ଆଜି କେମିତି ରହିବ ଆପଣଙ୍କ ଦିନ : ୧୧ ଜୁନ୍ ୨୦୧୮

ଶେୟାର କରନ୍ତୁ ଅନ୍ୟମାନକ ସହିତ

ଦୈନିକ ରାଶିଫଳ: ୧୧ ଜୁନ୍ ୨୦୧୮

ମେଷ:–

ପ୍ରତିଯୋଗିତା ଓ ପରୀକ୍ଷାରେ କୃତକାର୍ଯ୍ୟ ହୋଇ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ। ବ୍ୟବସାୟ ପ୍ରସାର ଫଳରେ ବହୁତ ବଡ଼ ମୁନାଫା ଉଠେଇ ପାରିବେ। କର୍ମକ୍ଷେତ୍ରରେ ନୂତନଜାଗାର ନିମନ୍ତ୍ରଣ ଆସିବ। ମହିଳାମାନେ କେତେକକ୍ଷେତ୍ରରେ ଉଚ୍ଚାକାଂକ୍ଷା ପୂର୍ତ୍ତି ନିମନ୍ତେ କଠିନ ପରିଶ୍ରମ କରିବାକୁ ପଡ଼ିବ। ସନ୍ତାନଙ୍କ ସ୍ୱାସ୍ଥ୍ୟରେ ଅଚାନକ ଅବନତି ହେବ। ରାଜନୀତି କ୍ଷେତ୍ରରେ ସଫଳତା ଏବଂ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ। ପ୍ରତିକାର- ଲାଲ୍ ରଙ୍ଗର ବସ୍ତ୍ର ପରିଧାନ କରନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:–

କର୍ମକ୍ଷେତ୍ରରେ ପ୍ରସିଦ୍ଧି, ସାମାଜିକସ୍ଥିତି, ମାନସମ୍ମାନ ପାଇଁ କଠିନ ପରିଶ୍ରମ କରିବେ। ଜାଗା, ଜମି ଓ ଅନ୍ୟ ବ୍ୟବସାୟକ୍ଷେତ୍ରରେ ଅନେକଦିନ ଧରି ଚାଲିଥିବା ଦ୍ୱନ୍ଦ୍ୱର ସମାଧାନ ହେବ। ମହିଳାମାନଙ୍କର ଭାଇ, ବନ୍ଧୁ, ମିତ୍ର ଓ ସହକର୍ମୀମାନଙ୍କ ସହିତ ମତଭେଦ ସମାପ୍ତହେବ। ରାଜନୀତି କ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା ଓ ଆତ୍ମବିଶ୍ୱାସ ବୃଦ୍ଧିପାଇବ। ପରିବାରରେ ମାତା ପିତାଙ୍କସହ କଳହ ସୃଷ୍ଟିହେବ। ପ୍ରତିକାର: ପଙ୍ଗୁ ଭିକାରୀଙ୍କୁ ଖାଇବାକୁ ଦିଅନ୍ତୁ  ।

<< ଓଡିଆ କ୍ୟାଲେଣ୍ଡର ୨୦୧୮ >>> | <<< Janma Patrika>>>

ମିଥୁନ:–

ସରକାରୀ କର୍ମଚାରୀମାନେ ଉତ୍ତମ କାର୍ଯ୍ୟ କରି ପଦୋନ୍ନତି ପାଇବେ। ପରୀକ୍ଷା ପ୍ରତିଯୋଗିତା, ଓ ସାକ୍ଷାତ୍କାରରେ ବିଜୟୀ ହୋଇ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ। ଅବିବାହିତ ଯୁବକ-ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ।  ପାରିବାରିକ ଓ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ରାଜନୀତି କ୍ଷେତ୍ରରେ ସାମାଜିକ କଲ୍ୟାଣ ଓ ଜୀବନସ୍ତର ପରିବର୍ତ୍ତନର ଉଦ୍ୟମ କରିବେ। ପ୍ରତିକାର- ସବୁଜରଙ୍ଗର ରୁମାଲ ପାଖରେ ରଖନ୍ତୁ।

କର୍କଟ:–

ତେଜରାତି, ସୁନା, ରୂପା, ଅଳଙ୍କାର ଇତ୍ୟାଦି, ଲୌହ ଜାତୀୟ ଦ୍ରବ୍ୟ କାଷ୍ଠ ଉପକରଣ ଇତ୍ୟାଦି ଧାତୁ ପଦାର୍ଥ କ୍ରୟ ବିକ୍ରୟ କରୁଥିବା ବ୍ୟବସାୟୀମାନେ ଲାଭବାନ ହେବେ। କର୍ମକ୍ଷେତ୍ରରେ ମାନସମ୍ମାନ ବୃଦ୍ଧିହେବ। ଛାତ୍ର-ଛାତ୍ରୀମାନେ ପାଠ ପଢ଼ାରେ ମନଯୋଗ ଦେବେ। ପରିବାରରେ ସୁସ୍ଥ ବାତାବରଣ ଜାରି ରହିବ ଯାହାଫଳରେ ପରସ୍ପରକୁ ସାହାଯ୍ୟ ସହଯୋଗକରି ଗଠନମୂଳକ ଦିଗପ୍ରତି ଆଗ୍ରହି ହେବେ। ପ୍ରତିକାର:- ଗୁଡ଼ ରୁଟି ଗାଈକୁ  ଖାଇବାକୁ ଦେବେ।  

