ଦୈନିକ ରାଶିଫଳ: 11 ଜାନୁୟାରୀ ୨୦୨୧, ମହାଦେବଙ୍କ କୃପାରୁ ଆଜି ଏହି ସବୁ ରାଶିଙ୍କୁ ମିଳିବ ଆକସ୍ମିକ ଧନଲାଭ

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୧ ମସିହା, ଜାନୁୟାରୀ ମାସ ୧୧ତାରିଖ, ସୋମବାର, ଧନୁମାସ ୨୮ଦିନ, ପୌଷମାସ, କୃଷ୍ଣପକ୍ଷ, ତ୍ରୟୋଦଶୀତିଥି, ଜ୍ୟେଷ୍ଠାନକ୍ଷତ୍ର, ବିଛାରାଶିରେ ଚନ୍ଦ୍ର, ସକାଳ ୯ଟା ୯ମିନିଟ୍ ଗତେ ମୂଳା ନକ୍ଷତ୍ର, ଧନୁ ରାଶିରେ ଚନ୍ଦ୍ର । ମିଥୁନ ରାଶିର ଘାତବାର । ସକାଳ ୯ଟା ୯ମିନିଟ୍ ଗତେ ତୁଳା, କୁମ୍ଭ ରାଶିର ଘାତଚନ୍ଦ୍ର । ବାଇଗଣ ନ ଖାଇଲେ ଭଲ, ଦିବା ୨ଟା ୩୨ମିନିଟ୍ ପରେ ବିରି ଜାତୀୟ ଦ୍ରବ୍ୟ ନ ଖାଇଲେ ଭଲ । ଶୁଭସମୟ- ପ୍ରାତଃ ୬ଟା ୨୮ମିନିଟ୍ ରୁ ୭ଟା ୪୮ମିନିଟ୍, ଦିବା ୯ଟା ୨୩ମିନିଟ୍ ରୁ ୧୧ଟା ୩୧ମିନିଟ୍, ରାତ୍ର ୭ଟା ୫୯ମିନିଟ୍ ରୁ ୧୦ଟା ୧୫ମିନିଟ୍ । ପର୍ବଦିନ- ଶିବ ଚତୁର୍ଦ୍ଦଶୀ ଓ ବେଢା ପରିକ୍ରମା, ଲାଲ୍ ବାହାଦୁର ଶାସ୍ତ୍ରୀଙ୍କ ତିରୋଧାନ ଦିବସ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-

ଶାନ୍ତଶିଷ୍ଟ, ସାଧୁ, ସତ୍ୟବାଦୀ, ଶାସ୍ତ୍ରପୁରାଣପ୍ରିୟ, ଧର୍ମାତ୍ମା, ଗୁରୁବ୍ରାହ୍ମଣଙ୍କ ସହ ସମ୍ପର୍କ ସ୍ଥାପନହେବ । ଉଚ୍ଚଶିକ୍ଷା ପାଇଁ ବିଦେଶଯାତ୍ରାର ସୁଯୋଗ ପାଇବେ । ସାଂଗଠନିକ କାର୍ଯ୍ୟରେ ଅଂଶ ଗ୍ରହଣ କରି ପ୍ରଶଂସା ପାଇବେ । ରାଜନୀତି କ୍ଷେତ୍ରରେ ସହ ଯୋଗୀ ବା ଭାଇଭଳି ଚଳୁଥିବା ବ୍ୟକ୍ତିମାନେ ପୂର୍ଣ୍ଣ ସହଯୋଗ କରିବେ । ଦାମ୍ପତ୍ୟ ସୁଖ ଓ ପାରିବାରିକ ଜୀବନ କ୍ଷେତ୍ରରେ ଆନନ୍ଦ ମୟ ପରିସ୍ଥିତି ସୃଷ୍ଟିହେବ । କାର୍ଯ୍ୟକ୍ଷେତ୍ରରେ ନୂତନ ଯୋଜନାପାଇଁ ସହଯୋଗ ମିଳିବ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ବୃଷ:-

ଶାରୀରିକ ଅସୁସ୍ଥତାରୁ ଉପଶମ ପାଇବେ । ଧାର୍ମିକ କାର୍ଯ୍ୟରେ ଯୋଗ ଦେଇ ଶାନ୍ତି ଅନୁଭବ କରିବେ । ଅଧ୍ୟୟନ ପାଇଁ ତତ୍ପର ହେବେ । ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ସଫଳ ହେବେ । ଦାମ୍ପତ୍ୟସୁଖ କର୍ମମୁଖରତା ଯୋଗେ ନଷ୍ଟ ହେବ । ନୁତନ କାର୍ଯ୍ୟ ଆରମ୍ଭ କରିବା ପୂର୍ବରୁ ହାତେମାପି ଚାଖଣ୍ଡେ ଚାଲିବା ଉଚ୍ଚିତ୍ । ଆୟକୁ ଚାହିଁ ବ୍ୟୟର ଅଟକଳ ନ କଲେ ଲୋକହସା ହେବେ । ବ୍ୟବସାୟରେ ଭାଗିଦାରୀଙ୍କ ପାଇଁ କ୍ଷତିରୁ ବଞ୍ଚିଯିବେ । ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ ।

