ଦୈନିକ ରାଶିଫଳ: 11 ମାର୍ଚ୍ଚ 2021, ମା ଲକ୍ଷ୍ମୀଙ୍କ କୃପାରୁ ଆଜି ଏହି ରାଶି ବ୍ୟକ୍ତିଙ୍କୁ ମିଳିବ ଆକସ୍ମିକ ଧନଲାଭ

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୧ ମସିହା, ମାର୍ଚ୍ଚମାସ ୧୧ତାରିଖ, ଗୁରୁବାର, କୁମ୍ଭମାସ ୨୮ଦିନ, ଫାଲଗୁନମାସ, କୃଷ୍ଣପକ୍ଷ, ତ୍ରୟୋଦଶୀତିଥି, ଧନିଷ୍ଠା ନକ୍ଷତ୍ର, ମକର ରାଶିରେ ଚନ୍ଦ୍ର, ସକାଳ ୯ଟା ୨୧ମିନିଟ୍ ଗତେ କୁମ୍ଭ ରାଶିରେ ଚନ୍ଦ୍ର । ତୁଳା, କୁମ୍ଭ ରାଶିର ଘାତବାର । ସିଂହ ରାଶିର ଘାତଚନ୍ଦ୍ର, ସକାଳ ୯ଟା ୨୧ମିନିଟ୍ ଗତେ ମିଥୁନ, ମୀନ ରାଶିର ଘାତଚନ୍ଦ୍ର । ବାଇଗଣ ନ ଖାଇଲେ ଭଲ, ଦିବା ୨ଟା ୪୦ମିନିଟ୍ ପରେ ବିରି ଜାତୀୟ ଦ୍ରବ୍ୟ ନ ଖାଇଲେ ଭଲ । ଶୁଭସମୟ- ପ୍ରାତଃ ୬ଟା ୩ମିନିଟ୍ ରୁ ୭ଟା ୩୫ମିନିଟ୍, ଦିବା ୧୦ଟା ୪୬ମିନିଟ୍ ରୁ ୧ଟା ୬ମିନିଟ୍ । ପର୍ବଦିନ- ସ୍ମାର୍ତ୍ତ ସମ୍ମତ ମହାଶିବରାତ୍ରି, ଜାଗର, ଶିବ ଚତୁର୍ଦ୍ଦଶୀ ଓ ବେଢା ପରିକ୍ରମା ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-

ସାମାଜିକ ପ୍ରତିଷ୍ଠା ମାନ ସମ୍ମାନ ବୃଦ୍ଧି ହେବ । ସମୟକୁ ହାତ ଛଡ଼ା ନ କରିବା ଉଚିତ୍ । ଭାଗ୍ୟୋନ୍ନତି, ଯଶମାନ ପ୍ରତିଷ୍ଠା ଲାଭ, ସନ୍ତାନମାନଙ୍କର ଉନ୍ନତି, ନୂତନ ବାହନ, ଗୃହ ଆଦି ଲାଭହୋଇ ପାରେ । ଦୂରସ୍ଥାନକୁ ଯାତ୍ରା କଲେ ଯାତ୍ରାରେ ସଫଳତା ପ୍ରାପ୍ତି ହେବ । ଅଚାନକ ଧନ ପ୍ରାପ୍ତିହେବ ଓ ଭବିଷ୍ୟତପାଇଁ ଯୋଜନାକରି ପୁଞ୍ଜି ନିବେସ କରିବେ । ପ୍ରତିଯୋଗୀତା ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବେ । କଠିନ କାର୍ଯ୍ୟ ସହଜରେ ସମାଧାନ କରିବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ବୃଷ:-

ବ୍ୟବସାୟ କ୍ଷେତ୍ରରେ ପୁରୁଣା ପ୍ରାପ୍ୟ ଆଦାୟ ହେବା ଦ୍ଵାରା ବହୁବିଧ ସୁଯୋଗ ଜୁଟିବ । ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟୀ ହେବେ । ବନ୍ଧୁ, ମିତ୍ର ଏବଂ ସହକର୍ମୀମାନଙ୍କ ଦ୍ୱାରା ଲାଭବାନ୍ ହେବେ । ଅଟକିଥିବା କାର୍ଯ୍ୟ ପୂରଣ ହେବ । ରାଜନୀତି କ୍ଷେତ୍ରରେ ମାନସମ୍ମାନ ଓ ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ । ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି, ସମ୍ମାନ ବୃଦ୍ଧି, ବାସସ୍ଥାନ ବା ଯାନବାହାନର ନବୀକରଣ ଇତ୍ୟାଦି ନାନାବିଧ ସୁଯୋଗ ପ୍ରାପ୍ତି ହେବ । ପ୍ରତିକାର- ମିଶ୍ରିଟିକେ ଖାଇ ଘରୁ ବାହାରନ୍ତୁ ।