ସିଂହ:–

ଆୟ ଉପାର୍ଜନ ମଧ୍ୟମ ଧରଣର ହେବ। ଏକ ବିରାଟ କାର୍ଯ୍ୟର ସଂକଳ୍ପ ନେବେ ଯାହା ଫଳରେ ଆର୍ଥିକ କ୍ଷେତ୍ରରେ ଟଣା ଟଣି ପରିସ୍ଥିତି ଦେଖାଦେବ। ପ୍ରତିଯୋଗୀତା ପରୀକ୍ଷା ଅଥବା ବିଭାଗୀୟ ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବେ। ସରକାରୀ କର୍ମଚାରୀମାନେ କର୍ମ କ୍ଷେତ୍ରରେ ଅଶାନ୍ତି ଭୋଗିବେ ଓ କାର୍ଯ୍ୟ କ୍ଷେତ୍ରରେ ପରିବର୍ତ୍ତନ ହେବ। ପାରିବାରିକ ଅଶାନ୍ତି ସୃଷ୍ଟି ହେବ। ପ୍ରତିକାର:- ଷଣ୍ଢକୁ କିଛିଖାଦ୍ୟ ଖୁଆନ୍ତୁ।

କନ୍ୟା:–

ଆୟ ଉପାର୍ଜ୍ଜନରେ ବାଧା ପ୍ରାପ୍ତିହେବ। ବ୍ୟବସାୟ ଓ କ୍ୟାରିଅର କ୍ଷେତ୍ରରେ ପରିବର୍ତ୍ତନ ଆସିବ। କୌଣସି ଯୋଜନା ପୂର୍ବରୁ ଚିନ୍ତା କରିବା ନିହାତି ଆବଶ୍ୟକ। ମାନସିକ ବିଷାଦ, ଦାମ୍ପତ୍ୟକଳହ, ଭୟ  ଆଶଙ୍କା ଗ୍ରସ୍ତ ହେବେ। ବ୍ୟବସାୟରେ ଲାଭ ଅପେକ୍ଷା କ୍ଷତି ଅଧିକ ହେବ। ଶାରିରୀକ ଅସୁସ୍ଥତା ଦେଖା ଦେବ। ପରୀକ୍ଷା ପ୍ରତିଯୋଗିତା, ଓ ସାକ୍ଷାତ୍କାରରେ ଅଶାନ୍ତିହେବେ। ପ୍ରତିକାର:-  ଗାଈକୁ ରୁଟି ଓ ଗୁଡ଼ ଖାଇବାକୁ ଦିଅନ୍ତୁ।

ତୁଳା:–

ବ୍ୟବସାୟରେ ସଫଳତା ଅର୍ଜନ ତଥା ଦୂରଯାତ୍ରାର ସୁଯୋଗ ପାଇବେ। ରାଜନୀତି କ୍ଷେତ୍ରରେ ଧାର୍ମିକ କାର୍ଯ୍ୟ କ୍ଷେତ୍ରରେ ଅଂଶ ଗ୍ରହଣ କରିବେ। କର୍ମକ୍ଷେତ୍ରରେ ଆତ୍ମବିଶ୍ୱାସ ବୃଦ୍ଧି ପାଇବ। ପାରିବାରିକକ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ। ନିର୍ମାଣ ମୂଳକ ଯୋଜନାରେ ଆଗେଇବେ। ବକେୟା ଅର୍ଥ ଆଦାୟହେବ, ଋଣମୁକ୍ତି ହେବେ। ମହିଳାମାନଙ୍କର ମାନସିକ ଦୁଶ୍ଚିନ୍ତା, ଶତ୍ରୁବାଧା ଦୂରେଇ ଯିବ। ପ୍ରତିକାର:- କୁକୁରକୁ ଖାଦ୍ୟ ଦିଅନ୍ତୁ।  

ବିଛା:–

ଜମିଜମା ସଂକ୍ରାନ୍ତୀୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ। ଦୃଢ଼ ଆତ୍ମବିଶ୍ୱାସ  ଦ୍ୱାରା ସମସ୍ତବାଧା ବିଘ୍ନକୁ ଅତିକ୍ରମକରି ଆଗକୁବଢ଼ିବାର ଯୋଜନା ସଫଳହେବ। କର୍ମଜୀବୀ ମାନଙ୍କ ପାଇଁ ସହକର୍ମୀ ଓ ପଦାଧିକାରୀମାନେ ଖୁସି ରହିବେ। ଆର୍ଥିକକ୍ଷେତ୍ରରେ ଉନ୍ନତିହେବ। ବ୍ୟବସାୟ ପ୍ରସାର ଫଳରେ  ଅତ୍ୟଧିକ ଲାଭହେବ। ପ୍ରତିଯୋଗୀ ପରୀକ୍ଷା, ବିଭାଗୀୟ ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବେ। ପ୍ରତିକାର: ପଙ୍ଗୁ ଭିକାରୀଙ୍କୁ ଖାଇବାକୁ ଦିଅନ୍ତୁ।

