ଦୈନିକ ରାଶିଫଳ: ୧୧ ମାର୍ଚ୍ଚ 2023, ଶନିବାର, ଶନିଦେବଙ୍କ କୃପା ରହିବ ଏହି 4ଟି ରାଶି ଉପରେ, ମିଳିବ ଆର୍ଥିକ ସଙ୍କଟରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୩ ମସିହା, ମାର୍ଚ୍ଚମାସ ୧୧ ତାରିଖ, ଶନିବାର, କୁମ୍ଭମାସ ୨୭ ଦିନ, ଚୈତ୍ରମାସ, କୃଷ୍ଣପକ୍ଷ, ଚତୁର୍ଥୀତିଥି, ଚିତ୍ରାନକ୍ଷତ୍ର ସକାଳ ୭ଟା ୧୦ମିନିଟ୍ ପରେ ସ୍ଵାତୀ ନକ୍ଷତ୍ର, ତୁଳାରାଶିରେ ଚନ୍ଦ୍ର। ଧୃବ ଯୋଗ। ବବ କରଣ ଦିବା ୯ଟା ୫୭ମିନିଟ୍ ପରେ ବାଳବ କରଣ। ବୃଷ , ସିଂହ ଓ କନ୍ୟା ରାଶିର ଘାତବାର। ନିଷିଦ୍ଧ ଖାଦ୍ୟ- ମୂଳା ନ ଖାଇଲେ ଭଲ ରାତ୍ରି ୧୦ଟା ୬ ମିନିଟ ପରେ ବେଲ, ପଣସ ନ ଖାଇଲେ ଭଲ। ଯୋଗିନୀ- ନୈଋତେ ରାତ୍ରି ୧୦ ଟା ୬ ମିନିଟ ପରେ ଦକ୍ଷିଣେ ଯାତ୍ରା ନିଷେଧ। ଶ୍ରାଦ୍ଧ ତର୍ପଣ- ଚତୁର୍ଥୀର ଏକୋଦ୍ଧିଷ୍ଟ ଓ ପାର୍ବଣ ଶ୍ରାଦ୍ଧ। ଅଶୁଭସମୟ- ସକାଳ ୬ଟା ୨ ମିନିଟ ରୁ ୭ଟା ୩୧ ମିନିଟ, ଦିବା ୧ଟା ୨୫ମିନିଟ୍ ରୁ ୨ଟା ୫୪ ମିନିଟ, ଦିବା ୪ଟା ୨୨ମିନିଟ ରୁ ୫ଟା ୫୧ ମିନିଟ, ସନ୍ଧ୍ୟା ୫ଟା ୫୧ମିନିଟ୍ ରୁ ୭ଟା ୨୨ମିନିଟ୍, ରାତ୍ରି ୪ଟା ୩୦ ମିନିଟ ରୁ ୬ଟା ୧ ମିନିଟ। ଶୁଭସମୟ- ଦିବା ୧୦ଟା ୨୮ମିନିଟ୍ ରୁ ୧ଟା ୭ମିନିଟ୍, ରାତ୍ରି ୮ଟା ୧୭ମିନିଟ୍ ରୁ ୧୦ଟା ୪୩ମିନିଟ୍, ରାତ୍ରି ୧୨ଟା ୨୦ମିନିଟ୍ ରୁ ୧ଟା ୫୮ମିନିଟ୍, ରାତ୍ରି ୨ଟା ୪୬ମିନିଟ୍ ରୁ ୪ଟା ୨୪ମିନିଟ୍।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-ମିତ୍ରଙ୍କ ସାହାଯ୍ୟ ଦ୍ଵାରା ବିଗିଡି ଥିବା କର୍ମ ସଜାଡିହେବ। କର୍ମ କ୍ଷେତ୍ରରେ ଉଚ୍ଚଧିକାରୀ ସହକର୍ମୀଙ୍କ ସହ ବାଦବିବାଦ ମେଣ୍ଟି ଯିବ। ପରୀକ୍ଷା ଓ ପ୍ରତିଦ୍ଵନ୍ଦିତାରେ ବିଜୟୀ ହେବେ। ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବା ପାଇଁ ଯୋଗାଯୋଗ କରି ପାରିବେ। ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି, ସମ୍ମାନ ବୃଦ୍ଧି, ବାସସ୍ଥାନ ବା ଯାନବାହାନ ପ୍ରାପ୍ତି ହେବ। ସାମାଜିକ କ୍ଷେତ୍ରରେ ପ୍ରଶଂସିତ ହେବେ। ପ୍ରତିକାର- ମୟୂର ଚନ୍ଦ୍ରିକା ପାଖରେ ରଖି ଯାତ୍ରା କରନ୍ତୁ।

