ମେଷ:-
ସରକାରୀ କର୍ମଚାରୀ ମାନେ କର୍ମ କ୍ଷେତ୍ରରେ ସଫଳତା ଲାଭ କରିବେ। ବ୍ୟବସାୟରେ ଭାଗିଦାରମାନେ ପାଦ ସହିତ ପାଦ ମିଶେଇ ବେପାର ବୃଦ୍ଧି କରିବେ। ଧନନିବେଶ ପାଇଁ ଆଜି ଉପଯୁକ୍ତ ସମୟ। ବ୍ୟାଙ୍କ, ବୀମା, ନିବେଶ ପରି ଆର୍ଥିକ ଗତିବିଧିରେ ବ୍ୟସ୍ତ ରହିବେ। ପାରିବାରିକ କ୍ଷେତ୍ରରେ ଶାନ୍ତି ଦେଖାଦେବ। ଭାଇ ଭଉଣୀ ମାନଙ୍କ ସହ ମନୋମାଳିନ୍ୟ ଦୂର ହେବ। ସ୍ଥାନାନ୍ତରଣ ପାଇଁ ଚେଷ୍ଟା କଲେ ସଫଳ ହେବେ। ଛାତ୍ର ଛାତ୍ରୀମାନେ ପଢ଼ା ପଢ଼ିରେ ମନଯୋଗ ଦେଇ ପରୀକ୍ଷା ପ୍ରତିଯୋଗିତାରେ ସଫଳ ହେବେ। ଦାମ୍ପତ୍ୟ ସୁଖରେ ମଧୁରତା ଆସିବ ଓ ଅଧିକ ଘନିଷ୍ଠତା ହେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।
ବୃଷ:-
ମହିଳାମାନେ ସନ୍ତାନ ଙ୍କ ଭବିଷ୍ୟତ ନେଇ ଖୁସି ରହିବେ। ଶିକ୍ଷା କ୍ଷେତ୍ରରେ ସଫଳତା ମିଳିବ। ନୂତନ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ। ବ୍ୟବସାୟରେ ଭଲ ଲାଭ ପାଇବେ ଓ ବାକିଥିବା ଅର୍ଥପ୍ରାପ୍ତି ହେବ। ଆର୍ଥିକ କ୍ଷେତ୍ରରେ ଉନ୍ନତି ହେବ। ରାଜନେତାମାନଙ୍କର ଶତୃ ପରାଜିତ ହୋଇ ସମସ୍ତଙ୍କର ପୂର୍ଣ୍ଣ ସହଯୋଗ ମିଳିବ। ମହିଳାମାନଙ୍କର ଉତ୍ତମ ରୋଜଗାର ମିଳିବ। ଗୃହସ୍ଥ ଜୀବନ ସୁଖମୟ ହେବ। ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନ ବୃଦ୍ଧି ହେବ। ନୂତନ ଯୋଜନାରେ ସଫଳତା ମିଳିବ। ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।
ମିଥୁନ:-
ସରକାରୀ କର୍ମଚାରୀମାନେ କର୍ମ କ୍ଷେତ୍ରରେ ଉତ୍ତମ କାର୍ଯ୍ୟ କରି ପ୍ରଶଂସା ପାଇବେ। ନୂତନ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ। ପରିବାରରେ ସୁଖ ଶାନ୍ତି ବଜାୟ ରହିବ। ଛାତ୍ର-ଛାତ୍ରୀମାନେ ଦୂର ସ୍ଥାନକୁ ଯାତ୍ରା କରିବେ। ରାଜନେତାମାନଙ୍କର ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନ ବୃଦ୍ଧି ହେବ। ବ୍ୟବସାୟରେ ଉନ୍ନତି ଓ ଲାଭ ପ୍ରାପ୍ତି ହେବ। ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ଆସିବ। ଘରୋଇ କର୍ମଚାରୀ ମାନେ ସହକର୍ମୀ ମାନଙ୍କର ସହଯୋଗ ପାଇବେ ଏବଂ ଉତ୍ତମ କାର୍ଯ୍ୟ କରି ପ୍ରଶଂସିତ ହେବେ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।
କର୍କଟ:-
