ତମ ସମୟ। ଭାଗିଦାରମାନେ ପାଦ ସହିତ ପାଦ ମିଶେଇ ବେପାର ବୃଦ୍ଧି କରିବେ। ଆଶା ଆକାଂକ୍ଷା ଓ ମହତ୍ୱାକାଂକ୍ଷା ପୂର୍ଣ୍ଣହେବ ଓ ଅଧିକ ରୋଜଗାର କରି ଗୃହୋପକରଣ କ୍ରୟ କରି ପାରିବେ। ଘରୋଇ ସଂସ୍ଥାର କାର୍ଯ୍ୟକ୍ଷେତ୍ରରେ ସଫଳତା ପାଇବେ। ଧନଧାନ୍ୟ, ଗୋସଂପଦ, ଭୂମି, ବସ୍ତ୍ରଭୂଷଣ, ବାହାନାଦି ପ୍ରାପ୍ତି ହେବାର ଯୋଗଅଛି। ଜାଗା, ଜମି, ଗୃହ ସମ୍ବନ୍ଧୀୟ ସମସ୍ୟା ସହଜରେ ସମାଧାନ ହେବ। ନେଇଥିବା ଲୋକ କିମ୍ବା ଦେଉନଥିବା ଲୋକ ଏବଂ ସାହାଯ୍ୟ କରିଥିବା ଲୋକଠାରୁ ସମସ୍ତ ଅର୍ଥପ୍ରାପ୍ତି ହୋଇଯିବ। ଉଚ୍ଚଶିକ୍ଷା ସମ୍ମିଳନୀରେ ଯୋଗଦେବେ। ଶିକ୍ଷାକ୍ଷେତ୍ରରେ ପରୀକ୍ଷା, ପରିଣାମ ଅନୁକୂଳ ହେବ ଓ ପ୍ରତିଯୋଗିତାରେ ଉତ୍ତୀର୍ଣ୍ଣହେବେ। ପ୍ରତିକାର- କେଶର ହଳଦୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ।

ସିଂହ:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ସ୍ୱାସ୍ଥ୍ୟରେ ଉନ୍ନତି ଦେଖାଦେବ। ସନ୍ତାନ ପକ୍ଷର ଚିନ୍ତା ଦୂର ହେଇଯିବ। ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି, ସମ୍ମାନ ବୃଦ୍ଧି, କର୍ମକ୍ଷେତ୍ରରେ ପ୍ରଶଂସା ପାଇବା ଫଳରେ ଦେହମନ ଭଲ ରହିବ। ସରକାରୀ କର୍ମଚାରୀମାନଙ୍କର କର୍ମ କ୍ଷେତ୍ରରେ ପଦୋନ୍ନତି ପାଇ ପାରନ୍ତି। ବାସସ୍ଥାନ ବା ଯାନବାହାନ ପାଇଁ ଖର୍ଚାନ୍ତ ହୋଇ ପାରନ୍ତି। ପରିବାରର କେତେକ ସମସ୍ୟା ସମାଧାନ ହୋଇ ବନ୍ଧୁଙ୍କ ସହଯୋଗ ପାଇ ସୁଖପ୍ରାପ୍ତି ହେବ। ଉତ୍ସାହ ଉଲ୍ଲାସରେ ସମୟ ଅତିବାହିତ କରିବେ। ପୁଞ୍ଜି ଲଗାଣ, ଉଦ୍ୟୋଗ, ଧନ ଆଦାନ ପ୍ରଦାନରେ ଲାଭବାନ୍ ହେବେ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ଉନ୍ନତି ପାଇଁ ପ୍ରୟାସ ରତ ହେବେ। ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ। ବିଦେଶ ଯାତ୍ରାରେ ସଫଳ ହେବେ। ପୂର୍ବ ଶତ୍ରୁମାନେ ପଛଘୁଞ୍ଚା ଦେବେ। ଶତୃ, ରୋଗ, ଋଣରୁ ମୁକ୍ତି ହେବେ। ପ୍ରତିକାର:- କିଛିମିଠା ପିଲାମାନଙ୍କୁ ବାଣ୍ଟନ୍ତୁ।