ମିଥୁନ:-

ଅଧ୍ୟୟନ ଓ ଅଧ୍ୟାପନା ତଥା ସାମାଜିକ କ୍ଷେତ୍ରରେ ପ୍ରତିଷ୍ଠା ବଢିବ । କଳା ଓ ସଙ୍ଗୀତରେ ସୁନାମ ଅର୍ଜନ କରିବେ । ଶତୃମାନେ ଦୂରେଇ ଯିବେ । ଅପେକ୍ଷା କରିଥିବା କାମର ଶୁଭସୂଚନା ମିଳିବ । ପାରିବାରିକ ସମସ୍ୟା ସତ୍ତ୍ୱେ ଶାନ୍ତି ବିରାଜମାନ କରିବ । ପୈତୃକ ସମ୍ପତ୍ତିକୁ ନେଇ ବାଦବିବାଦ ଲାଗି ରହିଥିଲେ ତାହାର ସମାଧାନ କରିପାରିବେ । ଗୃହାରମ୍ଭ, ଦୁରଯାତ୍ରା, ଯାନବାହାନ କିଣନ୍ତୁ ନାହିଁ । ମନକଥା ମନରେ ରଖି ବନ୍ଧୁଙ୍କ ସହ ମିଶିଲେ ଭଲ ହେବ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

କର୍କଟ:-

ଧର୍ମକାର୍ଯ୍ୟପ୍ରତି ମନବଳାଇ ବହୁତ ଶାନ୍ତି ଲଭିବେ । ମିତ୍ରମାନଙ୍କ ସହ ସୁସମ୍ପର୍କ ରହିବା ଫଳରେ ଅନେକ କାର୍ଯ୍ୟରେ ସଫଳ ହେବେ । ପରିବାରର ସାହାଯ୍ୟରେ ଉପକୃତ ହେବେ । ସାମାଜିକ ସ୍ତରରେ ପ୍ରଶଂସିତ ହେବେ । କୌଣସି ଗୁରୁତ୍ୱପୂର୍ଣ୍ଣ ନିସ୍ପତି ନେବା ପୂର୍ବରୁ ପରିବାରସହ ଆଲୋଚନା କରିବା ଉଚିତ୍ ନଚେତ୍ କ୍ଷତିରେ ପଡିବେ । ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ଆନନ୍ଦ ସହ କଷ୍ଟ ଅନୁଭବ କରିବେ । କୌଣସି ଆବଶ୍ୟକୀୟ ଜିନିଷ କିଣିବା ପାଇଁ ଧାର କରିବେ । ପ୍ରତିକାର:- ଷଣ୍ଢକୁ କିଛି ଖାଇବାକୁ ଦିଅନ୍ତୁ ।

ସିଂହ:-

କୌଶଳ ପ୍ରୟୋଗ କରି ସମସ୍ତ ପ୍ରକାର ଅଭିଳାଷ ପୂରଣ କରିବାକୁ ଚେଷ୍ଟା କରିବେ । ପାରିବାରିକସ୍ଥିତି ସନ୍ତୋଷ ଜନକ ହେବ । ରାଜନୀତିରେ ସଫଳତା ମିଳିବ । ବାଦବିବାଦ, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ ସଫଳତା ମିଳିବ । ଭଲଭାବରେ ଚିନ୍ତା କରି କାମରେ ଆଗେଇ ଚାଲନ୍ତୁ କୌଣସି ଅସୁବିଧାର ସମ୍ମୁଖୀନ ହେବେ ନାହିଁ । ଭାଇ ବନ୍ଧୁମାନେ କାର୍ଯ୍ୟକ୍ଷେତ୍ରରେ ସାହାଯ୍ୟ ସହଯୋଗ କରିବେ । ନିଜକୁ ନିୟନ୍ତ୍ରଣ ମଧ୍ୟରେ ରଖିବାପାଇଁ ସମର୍ଥ ହେବେ । ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ ।

