୨୦୨୨ ମସିହା, ଜୁନମାସ ୧୧ତାରିଖ, ଶନିବାର, ବୃଷମାସ ୨୮ଦିନ, ଜ୍ୟେଷ୍ଠମାସ ଶୁକ୍ଳପକ୍ଷ, ଏକାଦଶୀତିଥି ପ୍ରାତଃ ୫ଟା ୪୫ମିନିଟ୍ ପରେ ଦ୍ଵାଦଶୀ ତିଥି କ୍ଷୟ, ସ୍ଵାତୀ ନକ୍ଷତ୍ର, ତୁଳା ରାଶିରେ ଚନ୍ଦ୍ର । ପରିଘ ଯୋଗ । ବିଷ୍ଟି କରଣ ପ୍ରାତଃ ୫ଟା ୪୫ମିନିଟ୍ ପରେ ବବ କରଣ । ବୃଷ, ସିଂହ, କନ୍ୟା ରାଶିର ଘାତବାର । ଶିମ୍ବ, ଆମିଷ ନ ଖାଇଲେ ଭଲ, ପ୍ରାତଃ ୫ଟା ୪୫ମିନିଟ୍ ପରେ ପୋଇ, ମସୁରଡାଲି ନ ଖାଇଲେ ଭଲ । ଯୋଗିନୀ- ଆଗ୍ନେୟେ ପ୍ରାତଃ ୫ଟା ୪୫ମିନିଟ୍ ପରେ ନୈଋତେ ଯାତ୍ରା ନିଷେଧ । ଶ୍ରାଦ୍ଧତର୍ପଣ- ଦ୍ଵାଦଶୀର ଏକୋଦ୍ଧିଷ୍ଟ ଓ ପାର୍ବଣ ଶ୍ରାଦ୍ଧ ।
ଅଶୁଭସମୟ- ପ୍ରାତଃ ୫ଟା ୧୦ମିନିଟ୍ ରୁ ୬ଟା ୪୯ମିନିଟ୍, ଦିବା ୧ଟା ୨୫ମିନିଟ୍ ରୁ ୩ଟା ୪ମିନିଟ୍, ଦିବା ୪ଟା ୪୨ମିନିଟ୍ ରୁ ସନ୍ଧ୍ୟା ୭ଟା ୪୨ମିନିଟ୍, ରାତ୍ର ୩ଟା ୪୯ମିନିଟ୍ ରୁ ୫ଟା ୧୧ମିନିଟ୍ । ଶୁଭସମୟ- ଦିବା ୧୦ଟା ୮ମିନିଟ୍ ରୁ ୧୨ଟା ୧୧ମିନିଟ୍, ଦିବା ୩ଟା ୫ମିନିଟ୍ ରୁ ୩ଟା ୪୨ମିନିଟ୍, ରାତ୍ର ୭ଟା ୪୩ମିନିଟ୍ ରୁ ୭ଟା ୪୭ମିନିଟ୍, ରାତ୍ର ୧୧ଟା ୨୫ମିନିଟ୍ ରୁ ୧ଟା ୩୩ମିନିଟ୍, ରାତ୍ର ୩ଟା ୨ମିନିଟ୍ ରୁ ୩ଟା ୪୮ମିନିଟ୍ । ପର୍ବଦିନ- ସ୍ମାର୍ତ୍ତସମ୍ମତ ନିର୍ଜଳା ଏକାଦଶୀ, ଜଳ କ୍ରିଡା, ଚମ୍ପକ ଦ୍ଵାଦଶୀ, କୁର୍ମାବତାର ଜୟନ୍ତୀ, ଆଦିଶକ୍ତି ଗାୟତ୍ରୀ ଜୟନ୍ତୀ ।
ମେଷ:-ସ୍ୱାସ୍ଥ୍ୟଗତ ସମସ୍ୟାର ଉନ୍ନତି ହେବ । ରାଜନୀତିରେ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତି ହେବ । କୌଣସି ଜଟିଳ ସମସ୍ୟାର ସମାଧାନ ହୋଇ ଯେ କୌଣସି କାର୍ଯ୍ୟରେ ହାତ ଦେଲେ ସଫଳତା ମିଳିବ । ସରକାରୀ କର୍ମଚାରୀ ମାନଙ୍କର ଉପରିସ୍ଥ ଅଧିକାରୀଙ୍କ ସହିତ ମନାନ୍ତର ମତାନ୍ତର କଟି ଯିବ । ପରିବାରରେ ସୁଖଶାନ୍ତି ଯୋଗେ ସମସ୍ତ ଚିନ୍ତା ଦୂର ହେବ । ଶତୃମାନେ ପରାଜିତ ହେବେ ଓ ନୂଆ ନିଯୁକ୍ତିର ସୁଯୋଗ ପାଇବେ । ପ୍ରତିକାର- ଆମିଷ ସେବନ କରନ୍ତୁ ନାହିଁ ।
