ସାପ୍ତାହିକ ରାଶିଫଳ: ମଇ ୧୧ ରୁ ମଇ ୧୭, ଏହି ସପ୍ତାହଟି ଏହି ସବୁ ରାଶି ବ୍ୟକ୍ତିଙ୍କୁ ମିଳିବ କର୍ମରେ ଉନ୍ନତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-

ଏସପ୍ତାହରେ ମହିଳା ଓ ପୁରୁଷ ମାନେ ସମାଜ ସେବାରେ ସ୍ଵନାମ ଅର୍ଜନ କରି ପାରିବେ। ପ୍ରବାସରେ ମଧ୍ୟ କେତେକ କ୍ଷେତ୍ରରେ ଉନ୍ନତିର ରାସ୍ତା ପରିଷ୍କାର ହୋଇଯିବ। କର୍ମକ୍ଷେତ୍ରରେ ପରସ୍ପରକୁ ସାହାଯ୍ୟ ସହଯୋଗକରି ଗଠନମୂଳକ ଦିଗପ୍ରତି ଆଗ୍ରହୀ ହେବେ ଓ ଉତ୍ତମ ରୋଜଗାର କରି ପାରିବେ। ବ୍ୟବସାୟରେ ଆଶାତୀତ ଲାଭକରି କିଛି ନୂତନ ପଦାର୍ଥ ସଂଗ୍ରହ ପାଇଁ ଦୂରସ୍ଥାନକୁ ଯାତ୍ରା କରି ପାରନ୍ତି। ଦାମ୍ପତ୍ୟ ଜୀବନରେ ବିଶେଷ ସୁଖ ପ୍ରାପ୍ତି ହେବ। ସେନା ନାୟକ ବା ପୁଲିସ ହାକିମ, ଅଥବା ପ୍ରଶାସକ ମାନଙ୍କର ଉନ୍ନତି ହେବ। ଛାତ୍ର ଛାତ୍ରୀମାନେ ପ୍ରତ୍ୟୁତ୍ମନ ମତିତା କାରଣରୁ ଖୁସି ଗପ ଓ ମଉଜ ମଜଲିସ୍ କରିବେ। ପରିବହନ କ୍ଷେତ୍ରରେ ସମସ୍ୟା ସମାଧାନ ହେବ। ନୂତନ ଗୃହନିର୍ମାଣ ପାଇଁ ପ୍ରସ୍ତୁତି କରି ପାରନ୍ତି। ଦୂରବନ୍ଧୁ ଖୁବ୍ ସାହାଯ୍ୟ କରିବେ। ଆତ୍ମବିଶ୍ଵାସ ଦ୍ଵାରା ଅନ୍ୟ ଉପରେ ପ୍ରାଧାନ୍ୟ ବିସ୍ତାର କରି ପାରିବେ। ଅକସ୍ମାତ ଭୂମିଲାଭ ଯୋଗ ମଧ୍ୟ ଘଟିବ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-

ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଆୟ ପନ୍ଥାର ପରିବର୍ତ୍ତନ ଆସିବ। ବିଦ୍ୟୁତ ବିଭାଗ, ପ୍ରଶାସନ ବିଭାଗ, ଜ୍ୟୋତିଷ, ବିଚାର ବିଭାଗ, ଡାକ ଓ ତାର ବିଭାଗ, ବୈଜ୍ଞାନିକ, ନୃତ୍ୟ ଓ ସଙ୍ଗୀତବିଭାଗ, ସମାଚାର ପତ୍ର ବିଭାଗରେ କର୍ମରତ ଥିଲେ ବିଶେଷ ଲାଭବାନ୍ ହେବେ। ରାଜନୀତି କ୍ଷେତ୍ରରେ ଅଧିକରୁ ଅଧିକ ଲୋକ ସମର୍ଥନ ପାଇ ସଫଳ ହେବେ। ଶତୃମାନଙ୍କୁ ମୁକାବିଲା କରିପାରିବେ। ବିଦ୍ୟାର୍ଥୀମାନେ ନିଜର ଉଦ୍ଦେଶ୍ୟକୁ ସଫଳ କରିବାରେ ସକ୍ଷମ ହେବେ। ଉଚ୍ଚଶିକ୍ଷା ପାଇଁ ବିଦେଶଯାତ୍ରା କରିପାରିବେ। ବଡ଼ ବଡ଼ ଉଦ୍ୟୋଗ କରିବାରେ ସଫଳ ହେବେ। ଆରମ୍ଭ କରିଥିବା କାର୍ଯ୍ୟ ପୂରଣ କରିବେ।ନୂତନ କର୍ମ ନିଯୁକ୍ତି ପାଇଁ ପ୍ରତିଯୋଗିତା ପରୀକ୍ଷାରେ ଓ ସାକ୍ଷାତକାରରେ ଉତ୍ତିର୍ଣ୍ଣ ହେବେ। ପ୍ରିୟଜନମାନଙ୍କୁ ଆର୍ଥିକ ସାହାଯ୍ୟ ଓ  ସହଯୋଗ କରିବେ। ଅନ୍ୟର ଦୁଃଖ ଦୁର୍ଦଶା ଦୂର କରିବାକୁ ପ୍ରୟାସରତ ହେବେ। ବ୍ୟବସାୟରେ ଉନ୍ନତି ଓ ଲାଭ ପ୍ରାପ୍ତି ହେବା ସହ ଆର୍ଥିକ ସ୍ଥିତିରେ ବୃଦ୍ଧିହେବ। ମାନସିକ ବୌଦ୍ଧିକ ଓ ଭାବନାତ୍ମକ ରୂପରେ ଅଧିକ ସକ୍ଷମ ହେବେ। ପଡୋଶୀ ଏବଂ କୁଟୁମ୍ବଙ୍କ ସହ କଳିତକରାଳ ଥିଲେ ମେଣ୍ଟିଯିବ। ପ୍ରତିକାରଅସହାୟକୁ ନିରାଶ କରିବେ ନାହିଁ।

ମିଥୁନ:-

ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ବ୍ୟୟ ତୁଳନାରେ ଆୟ ଅଧିକ ହେବ ଓ ଆର୍ଥିକ ଅନାଟନ ଦୂରେଇ ଯିବ। ସରକାରୀ କର୍ମଚାରୀ ମାନଙ୍କର କର୍ମକ୍ଷେତ୍ରରେ ମାନ ସମ୍ମାନ ବୃଦ୍ଧି ହେବା ସହ ଆଶା ଆକାଂକ୍ଷା ଓ ମହତ୍ୱାକାଂକ୍ଷା ପୂର୍ଣ୍ଣହେବ। ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧିହେବ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ଛାତ୍ର ଛାତ୍ରୀମାନେ ପାଠ ପଢ଼ାରେ ମନଯୋଗ ଦେବେ। କର୍ମସଂଧାନୀ ମାନେ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ। ବ୍ୟବସାୟ କ୍ଷେତ୍ରରେ ସୁଖ ସମୃଦ୍ଧି ବୃଦ୍ଧି ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ। ରାଜନୀତି କ୍ଷେତ୍ରରେ ସଫଳତା ଏବଂ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ। ପରିବାରରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କର୍କଟ:-