ବୃଷ:-ପିଲାଙ୍କ ସହ ଖୁସିଗପ କରିବାରେ ମଉକା ଜୁଟିବ। ପାରିବାରିକ କ୍ଷେତ୍ରରେ ବୁଝାମଣା ଠିକ୍ ରହିବ। ବ୍ୟବସାୟରେ ନିଜର ଯୋଜନାମୁତାବକ କାମ କରିବେ। କର୍ମଚାରୀ ମାନଙ୍କୁ ଭରସା କଲେ କୌଣସି ପ୍ରକାର ଅସୁବିଧା ହେବନାହିଁ। ପ୍ରେମକ୍ଷେତ୍ରରେ ପରିସ୍ଥିତି ଯେତେ ଜଟିଳ ହେଲେ ମଧ୍ୟ କୌଣସି ପ୍ରକାର ଅସୁବିଧା ହେବ ନାହିଁ। ଧାର୍ମିକ କାର୍ଯ୍ୟପ୍ରତି ଆଗ୍ରହୀ ହେବେ। ଦୂରଯାତ୍ରା କରି ହଇରାଣ ହରକତ ହେବାକୁ ପଡିବ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ମିଥୁନ:-ଧର୍ମକର୍ମରେ ରୁଚି ରହିବା ଫଳରେ କୌଣସି ଆଧ୍ୟାତ୍ମିକ କାର୍ଯ୍ୟର ଆୟୋଜନ ମଧ୍ୟ କରେଇବେ। ରାଜନୈତିକ କ୍ଷେତ୍ରରେ ବନ୍ଧୁ, ମିତ୍ର ଏବଂ ଉଚ୍ଚପଦାଧିକାରୀଙ୍କ ଠାରୁ ସାହାଯ୍ୟ ସହଯୋଗ ପାଇବେ। ବନ୍ଧୁ ମିତ୍ରଙ୍କଠାରୁ ଉପହାର ପ୍ରାପ୍ତି ହେବ। ପୁଅ ଝିଅଙ୍କ ସୁ ଖବର ପାଇବା ଫଳରେ ଖୁସି ହେବେ। ନିଜ ଆତ୍ମୀୟ ଲୋକଙ୍କ ସହ ସାକ୍ଷାତ ହେବା ସହ ଆର୍ଥିକ ଚିନ୍ତା ଦୁରହେବ ଓ ସୁଖ ସମୃଦ୍ଧି ବୃଦ୍ଧି ହେବ। ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

କର୍କଟ:-ବନ୍ଧୁଙ୍କ ସହଯୋଗରେ କେତେକ ସମସ୍ୟାର ସମାଧାନ ହୋଇ ମଉଜମସ୍ତିରେ ସମୟ କଟିପାରେ। ପରିବାରର ସଦସ୍ୟଙ୍କ ସହିତ ସୌହାର୍ଦ୍ଦ୍ୟ ପୂର୍ଣ୍ଣ ସଂପର୍କ ରହିବ। ବ୍ୟବସାୟ କ୍ଷେତ୍ରରେ ପରିସ୍ଥିତି ଯେତେ ଜଟିଳ ହେଲେ ମଧ୍ୟ କୌଣସି ଅସୁବିଧା ହେବ ନାହିଁ। ପରସ୍ପରକୁ ସାହାଯ୍ୟ ସହଯୋଗ କରି ଗଠନମୂଳକ ଦିଗପ୍ରତି ଆଗ୍ରହ ଓ ଉତ୍ତମ ଯୋଜନାବଦ୍ଧ ହେବାର ସମ୍ଭାବନା ଅଛି। ପ୍ରତିକାର- ଗୋଟାଗୁଆ ଗୋଟିଏ ପକେଟରେ ରଖି ଯାତ୍ରା କରନ୍ତୁ।

ସିଂହ:-ପାରିବାରିକ ଜୀବନ ଆନନ୍ଦମୟ ହେବ। ସଭାସମିତି, ସାହିତ୍ୟ ଓ କଳାକ୍ଷେତ୍ରରେ ସମ୍ମାନ ପାଇବେ। ରାଜନୀତି କ୍ଷେତ୍ରରେ ଗଠନମୂଳକ ପ୍ରସ୍ତାବ ନେଇ ପ୍ରଶଂସିତ ହେବେ। ଶତୃମୁକ୍ତ ନିରୁପଦ୍ରବ ଜୀବନଚର୍ଯ୍ୟା କାଏମ୍ ରଖି ପାରିଲେ ଲାଭ ପାଇବେ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ପ୍ରିୟଜନମାନେ ଆଗକୁ ବଢିବାରେ ସାହାଯ୍ୟ କରିବେ। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

