ଦୈନିକ ରାଶିଫଳ: ୧୧ ମଇ ୨୦୨୦, ମହାଦେବଙ୍କ କୃପାରୁ ଆଜି ଏହି ସବୁ ରାଶି ବ୍ୟକ୍ତିଙ୍କୁ ମିଳିବ କିଛି ଖୁସି ଖବର

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୦ ମସିହା, ମଇମାସ ୧୧ତାରିଖ, ସୋମବାର, ମେଷମାସ ୨୯ଦିନ, ଜ୍ୟେଷ୍ଠମାସ, କୃଷ୍ଣପକ୍ଷ, ଚତୁର୍ଥୀତିଥି, ପୂର୍ବାଷାଢାନକ୍ଷତ୍ର, ଧନୁ ରାଶିରେ ଚନ୍ଦ୍ର। ମିଥୁନ ରାଶିର ଘାତବାର ତୁଳା, କୁମ୍ଭ ରାଶିର ଘାତଚନ୍ଦ୍ର। ମୂଳା ଓ ବେଲ ନ ଖାଇଲେ ଭଲ। ଶୁଭସମୟ ପ୍ରାତଃ ୫ଟା ୧୭ମିନିଟ୍ ରୁ ୬ଟା ୫୨ମିନିଟ୍, ଦିବା ୧୦ଟା ୨୬ମିନିଟ୍ ରୁ ୧ଟା ୧ମିନିଟ୍, ଦିବା ୪ଟା ୩୪ମିନିଟ୍ ରୁ ୫ଟା ୧୮ମିନିଟ୍, ସନ୍ଧ୍ୟା ୬ଟା ୫୫ମିନିଟ୍ ରୁ ରାତ୍ର ୯ଟା ୭ମିନିଟ୍।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-

ଶାରୀରିକ କଷ୍ଟ ଦୂର ହେବ। କର୍ମକ୍ଷେତ୍ରରେ ସହକର୍ମୀ ଓ ଉପରିସ୍ଥ କର୍ମଚାରୀଙ୍କ ଠାରୁ ପ୍ରଶଂସିତ ହେବେ। ସନ୍ତାନ ସମ୍ବନ୍ଧିୟ କୌଣସି ମହତ୍ଵପୂର୍ଣ୍ଣ କାମ ଆପଣଙ୍କ ଦ୍ଵାରା ହୋଇପାରେ। ଆର୍ଥିକସ୍ଥିତିରେ ସୁଧାର ଆସିବ। ସମସ୍ତ କ୍ଷେତ୍ରରେ ସଫଳତା ମିଳିବ। ସମ୍ପତ୍ତି ସମ୍ବନ୍ଧିୟ ମାମଲାରେ ଜୟଯୁକ୍ତ ହେବେ। ଗୁରୁଜନ ଓ ବୃଦ୍ଧଜନଙ୍କ ସେବା କଲେ ଅନେକ ଆଶୀର୍ବାଦ ପାଇବେ। ବନ୍ଧୁଙ୍କ ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିପାରିବେ। ପରିବାର ଜନଙ୍କ ସମ୍ବନ୍ଧିତ କୌଣସି ଶୁଭ ସମାଚାର ଶୁଣିବେ। ଶତ୍ରୁ ବା ବିରୋଧୀ କିଛି କ୍ଷତି କରିପାରିବେ ନାହିଁ। ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ।

