ଦୈନିକ ରାଶିଫଳ: 11 ମଇ 2022, ଶ୍ରୀ ଗଣେଶଙ୍କ କୃପାରୁ ଏହି 4ଟି ରାଶିଙ୍କୁ ମିଳିବ ଆକସ୍ମିକ ଧନ

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୨ ମସିହା, ମଇମାସ ୧୧ତାରିଖ, ବୁଧବାର, ମେଷମାସ ୨୮ଦିନ, ବୈଶାଖମାସ ଶୁକ୍ଳପକ୍ଷ, ଦଶମୀତିଥି, ପୂର୍ବାଫାଲଗୁନୀ ନକ୍ଷତ୍ର, ସିଂହ ରାଶିରେ ଚନ୍ଦ୍ର । ବ୍ୟାଘାତ ଯୋଗ ସନ୍ଧ୍ୟା ୭ଟା ୨୪ମିନିଟ୍ ପରେ ହର୍ଷଣ ଯୋଗ । ତୈତିଳ କରଣ ସକାଳ ୭ଟା ୩୪ମିନିଟ୍ ପରେ ଗର କରଣ । କର୍କଟ ରାଶିର ଘାତବାର । କର୍କଟ, ମକର ରାଶିର ଘାତଚନ୍ଦ୍ର । କଳମଶାଗ ନ ଖାଇଲେ ଭଲ, ରାତି ୭ଟା ୩୧ମିନିଟ୍ ପରେ ଶିମ୍ବ, ଆମିଷ ନ ଖାଇଲେ ଭଲ । ଯୋଗିନୀ- ଉତ୍ତରେ ରାତି ୭ଟା ୩୧ମିନିଟ୍ ପରେ ଆଗ୍ନେୟେ ଯାତ୍ରା ନିଷେଧ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ଶ୍ରାଦ୍ଧତର୍ପଣ- ଦଶମୀର ଏକୋଦ୍ଧିଷ୍ଟ ଓ ପାର୍ବଣ ଶ୍ରାଦ୍ଧ । ଅଶୁଭସମୟ- ସକାଳ ୮ଟା ୨୯ମିନିଟ୍ ରୁ ଦିବା ୧୦ଟା ୬ମିନିଟ୍, ଦିବା ୧୧ଟା ୪୩ମିନିଟ୍ ରୁ ଦିବା ୧ଟା ୧୯ମିନିଟ୍, ରାତ୍ରି ୨ଟା ୨୯ମିନିଟ୍ ରୁ ୩ଟା ୫୨ମିନିଟ୍ । ଶୁଭସମୟ- ପ୍ରାତଃ ୫ଟା ୧୭ମିନିଟ୍ ରୁ ୬ଟା ୫୮ମିନିଟ୍, ଦିବା ୧୦ଟା ୭ମିନିଟ୍ ରୁ ୧୧ଟା ୧୬ମିନିଟ୍, ଦିବା ୧ଟା ୫୩ମିନିଟ୍ ରୁ ୫ଟା ୧୭ମିନିଟ୍, ସନ୍ଧ୍ୟା ୬ଟା ୫୫ମିନିଟ୍ ରୁ ରାତ୍ର ୧୦ଟା ୩୫ମିନିଟ୍, ରାତ୍ର ୧ଟା ୩୫ମିନିଟ୍ ରୁ ରାତ୍ର ୨ଟା ୨୮ମିନିଟ୍, ରାତ୍ର ୩ଟା ୫୩ମିନିଟ୍ ରୁ ୫ଟା ୧୫ମିନିଟ୍ ।

ମେଷ:-ଶିକ୍ଷାକ୍ଷେତ୍ରରେ ପରୀକ୍ଷା ପରିଣାମ ଅନୁକୂଳ ହେବ । ଶତ୍ରୁ ବା ବିରୋଧୀ କିଛି କ୍ଷତି କରିପାରିବେ ନାହିଁ । ଉପରିସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ । ବାଦବିବାଦ, ମାଲିମୋକଦ୍ଦମା, କୋର୍ଟ କଚେରୀ ମାମଲାରେ ବିଜୟୀ ହେବେ । ପରିବାର ବା ଘର ସମ୍ବନ୍ଧୀୟ କୌଣସି ମହତ୍ଵପୂର୍ଣ୍ଣ ସମାଚାର ଶୁଣିବେ । ଭାଇ, ବନ୍ଧୁ, ମିତ୍ର ଓ ସହକର୍ମୀମାନଙ୍କ ସହିତ ମତଭେଦ ସମାପ୍ତ ହେବ । ଉଚିତ ପନ୍ଥା ଗ୍ରହଣ କରିବେ । ପ୍ରତିକାର-ଲାଲଚନ୍ଦନ ବା ସିନ୍ଦୁର ଟିକେ ମସ୍ତକରେ ଲଗେଇ ଦିଅନ୍ତୁ ।