କନ୍ୟା:- ଏସପ୍ତାହରେ ମହିଳା ଓ ପୁରୁଷ ମାନେ ବିରାଟ ଯୋଜନାର ସଂକଳ୍ପ ନେବେ। ଜାଗା, ଜମି, ଗୃହ ବାହନ ଆଦି ପାଇଁ ଚୂକ୍ତିହେବ। ଆକସ୍ମିକ ଧନ ଲାଭ ହେବ। କର୍ମକ୍ଷେତ୍ରରେ ପଦୋନ୍ନତି ସହ ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ବୃଦ୍ଧି ହେବ। ବ୍ୟବସାୟରେ ଉତ୍ତମ ରୋଜଗାର ହେବା ସହ ବେଶ୍ ଦୁଇ ପଇସା ଲାଭ ହେବ। ନୂତନ ଆୟର ପନ୍ଥା ଖୋଲିଯିବ। ଅବିବାହିତ ଯୁବକ-ଯୁବତୀମାନଙ୍କର ବିଭିନ୍ନ ସ୍ଥାନରୁ ପ୍ରସ୍ତାବ ମାନ ଆସିବ। ଯେ କୌଣସି କାମରେ ହାତ ଦେଲେ, ସେଥିରେ ସଫଳତା ପାଇବେ। ବାଦବିବାଦ ପରୀକ୍ଷା, ପ୍ରତିଯୋଗିତା, କ୍ରିଡା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ପାରିବାରିକ କ୍ଷେତ୍ରରେ ଶାନ୍ତି ପାଇବେ। ରାଜନୀତିରେ ଉଚ୍ଚପ୍ରଶଂସିତ ହେବେ। ଶାରିରୀକ ସୁସ୍ଥତା ଦେଖା ଦେବ। ଛାତ୍ର-ଛାତ୍ରୀମାନେ ଉଚ୍ଚ ଶିକ୍ଷାରେ ସମ୍ମାନିତ ହେବେ। ବନ୍ଧୁ ମିତ୍ରମାନେ ସାହାଯ୍ୟ କରିବେ। ନୂତନ କାର୍ଯ୍ୟ ପାଇଁ ଆଶାୟୀ ହେବେ। ପ୍ରତିକାର:- ଅସହାୟା ମାନଙ୍କୁ ସାହାଯ୍ୟ କରନ୍ତୁ।

ତୁଳା:- ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ପ୍ରତିଷ୍ଠା, ପ୍ରତିପତ୍ତି ମାନସମ୍ମାନ ଓ କ୍ଷାତି ବଢିବ। ବନ୍ଧୁ ମିତ୍ର ନିକଟ ସମ୍ପର୍କୀୟ ବ୍ୟକ୍ତି ଆର୍ଥିକ ସାହାଯ୍ୟ କରିବେ। ନୂଆ ଜ୍ଞାନର ବୃଦ୍ଧି ହେବ। ଶୁଭ ସମାଚାର ମିଳିପାରେ। ପ୍ରେମୀକ ପ୍ରେମିକାଙ୍କ ମିଳନ ହେବ। କୌଣସି ନୂତନ ଯୋଜନାର କ୍ରିୟାନ୍ୱିତ କରିବେ। ପରିବାରରେ ଅପ୍ରୀତିକର ପରିସ୍ଥିତି ଦେଖାଦେଲେ ମଧ୍ୟ ସମସ୍ୟାକୁ ସୁଧାରିବା ପାଇଁ ଚେଷ୍ଟା କରି କୌଶଳକ୍ରମେ ସମାଧାନ କରିବେ। ଆର୍ଥିକ ଉନ୍ନତି ଫଳରେ ଚିନ୍ତା କରିଥିବା କାର୍ଯ୍ୟ ପୂରଣ କରିବା ପାଇଁ ବିଭିନ୍ନ ଦିଗରୁ ସାହାଯ୍ୟ ସହଯୋଗ ମିଳିବ। ସମସ୍ତ କର୍ମ ସହଜ ସରଳରେ ହିଁ ସମ୍ପନ୍ନ ହେବ। ସହକର୍ମୀମାନଙ୍କ ସହ ବାଦବିବାଦର ଅବସାନ ଘଟିବ। ଲକ୍ଷ୍ୟ ପୂରଣ ହେବାରେ କୌଣସି ଅସୁବିଧା ହେବ ନାହିଁ। ଆଧ୍ୟାତ୍ମିକ ଭାବଧାରରେ ଉଦବୁଦ୍ଧ ହୋଇ ସତସଙ୍ଗ ଓ ଧର୍ମଚର୍ଚ୍ଚା ଦିଗକୁ ମନ ବଳେଇବେ। ବରିଷ୍ଠ କର୍ମୀଙ୍କ ପ୍ରିୟ ପାତ୍ର ହେବେ। ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ବିଚ୍ଛା:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ମନସନ୍ତୁଷ୍ଟ ରହିବ। ବନ୍ଧୁମାନଙ୍କ ସହ ସୁସମ୍ପର୍କ ସ୍ଥାପନ ହେବ। ନୂଆ ବେପାରୀଙ୍କ ସହ ସମ୍ପର୍କ ଯୋଗୁ ନୂତନ ବ୍ୟବସାୟର ଯୋଜନା କରିବେ। କର୍ମକ୍ଷେତ୍ରରେ ଶତୃମାନେ ଦୂରେଇ ଯିବା ଫଳରେ ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ ଓ ମାନସିକ ଶାନ୍ତି ପାଇବେ। ପ୍ରଶାସନ, ପ୍ରକାଶନ, ଅଧ୍ୟୟନ ଓ ଅଧ୍ୟାପନା, ସାହିତ୍ୟ ଚର୍ଚ୍ଚା କ୍ଷେତ୍ରରୁ ଶୁଭଫଳ ମିଳିବ। ପୁଅ ଝିଅଙ୍କ କର୍ମସ୍ଥିର ହେବା ଫଳରେ ଖୁସି ହେବେ। ପିଲାମାନେ ପରୀକ୍ଷାରେ ସଫଳତା ପ୍ରାପ୍ତ ହେବେ। ପ୍ରେମ ସମ୍ବନ୍ଧ ଓ ଦାମ୍ପତ୍ୟ ଜୀବନରେ ମଧୂରତା ସୃଷ୍ଟି ହେବ। ଆତ୍ମୀୟ ଲୋକଙ୍କ ସହ ଯୋଗରେ କେତେକ ସମସ୍ୟାର ସମାଧାନ ହେବ। ଧାର୍ମିକ କାର୍ଯ୍ୟରେ ରୁଚି ବଢିବା ସହିତ ସମୟ ମଧ୍ୟ ଆନନ୍ଦମୟ ହେବ। ନୂଆ ଚାକିରୀ ମଧ୍ୟ ମିଳିପାରେ। ମିଛଆଶା ଉପରେ ନିର୍ଭର ନକରି ନିଜକୁ ନିୟନ୍ତ୍ରଣ କରିପାରିବେ। ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ।

ଧନୁ:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଆର୍ଥିକ ସ୍ଥିତି ସୁଦୃଢ଼ ହେବା ଫଳରେ ଋଣ ପରିଶୋଧ କରିବାର ସୁଯୋଗ ପାଇବେ। ସ୍ୱାସ୍ଥ୍ୟ ଠିକ୍ ରହିବ। କର୍ମକ୍ଷେତ୍ରରେ ପରସ୍ପରକୁ ସାହାଯ୍ୟ ସହଯୋଗ କରି ଗଠନମୂଳକ ଦିଗପ୍ରତି ଆଗ୍ରହ ଓ ଉତ୍ତମ ଯୋଜନାବଦ୍ଧ ହେବାର ସମ୍ଭାବନା ଅଛି। ପରିବାରରେ ସୁଖ ଶାନ୍ତିର ବାତାବରଣ ରହିବ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ। ପ୍ରତିଯୋଗୀତା ପରୀକ୍ଷାରେ ଯଶରସହ ଉତ୍ତୀର୍ଣ୍ଣ ହୋଇ ପ୍ରଶଂସିତ ହେବେ ଓ ଉଚ୍ଚ ଶିକ୍ଷାପାଇଁ ସୁଯୋଗ ପାଇବେ। ରାଜନୀତି କ୍ଷେତ୍ରରେ ପ୍ରତିଷ୍ଠା ପ୍ରତିପତ୍ତି ବୃଦ୍ଧି ପାଇବ। ଶତୃ, ରୋଗ, ଋଣରୁ ମୁକ୍ତି ହେବା ସହ ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ବୃଦ୍ଧି ହେବ। ପ୍ରତେକ କ୍ଷେତ୍ରରେ ମାନସିକସ୍ଥିତି ସୁଦୃଢ ରହିବ। ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ। ନିର୍ମାଣ, ଯୋଗାଯୋଗ, ସଭାସମିତି ପାଇଁ ଅଧିକ ସମୟ ଦେବାକୁ ପଡିବ। ଅଧୁରା କାର୍ଯ୍ୟ ପୂରଣ ହେବ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ମକର:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ସ୍ୱାସ୍ଥ୍ୟରେ ପରିବର୍ତ୍ତନ ହେତୁ ମନ ଓ ଚିତ୍ତ ପ୍ରସନ୍ନ ରହିବ। କର୍ମ କ୍ଷେତ୍ରରେ ଶ୍ରମ ସାର୍ଥକ ହୋଇ ରାଜକୀୟ ସମ୍ମାନ ମିଳିବ। ଲୋକମାନେ ଆପଣଙ୍କ ବାଣୀ ଓ ଯୋଗ୍ୟତାରେ ପ୍ରଭାବିତ ହେବେ। ଯଶ, ମାନସମ୍ମାନ ପ୍ରତିଷ୍ଠା ମିଳିବ। କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ। ନିବେଶ କରିଲେ ଲକ୍ଷ୍ମୀଙ୍କ କୃପା ଫଳରେ ଧନ ପ୍ରାପ୍ତ ହେବ। କାରବାର ଓ କାର୍ଯ୍ୟ ସ୍ଥିତିରେ ସୁଧାର ଆସିବାରୁ ମନ ବହୁତ ଖୁସି ରହିବ। ବ୍ୟବସାୟ କ୍ଷେତ୍ରରେ ମନ ଲାଗିବା ଦ୍ଵାରା ପ୍ରଚାର ପ୍ରସାର ପାଇଁ ଯୋଜନା କରିବେ। ନୂତନ କର୍ମ ନିଯୁକ୍ତି ପାଇବେ। ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ। ପ୍ରେମିକ ପ୍ରେମିକାମାନେ ନୂତନ ସ୍ଥାନକୁ ବୁଲିଯିବାର ସୁଯୋଗ ପାଇବେ। ପାରିବାରିକ ସମସ୍ୟା ଦୂରହୋଇ ଉଚ୍ଚ ଆଶାରେ ଆଗେଇବେ। ବିଦ୍ୟା କ୍ଷେତ୍ରରେ ଉତ୍ସାହ ଉଦ୍ଦିପନା ବୃଦ୍ଧିହୋଇ ବୀଜୟ ପ୍ରାପ୍ତ ହେବ। ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ।

କୁମ୍ଭ:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ କର୍ମକ୍ଷେତ୍ରରେ ସୁନାମ ଅର୍ଜନ କରିବେ। କିନ୍ତୁ କର୍ମକ୍ଷେତ୍ରରେ ଦାୟିତ୍ଵ ବଢିବା ଯୋଗେ ଅନ୍ୟମନସ୍କ ରହିବେ। ଘରୋଇ କର୍ମଚାରୀମାନଙ୍କର କର୍ମକ୍ଷେତ୍ରରେ ପଦୋନ୍ନତି ପାଇ ସଫଳତା ଲାଭ କରିବେ। ଶାରିରୀକ ସୁସ୍ଥତା ଦେଖା ଦେବ। ପାରିବାରରେ କୌଣସି ଜଟିଳ ସମସ୍ୟାର ସମାଧାନ ହୋଇ ଶାନ୍ତି ଦେଖା ଦେବ। ଛାତ୍ରଛାତ୍ରୀମାନେ ଉଚ୍ଚ ଶିକ୍ଷାରେ ସଫଳତା ଲାଭ କରିବେ। ନୂତନ ନିଯୁକ୍ତି କ୍ଷେତ୍ରରେ ସଫଳତା ଦେଖାଦେବ। ଯେ କୌଣସି କାମରେ ହାତ ଦେଲେ, ସଫଳତା ପାଇବେ। ବନ୍ଧୁ ବାନ୍ଧବଙ୍କଦ୍ଵାରା ସମସ୍ୟାର ସମାଧାନ ହୋଇ ସାମାଜିକ ପ୍ରତିଷ୍ଠା ମାନ ସମ୍ମାନ ବୃଦ୍ଧି ହେବ। ୧୪-୧୫ ତାରିଖରେ ହାତକୁ ନେଇଥିବା କାର୍ଯ୍ୟଟି ପାଇଁ କଠିନ ପରିଶ୍ରମ କରିବାକୁ ପଡିବ। ତରବାରିଆ ହିସାବରେ କୌଣସି କାର୍ଯ୍ୟ ନକରି ସବୁଆଡକୁ ନଜର ଦେଇ କର୍ମ କରିବା ଉଚିତ୍। ପ୍ରତିକାର- ହନୁମାନ ମନ୍ଦିରରେ ବୁନ୍ଦିଲଡୁ ଭୋଗ କରି ବାଣ୍ଟନ୍ତୁ।

ମୀନ:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ନିଜର ବୁଦ୍ଧି, ବିବେକ ଖଟାଇ ସମସ୍ତ ସମସ୍ୟାର ସମାଧାନ କରି ପାରିବେ। କର୍ମକ୍ଷେତ୍ରରେ ବ୍ୟସ୍ତତା ଅନୁଭବ କରିବେ। କର୍ମକ୍ଷେତ୍ରରେ ପରିସ୍ଥିତି ଯେତେ ଜଟିଳ ହେଲେ ମଧ୍ୟ କୌଣସି ଅସୁବିଧା ହେବ ନାହିଁ ଓ ଶୁଭ ସୂଚନା ମଧ୍ୟ ପାଇବେ। ପ୍ରତେକ କ୍ଷେତ୍ରରେ ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ। ବ୍ୟବସାୟରେ ଉନ୍ନତି ସହିତ ବାସସ୍ଥାନ ଓ ଯାନବାହାନର ନବୀକରଣ ଇତ୍ୟାଦି ନାନାବିଧ ସୁଯୋଗ ଓ ଶୁଭଫଳ ପ୍ରାପ୍ତି ହେବ। ବୃତ୍ତିଗତ କର୍ମକୁ ଅଧିକ ଗୁରୁତ୍ଵ ଦେଇ ଚାକିରୀ କ୍ଷେତ୍ରରେ ଉନ୍ନତି କରି ପାରିବେ। ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି ଓ ସମ୍ମାନ ବୃଦ୍ଧି ହେବ। ଉତ୍ତମ ରୋଜଗାର ମିଳିବ। ନୂତନ କର୍ମ ନିଯୁକ୍ତି ପାଇବେ। ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ ଓ ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ। ପ୍ରେମିକ ପ୍ରେମିକାମାନେ ମନୋରଞ୍ଜନ କାର୍ଯ୍ୟ କ୍ରମରେ ଯୋଗଦେଇ ପାରନ୍ତି। ପ୍ରତିକାର:- ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!