ଦୈନିକ ରାଶିଫଳ: 11 ଅକ୍ଟୋବର ୨୦୨୦, ସୂର୍ଯ୍ୟଦେବଙ୍କ କୃପାରୁ ଆଜି ଏହି ସବୁ ରାଶି ବ୍ୟକ୍ତିଙ୍କୁ ମିଳିବ ସ୍ୱାସ୍ଥ୍ୟ ସମସ୍ୟାରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୦ ମସିହା, ଅକ୍ଟୋବର ମାସ ୧୧ ତାରିଖ, ରବିବାର, କନ୍ୟା ମାସ ୨୬ ଦିନ, ମଳଆଶ୍ଵିନମାସ, କୃଷ୍ଣପକ୍ଷ, ନବମୀତିଥି, ପୁଷ୍ୟା ନକ୍ଷତ୍ର, କର୍କଟ ରାଶିରେ ଚନ୍ଦ୍ର। ମେଷ ରାଶିର ଘାତବାର। ଲାଉ ନ ଖାଇଲେ ଭଲ। ଶୁଭସମୟ- ପ୍ରାତଃ ୬ଟା ୩୧ମିନିଟ୍ ରୁ ୮ଟା ୪୯ମିନିଟ୍, ଦିବା ୧ଟା ୧ମିନିଟ୍ ରୁ ୩ଟା ୧ମିନିଟ୍, ଦିବା ୩ଟା ୫୦ମିନିଟ୍ ରୁ ୩ଟା ୫୪ମିନିଟ୍, ରାତ୍ର ୭ଟା ୫୧ମିନିଟ୍ ରୁ ୯ଟା ୨୮ମିନିଟ୍।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-

ପ୍ରିୟଜନମାନଙ୍କୁ ଆର୍ଥିକ ଓ ଭାବନାତ୍ମକ ସାହାଯ୍ୟ କରିବେ। ଅନ୍ୟର ଦୁଃଖ ଦୁର୍ଦଶା ଦୂର କରିବାକୁ ପ୍ରୟାସରତ ହେବେ।  ପରିବାରରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ। କମ୍ ପରିଶ୍ରମରେ ଆଶାଜନକ ଫଳ ପ୍ରାପ୍ତିହେବ। ବ୍ୟବସାୟରେ ସଫଳତା ଅର୍ଜନ ତଥା ଆତ୍ମବିଶ୍ୱାସ ବୃଦ୍ଧି ପାଇବ। ପ୍ରିୟଜନ ଓ ବନ୍ଧୁ ମିତ୍ରଙ୍କ ସମାଗମରେ ସମୟ ବିତିବ। ଆଧ୍ୟାତ୍ମିକ, ଧାର୍ମିକ ଓ ସାମାଜିକ କାର୍ଯ୍ୟ ସଂସ୍ଥାରେ ସାମିଲ ହୋଇ ପାରନ୍ତି। ବିଦ୍ୟାର୍ଥୀ ମାନଙ୍କର ଚିନ୍ତା ଭାବନା ଦୂର ହୋଇଯିବ। ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ବୃଷ:-

ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହୋଇ ଭଲ ରହିବ। ଶୁଭ ସମାଚାର ପାଇ ଖୁସି ହେବେ। ବହୁତ ଦିନରୁ ଯେଉଁ କାମ ପାଇଁ ଚିନ୍ତା କରୁଥିଲେ ତାହା ଆଜି ଅଳ୍ପ ପ୍ରୟାସରେ ପୂର୍ଣ୍ଣ ହୋଇଯିବ। ନୂଆଲକ୍ଷ ପୂରଣ କରିବା ପାଇଁ ସାହାଯ୍ୟ ସହଯୋଗ ମିଳିବ। ହୋଇପାରୁ ନଥିବା କାମକୁ ଧୈର୍ଯ୍ୟ ଓ ସାହସ ଦ୍ଵାରା କରି ଦେଖାଇବେ। ସାମାଜିକ ପତିଆରା ଅମଳିନ ରହିବ। ବିଦ୍ୟା କ୍ଷେତ୍ରରେ ପ୍ରତିଯୋଗିତା ପରୀକ୍ଷାରେ ବିଜୟ ପ୍ରାପ୍ତ ହେବ। ସହକର୍ମୀ ମାନଙ୍କ ସହ ବାଦବିବାଦର ଅବସାନ ଘଟିବ। ପାରିବାରିକ ଜୀବନରେ ଶାନ୍ତି, ଭାଇଭଉଣୀ ମାନଙ୍କ ସହିତ ଉତ୍ତମ ସମ୍ପର୍କ ରହିବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମିଥୁନ:-