ବୃଷ:-ସମାଜ ସେବାରେ ସ୍ଵନାମ ଅର୍ଜନ କରିପାରିବେ । ରାଜନୀତିରେ ପ୍ରତିକୂଳ ପରିସ୍ଥିତି ଦୂରେଇଯିବ ଓ ନିଜ ଚେଷ୍ଟାରେ କାର୍ଯ୍ୟରେ ସଫଳତା ମିଳିବ । କଳେବଳେ କୌଶଳରେ ସମସ୍ତ ପ୍ରକାର ଅଭିଳାଷ ପୂରଣ ହେବ । ପରିବାରରେ ଆତ୍ମବିଶ୍ଵାସ ବୃଦ୍ଧି ପାଇବା ଫଳରେ ଉତ୍ତମ ରୋଜଗାର କରିପାରିବେ । ଛାତ୍ର ଛାତ୍ରୀମାନେ ପଢ଼ା ପଢ଼ିରେ ମନଯୋଗ ନ ଦେଇ ଅଯଥାରେ ସମୟ ନଷ୍ଟ କରି ପାରନ୍ତି । ମିତ୍ରମାନଙ୍କ ଦ୍ଵାରା ଲାଭ ମିଳିବ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।
ମିଥୁନ:-ସ୍ୱାସ୍ଥ୍ୟରେ ଉନ୍ନତି ପରିଲିକ୍ଷିତ ହେବା ସହ ମାନସିକଶାନ୍ତି ପାଇବେ । ନ୍ୟାୟମାର୍ଗ ଓ ମିଷ୍ଟ ବଚନ ଯୋଗେ ପ୍ରବାସରେ ମଧ୍ୟ କେତେକ କ୍ଷେତ୍ରରେ ଉନ୍ନତିକର ହେବ । ରୋଜଗାର ସମସ୍ୟା ସୁଧୁରି ଯାଇ ଧନ ଲାଭ ହେବାରୁ ମନ ଖୁସି ରହିବ । ବ୍ୟବସାୟୀକ କ୍ଷେତ୍ରରେ ଉନ୍ନତି ହେବା ସହ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତି ହେବ । ପାରିବାରିକ କ୍ଷେତ୍ରରେ ସ୍ନେହସଦ୍ଭାବର ବୃଦ୍ଧିହେବ । କାର୍ଯ୍ୟ ପୁରଣ ହୋଇ ସମୟ ହସ ଖୁସିରେ ବିତିବ । ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ ।
କର୍କଟ:-ସନ୍ତାନମାନଙ୍କ ପାଇଁ ମାନସିକ ଚିନ୍ତା ଦୂର ହେବ । ଧାର୍ମିକ କାର୍ଯ୍ୟରେ ମନ ବଳାଇବେ । ପରିବାରରେ ଅପ୍ରୀତିକର ପରିସ୍ଥିତି ଦେଖାଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ । କର୍ମକ୍ଷେତ୍ରରେ ଉପରିସ୍ଥଙ୍କ ଶ୍ରଦ୍ଧାଭାଜନ ହେଲେ ମଧ୍ୟ ଅଧସ୍ତନଙ୍କ ଈର୍ଷା ଓ ଅସହିଷ୍ଣୁତାର ଶିକାର ହୋଇ ପାରନ୍ତି । କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଅନୁଷ୍ଠାନିକ କାମରେ ପ୍ରଶଂସା ମିଳିବ । ମିତ୍ରଙ୍କ ଠାରୁ ବହୁତ ସାହାଯ୍ୟ ସହଯୋଗ ମିଳିବ । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।
ସିଂହ:-ମାନସିକ ବୌଦ୍ଧିକ ଓ ଭାବନାତ୍ମକ ରୂପରେ ଅଧିକ ସକ୍ଷମ ହେବେ । ଉପରିସ୍ଥ ଅଧିକାରୀଙ୍କ ସହିତ ସମ୍ପର୍କ ଦୃଢ ହେବ । ଛାତ୍ର ଛାତ୍ରୀମାନେ ଶିକ୍ଷା କ୍ଷେତ୍ରରେ ସଫଳତା ପାଇବେ । ରାଜନୀତି କ୍ଷେତ୍ରରେ ଧାର୍ମିକ କାର୍ଯ୍ୟରେ ରୁଚି ବଢିବା ସହ ସାମାଜିକ ପ୍ରତିଷ୍ଠା ମାନ ସମ୍ମାନ ବୃଦ୍ଧି ହେବ । ସରକାରୀ କାର୍ଯ୍ୟ କ୍ଷେତ୍ରରେ ଶତୃମାନେ ପରାଜିତ ହେବେ । ପଡୋଶୀମାନେ ସମ୍ମୁଖରେ ପ୍ରଶଂସା କରି ପଛରେ ନିନ୍ଦା କରି ପାରନ୍ତି । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।
