ଦୈନିକ ରାଶିଫଳ: ୧୧ ଜୁନ୍ ୨୦୨୦, ମା ଲକ୍ଷ୍ମୀଙ୍କ କୃପାରୁ ଆଜି ଏହି ସବୁ ରାଶି ବ୍ୟକ୍ତିଙ୍କୁ ମିଳିବ ଆକସ୍ମିକ ଧନଲାଭ

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୦ ମସିହା, ଜୁନ୍ ମାସ ୧୧ ତାରିଖ, ଗୁରୁବାର, ବୃଷ ମାସ ୨୯ ଦିନ, ଆଷାଢମାସ, କୃଷ୍ଣପକ୍ଷ, ଷଷ୍ଠୀ ତିଥି, ଧନିଷ୍ଠା ନକ୍ଷତ୍ର, କୁମ୍ଭ ରାଶିରେ ଚନ୍ଦ୍ର। ତୁଳା, କୁମ୍ଭ ରାଶିର ଘାତବାର। ମିଥୁନ, ମୀନ ରାଶିର ଘାତଚନ୍ଦ୍ର। ପିତା ଦ୍ରବ୍ୟ ନ ଖାଇଲେ ଭଲ। ଶୁଭସମୟ ପ୍ରାତଃ ୫ଟା ୧୧ମିନିଟ୍ ରୁ ୬ଟା ୨ମିନିଟ୍, ସକାଳ ୯ଟା ୩୫ମିନିଟ୍ ରୁ ୧୧ଟା ୧୯ମିନିଟ୍, ସନ୍ଧ୍ୟା ୭ଟା ୬ମିନିଟ୍ ରୁ ରାତ୍ର ୯ଟା ୧୩ମିନିଟ୍।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-

ସମସ୍ତକାର୍ଯ୍ୟରେ ସଫଳତା ମିଳିବ। କାର୍ଯ୍ୟକ୍ଷେତ୍ରରେ ସଫଳତା ପାଇବା ସହ ଆଶା ଆକାଂକ୍ଷା ମହତ୍ୱାକାଂକ୍ଷା ପୂର୍ଣ୍ଣହେବ। ଘରୋଇ ସଂସ୍ଥାର କର୍ମ କ୍ଷେତ୍ରରେ ସହଯୋଗୀମାନେ ସହଯୋଗ କରିବେ ଓ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତିହେବ। ଅଚାନକ ଧନ ପ୍ରାପ୍ତିହେବ ଓ ଭବିଷ୍ୟତପାଇଁ ଯୋଜନାକରି ପୁଞ୍ଜି ନିବେସ କରିବେ। ପୁଞ୍ଜି ଲଗାଣ, ଉଦ୍ୟୋଗ, ଧନ ଆଦାନ ପ୍ରଦାନରେ ଲାଭବାନ୍ ହେବେ। ଜାଗା, ଜମି, ଗୃହସମ୍ବନ୍ଧୀୟ ସମସ୍ୟା ସହଜରେ ସମାଧାନ ହେବ। ରାଜନୈତିକ କ୍ଷେତ୍ରରେ ମାନସିକ କ୍ଷମତା ଓ ଶାରୀରିକ କାର୍ଯ୍ୟ କ୍ଷମତାରେ ବୃଦ୍ଧି ହେବ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ବୃଷ:-

ଯେଉଁ ଜିନିଷ ପାଇବା ପାଇଁ ଚିନ୍ତା କରୁଥିଲେ ତାହା ନିଶ୍ଚିତ ଭାବେ ପାଇବେ। ଉଚ୍ଚପଦସ୍ଥ ଅଫିସରମାନେ ସନ୍ତୋଷ ହେବେ। ଧନଧାନ୍ୟ, ଗୋ-ସଂପଦ, ଭୂମି, ବସ୍ତ୍ର ଆଭୂଷଣ, ବାହାନାଦି ପ୍ରାପ୍ତି ହେବ। କାର୍ଯ୍ୟକ୍ଷେତ୍ରରେ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତିହେବ। ମିତ୍ରମାନଙ୍କ ସହ ସୁସମ୍ପର୍କ ରହିବା ଫଳରେ ଅନେକ କାର୍ଯ୍ୟରେ ସଫଳ ହେବେ। ସ୍ୱାସ୍ଥ୍ୟ ଦୃଷ୍ଟିକୋଣରେ ସୁଧାର ଆସିବ। ଅଧ୍ୟୟନ, ଅଧ୍ୟାପନ, ଓ ଅନୁସନ୍ଧାନପରି କାର୍ଯ୍ୟରେ ସଫଳତା ଅର୍ଜନ କରି ଆନନ୍ଦିତ ହେବେ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ କେତେକ କ୍ଷେତ୍ରରେ ଉଚ୍ଚ ପ୍ରଶଂସିତ ହେବେ। ପ୍ରତିକାର:-ମାଦକଦ୍ରବ୍ୟଠାରୁ ଦୂରେଇ ରୁହନ୍ତୁ।

