ଦୈନିକ ରାଶିଫଳ: ୧୧ ଜୁନ୍ ୨୦୧୯, ମା ମଙ୍ଗଳାଙ୍କ କୃପାରୁ ଆଜି ଏହି ସବୁ ରାଶି ବ୍ୟକ୍ତିଙ୍କୁ ଆକସ୍ମିକ ଧନ ପ୍ରାପ୍ତିର ଯୋଗ ଅଛି

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-

ରାଜନୀତିରେ ସ୍ଵାର୍ଥରକ୍ଷା କରି କଠିନ ପରିଶ୍ରମ କରିବାକୁ ପଡିବ। ଅଧସ୍ତନ କର୍ମୀ ଓ ନିମ୍ନବର୍ଗଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରିବେ। ମାଲିମୋକଦ୍ଦମାରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ। କର୍ମକ୍ଷେତ୍ରରେ ନିମ୍ନ ବର୍ଗୀୟ ବ୍ୟକ୍ତି ବିଶେଷଙ୍କଠାରୁ ବିଶେଷ ଲାଭବାନ ହେବେ। ପ୍ରତ୍ୟକ୍ଷ ଓ ପରୋକ୍ଷ ଶତ୍ରୁତା ଓ ଈର୍ଷାପରାୟଣ ବ୍ୟକ୍ତିଙ୍କ ଦ୍ଵାରା ପୂରସ୍କୃତ ହେବେ। ସୁସ୍ଥ ମାନସିକତା ରକ୍ଷାକରି ବ୍ୟବସାୟ କ୍ଷେତ୍ରରେ ଆଶାତୀତ ଲାଭ ପାଇବେ। କୋର୍ଟ କଚେରୀ ମାମଲାରେ ଉନ୍ନତିର ଛକ ଉପରେ ପଦାର୍ପଣ କରି । ପ୍ରତିକାର- ଶିବମନ୍ଦିରରେ କଞ୍ଚାକ୍ଷୀର ଢାଳି ପାଦୁକ ପାନ କରନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-

କର୍ମ କ୍ଷେତ୍ରରେ ଉଚ୍ଚଅଧିକାରୀ ଓ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ କର୍ମୋନ୍ନତିର ସୂଚନା ପାଇବେ। ରାଜନୀତି କ୍ଷେତ୍ରରେ ମାନସମ୍ମାନ ଓ ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ। ପାରିବାରିକ ସୁଖ-ଶାନ୍ତି ବୃଦ୍ଧି ହେବ। ଆର୍ଥିକ ଲାଭ ହେବାର ସମ୍ଭାବନା ଅଛି। ଚାକିରୀରେ ଅଫିସର୍ ଓ ସହକର୍ମୀମାନେ କାମର ପ୍ରଶଂସା କରିବେ। ରାଜକୀୟ ମାମଲାରେ ସଫଳତା ମିଳିବ। ପାରିବାରିକ କ୍ଷେତ୍ରରେ ଭୁଲ ବୁଝାମଣା, ରାଗରୁଷା, ମାନଅଭିମାନ, କଳହ ଇତ୍ୟାଦି ଅଳ୍ପ ବହୁତ ଦେଖାଦେଲେ ମଧ୍ୟ କୁ ପ୍ରଭାବ ପଡିବ ନହିଁ। ହଠାତ୍ କାହାର ଡକରା ପାଇ ଯାତ୍ରା କରିବାକୁ ବାଧ୍ୟ ହେବେ। ପ୍ରତିକାର- ଅସହାୟକୁ ନିରାଶ କରିବେ ନାହିଁ।