କନ୍ୟା:-

କୋର୍ଟ କଚେରୀ ମାମଲାରେ ବିଜୟୀ ହେବେ । କେତେକ କ୍ଷେତ୍ରରେ ସୁବିଧା ଓ ସମ୍ମାନ ପାଇବେ । ଦୀର୍ଘ ସମୟରୁ ପ୍ରତୀକ୍ଷା କରିଥିବା ଖବର ପାଇ ଖୁସି ହେବେ । ମାନସିକ ଦୁଶ୍ଚିନ୍ତାଦୂରହେବ । ଋଣମୁକ୍ତିପାଇଁ ରାସ୍ତା ଦେଖାଦେବ । ଶତୃବାଧା ଦୂରେଇ ଯିବ । ଆୟବୃଦ୍ଧି ହେବ । ମାନ, ସମ୍ମାନ, ଯଶ, ପ୍ରତିଷ୍ଠା, ପ୍ରତିପତ୍ତି ଓ ସୁଖ ସମ୍ପଦ ପ୍ରାପ୍ତିହେବ । ଆଲୋଚନା କ୍ଷେତ୍ରରେ ସୁଫଳ ପାଇବେ । ସାଙ୍ଗ ସାଥିମାନେ ସାହାଯ୍ୟ ସହଯୋଗ କରିବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ତୁଳା:-

ସାମାଜିକ ସ୍ତରରେ ସହନଶୀଳତା ଗୁଣରୁ ପ୍ରଶଂସିତ ହେବେ । ବ୍ୟବସାୟରେ ଲାଭର ପରିମାଣ ଅଧିକ ହେବ । ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ । ଯେଉଁ ଜିନିଷ ପାଇବା ପାଇଁ ଚିନ୍ତାକରୁଥିଲେ ତାହା ନିଶ୍ଚିତ ଭାବେ ପାଇବେ । ରାଜନୀତିରେ ଫାଇଦା ଉଠାଇବେ । କୌଣସି ଆବଶ୍ୟକୀୟ ଜିନିଷ କିଣିବା ପାଇଁ ଚିନ୍ତା କରିପାରନ୍ତି । ସନ୍ତାନ ଯୋଗେ ଖୁସି ରହିବେ । କୌଣସି ଯୋଜନା କରିବା ପୂର୍ବରୁ ଗଭୀର ଚିନ୍ତା କରନ୍ତୁ । ପ୍ରତିକାର:- ଚାଉଳ କୁଆ ପାରାଙ୍କୁ ଖାଇବାକୁ ଦିଅନ୍ତୁ ।

ବିଚ୍ଛା:-

ସମସ୍ୟା ସମାଧାନ ପାଇଁ ବନ୍ଧୁଙ୍କ ସାହାଯ୍ୟ ନେବେ । ବନ୍ଧୁ ପରିଜନଙ୍କ ସ୍ନେହ, ଶ୍ରଦ୍ଧା ପାଇବେ । ବାସସ୍ଥାନ ବା ଯାନବାହନର ନବୀକରଣ ଇତ୍ୟାଦି ନାନାବିଧ ସୁଯୋଗ ପ୍ରାପ୍ତି ହେବ । ନୂତନ ଓ ପୁରାତନ ଯୋଜନା ଫଳପ୍ରସୂ ହେବା ସହଜ ସରଳ ହୋଇଯିବ । ନୂତନ କାର୍ଯ୍ୟରେ ହାତଦେଇ କୃତ କାର୍ଯ୍ୟ ହେବେ । ବ୍ୟବସାୟ ପାଇଁ ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ବେଶ୍ ଆନନ୍ଦ ଅନୁଭବ କରିବେ ଓ ବ୍ୟବସାୟରେ ପ୍ରଚୁର ଲାଭହେବ । ନିଜ ଚେଷ୍ଟାରେ ବାକିଥିବା ଅର୍ଥ ପାଇବେ । ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ ।

ଧନୁ:-

ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତା ପାଇ ବ୍ୟବସାୟ କ୍ଷେତ୍ରରେ ପରିବର୍ତ୍ତନ ହେବ । ସାମ୍ବାଦିକ ତାରୁ ଲାଭ ଓ ଶୁଭ ସମାଚାର ମିଳିବ । ପରୀକ୍ଷା ଓ ସାକ୍ଷାତକାରରେ ସଫଳତା ମିଳିବ । ପରିବାରରେ ଅଶାନ୍ତି ଦୂରେଇ ଯାଇ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ରାଜନୀତି କ୍ଷେତ୍ରରେ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ । ଚାକିରୀ କ୍ଷେତ୍ରରେ ଉନ୍ନତି ଆକସ୍ମିକ ଅର୍ଥଲାଭ, ସୁନାମପ୍ରାପ୍ତି ଓ ସମ୍ମାନ ବୃଦ୍ଧି ହେବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ମକର:-

