ଦୈନିକ ରାଶିଫଳ: 11 ଜୁଲାଇ 2021, ସୂର୍ଯ୍ୟଦେବଙ୍କ କୃପାରୁ ଆଜି ଏହି ରାଶିଙ୍କୁ ମିଳିବ ଶାରୀରିକ ସମସ୍ୟାରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୧ ମସିହା, ଜୁଲାଇ ମାସ ୧୧ ତାରିଖ, ରବିବାର, ମିଥୁନ ମାସ ୨୭ ଦିନ, ଆଷାଢ ମାସ, ଶୁକ୍ଳପକ୍ଷ, ପ୍ରତିପଦା ତିଥି, ସକାଳ ୭ଟା ୪୭ମିନିଟ୍ ଗତେ ଦ୍ଵିତୀୟା ତିଥି, ପୁଷ୍ୟା ନକ୍ଷତ୍ର, କର୍କଟ ରାଶିରେ ଚନ୍ଦ୍ର । ହର୍ଷଣ ଯୋଗ, ବବ କରଣ, ସକାଳ ୭ଟା ୪୭ମିନିଟ୍ ଗତେ ବାଳବ କରଣ । ମେଷ ରାଶିର ଘାତବାର । ବୋଇତିକଖାରୁ ନ ଖାଇଲେ ଭଲ । ଯୋଗିନୀ- ପୂର୍ବେ ପ୍ରାତଃ ୭ଟା ୪୭ମିନିଟ୍ ପରେ ଉତ୍ତରେ ଯାତ୍ରା ନିଷେଧ । ଶ୍ରାଦ୍ଧ ତର୍ପଣ- ଦ୍ଵିତୀୟାର ଏକୋଦ୍ଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ଅଶୁଭବେଳା- ଦିବା ୧୧ଟା ୫୨ମିନିଟ୍ ରୁ ଦିବା ୧ଟା ୩୦ମିନିଟ୍ । ଦିବା ୧୦ଟା ୧୩ମିନିଟ୍ ରୁ ଦିବା ୧୧ଟା ୫୨ମିନିଟ୍ । ରାତ୍ରି ୧ଟା ୧୩ମିନିଟ୍ ରୁ ରାତି ୨ଟା ୩୫ମିନିଟ୍ । ଶୁଦ୍ଧଶୁଭସମୟ- ପ୍ରାତଃ ୭ଟା ୪ମିନିଟ୍ ରୁ ୯ଟା ୩୯ମିନିଟ୍, ଦିବା ୧ଟା ୩୧ମିନିଟ୍ ରୁ ୨ଟା ୫୪ମିନିଟ୍, ଦିବା ୪ଟା ୪୧ମିନିଟ୍ ରୁ ୪ଟା ୪୬ମିନିଟ୍, ସନ୍ଧ୍ୟା ୬ଟା ୨୬ମିନିଟ୍ ରୁ ରାତ୍ର ୭ଟା ୫୧ମିନିଟ୍, ରାତ୍ର ୧୦ଟା ୪୮ମିନିଟ୍ ରୁ ୧୨ଟା ୫୬ମିନିଟ୍ । ପର୍ବଦିନ- ଦ୍ଵିତୀୟା ଚନ୍ଦ୍ର ଦର୍ଶନ, ପୂଜା ଓ ଅର୍ଘ୍ୟଦାନ ।

ମେଷ:-

ସହକର୍ମୀ ମାନଙ୍କ ସହ ବାଦବିବାଦର ଅବସାନ ଘଟିବ । ମିତ୍ରଙ୍କ ଦ୍ଵାରା ସହାୟତା ମିଳିବ । ବିଭିନ୍ନ ଦିଗରୁ ସାହାଯ୍ୟ ସହଯୋଗ ମିଳିବ । ଲକ୍ଷ୍ୟ ପୂରଣ ହେବାରେ କୌଣସି ଅସୁବିଧା ହେବ ନାହିଁ । କର୍ମ କ୍ଷେତ୍ରରେ ପରିସ୍ଥିତି ଯେତେ ଜଟିଳ ହେଲେ ମଧ୍ୟ କୌଣସି ଅସୁବିଧା ହେବ ନାହିଁ । ପ୍ରତେକ କ୍ଷେତ୍ରରେ ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ । ନୂଆ ଜ୍ଞାନର ବୃଦ୍ଧି ହେବ । ପ୍ରେମୀକ ପ୍ରେମିକାଙ୍କ ମିଳନ ହେବ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ବୃଷ:-