ମିଥୁନ:-

ପଢ଼ାପଢ଼ିରେ ମନଦେଇ ପ୍ରଶଂସିତ ହେବେ । ରାଜନୀତିକ୍ଷେତ୍ରରେ କୂଟନୀତିର ପ୍ରୟୋଗ କରି ନୂତନ ଯୋଜନା ପ୍ରସ୍ତୁତ କରିବେ । ଆର୍ଥିକ ପରିସ୍ଥିତିରେ ଉନ୍ନତି ହେବ । ବ୍ୟବସାୟ କ୍ଷେତ୍ର ପ୍ରସାରିତ ହେବାଫଳରେ ଆଶାତୀତ ଲାଭପାଇବେ । କର୍ମଚାରୀ ମାନଙ୍କର ପଦୋନ୍ନତି ସହ ସ୍ଥାନାନ୍ତର ଯୋଗ ଅଛି । ଉପରିସ୍ଥ ଅଧିକାରୀଙ୍କ ଠାରୁ ସହଯୋଗ ପାଇ ଅତ୍ୟଧିକ ପରିଶ୍ରମ କରିବେ । ସନ୍ତାନମାନଙ୍କ ପାଇଁ ଅଧିକାଂଶ ସମୟ ଚିନ୍ତିତ ରହିବେ । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।

କର୍କଟ:-

ସରକାରୀ କ୍ଷେତ୍ରରେ ସଫଳତା ମିଳିବ । ନୂତନ ଦ୍ରବ୍ୟ କ୍ରୟ କରିବେ । କମିଶନ କାର୍ଯ୍ୟରେ ଲାଭ ହେବାର ସମ୍ଭାବନା ଅଛି । ସମସ୍ତ ଫଇସଲା ଓ ନିର୍ଣ୍ଣୟ ବୁଦ୍ଧିମତାରେ ପରିପୂର୍ଣ୍ଣ ହେବ । ବହୁତ ଦିନରୁ ଚିନ୍ତା କରୁଥିବା କାମ ଅଳ୍ପ ପ୍ରୟାସରେ ପୂର୍ଣ୍ଣ ହୋଇଯିବ । ଶତୃମାନେ ଦୂରେଇ ଯିବେ । ଜୀବନରେ ନୂଆଲକ୍ଷ ପୂରଣ କରିବା ପାଇଁ ସାହାଯ୍ୟ ସହଯୋଗ ମିଳିବ । ନିଜର ଇଛା ପୂରଣ ପାଇଁ କୌଣସି କର୍ମକରି ପ୍ରଶଂସା ପାଇବେ । ଦୁରଯାତ୍ରା, ନୂତନ ବ୍ୟବସାୟ ଆରମ୍ଭ କରି ପାରନ୍ତି । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ସିଂହ:-

ଶିକ୍ଷାକ୍ଷେତ୍ରରେ ଚଳଚଞ୍ଚଳ ହୋଇ ଲକ୍ଷ୍ୟସ୍ଥଳରେ ପହଁଞ୍ଚିବାକୁ ଚେଷ୍ଟା କରିବେ । କେତେକକ୍ଷେତ୍ରରେ ଭଲ କାମକରି ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ଅକ୍ଷୂର୍ଣ୍ଣରହିବ । ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧିପାଇବ । ପ୍ରତିଯୋଗୀ ପରୀକ୍ଷା, ବିଭାଗୀୟ ପରୀକ୍ଷା ରେ ଉତ୍ତୀର୍ଣ୍ଣ ହେବେ । କର୍ମକ୍ଷେତ୍ରରେ ଅଚାନକ ସ୍ଥାନାନ୍ତରଣ ଯୋଗଆସିବ । ରାଜନୀତିକ୍ଷେତ୍ରରେ ନିଜର ପ୍ରତିଷ୍ଠା ଫଳରେ ଜନ ସାଧାରଣଙ୍କ ମନ କିଣିପାରିବେ । ଶତୃମାନେ ବିପଦରେ ପକେଇବାକୁ ଚେଷ୍ଟା କରି ବିଫଳ ହେବେ । ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ ।

