ଦୈନିକ ରାଶିଫଳ: ୧୧ ମାର୍ଚ୍ଚ ୨୦୧୯, ଆଜି ଭୋଲେନାଥ ଏହି ସବୁ ରାଶି ଉପରେ ହୋଇଛନ୍ତି ପ୍ରସନ୍ନ – କରିବେ ମନବାଞ୍ଛା ପୂର୍ଣ୍ଣ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ଦୈନିକ ରାଶିଫଳ: ୧୧ ମାର୍ଚ୍ଚ ୨୦୧୯

ମେଷ:-

କର୍ମ କ୍ଷେତ୍ରରେ ସହକର୍ମୀମାନଙ୍କ ସହଯୋଗ ଓ ଉପରିସ୍ଥ ଅଧୀକାରୀଙ୍କ ପ୍ରିୟଭାଜନ ହେବେ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତ ହେବେ। ପରିବାରର ସମସ୍ତ ସଦସ୍ୟଙ୍କର ସହଯୋଗ ପାଇବେ। ମାନସିକ ଦୁଶ୍ଚିନ୍ତା ଦୂର ହେବ। ବ୍ୟବସାୟରେ ଭାଗିଦାରୀମାନଙ୍କଠାରୁ ସାହାଯ୍ୟ ପାଇବେ। ରାଜନୀତି କ୍ଷେତ୍ରରେ ଯଶମାନ ବୃଦ୍ଧିହେବ। ଉଚ୍ଚ ସମ୍ଭବନାର ଆଶା ଓ ଆଶ୍ଵାସନା ଲାଭ କରି ମାନସିକ ଶାନ୍ତି ଅନୁଭବ କରିବେ। ଭୋଗ ବିଳାସ ଓ ଆନନ୍ଦମୟ ମୂହୁର୍ତ୍ତ ସାଙ୍ଗକୁ ସମ୍ମାନ ଜନକ ପରିବେଶ ଦେଖାଦେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-

ଗୃହରେ କଲ୍ୟାଣକର କର୍ମ ସମ୍ପାଦନ କରି ପ୍ରଶଂସିତ ହେବେ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ବିଜୟୀ ହେବେ। ଉଚ୍ଚ କର୍ମକର୍ତ୍ତାଙ୍କ ସୁଦୃଷ୍ଟି ପ୍ରାପ୍ତି ହେବ। ସହକର୍ମୀମାନଙ୍କର ସମର୍ଥନ ଏବଂ ଅଧସ୍ତନଙ୍କର ସହଯୋଗ ଯୋଗୁଁ କର୍ମକ୍ଷେତ୍ରରେ ସମ୍ମାନ ବୃଦ୍ଧି ଏବଂ ସୁନାମ ଅର୍ଜନ କରିବେ। ବ୍ୟବସାୟରେ କଠିନ ପରିଶ୍ରମ କରିବାକୁ ପଡିବ। ଆକସ୍ମିକ ଧନ ପ୍ରାପ୍ତି ହେବ। ପାରିବାରିକ ଜୀବନ ଆନନ୍ଦମୟ ହେବ। ରାଜନୈତିକ କ୍ଷେତ୍ରରେ ଯଶ, ମାନ ବୃଦ୍ଧି ହେବ। ସ୍ୱାସ୍ଥ୍ୟ ଦିଗରୁ ବିଶେଷ ସତର୍କ ରହିବା ଉଚିତ୍। ପ୍ରତିକାର:- ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

ମିଥୁନ:-

ଉଚ୍ଚ ସମ୍ଭାବନାର ଆଶା ଓ ଆଶ୍ଵାସନା ଲାଭ କରି ମାନସିକ ଶାନ୍ତି ଅନୁଭବ କରିବେ। ପରୀକ୍ଷା ଓ ପ୍ରତିଦ୍ଵନ୍ଦିତାରେ ସଫଳ ହେବେ। ଗୃହରେ ଭାତୃବିବାଦ, ପଡ଼ୋଶୀକଳହ, ଜମିପାଇଁ ମାଲିମକଦ୍ଦମାର ଅବସାନ ହେବ। ବାଦବିବାଦ, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ଆଶାତୀତ ଫଳ ପାଇବେ। ନୂତନ ଗୃହ ନିର୍ମାଣ କରିବେ। ବ୍ୟବସାୟ ବାଣିଜ୍ୟ କ୍ଷେତ୍ରରେ ଉଚ୍ଚଫଳ ପ୍ରାପ୍ତି ହେବ। ବ୍ୟବହାରିକ ଜ୍ଞାନ କୌଶଳ ପ୍ରୟୋଗ କରି ଲାଭବାନ ହେବେ। କଳା, ସାହିତ୍ୟ ଓ ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ। ପ୍ରତିକାର- ମୁହଁ ମିଠାକରି ଘରୁ ବାହାରନ୍ତୁ।

