ଦୈନିକ ରାଶିଫଳ: 11 ମଇ 2021, ମା ମଙ୍ଗଳାଙ୍କ କୃପାରୁ ଆଜି ଏହି ରାଶି ବ୍ୟକ୍ତିଙ୍କୁ ମିଳିବ ଆର୍ଥିକ ସମସ୍ୟାରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୧ ମସିହା, ମଇମାସ ୧୧ ତାରିଖ, ମଙ୍ଗଳବାର, ମେଷମାସ ୨୮ ଦିନ, ବୈଶାଖମାସ, କୃଷ୍ଣପକ୍ଷ, ଅମାବାସ୍ୟାତିଥି, ଦ୍ଵିଜା ନକ୍ଷତ୍ର, ମେଷରାଶିରେ ଚନ୍ଦ୍ର । ମକରରାଶିର ଘାତବାର । ମେଷରାଶିର ଘାତଚନ୍ଦ୍ର । ଆମିଷ ନ ଖାଇଲେ ଭଲ । ଶୁଭସମୟ- ସକାଳ ୮ଟା ୩୦ମିନିଟ୍ ରୁ ୧୦ଟା ୨୪ମିନିଟ୍, ଦିବା ୧ଟା ୧ମିନିଟ୍ ରୁ ୧ଟା ୧୮ମିନିଟ୍, ଦିବା ୪ଟା ୩୪ମିନିଟ୍ ରୁ ୫ଟା ୧୭ମିନିଟ୍, ସନ୍ଧ୍ୟା ୬ଟା ୧୦ମିନିଟ୍ ରୁ ୬ଟା ୫୩ମିନିଟ୍, ରାତ୍ର ୯ଟା ୮ମିନିଟ୍ ରୁ ୧୧ଟା ୧୯ମିନିଟ୍ । ପର୍ବଦିନ- ରୁକ୍ମିଣୀ ଅମାବାସ୍ୟା ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-

ରାଜନୀତିରେ ଲୋକସମ୍ପର୍କ ବୃଦ୍ଧି, ନିଜର ମାନ ସମ୍ମାନ ପଦ ମର୍ଯ୍ୟାଦା ବୃଦ୍ଧି ହେବା ସହ ସମ୍ମାନର ସହିତ କୃତକାର୍ଯ୍ୟ ହେବେ । ଅର୍ଥ ଉପାର୍ଜନରେ ଏକନିଷ୍ଠ ହେଲେ ଧନାଢ୍ୟ ହେବାର ରାସ୍ତା ଖୋଲିଯିବ । ପାରିବାରିକ କ୍ଷେତ୍ରରେ ସ୍ଵାର୍ଥ ପ୍ରବୃତ୍ତିର ଅଧୀନ ହୋଇ ସମ୍ପର୍କର ମଧୁର ସ୍ଵାଦ ଅନୁଭବ କରିବେ । ଛାତ୍ରଛାତ୍ରୀମାନଙ୍କର ଶିକ୍ଷକ ଓ ସହପାଠୀ ମାନଙ୍କ ମଧ୍ୟରେ ସମନ୍ଵୟ ରହି ବନ୍ଧୁତ୍ଵ ବୃଦ୍ଧି ପାଇବ । ବ୍ୟବସାୟରେ ଲାଭ ବନ ହେବେ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ବୃଷ:-

ଶତୃମାନେ ମଥାନତ କରିବେ । ସନ୍ତାନ ସନ୍ତତିଙ୍କ ମର୍ଜି ରକ୍ଷାକରି ଶାନ୍ତି ପାଇବେ । ପାରିବାରିକ କ୍ଷେତ୍ରରେ ଶାନ୍ତି ବିରାଜମାନ କରିବ । କର୍ମକ୍ଷେତ୍ରରେ ଟେନସନ ଦୂର ହେବ । ରାଜନୀତିରେ ଉନ୍ନତିମୂଳକ ପଦକ୍ଷେପ ନେଇ ପ୍ରଶଂସିତ ହେବେ । ବ୍ୟବସାୟରେ ନାନାପ୍ରକାର ସୁବିଧା ସୁଯୋଗ ମିଳିବ ଓ ପୁରୁଣା ପ୍ରାପ୍ୟ ମଧ୍ୟ ଆଦାୟ ହୋଇ ପାରେ । ଗୁରୁଜନ ଓ ଉଚ୍ଚପଦସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ । ପରୀକ୍ଷା ପ୍ରତିଯୋଗିତା କ୍ଷେତ୍ରରେ ବିଜୟୀ ହେବେ । ପ୍ରତିକାର- ଶ୍ଵେତଚନ୍ଦନ କର୍ପୁରମିଶେଇ ମସ୍ତକରେ ଧାରଣ କରନ୍ତୁ ।

