ଦୈନିକ ରାଶିଫଳ: ୧୧ ନଭେମ୍ବର ୨୦୧୮। ଗ୍ରହ ସ୍ଥିତି ପରିବର୍ତ୍ତନ ହେତୁ ଏହି ରାଶି ମାନଙ୍କୁ ମିଳିବ କିଛି ଖୁସି ଖବର..

ଶେୟାର କରନ୍ତୁ ଅନ୍ୟମାନକ ସହିତ

ଦୈନିକ ରାଶିଫଳ: ୧୧ ନଭେମ୍ବର ୨୦୧୮। ଗ୍ରହ ସ୍ଥିତି ପରିବର୍ତ୍ତନ ହେତୁ ଏହି ରାଶି ମାନଙ୍କୁ ମିଳିବ କିଛି ଖୁସି ଖବର..

ମେଷ:-

ଶାରିରୀକ ସୁସ୍ଥତା ଦେଖା ଦେବ। ଦାମ୍ପତ୍ୟ ସୁଖ, ସାମାଜିକ ପ୍ରତିଷ୍ଠା ଓ ମାନ-ସମ୍ମାନ ପ୍ରାପ୍ତିହେବ। ଦୂର ଯାତ୍ରାର ସୁଯୋଗ ପାଇବେ। ବାଦ-ବିବାଦ, ପ୍ରତିଯୋଗୀତାପରୀକ୍ଷା, ଖେଳ ଓ ପ୍ରତିଦ୍ୱନ୍ଦିତାରେ ସଫଳ ହେବେ। ଅଚାନକ ଭାବରେ ଦୂରଯାତ୍ରା କରିବେ। ନିଜ ପରିଶ୍ରମରେ ସଫଳତା ପାଇବେ। ଆଚାର ଓ ବ୍ୟବହାରରେ ଶାନ୍ତ ହୋଇ କାର୍ଯ୍ୟ କରି ନିଅନ୍ତୁ। ସାମାନ୍ୟ କଥାରେ ଅଯଥା ତର୍କ ନକରି ଶାନ୍ତ ରହିବା ଉଚିତ୍। କୌଣସି କ୍ଷେତ୍ରରେ ଆଗକୁହା ନ ହୋଇ କର୍ମନିଷ୍ଠା ମଧ୍ୟରେ ନିଜକୁ ସୀମିତ ରଖିବା ହିତକର। ପ୍ରତିକାର:  ଅସହାୟଙ୍କର ସେବାକରି ଆଶୀର୍ବାଦ ଭିକ୍ଷା କରନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-

ବ୍ୟବସାୟରେ ଉନ୍ନତି ହେବା ସହ ଲାଭବାନ ହେବେ। ଆୟକୁ ବଢାଇବା ପାଇଁ ବହୁତ ପ୍ରୟାସ କରିବେ। ଧାର୍ମିକ ଓ ସାମାଜିକ କାର୍ଯ୍ୟରେ ଯୋଗଦାନ ଦେବେ। ବାଦ-ବିବାଦ, ପ୍ରତିଯୋଗୀତାପରୀକ୍ଷା, ଖେଳ ଓ ପ୍ରତିଦ୍ୱନ୍ଦିତାରେ ସଫଳ ହେବେ। ଲୋକଙ୍କ ସମ୍ପର୍କରେ ରହିବାପାଇଁ ଇଣ୍ଟରନେଟ୍ ଠାରୁ ଆରମ୍ଭ କରି ଫୋନ୍ ରେ ଯୋଗାଯୋଗ କରିବେ। ନିଜର କାର୍ଯ୍ୟବ୍ୟସ୍ତତା ଯୋଗୁ ସମୟ ପାଇବେନାହିଁ। ଆୟ ତୁଳନାରେ ବ୍ୟୟ ଅଧିକ ହେବ। ପାରିବାରିକ ସ୍ଥିତିର ଅବ୍ୟବସ୍ଥିତତାକୁ ଆଧାର କରି କ୍ଷୋଭ, ଅବଶୋଷ, ଅପମାନରେ ଜର୍ଜରିତ ହେବେ। ପ୍ରତିକାର: ଗାଈକୁ ଖାଇବାକୁ ଦିଅନ୍ତୁ।