ବୃଷ:-ରାଜନୀତିରେ ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିପାରିବେ । ବୃତ୍ତିଗତ ଦୃଷ୍ଟିରୁ ସ୍ଵାଭିମାନ ସୁରକ୍ଷିତ ରହିବା ଫଳରେ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ । ନୂତନ ବନ୍ଧୁଙ୍କ ସହିତ ଭେଟ ହେବା ଫଳରେ ଅଟକିଥିବା କାର୍ଯ୍ୟ ସମ୍ପନ୍ନ ହେବ । କିନ୍ତୁ ପରିବାରରେ ଅପ୍ରିତିକର ପରିସ୍ଥିତି ଦେଖାଦେଇ ପାରେ । ଜିଦରୁ ନିବୃତ ହେବା ଶ୍ରେୟସ୍କର ହେବ । ପିଲାମାନଙ୍କ ପ୍ରତି ସତର୍କ ରହି ଆନନ୍ଦିତ ହେବେ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

ମିଥୁନ:-ଶାରୀରିକ କଷ୍ଟ ଦୂର ହେବ । ନୂତନ ବ୍ୟବସାୟ ଆରମ୍ଭ କଲେ ବ୍ୟବସାୟରେ ପ୍ରଚୁର ଲାଭ ହେବ । ପରିବାରରେ ଆର୍ଥିକ ସମସ୍ୟା ସମାଧାନ ହୋଇଯିବ । ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ ବିଜୟୀ ହେବେ । ସହକର୍ମୀମାନେ କାମର ପ୍ରଶଂସା କରିବେ । ଜନସମ୍ପର୍କ ସୁଦୃଢ ହେବା ଫଳରେ ଯାହା ଚିନ୍ତା କରିଛନ୍ତି ତାହା ପୂରଣ କରିବାକୁ ଚେଷ୍ଟା ଜାରି ରଖିବେ । ନୂତନ ବନ୍ଧୁ ମିତ୍ରଙ୍କ ମିଳନ ହେବ । ପ୍ରତିକାର- ନିମ୍ବକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ ।

କର୍କଟ:-ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବାସହ ଆୟ ସାମାନ୍ୟ ହେବ । ମାଆ ବାପାଙ୍କର ଶରୀର ସୁସ୍ଥ ରହିବ । ଦୁଃଖୀ ଲୋକଙ୍କୁ ସାହାଯ୍ୟ କରିବା ଫଳରେ ଅତ୍ୟନ୍ତ ଶୁଭଫଳ ପ୍ରାପ୍ତି ହେବ । ବ୍ୟବସାୟରେ ବନ୍ଧୁମାନେ ବିଶ୍ୱାସ ଘାତକତା କରି ପାରନ୍ତି । ସାମାଜିକ ପ୍ରତିଷ୍ଠା ଓ ମାନ-ସମ୍ମାନରେ ବାଧା ଉପୁଜିପାରେ । ଏକୁଟିଆ ବାହନରେ କୌଣସି ଜାଗାକୁ ଯାତ୍ରାକଲେ ସତର୍କତା ଅବଲମ୍ବନ କରିବା ଉଚିତ୍ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ସିଂହ:-ସାମାଜିକ ପତିଆରା ଅମଳିନ ରହିବ । ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ । ବୃତ୍ତିଗତ ଦୃଷ୍ଟିରୁ ସ୍ଵାଭିମାନ ସୁରକ୍ଷିତ ରହିବା ଫଳରେ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ । ପରିବାର ସମ୍ବନ୍ଧିତ ବା କୌଣସି ବନ୍ଧୁଙ୍କ ଦ୍ଵାରା ଶୁଭ ସମାଚାର ଶୁଣିବେ । କମିଶନ ସମ୍ବନ୍ଧିତ କାର୍ଯ୍ୟରେ ଲାଭ ମିଳିବ । ସାମାଜିକ ପ୍ରତିଷ୍ଠା. ମାନସମ୍ମାନ ବୃଦ୍ଧି ହେବ । ରାଜନୀତିରେ ଲୋକସମର୍ଥନକୁ ଆଧାର କରି ବଳୀୟାନ ହେବେ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।