ମିଥୁନ:-

କର୍ମ କ୍ଷେତ୍ରରେ ପ୍ରଶଂସିତ ହେବେ । ଦୃଢସଂକଲ୍ପ ଓ ଆତ୍ମବିଶ୍ଵାସରେ ଭରପୁର ହେବ । ନିର୍ମାଣଧୀନ କାର୍ଯ୍ୟ ସମ୍ପନ୍ନ ହେବ । ଅଚାନକ ଧନ ପ୍ରାପ୍ତି ହେବ । ସନ୍ତାନଙ୍କ ସମ୍ବନ୍ଧିତ କୌଣସି ମହତ୍ଵପୂର୍ଣ୍ଣ କାମ ସଂପୂର୍ଣ୍ଣ ହେବ । କୋର୍ଟ କଚେରୀ ମାମଲାରେ ବିଜୟୀ ହେବେ । ପାରିବାରିକ କ୍ଷେତ୍ରରେ ସ୍ନେହ ସଦ୍ଭାବ ଅତୁଟ ରହିବ । ରାଜନୈତିକ କ୍ଷେତ୍ରରେ ଜନସେବା ଦ୍ଵାରା ସୁନାମପ୍ରାପ୍ତି ଓ ସମ୍ମାନ ବୃଦ୍ଧି ହେବ । ବ୍ୟବସାୟରେ ଲାଭର ପରିମାଣ ଅଧିକ ହେବ । ପ୍ରତିକାର-ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ ।

କର୍କଟ:-

ଶାରୀରିକ ଓ ମାନସିକ ସ୍ଥିରତା ଦେଖାଦେବ । ସନ୍ତାନଙ୍କ ଭବିଷ୍ୟତ ପାଇଁ ଯୋଜନା କରି ପୁଞ୍ଜି ନିବେଶ କରିବେ । ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଲେ ଅଚାନକ ଧନପ୍ରାପ୍ତି ହେବ । ଜାଗା, ଜମି, ଗୃହ, ବାହନ ସମ୍ବନ୍ଧିୟ ସମସ୍ୟା ସମାଧାନ ହୋଇ କ୍ରୟ ବିକ୍ରୟ କରି ପାରନ୍ତି । ଦୂରଯାତ୍ରାରେ ସଫଳ ହେବେ । ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ । ପରିବାରରେ ଯେତେ ସମସ୍ୟା ଥିଲେ ମଧ୍ୟ ଶାନ୍ତି ଅନୁଭବ କରିବେ । ପ୍ରତିକାର- କ୍ରିମରଙ୍ଗର ରୁମାଲ ଟିଏ ପାଖରେ ରଖନ୍ତୁ ।

ସିଂହ:-

ସରକାରୀ ସାହାଯ୍ୟ ମିଳିପାରେ । ଚାକିରୀ କ୍ଷେତ୍ରରେ ପଦୋନ୍ନତି ହେବା ସହ ସ୍ଥାନାନ୍ତର ମଧ୍ୟ ହୋଇପାରେ । ଧର୍ମ କାର୍ଯ୍ୟପ୍ରତି ମନ ବଳାଇବେ । କାର୍ଯ୍ୟ କ୍ଷେତ୍ରରେ ସୁଖଶାନ୍ତି ବୃଦ୍ଧି ହେବା ସହ ଉଚ୍ଚ ସମ୍ଭାବନାର ଆଶା ଆଶ୍ୱାସନା ଲାଭ କରି ମାନସିକ ଶାନ୍ତି ଅନୁଭବ କରିବେ । ଭାଇ ଭଉଣୀ ମାନଙ୍କ ସହିତ ଉତ୍ତମ ସମ୍ପର୍କ ରହିବା ଫଳରେ ପାରିବାରିକ ଜୀବନରେ ଶାନ୍ତି ଅନୁଭବ କରିବେ । ସାମାଜିକ କାର୍ଯ୍ୟରେ ସଫଳତା ଓ ମାନସମ୍ମାନ ବୃଦ୍ଧି ହେବ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