ବୃଷ:-

ବ୍ୟବସାୟୀ ମାନେ ନିଜର ପ୍ରାଧାନ୍ୟ ବିସ୍ତାର କରି ସମସ୍ୟାକୁ ସୁଧାରି ନେବେ। ଅନ୍ୟକୁ ନିଜ ସହ ତୁଳନା କରି ମାନସିକ ଶାନ୍ତି ଅନୁଭବ କରିବେ। ମିତ୍ରମାନଙ୍କ ସହ ସୁସମ୍ପର୍କ ରହିବା ଫଳରେ ଅନେକ କାର୍ଯ୍ୟରେ ସଫଳ ହେବେ। ଆର୍ଥିକସ୍ଥିତି ମନ୍ଦ ହେବନାହିଁ, ଯାହାଦ୍ୱାରା କି ବହୁ ପରିମାଣରେ ଅଭିବୃଦ୍ଧିର ହାର ବଢ଼ିଯିବ। ପରିବାରରେ ସୁସ୍ଥ ବାତାବରଣ ଜାରି ରହିବ। ଉପରିସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବା ସହ କର୍ମକ୍ଷେତ୍ରରେ ସୁଯୋଗ ହାତଛଡା ହେବାର ନାହିଁ। ଦକ୍ଷତାକୁ କେନ୍ଦ୍ରକରି ଉଚ୍ଚମାନ୍ୟତାରେ ହ୍ରାସ ହୋଇ ପାରେ। ଅଧ୍ୟୟନ ପ୍ରତି ବିତୃଷ୍ଣା ଓ ନିରାଶା ଭାବ ଦେଖାଦେଇ ପାରେ। ପ୍ରତିକାର କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ମିଥୁନ:-

ଶାରୀରିକ ସୁସ୍ଥତା ଓ ମାନସିକ ସ୍ଥିରତା ଦେଖାଦେବ। ସାମ୍ବାଦିକ ମାନେ ନିଜ କାର୍ଯ୍ୟରେ କୃତିତ୍ଵ ଲାଭ କରିବେ। ସମାଜ ସେବାରେ ପ୍ରଶଂସିତ ହେବେ। ସନ୍ତାନ ସୁଖ ମିଳିବ। ବ୍ୟବସାୟରେ ସଂଘର୍ଷ ଦ୍ଵାରା ସଫଳତା ମିଳିବ। ପରିବାରରେ ଅପ୍ରୀତିକର ପରିସ୍ଥିତି ଦେଖାଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ। ପ୍ରିୟଜନ ମାନଙ୍କୁ ଆର୍ଥିକ ସାହାଯ୍ୟ ସହଯୋଗ କରିବା ଫଳରେ ଆୟ ଅପେକ୍ଷା ବ୍ୟୟ ଅଧିକ କରିବେ। ଛାତ୍ରଛାତ୍ରୀମାନେ ବେପରୁଆ କାର୍ଯ୍ୟକଳାପ ଯୋଗୁଁ ଉଚ୍ଚବର୍ଗଙ୍କଠାରୁ ସମାଲୋଚିତ ହେବେ। କୌଣସି କାରଣ ବଶତଃ ଦୂର ବା ନିକଟ ଯାତ୍ରାକୁ ନଯିବା ଉଚିତ୍।  ପ୍ରତିକାର ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

କର୍କଟ:-

ସରକାରୀ ସାହାଯ୍ୟ ପାଇବା ଫଳରେ ଉତ୍ସାହ ଉଦ୍ଦିପନା ବୃଦ୍ଧି ପାଇବ। ସୁଯୋଗ ହାତ ପାହାନ୍ତାରେ ପହଞ୍ଚିବ। ଆୟର ମାର୍ଗ ପ୍ରଶସ୍ତ ହେବ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତା ମିଳି ପାରେ। ବ୍ୟବସାୟ ବୃଦ୍ଧି କିମ୍ବା ନୂଆ ଯୋଜନା ଅନୁସାରେ କାର୍ଯ୍ୟ କରିଲେ ଅଟକିଥିବା ଧନପ୍ରାପ୍ତ ହେବ। ପରିବାରରେ ମହତ୍ୱପୂର୍ଣ୍ଣ କାର୍ଯ୍ୟକରି ବନ୍ଧୁବାନ୍ଧବଙ୍କ ନିକଟରେ ଗୁରୁଗୁରୁଜନ ଓ ପ୍ରିୟଲୋକଙ୍କ ପାଖରେ ଆଦୃତ ହେବେ। ଖାଇବା ପିଇବା ଠିକ୍ ରହିବା ଫଳରେ ସ୍ୱାସ୍ଥ୍ୟଗତ ସମସ୍ୟାର ଉନ୍ନତି ହେବ। ରାଜନୀତିରେ ବିବେକ ବୁଦ୍ଧି ଖଟେଇ ଉଚିତ୍ମାର୍ଗରେ ଗତିକରିବାର କ୍ଷମତା ଜନ୍ମ ହେବ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ସିଂହ:-