ମିଥୁନ:-

ଘରୋଇ ସଂସ୍ଥାର ଉଚ୍ଚାଧିକାରୀ, ସହକର୍ମୀ, ଭାଇ ବନ୍ଧୁ ବା କୌଣସି ବିଶିଷ୍ଟ ବ୍ୟକ୍ତିଙ୍କର ସହଯୋଗ ମନୋବଳକୁ ବଢେଇଦେବ। ରାଜନୀତି କ୍ଷେତ୍ରରେ ସହଯୋଗୀ ମାନଙ୍କର ପୂର୍ଣ୍ଣ ସହଯୋଗ ପାଇବେ । ବ୍ୟବସାୟ ପାଇଁ ଦୂର ସ୍ଥାନକୁ ଯାତ୍ରା କରି ପାରନ୍ତି। ପରିବାରରେ ହସ ଖୁସିର ବାତାବରଣ ଖେଳିଯିବ। ଆର୍ଥୀକ ଦିଗରୁ ଉନ୍ନତି ଓ ନୂତନ ପଦାର୍ଥ ସଂଗ୍ରହକରିବେ । ପୈତୃକ ସମ୍ପତ୍ତିକୁ ନେଇ ବାଦ-ବିବାଦ ମେଣ୍ଟିଯିବ। କିଛି ନୂତନ କର୍ମ ଆରମ୍ଭ କରି ନିକଟ ସମ୍ପର୍କୀୟଙ୍କଠାରୁ ପ୍ରଶଂସିତ ହେବେ ଓ ସଫଳତା ପ୍ରାପ୍ତି ହେବ। ପ୍ରତିକାର:  ଅଶ୍ୱସ୍ଥ ବୃକ୍ଷ ମୂଳରେ କ୍ଷୀର ଗୁଡ଼ ପଣାକରି ଢ଼ାଳନ୍ତୁ।

<<Vastu>>> | <<< Jataka Bichara >>> 

କର୍କଟ:-

ଦୀର୍ଘ ସମୟରୁ ପ୍ରତୀକ୍ଷିତ ଖବର ପାଇ ଖୁସି ହେବେ। କୌଣସି ପୁରାତନ ରୋଗରୁ ମୁକ୍ତି ମିଳିବ। ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନ ବୃଦ୍ଧି ହେବ। ବ୍ୟବସାୟରେ ଉତ୍ତମ ରୋଜଗାର କରି ପାରିବେ। ଯଦି କୌଣସି ନୂତନ ଯୋଜନାର କ୍ରିୟାନ୍ୱିତ କରିବାକୁ ଚାହୁଁଥାନ୍ତି, ତା’ ହେଲେ ଆଗେଇ ନବା ଉଚିତ୍। ଅନେକ ସମସ୍ୟାର ସମାଧାନ ହେବ। ଛାତ୍ର-ଛାତ୍ରୀମାନେ ଶିକ୍ଷା କ୍ଷେତ୍ରରେ ମନ ଲଗେଇବେ। ଉତ୍ତମ କାର୍ଯ୍ୟ କରି ପ୍ରଶଂସା ପାଇବେ। ଆର୍ଥିକ ବୃଦ୍ଧି ସହ ବକେୟା ଅର୍ଥ ପ୍ରାପ୍ତି ହେବ। ମହିଳା ମାନଙ୍କର କାର୍ଯ୍ୟ କ୍ଷେତ୍ରରେ ଶତୃମାନେ ପରାଜିତ ହେବେ । ପ୍ରତିକାର: ଅସହାୟାଙ୍କର ସେବାକରି ଆଶୀର୍ବାଦ ଭିକ୍ଷା କରନ୍ତୁ  ।

ସିଂହ:-

ବ୍ୟବସାୟିକ ପରିଣାମ ସନ୍ତୋଷଜନକ ହେବ। ଉପରିସ୍ଥ ଅଧିକାରୀଙ୍କ ସହିତ ସମ୍ପର୍କ ଦୃଢ ହେବ। ପରିବାରରେ ଅଶାନ୍ତି ଅଶନ୍ତୋଷ ଦୂରେଇଯିବ। ରାଜନୀତି ସମ୍ବନ୍ଧୀୟ  ଜରୁରୀ କାର୍ଯ୍ୟ ପାଇଁ ଯାତ୍ରା କରିବାକୁ ପଡିବ ଓ ବରିଷ୍ଠ ବ୍ୟକ୍ତି  ସହଯୋଗୀ ମାନଙ୍କର ସାହାଯ୍ୟ ସହଯୋଗ ମିଳିବ। ଉତ୍ତମ କାର୍ଯ୍ୟ କରି ପ୍ରଶଂସା ପାଇବେ। ମହିଳା ମାନଙ୍କର କାର୍ଯ୍ୟ କ୍ଷେତ୍ରରେ ଶତୃମାନେ ପରାଜିତ ହେବେ। ନିଜର ବୁଦ୍ଧି, ବିବେକ ଖଟାଇ ସମସ୍ୟାର ସମାଧାନ କରିପାରିବେ। ଆମୋଦ ପ୍ରମୋଦ, ମନୋରଞ୍ଜନ, ଦୀର୍ଘଯାତ୍ରା, ଛୋଟବଡ ମିଟିଙ୍ଗୀରେ ଯୋଗଦେବେ। ପ୍ରତିକାର: ଭୋକିଲା ଲୋକଙ୍କୁ ଖାଇବାକୁ ଦିଅନ୍ତୁ।