ମିଥୁନ :-

ଜନସମ୍ପର୍କ ସୁଦୃଢ ହେବ। ଯାହା ଚିନ୍ତା କରିଛନ୍ତି ଆଜି ତାହା ପୂରଣ କରିବାକୁ ଚେଷ୍ଟା କରିବେ। ମାନସିକ ଚିନ୍ତା ଦୂର ହେବ। ସ୍ଵାସ୍ଥ୍ୟରେ ପରିବର୍ତ୍ତନ ହେବ। ଗୃହରେ ମାଙ୍ଗଳିକ ଶୁଭକାର୍ଯ୍ୟ କରିପାରିବେ। ସାଧାରଣ ଲୋକମାନେ ଆପଣଙ୍କ ବାଣୀ ଓ ଯୋଗ୍ୟତାରେ ପ୍ରଭାବିତ ହେବେ। ଯେଉଁ କ୍ଷେତ୍ରରେ ନିବେଶ କରିଲେ ଲକ୍ଷ୍ମୀଙ୍କ କୃପା ପ୍ରାପ୍ତି ହେବ। ପ୍ରତିଯୋଗୀତା ପରୀକ୍ଷା ମାଲିମୋକଦ୍ଦମାରେ ବିଜୟ ପ୍ରାପ୍ତ ହେବ। କାରବାର ଓ କାମ-କାର୍ଯ୍ୟ ସ୍ଥିତିରେ ସୁଧାର ଆସିବାରୁ ମନ ବହୁତ ଖୁସି ରହିବ। ବିଦ୍ୟାଧ୍ୟୟନ ସମ୍ବନ୍ଧିୟ ଶୁଭ ସମାଚାର ପ୍ରାପ୍ତ ହେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କର୍କଟ:-

ଯଶ, ମାନ-ସମ୍ମାନ ପ୍ରତିଷ୍ଠା ମିଳିବ। ବିଦ୍ୟା କ୍ଷେତ୍ରରେ ମଧ୍ୟ ସଫଳତା ମିଳିବ। ଶତୃମାନେ ଦୂର ହେବେ। କମିଶନ କାର୍ଯ୍ୟରେ ଲାଭ ହେବାର ସମ୍ଭାବନା ଅଛି। ସରକାରୀ କ୍ଷେତ୍ରରେ ସଫଳତା ମିଳିବ। ଆଜି ରୋଜଗାରରେ ଉନ୍ନତି ହେବ। ସଠିକ୍ ଚିନ୍ତା ଓ ଧୈର୍ଯ୍ୟ ସାହସ ଦ୍ଵାରା ହୋଇପାରୁ ନଥିବା କାମକୁ କରି ଦେଖାଇବେ। ସ୍ୱାସ୍ଥ୍ୟରେ ପରିବର୍ତ୍ତନ ହେତୁ ମନ ଓ ଚିତ୍ତ ପ୍ରସନ୍ନ ରହିବ। ମିତ୍ରମାନଙ୍କ ଦ୍ଵାରା ଲାଭ ମିଳିବ। ନିଜ ଲୋକମାନେ ହିଁ କାମରେ ଆସିବେ। ବ୍ୟାପାର ଓ ବ୍ୟବସାୟରେ ଉନ୍ନତି ହେବ। କୌଣସି ମହତ୍ଵପୂର୍ଣ୍ଣ ବ୍ୟକ୍ତିଙ୍କ ସହିତ ଭେଟ ହେବ। ପ୍ରତିକାର- ଅସହାୟକୁ ନିରାଶ କରିବେ ନାହିଁ।

ସିଂହ:-

ପ୍ରିୟଜନମାନେ ଆଗକୁ ବଢିବାରେ ସାହାଯ୍ୟ କରିବେ। ଧାର୍ମିକ କାର୍ଯ୍ୟରେ ରୁଚି ବଢିବ।  ପାର୍ଟି ବା ସମାରୋହରେ ସମ୍ମିଳିତ ହେବାକୁ ପଡିପାରେ। କଥାବାର୍ତ୍ତା ଓ ଚତୁରତା ହେତୁ ବିଗିଡିଥିବା କର୍ମଟିକୁ ସଜାଡି ପାରିବେ। ଶତୃ ଓ ବିରୋଧୀମାନେ ଆପଣଙ୍କ ସାମ୍ନା କରିପାରିବେ ନାହିଁ। ଧନର ଆଗମନ ହୋଇପାରେ। କୌଣସି ନୂତନ କର୍ମ କରିବାକୁ ଚାହୁଁଥିଲେ ସେଥିରେ ବିଜୟଶ୍ରୀ ମିଳିବ। କର୍ମକ୍ଷେତ୍ରରେ ଦାଇତ୍ଵ ବଢିବ। କୌଣସି ରୋଚକ ବା ଜ୍ଞାନବର୍ଦ୍ଧକ ସାହିତ୍ୟ ପ୍ରତି ମନ ବଳାଇବେ। ଆଧ୍ୟାତ୍ମିକ ଓ ଧର୍ମ କାର୍ଯ୍ୟରେ ଲିପ୍ତ ରହିବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କନ୍ୟା:-

