ଦୈନିକ ରାଶିଫଳ: 11 ନଭେମ୍ବର ୨୦୨୦, ଶ୍ରୀ ଗଣେଶଙ୍କ କୃପାରୁ ଆଜି ଏହି ସବୁ ରାଶି ବ୍ୟକ୍ତିଙ୍କୁ ମିଳିବ ଆର୍ଥିକ ସମସ୍ୟାରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୦ ମସିହା, ନଭେମ୍ବରମାସ ୧୧ତାରିଖ, ବୁଧବାର, ତୁଳାମାସ ୨୬ଦିନ, କାର୍ତ୍ତିକମାସ, କୃଷ୍ଣପକ୍ଷ, ଏକାଦଶୀତିଥି, ପୂର୍ବାଫାଲଗୁନୀ ନକ୍ଷତ୍ର, ସକାଳ ୬ଟା ୨୭ମିନିଟ୍ ଗତେ ଉତ୍ତରାଫାଲଗୁନୀ ନକ୍ଷତ୍ର, ସିଂହ ରାଶିରେ ଚନ୍ଦ୍ର, ଦିବା ୧୧ଟା ୫୯ମିନିଟ୍ ଗତେ କନ୍ୟା ରାଶିରେ ଚନ୍ଦ୍ର। କର୍କଟ ରାଶିର ଘାତବାର। କର୍କଟ, ମକର ରାଶିର ଘାତଚନ୍ଦ୍ର, ଦିବା ୧୧ଟା ୫୯ମିନିଟ୍ ଗତେ ବୃଷ ରାଶିର ଘାତଚନ୍ଦ୍ର। ଶିମ୍ବ, ଆମିଷ ନ ଖାଇଲେ ଭଲ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ଶୁଭସମୟ- ପ୍ରାତଃ ୫ଟା ୫୭ମିନିଟ୍ ରୁ ୮ଟା ୧୦ମିନିଟ୍, ଦିବା ୧୦ଟା ୨୪ମିନିଟ୍ ରୁ ୧୧ଟା ୩୦ମିନିଟ୍, ଦିବା ୧ଟା ୨୨ମିନିଟ୍ ରୁ ୩ଟା ୩୪ମିନିଟ୍, ସନ୍ଧ୍ୟା ୫ଟା ୫୬ମିନିଟ୍ ରୁ ୬ଟା ୪୬ମିନିଟ୍, ରାତ୍ର ୮ଟା ୩୧ମିନିଟ୍ ରୁ ୨ଟା ୪୩ମିନିଟ୍। ପର୍ବଦିନ- ସର୍ବ ସମ୍ମତ ରମା ଏକାଦଶୀ ଉପବାସ।

ମେଷ:-

ସରକାରୀ କର୍ମଚାରୀମାନେ ଉତ୍ତମ କାର୍ଯ୍ୟ କରି ପଦୋନ୍ନତି ପାଇବେ। ସହଯୋଗୀଙ୍କ ଠାରୁ ସାହାଯ୍ୟ ସହଯୋଗ ପାଇ ଆର୍ଥିକ ସମସ୍ୟା ଦୂର ହୋଇଯିବ। ଜାଗା, ଜମି ଓ ଅନ୍ୟ ବ୍ୟବସାୟ କ୍ଷେତ୍ରରେ ଅନେକଦିନ ଧରି ଚାଲିଥିବା ଦ୍ୱନ୍ଦ୍ୱର ସମାଧାନ ହେବ। ବିରୋଧି ମାନେ ଦୂରେଇ ଯିବେ। ଦୂରଯାତ୍ରାରେ ପ୍ରିୟଜନଙ୍କସହ ମିଳନ ହେବା ସହ ଅଟକିଥିବା କାର୍ଯ୍ୟ ପୂରଣ ହେବ। ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ବିଜୟୀ ହୋଇ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ। ବ୍ୟବସାୟରେ ମିତ୍ର ଓ ସହଯୋଗୀଙ୍କ ଦ୍ଵାରା ଆଶାତୀତ ଲାଭ ପ୍ରାପ୍ତ ହେବ। ପ୍ରାୟକାର୍ଯ୍ୟ ପୂରଣ ହେବା ସହ ଆୟ ବୃଦ୍ଧିହେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ବୃଷ:-