କନ୍ୟା:-ସାଧୁ, ସତ୍ୟବାଦୀ, ଧର୍ମାତ୍ମା, ଗୁରୁ ବ୍ରାହ୍ମଣଙ୍କ ସହ ସମ୍ପର୍କ ସ୍ଥାପନ ହେବ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ଘନିଷ୍ଠ ବ୍ୟକ୍ତିଙ୍କ ସହିତ ଭେଟ ହେବ । ବନ୍ଧୁ ମିତ୍ରଙ୍କ ଆଗମନ ହେବ । ପ୍ରିୟଜନ ଓ ପରିବାର ସଦସ୍ୟ ଆପଣଙ୍କ ନିକଟତର ହେବେ । ବ୍ୟବସାୟୀମାନେ କଠିନ ପରିଶ୍ରମ ଫଳରେ ଅର୍ଥ ଲାଭ କରିବେ । ମାଲିମୋକଦ୍ଦମାରେ କୂଟନୀତିର ଶିକାର ହୋଇ ପାରନ୍ତି । ଅନିଦ୍ରାଜନିତ ରୋଗପ୍ରତି ସାବଧାନ ରହିବା ଉଚିତ୍ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ତୁଳା:-ସରକାରୀ କର୍ମକ୍ଷେତ୍ରରେ ଉଚ୍ଚ କର୍ମକର୍ତ୍ତାଙ୍କ ସୁଦୃଷ୍ଟି ପ୍ରାପ୍ତି ହେବା ଯୋଗେ ନାନାବିଧ ସୁଯୋଗ ଓ ଶୁଭଫଳ ପ୍ରାପ୍ତି ହେବ । ଘରୋଇ କର୍ମଚାରୀ ଓ ଶ୍ରମିକମାନେ ବେସୀ ଉପକୃତ ହେବେ । ତଳ ମହଲରୁ ଆଶାତୀତ ଲାଭ ପାଇବେ । ରାଜନୀତି କ୍ଷେତ୍ରରେ ଅତ୍ୟଧିକ ପରିଶ୍ରମ କରି କ୍ଷମତା ଶକ୍ତି ବଳରେ ସମୟ ବିତାଇବେ । ମନୋରଞ୍ଜନ କାର୍ଯ୍ୟ କ୍ରମରେ ଯୋଗଦେଇ କଳାସଙ୍ଗୀତ ଓ ନୃତ୍ୟ ଗୀତରେ ମଜ୍ଜି ରହିବେ । ପ୍ରତିକାର- ଧଳାବସ୍ତ୍ର ପରିଧାନ କରନ୍ତୁ । ନତୁବା ଧଳା ରୁମାଲ ଟିଏ ପାଖରେ ରଖନ୍ତୁ ।

ବିଚ୍ଛା:-କାମକାର୍ଯ୍ୟର ସ୍ଥିତି ବହୁତ ସନ୍ତୋଷ ଜନକ ହେବ । ଜୀବନ ସାଥିଙ୍କ ସହ ଯୋଗରେ ଆଗକୁ ବଢି ପାରିବେ । ଧର୍ମ କର୍ମରେ ରୁଚି ବୃଦ୍ଧି ହେବ । କର୍ମକ୍ଷେତ୍ରରେ ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ । ବ୍ୟବସାୟୀମାନେ ନୂତନ ବାଣିଜ୍ୟର ପରିକଳ୍ପନା କରିବେ । ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ । ରାଜନୀତିରେ ଲୋକସମ୍ପର୍କ ଆତ୍ମସନ୍ତୋଷ ବଢେଇବା ସହ କୃତକାର୍ଯ୍ୟ ହୋଇ ପ୍ରଶଂସିତ ହେବେ । ପ୍ରତିକାର- ଅଷ୍ଟଗନ୍ଧ ତିଳକଚନ୍ଦନ ଧାରଣ କରନ୍ତୁ ।