କର୍କଟ:-

ବିଦେଶ ଯାତ୍ରା, ସୁଖ ଶାନ୍ତି, ଯଶ ଲାଭ, ନୂତନ ବାହନଆଦି ପ୍ରାପ୍ତି ହେବ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା,  ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତ ହେବେ। ବ୍ୟବସାୟ ବଢାଇବାରେ ସମର୍ଥ ହେବେ। କର୍ମଚାରୀ ଓ ଶ୍ରମିକମାନେ ବେସୀ ଉପକୃତ ହେବେ। ଭ୍ରମଣ ରାଜନୀତି, ପ୍ରଶାସନ, ପ୍ରକାଶନ, ସଂଗଠନ, ଅନୁସନ୍ଧାନ କାର୍ଯ୍ୟରେ ତଳ ମହଲରୁ ଆଶାତୀତ ଲାଭ ପାଇବେ। ରାଜନୀତିରେ ଲୋକସମର୍ଥନକୁ ଆଧାର କରି ବଳୀୟାନ ହେବେ। କାର୍ଯ୍ୟରେ ସଫଳତା ଅର୍ଜନ କରି ଆନନ୍ଦିତ ହେବେ। କର୍ମକ୍ଷେତ୍ରରେ କଠିନ ପରିଶ୍ରମ କରି ପଦୋନ୍ନତିର ସୂଚନା ପାଇବେ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

ସିଂହ:-

ରାଜନୀତି କ୍ଷେତ୍ରରେ ମାନସିକ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ବୃଦ୍ଧିହେବ। କର୍ମକ୍ଷେତ୍ରରେ ଉପରିସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ ଓ ସାମାଜିକ ପତିଆରା ଅମଳିନ ରହିବ। ବିବାହ ଓ ମାଙ୍ଗଳିକ କାର୍ଯ୍ୟରେ ଗୁରୁ ଦାୟିତ୍ୱ ବହନ କରିବେ। ବ୍ୟବସାୟରେ ଶତ୍ରୁମାନେ ମିତ୍ରବତ କାର୍ଯ୍ୟ କରିବା ଫଳରେ ଅତ୍ୟଧିକ ଲାଭବାନ ହେବେ। ବିବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମକଦ୍ଦମାରେ ସଫଳତା ମିଳିବ। ଚାକିରୀରେ ବିଭିନ୍ନଦିଗରୁ ସାହାଯ୍ୟ ସହଯୋଗ ଅବ୍ୟାହତ ରହିବ। ବିଦ୍ୟାକ୍ଷେତ୍ରରେ ମନଯୋଗ ଦେଇ ସଫଳହେବେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

କନ୍ୟା:-

କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ। ମାନସିକ ଚାପବୃଦ୍ଧି ଓ ସ୍ୱାସ୍ଥ୍ୟ ସଙ୍କଟ ସୃଷ୍ଟି ହେବ। ବ୍ୟବସାୟରେ କ୍ରୋଧକୁ ଦମନ କରି ହସଖୁଶିର ବାତାବରଣ ସୃଷ୍ଟି ହେବ। ରାଜନୀତିରେ ଉଚିତ୍ ପରାମର୍ଶ ପାଇ ହରେଇଥିବା ସମ୍ମାନ ଫେରି ପାଇବେ। ମହିଳା ମାନେ ତରବରିଆ ଭାବରେ କୌଣସି କାମ ନକରି ପରିସ୍ଥିତିକୁ ଆଖିଆଗରେ ରଖି କାମ କରିଲେ କୃତକାର୍ଯ୍ୟ ହେବେ। ଶାରୀରିକ ଓ ମାନସିକ ସ୍ଥିରତା ଦେଖାଦେବ। ନୂତନ କାର୍ଯ୍ୟକରିବା ପୂର୍ବରୁ ସତର୍କତା ଆବଶ୍ୟକ। ବନ୍ଧୁ ମିତ୍ରଙ୍କ ସାହାଯ୍ୟ ଦ୍ଵାରା  କେତେକ କାର୍ଯ୍ୟ ଲାଭଦାୟକ ହେବ। ପ୍ରତିକାର- ଗାଈକୁ କିଛି ଖାଇବାକୁ ଦିଅନ୍ତୁ।

