ଦୈନିକ ରାଶିଫଳ: 11 ଜୁନ 2021, ମା ସନ୍ତୋଷୀଙ୍କ କୃପାରୁ ଆଜି ଏହି ରାଶି ବ୍ୟକ୍ତିଙ୍କୁ ମିଳିବ କିଛି ବଡ ଖବର

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୧ ମସିହା, ଜୁନମାସ ୧୧ ତାରିଖ, ଶୁକ୍ରବାର, ବୃଷମାସ ୨୮ ଦିନ, ଜ୍ୟେଷ୍ଠମାସ, ଶୁକ୍ଳପକ୍ଷ, ପ୍ରତିପଦାତିଥି, ମୃଗଶିରା ନକ୍ଷତ୍ର, ମିଥୁନ ରାଶିରେ ଚନ୍ଦ୍ର । ବିଛା, ଧନୁ, ମୀନ ରାଶିର ଘାତବାର । କନ୍ୟା ରାଶିର ଘାତଚନ୍ଦ୍ର । ପାଣିକଖାରୁ ନ ଖାଇଲେ ଭଲ, ସନ୍ଧ୍ୟା ୬ଟା ୩୦ମିନିଟ୍ ପରେ ବୋଇତି କଖାରୁ ନ ଖାଇଲେ ଭଲ । ଶୁଭସମୟ- ପ୍ରାତଃ ୬ଟା ୫ମିନିଟ୍ ରୁ ୬ଟା ୫୫ମିନିଟ୍, ଦିବା ୧୨ଟା ୧୩ମିନିଟ୍ ରୁ ୨ଟା ୪୯ମିନିଟ୍, ସନ୍ଧ୍ୟା ୬ଟା ୨୨ମିନିଟ୍ ରୁ ରାତ୍ର ୮ଟା ୩୦ମିନିଟ୍, ରାତ୍ର ୧୨ଟା ୫୨ମିନିଟ୍ ରୁ ୩ଟା ୧ମିନିଟ୍ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-

ଧାର୍ମିକ ସାହିତ୍ୟ ପଢିବା ପାଇଁ ରୁଚି ବୃଦ୍ଧି ହେବ । ଘର ପରିବାରକୁ ପ୍ରାଥମିକତା ଦେବେ । ଜୀବନସାଥିଙ୍କ ସ୍ୱାସ୍ଥ୍ୟ ଉତ୍ତମ ରହିବ । ବ୍ୟବସାୟ କ୍ଷେତ୍ରରେ ପରିସ୍ଥିତି ଯେତେ ଜଟିଳ ହେଲେ ମଧ୍ୟ କୌଣସି ଅସୁବିଧା ହେବ ନାହିଁ । ରାଜନୀତି କ୍ଷେତ୍ରରେ ସଠିକ୍ ଚିନ୍ତା ଓ ଧୈର୍ଯ୍ୟ ସାହସ ଦ୍ଵାରା ହୋଇପାରୁ ନଥିବା କାମକୁ କରି ପାରିବେ । ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ମନ ନିବେଶ କରିବେ । ସନ୍ତାନ ସନ୍ତତିଙ୍କ ତରଫରୁ ଆଶାବାଦୀ ହେବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ବୃଷ:-

ସମସ୍ତଙ୍କ ପ୍ରତି ସକରାତ୍ମକ ଚିନ୍ତା ଆଗକୁ ବଢିବାରେ ସାହାଯ୍ୟ କରିବ । କେତେକ କ୍ଷେତ୍ରରେ ଉଚ୍ଚାକାଂକ୍ଷ୍ୟା ପୂର୍ତ୍ତି ନିମନ୍ତେ କଠିନ ପରିଶ୍ରମ କରିବାକୁ ପଡିବ । ସନ୍ତାନଙ୍କର ଉନ୍ନତିରେ ଉତ୍ସାହିତ ହେବେ । ଆକସ୍ମିକ ଅର୍ଥଲାଭ, ସୁନାମପ୍ରାପ୍ତି ଓ ସମ୍ମାନ ବୃଦ୍ଧି ହେବ । ବ୍ୟବସାୟରେ ଅଧିକ ଲାଭ ହେବା ଫଳରେ ମାନସିକ ଶାନ୍ତି ଓ ଋଣଭାର ଲାଘବ ହେବ । କର୍ମକ୍ଷେତ୍ରରେ ଉଚ୍ଚାଧିକାରୀ ଓ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ ପ୍ରଶଂସା ପାଇବେ । ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ ।