ଧନୁ:–

ପାରିବାରିକ କ୍ଷେତ୍ରରେ କ୍ରୋଧକୁ ଦମନକରି ହସଖୁସିର ବାତାବରଣ ସୃଷ୍ଟି ହେବ। କରଜର ମାତ୍ରା ହ୍ରାସ ପାଇବ। ପ୍ରେମିକ-ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳତା ପାଇବେ। ଛାତ୍ର-ଛାତ୍ରୀମାନେ ପାଠ ପଢ଼ାରେ ମନଯୋଗ ଦେବେ। ରାଜନୀତି କ୍ଷେତ୍ରରେ ଭ୍ରମଣକାଳରେ କ୍ଲେଶ, ସହକର୍ମୀଙ୍କସହ ବିବାଦ ସୃଷ୍ଟିହେବ। ଅର୍ଥ ସଂପର୍କିତ ଚୁକ୍ତିପତ୍ର ବର୍ଜନ କରନ୍ତୁ। ପ୍ରତିକାର :- ଭିକାରୀକୁ ନିରାଶ ନକରିକିଛି ଦାନ ଦିଅନ୍ତୁ  ।

ମକର:–

କର୍ମକ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା ଓ ମାନ-ସମ୍ମାନ ବୃଦ୍ଧି ହେବ। ପ୍ରେମିକ-ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳତା ପାଇବେ। ଛାତ୍ର-ଛାତ୍ରୀମାନେ ପାଠ ପଢ଼ାରେ ମନଯୋଗ ଦେବେ। ବ୍ୟବସାୟ କ୍ଷେତ୍ରରେ ଅପ୍ରତ୍ୟାଶିତ ଘଟଣା ଘଟି ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ। ମହିଳାମାନଙ୍କର ର୍ଧୈର୍ଯ୍ୟ ଓ ସହନଶୀଳତା କାଏମ ରହିବ। ରାଜନୀତି କ୍ଷେତ୍ରରେ ସାମାଜିକ ପତିଆରା ଅମଳିନ ରହିବ। ପ୍ରତିକାର- କୁଷ୍ଠରୋଗୀଙ୍କୁ ଖାଇବାକୁ ଦିଅନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy

Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988

କୁମ୍ଭ:–

ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ।  ବ୍ୟବସାୟକ୍ଷେତ୍ରରେ ଜମିଜମା ସଂକ୍ରାନ୍ତୀୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ। ରାଜନୀତି କ୍ଷେତ୍ରରେ ଆନ୍ତରିକ ମୂଲ୍ୟାଙ୍କନର ଅନୁଭୂତି ଜାଗ୍ରତହେବ।   କର୍ମକ୍ଷେତ୍ରରେ ମାନସମ୍ମାନ ବୃଦ୍ଧିହେବ। ମହିଳାମାନଙ୍କର ପରିବାରରେ ସୁସ୍ଥ ବାତାବରଣ ଜାରି ରହିବ।   ଛାତ୍ର-ଛାତ୍ରୀମାନେ ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ବିଜୟୀହେବେ। ପ୍ରତିକାର:- ପଙ୍ଗୁ ଭିକାରୀଙ୍କୁ ଖାଦ୍ୟ ଦିଅନ୍ତୁ।

ମୀନ:–

କର୍ମକ୍ଷେତ୍ରରେ କମ୍ ପରିଶ୍ରମରେ ଆଶାଜନକ ଫଳ ପ୍ରାପ୍ତିହେବ। ଛାତ୍ର-ଛାତ୍ରୀମାନେ ପ୍ରତିଯୋଗିତା ଓ ପରୀକ୍ଷାରେ କୃତକାର୍ଯ୍ୟ ହେବେ। ପାରିବାରିକ ଜୀବନ ସୁଖମୟ ହେବ। ବ୍ୟବସାୟରେ ସଫଳତା ଅର୍ଜନ ତଥା ଦୂରଯାତ୍ରାର ସୁଯୋଗ ପାଇବେ। ରାଜନୀତି କ୍ଷେତ୍ରରେ ଧାର୍ମିକ କାର୍ଯ୍ୟକର୍ମରେ ଅଂଶ ଗ୍ରହଣ କରିବେ ଓ ଆତ୍ମବିଶ୍ୱାସ ବୃଦ୍ଧି ପାଇବ। ପ୍ରତିକାର: କୁକୁରକୁ ଖାଦ୍ୟଦିଅନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!