ଆର୍ଥିକ ଉନ୍ନତିରେ ସଫଳତା ଓ ସାମାଜିକ ପ୍ରତିଷ୍ଠା ମାନ ସମ୍ମାନ ବୃଦ୍ଧି ହେବ। ସମସ୍ତ ପ୍ରକାର ବ୍ୟବସାୟରେ ଉନ୍ନତି ଓ ଲାଭବାନ୍ ହେବେ। ଆର୍ଥିକ କ୍ଷେତ୍ରରେ ଉନ୍ନତି, ଯେ କୌଣସି କାର୍ଯ୍ୟରେ ହାତ ଦେଲେ ସଫଳ ହେବେ। ସରକାରୀ କର୍ମଚାରୀ ମାନେ କର୍ମ କ୍ଷେତ୍ରରେ ଅସୁବିଧା ପରିସ୍ଥିତିକୁ ସାମାନ୍ୟ ଚେଷ୍ଟାରେ ସଜାଡି ଦେବେ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ। ଦାମ୍ପତ୍ୟ ସୁଖରେ ଖୁସି ହେବେ। ଛାତ୍ରଛାତ୍ରୀ ମାନଙ୍କର ଶିକ୍ଷକ ଓ ସହପାଠୀ ମାନଙ୍କ ମଧ୍ୟରେ ସମନ୍ଵୟ ରହି ବନ୍ଧୁତ୍ଵ ବୃଦ୍ଧି ପାଇବ। ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।
ସିଂହ:-
ସରକାରୀ କର୍ମଚାରୀ ମାନେ କର୍ମ କ୍ଷେତ୍ରରେ ସହକର୍ମୀମାନଙ୍କ ସହଯୋଗ ଓ ଉପରିସ୍ଥ ଅଧିକାରୀଙ୍କ ପ୍ରିୟଭାଜନ ହେବେ। ଛାତ୍ର-ଛାତ୍ରୀମାନେ ଶିକ୍ଷା କ୍ଷେତ୍ରରେ ସଫଳତା ଲାଭ କରିବେ ଓ ପରୀକ୍ଷା ପ୍ରତିଯୋଗିତାରେ ସଫଳ ହେବେ। ପୂର୍ବରୁ ଥିବା ପାରିବାରିକ ସମସ୍ୟା ଆଜି ସମାଧାନ ହୋଇ ଶାନ୍ତିର ବାତାବରଣ ଦେଖା ଦେବ। ଅର୍ଥ ପ୍ରାପ୍ତିର ସୁଯୋଗ ଆସିବ। ଶରୀର ସୁସ୍ଥ ରହିବ। ଦାମ୍ପତ୍ୟ ସୁଖ ବୃଦ୍ଧି ହେବ। ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନରେ ଉନ୍ନତି ହେବ। ବ୍ୟବସାୟରେ ଆଶାତୀତ ଲାଭ ପାଇବେ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।
କନ୍ୟା:-
ଭାଇ ଭଉଣୀ ବନ୍ଧୁବାନ୍ଧବଙ୍କ ଉତ୍ତମ ସମ୍ପର୍କ ରହିବା ଫଳରେ ଆର୍ଥିକ କ୍ଷେତ୍ରରେ ଉନ୍ନତି ଦେଖାଦେବ। ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ବେଶ୍ ଆନନ୍ଦ ପାଇବେ। ବ୍ୟବସାୟରେ ସାଧାରଣ ପରିଶ୍ରମ ଫଳରେ ଅଧିକ ଉନ୍ନତି ହେବ। ଋଣ ପରିଶୋଧ କରିବା ସହ ଋଣ ପ୍ରାପ୍ତିର ସୁଯୋଗ ପାଇବେ। କଠିନ ପରିଶ୍ରମ କରିବା ଫଳରେ ଉପରିସ୍ଥ କର୍ମଚାରୀମାନଙ୍କ ପ୍ରିୟଭାଜନ ହେବେ। ପାରିବାରିକ ଅଶାନ୍ତି ଦୂରେଇ ଯିବ। ବିଦ୍ୟାର୍ଥୀଙ୍କର ବିଦ୍ୟାରେ ଉନ୍ନତି ହେବାରୁ ମନ ଖୁସି ରହିବ। ମହିଳା ମାନଙ୍କର ବନ୍ଧୁ ବାନ୍ଧବଙ୍କଦ୍ଵାରା ସମସ୍ୟାର ସମାଧାନ ହୋଇ ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନ ବୃଦ୍ଧି ହେବ। ପ୍ରତିକାର-ମାଦକଦ୍ରବ୍ୟ ସେବନ କରନ୍ତୁ ନାହିଁ।
ତୁଳା:-