କନ୍ୟା:-

ନୂଆ ବେପାରୀଙ୍କ ସହ ସମ୍ପର୍କ ଯୋଗୁଁ ନୂତନ ବ୍ୟବସାୟର ଯୋଜନା କରିବେ। ପ୍ରେମସମ୍ବନ୍ଧ ଓ ଦାମ୍ପତ୍ୟ ଜୀବନରେ ମଧୁରତା ସୃଷ୍ଟି ହେବ। ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବ। ଛାତ୍ର-ଛତ୍ରୀମାନେ ପରିଶ୍ରମ କରିବା ଫଳରେ ପ୍ରଶଂସା ପାଇବେ। କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ। ସ୍ଵାସ୍ଥ୍ୟକ୍ଷେତ୍ରରେ ପରିବର୍ତ୍ତନ ଆସିବ। ମହିଳାଙ୍କ ସହଯୋଗରେ କେତେକ ସମସ୍ୟାର ସମାଧାନ ହେବ। ଆୟ ତୁଳନାରେ ବ୍ୟୟ ଅଧିକହେବ। ବ୍ୟବସାୟରେ ଆର୍ଥୀକ କ୍ଷେତ୍ରରେ ଅବନତି ହୋଇପାରେ। ପରିବାରର କେତେକ ସମସ୍ୟା ନେଇ ମାନସିକ ପୀଡା ଅନୁଭବ କରିବେ। ପ୍ରତିକାର-ପିତା ମାତାଙ୍କ ପାଦଛୁଇଁ ପ୍ରଣାମ କରନ୍ତୁ।

ତୁଳା:-

ପରିବାରର ସଦସ୍ୟଙ୍କ ସ୍ନେହ ଶ୍ରଦ୍ଧା ବୃଦ୍ଧି ହେବ। ସ୍ଥଗିତ ଥିବା କର୍ମ ସହଜ ସରଳରେ ପୂର୍ଣ୍ଣ ହେବ। ସମ୍ପର୍କୀୟ ବନ୍ଧୁ ସାହାଯ୍ୟ ସହଯୋଗ କରିବେ। ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ। ଜୀବନସାଥିଙ୍କ ସ୍ୱାସ୍ଥ୍ୟ ଉତ୍ତମ ରହିବ। ନୂଆ ବେପାରୀଙ୍କ ସହ ସମ୍ପର୍କ ଯୋଗୁଁ ନୂତନ ବ୍ୟବସାୟର ଯୋଜନା କରିବେ। ପ୍ରେମସମ୍ବନ୍ଧ ଓ ଦାମ୍ପତ୍ୟ ଜୀବନରେ ମଧୁରତା ସୃଷ୍ଟି ହେବ। ସାସାଜିକ ପ୍ରତିଷ୍ଠା ଓ ମାନ-ସମ୍ମାନ ବୃଦ୍ଧି ହେବ। ଆର୍ଥିକ ସ୍ଥିତି ସୁଦୃଢ଼ ହେବା ଫଳରେ ଋଣ ପରିଶୋଧ କରିବାର ସୁଯୋଗ ପାଇବେ। ନୂତନ କାର୍ଯ୍ୟକିଛି ଶୁଭାରମ୍ଭ କରି ପାରନ୍ତି। ପ୍ରତିକାର: ଗାଈକୁ ଖାଇବାକୁ ଦିଅନ୍ତୁ।