ତୁଳା:-

ଶତୃନାଶ, ଋଣନାଶ ଓ ପୁରାତନ ରୋଗପୀଡ଼ାର ଉପଶମ ହେବ। ଗୃହସ୍ଥ ଜୀବନ ସୁଖ ଶାନ୍ତିରେ କଟିବ। ସାମାଜିକ କ୍ଷେତ୍ରରେ ନିଜର ପ୍ରତିଷ୍ଠା ପ୍ରତିପତ୍ତି ବୃଦ୍ଧି ପାଇବ। ବ୍ୟବସାୟରେ ଅଚାନକ ଭାବରେ ଧନ ପ୍ରାପ୍ତି ହେବ। କର୍ମ କ୍ଷେତ୍ରରେ ନୂଆ ସମ୍ପର୍କ ସୃଷ୍ଟି ହେବା ଫଳରେ ବିପରୀତ ପରିସ୍ଥିତିରେ ମଧ୍ୟ ଅନୁକୂଳ ସମୟ ପାଇବେ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତ ହେବେ। ରାଜନୈତିକ କ୍ଷେତ୍ରରରେ ସହଯୋଗ ପ୍ରାପ୍ତି ଓ ସ୍ଥିତି ସୁଦୃଢ଼ ହେବ। ଶ୍ରେଷ୍ଠ ବ୍ୟକ୍ତିଙ୍କ ସହ ସାକ୍ଷାତ ହେବା ଦ୍ଵାରା ସମ୍ମାନ ବୃଦ୍ଧି ହେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ବିଚ୍ଛା:-

ଆକସ୍ମିକ ଅର୍ଥଲାଭ, ନୂତନ ବନ୍ଧୁଲାଭ, ଅଧାଥିବା କାର୍ଯ୍ୟ ସମ୍ପୂର୍ଣ୍ଣ ହେବ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତ ହେବେ। ବ୍ୟବସାୟରେ ବୁଝି ବିଚାରି କାର୍ଯ୍ୟ କଲେ ସମସ୍ତ କାର୍ଯ୍ୟରେ ସଫଳତା ମିଳିବ। ଧନଧାନ୍ୟ, ଗୋ-ସଂପଦ, ଭୂମି, ବସ୍ତ୍ରଭୂଷଣ, ବାହାନାଦି ପ୍ରାପ୍ତି ହେବ। ନୂଆ ସମ୍ପର୍କ ଭବିଷ୍ୟତରେ ଲାଭ ଦାୟକ ହେବ। ଦୂରଯାତ୍ରାରେ ସଫଳତା ମିଳିବ। ଯଶମାନ ପ୍ରତିଷ୍ଠା ଲାଭ, ସନ୍ତାନମାନଙ୍କର ଉନ୍ନତି, କର୍ମ କ୍ଷେତ୍ରରେ ପଦୋନ୍ନତି ର ସୂଚନା, ନୂତନ ଗୃହ ଆଦି ଲାଭ ହୋଇପାରେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ଧନୁ:-

ନୂଆ ସୁଯୋଗ ମିଳିବା ହେତୁ ଉନ୍ନତିର ପଥ ସୁଗମ ହେବ। ଶୁଭକାର୍ଯ୍ୟ ପାଇଁ ଧନର ବ୍ୟବସ୍ଥା କରିବାକୁ ପଡିବ। ସାମାନ୍ୟ ଚେଷ୍ଟାଦ୍ଵାରା ଭୂମି, ଧନ, ଗୋମାତା ପ୍ରାପ୍ତି ହୋଇପାରେ। ସମସ୍ତ କାର୍ଯ୍ୟରେ ଶୁଭଫଳ ପ୍ରାପ୍ତି ହେବ। ବ୍ୟବସାୟୀ ମାନଙ୍କର କାରବାର ବଢିବ ଓ ଲୋକ ସମ୍ପର୍କ ବୃଦ୍ଧି ହେବ। ସମୟକୁ ହାତ ଛଡ଼ା ନ କରିବା ଉଚିତ୍। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତ ହେବେ। ଛାତ୍ରଛାତ୍ରୀମାନେ ଶିକ୍ଷାକ୍ଷେତ୍ରରେ ଆଗ୍ରହୀ ହେବେ। ଅନ୍ୟମାନଙ୍କ ଉପରେ ନିର୍ଭରଶୀଳ ହୁଅନ୍ତୁ ନାହିଁ। ସ୍ୱାସ୍ଥ୍ୟପ୍ରତି ପୂର୍ଣ୍ଣ ଧ୍ୟାନ ରଖନ୍ତୁ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମକର:-

