ଦୈନିକ ରାଶିଫଳ: ୧୧ ଜୁଲାଇ ୨୦୨୦, ଶନିଦେବଙ୍କ କୃପାରୁ ଆଜି ଏହି ସବୁ ରାଶି ବ୍ୟକ୍ତିଙ୍କୁ ମିଳିବ କର୍ମକ୍ଷେତ୍ରରେ ଉନ୍ନତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୦ ମସିହା, ଜୁଲାଇ ମାସ ୧୧ ତାରିଖ, ଶନିବାର, ମିଥୁନ ମାସ ୨୭ ଦିନ, ଶ୍ରାବଣମାସ, କୃଷ୍ଣପକ୍ଷ, ଷଷ୍ଠୀ ତିଥି, ଦିବା ୧ଟା ୩୩ମିନିଟ୍ ଗତେ ସପ୍ତମୀ ତିଥି, ଉତ୍ତରଭାଦ୍ରପଦ ନକ୍ଷତ୍ର, ମୀନ ରାଶିରେ ଚନ୍ଦ୍ର। ବୃଷ, ସିଂହ, କନ୍ୟା ରାଶିର ଘାତବାର। ଧନୁ ରାଶିର ଘାତଚନ୍ଦ୍ର। ନିମ୍ବ ନ ଖାଇଲେ ଭଲ, ଦିବା ୧ଟା ୩୩ମିନିଟ୍ ପରେ ତାଳ ନ ଖାଇଲେ ଭଲ। ଶୁଭସମୟ ଦିବା ୧୦ଟା ୧୪ମିନିଟ୍ ରୁ ୧୨ଟା ୧୭ମିନିଟ୍, ଦିବା ୩ଟା ୯ମିନିଟ୍ ରୁ ୩ଟା ୪୭ମିନିଟ୍, ସନ୍ଧ୍ୟା ୭ଟା ୪୮ମିନିଟ୍ ରୁ ୭ଟା ୫୧ମିନିଟ୍, ରାତ୍ର ୧୧ଟା ୩୧ମିନିଟ୍ ରୁ ୧ଟା ୪୦ମିନିଟ୍।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-

ସାମାଜିକ କ୍ଷେତ୍ରରେ ପ୍ରଶଂସିତ ହେବେ। ବନ୍ଧୁମିତ୍ରଙ୍କ ସମାଗମରେ ସୁଖ ସମୃଦ୍ଧି ବୃଦ୍ଧି ହେବ। ବ୍ୟବସାୟରେ ଉଚିତ୍ ପନ୍ଥା ଗ୍ରହଣ କରି ସଂଘର୍ଷ ଦ୍ଵାରା ସଫଳତା ଅର୍ଜନ କରିବେ। ଆଧ୍ୟାତ୍ମିକ ବା ଧାର୍ମିକ କାର୍ଯ୍ୟରେ ମନ ବଳାଇବେ। ବାଦବିବାଦ, ମାଲିମୋକଦ୍ଦମା, ଆଇନ୍ ଅଦାଲତ୍ ସମ୍ପର୍କୀୟ ଦୁଶ୍ଚିନ୍ତା ଦୂରହେବ। ଦକ୍ଷତାକୁ କେନ୍ଦ୍ରକରି ଉଚ୍ଚମାନ୍ୟତାରେ ବୃଦ୍ଧିହେବ। କର୍ମକ୍ଷେତ୍ରରେ ବରିଷ୍ଠ ବ୍ୟକ୍ତି ଓ ସହଯୋଗୀ ମାନଙ୍କର ସାହାଯ୍ୟ ସହଯୋଗ ମିଳିବ। ଅଧିକାରୀଙ୍କ ସହଯୋଗରେ କେତେକ ସମସ୍ୟାର ସମାଧାନ ହେବ। ଅଭାବ ଅସୁବିଧା ଥାଇ ମଧ୍ୟ କୌଣସି କାମ ଅଟକିବ ନାହିଁ। ପ୍ରତିକାର କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ବୃଷ:-