କନ୍ୟା:-ପାରିବାରିକ ଜୀବନରେ ଶାନ୍ତି ପାଇବା ସହ ଭାଇ ଭଉଣୀ ମାନଙ୍କ ସହିତ ଉତ୍ତମ ସମ୍ପର୍କ ରହିବ। ବନ୍ଧୁବାନ୍ଧବଙ୍କ ଦିଗରୁ ସ୍ଵାର୍ଥ ପ୍ରବଣତାର ଅଭିବୃଦ୍ଧି ଘଟିବ। ବ୍ୟବସାୟରେ ଯେତେ ଅଧିକ ପରିଶ୍ରମ କରିବେ ସେତେ ଅଧିକ ଲାଭ ହେବ। ଛାତ୍ରଛାତ୍ରୀ ମାନଙ୍କର ଶିକ୍ଷକ ଓ ସହପାଠୀ ମାନଙ୍କ ମଧ୍ୟରେ ସମନ୍ଵୟ ରହି ବନ୍ଧୁତ୍ଵ ବୃଦ୍ଧି ପାଇବ। ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ତୁଳା:-କାର୍ଯ୍ୟର ପ୍ରଗତି ପାଇଁ ସମସ୍ତ ପ୍ରକାର ପ୍ରୟାସ କରିବେ। ସରକାରୀ ସାହାଯ୍ୟ ମିଳିପାରେ। ନୂତନ କାର୍ଯ୍ୟ ଆରମ୍ଭ କଲେ ଅଧିକ ଲାଭପ୍ରଦ ହେବେ। ନୂତନ କର୍ମ ନିଯୁକ୍ତିର ସୁଚନା ପାଇ ପାରନ୍ତି। ପାର୍ଟି ବା ସମାରୋହରେ ସମ୍ମିଳିତ ହେବାକୁ ପଡିପାରେ। ପଢିବା, ପଢେଇବା ମାମଲାରେ ଆଗକୁ ଗତି କରିବେ। କଳା, ସଙ୍ଗୀତ, ସାହିତ୍ୟ ପ୍ରତି ରୁଚି ବୃଦ୍ଧି ହେବ। ଜନ କଲ୍ୟାଣ କାର୍ଯ୍ୟ ଇଛା ଅନୁସାରେ ସମ୍ପନ୍ନ କରିବେ। ପ୍ରତିକାର- ଶ୍ଵେତଚନ୍ଦନ କର୍ପୁରମିଶେଇ ମସ୍ତକରେ ଧାରଣ କରନ୍ତୁ।

ବିଚ୍ଛା:-ରାଜନୀତିରେ ସମାଜ ସେବା କରି ସ୍ଵନାମ ଅର୍ଜନ କରିପାରିବେ। ବ୍ୟବସାୟରେ ଭାଗିଦାରମାନେ ପାଦ ସହିତ ପାଦ ମିଶେଇ ବେପାର ବୃଦ୍ଧି କରିବେ। ବୁଦ୍ଧି ବିବେକ ଖେଳାଇ କର୍ତ୍ତବ୍ୟ ପରାୟଣତାକୁ ମୁଖ୍ୟକରି ଚାଲିବା ହିତକର। ପରିବାରରେ କିମ୍ବା କୁଟୁମ୍ବରେ ସମାଜିକ କାର୍ଯ୍ୟର ଦାୟିତ୍ଵ ନେଇ ଧାଦୌଡ କରିବା ଫଳରେ କଷ୍ଟ ସ୍ଵୀକାର କରି ପାରନ୍ତି। ସମସ୍ତ ବାଧାକୁ ସଂଘର୍ଷ କରି ଆଗକୁ ବଢି ପାରିବେ। ପ୍ରତିକାର-ଲାଲଚନ୍ଦନ ବା ସିନ୍ଦୁର ଟିକେ ମସ୍ତକରେ ଲଗେଇ ଦିଅନ୍ତୁ।

ଧନୁ:-ସାମାଜିକ ଉତ୍ସବରେ ଯୋଗ ଦେବେ। ସମସ୍ତଙ୍କ ପ୍ରତି ସକରାତ୍ମକ ଚିନ୍ତା ଆଗକୁ ବଢିବାରେ ସାହାଯ୍ୟ କରିବ। ଅପଣା ଲୋକଙ୍କ ସହଯୋଗ ପାଇ ଜାଗା, ଜମି, ବାସଗୃହ ଓ ଯାନବାହାନ କ୍ରୟ କରିବାର ସୁବିଧା ପାଇବେ। ଆର୍ଥିକ ସ୍ଥିତି ସ୍ଵଛଳ ରହିବା ଫଳରେ ଆଶା କରିଥିବା କାର୍ଯ୍ୟଟି ପୂରଣ ହେବ। ଘର ପରିବାରରେ ବାତାବରଣ ଶାନ୍ତିପୂର୍ଣ୍ଣ ରହିବ। ଉଚ୍ଚବିଦ୍ୟା ଅଧ୍ୟୟନ ପାଇଁ ବାହ୍ୟ ଦେଶକୁ ଯାତ୍ରା କରି ପାରିବେ। ପ୍ରତିକାର- ପାଞ୍ଚୋଟି ଲବଙ୍ଗ ପାଖରେ ରଖନ୍ତୁ।