ଏସପ୍ତାହରେ ମହିଳା ଓ ପୁରୁଷ ମାନେ ଶିକ୍ଷାର୍ଥୀମାନେ  ଅଧ୍ୟବସାୟର ଉତ୍ତମ ଫଳ ଆସ୍ଵାଦନ କରି ପାରିବେ। ବ୍ୟବସାୟୀମାନେ କାରବାର ଦିଗରୁ ପ୍ରଚୁର ଲାଭବାନ୍ ହେବେ ଓ ଉତ୍ତମ ରୋଜଗାର ହେଲେ ମଧ୍ୟ ଆୟ ବ୍ୟୟ ସମାନ ରହିବ। ଘରୋଇ ସଂସ୍ଥାର କର୍ମ କ୍ଷେତ୍ରରେ ସହଯୋଗୀ ମାନେ ସହଯୋଗ କରିବେ। ଦୂରଯାତ୍ରାର ସୁଯୋଗ ପାଇବେ। ମାନସିକ ଦୁଃଶ୍ଚିନ୍ତା ଦୂରେଇ ଯିବ। ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବ। ରାଜନୀତି କ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନ ବୃଦ୍ଧି ହେବ। ପାରିବାରିକ କ୍ଷେତ୍ରରେ ପରସ୍ପର ପ୍ରତି ବିଶ୍ଵାସ ଭରସା ନିଷ୍ଠା ବୃଦ୍ଧି ପାଇବ। କର୍ମକ୍ଷେତ୍ରରେ ଆତ୍ମବିଶ୍ୱାସ ବୃଦ୍ଧି ପାଇବ ଓ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତି ହେବ। କର୍ମସଂଧାନୀ ମାନେ କର୍ମ ନିଯୁକ୍ତିରେ ସଫଳତା ଲାଭ କରିବେ। ଆମୋଦ-ପ୍ରମୋଦ, କ୍ରିଡା, ଆଡମ୍ବରରେ ଆଗ୍ରହ ବଢିବ। ଶିଳ୍ପୀ, ସହିତ୍ୟିକ, ସଂଗୀତଜ୍ଞ ମାନେ କ୍ଷାତି ଅର୍ଜନ କରିବେ। ନୂତନ ଯୋଜନା ଫଳପ୍ରସୂ ହେବା ସହଜ ସରଳ ହୋଇଯିବ। ପୁରୁଣା ରୋଗର ପ୍ରକୋପ ହ୍ରାସ ପାଇବ। ପ୍ରତିକାର କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ସିଂହ:-

ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ସନ୍ତାନ ପକ୍ଷର ଚିନ୍ତା ଦୂର ହୋଇଯିବ। ସନ୍ତାନ ମାନେ  ବିଦ୍ୟାରେ ଉନ୍ନତି କରିବେ। ଯାତ୍ରାଫଳରେ ଉତ୍ସାହିତ ହେବେ। ଧନଧାନ୍ୟ, ଗୋସଂପଦ, ଭୂମି, ବସ୍ତ୍ରଭୂଷଣ, ବାହାନାଦି ପ୍ରାପ୍ତି ହେବାର ଯୋଗଅଛି। ଆଧ୍ୟାତ୍ମିକ, ଧାର୍ମିକ ଓ ସାମାଜିକ କାର୍ଯ୍ୟ ସଂସ୍ଥାରେ ସାମିଲ ହେବେ। ବ୍ୟବସାୟ ସମ୍ବନ୍ଧୀୟ ସମସ୍ତ ଜରୁରୀ କାର୍ଯ୍ୟ ଓ ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁରୂପେ ହେବ। ବରିଷ୍ଠ ବ୍ୟକ୍ତି ଓ ଉଚ୍ଚାଧିକାରୀଙ୍କ ସହ ସମ୍ବନ୍ଧ ଦୃଢୀଭୁତ ହେବ। ଲୋକସମ୍ପର୍କ, ସମାଜସେବା, ଧାର୍ମିକ ଅନୁଷ୍ଠାନରେ କ୍ଷାତି ବଢିବ। ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବେ। ନିଜର ବୁଦ୍ଧି, ବିବେକ ଖଟାଇ ପାରିବାରିକ ସମସ୍ୟାର ସମାଧାନ କରିପାରିବେ। ଆମୋଦ ପ୍ରମୋଦ, ମନୋରଞ୍ଜନ, ଦୀର୍ଘଯାତ୍ରା, ଛୋଟ ବଡ ମିଟିଙ୍ଗୀରେ ଯୋଗ ଦେବେ। ପଢ଼ାପଢ଼ିରେ ମନଦେବେ ଉଚ୍ଚଶିକ୍ଷା ସମ୍ମିଳନୀରେ ଯୋଗଦେଇ ପାରନ୍ତି। ପ୍ରତିକାରହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ।