ସମ୍ପର୍କୀୟଙ୍କ ଶୁଭସୂଚନା ଶୁଣି ଖୁସି ହେବେ । ମନୋକାମନା ପୂରଣ ହେବ ଓ ଆତ୍ମ ବିଶ୍ୱାସ ବୃଦ୍ଧି ହୋଇ ଲାଭର ମାର୍ଗ ପ୍ରଶସ୍ଥ ହେବ । ଉଚ୍ଚ ସମ୍ଭାବନାର ଆଶା ଓ ଆଶ୍ଵାସନା ଲାଭ କରି ମାନସିକ ଶାନ୍ତି ଅନୁଭବ କରିବେ । ପାରିବାରିକ କ୍ଷେତ୍ରରେ ଆଲୁଅ ଅନ୍ଧାରରେ ଲୁଚକାଳି ଖେଳଭଳି ଦେଖା ଦେବ । ରାଜନୈତିକ କ୍ଷେତ୍ରରେ ସ୍ଥିରତା ଦେଖାଦେବା ସହ ଭୋଗବିଳାସ ଓ ଆନନ୍ଦମୟ ମୂହୁର୍ତ୍ତ କଟିବ । ବିଦ୍ୟାର୍ଥୀଙ୍କ ପାଇଁ ସୁସମୟ ଭୋଗ ହେବ । ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ ।

କୁମ୍ଭ:-

ସଭାସମିତି, ସାହିତ୍ୟ ଓ କଳାକ୍ଷେତ୍ରରେ ସମ୍ମାନ ପାଇବେ । କର୍ମ କ୍ଷେତ୍ରରେ ଗଠନମୂଳକ ପ୍ରସ୍ତାବ ନେଇ ପ୍ରଶଂସିତ ହେବେ । ବ୍ୟବସାୟରେ ପ୍ରତିଦ୍ଵନ୍ଦିତା ସତ୍ତ୍ୱେ ଲାଭ ସୁନିଶ୍ଚିତ ହେବ । କାର୍ଯ୍ୟର ପ୍ରଗତି ପାଇଁ ସମସ୍ତ ପ୍ରକାର ପ୍ରୟାସ କରିବେ । ପାରିବାରିକ କ୍ଷେତ୍ରକୁ ସରସ ସୁନ୍ଦର କରିବାରେ ପ୍ରଯତ୍ନ କରିବେ । ବିଭିନ୍ନ ପ୍ରକାର ସମସ୍ୟା ମଧ୍ୟରେ ଗତି କରିବା ସାଙ୍ଗକୁ ପାରିବାରିକ ଦୁଶ୍ଚିନ୍ତାରେ ମାନସିକ ଅଶାନ୍ତି ଦେଖାଦେବ । ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟା ଦେଖା ଦେଇପାରେ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ମୀନ:-

ଚିକିତ୍ସକ, ରସାୟନଜ୍ଞ, ଔଷଧନିର୍ମାଣ ଓ ବିକ୍ରୟ କରୁଥିବା ବ୍ୟକ୍ତିମାନେ ବିଶେଷ ଲାଭାନ୍ୱିତ ହେବେ । କର୍ମକ୍ଷେତ୍ରରେ ସୁସମ୍ପର୍କ ବୃଦ୍ଧି ହୋଇ କାମଗୁଡ଼ିକ ସହଜରେ ହୋଇଯିବ ଓ ପ୍ରଶଂସିତ ହେବେ । ପରୀକ୍ଷା ପ୍ରତିଯୋଗୀତାରେ ଆଶା ମୁତାବକ ଫଳ ପାଇବେ । ପାରିବାରିକ ଜୀବନ ଆନନ୍ଦରେ କଟିବ । ଆଇନ ଅଦାଲତ ଲେଖାପଢାରୁ ଶୁଭଫଳ ମିଳିବ । ସ୍ୱାସ୍ଥ୍ୟ ହାନୀ ହେବା ସହ ସନ୍ତାନ ମାନଙ୍କ ଭବିଷ୍ୟତ ନେଇ ଚିନ୍ତିତ ରହିବେ । ପ୍ରତିକାର:- ଚାଉଳ କୁଆ ପାରାଙ୍କୁ ଖାଇବାକୁ ଦିଅନ୍ତୁ ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 943700674


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!