ବିଚ୍ଛା:-

ଧନ ଲାଭ ସହିତ କର୍ତ୍ତବ୍ୟ ଦାଇତ୍ଵ ବଢିଯିବ। କୌଣସି ପୋଗ୍ରାମ୍ ବା କାର୍ଯ୍ୟକ୍ରମରେ ସମ୍ମାନିତ ହେବେ। ବ୍ୟବସାୟ ସୂତ୍ରରୁ ବହୁତ ଲାଭ ଉଠାଇପାରିବେ। ଘର-ପରିବାରକୁ ପ୍ରାଥମିକତା ଦେବେ। ପାଖ ପଡୋଶୀଙ୍କ ସହିତ ସମ୍ପର୍କ ବୃଦ୍ଧି ହେବ। ରାଜନୀତି କ୍ଷେତ୍ରରେ ସମ୍ମାନ ଲାଭ କରିବେ। ମାତା-ପିତା ଓ ଗୁରୁଜନଙ୍କ ଆଶୀର୍ବାଦ ପ୍ରାପ୍ତ ହେବ। ପିକନିକ୍, ପାର୍ଟି ଆଦିର ପୋଗ୍ରାମ୍ କରିବେ। ଉନ୍ନତି କରିବା ପାଇଁ ବହୁତ ଭଲ ପାଉଥିବା ଲୋକ ଓ ଶୁଭଚିନ୍ତକ ଲୋକମାନେ ସାହାଯ୍ୟ କରିବେ। ବାଦ-ବିବାଦ, ପ୍ରତିଯୋଗୀତାପରୀକ୍ଷା, ଖେଳ ଓ ପ୍ରତିଦ୍ୱନ୍ଦିତାରେ ସଫଳ ହେବେ। ପ୍ରତିକାର-ପିତା ମାତାଙ୍କ ପାଦଛୁଇଁ ପ୍ରଣାମ କରନ୍ତୁ।

ଧନୁ:-

ଭାଇ ବନ୍ଧୁମାନେ ସାହାଯ୍ୟ ସହଯୋଗ କରିବେ। ଚେଷ୍ଟା କଲେ କାହାକୁ ଦେଇଥିବା ଧନ ମିଳିଯିବ। ଶତୃମାନେ ଦୂରେଇ ଯିବେ। ବିବାହ ସମ୍ବନ୍ଧୀୟ କଥାବାର୍ତ୍ତା ଆଗକୁ ବଢିବ। ନିଜର ଦକ୍ଷତା ଲୋକମାନଙ୍କୁ ପ୍ରଭାବିତ କରିବ। ପରିବାରର ସଦସ୍ୟଙ୍କ ସମ୍ବନ୍ଧ ଦୃଢ ହେବ। ବାଦ-ବିବାଦ, ପ୍ରତିଯୋଗୀତାପରୀକ୍ଷା, ଖେଳ ଓ ପ୍ରତିଦ୍ୱନ୍ଦିତାରେ ସଫଳ ହେବେ। ଛାତ୍ର-ଛତ୍ରୀମାନେ ପରିଶ୍ରମ କରିବା ଫଳରେ ପ୍ରଶଂସା ପାଇବେ। କର୍ମନିଯୁକ୍ତି କ୍ଷେତ୍ରରେ ସଫଳ ହେବେ। ସ୍ଵାସ୍ଥ୍ୟକ୍ଷେତ୍ରରେ ପରିବର୍ତ୍ତନ ଆସିବ। ମହିଳାଙ୍କ ସହଯୋଗରେ କେତେକ ସମସ୍ୟାର ସମାଧାନ ହେବ। ପ୍ରତିକାର: ଅସହାୟଙ୍କୁ ସାହାଯ୍ୟ କରନ୍ତୁ।

ମକର:-

ଗୃହରେ କଲ୍ୟାଣକର କର୍ମ ସମ୍ପାଦନ କରି ପ୍ରଶଂସିତ ହେବେ। ପାରିବାରିକ ଜୀବନ ଆନନ୍ଦମୟ ହେବ। ବୁଦ୍ଧି ବିବେକ ଖେଳାଇ ପ୍ରତିକୂଳ ସ୍ରୋତକୁ ଅନୁକୂଳ ଦିଗରେ ମୁହାଁଇ ଦେବାକୁ ମଧ୍ୟ ସାମର୍ଥ୍ୟ ଯୁଟିବ। ଚେଷ୍ଟା କଲେ କାହାକୁ ଦେଇଥିବା ଧନ ମିଳିଯିବ। ରାଜନୀତିରେ ପରସ୍ପରକୁ ସାହାଯ୍ୟ ସହଯୋଗ କରି ଗଠନମୂଳକ ଦିଗପ୍ରତି ଆଗ୍ରହ ଓ ଉତ୍ତମ ଯୋଜନାବଦ୍ଧ ହେବାର ସମ୍ଭାବନା ଅଛି। ପ୍ରତିଯୋଗୀତାପରୀକ୍ଷା, ଖେଳ ଓ ପ୍ରତିଦ୍ୱନ୍ଦିତାରେ ସଫଳ ହେବେ। ଛାତ୍ର-ଛତ୍ରୀମାନେ ସହପାଠୀ ମାନଙ୍କଠାରୁ ସାହାଯ୍ୟ ଓ ପ୍ରଶଂସା ପାଇବେ। ପ୍ରତିକାର: ଷଣ୍ଢକୁ କିଛି ଖାଇବାକୁ ଦିଅନ୍ତୁ ।