କନ୍ୟା:-

ଏସପ୍ତାହରେ ମହିଳା ଓ ପୁରୁଷ ମାନେ ଭୋଗ ବିଳାସକୁ ତୁଚ୍ଛମଣି କର୍ତ୍ତବ୍ୟ ସାଧନକୁ ଭଗବତ୍ ସେବାଭଳି ମାନ୍ୟତା ଦେବେ। ବ୍ୟବସାୟୀମାନେ ସାଧୁ ଓ ସଚ୍ଚୋଟ ଭାବେ କର୍ମ ଯୋଗକୁ ଶ୍ରେଷ୍ଠତା କରି ସମ୍ମାନ ଓ ପ୍ରତିଷ୍ଠାର ଅଧିକାରୀ ହେବେ। ରାଜନୀତିରେ ବୁଦ୍ଧି ବିବେକ ଖେଳାଇ କର୍ତ୍ତବ୍ୟ ପରାୟଣତାକୁ ମୁଖ୍ୟକରି ଚାଲିବା ହିତକର। ମାଲିମୋକଦ୍ଦମାରେ ସମ୍ମାନ ଓ ପ୍ରତିଷ୍ଠା ଅତୁଟ ରହିବ। ଦକ୍ଷତାକୁ କେନ୍ଦ୍ରକରି ଉଚ୍ଚମାନ୍ୟତାରେ କ୍ଷମତା ଶକ୍ତି ବଳରେ ନିଜର ସମୟ ବିତାଇବେ। ପରିବାରରେ କିମ୍ବା କୁଟୁମ୍ବରେ ମାଙ୍ଗଳିକ କାର୍ଯ୍ୟର ଦାୟିତ୍ଵ ନେଇ ଧାଦୌଡ କରିବା ଫଳରେ କଷ୍ଟ ସ୍ଵୀକାର କରିବାକୁ ପଡିପାରେ। ବ୍ୟବସାୟରେ ଭାଗୀଦାରମାନେ ପାଦ ସହିତ ପାଦ ମିଶେଇ ବେପାର ବୃଦ୍ଧି କରିବେ। କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତ କାରରେ କୃତକାର୍ଯ୍ୟ ହେବେ। ଚକ୍ଷୁ ପୀଡା ସହ ଦୈନିକ କାର୍ଯ୍ୟରେ ବ୍ୟବଧାନ ଉତ୍ପନ୍ନ ହୋଇପାରେ। ପ୍ରତିକାର ନିମ୍ବକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ।

ତୁଳା:-

ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବା ସହ ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନ ବୃଦ୍ଧି ହେବ। କର୍ମକ୍ଷେତ୍ରରେ ପ୍ରଶଂସା ପାଇବା ଫଳରେ ଦେହମନ ଭଲ ରହିବ। ସରକାରୀ କର୍ମଚାରୀମାନଙ୍କର କର୍ମ କ୍ଷେତ୍ରରେ ପଦୋନ୍ନତି  ଓ ସଫଳତା ଲାଭ କରିବେ। ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା, କ୍ରିଡା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ପାରିବାରିକ କ୍ଷେତ୍ରରେ ଶାନ୍ତି ପାଇବେ। ରାଜନୀତିରେ ଉଚ୍ଚପ୍ରଶଂସିତ ହେବେ ଓ ମାଲିମୋକଦ୍ଦମାରେ ସଫଳ ହେଲେ ମଧ୍ୟ ଅସ୍ଥିରତା ଦେଖାଦେବ। ବନ୍ଧୁ ମିତ୍ରମାନେ ସାହାଯ୍ୟ କରିବେ। ବରିଷ୍ଠ କର୍ମୀଙ୍କ ପ୍ରିୟ ପାତ୍ର ହେବେ। ବିଦେଶ ଯାତ୍ରାରେ ସଫଳ ହେବେ। ପୂର୍ବ ଶତ୍ରୁମାନେ ପଛଘୁଞ୍ଚା ଦେବେ। ଶତୃ, ରୋଗ, ଋଣରୁ ମୁକ୍ତି ହେବେ। ଶାରିରୀକ ସୁସ୍ଥତା ଦେଖା ଦେବ। ଯେ କୌଣସି କାମରେ ହାତ ଦେଲେ, ସେଥିରେ ସଫଳତା ପାଇବେ। ପ୍ରତିକାର ଗୋମାତାକୁ ଖାଇବାକୁ ଦିଅନ୍ତୁ।