ସନ୍ତାନଙ୍କ ପାଇଁ ଶୁଭସମ୍ବାଦ ପାଇବେ। ଭୌତିକ ସୁଖସୁବିଧା ସାଧନର ବୃଦ୍ଧି ହେବ ଓ ପରିଶ୍ରମ କଷ୍ଟର ପୁରା ଲାଭ ମିଳିବ। କର୍ମକ୍ଷେତ୍ରରେ ପ୍ରସିଦ୍ଧି, ସାମାଜିକସ୍ଥିତି, ମାନସମ୍ମାନ ପାଇଁ କଠିନ ପରିଶ୍ରମ କରିବେ। ଭାଇ, ବନ୍ଧୁ, ମିତ୍ର ଓ ସହକର୍ମୀ ମାନଙ୍କ ସହିତ ମତଭେଦ ସମାପ୍ତ ହେବ। ପରିବାରରେ କଳହର ଅବସାନ ହେବ। ଯୁବକ ଯୁବତୀ ମାନଙ୍କର ଉତ୍ତରଦାୟିତ୍ୱ ବଢ଼ିବ। ପ୍ରେମପ୍ରସଙ୍ଗରେ ନିଶ୍ଚିତ ରୂପରେ ସଫଳତା ମିଳିବ। ରାଜନୀତି କ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା ଓ ଆତ୍ମବିଶ୍ୱାସ ବୃଦ୍ଧିପାଇବ। କୌଣସି ରୋଚକ ବା ଜ୍ଞାନବର୍ଦ୍ଧକ ସାହିତ୍ୟ ପ୍ରତି ମନ ବଳାଇବେ। ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

ମିଥୁନ:-

ସାମାଜିକ ସ୍ତରରେ ସମ୍ମାନ ଲାଭ କରିବେ। ନିର୍ମାଣ ମୂଳକ ଯୋଜନାରେ ଆଗେଇ ପାରିବେ। ପରାକ୍ରମ ବଢିବ ଓ ଅଚାନକ ଭାବରେ ଦୂରଯାତ୍ରା କରି ପାରନ୍ତି। ଶିଳ୍ପବାଣିଜ୍ୟ ଓ ବ୍ୟବସାୟରେ ନିଜର ଯୋଜନା ମୁତାବକ କାମ କରିବେ। କର୍ମଚାରୀ ମାନଙ୍କୁ ଭରସା କଲେ କୌଣସି ପ୍ରକାର ଅସୁବିଧା ହେବନାହିଁ। ନୂଆ ଜ୍ଞାନର ବୃଦ୍ଧି ହେତୁ ପ୍ରଚୁର ଧନଲାଭ ହେବ। ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁ ରୂପେ ହେବ। ବାଦବିବାଦ ପରୀକ୍ଷା, ପ୍ରତିଯୋଗିତା ଓ ମାଲିମକଦ୍ଦମାର ଅବସାନ ହେବ। କୌଣସି ପ୍ରକାରେ ଉଚ୍ଚମାନ୍ୟତା ରକ୍ଷା କରି ଆର୍ଥିକ ସ୍ଥିତିକୁ ସୁଦୃଢ କରି ପାରିବେ। ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ।

କର୍କଟ:-

କର୍ମକ୍ଷେତ୍ରରେ ସହକର୍ମୀ ଓ ଅଧସ୍ତନ କର୍ମଚାରୀଙ୍କ ସହ ସମ୍ପର୍କ ଭଲ ରହିବା ଫଳରେ ଯେତିକି ପାଇବା କଥା ସେତିକି ହିଁ ପାଇବେ। ନ୍ୟାୟମାର୍ଗ ଓ ମିଷ୍ଟ ବଚନ କୁ ନିଜର ଭୂଷଣଭାବି କର୍ମ କରିଲେ ଲାଭବାନ ହେବେ। ବାଣିଜ୍ୟ, ବ୍ୟବସାୟ, କଳା, ସାହିତ୍ୟ ଓ ସଭାସମିତିରେ ସଫଳତା ହାସଲ କରିବେ। ପଡାପଡୋଶୀ ବନ୍ଧୁ ମିତ୍ରଙ୍କ ବ୍ୟବହାରରେ ଖୁସିହେବେ ଓ ପାରିବାରିକ ସ୍ନେହ ସହାନୁଭୁତି ପ୍ରାପ୍ତି ହେବ। ପିଲାମାନଙ୍କ କାର୍ଯ୍ୟ ପ୍ରତି ଦୃଷ୍ଟି ରଖିବା ଉଚିତ୍। ଗୃହାରମ୍ଭ, ଦୁରଯାତ୍ରା, ନୂତନ ବ୍ୟବସାୟ ଆରମ୍ଭ କରନ୍ତୁ ନାହିଁ। ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍। ପ୍ରତିକାର- ଶିବମନ୍ଦିରରେ କଞ୍ଚାକ୍ଷୀର ଢାଳି ପାଦୁକ ପାନ କରନ୍ତୁ।