କନ୍ୟା:-

କାର୍ଯ୍ୟକ୍ଷେତ୍ରରେ ସଫଳତା ଲାଭ କରିବା ସହ ପଦୋନ୍ନତି ପାଇବେ । ରାଜନୀତି କ୍ଷେତ୍ରରେ ଶତୃବାଧା ଦୂରେଇ ଯାଇ ସାମାଜିକ ପ୍ରତିଷ୍ଠା ମାନସମ୍ମାନ ବୃଦ୍ଧି ହେବ । ବ୍ୟବସାୟରେ ଉତ୍ତମ ରୋଜଗାର ହେବା ସହ ନୂତନ ଆୟର ପନ୍ଥା ଖୋଲି ଯିବ । ଦାମ୍ପତ୍ୟସୁଖ ବୃଦ୍ଧି ହେବା ସହ ପୂର୍ବ କଳହର ସମାଧାନ ହେବ । ଶିକ୍ଷାକ୍ଷେତ୍ରରେ ସଫଳତା ଲାଭ କରିବେ । ବନ୍ଧୁମିତ୍ର ମାନଙ୍କ ଠାରୁ ପୂର୍ଣ୍ଣ ସହଯୋଗ ପାଇ ଆର୍ଥିକ ସ୍ଥିତି ଭଲ ରହିବ । ପ୍ରତିକାର- ପକ୍ଷୀଙ୍କୁ କିଛିଦାନା ଖାଇବାକୁ ଦିଅନ୍ତୁ ।

ତୁଳା:-

ସାମାଜିକ କ୍ଷେତ୍ରରେ ନୂତନ ଗୁରୁଦାୟିତ୍ୱ ଗ୍ରହଣ କରିବେ । ନିଷ୍ଠାର ସହ ପରିଶ୍ରମ ଫଳରେ କର୍ମକ୍ଷେତ୍ରରେ ସମ୍ପୂର୍ଣ୍ଣ ଲାଭ ପାଇବେ । ବ୍ୟବସାୟିକ ଗତିବିଧି ଉତ୍ତମ ଭାବରେ ଚାଲିବା ଯୋଗେ ଲାଭବାନ୍ ହେବେ । ବାଦବିବାଦ ପରୀକ୍ଷା ପ୍ରତିଯୋଗିତାରେ ଦୁଇଗୁଣ ଉତ୍ସାହ ସହ ଆଗେଇ ଯିବେ । ମାନସମ୍ମାନ ବୃଦ୍ଧି, ବିଦ୍ୟାରେ ଉନ୍ନତି, ଉଚ୍ଚ ଶିକ୍ଷାର ସୁଯୋଗ ପାଇବେ । ନୂତନକାର୍ଯ୍ୟ ଆରମ୍ଭକଲେ କ୍ଷତିରେ ପଡ଼ିବେ । ମାନସିକ ଦୁଶ୍ଚିନ୍ତା ହଠାତ୍ ବଢ଼ିଯିବ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ବିଚ୍ଛା:-

ସ୍ୱାସ୍ଥ୍ୟଗତ ସମସ୍ୟା ଦୂର ହେବ । ନୂତନ ବନ୍ଧୁଙ୍କ ସାହାଯ୍ୟରେ ନୂତନ ଯୋଜନା ପ୍ରସ୍ତୁତ କରି ଲାଭବାନ୍ ହେବେ । ବ୍ୟବସାୟ ରେ ଆୟବୃଦ୍ଧି ହୋଇ ଧନ ଆଗମନର ନୂତନସ୍ରୋତ ଖୋଲିଯିବ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ଅଟକିଥିବା କାର୍ଯ୍ୟ ପୁନରାୟ ଚାଲୁ କରିବେ । ବାଦବିବାଦ, ପରୀକ୍ଷା, ପ୍ରତିଯୋଗିତା, ମାଲିମକଦ୍ଦମା, ଜାମିନି ମଧ୍ୟସ୍ଥତା କ୍ଷେତ୍ରରେ ପ୍ରଶଂସା ପାଇବେ । ପରିବାରର କୌଣସି ସଦସ୍ୟଙ୍କର ସ୍ୱାସ୍ଥ୍ୟ ନେଇ ଚିନ୍ତିତ ରହି ପାରନ୍ତି । ପ୍ରତିକାର:- ଷଣ୍ଢକୁ କିଛି ଖୁଆନ୍ତୁ ।