ମିଥୁନ:-

ଶିକ୍ଷା କ୍ଷେତ୍ରରେ ଆଶା କରୁଥିବା ଖବର ପାଇ ଖୁସୀ ହୋଇ ଯିବେ । ଶରୀର ସୁସ୍ଥ ରହିବ । ସାମାଜିକ ସ୍ତରରେ ପ୍ରଶଂସିତ ହେବେ । ବନ୍ଧୁ ମିତ୍ର ଓ ସହକର୍ମୀଙ୍କ ଠାରୁ ଆଶାତୀତ ସହଯୋଗ ମିଳିବ । କାର୍ଯ୍ୟ ଦକ୍ଷତା ପ୍ରଦର୍ଶନ କରି, ତଳୁ ଉପର ସ୍ତରଯାଏ ଆଦର୍ଶ ସ୍ଥାନ ଗ୍ରହଣ କରିବେ । ପାରିବାରିକ ତିକ୍ତତା ଦୂର ହୋଇ ଶାନ୍ତିପୂର୍ଣ୍ଣ ବାତାବରଣ ରହିବ । ରାଜନୀତି କ୍ଷେତ୍ରରେ ସୁ ସମ୍ପର୍କ ସ୍ଥାପନ କରି ନିଜର ଭାବମୂର୍ତ୍ତିକୁ ଉଜ୍ଜ୍ଵଳତର କରିବାର ସାମର୍ଥ୍ୟ ବଢିବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

କର୍କଟ:-

ସମସ୍ତ ବାଧାକୁ ସଂଘର୍ଷ କରି ଆଗକୁ ବଢି ପାରିବେ । ଆଚାର ବ୍ୟବହାର କଥାବାର୍ତ୍ତାରେ ନିୟନ୍ତ୍ରଣ ନ ରହିଲେ କୌଣସି ଭୁଲ୍ କାମ କରି ଅନୁତାପ କରି ପାରନ୍ତି । ଆମୋଦ ପ୍ରମୋଦ, ଆଡମ୍ବରରେ ଆଗ୍ରହ ବଢିବ । ବ୍ୟକ୍ତିଗତ ସୁଖ, ଦୁଃଖ ତଥା ମନର ଭାବ କେହି ଠିକ୍ ଭାବେ ଠଉରେଇ ପାରିବେ ନାହିଁ । ଛାତ୍ରଛାତ୍ରୀମାନଙ୍କର ଦକ୍ଷତାକୁ କେନ୍ଦ୍ରକରି ଉଚ୍ଚମାନ୍ୟତାରେ ବୃଦ୍ଧି ହେବ । ରାଜନୈତିକ କ୍ଷେତ୍ରରେ ସାବଧାନତା ପୂର୍ବକ ପାଦ ବଢେଇବା ବୁଦ୍ଧିମତାପୂର୍ଣ୍ଣ ହେବ । ପ୍ରତିକାର:- କଦଳୀଗଛ ମୂଳରେ ହଳଦୀପାଣି ଢାଳନ୍ତୁ ।

ସିଂହ:-

ସାମାଜିକ ସ୍ତରରେ କମ୍ ପରିଶ୍ରମରେ ଆଶାଜନକ ଫଳ ପାଇବେ । ସ୍ୱାସ୍ଥ୍ୟରେ ପରିବର୍ତ୍ତନ ହେତୁ ମନ ଓ ଚିତ୍ତ ପ୍ରସନ୍ନ ରହିବ । ଆତ୍ମୀୟ ମିତ୍ରଙ୍କ ସାହାଯ୍ୟରେ ବନ୍ଦ ଥିବା କାର୍ଯ୍ୟ ଚାଲୁ କରିବାକୁ ସକ୍ଷମ ହେବେ । କାର୍ଯ୍ୟ କ୍ଷେତ୍ରରେ ନୂତନ ଯୋଜନା ପାଇଁ ସହଯୋଗ ମିଳିବ । ସନ୍ତାନମାନଙ୍କ ଉନ୍ନତି ପାଇଁ ଆନନ୍ଦିତ ହେବେ । ସରକାରୀ ସାହାଯ୍ୟ ସହଯୋଗ ହାତଛଡା ହେବାର ନାହିଁ । ବ୍ୟବସାୟୀ ମାନଙ୍କର କାରବାର ବୃଦ୍ଧି ହେବା ଫଳରେ ଆଶାତୀତ ଲାଭାପାଇବେ । ପ୍ରତିକାର- ତୁଲସୀ ମୂଳ ମାଟି ଧାରଣ କରନ୍ତୁ ।