ମକର:-ସ୍ୱାସ୍ଥ୍ୟ ଉତ୍ତମ ରହିବା ସହ, ଆକସ୍ମିକ ଧନ ପ୍ରାପ୍ତି ହେବା ଫଳରେ ଆର୍ଥିକ ଦିଗରୁ ଉନ୍ନତି ଓ ନୂତନ ପଦାର୍ଥ ସଂଗ୍ରହ କରିବା ପାଇଁ ଆଗ୍ରହ ବଢିବ। ପେଶା, ବ୍ୟବସାୟ, ଭାଗୀଦାରୀ ଓ ବନ୍ଧୁମିତ୍ରଙ୍କଦ୍ଵାରା ଲାଭବାନ ହେବେ। ଗୃହରେ କଲ୍ୟାଣକର କର୍ମ ସମ୍ପାଦନ କରି ପ୍ରଶଂସିତ ହେବେ। ରାଜନୀତି କ୍ଷେତ୍ରରେ ପ୍ରତିଷ୍ଠା ପ୍ରତିପତ୍ତି ବୃଦ୍ଧି ପାଇବ। ବହୁ ଲୋକଙ୍କର ପ୍ରଶଂସା ପାଇବା ଫଳରେ ଉତ୍ସାହିତ ହେବେ। ପ୍ରତିକାର- ନିମ୍ବକାଠରେ ଚନ୍ଦନ ଘୋରି ମସ୍ତକରେ ଧାରଣ କରନ୍ତୁ।

କୁମ୍ଭ:-କୌଣସି ଶୁଭ ସମାଚାର ମଧ୍ୟ ଶୁଣିବାକୁ ମିଳିବ। ବନ୍ଧୁଙ୍କ ନିମନ୍ତ୍ରଣ ପାଇ ଦୂରଯାତ୍ରା କରିବାକୁ ପଡ଼ିବ। ରାଜନୀତିରେ ଉଚ୍ଚପ୍ରଶଂସିତ ହେବେ ଓ ସଫଳତା ମିଳିବ। ଭ୍ରମଣ, ପ୍ରଶାସନ, ପ୍ରକାଶନ, ସଂଗଠନ, ଅନୁସନ୍ଧାନ କାର୍ଯ୍ୟରେ ଲାଭ ପାଇବେ। ପରିବାରରେ ମନୋମାଳିନ୍ୟ ମେଣ୍ଟିଯିବା ଫଳରେ ସୁସ୍ଥ ବାତାବରଣ ଜାରି ରହିବ। ପିଲାମାନଙ୍କ କାର୍ଯ୍ୟ କଳାପ ସମ୍ମାନ ବୃଦ୍ଧିର ସୂଚନା ଦେବ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ମୀନ:-ଦାମ୍ପତ୍ୟ ସୁଖରେ ମଧୁରତା ଆସିବ ଓ ପ୍ରେମିକ ପ୍ରେମିକା ମାନଙ୍କର ପ୍ରେମ ସମ୍ବନ୍ଧରେ ଅଧିକ ଘନିଷ୍ଠତା ହେବ। ଛାତ୍ର ଛାତ୍ରୀ ମାନେ ଶିକ୍ଷାକୁ ଉଚିତ୍‌ ମନେକରି ପାଠ ପଢାରେ ମନଯୋଗ ଦେବେ। ଉଚ୍ଚପଦସ୍ଥ କର୍ମକର୍ତ୍ତାମାନଙ୍କର କର୍ମଉପରେ ନଜର ପଡ଼ିପାରେ। ନୂତନ କାର୍ଯ୍ୟ ଆରମ୍ଭ କରିବା ପୂର୍ବରୁ ହାତେ ମାପି ଚାଖଣ୍ଡେ ଚାଲିବା ଆବଶ୍ୟକ। ଖାଦ୍ୟପେୟ ପ୍ରତି ସଜାଗ ନ ରହିଲେ ସ୍ୱାସ୍ଥ୍ୟ ହାନୀ ହେବ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!