ମିଥୁନ:-

ସରକାରୀ କର୍ମକ୍ଷେତ୍ରରେ ଉନ୍ନତି ହେବା ସହ ଶତ୍ରୁମାନେ ମିତ୍ରତା ଆଚରଣ କରିବେ। ନୂତନପନ୍ଥା ଅନୁସରଣ କରିଲେ ଆର୍ଥିକ ଉନ୍ନତିହେବା ସହ ଶୁଭ ସମ୍ବାଦ ପ୍ରାପ୍ତି ହେବ। ବାଦବିବାଦ, ମାଲିମୋକଦ୍ଦମାରେ ବିଜୟୀ ହେବେ। ବ୍ୟବସାୟ କ୍ଷେତ୍ରରେ ପ୍ରତିଦ୍ୱନ୍ଦିତା ଲାଗି ରହିଲେ ବି ଆଶାତୀତ ଲାଭ ପାଇବେ। ରାଜନୈତିକ କ୍ଷେତ୍ରରେ ଆଶା ଆକାଂକ୍ଷା ଓ ମହତ୍ୱାକାଂକ୍ଷା ପୂର୍ଣ୍ଣହେବ। ବିଦ୍ୟାରେ ଉନ୍ନତି ହେବ। ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବା ଫଳରେ ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭ ହେବ।ରାସ୍ତା ଘାଟରେ ଯଥେଷ୍ଠ ସତର୍କ ହୋଇ ଚଳପ୍ରଚଳ ହେବା ଅତ୍ୟନ୍ତ ଜରୁରୀ। ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ।

କର୍କଟ:-

ଆଧ୍ୟାତ୍ମିକ, ଧାର୍ମିକ ଓ ସାମାଜିକ କାର୍ଯ୍ୟ ସଂସ୍ଥାରେ ସାମିଲ ହେବେ। ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ ପ୍ରଶଂସା ପାଇବେ। ବିବାଦବିବାଦ, ମାଲିମକଦ୍ଦମାରେ ସଫଳତା ମିଳିବ। ଅଫିସରେ ଅଟକି ରହିଥିବା କାମ ଗୁଡିକ ସୁରୁଖୁରୁରେ ସମ୍ପନ୍ନ ହେବ। ଖାଦ୍ୟପେୟ ପ୍ରତି ବିଶେଷ ଧ୍ୟାନଦେଇ ବ୍ୟାୟାମ କରିବା ଆବଶ୍ୟକ। ନୂତନ ଗୃହୋପକାରଣ ଦ୍ରବ୍ୟ କ୍ରୟ କରିବା ଫଳରେ ସ୍ଵାମୀ ସ୍ତ୍ରୀ ମଧ୍ୟରେ ଭୁଲ୍ ବୁଝାମଣା ହୋଇପାରେ। କୌଣସି ଶୁଭ କାର୍ଯ୍ୟ ଆରମ୍ଭ କରିବା ଅନୁଚିତ। ଆପଣା ଲୋକଙ୍କ ମଧ୍ୟରୁ କେହି କ୍ଷୟକ୍ଷତି ଘଟାଇବାର ଉଦ୍ୟମ କରି ପାରନ୍ତି। ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