ଶିକ୍ଷା କ୍ଷେତ୍ରରେ ସଫଳ ହେବେ। ପୈତୃକ ସମ୍ପତ୍ତିକୁ ନେଇ ପରିବାରରେ ଅଶାନ୍ତି ଥିଲେ ଆଜି ତାହା ସମାଧାନ ହେବ। ଆର୍ଥିକ ସ୍ଥିତି ସୁଦୃଢ଼ ହେବ, ଋଣ ପରିଶୋଧ କରିବାର ସୁଯୋଗ ପାଇବେ। ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନବୃଦ୍ଧି ହେବ। ଧାର୍ମିକ କାର୍ଯ୍ୟରେ ଯୋଗ ଦେଲେ ସାମାଜିକ ପ୍ରତିଷ୍ଠା ଓ ମାନ-ସମ୍ମାନ ବୃଦ୍ଧି ହେବ। ବ୍ୟବସାୟରେ ନୂତନ ଯୋଜନା ପ୍ରସ୍ତୁତ କରି ଲାଭବାନ ହେବେ। ବାକିଥିବା ଅର୍ଥ ପ୍ରାପ୍ତି ହେବ। କର୍ମଚାରୀମାନେ କର୍ମ କ୍ଷେତ୍ରରେ ପ୍ରଶଂସିତ ହେବେ। ପ୍ରତିଯୋଗୀତା ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇ କର୍ମ ନିଯୁକ୍ତି ପାଇ ପାରନ୍ତି। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।
ବିଚ୍ଛା:-
ସ୍ୱାସ୍ଥ୍ୟରେ ଉନ୍ନତି, ବିଦ୍ୟାରେ ଯଥେଷ୍ଟ ଫଳ ପ୍ରାପ୍ତି ହେବ। ଆର୍ଥିକ ଉନ୍ନତି ଓ ଅଚାନକ ଧନ ପ୍ରାପ୍ତି ହେବ। ସରକାରୀ କର୍ମକ୍ଷେତ୍ରରେ ଉନ୍ନତି କରିବା ସହ ଉପରିସ୍ଥ ଅଧିକାରୀଙ୍କର କୃପା ଲାଭ କରିବେ। ସାମାଜିକ ପ୍ରତିଷ୍ଠା ଓ ମାନ-ସମ୍ମାନ ବୃଦ୍ଧି ହେବ। ବ୍ୟବସାୟରେ ଉନ୍ନତି ଫଳରେ ଅଶାତୀତ ଲାଭବାନ୍ ହେବେ। ଗୃହରେ ମାଙ୍ଗଳିକ କାର୍ଯ୍ୟରେ ଧନ ବ୍ୟୟହେବ। ସହକର୍ମୀ ମାନଙ୍କଠାରୁ ସାହାଯ୍ୟ ଓ ସହଯୋଗ ପାଇବେ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ। ରାଜନୀତି କ୍ଷେତ୍ରରେ ସାଫଲ୍ୟ, ଉଚ୍ଚସମ୍ମାନ ଓ ପଦ ପଦବୀ ଲାଭହେବ। ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।
ଧନୁ:-
ବ୍ୟବସାୟ ସଂସ୍ଥାନ, ଶିଳ୍ପ ପ୍ରତିଷ୍ଠା ବା ଯୋଜନା ସାଫଲ୍ୟଦାୟକ ହେବ। ସ୍ୱାସ୍ଥ୍ୟରେ ଉନ୍ନତି, ବିଦ୍ୟାରେ ଯଥେଷ୍ଟ ଫଳ ପ୍ରାପ୍ତି ହେବ। ବିଦେଶୀ ବନ୍ଧୁଙ୍କ ଦ୍ଵାରା ଅଧିକ ଉପକୃତ ହେବେ। କର୍ମକ୍ଷେତ୍ରରେ ଆତ୍ମବିଶ୍ଵାସ ଓ ଦୃଢତା ଯୋଗେ ସମ୍ମାନର ଆଧିକାରୀ ହୋଇ ପାରିବେ। ରେଶମୀବସ୍ତ୍ର, ଅଗରବତୀ, ଇଟା, କ୍ଷୀର, ଦହି, ଘିଅ, ସୁନା, ଚାନ୍ଦି, ବ୍ୟବସାୟରେ ଅତ୍ୟଧିକ ଲାଭ ପାଇବେ। ସଂଚାଳକ, ଓକିଲ, ନ୍ୟାୟଧୀଶ, ଚିକିତ୍ସକ, କଳାକାରମାନଙ୍କର ପ୍ରବଳ ଉନ୍ନତି ହେବ। ରାଜନୈତିକ କ୍ଷେତ୍ରରେ ପ୍ରବଳ ଲୋକ ସମର୍ଥନ ମିଳିବ। ସାଧାରଣ ଦିନଚର୍ଯ୍ୟ। ଅତୁଟ ରହିବ। ପ୍ରତିକାର:- ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।
ମକର:-