ଧନୁ:-ସନ୍ତାନଙ୍କର ଉନ୍ନତିରେ ଖୁସି ହେବେ । କର୍ମକ୍ଷେତ୍ରରେ ପ୍ରସିଦ୍ଧି, ସାମାଜିକସ୍ଥିତି, ମାନସମ୍ମାନ ପାଇଁ କଠିନ ପରିଶ୍ରମ କରିବେ । ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ସଫଳ ହେବେ । ଆର୍ଥିକ ଲାଭ ହେବାର ସମ୍ଭାବନା ଅଛି । ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ । ଦୂରଯାତ୍ରା କରି ମନ ଖୁସି ରହିବ । ଛାତ୍ରଛାତ୍ରୀ ମାନଙ୍କର ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ ଓ ପରୀକ୍ଷା ପରିଣାମ ଅନୁକୂଳ ହେବ । ପାରିବାରିକ ସୁଖ-ଶାନ୍ତି ବୃଦ୍ଧି ହେବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ମକର:-କର୍ମଚାରୀମାନେ ଭାରସାମ୍ୟ ରକ୍ଷାକରି ନିମ୍ନବର୍ଗଙ୍କ ଯୋଗେ ପରିସ୍ଥିକୁ ନିଜ ତରଫରେ ନେଇ, ସ୍ଵାର୍ଥସିଦ୍ଧିର ପଥକୁ ପ୍ରଶସ୍ତ କରିବେ । ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । କର୍ମକ୍ଷେତ୍ରରେ ସହକର୍ମୀ ଓ ଉପରିସ୍ଥ କର୍ମଚାରୀଙ୍କ ଠାରୁ ପ୍ରଶଂସିତ ହେବେ । ପାରିବାରିକ ତିକ୍ତତାର ସମସ୍ୟା ଦୂର ହେବ । ପ୍ରତ୍ୟେକ କ୍ଷେତ୍ରରେ ସାବଧାନତା ପୂର୍ବକ ପାଦ ବଢେଇବା ବୁଦ୍ଧିମତାପୂର୍ଣ୍ଣ ହେବ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

କୁମ୍ଭ:-ରାଜକୀୟ ମାମଲାରେ ସଫଳତା ମିଳିବ । ପାରିବାରିକ କ୍ଷେତ୍ରରେ ଶାନ୍ତି ବିରାଜମାନ କରିବ । ସନ୍ତାନମାନଙ୍କ ପାଇଁ ମାନସିକ ଚିନ୍ତା ଦୂର ହେବ । ଛାତ୍ର ଛାତ୍ରୀମାନେ ପାଠ ପଢ଼ାରେ ମନଯୋଗ ଦେବେ । ଧାର୍ମିକ କାର୍ଯ୍ୟରେ ମନ ବଳାଇବେ । ରାଜନୀତିରେ ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ସ୍ଵନାମ ଅର୍ଜନ କରିପାରିବେ । ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ବିଜୟୀହେବେ । ନୂଆ ନିଯୁକ୍ତି ଯୋଗ ଅଛି । ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ ।

ମୀନ:-ଶିକ୍ଷାର୍ଥୀମାନଙ୍କ ପାଇଁ ଅଧ୍ୟୟନରେ ଆତ୍ମସନ୍ତୋଷ ମିଳିବ । ସ୍ୱାସ୍ଥ୍ୟ ଅନେକାଂଶରେ ଭଲ ରହିବ । ବ୍ୟବସାୟରେ ଉନ୍ନତି ସହିତ ବାସସ୍ଥାନ ବା ଯାନବାହାନର ନବୀକରଣ ଇତ୍ୟାଦି ନାନାବିଧ ସୁଯୋଗ ପ୍ରାପ୍ତି ହେବ । ବୃତ୍ତିଗତ କର୍ମକୁ ଅଧିକ ଗୁରୁତ୍ଵ ଦେଇ ଚାକିରି କ୍ଷେତ୍ରରେ ଉନ୍ନତି ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି ଓ ସମ୍ମାନ ବୃଦ୍ଧି ହେବ । ରାଜନୈତିକ କ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନ ବୃଦ୍ଧି ହେବ । ହରାଇଥିବା ଧନ ପ୍ରାପ୍ତି ହେବ । ପ୍ରତିକାର- ହଳଦୀଚନ୍ଦନ ମୁଣ୍ଡରେ ଲଗାନ୍ତୁ ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!