କନ୍ୟା:-

ରାଜନୈତିକ କ୍ଷେତ୍ରରେ ଜନସେବା ଦ୍ଵାରା ସୁନାମପ୍ରାପ୍ତି ଓ ସମ୍ମାନ ବୃଦ୍ଧି ହେବ । ପରିବହନ କ୍ଷେତ୍ରରେ ସମସ୍ୟା ସମାଧାନ ହେବ । ସାମାଜିକ ଅନୁଷ୍ଠାନରେ ଯୋଗ ଦେବାର ସୁଯୋଗ ମିଳିବ । ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତ ହେବେ । ଦୁଃଖୀ ଲୋକଙ୍କୁ ସାହାରାହେବେ ଓ ପଡୋଶୀମାନେ ସ୍ଵାର୍ଥ ହାସଲ କରିବା ପାଇଁ ବାକ୍ ଚାତୁରୀ କଥାକହି କାର୍ଯ୍ୟ ପୂରଣ କରିବେ । ସାଧାରଣ କଥାକୁ ନେଇ ମନରେ ବିରକ୍ତିଭାବ ପ୍ରକାଶ ପାଇବ । ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ ।

ତୁଳା:-

ସାମାଜିକ ସ୍ତରରେ ସହନଶୀଳତା ଗୁଣରୁ ପ୍ରଶଂସିତ ହେବେ । ନୂତନ ଓ ପୁରାତନ ଯୋଜନା ଫଳପ୍ରସୂ ହେବା ସହଜ ସରଳ ହୋଇଯିବ । ବ୍ୟବସାୟ ପାଇଁ ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ବେଶ୍ ଆନନ୍ଦ ଅନୁଭବ କରିବେ । ନୂତନ କାର୍ଯ୍ୟରେ ହାତଦେଇ କୃତ କାର୍ଯ୍ୟ ହେବେ । ନୂତନ ବନ୍ଧୁଲାଭ ହେବା ସହ ବନ୍ଧୁ ମିତ୍ରମାନଙ୍କର ସହଯୋଗରେ ଧନସମ୍ପଦ, ବସ୍ତ୍ରଆଭୂଷଣ ଆଦି ଲାଭହେବ । କର୍ମକ୍ଷେତ୍ରରେ ଟେନସନ ଦୂର ହେବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ବିଚ୍ଛା:-

ବିଭିନ୍ନଦିଗରୁ ସାହାଯ୍ୟ ସହଯୋଗ ପାଇବେ । ସହକର୍ମୀମାନଙ୍କ ସହ ବାଦବିବାଦର ଅବସାନ ଘଟିବା ଫଳରେ ଲକ୍ଷ୍ୟ ପୂରଣ ହେବାରେ କୌଣସି ଅସୁବିଧା ହେବନାହିଁ । ବ୍ୟବସାୟ ବାଣିଜ୍ୟ ଓ ପରିବହନ କ୍ଷେତ୍ରରେ ସୁଫଳ ପ୍ରାପ୍ତିହେବ ଓ ଦୂରଯାତ୍ରାର ସୁଯୋଗ ପାଇବେ । ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ । ନୂତନ ବନ୍ଧୁଙ୍କୁ ପାଇ ଖୁସୀହେବେ । ବିଦ୍ୟାକ୍ଷେତ୍ରରେ ଆତ୍ମବିଶ୍ୱାସ ବୃଦ୍ଧି ପାଇବ ଓ ପ୍ରଶଂସା ପାଇବେ । ପ୍ରତିକାର- ନାଲିବସ୍ତ୍ର ପରିଧାନ କରନ୍ତୁ ।

ଧନୁ:-

ସଭାସମିତି, ସାହିତ୍ୟ ଓ କଳାକ୍ଷେତ୍ରରେ ସମ୍ମାନ ପାଇବେ । କର୍ମ କ୍ଷେତ୍ରରେ ଗଠନମୂଳକ ପ୍ରସ୍ତାବ ନେଇ ପ୍ରଶଂସିତ ହେବେ । ପରିବହନ ବ୍ୟବସାୟିକ ସ୍ଥିତି ସୁଦୃଢ ହେବ । ସମସ୍ୟା ସମାଧାନ ପାଇଁ ବନ୍ଧୁଙ୍କ ସାହାଯ୍ୟ ନେଇ ଆଲୋଚନା କ୍ଷେତ୍ରରେ ସୁଫଳ ପାଇବେ । ସାଙ୍ଗ ସାଥିମାନେ ସାହାଯ୍ୟ ସହଯୋଗ କରିବେ । ଆଇନ ଅଦାଲତ ତଥା କୋର୍ଟ କଚେରୀ ମାମଲାରେ ବିଜୟୀ ହେବେ । ଲେଖାପଢାରୁ ଶୁଭଫଳ ମିଳିବ । ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ ।