ସାମ୍ବାଦିକ ମାନେ ପ୍ରଶଂସିତ ହେବେ। ସାମାଜିକ କାର୍ଯ୍ୟରେ ଭାଗ ନେଇ ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ। ପାରିବାରିକ ସମସ୍ୟା ସମାଧାନ କରି ଶାନ୍ତି ପାଇବେ ଓ ପରିବାରରେ ଆନନ୍ଦର ଲହରୀ ଖେଳି ଯିବ। ମିତ୍ରମାନଙ୍କ ସହ ସୁସମ୍ପର୍କ ରହିବା ଫଳରେ ଅନେକ କାର୍ଯ୍ୟରେ ସଫଳ ହେବେ। ବିଦ୍ୟାର୍ଥୀଙ୍କର ବିଦ୍ୟାରେ ଉନ୍ନତି ହେବାରୁ ମନ ଖୁସି ରହିବ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ନିତ୍ୟଚର୍ଯ୍ୟାରେ ବ୍ୟବଧାନ ଉପସ୍ଥିତ ହୋଇପାରେ। ରାଜନୀତିରେ ସତର୍କତା ଅବଲମ୍ବନ କରିବା ଉଚିତ୍। ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ।

କନ୍ୟା:-

ସାମ୍ବାଦିକ ମାନେ ସାମାଜିକ କଲ୍ୟାଣ କାମରେ ପୂର୍ଣ୍ଣ ସହଯୋଗ କରିବେ। କର୍ମକ୍ଷେତ୍ରରେ ସହକର୍ମୀ ଓ ଉପରିସ୍ଥ କର୍ମଚାରୀଙ୍କ ଠାରୁ ପ୍ରଶଂସିତ ହେବେ। ପାରିବାରିକ କ୍ଷେତ୍ରରେ ଶାନ୍ତି ବିରାଜମାନ କରିବ। ବ୍ୟବସାୟ କ୍ଷେତ୍ରରେ ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ। ଅନେକ କାର୍ଯ୍ୟ ନିଜେ ସମାଧାନ କରିବାକୁ ସାହସ ବାନ୍ଧିବେ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ଛାତ୍ରଛାତ୍ରୀମାନେ ମିତ୍ରଙ୍କ ସାହାଯ୍ୟ ଦ୍ଵାରା କାର୍ଯ୍ୟ ହାସଲ କରିବେ। ପୁରାତନ ରୋଗରୁ ଉପସମ ପାଇ ଶରୀର ସୁସ୍ଥ ରହିବ। ରାଜନୀତିରେ କୃତକାର୍ଯ୍ୟ ହେବେ। ପରିଶ୍ରମ ଦ୍ୱାରା କାର୍ଯ୍ୟ ସଫଳ ହେବ।  ପ୍ରତିକାର କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ତୁଳା:-

ଇଲୋକଟ୍ରୋନିକ୍ସମିଡିଆ ଓ ପ୍ରିଣ୍ଟ ମିଡିଆ ଦ୍ୱାରା ଲୋକସଂପର୍କ ବୃଦ୍ଧିହେବ। ସାମୟିକ ଚିନ୍ତା ଦୂରହେବ। କାର୍ଯ୍ୟ ସହଜ ସରଳରେ ସମାଧାନ ହେବ। ଶିକ୍ଷା କ୍ଷେତ୍ରରେ ମାନସିକ ଏକାଗ୍ରତା ବଜାୟ ରହିବା ଯୋଗେ ଆନନ୍ଦିତ ହେବେ। ରାଜନୀତି କ୍ଷେତ୍ରରେ ମିତ୍ର, ଭାଇ, ବନ୍ଧୁମାନେ ସହଯୋଗ କରିବେ। କର୍ମରେ ମନସନ୍ତୁଷ୍ଟ ରହିବ। ପିଲାଙ୍କସହ ଖୁସିରେ ରହିବେ। ଖର୍ଚ୍ଚବଢ଼ିବା ଯୋଗେ ପରିବାରରେ ଅସନ୍ତୋଷ ଦେଖାଦେଇ ପାରେ। ପିଲାମାନଙ୍କ ପଢା ସମସ୍ୟା ନେଇ ମନ ଭାରାକ୍ରାନ୍ତ ରହିବ। ଛୋଟ ଛୋଟ କାମକୁ ବୁଝିବିଚାରି ନକଲେ ଦ୍ଵନ୍ଦରେ ପଡିବେ। ପ୍ରତିକାର ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ବିଚ୍ଛା:-