ପୁରୁଖା ନେତା ବା ଦଳର ମୁଖ୍ୟଙ୍କର ଅତ୍ୟନ୍ତ ପ୍ରିୟପାତ୍ର ହୋଇପାରିବେ। ଦୀର୍ଘଦିନ ଧରି ଚିନ୍ତା କରୁଥିବା ନୂତନ କାର୍ଯ୍ୟ ଏବଂ ନୂତନ ବ୍ୟବସାୟ ଅତି ସହଜରେ ଆରମ୍ଭ କରି ପାରିବେ। ପୁରାତନ ବନ୍ଧୁ ଓ ଅଚିହ୍ନା ଲୋକଙ୍କଠାରୁ ସାହାଯ୍ୟ ପାଇ ଧନ୍ୟ ହେବେ। ପରୀକ୍ଷାରେ ଆଶା ମୁତାବକ ଫଳ ପାଇବେ। ପ୍ରତିଯୋଗିତାରେ ଉତ୍ତୀର୍ଣ୍ଣ ହୋଇ କର୍ମନିଯୁକ୍ତି କ୍ଷେତ୍ରରେ ସଫଳ ହେବେ। ଦୀର୍ଘଦିନର ଆଶା ଆଜି ପୂରଣ ହେବ। ଉଚ୍ଚପଦବୀରେ ଅଧିଷ୍ଠିତ ହୋଇ ପାରନ୍ତି। ପର ହାତରେ ଥିବା ଧନ ପ୍ରାପ୍ତି ହେବ। ଅଧା ହୋଇଥିବା କାର୍ଯ୍ୟ ସହଜରେ ପୂରଣ ହେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।
କୁମ୍ଭ:-
ପୁରାତନ ରୋଗର ଉପଶମ ପାଇଁ ସ୍ୱାସ୍ଥ୍ୟ ଅନେକାଂଶରେ ଭଲ ରହିବ। ସନ୍ତାନମାନେ ଉଚ୍ଚଶିକ୍ଷାରେ ଶ୍ରେଷ୍ଠସ୍ଥାନ ଲାଭ କରିବେ। ସାଂସାରିକ ଜୀବନ ସୁଖମୟ ହେବ। ରେଶମୀବସ୍ତ୍ର, ଅଗରବତୀ, ଇଟା, କ୍ଷୀର, ଦହି, ଘିଅ, ଚାନ୍ଦି, ବାଦ୍ୟଯନ୍ତ୍ର, ଚଳଚିତ୍ର, ଔଷଧ, ଶାଢ଼ୀ, ଷ୍ଟେସନାରୀ ଓ ମହିଳାମାନଙ୍କର ସୌଖୀନ ଦ୍ରବ୍ୟାଦି ବ୍ୟବସାୟରେ ଅଧିକଲାଭ କରିପାରିବେ। ଭାତୃ ବିବାଦ, ଜମି ବାଡି ଓ ଘର ଜାଗାନେଇ ଥିବା ଦ୍ଵନ୍ଦର ସମାଧାନ ହେବ। କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ। ମହିଳାମାନେ ଅଧିକ ଭାଗ୍ୟବାଦିନୀ ହୋଇ ନିଜ ଗୋଡରେ ନିଜେ ଠିଆ ହେବାକୁ ସାହସ ବାନ୍ଧିବେ।
ମୀନ:-
ବ୍ୟବସାୟରେ ଉନ୍ନତି ଓ ଲାଭପ୍ରାପ୍ତି ହେବ। ସନ୍ତାନଙ୍କର ଉନ୍ନତିରେ ଖୁସି ହେବେ। ଶାରିରୀକ ଅସୁସ୍ଥତା ଦୂରହେବ। ରାଜନୀତି କ୍ଷେତ୍ରରେ ଅଧିକ ପରିଶ୍ରମ କରିବା ଫଳରେ ଅନେକ କ୍ଷେତ୍ରରେ ସ୍ଵାଭିମାନ ରକ୍ଷା ହେବ। ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ବିଜୟୀ ହେବେ। କାର୍ଯ୍ୟର ପ୍ରଗତି ପାଇଁ ସମସ୍ତ ପ୍ରକାର ପ୍ରୟାସ କରିବେ। ଗଠନମୂଳକ ଯୋଜନା ପ୍ରସ୍ତୁତ କରି ଆଗେଇ ଯିବାର ରାସ୍ତା ଖୋଲିବେ। ପ୍ରବାସରେ ମଧ୍ୟ କେତେକ କ୍ଷେତ୍ରରେ ଉନ୍ନତିକର ହେବ। କର୍ମଚାରୀମାନେ ଗୁପ୍ତଶତୃଙ୍କ ଚକ୍ରାନ୍ତରେ ପଡ଼ିଲେ ମଧ୍ୟ ନିଜର ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନ ବୃଦ୍ଧି ହେବ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।
Jyotirbid Dr. Pramod Satapathy
Jantra Jyotisha, Cuttack
Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri
For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988