ସମ୍ମାନର ସହ ଦିନଚର୍ଯ୍ୟା ସମ୍ପାଦନ କରିବେ । କର୍ମ କ୍ଷେତ୍ରରେ ଉତ୍ତମ ରୋଜଗାର କରିପାରିବେ । ଆତ୍ମବିଶ୍ଵାସ ବୃଦ୍ଧି ପାଇବ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ । ବାଦବିବାଦ, ମାଲିମୋକଦ୍ଦମା, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ଆର୍ଥିକ ସହାୟତାରେ ପୂର୍ଣ୍ଣ ସଫଳତା ପ୍ରାପ୍ତି ହେବ । ମିତ୍ରଙ୍କ ଠାରୁ ବହୁତ ସାହାଯ୍ୟ ସହଯୋଗ ମିଳିବ । ପରିବାରରେ ସୁଖ-ଶାନ୍ତି ଯୋଗେ ସମସ୍ତ ଚିନ୍ତା ଦୂର ହେବ । ପ୍ରତିକାର- ଧଳା ରୁମାଲଟିଏ ପାଖରେ ରଖନ୍ତୁ ।

ମିଥୁନ:-

ସ୍ୱାସ୍ଥ୍ୟଗତ ସମସ୍ୟାର ଉନ୍ନତି ହେବ । କର୍ମକ୍ଷେତ୍ରରେ ପୂର୍ଣ୍ଣ ସଫଳତା ପ୍ରାପ୍ତି ହେବ । ଅଟକିଥିବା ବା ଉଧାର ଦେଇଥିବା ଟଙ୍କା ମିଳିଯିବ । କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଅନୁଷ୍ଠାନିକ କାମରେ ପ୍ରଶଂସା ମିଳିବ । ନ୍ୟାୟମାର୍ଗ ଓ ମିଷ୍ଟ ବଚନ ଯୋଗେ କେତେକ କ୍ଷେତ୍ରରେ ପ୍ରଶଂସା ପାଇବେ । ପରିବାରରେ ଆଦରପାଇ ସୁଖଭୋଗ କରିବେ । ବ୍ୟବସାୟରେ ସଫଳତା ଅର୍ଜନ କରିବେ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

କର୍କଟ:-

ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ । ରାଜକୀୟ ମାମଲାରେ ସଫଳତା ମିଳିବ । ପାରିବାରିକ ସୁଖ-ଶାନ୍ତି ବୃଦ୍ଧି ହେବ । ଆର୍ଥିକ ଲାଭ ହେବାର ସମ୍ଭାବନା ଅଛି । ଆର୍ଥିକ ସମସ୍ୟା ସମାଧାନ ହୋଇଯିବ । ଦୂରଯାତ୍ରା କରି ମନ ଖୁସି ରହିବ । ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ଯଶସ୍ୱୀ ହେବେ । ଚାକିରୀରେ ଅଫିସର୍ ଓ ସହକର୍ମୀମାନେ କାମର ପ୍ରଶଂସା କରିବେ । ଜନସମ୍ପର୍କ ସୁଦୃଢ ହେବ । ପ୍ରତିକାର- ନିମ୍ବକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ ।

ସିଂହ:-

ଚିତ୍ତପ୍ରସନ୍ନ ଯୋଗେ କାର୍ଯ୍ୟ ସିଦ୍ଧି ହେବ । ବିଦେଶ ଯାତ୍ରାରେ ଲାଭବାନ ହେବେ ଓ ଧାର୍ମିକ କାର୍ଯ୍ୟରେ ରୁଚି ବଢିବ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ । ଗୃହରେ ମାଙ୍ଗଳିକ ଶୁଭକାର୍ଯ୍ୟ ମଧ୍ୟ କରିପାରିବେ । ଛାତ୍ରଛାତ୍ରୀମାନେ ବିଦ୍ୟାରେ ସଫଳ ହେବେ । କର୍ତ୍ତବ୍ୟନିଷ୍ଠା ପରାୟଣା ହେଲେ ଯଶ, ମାନ-ସମ୍ମାନ ପ୍ରତିଷ୍ଠା ମିଳିବ । ଅନେକ ସମସ୍ୟା ଦୂରହୋଇ ଉଚ୍ଚ ଆଶାରେ ଆଗେଇବେ । ଯାହା ଚିନ୍ତା କରିବେ ତାହା ପୂରଣ ହେବ । ପ୍ରତିକାର- ଗୋମାତାକୁ ଖାଇବାକୁ ଦିଅନ୍ତୁ ।