ସିଂହ:-

ସାହିତ୍ୟଚର୍ଚ୍ଚା ଓ ସଭାସମିତିରେ ସଫଳତା ମିଳିବ। ପ୍ରତିଦ୍ଵନ୍ଦିତାରେ ସଫଳ, ରାଜନୀତିରେ ଉଚ୍ଚପ୍ରଶଂସିତ ହେବେ। କର୍ମ କ୍ଷେତ୍ରରେ ଯେତିକି ପାଇବା କଥା ସେତିକି ହିଁ ପାଇବେ। ମାନସିକ ବୌଦ୍ଧିକ ଓ ଭାବନାତ୍ମକ ରୂପରେ ଅଧିକ ସକ୍ଷମ ହେବେ। ଧାର୍ମିକକାର୍ଯ୍ୟରେ ରୁଚି ବୃଦ୍ଧିହେବ। ବିଦ୍ୟାର୍ଥୀମାନେ ଶିକ୍ଷାକ୍ଷେତ୍ରରେ ଆଶାନୁରୂପ ଫଳପାଇବେ। ନିଜର ବାପା, ମା, ଭାଇ, ଭଉଣୀଙ୍କ କଥା ବୁଝିବାକୁ ବେଶି ଆଗଭର ହେବେ। ସମ୍ପର୍କୀୟଙ୍କ କୌଣସି ଘଟଣା ଯୋଗୁ ବ୍ୟତିବ୍ୟସ୍ତ ହୋଇଯିବେ। କୌଣସି କଥାବର୍ତ୍ତାକୁ ନେଇ ପ୍ରତାରିତ ହେବାର ଆଶଙ୍କା ଉପୁଯିବ। ପୈତୃକ ସମ୍ପତ୍ତିରେ ସମସ୍ୟା ଦେଖାଦେଇ ପରେ। ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ।

କନ୍ୟା:-

ଶୁଭକାମ କରି ପ୍ରଶଂସିତ ହେବେ। ଶତୃମାନେ ମଥାନତ କରିବେ। ଆର୍ଥିକ ସଙ୍କଟ ଦୂରେଇଯିବ। ପୁରାତନ ରୋଗର ଉପସମ ହେବା ସହ ବନ୍ଧୁ ସମାଗମ ହେବ। ସାମାଜିକ ସ୍ତରରେ ସମ୍ମାନ ଲାଭ କରିବେ। ଅଫିସରେ ଲାଗି ରହିଥିବା ସମସ୍ୟା ଦୂର ହେବ। କୋର୍ଟ କଚେରୀ ମାମଲାର ଶୁଣାଣି ସପକ୍ଷରେ ଯିବ। କଳେବଳେ କୌଶଳରେ ଅର୍ଥ ସଂଗ୍ରହ କରି ମଉଜ ମଜଲିସ୍ କରିବା ପାଇଁ ସମୟ ପାଇବେ। ପରୀକ୍ଷା, ପ୍ରତି ଯୋଗୀତା ସନ୍ତୋଷ ଜନକ ହେବ। ବିଦେଶଯାତ୍ରା କଲେ ନିଶ୍ଚୟ ଭାଗ୍ୟୋଦୟ ହେବାସହ ଅଭିଳାଷପୂର୍ଣ୍ଣ ହେବ। ଭାଗିଦାରୀ ବ୍ୟବସାୟରେ ବିଶେଷ ଲାଭବାନ ହେବେ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