ସିଂହ:-

ବ୍ୟବସାୟରେ ସଫଳତା ଅର୍ଜନ ତଥା ଆତ୍ମବିଶ୍ୱାସ ବୃଦ୍ଧି ପାଇବା ସହ ମାନସିକ ଅଶାନ୍ତି ଦୂର ହେବ। ବିଭିନ୍ନ କାର୍ଯ୍ୟରେ ଗୁରୁ ଦାୟିତ୍ୱ ବହନ କରିବେ। ଦୈବୀ କୃପା ଫଳରେ ପୁରୁଣା ସମସ୍ୟାର ସମାଧାନ ହୋଇଯିବ। ପତିପତ୍ନିଙ୍କ ମଧ୍ୟରେ ଥିବା ମତାନ୍ତର ଦୂରେଇ ଯିବ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ଉନ୍ନତି ପାଇଁ ପ୍ରୟାସ ରତ ହେବେ। ଯେକୌଣସି କାର୍ଯ୍ୟ କରିବେ ଭବିଷ୍ୟତ ପାଇଁ କ୍ୟାରିୟର ଉନ୍ନତି ହେବ। ପ୍ରିୟଜନ ଓ ବନ୍ଧୁ ମିତ୍ରଙ୍କ ସମାଗମରେ ସମୟ ବିତିବା ସହ ମାନ ସମ୍ମାନ ବୃଦ୍ଧି ହେବ। ରାଜନୀତିରେ ଉନ୍ନତି ହେବ। ପ୍ରତିକାରମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

କନ୍ୟା:-

ସାମାଜିକ ପ୍ରତିଷ୍ଠା ମାନସମ୍ମାନ ବୃଦ୍ଧି ହେବ। ରାଜନୀତି କ୍ଷେତ୍ରରେ ପଦ ପଦବୀ ଲାଭ ହେବା ସହ ସମ୍ମାନଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ। କୋର୍ଟ କଚେରୀ ମାମଲାରେ ବିଜୟୀ ହେବେ। ଜାଗା, ଜମି, ଉଚ୍ଚସ୍ତରୀୟ ବାହନ, ଓ ସ୍ୱର୍ଣ୍ଣ ଅଳଙ୍କାର କ୍ରୟ କରି ପାରିବେ। ନୂତନ କାର୍ଯ୍ୟରେ ହାତଦେଇ କୃତ କାର୍ଯ୍ୟ ହେବେ ଓ ପ୍ରିୟବନ୍ଧୁ ଆର୍ଥିକ ସହାୟତାର ହାତ ବଢେଇବେ। ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି, ସମ୍ମାନ ବୃଦ୍ଧି, କର୍ମୋନ୍ନତି ବାସସ୍ଥାନ ପ୍ରାପ୍ତି ହେବ। ପରିବାରର ଆବଶ୍ୟକତା ପୂରଣ ଦିଗରେ ମନ ନିବେଶ କରିବେ। ଛାତ୍ରଛାତ୍ରୀମାନଙ୍କ ଅଧ୍ୟୟନ କ୍ଷେତ୍ରରେ ସୁନାମ ଅର୍ଜନ କରିବେ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ତୁଳା:-

ସାହିତ୍ୟ, କଳା କ୍ଷେତ୍ରରେ ଉଚ୍ଚ ପ୍ରଶଂସା ପାଇବେ। ପାରିବାରିକ ଜୀବନରେ ସୁବିଧା ବାଦକୁ ଆପଣେଇ ନେଇ ସଫଳ ହେବେ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ। ଧର୍ମ କାର୍ଯ୍ୟପ୍ରତି ମନ ବଳାଇ କିଛି ଅର୍ଥ ବ୍ୟୟ କରିବେ। କିଛି ଅସୁବିଧା ନଥିଲେ ମଧ୍ୟ କର୍ମକ୍ଷେତ୍ରରେ କୌଣସି କାରଣକୁ ନେଇ ଟେନସନ୍ ଲାଗିବ। ଶିକ୍ଷା କ୍ଷେତ୍ରରେ ପରିଶ୍ରମ ନ ବଢାଇଲେ ଉତ୍ତମ ରୂପେ ଲକ୍ଷ୍ୟ ସିଦ୍ଧି ସମ୍ଭବ ହେବ ନାହିଁ। ଟଙ୍କ। ପଇସା ପ୍ରତି ଅତ୍ୟନ୍ତ ସତର୍କ ରହିବାକୁ ପଡିବ। ସତର୍କତା ଅବଲମ୍ବନ ନକଲେ ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ।