ସମ୍ପତ୍ତି ସମ୍ବନ୍ଧିତ ଶୁଭ ସମାଚାର ଶୁଣିବାକୁ ମିଳିବ। ନୂତନ ବସ୍ତୁ କ୍ରୟ କରିପାରିବେ। ଜୀବନରେ ନୂଆଲକ୍ଷ ପୂରଣ କରିବା ପାଇଁ ସାହାଯ୍ୟ ସହଯୋଗ ମିଳିବ। ଗୁରୁଜନଙ୍କ ସେବା ଓ ସହମତିରେ ଆଗକୁ ବଢିପାରିବେ। ସମସ୍ତ ଫଇସଲା ଓ ନିର୍ଣ୍ଣୟ ବୁଦ୍ଧିମତାରେ ପରିପୂର୍ଣ୍ଣ ହେବ। ପରିଶ୍ରମ ଓ ମେହନତର ପରିଣାମ ମିଳିବ। ନିଜର କ୍ଷମତା ଓ ଯୋଗ୍ୟତାକୁ ବହୁତ ଉପଯୋଗ କରିବେ। ରାଜନୀତି ମାମଲାରେ ସଫଳତା ମିଳିବ। ସେୟାର ବଜାରରେ ପୁଞ୍ଜି ନିବେଶ କରିଲେ ବହୁତ ଧନ ପ୍ରାପ୍ତ ହେବ। କୌଣସି ନୂତନ ବନ୍ଧୁ ବ୍ୟକ୍ତିଙ୍କ ସହିତ ଭେଟ ହେବ। ପ୍ରତିକାର- ଅସହାୟକୁ ନିରାଶ କରିବେ ନାହିଁ।

ତୁଳା:-

ଆଧ୍ୟାତ୍ମିକ କ୍ଷେତ୍ରରେ ଉନ୍ନତି ହେବ। ସରକାରୀ କାମରେ ସଫଳତା ମିଳିବ। ପାରିବାରିକ ମାମଲା ବହୁତ ସହଜ  ସରଳହେବ। ସ୍ୱାସ୍ଥ୍ୟ ଭଲ ରହିବ। ବହୁତ ଦିନରୁ ଚିନ୍ତା କରୁଥିବା କାମ ଅଳ୍ପ ପ୍ରୟାସରେ ପୂର୍ଣ ହୋଇଯିବ। ରାଜନୀତିରେ ଉନ୍ନତି ହେବ। ମିତ୍ରଙ୍କ ଦ୍ଵାରା ସହାୟତା ମିଳିବ। କାମ-କାର୍ଯ୍ୟ ବିଷୟକୁ ନେଇ ବହୁତ ଯାତ୍ରା କରିବେ। କଷ୍ଟରୁ ଅତିକଷ୍ଟରେ କାର୍ଯ୍ୟ ହାସଲ କରିବାକୁ ଚେଷ୍ଟା କରିବେ। ନୂଆ କାମ କିଛି ଆରମ୍ଭ କରି ପାରନ୍ତି। ଶତୃ ଓ ବିରୋଧୀମାନେ ମଧ୍ୟ କିଛି କ୍ଷତି କରିପାରିବେ ନାହିଁ। ହସ ଖୁଶିର ପରିବେଶ ସୁନ୍ଦର ହୋଇ ପାରେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ବିଚ୍ଛା:-