ଶାରିରୀକ ଅସୁସ୍ଥତା ଦୂରହୋଇ ସୁଖ ସମୃଦ୍ଧି ବୃଦ୍ଧି ପାଇବ। ସାମାଜିକ ପ୍ରତିଷ୍ଠା ମାନସମ୍ମାନ ବୃଦ୍ଧି ହେବ। ବନ୍ଧୁ ମିଳନରେ ମନ ପ୍ରଫୁଲ୍ଲ ରହିବ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ। ରାଜନୀତି, ସଂଗଠନ, ସଭାସମିତି କ୍ଷେତ୍ରରେ ଲୋକ ସମ୍ପର୍କ ବଢ଼ିବ। ବ୍ୟବସାୟୀକ ସଫଳତା ମିଳିବା ସହ ଆତ୍ମବିଶ୍ୱାସ ବୃଦ୍ଧି ପାଇବ। ପରିବା ଚାଷି ଓ ବ୍ୟବସାୟୀମାନେ ଆଶାତୀତ ଲାଭପାଇବେ। ଆଧ୍ୟାତ୍ମିକ ଭାବଧାରରେ ଉଦବୁଦ୍ଧ ହୋଇ ସତସଙ୍ଗ ଓ ଧର୍ମଚର୍ଚ୍ଚା ଦିଗକୁ ମନ ବଳେଇବେ। କୌଣସି ଗୁରୁତ୍ଵପୂର୍ଣ୍ଣ କର୍ମ ନେଇ ଆର୍ଥିକ ଅନାଟନ ମଧ୍ୟରେ ନିଜକୁ ଅଣନିଃଶ୍ଵାସୀ ମନେ କରିବେ। ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ।

କର୍କଟ:-

ଆର୍ଥିକସ୍ଥିତି ପୂର୍ବପରି ଠିକ୍ ରହିବ। ବନ୍ଧୁବାନ୍ଧବଙ୍କଠାରୁ ପୂର୍ଣ୍ଣ ସହଯୋଗ ପ୍ରାପ୍ତ ହେବା ସହ ଆର୍ଥିକ ସାହାଯ୍ୟ ମିଳିପାରେ। ବହୁତ ଦିନରୁ ଅଟକିଥିବା କାର୍ଯ୍ୟ ସମ୍ପନ୍ନ ହେବ। ଶୁଭଖବର ପାଇ ଖୁସି ହେବେ। ହଜିଯାଇଥିବା କିମ୍ବା ଖୋଜୁଥିବା ଜିନିଷ ହଠାତ୍ ମିଳିଯିବ। ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ସୁଖ ସମୃଦ୍ଧି ବୃଦ୍ଧି ହେବ। ପ୍ରତିଷ୍ଠା, ପ୍ରତିପତ୍ତି, ମାନସମ୍ମାନ ଓ କ୍ଷାତି ଅର୍ଜନ କରିବେ। ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ମଧ୍ୟ ଲାଭହେବ। ବାଦବିବାଦ, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତ କାରରେ କୃତକାର୍ଯ୍ୟ ହେବେ। ଦାମ୍ପତ୍ୟ ସୁଖ ବୃଦ୍ଧିହେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ସିଂହ:-