କନ୍ୟା:-

ସମସ୍ତ ଫଇସଲା ଓ ନିର୍ଣ୍ଣୟ ବୁଦ୍ଧିମତାରେ ପରିପୂର୍ଣ୍ଣ ହେବ । କର୍ମକ୍ଷେତ୍ରରେ ଶ୍ରମ ସାର୍ଥକ ହେବ । ବ୍ୟବସାୟ କ୍ଷେତ୍ରରେ ମନ ଲାଗିବା ଦ୍ଵାରା ପ୍ରଚାର ପ୍ରସାର ପାଇଁ ଯୋଜନା କରିବେ । ମାନସିକ ଚିନ୍ତା ଦୂର ହେବ । ଉଚିତ ପନ୍ଥା ଗ୍ରହଣ କରି ରାଜନୀତିରେ କୃତକାର୍ଯ୍ୟ ହେବେ । ଶତ୍ରୁହାନି, ଉଚ୍ଚ ପ୍ରଶଂସା ଲାଭ, ଦମ୍ଭ ସାହସ ବୃଦ୍ଧି, କ୍ଷମା ଗୁଣରେ ଯଶ ପ୍ରାପ୍ତି, ସୁସମ୍ବାଦ ଶୁଣିବେ ଓ ଆର୍ଥିକ ସଙ୍କଟ ଦୂରେଇ ଯିବ । ସ୍ୱାସ୍ଥ୍ୟରେ ପରିବର୍ତ୍ତନ ହେତୁ ମନ ଓ ଚିତ୍ତ ପ୍ରସନ୍ନ ରହିବ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।

ତୁଳା:-

ଶୁଭ ସମାଚାର ମିଳିପାରେ । ମନରେଥିବା କାମନା ପୂର୍ଣ୍ଣ ହେବ । ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ । କୌଣସି ପ୍ରକାରେ ଉଚ୍ଚମାନ୍ୟତା ରକ୍ଷା କରି ଆର୍ଥିକ ସ୍ଥିତିକୁ ସୁଦୃଢ କରିପାରିବେ । ବିଦ୍ୟା କ୍ଷେତ୍ରରେ ବୀଜୟ ପ୍ରାପ୍ତ ହେବ । କାରବାର ଓ କାର୍ଯ୍ୟ ସ୍ଥିତିରେ ସୁଧାର ଆସିବାରୁ ମନ ବହୁତ ଖୁସି ରହିବ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ମିତ୍ରମାନଙ୍କ ଦ୍ଵାରା ଲାଭ ପାଇବେ । ଅପେକ୍ଷା କରିଥିବା କାର୍ଯ୍ୟରେ ଶୁଭ ସୂଚନା ମିଳିବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ବିଚ୍ଛା:-

ଅର୍ଥ ସଂପର୍କିତ ଚୁକ୍ତିପତ୍ର କଲେ ଲାଭବାନ ହେବେ । ରାଜନୈତିକ କ୍ଷେତ୍ରରେ ସହକର୍ମୀମାନଙ୍କ ସହ ଶତ୍ରୁତା ମେଣ୍ଟିଯିବା ଫଳରେ ପ୍ରବଳ ଶତୃମାନେ ଦୁର୍ବଳ ହେବେ । କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ । ବାଦବିବାଦ, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ପାରିବାରିକ ସୁଖ-ଶାନ୍ତି ବୃଦ୍ଧି ହେବ । ଧାର୍ମିକ କାର୍ଯ୍ୟପ୍ରତି ଆଗ୍ରହୀ ହେବେ । ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ ।