କନ୍ୟା:-ପରିବାରରେ ଓ କୁଟୁମ୍ବରେ ମାଙ୍ଗଳିକ କାର୍ଯ୍ୟର ଦାୟିତ୍ୱ ନେଇ ପ୍ରଶଂସା ପାଇବେ । ବ୍ୟବସାୟ କ୍ଷେତ୍ରରେ ଭଲଭାବରେ ଚିନ୍ତା କରି କାମରେ ଆଗେଇ ଚାଲନ୍ତୁ କୌଣସି ଅସୁବିଧାର ସମ୍ମୁଖୀନ ହେବେ ନାହିଁ । ପ୍ରେମକ୍ଷେତ୍ରରେ ପରିସ୍ଥିତି ଯେତେ ଜଟିଳ ହେଲେ ମଧ୍ୟ କୌଣସି ପ୍ରକାର ଅସୁବିଧା ହେବ ନାହିଁ । ଛାତ୍ରଛାତ୍ରୀମାନେ ଭବିଷ୍ୟତକୁ ଧ୍ୟାନରେ ରଖି କୌଣସି ରୋଚକ ବା ଜ୍ଞାନବର୍ଦ୍ଧକ ସାହିତ୍ୟ ପ୍ରତି ମନ ବଳାଇବେ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।
ତୁଳା:-ସ୍ୱାସ୍ଥ୍ୟରେ ଉନ୍ନତି ଓ ମାନସିକଶାନ୍ତି ଫଳରେ ଆନନ୍ଦିତ ହେବେ । ସାମାଜିକ ପ୍ରତିଷ୍ଠା ମାନ ସମ୍ମାନ ବୃଦ୍ଧି ହେବ । କର୍ମକ୍ଷେତ୍ରରେ ଜବରଦସ୍ତି ଉନ୍ନତି ଓ ନ୍ୟାୟ ମିଳିବା ସହ ଆୟରସ୍ରୋତ ଖୋଲିଯିବ । କେତେକ କ୍ଷେତ୍ରରେ ସୁସ୍ଥ ବାତାବରଣ ଜାରି ରହିବ । ଶିକ୍ଷା କ୍ଷେତ୍ରରେ ଆଶାନୁରୂପ ଫଳ ପାଇବା ସହ ପ୍ରତିଦ୍ୱନ୍ଦିତା ପରୀକ୍ଷାରେ ବିଜୟୀ ହୋଇ ସମ୍ମାନିତ ହେବେ । ଆତ୍ମବିଶ୍ୱାସ ବୃଦ୍ଧି ପାଇ ମନର ଆଶାଆକାଂକ୍ଷା ପୂରଣ ହେବ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।
ବିଚ୍ଛା:-ଶତୃମାନେ ପରାଜିତ ହେବେ । ଛାତ୍ର ଛାତ୍ରୀମାନେ ଉଚ୍ଚଶିକ୍ଷା ପାଇଁ ଆଗ୍ରହୀ ହେବେ । ଦାମ୍ପତ୍ୟ ସୁଖରେ ସୁଖିହେବା ସହ ପାରିବାରିକ କ୍ଷେତ୍ରରେ ଆୟ ଅପରିବର୍ତ୍ତିତ ରହିଲେ ମଧ୍ୟ ବ୍ୟୟ ବୃଦ୍ଧି ପାଇବ । ତୀର୍ଥାଟନଯୋଗ ଥିବାରୁ ଯାତ୍ରାକାଳରେ ଯନ୍ତ୍ରଣା ଭୋଗିବେ । ପ୍ରେମିକ ପ୍ରେମିକା ମାନଙ୍କର ପ୍ରେମ କ୍ଷେତ୍ରରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ । ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ ।
ଧନୁ:-ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ । ନିଜ ଚେଷ୍ଟାରେ କାର୍ଯ୍ୟରେ ସଫଳତା ମିଳିବା ସହ ସନ୍ତାନ ସୁଖ ମିଳିବ । କର୍ମ କ୍ଷେତ୍ରରେ ଉନ୍ନତି କରିପାରିବେ । ବକେୟା ଅର୍ଥ କିଛି ମିଳିବ । ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ-ପ୍ରସଙ୍ଗରେ ମଧୁରତା ଆସିବ ଓ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । କର୍ମକ୍ଷେତ୍ରରେ ସହଯୋଗୀମାନେ ସହଯୋଗ କରିବେ । ଅନେକ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି । ପ୍ରତିକାର- ହଳଦୀଚନ୍ଦନ ମୁଣ୍ଡରେ ଲଗାନ୍ତୁ ।