ଧନୁ:-

ସବୁଦିଗରୁ ଶୁଭ ସମାଚାର ପାଇ ଖୁସି ହେବେ । ନୂତନକର୍ମ ନିଯୁକ୍ତି ପାଇବେ । ବ୍ୟବସାୟରେ ଆୟ ବୃଦ୍ଧି ପାଇବା ଫଳରେ ମାନସିକ ଶାନ୍ତି ଓ ଶରୀର ଭଲ ରହିବ । ଲଟେରୀ ଓ ସେୟାର୍ ମାର୍କେଟରେ ଅର୍ଥ ପ୍ରାପ୍ତି ହେବ । ଦୂର ଯାତ୍ରାକରି ଉଦ୍ୟେଶ୍ୟକୁ ପୂର୍ଣ୍ଣ କରି ପାରିବେ । ପରିଜନଙ୍କ ସମ୍ବନ୍ଧିତ ଶୁଭ ସମାଚାର ପାଇବେ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ଅଟକିଥିବା କାର୍ଯ୍ୟ କୌଣସି ଏକ ପ୍ରଭାବଶାଳୀ ବ୍ୟକ୍ତିଙ୍କ ସାହାଯ୍ୟରେ ପୂରଣ ହେବ । ପ୍ରତିକାର- ଦହି ମିଠା ଖାଇ କରି ଘରୁ ବାହାରନ୍ତୁ ।

ମକର:-

ସମସ୍ତ କାର୍ଯ୍ୟ ମନଇଛା ଅନୁସାରେ ସମ୍ପନ୍ନ ହେବ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମକଦ୍ଦମାରେ ଜୟଯୁକ୍ତ ହେବେ । ଦେଇଥିବା ଧନ ଫେରି ପାଇବା ଫଳରେ ଆର୍ଥିକ ସ୍ଥିତି ସୁଦୃଢ଼ ହେବ । ମାନସିକ ଦୁଶ୍ଚିନ୍ତା, ଋଣଭାର, ଶତ୍ରୁବାଧା ଦୂରେଇ ଯିବ । ବିଦ୍ୟାର୍ଥିମାନେ ଉଚ୍ଚଶିକ୍ଷା ପାଇଁ ଚେଷ୍ଟିତ ହେବେ । କର୍ମଚାରୀ ମାନଙ୍କୁ ଭରସାକଲେ ବ୍ୟବସାୟରେ ପ୍ରବଳ ଧନଲାଭ ହୋଇ ଆର୍ଥିକ ସ୍ଥିତି ମଜବୁତ୍ ହେବ । ପିଲାମାନଙ୍କ କାର୍ଯ୍ୟରେ ଉନ୍ନତି ହେବ । ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ ।

କୁମ୍ଭ:-

କୌଣସି କାର୍ଯ୍ୟକ୍ରମରେ ସମ୍ମାନିତ ହେବେ । ଜନସମ୍ପର୍କ ବୃଦ୍ଧିପାଇବା ଫଳରେ କର୍ମକ୍ଷେତ୍ରରେ ଉତ୍ସାହିତ ହେବେ । ନୂଆ ନୂଆ ଲୋକଙ୍କ ସହ ସମ୍ପର୍କ ଓ ସାକ୍ଷାତରେ ଉନ୍ନତି ହେବ । ପାରିବାରିକ କ୍ଷେତ୍ରରେ ସ୍ନେହସଦ୍ଭାବ ବୃଦ୍ଧି ପାଇବ । କୃଷିଦ୍ରବ୍ୟ ବାଣିଜ୍ୟରେ ଆୟ ଆଶାତୀତ ହେବ । ବିଦ୍ୟାର୍ଥିମାନେ ପରୀକ୍ଷା, ପ୍ରତିଯୋଗିତାରେ ବିଜୟୀ ହେବେ । ଭୁଲ୍ ଲୋକର ପରାମର୍ଶରେ ଜାଣିଶୁଣି ଭୁଲ୍ ବାଟରେ ଯିବେ । କର୍ମମୁଖରତା ଯୋଗେ ଶାରୀରିକ ପିଡ଼ା ଭୋଗି ପାରନ୍ତି । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ମୀନ:-

ସମାଜ କଲ୍ୟାଣ ପାଇଁ ନିଜକୁ ଉତ୍ସର୍ଗୀକୃତ କରିବେ । ଶତୃ ଓ ବିରୋଧୀମାନେ କିଛି କ୍ଷତି କରି ପାରିବେ ନାହିଁ । ଭାଗୀଦାରି ବ୍ୟବସାୟରେ ଲାଭବାନ୍ ହେବେ । ଗଠନମୂଳକ କାର୍ଯ୍ୟପ୍ରତି ଆଗ୍ରହ ବଢ଼ିବ । କୋର୍ଟ କଚେରୀରେ ସଫଳତା ମିଳିବ । ଆୟ ଉପାର୍ଜନରେ ବାଧା ନାହିଁ । ବ୍ୟବସାୟ ପ୍ରସାର ଫଳରେ ବିଶେଷ ଲାଭବାନ୍ ହେବେ । ଘରର କେହି ଉନ୍ନତିର ବିଶେଷ ସ୍ତରକୁ ଉଠିଯିବେ । ଅଭାବ ଅନାଟନ ଦୂର ହୋଇ ଆର୍ଥିକ ସ୍ଥିତି ସନ୍ତୋଷ ପ୍ରଦ ହେବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 9437006746


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!