ବିଚ୍ଛା:-

ଏସପ୍ତାହରେ ମହିଳା ଓ ପୁରୁଷ ମାନେ ଉଚ୍ଚ ସମ୍ଭବନାର ଆଶା ଆଶ୍ଵାସନା ଲାଭ କରି ମାନସିକ ଶାନ୍ତି ଅନୁଭବ କରିବେ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ସୁଖ ସମୃଦ୍ଧି ବୃଦ୍ଧି ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ। ଶତୃମାନେ ଦୁର୍ବଳ ହେବେ ଏବଂ ଆୟରପନ୍ଥା ସହଜ ହେବ। ଦୂରଯାତ୍ରାରେ ଧନଲାଭ ହେବା ଫଳରେ ନୂତନ ସମ୍ପତି କ୍ରୟ କରିବାର ସମ୍ଭାବନା ଅଛି। ସାମାଜିକ ଉତ୍ସବରେ ଯୋଗ ଦେବେ। ପାରିବାରିକ କ୍ଷେତ୍ରରେ ନୂଆ ସମ୍ପର୍କ ସୃଷ୍ଟି ହେବା ଫଳରେ ଅଧାଥିବା କାର୍ଯ୍ୟ ପୂରଣ ହେବ ଓ ଗୃହରେ ମାଙ୍ଗଳିକ କାର୍ଯ୍ୟର ଆୟୋଜନ କରି ପାରନ୍ତି। ରାଜନୀତି କାର୍ଯ୍ୟରେ ପରିଶ୍ରମ ଦ୍ଵାରା ବାଧାବିଘ୍ନ କମ୍ ହେବ ଓ ସଫଳତା ମିଳିବ। ଆନୁଷ୍ଠାନିକ କାମ ହାସଲ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରିବେ। ପ୍ରତିକାରପିତା ମାତାଙ୍କ ପାଦଛୁଇଁ ପ୍ରଣାମ କରନ୍ତୁ।

ଧନୁ:-

ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ସମସ୍ତ ପ୍ରକାର ବ୍ୟବସାୟରେ ଉନ୍ନତି ଓ ଲାଭ ହେବ।  ଆର୍ଥିକ କ୍ଷେତ୍ରରେ  ଉନ୍ନତି, ଶତୃ ବୃଦ୍ଧି ହେଲେ ମଧ୍ୟ  ଯେ କୌଣସି କାର୍ଯ୍ୟରେ ହାତ ଦେଲେ ସଫଳ ହେବେ। ସରକାରୀ କର୍ମଚାରୀ ମାନେ କର୍ମକ୍ଷେତ୍ରରେ ବହୁ ସୁବିଧା ସୁଯୋଗ ପାଇବେ। କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ। ପ୍ରେମିକ  ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ। ରାଜନୀତି କ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନରେ ଉନ୍ନତି ହେବ। ଛାତ୍ରଛାତ୍ରୀମାନେ ଶିକ୍ଷା କ୍ଷେତ୍ରରେ ସଫଳତା ପାଇବା ସହ ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ବୃଦ୍ଧି ପାଇବ। ପ୍ରିୟଜନମାନଙ୍କୁ ଆର୍ଥିକ ସାହାଯ୍ୟ ସହଯୋଗ କରିବେ। ଅନ୍ୟର ଦୁଃଖ ଦୁର୍ଦଶା ଦୂର କରିବାକୁ ପ୍ରୟାସରତ ହେବେ। ଆୟ ତୁଳନାରେ ବ୍ୟୟ ବହୁତ ହେବା ଫଳରେ ଆର୍ଥିକ ଅନାଟନ ଦେଖା ଦେଇ ପାରେ। ସନ୍ତାନ ମାନଙ୍କ ଭବିଷ୍ୟତ ନେଇ ଚିନ୍ତିତ ରହିବେ। ମାନସିକ ବୌଦ୍ଧିକ ଓ ଭାବନାତ୍ମକ ରୂପରେ ଅଧିକ ସକ୍ଷମ ହେବେ। ରାଜନୀତି କ୍ଷେତ୍ରରେ ସହଯୋଗୀମାନେ ଅସହଯୋଗ କରିବେ ଓ ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବ। ପ୍ରତିକାର:- ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