କୁମ୍ଭ:-

ବନ୍ଧୁମିଳନ ତୀର୍ଥ ଭ୍ରମଣ ଓ ସଂସ୍କୃତିକ ତଥା ସାମାଜିକ କାର୍ଯ୍ୟରେ ଭାଗନେବେ। ଧର୍ମ କର୍ମ ବା ଇଷ୍ଟ ସାଧନାରେ ରତ ରହି ଆବଦ୍ଧ ଯୋଗରୁ ମୁକୁଳି ପାରିବେ। ପାରିବାରିକ ଶାନ୍ତିଶୃଙ୍ଖଳା ବୃଦ୍ଧି ହେବାସହ ଗଠନମୂଳକ କାର୍ଯ୍ୟ ପାଇଁ ପ୍ରସ୍ତୁତି ଆରମ୍ଭ କରିବେ। ବହୁକ୍ଷେତ୍ରରେ ପ୍ରିୟତା, ଯାନବାହାନ ଓ ଭ୍ରମଣ ସଙ୍କ୍ରାନ୍ତିୟ ବ୍ୟବସାୟର ବିଶେଷ ଶୁଭ ସମୟ। ବାଦ-ବିବାଦ, ପ୍ରତିଯୋଗୀତାପରୀକ୍ଷା, ଖେଳ ଓ ପ୍ରତିଦ୍ୱନ୍ଦିତାରେ ସଫଳ ହେବେ। ବ୍ୟବସାୟ କ୍ଷେତ୍ରରେ କର୍ମଚାରୀଙ୍କ ସହ ବାଦବିବାଦ ମେଣ୍ଟି ଯିବା ଫଳରେ ଉତ୍ସାହ ସହ କାର୍ଯ୍ୟ କରିବେ ଓ ଆଶାନୁରୂପ ଫଳ ପାଇବେ। ପ୍ରତିକାର: କୁକୁରକୁ ଖାଇବାକୁ ଦିଅନ୍ତୁ ।

ମୀନ:-

ବରିଷ୍ଠ ବ୍ୟକ୍ତିଙ୍କ ସହ ସୁସମ୍ପର୍କ ସ୍ଥାପିତ ହେବ। ବନ୍ଧୁ ମିତ୍ର ନିକଟ ସମ୍ପର୍କୀୟ ବ୍ୟକ୍ତି ଆର୍ଥିକ ସାହାଯ୍ୟ କରିବେ। ବାଦ-ବିବାଦ, ପ୍ରତିଯୋଗୀତାପରୀକ୍ଷା, ଖେଳ ଓ ପ୍ରତିଦ୍ୱନ୍ଦିତାରେ ବିଜୟୀ ହେବେ। ରାଜନୈତିକ କ୍ଷେତ୍ରରେ ପଦବୀ ଲାଭ ଓ ନୂତନ ଯାନ କ୍ରୟ, ଗୃହନିର୍ମାଣ ଆଦି କରି ପାରିବେ। ସ୍ଥଗିତ ଥିବା କର୍ମଟି ସହଜ ସରଳରେ ପୂର୍ଣ୍ଣହେବ। ଯାନବାହାନ ବ୍ୟବସାୟରେ ତଥା ଭ୍ରମଣ ସଙ୍କ୍ରାନ୍ତିୟ ବ୍ୟବସାୟ ରେ ଲାଭବାନ ହେବେ। ମହିଳାମାନେ ପଦସ୍ଥ ବ୍ୟକ୍ତିଙ୍କର ଆସ୍ଥାଭାଜନ ହେବେ। ସନ୍ତାନ ସନ୍ତତିଙ୍କ ତରଫରୁ ଆଶାବାଦୀ ହେବେ। ପ୍ରତିକାର: ଅସହାୟ ଲୋକଙ୍କର ସେବାକରି ଆଶୀର୍ବାଦ ଭିକ୍ଷା କରନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!