ସନ୍ତାନଙ୍କ ଶୁଭ ସମାଚାର ଶୁଣି ଆନନ୍ଦିତ ହେବେ। ଅଧିକାରୀଙ୍କଠାରୁ ସହଯୋଗ ମିଳିବ। ଲୋକପ୍ରିୟତା ହାସଲ କରି କର୍ମକ୍ଷେତ୍ରରେ ସମ୍ମାନ ଲାଭ କରିବେ। ପଡା ପଡୋଶୀ ବନ୍ଧୁ ମିତ୍ରଙ୍କଠାରୁ ସାନ୍ତ୍ଵନା ବାଣୀ ଶୁଣି ମନ ଶାନ୍ତ ହୋଇ ପାରେ। ଆଧ୍ୟାତ୍ମିକ ଜ୍ଞାନାର୍ଜନ କରିବାର ସୁବିଧା ସୁଯୋଗ ପାଇବେ। କୌଣସି ମୂଲ୍ୟହୀନ କଥାକୁ ନେଇ ଗୁରୁତ୍ଵ ଦେଲେ କ୍ଷତିରେ ପଡିବେ। ବଡପଣିଆ ଦେଖାଇଲେ ଭଲ ବଦଳରେ ମନ୍ଦଫଳ ଭୋଗିବାକୁ ପଡିବ। ସତର୍କତା ଅବଲମ୍ବନ ନକଲେ ମିଥ୍ୟା ଅପବାଦରେ ନିନ୍ଦିତ ହେବେ ଓ ଧୋକା ମଧ୍ୟ ଖାଇବେ। ସ୍ୱାସ୍ଥ୍ୟ ଦିଗରୁ ବିଶେଷ ସତର୍କ ରହିବା ଉଚିତ୍।  ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ।

ମିଥୁନ:-

ଆକସ୍ମିକ ଅର୍ଥଲାଭ, ସୁନାମପ୍ରାପ୍ତି, ପ୍ରତିଷ୍ଠା, ପ୍ରତିପତ୍ତି ମାନସମ୍ମାନ ବୃଦ୍ଧି ହେବ। ନିଜର ଚତୁରତା ଓ ବିବେକ ବଳରେ କୌଶଳକ୍ରମେ ସମସ୍ୟା ସମାଧାନ କରି କମିଶନ ସମ୍ବନ୍ଧିତ କାର୍ଯ୍ୟରେ ଲାଭ ମିଳିବ। ସ୍ଥଗିତଥିବା କର୍ମଟି ପୂରଣ ହେବ। କର୍ତ୍ତବ୍ୟନିଷ୍ଠ, ଉଦ୍ୟମୀ, ଦକ୍ଷ, ଜନପ୍ରିୟ, ସିଦ୍ଧହସ୍ତା, ସୁବକ୍ତା, ବ୍ୟକ୍ତିରୁପେ ସମାଜର ସ୍ଵୀକୃତି ପାଇବେ। ନୂତନ କାର୍ଯ୍ୟରେ ହାତଦେଇ କୃତ କାର୍ଯ୍ୟ ହେବେ ଅଧୁରା କାର୍ଯ୍ୟ ପୂରଣ ହେବ। କର୍ମକର୍ତ୍ତାଙ୍କର ସୁଦୃଷ୍ଟି ପ୍ରାପ୍ତି ହେବା ଫଳରେ କର୍ମ କ୍ଷେତ୍ରରେ ପ୍ରଶଂସିତ ହେବେ। ନୂତନ ବ୍ୟବସାୟ ପାଇଁ ଯୋଗାଯୋଗ କରି ବେଶ୍ ଆନନ୍ଦ ଅନୁଭବ କରିବେ। ପୁରାତନ ରୋଗରୁ ମୁକ୍ତି ମିଳିବ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କର୍କଟ:-

ସ୍ୱାସ୍ଥ୍ୟସମସ୍ୟା ଦୂର ହୋଇ ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ।  ବ୍ୟବସାୟ ସମ୍ବନ୍ଧୀୟ ଜରୁରୀ କାର୍ଯ୍ୟ ପାଇଁ ବନ୍ଧୁଙ୍କ ସାହାଯ୍ୟ ନେବାକୁ ପଡିବ। ପାରିବାରିକ ଜୀବନ ଆନନ୍ଦମୟ ହେବ। ରାଜନୈତିକ କ୍ଷେତ୍ରରେ ବିପଦ ସଙ୍କୁଳ ଟଳିଯିବ। ବାସସ୍ଥାନ ବା ଯାନବାହନର ନବୀକରଣ ଇତ୍ୟାଦି ନାନାବିଧ ସୁଯୋଗ ପ୍ରାପ୍ତି ହେବ। ବାଦବିବାଦ, ମାଲିମୋକଦ୍ଦମାର ସମାଧାନ ହେବ। ଅଭାବ ଅସୁବିଧା ଥାଇ ମଧ୍ୟ କୌଣସି କାମ ଅଟକିବ ନାହିଁ। ସହକର୍ମୀ କେହି ଇର୍ଷାତୁର ହେଲେବି କ୍ଷତିକାରୀ ହେବେ ନାହିଁ। ସତର୍କତା ଅବଲମ୍ବନ ନକଲେ କୌଣସି ଭୁଲ୍ କାମରେ ଫଶିଯିବେ। ଧାର୍ମିକ କାର୍ଯ୍ୟରେ ମନ ବଳାଇବେ। ପ୍ରତିକାର ଅସହାୟଙ୍କୁ ସାହାଯ୍ୟ କରନ୍ତୁ।