ନିଜ ଦକ୍ଷତାରୁ ଉଚ୍ଚ ସମ୍ମାନ ପାଇବେ ଏବଂ ବୁଦ୍ଧିଜୀବୀ ମାନଙ୍କ ସାନ୍ନିଧ୍ୟରେ ଆସିବେ। ଅଫିସ୍ ପରିସ୍ଥିତି ଯେତେ ଜଟିଳ ଥିଲେମଧ୍ୟ ସମାଧାନ କରି ପ୍ରଶଂସିତ ହେବେ। ପାରିବାରିକସ୍ତର ହସ ଖୁସିରେ କଟିବ। ପାରିବାରିକ ସୁଖ ସମ୍ପନ୍ନତା ଲାଭ ହେବ ଏବଂ ମହିଳାମାନେ ସନ୍ତାନ ସନ୍ତତି ମାନଙ୍କଖୁସିରେ ଆନନ୍ଦିତ ହେବେ। ଗୁରୁଜନଙ୍କ ସହାନୁଭୁତି ଉପଲବ୍ଧ ହେବ ଓ ସାମାଜିକ ସ୍ଥିତି ଓ ମାନସମ୍ମ।ନ ବଜାୟ ରହିବ। ଅଟକି ଥିବା କାର୍ଯ୍ୟ ସଫଳତା ପୂର୍ବକ ସମ୍ପନ୍ନ ହେବ। ସ୍ୱାସ୍ଥ୍ୟ ଉତ୍ତମ ରହିବ। ବାସ ଗୃହ ଓ ଯାନବାହାନର କେତେକ ସମସ୍ୟାର ସମାଧାନ ହେବ। ପ୍ରତିକାର- ଶିବମନ୍ଦିରରେ କଞ୍ଚାକ୍ଷୀର ଢାଳି ପାଦୁକ ପାନ କରନ୍ତୁ।

ଧନୁ:-

ଯଥେଷ୍ଟ ଆର୍ଥିକ ଉନ୍ନତି ଘଟିବ ଓ କର୍ମକ୍ଷେତ୍ରରେ ଶୁଭ ଫଳ ପାଇବେ। ପୈତୃକ ସମ୍ପତ୍ତିକୁ ନେଇ ବାଦ-ବିବାଦ ଲାଗି ରହିଥିଲେ ଆଜି ତାହାର ସମାଧାନ କରିପାରିବେ। ବ୍ୟବସାୟରେ ପ୍ରଚୁର ଲାଭହେବ। ସମ୍ପର୍କୀୟ ଜଣେ ବନ୍ଧୁ ସାହାଯ୍ୟ ସହଯୋଗ କରିବେ। ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ। ପରିବାରରେ ଆର୍ଥିକ ସମସ୍ୟା ସମାଧାନ ହୋଇଯିବ। କର୍ମ କ୍ଷେତ୍ରରେ ସ୍ଥାନାନ୍ତର ଓ ମତାନ୍ତର ଭୟ ଦୂରେଇ ଯିବ। ବ୍ୟବସାୟ ବାଣିଜ୍ୟ ଓ ପରିବହନ କ୍ଷେତ୍ରରେ ସୁଫଳ ପ୍ରାପ୍ତିହେବ ଓ ଦୂରଯାତ୍ରାର ସୁଯୋଗ ପାଇବେ। ମହିଳାମାନେ ନୂତନ ବନ୍ଧୁଙ୍କୁ ପାଇ ଖୁସୀହେବେ। ପ୍ରତିକାର- ଅସହାୟକୁ ନିରାଶ କରିବେ ନାହିଁ।