ମକର:-

ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଶରୀର ସୁସ୍ଥ ରହିବ ଓ ମାନସିକ ଦୁଃଶ୍ଚିନ୍ତା ଦୂର ହେବ। ଶୁଭକାର୍ଯ୍ୟ ପାଇଁ ଧନର ବ୍ୟବସ୍ଥା କରିବାକୁ ପଡିବ। ପରିବାର ଓ ଧନ ସମ୍ପତ୍ତି ଉପରେ ଧ୍ୟାନ କେନ୍ଦ୍ରୀଭୂତ ହେବ ଏବଂ ବାଧାବିଘ୍ନ ଦୂର ହେବ। ଯଶ ମାନ ସମ୍ମାନ ମିଳିବ।  ବନ୍ଧୁ ମିତ୍ରଙ୍କ ଦ୍ଵାରା ମହତ୍ଵପୂର୍ଣ୍ଣ କାର୍ଯ୍ୟ ହେବ। କାର୍ଯ୍ୟ ସ୍ଥିତିରେ ସୁଧାର ହେଲେ ନୂଆ ଯୋଜନା ଅନୁସାରେ କାର୍ଯ୍ୟ ଆରମ୍ଭ ହେବ। ଗୃହ ସମସ୍ୟାରୁ ମୁକ୍ତି ମିଳିବ ଓ ବିରୋଧୀମାନେ ଦୁର୍ବଳ ହୋଇଯିବେ। ଧନ ସମ୍ପତ୍ତି ଓ ଗୃହ କାର୍ଯ୍ୟରେ ସମୟ ବିତିବ। ପ୍ରିୟ ଲୋକଙ୍କ ସହିତ ସାକ୍ଷାତ ହେବ ଏବଂ ପଦୋନ୍ନତିର ସୁଯୋଗ ମିଳିବ। ଦୂରଯାତ୍ରା କରିବାକୁ ବାଧ୍ୟ ହେବେ। ଶିକ୍ଷା କ୍ଷେତ୍ରରେ ମନ ଲଗେଇବେ। ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନ ବୃଦ୍ଧି ପାଇବ। ପଦୋନ୍ନତି ସହ ନୂତନ କର୍ମପ୍ରାପ୍ତି ହେବ। ଋଣରୁ ମୁକ୍ତି ମିଳିବ। ଶତ୍ରୁବାଧା ଦୂରେଇ ଯିବ। ବ୍ୟବସାୟରେ ଉନ୍ନତି କରିବେ। ପ୍ରତିକାର ତୁଲସୀ ମୂଳ ମାଟି ଧାରଣ କରନ୍ତୁ।

କୁମ୍ଭ:-

ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଶାରିରୀକ ସୁସ୍ଥତା ଦେଖା ଦେବ। ଯେ କୌଣସି କାମରେ ହାତ ଦେଲେ, ସେଥିରେ ସଫଳତା ପାଇବେ। ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବା ସହ ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନ ବୃଦ୍ଧି ହେବ। ଯୁବକଯୁବତୀମାନଙ୍କର ବିଭିନ୍ନ ସ୍ଥାନରୁ ପ୍ରସ୍ତାବ ମାନ ଆସିବ। ବ୍ୟବସାୟ କ୍ଷେତ୍ରରେ ଉତ୍ତମ ରୋଜଗାର ହେଲେ ମଧ୍ୟ ଗୃହୋପକରଣ କ୍ରୟ କରିବା ଯୋଗେ ବ୍ୟୟ ଅଧିକ ହେବ। ଘରୋଇ ସଂସ୍ଥାର କର୍ମକ୍ଷେତ୍ରରେ ସହଯୋଗୀମାନେ ସହଯୋଗ କରିବେ। ସରକାରୀ କର୍ମଚାରୀମାନଙ୍କର କର୍ମ କ୍ଷେତ୍ରରେ ପଦୋନ୍ନତି ସହ ସଫଳତା ଲାଭ କରିବେ। ପ୍ରେମିକପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ। ଛାତ୍ରଛାତ୍ରୀମାନେ ଉଚ୍ଚ ଶିକ୍ଷାରେ ସମ୍ମାନିତ ହେବେ। ରାଜନୀତି କ୍ଷେତ୍ରରେ ଶାରିରୀକ ଅସୁସ୍ଥତା ଦୂରହେବା ସହ ଉଚିତ୍ ପରାମର୍ଶ ପାଇ ହରେଇଥିବା ଦ୍ରବ୍ୟ ଫେରି ପାଇବେ ଓ ନୂଆ ଯୋଜନାରେ ସଫଳହେବେ। କେତେକ ଦୀର୍ଘ ଯୋଜନା ସଫଳ କାରଣରୁ ମନ ଭଲ ରହିବ। ପ୍ରତିକାର କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ମୀନ:-