ସିଂହ:-

ବାସସ୍ଥାନ ବା ଯାନବାହାନ ପାଇଁ ଖର୍ଚାନ୍ତ ହୋଇ ପାରନ୍ତି। ଯୋଜନା ମୁତାବକ କାମ କଲେ କୌଣସି ପ୍ରକାର ଅସୁବିଧା ହେବ ନାହିଁ। ବ୍ୟବହାରିକ ବିଜ୍ଞାନ ଓ ଦର୍ଶନର ଗଭୀରତା ଭିତରକୁ ଟାଣିହୋଇ ଯିବେ। ଆନୁଷ୍ଠାନିକ କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ। ସାଙ୍ଗସାଥିମାନେ ସାହାଯ୍ୟ କରିବେ। ଛାତ୍ର ଛାତ୍ରୀ ମାନଙ୍କର ପ୍ରତିଯୋଗିତା ପରୀକ୍ଷାରେ ସଫଳତା ମିଳିବ।  ରାଜନୀତି କ୍ଷେତ୍ରରେ ବ୍ୟସ୍ତତା ଭିତରେ କାର୍ଯ୍ୟ ସାଧନ କରି ଆଶାତୀତ ଲାଭ ପାଇବେ। ନୂତନ କାର୍ଯ୍ୟ ଆରମ୍ଭ କରିବା ପୂର୍ବରୁ ହାତେ ମାପି ଚାଖଣ୍ଡେ ଚାଲିବା ଆବଶ୍ୟକ। ଅନ୍ୟର ଉପକାର କରି ନିଜେ କ୍ଷତିରେ ପଡିବେ। ପ୍ରତିକାର କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

କନ୍ୟା:-

ସନ୍ତାନଙ୍କ ସହଯୋଗ ପାଇ ସୁଖପ୍ରାପ୍ତି ହେବ। ନୂଆ ନୂଆ ବ୍ୟବସାୟିକ ସଂପର୍କସ୍ଥାପନ, ଭାଗିଦାର ବ୍ୟବସାୟ ପାଇଁ ସାହାଯ୍ୟ ସହଯୋଗ ଅଚାନକ ମିଳିବ। ଭାତୃ ବିବାଦ, ଜାଗାଜମି ଓ ଘରବାଡିନେଇ ଥିବା ଦ୍ଵନ୍ଦର ସମାଧାନ ହେବ। ଅଟକି ଯାଇଥିବା ଧନ, ଉଧାର ଦେଇଥିବା ଟଙ୍କା, ଋଣ କରିଥିବା ଅର୍ଥ ସହଜରେ ହସ୍ତଗତ ହେବ। ବୃତ୍ତିଗତ ଦୃଷ୍ଟିରୁ ପରିଶ୍ରମ ବୃଦ୍ଧି ପାଇବା ଫଳରେ ସୁଖ ଶାନ୍ତି ବର୍ଦ୍ଧିତ ହେବ। କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ। ରାଜନୀତିରେ କୃତକାର୍ଯ୍ୟ ହେବେ। ଆପଣା ଲୋକଙ୍କ ମଧ୍ୟରୁ କେହି କ୍ଷୟକ୍ଷତି ଘଟାଇବାର ଉଦ୍ୟମ କରି ପାରନ୍ତି। ସ୍ୱାସ୍ଥ୍ୟ ପାଇଁ ସତର୍କ ରହିବା ଉଚିତ୍। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ତୁଳା:-

ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ। ସାମ୍ବାଦିକ ମାନେ ଉଦ୍ଦେଶ୍ୟକୁ ସଫଳ କରିବାରେ ସକ୍ଷମ ହେବେ। ବ୍ୟବସାୟ କ୍ଷେତ୍ରରେ ପ୍ରସାର, ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ। ଜାଗା, ଜମି, ବାସଗୃହ ଓ ଯାନବାହାନ କ୍ରୟ କରିବାର ସୁବିଧା ପାଇବେ। କର୍ମକ୍ଷେତ୍ରରେ ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେଇ ସଫଳ ହେବେ ବରିଷ୍ଠବ୍ୟକ୍ତି ଉଚ୍ଚାଧିକାରୀଙ୍କ ସହ ସମ୍ବନ୍ଧ ଦୃଢ଼ୀଭୂତ ହେବ। ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ। ବନ୍ଧୁ ବାନ୍ଧବଙ୍କଦ୍ଵାରା ସମସ୍ୟାର ସମାଧାନ ହୋଇ ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନ ବୃଦ୍ଧି ହେବ। ରାଜନୀତି କ୍ଷେତ୍ରରେ ପ୍ରତିଷ୍ଠା ପ୍ରତିପତ୍ତି ଅକ୍ଷୁର୍ଣ୍ଣ ରହିବ।  ପ୍ରତିକାରମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

ବିଚ୍ଛା:-

ସନ୍ତାନ ପକ୍ଷର ଚିନ୍ତା ଦୂର ହେଇଯିବ। ବ୍ୟବସାୟ କ୍ଷେତ୍ରରେ ଭାଗିଦାରମାନେ ପାଦ ସହିତ ପାଦ ମିଶେଇ ବେପାର ବୃଦ୍ଧି କରିବେ। ଉଧାର ନେଇଥିବା ଲୋକ କିମ୍ବା ଦେଉନଥିବା ଲୋକ ଏବଂ ସାହାଯ୍ୟ କରିଥିବା ଲୋକଙ୍କଠାରୁ ସମସ୍ତ ଅର୍ଥପ୍ରାପ୍ତି ହୋଇ ଯିବ।   ବନ୍ଧୁ ମିତ୍ର ନିକଟ ସମ୍ପର୍କୀୟ ବ୍ୟକ୍ତି ଆର୍ଥିକ ସାହାଯ୍ୟ କରିବେ। ପାରିବାରିକ ଜୀବନରେ ଆନନ୍ଦମୟ ପରିସ୍ଥିତି ସୃଷ୍ଟିହେବ। ଦାମ୍ପତ୍ୟ ସୁଖରେ ସୁଖୀ ହେବେ। ବିଦ୍ୟାର୍ଥୀମାନେ ପରିଶ୍ରମ ନ ବଢାଇଲେ ଉତ୍ତମ ରୂପେ ଲକ୍ଷ୍ୟ ସିଦ୍ଧି ସମ୍ଭବ ହେବ ନାହିଁ। ରାଜନୀତିରେ ସମାଲୋଚିତ ହୋଇ ଭାବମୂର୍ତ୍ତି କ୍ଷୁର୍ଣ୍ଣ ହେବ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ଧନୁ:-

ମିତ୍ରଙ୍କ ଦ୍ଵାରା ସହାୟତା ମିଳିବା ଫଳରେ ସାମାଜିକ ପତିଆରା ଅମଳିନ ରହିବ। ପ୍ରେମିକ ପ୍ରେମିକା ମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ। ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ। ଯେତେ ଜଟିଳ ସମସ୍ୟା ହେଲେ ମଧ୍ୟ କୌଣସି ପ୍ରକାର ଅସୁବିଧା ହେବ ନାହିଁ। ପ୍ରତେକ କ୍ଷେତ୍ରରେ ବିନୟପୂର୍ଣ୍ଣ କଥା କହି ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ। କଳା, ସାହିତ୍ୟ, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ। ଶିକ୍ଷାକୁ ଉଚିତ୍‌ ମନେକରି ପାଠ ପଢାରେ ମନଯୋଗ ଦେବେ। ରାଜନୀତିରେ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢେଇବ। ରାସ୍ତାଘାଟରେ ଯଥେଷ୍ଠ ସତର୍କ ହୋଇ ଚଳପ୍ରଚଳ କରନ୍ତୁ। ପ୍ରତିକାର ଗୋମାତାକୁ ଖାଇବାକୁ ଦିଅନ୍ତୁ।