ଶ୍ରମିକ ଓ କର୍ମଚାରୀମାନେ ଦୂର ଓ ନିକଟ କାର୍ଯ୍ୟରେ ତିଷ୍ଠି ରହିପାରିବେ। ଉପରିସ୍ଥଙ୍କୁ ଆପଣାର କରି କୃପାଭାଜନ ହେବେ। ଅଧସ୍ତନ କର୍ମୀ ଓ ନିମ୍ନବର୍ଗଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରିବେ। ମାଲିମୋକଦ୍ଦମାରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ। ରାଜନୀତି କ୍ଷେତ୍ରରେ ସୁ-ସମ୍ପର୍କ ସ୍ଥାପନ କରି ନିଜର ଭାବମୂର୍ତ୍ତିକୁ ଉଜ୍ଜ୍ଵଳତର କରିବାର ସାମର୍ଥ୍ୟ ବଢିବ। କର୍ମରେ ଉନ୍ନତି ସହିତ ବାସସ୍ଥାନ ବା ଯାନବାହାନର ନବୀକରଣ ଇତ୍ୟାଦି ନାନାବିଧ ସୁଯୋଗ ଓ ଶୁଭଫଳ ପ୍ରାପ୍ତି ହେବ। ଦାମ୍ପତ୍ୟ ଜୀବନ ଆନନ୍ଦମୟ। ଶିକ୍ଷାକ୍ଷେତ୍ରରେ ପରୀକ୍ଷା ପରିଣାମ ଅନୁକୂଳ ହେବ। ପ୍ରତିକାର- ଅସହାୟ ବୃଦ୍ଧଙ୍କୁ ଖାଦ୍ୟ ଦିଅନ୍ତୁ।

କୁମ୍ଭ:-

ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି ଓ ସମ୍ମାନ ବୃଦ୍ଧି ହେବ। ଦୂର ଯାତ୍ରାରେ ସଫଳତା ପ୍ରାପ୍ତି ହେବ। ବ୍ୟବସାୟୀମାନେ ଗ୍ରାହକ ସେବାକୁ ଗ୍ରହଣ କରି ଯଶ ମାନ ବୃଦ୍ଧି ସହିତ ଉତ୍ତମ ଆୟର ପଥ ପରିଷ୍କାର କରିବେ। ଚାକିରୀ ଜୀବୀମାନେ ଯଶ ମାନକୁ ଅଧିକ ମହତ୍ତ୍ଵ ଦେବେ। ତଳୁ ଉପରସ୍ତର ଯାଏ ଆଦୃତି ଓ ମାନ୍ୟତା ଅର୍ଜନ କରିବେ। ମାଲିମୋକଦ୍ଦମାରେ ମୁଣ୍ଡ ଉଚ୍ଚ ରହିବ। ରାଜନୀତି କ୍ଷେତ୍ରରେ ମାନ ଓ ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ। ସ୍ୱାସ୍ଥ୍ୟ ଠିକ୍ ରହିବ। ପରୀକ୍ଷା ଓ ପ୍ରତିଦ୍ୱନ୍ଦିତାରେ ସଫଳତା ପାଇବେ। କୌଣସି ଶୁଭ ସମାଚାର ମଧ୍ୟ ଶୁଣିବାକୁ ମିଳିବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମୀନ:-

ପାରିବାରିକ ସମସ୍ୟା ସୁଧାରି ନେବା ଫଳରେ ସୁଖ ସମ୍ପଦ ପ୍ରାପ୍ତି ହେବ। ନୂତନ କାର୍ଯ୍ୟ ଆରମ୍ଭ କରିବା ପୂର୍ବରୁ ହାତେମାପି ଚାଖଣ୍ଡେ ଚାଲିବା ବିଧେୟ। ତୀର୍ଥାଟନ ଯୋଗ ଥିବାରୁ ଅନେକ ପ୍ରକାର ଉଲ୍ଲେଖନୀୟ ପରିବର୍ତ୍ତନ ଆସିବ। ବ୍ୟବସାୟ ବାଣିଜ୍ୟ କିମ୍ବା ଯୌଥ ପରିବାର ସମ୍ପର୍କୀୟ କୌଣସି ଘଟଣା ଯୋଗୁଁ ଖୁସି ରହିବେ। ଶ୍ଵଶୁର ଘର କିମ୍ବା ଜମିବାଡି ନେଇ କେତେକ ସମସ୍ୟା ସମାଧାନ ହୋଇ ଆର୍ଥିକ ଦିଗରୁ ଉନ୍ନତି ହେବ। ପରୀକ୍ଷା ଓ ପ୍ରତିଦ୍ୱନ୍ଦିତାରେ ସଫଳତା ପାଇବେ। ମହିଳାମାନେ ବନ୍ଧୁଙ୍କୁ ଆପ୍ୟାୟିତ କରିବାରେ ସମର୍ଥ ହେବେ। ପ୍ରତିକାର- ମୁହଁ ମିଠାକରି ଘରୁ ବାହାରନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!