ମକର:-

କୌଶଳ ପ୍ରୟୋଗ କରି ସମସ୍ତ ପ୍ରକାର ଅଭିଳାଷ ପୂରଣ କରିବାକୁ ଚେଷ୍ଟା କରିବେ। ରାଜନୈତିକ କ୍ଷେତ୍ରରେ ପ୍ରଶଂସିତ ହେବେ। ଦୂରଯାତ୍ରାରେ ସଫଳ ହେବେ। ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବେ। ରାଜନୀତିରେ ଫାଇଦା ଉଠାଇବେ। ବ୍ୟବସାୟ ପାଇଁ ଦୂରଯାତ୍ରା କରି ମନ ଖୁସି ରହିବ। ବିଦ୍ୟାରେ ଉନ୍ନତି କରିବେ। ଲୋକସମ୍ପର୍କ, ସମାଜସେବା, ଧାର୍ମିକ ଅନୁଷ୍ଠାନରେ ଲାଭ ପାଇବେ। କିଛି ନୂତନ କର୍ମ ଆରମ୍ଭ କରି ନିକଟ ସମ୍ପର୍କୀୟଙ୍କଠାରୁ ପ୍ରଶଂସିତ ହେବେ। ବନ୍ଧୁବାନ୍ଧବ ମାନେ ଆର୍ଥିକ କ୍ଷେତ୍ରରେ ସାହାଯ୍ୟ ସହଯୋଗ କରିବେ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

କୁମ୍ଭ:-

କର୍ମକ୍ଷେତ୍ରରେ ଚିନ୍ତା କରିଥିବା କାମ ଗୁଡିକ ଠିକ୍ ଭାବେ ସଂପୂର୍ଣ୍ଣ ହେବ। କେତେକ କ୍ଷେତ୍ରରେ ସୁବିଧା ଓ ସମ୍ମାନ ପାଇବେ। ଦୀର୍ଘ ସମୟରୁ ପ୍ରତୀକ୍ଷା କରିଥିବା ଖବର ପାଇ ଖୁସି ହେବେ। କୌଣସି ଗୁରୁତ୍ୱପୂର୍ଣ୍ଣ ନିସ୍ପତି ନେବା ପୂର୍ବରୁ ପରିବାର ସହ ଆଲୋଚନା କରିବା ଉଚିତ୍ । ଶତୃମାନେ ଦୂରେଇ ଯିବେ। ଅପେକ୍ଷା କରିଥିବା କାମର ଶୁଭସୂଚନା ମିଳିବ। ପଢାପଢିରେ ମାନସିକ ଶାନ୍ତି ମିଳିବ। ହାତକୁ ନେଇଥିବା କାର୍ଯ୍ୟଟି ପାଇଁ କଠିନ ପରିଶ୍ରମ କରିବାକୁ ପଡିବ। ଶୁଭକାମ କରି ପ୍ରଶଂସିତ ହେବେ। ସାହିତ୍ୟଚର୍ଚ୍ଚା ଓ ସଭାସମିତିରେ ସଫଳତା ମିଳିବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମୀନ:-

ପାରିବାରିକ ସ୍ନେହ ସହାନୁଭୁତି ପ୍ରାପ୍ତି ହେବ। ଶତୃମାନେ ମଥାନତ କରିବେ। ପୁରାତନ ରୋଗର ଉପସମ ଓ ବନ୍ଧୁ ସମାଗମ ହେବ। ପଡା-ପଡୋଶୀ ବନ୍ଧୁ ମିତ୍ରଙ୍କ ବ୍ୟବହାରରେ ମନ ସନ୍ତୁଷ୍ଟ ହୋଇପାରେ। କେତେକ କର୍ମରେ ସଫଳତା ପ୍ରାପ୍ତି ହେବ। ସାମାଜିକ ସ୍ତରରେ ସମ୍ମାନ ଲାଭ କରିବେ। ପରିବହନରେ ବିଶେଷ ଲାଭବାନ ହେବେ।କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ। ପୁରାତନ ରୋଗପ୍ରତି ସାବଧାନ ରହିଲେ ଭଲ। ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ। ଦାମ୍ପତ୍ୟ ସୁଖରେ ମଧୁରତା ଆସିବ ଓ ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ ସମ୍ବନ୍ଧରେ ଅଧିକ ଘନିଷ୍ଠତା ହେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!