ଏସପ୍ତାହରେ ମହିଳା ଓ ପୁରୁଷ ମାନେ ଅତି ଉତ୍ତମ ଫଳ ଭୋଗିବେ। ଭାଗ୍ୟଶାଳୀ, ସନ୍ତାନସୁଖ, ସ୍ୱାସ୍ଥ୍ୟ ଅନେକାଂଶରେ ଭଲ ରହିବ। ପରହାତରେ ଥିବା ଧନ ସହଜରେ ପ୍ରାପ୍ତି ହେବ। ଅଧା ହୋଇଥିବା କାର୍ଯ୍ୟ ସହଜରେ ପୂରଣ ହେବ। ବ୍ୟବସାୟରେ ଉନ୍ନତି ଓ ଲାଭପ୍ରାପ୍ତି ହେବ। ସନ୍ତାନମାନେ ଉଚ୍ଚଶିକ୍ଷା ଅଧ୍ୟୟନ କରୁଥିଲେ  ପଢା ପଢିରେ ମନ ଦେବେ। ଦୀର୍ଘଦିନ ଧରି ଚିନ୍ତା କରୁଥିବା ନୂତନ କାର୍ଯ୍ୟ ଏବଂ ନୂତନ ବ୍ୟବସାୟ ଅତି ସହଜରେ ଆରମ୍ଭ କରି ପାରିବେ। ପୁରାତନ ବନ୍ଧୁ ଓ ଅଚିହ୍ନା ଲୋକଙ୍କ ଠାରୁ ଅକସ୍ମାତ୍ ସାହାଯ୍ୟ ପାଇ ଧନ୍ୟ ହେବେ। ସାଂସାରିକ ଜୀବନ ସୁଖମୟ ହେବ। ଉଦ୍ୟୋଗ, ରେଶମୀବସ୍ତ୍ର, ଅଗରବତୀ, ଇଟା, କ୍ଷୀର, ଦହି, ଘିଅ, ଚାନ୍ଦି, ବାଦ୍ୟଯନ୍ତ୍ର, ଚଳଚିତ୍ର, ଔଷଧ, ଶାଢ଼ୀ ଇଦ୍ୟାଦି ବ୍ୟବସାୟର ଉଦ୍ୟୋଗ କରିପାରିବେ। ସଂଚାଳକ, ଓକିଲ, ନ୍ୟାୟଧୀଶ, ଚିକିତ୍ସକ, କଳାକାରମାନଙ୍କର ପ୍ରବଳ ଉନ୍ନତି ହେବ। ରାଜନୈତିକ କ୍ଷେତ୍ରରେ ପ୍ରବଳ ଲୋକ ସମର୍ଥନ ମିଳିବ। ପୁରୁଖା ନେତା ବା ଦଳର ମୁଖ୍ୟଙ୍କର ଅତ୍ୟନ୍ତ ପ୍ରିୟପାତ୍ର ହୋଇପାରିବେ। ପ୍ରତିଯୋଗିତାରେ ଉତ୍ତୀର୍ଣ୍ଣ ହୋଇ ଗୁରୁତ୍ୱପୂର୍ଣ୍ଣ ବିଭାଗର ଦାୟିତ୍ୱ ନେଇ ସୁଚାରୁରୂପେ ଚଳେଇ ପାରିବେ। ପ୍ରତିକାର-ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!