କର୍ମକ୍ଷେତ୍ର ସୁଦୃଢ଼ ହେବ ଓ ମହତ୍ୱପୂର୍ଣ୍ଣ କାର୍ଯ୍ୟକରି ପ୍ରଶଂସିତ ହେବେ। ବ୍ୟବସାୟୀ ମାନେ ବହୁତ ଦିନର ବାକିପଡିଥିବା ଅର୍ଥ ପାଇ ସମସ୍ୟାକୁ ସୁଧାରି ନେବେ ଓ ଆଶାତୀତ ଲାଭ ପାଇବେ। ପରିବାରରେ ବିବେକ ବୁଦ୍ଧି ଖଟେଇ ଉଚିତ୍ମାର୍ଗରେ ଗତି କରିବାର କ୍ଷମତା ଜନ୍ମହେବ। ବନ୍ଧୁବାନ୍ଧବଙ୍କ ନିକଟରେ ଗୁରୁଗୁରୁଜନ ଓ ପ୍ରିୟଲୋକଙ୍କ ପାଖରେ ଆଦୃତ ହେବେ। ଛାତ୍ରଛାତ୍ରୀ ମାନେ ଶିକ୍ଷାକୁ ଉଚିତ୍‌ ମନେକରି ପାଠ ପଢାରେ ମନଯୋଗ ଦେବେ। ରାଜନୀତିରେ ପରିଶ୍ରମ କଲେ ଚେଷ୍ଟା ସାର୍ଥକ ହେବ ଓ ଆଶା ପୂରଣ ହେବ। ଭାବନାର ବଶୀଭୂତ ହୋଇ ଅମିନୀ, ଜାମିନି, ମଧ୍ୟସ୍ଥତା ଠିକ୍ ହେବ ନାହିଁ। ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ।

ଧନୁ:-

ସ୍ୱାସ୍ଥ୍ୟସମସ୍ୟା ଦୂର ହୋଇଯିବ। ବାଣିଜ୍ୟ କ୍ଷେତ୍ରରେ ଉଚ୍ଚ କର୍ମକର୍ତ୍ତାଙ୍କ ସୁଦୃଷ୍ଟି ପ୍ରାପ୍ତି ହେବ ଓ ସାହାଯ୍ୟ ସହଯୋଗ ମିଳିବ। ସହକର୍ମୀମାନଙ୍କର ସମର୍ଥନ ଏବଂ ଅଧସ୍ତନଙ୍କର ସହଯୋଗ ଯୋଗୁଁ କର୍ମକ୍ଷେତ୍ରରେ ସମ୍ମାନ ବୃଦ୍ଧି ଏବଂ ସୁନାମ ଅର୍ଜନ କରିବେ। ଆକସ୍ମିକ ଧନ ପ୍ରାପ୍ତି ହେବ। ବରିଷ୍ଠ ବ୍ୟକ୍ତି ଉଚ୍ଚାଧିକାରୀଙ୍କ ସହ ସମ୍ବନ୍ଧ ଦୃଢୀଭୁତ ହେବ। ବନ୍ଧୁଙ୍କ ସହଯୋଗରେ କେତେକ ସମସ୍ୟାର ସମାଧାନ ହେବ। ଯଦି କୌଣସି ନୂତନ ଯୋଜନାର କ୍ରିୟାନ୍ୱିତ କରିବାକୁ ଚାହୁଁଥାନ୍ତି, ତା’ ହେଲେ ଆଗେଇ ନବା ଉଚିତ୍। ଛାତ୍ରଛାତ୍ରୀମାନେ ଶିକ୍ଷା କ୍ଷେତ୍ରରେ ମନଯୋଗ ଦେଇ ପ୍ରଶଂସା ପାଇବେ।  ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମକର:-

ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବା ଫଳରେ ପ୍ରତିଷ୍ଠା, ପ୍ରତିପତ୍ତି, ମାନସମ୍ମାନ ଓ କ୍ଷାତି ବଢ଼ିବ। ଗୃହସମସ୍ୟା ସମାଧାନ ହେବ। ଅଟକିଥିବା କାର୍ଯ୍ୟ ପୂରଣ ହେବ। କର୍ମକ୍ଷେତ୍ରରେ ସଫଳତା ମିଳିବ ଓ ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭହେବ। ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ। ବିରୋଧିମାନେ ଦୂରେଇଯିବେ। ପରିବାରରେ ଖୁସିର ବାତାବରଣ ସୃଷ୍ଟି ହେବ। ବିଦ୍ୟାକ୍ଷେତ୍ରରେ ମନଯୋଗ ଦେଇ ସଫଳ ହେବେ। ନୂଆ ସମସ୍ୟାର ସମ୍ମୁଖୀନ ହେଲେ ମଧ୍ୟ ନିଜର ବୁଦ୍ଧି, ବିବେକ ଖଟାଇ ସମାଧାନ କରିପାରିବେ। ପ୍ରତିକାର କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

କୁମ୍ଭ:-

ସମ୍ପର୍କୀୟ ବନ୍ଧୁ ସାହାଯ୍ୟ ସହଯୋଗ କରିବେ। ରାଜକୀୟ ମାମଲାରେ ସଫଳତା ମିଳିବ। ବ୍ୟବସାୟ କ୍ଷେତ୍ରରେ ଧନ ଲାଭ ହେବାରୁ ମନ ଖୁସି ରହିବ। କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ।  ସାଧୁ, ସତ୍ୟବାଦୀ, ଧର୍ମାତ୍ମା, ଗୁରୁବ୍ରାହ୍ମଣଙ୍କ ସହ ସମ୍ପର୍କ ସ୍ଥାପନ ହେବ। ଲୋକସମ୍ପର୍କ ଆତ୍ମସନ୍ତୋଷ ବଢେଇବ। ରୋଜଗାର ସମସ୍ୟା ସୁଧୁରି ଯିବ। ଭାତୃ ବିବାଦ, ଜମି ବାଡି ଓ ଘର ଜାଗାନେଇ ଥିବା ଦ୍ଵନ୍ଦର ସମାଧାନ ହୋଇ ପାରେ। ସନ୍ତାନଙ୍କର ଉନ୍ନତିରେ ଖୁସି ହେବେ। ଅଧ୍ୟୟନ ପ୍ରତି ବିତୃଷ୍ଣା ଓ ନିରାଶାଭାବ ଦେଖାଦେଇ ପାରେ। କୌଣସି କାରଣ ବଶତଃ ଦୂର ବା ନିକଟ ଯାତ୍ରାକୁ ନଯିବା ଉଚିତ୍। ପ୍ରତିକାର ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ମୀନ:-

ସ୍ୱାସ୍ଥ୍ୟସମସ୍ୟା ଦୂର ହୋଇ ଦୈନିକ କାର୍ଯ୍ୟଗତି ଉତ୍ସାହପୂର୍ଣ୍ଣ ହେବ। ସାମ୍ବାଦିକ ମାନେ ନିଜ କାର୍ଯ୍ୟରେ କୃତିତ୍ଵ ଲାଭ କରିବେ। ସାମାଜିକ କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ। ଆର୍ଥିକ ସମସ୍ୟା ନିଶ୍ଚିତ ରୂପେ ସମାଧାନ ହୋଇଯିବ। କର୍ମ କ୍ଷେତ୍ରରେ ଉଚ୍ଚଅଧିକାରୀ ଓ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ କର୍ମୋନ୍ନତି ହେବ। ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ। ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ ଓ ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ। ବ୍ୟବସାୟ କ୍ଷେତ୍ରରେ ସକ୍ରିୟ ହେଲେ ଆର୍ଥିକ ଲାଭ ହେବାର ସମ୍ଭାବନା ଅଛି। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!