ମକର:-

ଆନୁଷ୍ଠାନିକ କାମ ହାସଲ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରି ପାରନ୍ତି । ଘରଲୋକଙ୍କୁ ଅବିଶ୍ଵାସ କଲେ ହଇରାଣରେ ପଡିବେ । ଅଫିସ୍ କାମରେ ପରିଚାଳନାଗତ ସମସ୍ୟା ଦେଖାଦେଇ ପାରେ । ପରକଥାରେ ପଡି ପରିବାରରେ କଳହ ସୃଷ୍ଟି ହେବ । ଦୂରଯାତ୍ରା କରିବା ଦ୍ଵାରା ଅସୁସ୍ଥତା ଅନୁଭବ କରିବେ । ରାଜନୀତି କ୍ଷେତ୍ରରେ ସଫଳତା ମିଳିବ । ଖାଦ୍ୟପେୟର ଅନିୟମିତତା ସ୍ଵାସ୍ଥ୍ୟହାନିର କାରଣ ହୋଇ ପାରେ । ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ ।

କୁମ୍ଭ:-

ପୁଞ୍ଜିଲଗାଣ, ଉଦ୍ୟୋଗ, ଧନ ଆଦାନ ପ୍ରଦାନରେ ବିଶେଷ ଲାଭବାନ୍ ହେବେ । ବ୍ୟବସାୟରେ ଆୟ ଉପାର୍ଜ୍ଜନର ବୃଦ୍ଧି ହେବା ସହ ଋଣରୁ ମୁକ୍ତି ମିଳିବ । ରୋଜଗାର ସମସ୍ୟା ସୁଧୁରି ଯାଇ ଧନ ଲାଭ ହେବାରୁ ମନ ଖୁସି ରହିବ । କର୍ମକ୍ଷେତ୍ରରେ ସହକର୍ମୀ ଓ ଉପରିସ୍ଥ କର୍ମଚାରୀଙ୍କ ଠାରୁ ପ୍ରଶଂସିତ ହେବେ । ଧୈର୍ଯ୍ୟ ଓ ସହନଶୀଳତା ଯୋଗେ ଯଶ ମିଳିବ । ବନ୍ଧୁଙ୍କ ନିମନ୍ତ୍ରଣ ପାଇ ଦୂରଯାତ୍ରା କରିବାକୁ ପଡ଼ି ପାରେ । ହସଖୁସିରେ ସମୟ ବିତାଇବେ । ପ୍ରତିକାର- ତିଳକଚନ୍ଦନ ଧାରଣ କରନ୍ତୁ ।

ମୀନ:-

ଶତୃନାଶ, ଋଣନାଶ ଓ ପୁରାତନ ରୋଗପୀଡ଼ାର ଉପଶମ ହେବ । ନୂତନ ଆଶା ଓ ଉର୍ଜା ଦ୍ଵାରା ଯେକୌଣସି ପ୍ରତିଯୋଗୀତାକୁ ସ୍ଵୀକାର କରିବା ପାଇଁ ପ୍ରସ୍ତୁତ ରହିବେ । ଧର୍ମକାର୍ଯ୍ୟପ୍ରତି ମନବଳାଇ ବହୁତ ଶାନ୍ତି ଲଭିବେ । ଗୃହରେ ଭାତୃବିବାଦ, ପଡ଼ୋଶୀକଳହ, ଜାଗାଜମିପାଇଁ ମାଲିମକଦ୍ଦମାର ସମାଧାନ କରି ପ୍ରଶଂସା ପାଇବେ । ଲୋକସମ୍ପର୍କ ଆତ୍ମସନ୍ତୋଷ ବଢେଇବ । ଶିକ୍ଷାକ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ । ପ୍ରତିକାର:- ଷଣ୍ଢକୁ କିଛି ଖାଇବାକୁ ଦିଅନ୍ତୁ ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 943700674


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!