କନ୍ୟା:-

ସାମ୍ବାଦିକ ମାନଙ୍କର ପଦ ମର୍ଯ୍ୟାଦା ବୃଦ୍ଧି ପାଇବ । ବିତିଯାଇଥିବା ମାମଲାରେ ବନ୍ଧୁଙ୍କ ସାହାଯ୍ୟ ଦ୍ଵାରା ସଫଳତା ମିଳିବ । ଫୋନ, ମୋବାଇଲ୍, ଇଣ୍ଟରନେଟ୍ ରେ ପୁରୁଣା ମିତ୍ରଙ୍କ ଦ୍ଵାରା ଶୁଭ ସମାଚାର ଶୁଣିବାକୁ ମିଳିବ । ନୂଆଲକ୍ଷ ନିର୍ଦ୍ଧାରିତ କରିବା ପାଇଁ ମନ ଲଗାଇ କାର୍ଯ୍ୟ କରିବେ । ପ୍ରେମ ପ୍ରସଙ୍ଗରେ ସଫଳତା ମିଳିବ । ଯୋଜନା ମୁତାବକ କାମ କଲେ କୌଣସି ପ୍ରକାର ଅସୁବିଧା ହେବ ନାହିଁ । ସତର୍କତା ଅବଲମ୍ବନ କରିବା ଉଚିତ୍ । ପ୍ରତିକାର- ପକ୍ଷୀଙ୍କୁ କିଛିଦାନା ଖାଇବାକୁ ଦିଅନ୍ତୁ ।

ତୁଳା:-

ସମୟ ଅତ୍ୟନ୍ତ ଅନୁକୂଳ ହୋଇଥିବାରୁ ନିଶ୍ଚିତ ରୂପରେ ଯୋଜନାବଦ୍ଧ କର୍ମରେ ସଫଳତା ମିଳିବ । ଆୟଉପାର୍ଜନ ଓ ପ୍ରତିଷ୍ଠାରେ ଅପ୍ରତ୍ୟାଶିତ ତେଜ ଆସିବା ଫଳରେ କାମରେ ବିକାସ ହେବା ସହ ବନ୍ଦ ହୋଇଥିବା ବେପାର ପୁଣି ଚାଲୁ କରି ପାରିବେ । ପରିବାରରେ ସାଧାରଣ ପରିବର୍ତ୍ତନ ଘଟି ଆଶା ଆକାଂକ୍ଷା ପୂର୍ତ୍ତି ଘଟିବ । ପ୍ରେମ କ୍ଷେତ୍ରରେ ଦୁଃସାହସିକ ପଦକ୍ଷେପ ନେଇ ଆତ୍ମନିର୍ଭର ଶୀଳ ହେବେ । କର୍ମକ୍ଷେତ୍ରରେ ସମ୍ମାନ ଓ ପ୍ରତିଷ୍ଠା ପାଇ ଅସ୍ଥିରତା ସମ୍ପୂର୍ଣ ଦୂର ହେବ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।

ବିଚ୍ଛା:-

ଘର ପରିବାରରେ କୌଣସି ଖୁସି ପ୍ରସଙ୍ଗ ଆସି ଅନେକ ଦିନର ଅଭିଳାଷ ପୂରଣ ହେବ । ବ୍ୟବସାୟରେ ସାହାଯ୍ୟ ସହଯୋଗ ପାଇ ଲାଭବାନ ହେବେ । ପ୍ରେମ ପ୍ରସଙ୍ଗରେ ସଫଳତା ମିଳିବ । କୌଣସି କାମରେ ବିଶେଷଜ୍ଞତା ହାସଲ କରିବେ । ଅଧ୍ୟୟନରେ ଅଧିକ ପରିଶ୍ରମ କରିବା ଆବଶ୍ୟକ । ଲୋକମାନଙ୍କ ସହିତ ଜଗିରଖି କଥାବାର୍ତ୍ତା କରିଲେ ବହୁତ ଭଲହେବ । ସତର୍କ ନହେଲେ ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ଧନୁ:-

ଫୋନ୍ ଦ୍ଵାରା କୌଣସି ମହତ୍ଵପୂର୍ଣ୍ଣ ସୂଚନା ବା ସନ୍ଦେଶ ପ୍ରାପ୍ତ ହେବାର ସମ୍ଭାବନା ଅଛି । ବିଦ୍ୟାର୍ଥୀମାନେ ବଂଧୁଙ୍କଠାରୁ ଶୁଭ ସମାଚାର ଶୁଣି ଉତ୍ସାହିତ ହେବେ । ବ୍ୟବସାୟୀ ମାନଙ୍କର କାରବାର ବଢିବା ସହ ମନମୁତାବକ ଲାଭବାନ ହେବାର ସମ୍ଭାବନା ଅଛି । ପ୍ରେମୀକ ପ୍ରେମିକାଙ୍କ ସମସ୍ୟା ନିଶ୍ଚିତ ରୂପେ ସମାଧାନ ହୋଇଯିବ । ଈର୍ଷାପରାୟଣ ବ୍ୟକ୍ତିମାନେ କଟୁ ବଚନ ଶୁଣେଇବେ । ପରକଥାରେ ପଡି ପରିବାରରେ କଳହ ସୃଷ୍ଟି ହେବ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ମକର:-

ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ । ଆର୍ଥିକ ସମସ୍ୟା ନିଶ୍ଚିତ ରୂପେ ସମାଧାନ ହୋଇଯିବ ଉତ୍ତମ କାର୍ଯ୍ୟ କରି ପ୍ରଶଂସା ପାଇବେ । ଅଧ୍ୟୟନ, ଅନୁସନ୍ଧାନ, ଲେଖନ ଆଦି କାର୍ଯ୍ୟରେ ପରିଶ୍ରମର ପୁରା ଲାଭ ମିଳିବ । କର୍ମକ୍ଷେତ୍ରରେ ମାନସମ୍ମାନ, ଯଶ, କୀର୍ତ୍ତି ପ୍ରତିଷ୍ଠା ପ୍ରତିପତ୍ତି ବୃଦ୍ଧି ହେବା ସହ ପଦୋନ୍ନତିର ଶୁଭସୂଚନା ପାଇ ପାରନ୍ତି । ପରିବାରରେ ଅନ୍ୟ ସଦସ୍ୟଙ୍କ ସହ ମନୋରଞ୍ଜନ ଓ ହସଖୁସିରେ ସମୟ ବ୍ୟତୀତ ହେବ । ପ୍ରତିକାର- ତୁଲସୀ ମୂଳ ମାଟି ଧାରଣ କରନ୍ତୁ ।

କୁମ୍ଭ:-

ସନ୍ତାନ ସମ୍ବନ୍ଧୀୟ ଚିନ୍ତା ଦୂର ହୋଇଯିବ । ପ୍ରିୟବନ୍ଧୁ ଆର୍ଥିକ ସହାୟତାର ହାତ ବଢେଇବେ । ପୁରାତନ ଶତୃମାନେ ଦୂରେଇ ଯିବା ଫଳରେ ମାନସିକଶାନ୍ତି ଅନୁଭବ କରିବେ । ପ୍ରେମ ପ୍ରସଙ୍ଗରେ ନିଶ୍ଚିତ ରୂପରେ ସଫଳତା ମିଳିବ । ନୂତନବନ୍ଧୁଙ୍କ ଆଗମନ ହେବ । ରାଜନୀତି କ୍ଷେତ୍ରରେ ଲୋକଙ୍କ ସମ୍ପର୍କରେ ରହିବେ । ଦୁର୍ବଳ ବା ବୃଦ୍ଧ ଲୋକମାନଙ୍କୁ ସାହାଯ୍ୟ କରିବା ପାଇଁ ହାତ ବଢେଇବେ । ବହୁତ ପରିଶ୍ରମ କଲେ ବ୍ୟବସାୟ ବୃଦ୍ଧି ହେବ । ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ ।

ମୀନ:-

ବେମାର, ବୃଦ୍ଧଜନ ଓ ଅଶକ୍ତ ଲୋକଙ୍କୁ ସହଯୋଗ କରିବା ପାଇଁ ହାତ ବଢେଇବେ । ବିଦ୍ୟାଧ୍ୟୟନ କ୍ଷେତ୍ରରେ ସଫଳତା ମିଳିବ । ବ୍ୟବସାୟୀମାନେ ଧୈର୍ଯ୍ୟଧରୀ ପରିଶ୍ରମ ନ କଲେ ବ୍ୟବସାୟକୁ ରକ୍ଷା କରିବା କାଠିକର ପାଠ ହେବ । କଠିନ ପରିଶ୍ରମ ହେତୁ ଶାରିରୀକ ଓ ମାନସିକ କଷ୍ଟ ଭୋଗି ପାରନ୍ତି । କର୍ମ କ୍ଷେତ୍ରରେ ସୁଯୋଗ ପାଇଲେ ମଧ୍ୟ ସଦ୍ବ୍ୟବହାର କରିବା କଷ୍ଟ ହେବ । ଜାଗା ଜମିବାଡ଼ି ନେଇ ସମସ୍ୟା ଦେଖାଦେଇ ପାରେ । ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 943700674


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!