ତୁଳା:-

ନିର୍ମାଣ ମୂଳକ ଯୋଜନାରେ ଆଗେଇ ପାରିବେ। ଅଧାଥିବା କାର୍ଯ୍ୟ ପୂରଣ ହେବ। ପାରିବାରିକ କ୍ଷେତ୍ରରେ ଭୁଲ ବୁଝାମଣା, ରାଗରୁଷା, ମାନଅଭିମାନ, କଳହ ଇତ୍ୟାଦି ଅଳ୍ପ ବହୁତ ଦେଖାଦେଲେ ମଧ୍ୟ କୁ ପ୍ରଭାବ ପଡିବ ନହିଁ। ଦାମ୍ପତ୍ୟ ଜୀବନ ଆନନ୍ଦମୟ ହେବ। କର୍ମକ୍ଷେତ୍ରରେ ସ୍ଥାନାନ୍ତର ଓ ମତାନ୍ତର ଭୟ ଦୂରେଇ ଯିବ। କୌଣସି ଗୁରୁତ୍ୱପୂର୍ଣ୍ଣ ନିସ୍ପତି ନେବା ପୂର୍ବରୁ ପରିବାରସହ ଆଲୋଚନା କରିବା ଉଚିତ୍। ଅଫିସ୍ ପରିସ୍ଥିତି ଯେତେ ଜଟିଳ ଥିଲେମଧ୍ୟ ସମାଧାନ କରି ପ୍ରଶଂସିତ ହେବେ। ବ୍ୟବସାୟ ପାଇଁ ଦୂରଯାତ୍ରା କରି ଆଶାତୀତ ଲାଭପାଇ ମନ ଖୁସି ରହିବ। ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

ବିଚ୍ଛା:-

ସମ୍ପର୍କୀୟ ବନ୍ଧୁ ସାହାଯ୍ୟ ସହଯୋଗ କରିବେ। ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ। ଶତୃମାନେ ପରାଜିତ ହେବେ। ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ଦେଖାଦେବ। ଜାଗା, ଜମି, ଗୃହ ସମ୍ବନ୍ଧୀୟ ସମସ୍ୟା ସହଜରେ ସମାଧାନ ହେବ। ଋଣମୁକ୍ତି ହେବା ପାଇଁ ଯୋଜନା ପ୍ରସ୍ତୁତ କରି ପାରିବେ। କର୍ମକ୍ଷେତ୍ରରେ ନିଜର ପ୍ରତିଷ୍ଠା ପ୍ରତିପତ୍ତିରେ ଉନ୍ନତି କରି ପାରିବେ। ପରୀକ୍ଷା ଓ ପ୍ରତିଦ୍ୱନ୍ଦିତାରେ ସଫଳତା ପାଇବେ। ପାରିବାରିକ ଜୀବନରେ ଶାନ୍ତି ପାଇବେ। ରାଜନୀତିକ୍ଷେତ୍ରରେ ସହଯୋଗୀ ମାନେ ପୂର୍ଣ୍ଣ ସହଯୋଗ କରିବେ। ନୂତନବ୍ୟବସାୟ ଆରମ୍ଭପାଇଁ ଅତ୍ୟନ୍ତ ଉତ୍ତମ ସମୟ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

ଧନୁ:-

ଶରୀର ସୁସ୍ଥ ରହିବା ସହ ଆର୍ଥିକ ସ୍ଥିତିରେ ବୃଦ୍ଧି ହେବ। କର୍ମସଂଧାନୀ ମାନେ କର୍ମ ନିଯୁକ୍ତିରେ ସଫଳତା ଲାଭ କରିବେ। ହାତ ପାହାନ୍ତାରେ ଥିବା ସୁଯୋଗ ଆପେ ଆପେ ଆସିଯିବ। ବ୍ୟବସାୟ ପାଇଁ ଯୋଗାଯୋଗ କରିଥିବା କ୍ଷେତ୍ରରୁ ଡାକରା ପାଇ ଯାତ୍ରା କରିବାକୁ ବାଧ୍ୟ ହେବେ। ଅଧ୍ୟୟନ ଓ ଅଧ୍ୟାପନା ତଥା ସାମାଜିକ କ୍ଷେତ୍ରରେ ପ୍ରତିଷ୍ଠା ବଢିବ। କଳା ଓ ସଙ୍ଗୀତରେ ସୁନାମ ଅର୍ଜନ କରିବେ। ପ୍ରତିଯୋଗିତା ପରୀକ୍ଷାରେ କୃତକାର୍ଯ୍ୟ ହେବେ। କର୍ମକ୍ଷେତ୍ରରେ ଯୋଗାଯୋଗ କଲେ ଆଶା କରୁଥିବା ସ୍ଥାନକୁ ସ୍ଥାନାନ୍ତରଣ ହୋଇ ପାରିବେ। ଯାନବାହନ ସୁଖ ମିଳିବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମକର:-