ମକର:-

ଶତୃମାନେ ପରାଜିତ ହେବେ। ଆର୍ଥିକକ୍ଷେତ୍ରରେ ପରିବର୍ତ୍ତନ ଦେଖାଦେବ। ଜାଗା, ଜମି, ଗୃହ ସମ୍ବନ୍ଧୀୟ ସମସ୍ୟା ସହଜରେ ସମାଧାନ ହେବ। ଋଣମୁକ୍ତି ହେବା ପାଇଁ ଯୋଜନା ପ୍ରସ୍ତୁତ କରି ପାରିବେ। କର୍ମକ୍ଷେତ୍ରରେ ନିଜର ପ୍ରତିଷ୍ଠା ପ୍ରତିପତ୍ତିରେ ଉନ୍ନତି କରି ପାରିବେ। ଭାଇଭଉଣୀ ମାନଙ୍କ ସହିତ ଉତ୍ତମ ସମ୍ପର୍କ ରହିବା ଫଳରେ ପାରିବାରିକ ଜୀବନରେ ଶାନ୍ତି ପାଇବେ। ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ। ରାଜନୀତିକ୍ଷେତ୍ରରେ ସହଯୋଗୀ ମାନେ ପୂର୍ଣ୍ଣ ସହଯୋଗ କରିବେ। ଧୈର୍ଯ୍ୟ ଓ ସହନ ଶୀଳତା ଯୋଗେ ଯଶ ମିଳିବ। ନୂତନବ୍ୟବସାୟ ଆରମ୍ଭପାଇଁ ଅତ୍ୟନ୍ତ ଉତ୍ତମ ସମୟ।  ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ।

କୁମ୍ଭ:-

ମିତ୍ରଙ୍କ ଠାରୁ ବହୁତ ସାହାଯ୍ୟ ସହଯୋଗ ମିଳିବା ଫଳରେ ମାନସିକ ଶାନ୍ତି ଅନୁଭବ କରିବେ। ପାରିବାରିକ ସମସ୍ୟାକୁ ନେଇ ବାଦବିବାଦରେ ବିଜୟୀ ହେବେ। ଭୌତିକ ଓ ଆଧ୍ୟାତ୍ମିକ ମାମଲାରେ ବ୍ୟସ୍ତ ରହିବେ। ଅବହେଳିତ ଲୋକଙ୍କ ସହ ମିଳାମିଶା କରି ପ୍ରଶଂସିତ ହେବେ। ବାଦବିବାଦ, ମାଲିମୋକଦ୍ଦମାରେ ବିଜୟୀ ହେବେ। କ୍ରୋଧକୁ ଦମନ କରି ହସଖୁଶିର ବାତାବରଣ ସୃଷ୍ଟି ହେବ। ବ୍ୟବସାୟରେ ଉନ୍ନତି ହେବା ସହ ଆଶାନୁରୂପ ଲାଭ ପାଇବେ। ପ୍ରେମିକ ପ୍ରେମିକା ମାନଙ୍କର ଆଶା ଆକାଂକ୍ଷା ପୂର୍ଣ୍ଣହେବ। ଦାମ୍ପତ୍ୟ ସୁଖରେ ମଧୁରତା ଆସିବ। ରାଜନୀତି କ୍ଷେତ୍ରରେ ସହଯୋଗୀମାନେ ସହଯୋଗ କରିବେ। ପ୍ରତିକାର ଗୋମତାକୁ ଖାଇବାକୁ ଦିଅନ୍ତୁ।

ମୀନ:-

ସାମାଜିକ କ୍ଷେତ୍ରରେ ନିଜର ପ୍ରତିଷ୍ଠା ପ୍ରତିପତ୍ତି ବୃଦ୍ଧି ପାଇବ। ଶୁଭ ସମ୍ବାଦ ପାଇ ମାନସିକ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ବୃଦ୍ଧିହେବସହନଶୀଳତା ଯୋଗେ ପ୍ରଶଂସା ମିଳିବ। ଶତୃନାଶ, ଋଣନାଶ ଓ ପୁରାତନ ରୋଗପୀଡ଼ାର ଉପଶମ ହେବ। ପାରିବାରିକ ଜୀବନ ସୁଖ ଶାନ୍ତିରେ କଟିବ। ବ୍ୟବସାୟରେ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତି ହେବ। କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ଆୟ ବୃଦ୍ଧିହେବ। ଅଧିକ ରୋଜଗାର କରି ଗୃହୋପକରଣ କ୍ରୟ କରି ପାରନ୍ତି। ଘରୋଇ ସଂସ୍ଥାର କାର୍ଯ୍ୟକ୍ଷେତ୍ରରେ ସଫଳତା ପାଇବେ। ସ୍ୱାସ୍ଥ୍ୟଗତ ସମସ୍ୟାର ଉନ୍ନତି ହେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 9437006746


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!