ବିଚ୍ଛା:-

କର୍ମକ୍ଷେତ୍ରରେ ଉଚ୍ଚାଧିକାରୀ ଓ ସହକର୍ମୀଙ୍କ ସହ ବାଦ ବିବାଦ ମେଣ୍ଟିଯିବ। ବନ୍ଧୁ ମିତ୍ର ନିକଟ ସମ୍ପର୍କୀୟ ବ୍ୟକ୍ତି ଆର୍ଥିକ ସାହାଯ୍ୟ କରିବେ। ବ୍ୟବସାୟରେ ଭାଗିଦାରମାନେ ପାଦ ସହିତ ପାଦ ମିଶେଇ ବେପାର ବୃଦ୍ଧି କରିବେ। ସ୍ଥଗିତଥିବା କର୍ମଟି ଓ ଆଶା କରୁଥିବା କାମଟି ବନ୍ଧୁଙ୍କ ଦ୍ଵାରା ସହଜ ସୁବିଧାରେ ହୋଇଯିବ। ପ୍ରତିଯୋଗିତା ପରୀକ୍ଷାରେ ସାଙ୍ଗ ସାଥିମାନେ ସାହାଯ୍ୟ ସହଯୋଗ କରିବେ। ପରିବାରରେ ମହତ୍ୱପୂର୍ଣ୍ଣ କାର୍ଯ୍ୟକରି ପ୍ରଶଂସିତ ହେବେ। ବିବେକ ବୁଦ୍ଧି ଖଟେଇ ଉଚିତ୍ମାର୍ଗରେ ଗତିକରିବାର କ୍ଷମତା ଜନ୍ମହେବ। ଅଫିସରେ ବନ୍ଧୁଙ୍କ ସାହାଯ୍ୟ ଓ ଅବଦାନ ଅବିସ୍ମରଣୀୟ ରହିବ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ଧନୁ:-

ସରକାରୀ ସାହାଯ୍ୟ ପାଇବାର ସୁଯୋଗ ହାତ ପାହାନ୍ତାରେ ପହଞ୍ଚିବ। ସାମ୍ବାଦିକ ମାନଙ୍କର ପଦମର୍ଯ୍ୟାଦା ବୃଦ୍ଧି ପାଇବ। ବରିଷ୍ଠବ୍ୟକ୍ତି ଉଚ୍ଚାଧିକାରୀଙ୍କ ସହ ସମ୍ବନ୍ଧ ଦୃଢ଼ୀଭୂତ ହେବ। ବ୍ୟବସାୟ କ୍ଷେତ୍ରରେ ପ୍ରସାର, ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ। ଲୋକସମ୍ପର୍କ, ସମାଜସେବା, ଧାର୍ମିକ ଅନୁଷ୍ଠାନରେ ଲାଭ ପାଇବେ। ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବା ପାଇଁ ମନ ବଳେଇବେ। ଦୃଢ ସଂକଳ୍ପ ଦ୍ଵାରା କ୍ଷମତା ହାସଲ କରିବେ ଓ ପ୍ରିୟଜନମାନେ ଖୁସିର ସନ୍ଦେଶ ଅର୍ପଣ କରିବେ। ବିଦ୍ୟାରେ ଉନ୍ନତି ହେବା ଫଳରେ ଉଚ୍ଚ ପ୍ରଶଂସିତ ହେବେ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମକର:-

ସନ୍ତାନ ପକ୍ଷର ଚିନ୍ତା ଦୂର ହେଇଯିବ। କର୍ମକ୍ଷେତ୍ରରେ ସହଯୋଗ ପ୍ରାପ୍ତି ହେବା ଯୋଗେ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତି ହେବ। ସାମାଜିକ କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ। ନୂତନବନ୍ଧୁଙ୍କୁ ପାଇ ଖୁସୀ ଅନୁଭବ କରିବେ। ପ୍ରତିଯୋଗିତା ପରିକ୍ଷାରେ ଉତ୍ତିର୍ଣ୍ଣ ହେବେ। ମିତ୍ରମାନଙ୍କ ସହ ସୁସମ୍ପର୍କ ରହିବା ଫଳରେ ଅନେକ କାର୍ଯ୍ୟରେ ସଫଳ ହେବେ। ଶିକ୍ଷାକ୍ଷେତ୍ରରେ ପ୍ରତ୍ୟେକ ପ୍ରତିବନ୍ଧକକୁ ଦୃଢ଼ତାର ସହ ଖଣ୍ଡନ କରିବେ। ବ୍ୟବସାୟ ପରିଚାଳନାଗତ ସମସ୍ୟା ନେଇ ପ୍ରିୟବନ୍ଧୁ ଆର୍ଥିକ ସହାୟତାର ହାତ ବଢେଇବେ। ପରିବାରରେ ନିଜକୁ ନିୟନ୍ତ୍ରଣ ମଧ୍ୟରେ ରଖି ପାରିବେ। ପ୍ରତିକାର ଗୋମାତାକୁ ଖାଇବାକୁ ଦିଅନ୍ତୁ।