ଧନୁ:-

ପରିବାରରେ ଅପ୍ରୀତିକର ପରିସ୍ଥିତି ଦେଖାଦେଲେ ମଧ୍ୟ ସମସ୍ୟାକୁ ସୁଧାରିବା ପାଇଁ ଚେଷ୍ଟା କରି କୌଶଳକ୍ରମେ ସମାଧାନ କରିବେ । ଧାର୍ମିକ କାର୍ଯ୍ୟରେ ରୁଚି ବଢିବା ସହିତ ସମୟ ମଧ୍ୟ ଆନନ୍ଦମୟ ହେବ । ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ ଓ ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ । ମାନସିକ ଦୁଶ୍ଚିନ୍ତା, ପୁରାତନ ରୋଗର ପ୍ରକୋପ ସହିତ ଉଦର ପୀଡ଼ା ଦେଖା ଦେଇପାରେ । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।

ମକର:-

ଶତୃ ଓ ବିରୋଧୀମାନେ ଆପଣଙ୍କ ସାମ୍ନା କରିପାରିବେ ନାହିଁ । ଧନର ଆଗମନ ହୋଇ ଗୃହବାହନ ପ୍ରାପ୍ତି ହୋଇପାରେ । ବ୍ୟବସାୟୀମାନେ ପ୍ରଚୁର ଲାଭ ପାଇବେ । ପ୍ରେମିକ ପ୍ରେମିକାମାନେ ପରିଜନ ଓ ସାଧୁଜନପ୍ରିୟ ହେବେ । ଛାତ୍ରଛାତ୍ରୀମାନେ ଅଧ୍ୟୟନ ପାଇଁ ମନଯୋଗ ଦେବେ । ପ୍ରତେକ କ୍ଷେତ୍ରରେ ମାନସିକସ୍ଥିତି ସୁଦୃଢ ରହିବ । ରାଜନୀତିରେ ସମସ୍ତ ସମସ୍ୟା ସମାଧାନର ଆଶା ଉଜ୍ଜ୍ଵଳ ହେବ । ମଉଜ-ମସ୍ତିରେ ସମୟ କଟିପାରେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

କୁମ୍ଭ:-

ଶତୃନାଶ, ଧନପ୍ରାପ୍ତି, ମିତ୍ରଲାଭ ଓ ଉଚ୍ଚ ସମ୍ମାନ ପାଇବେ । ବ୍ୟବସାୟର ବୃଦ୍ଧି ଯୋଗେ ଆୟର ବୃଦ୍ଧିଘଟିବ ଓ ଲାଭବାନ ହେବେ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ । ରାଜନୀତିରେ ସ୍ଵନାମ ଅର୍ଜନ କରି ପାରିବେ । ସ୍ଵାସ୍ଥ୍ୟରେ ଉନ୍ନତି, ମାନସିକ ସ୍ଥିରତା, ଧୈର୍ଯ୍ୟ ଓ ବୁଦ୍ଧିବଳରେ ନିଜର କାର୍ଯ୍ୟ ହାସଲ କରିପାରିବେ । ଅର୍ଥ ସଂଗ୍ରହ ଅଭିଯାନ କରି ସଫଳତା ପାଇବେ । ଦାମ୍ପତ୍ୟ ଓ ପାରିବାରିକ ସ୍ତରରେ ଶାନ୍ତି ଶୃଙ୍ଖଳା ବଜାୟ ରହିବ । ପ୍ରତିକାର- ନୀଳରଙ୍ଗର ରୁମାଲଟିଏ ପାଖରେ ରଖନ୍ତୁ ।

ମୀନ:-

ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ । ପରିବାରରେ ମାନ ମନାନ୍ତର ଦୂର ହେବ । ବ୍ୟାପାର ଓ କାରବାରରେ ସୁଧାର ଆସିବ । ଟଙ୍କାର ଆବଶ୍ୟକତା ପୂରଣ ହେବ । ନିଜର ପ୍ରଭାବ ଓ ପରାକ୍ରମ ବୃଦ୍ଧି ପାଇବ । ମାଲିକ ବା ଅଧିକାରୀ କାମରେ ପ୍ରସନ୍ନ ରହିବେ । ନିଜର ଯୋଗ୍ୟତା ଓ କ୍ଷମତାର ବହୁତ ଲାଭ ମିଳିବ । ରାଜନୀତିରେ ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେଲେ ଉନ୍ନତି ହେବ । କିଏ ଚାହିଁଲେ ମଧ୍ୟ କୌଣସି କ୍ଷତି କରିପାରିବେ ନାହିଁ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 943700674


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!