ମକର:-ସନ୍ତାନ ସନ୍ତତିଙ୍କ ମର୍ଜି ରକ୍ଷାକରି ଶାନ୍ତିଶୃଙ୍ଖଳା ବଜାୟ ରଖି ପାରିବେ । ଆୟ ଉପାର୍ଜ୍ଜନର ବୃଦ୍ଧି ଯୋଗେ ଋଣରୁ ମୁକ୍ତି ମିଳିବ । ରାଜନୀତିରେ ଶତ୍ରୁବାଧା ଦୂରେଇ ଯାଇ ଲୋକସମର୍ଥନକୁ ଆଧାର କରି ବଳୀୟାନ ହେବେ । ଅଧିକାରୀଙ୍କଠାରୁ ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ସୁଖ ସମୃଦ୍ଧି ବୃଦ୍ଧି ହେବ । ରାଜନୀତି କ୍ଷେତ୍ରରେ ଉଚ୍ଚ କର୍ମକର୍ତ୍ତାଙ୍କ ସୁଦୃଷ୍ଟି ପ୍ରାପ୍ତି ହେବା ଫଳରେ ଶତୃମାନଙ୍କୁ ମୁକାବିଲା କରିପାରିବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।
କୁମ୍ଭ:-ସନ୍ତାନ ସନ୍ତତିଙ୍କର ଉନ୍ନତିରେ ଖୁସି ହେବେ । ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧିହେବ । କର୍ମକ୍ଷେତ୍ରରେ ପରସ୍ପରକୁ ସାହାଯ୍ୟ ସହଯୋଗ କରି, ଗଠନମୂଳକ କାର୍ଯ୍ୟ ହାତକୁ ନେବେ । ବ୍ୟବସାୟରେ ଦୂରଯାତ୍ରାର ସୁଯୋଗ ପାଇ ସଫଳତା ଅର୍ଜନ କରିବେ ଓ ବ୍ୟବସାୟିକ ସ୍ଥିତି ସନ୍ତୋଷ ଜନକ ହେବ । କର୍ମକ୍ଷେତ୍ରରେ ଉପରିସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ । ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ । ପ୍ରତିକାର- ନୀଳରଙ୍ଗର ରୁମାଲ ଟିଏ ପାଖରେ ରଖନ୍ତୁ ।
ମୀନ:-ପାରିବାରିକ କ୍ଷେତ୍ରରେ ଭୂଲ ବୁଝାମଣା କଟି ଯାଇ ଶାନ୍ତିର ବାତାବରଣ ସୃଷ୍ଟି ହେବ । ରାଜନୀତି କ୍ଷେତ୍ରରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରି ପ୍ରଶଂସା ପାଇବେ । କର୍ମକ୍ଷେତ୍ରରେ ବିବାଦୀୟ ପରିସ୍ଥିତି ସମାଧାନ ହୋଇ ସହକର୍ମୀ ମାନଙ୍କ ଦ୍ୱରା ବହୁ ସୁବିଧା ସୁଯୋଗ ପାଇବେ । ଦାମ୍ପତ୍ୟ ଜୀବନ ସୁଖମୟ ହେବ । ଗୃହୋପକରଣ କ୍ରୟ କରିବା ଯୋଗେ ବ୍ୟୟ ଅଧିକ ହେବ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।