କୁମ୍ଭ:-

କର୍ମ କ୍ଷେତ୍ରରେ ସୁଯୋଗ ପାଇଲେ ମଧ୍ୟ ସଦ୍ବ୍ୟବହାର କରିବା କଷ୍ଟ ହେବ। ବ୍ୟବସାୟ କ୍ଷେତ୍ରରେ ନିଜର କର୍ତ୍ତୁତ୍ଵ ଜାରି ରଖି ଶ୍ରମିକ ଓ କର୍ମଚାରୀଙ୍କୁ ପ୍ରଭାବିତ କରିବା ଫଳରେ, ପ୍ରଗତିର ବେଗ ତ୍ଵରାନ୍ୱିତ ହେବ। ଅନେକ ସମସ୍ୟାର ସମାଧାନ ହୋଇ, ପରିବାରରେ ହସ ଖୁସିର ବାତାବରଣ ଖେଳିଯିବ। ରାଜନୀତି କ୍ଷେତ୍ରରେ ବ୍ୟକ୍ତିତ୍ଵ ଓ ପ୍ରତିଭା ବଳରେ ଲୋକପ୍ରିୟତା ଅର୍ଜ୍ଜନକରି ପାରିବେ। ଖାଦ୍ୟପେୟ ପ୍ରତି ବିଶେଷ ଧ୍ୟାନଦେଇ ବ୍ୟାୟାମ କରିବା ଆବଶ୍ୟକ। ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍। ସତର୍କତା ଅବଲମ୍ବନ ନକଲେ ସ୍ୱାସ୍ଥ୍ୟ ସମସ୍ୟା ସେତେଟା ଭଲ ରହିବ ନାହିଁ। ପ୍ରତିକାର କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ମୀନ:-

କାର୍ଯ୍ୟକ୍ଷେତ୍ରରେ ସଫଳତା ପାଇ ଗୃହସ୍ଥ ଜୀବନ ସୁଖ ଶାନ୍ତିରେ କଟିବ। କର୍ମ କ୍ଷେତ୍ରରେ ସୁଯୋଗ ପାଇଲେ ମଧ୍ୟ ସଦ୍ବ୍ୟବହାର କରିବା କଷ୍ଟ ହେବ। ବାଦବିବାଦ, ମାଲିମୋକଦ୍ଦମାରୁ ନିବୃତ ହେବା ଶ୍ରେୟସ୍କର ହେବ। ରାଜନୈତିକ କ୍ଷେତ୍ରରରେ ସ୍ଥିତି ସୁଦୃଢ ହେବା ସହ କାର୍ଯ୍ୟଭାର ବୃଦ୍ଧି ହେବ। ବ୍ୟବସାୟରେ ଆୟ ବୃଦ୍ଧି ହୋଇ ଉତ୍ତମ ରୋଜଗାର ହେଲେ ମଧ୍ୟ ଗୃହୋପକରଣ କ୍ରୟ କରିବା ଯୋଗେ କିଛି ବ୍ୟୟ କରିବେ। ଅନ୍ୟର ଉପକାର କରି ନିଜେ କ୍ଷତିରେ ପଡିବେ। ସତର୍କତା ଅବଲମ୍ବନ ନକଲେ କିଛି କାରଣ ନଥାଇ ବଦନାମ୍ ବା ମିଛ କେଶ୍ ରେ ଫଶିଯାଇ ପାରନ୍ତି। ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9437006746


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!