ଭାଇଭଉଣୀ ମାନଙ୍କ ସହିତ ଉତ୍ତମ ସମ୍ପର୍କ ରହିବା ଫଳରେ ପରିବାରରେ ଆର୍ଥିକ ସମସ୍ୟା ସମାଧାନ ହୋଇଯିବ। ନୂତନ ଗୃହସୁଖ ମିଳିବ। ସନ୍ତାନର ଭବିଷ୍ୟତ ପାଇଁ ଯୋଜନା କରି ପୁଞ୍ଜି ନିବେଶ କରିବେ। ଶେୟାର ମାର୍କେଟ, ଜୁଆ ଓ ଲଟେରୀ ଖେଳରେ ମନମୁତାବକ ଲାଭବାନ ହେବାର ସମ୍ଭାବନା। ଆଶା କରୁଥିବା ଖବର ପାଇ ଖୁସୀ ହୋଇଯିବେ। ଗୃହାରମ୍ଭ, ଦୁରଯାତ୍ରା, ଯାନବାହାନ କିଣନ୍ତୁ ନାହିଁ। ପିଲାମାନଙ୍କ ପଢା ସମସ୍ୟା ନେଇ ମନ ଭାରାକ୍ରାନ୍ତ ହୋଇ ପାରେ। ବ୍ୟବସାୟରେ ପ୍ରଚୁର ଲାଭହେବ। ପାରିବାରିକସ୍ଥିତି ସନ୍ତୋଷ ଜନକ ହେବ। ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ।

କୁମ୍ଭ:-

ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ। ପରିବାରରେ ବୁଝି ବିଚାରି କାର୍ଯ୍ୟ କଲେ ସମସ୍ତ କାର୍ଯ୍ୟରେ ସଫଳତା ମିଳିବ। ସରକାରୀ ଚାପ ପଡିଲେ ମଧ୍ୟ ରାଜନୀତିରେ ସଫଳତା ମିଳିବ। ବ୍ୟବସାୟରେ ସାମାନ୍ୟ ଲାଭ ପାଇବେ।ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମକଦ୍ଦମା ଓ ସାକ୍ଷାତ୍କାରରେ ସଫଳତା ମିଳିବ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ଉନ୍ନତି ପାଇଁ ପ୍ରୟାସ ରତ ହେବେ। ଏକାକୀତ୍ଵର ପରିଧିରେ ନିଜକୁ ସଜାଇ ପାରନ୍ତି। ବନ୍ଧୁମିତ୍ରଙ୍କ ଆଗମନ ହେବା ଫଳରେ ଧର୍ମ କର୍ମରେ ରୁଚି ବୃଦ୍ଧି ହେବ। ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ।

ମୀନ:-

ବ୍ୟବସାୟରେ ଭାଗିଦାରମାନେ ପାଦ ସହିତ ପାଦ ମିଶେଇ ବେପାର ବୃଦ୍ଧି କରିବେ। ବ୍ୟବସାୟ କ୍ଷେତ୍ରରେ ନେଇଥିବା ଲୋକ କିମ୍ବା ଦେଉନଥିବା ଲୋକ ଏବଂ ସାହାଯ୍ୟ କରିଥିବା ଲୋକଠାରୁ ସମସ୍ତ ଅର୍ଥପ୍ରାପ୍ତି ହୋଇ ଯିବ। ସନ୍ତାନ ପକ୍ଷର ଚିନ୍ତା ଦୂର ହେଇଯିବ। ବନ୍ଧୁ ମିତ୍ର ନିକଟ ସମ୍ପର୍କୀୟ ବ୍ୟକ୍ତି ଆର୍ଥିକ ସାହାଯ୍ୟ କରିବେ। ପାରିବାରିକ ଜୀବନ କ୍ଷେତ୍ରରେ ଆନନ୍ଦମୟ ପରିସ୍ଥିତି ସୃଷ୍ଟିହେବ। ଦାମ୍ପତ୍ୟ ସୁଖରେ ସୁଖୀ ହେବେ। ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ। ଗୃହାରମ୍ଭ, ଦୁରଯାତ୍ରା, ନୂତନ ବ୍ୟବସାୟ ଆରମ୍ଭ କରି ପାରିବେ। ପ୍ରତିକାର- ଦହି ମିଠା ଖାଇ କରି ଘରୁ ବାହାରନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 9437006746


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!