ଶତୃ ପରାଜିତ ହେବେ। ବ୍ୟବସାୟରେ ଭଲ ଲାଭ ପାଇବେ। ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ବିଜୟୀ ହେବେ। ନୂତନ ବନ୍ଧୁଙ୍କୁ ପାଇ ଖୁସୀହେବେ ଓ ମଉଜ ମଜଲିସ୍ କରି ପାରନ୍ତି। ସହକର୍ମୀ ମାନଙ୍କ ସହ ବାଦବିବାଦର ଅବସାନ ଘଟିବ। ପାରିବାରିକ କ୍ଷେତ୍ରରେ ଶାନ୍ତି, ଭାଇ ଭଉଣୀମାନଙ୍କ ସହ ମନୋମାଳିନ୍ୟ ମେଣ୍ଟିଯିବ। ସନ୍ତାନ ମାନଙ୍କ ଶିକ୍ଷା କ୍ଷେତ୍ରରେ ସଫଳତା ମିଳିବ। ଦୃଢସଂକଲ୍ପ ଓ ଆତ୍ମବିଶ୍ଵାସରେ ଭରପୁର ହେବ। ଗୃହପାଳିତ ପଶୁ ଓ ଯାନବାହାନ ଇତ୍ୟାଦି କ୍ରୟ କରି ଲାଭବାନ୍ ହେବେ। ପ୍ରବାସରେ ମଧ୍ୟ କେତେକ କ୍ଷେତ୍ରରେ ଉନ୍ନତିକର ହେବ। ପ୍ରତିକାର:- ଜନ୍ଦା ଓ ପିମ୍ପୁଡ଼ି ଗାତ ପାଖରେ କିଛି ଗୁଡ଼ ରଖନ୍ତୁ।

କନ୍ୟା:-

ସମାଜ ସେବା ଓ ରାଜନୀତିରେ ସ୍ଵନାମ ଅର୍ଜନ କରି ପାରିବେ। ଅନେକ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି। ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ। ବ୍ୟବସାୟୀମାନେ ନୂତନ ବାଣିଜ୍ୟର ପରିକଳ୍ପନା କରିବେ। ଅନେକ କାର୍ଯ୍ୟ ନିଜେ ସମାଧାନ କରିବାକୁ ସାହସ ବାନ୍ଧିବେ। କୌଣସି ସହୃଦୟ ବ୍ୟକ୍ତିଙ୍କଠାରୁ ଯଥେଷ୍ଟ ସହାୟତା ପାଇବେ। ନିଜର ଯୋଜନାମୁତାବକ କାମକଲେ କୌଣସିପ୍ରକାର ଅସୁବିଧା ହେବନାହିଁ। ଆନୁଷ୍ଠାନିକ କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ। ଦୂରଯାତ୍ରାର ସୁଯୋଗ ପାଇବେ। କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ। ଉତ୍ତମ ରୋଜଗାର ମିଳିବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ତୁଳା:-

ଶତ୍ରୁବାଧା ଦୂରେଇ ଯିବ। ସମସ୍ତଙ୍କର ପୂର୍ଣ୍ଣ ସହଯୋଗ ମିଳିବ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ସଫଳ ହେବେ। ଅର୍ଥ ସମ୍ପର୍କିତ ଚୁକ୍ତିପତ୍ର କଲେ ଲାଭବାନ୍ ହେବେ। ଦୂରଯାତ୍ରାର ସୁଯୋଗ ପାଇବେ। ବୃତ୍ତିଗତ ଦୃଷ୍ଟିରୁ ସମୟ ଅତ୍ୟନ୍ତ ଶୁଭ। ଆୟର ସ୍ରୋତ ବୃଦ୍ଧି ହେବ। ଉଚ୍ଚ ବିଦ୍ୟା ଅଧ୍ୟୟନ ପାଇଁ ସୁଯୋଗ ପାଇବେ। ପରିଜନ ଓ ସାଧୁଜନପ୍ରିୟ ହେବେ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ପରିଶ୍ରମ ଓ ମେହନତର ପରିଣାମ ମିଳିବ। ବନ୍ଧୁ ମିତ୍ରଙ୍କର ସହଯୋଗରେ ବାକିଥିବା ଅର୍ଥପ୍ରାପ୍ତି ହୋଇ ଆର୍ଥିକ କ୍ଷେତ୍ରରେ ଉନ୍ନତି ହେବ।  ସ୍ଵର୍ଣ୍ଣ ଅଳଙ୍କାର କ୍ରୟ କରି ପାରନ୍ତି। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ବିଚ୍ଛା:-

ଆୟ ଉପାର୍ଜନ କ୍ଷେତ୍ରପ୍ରତି ସଙ୍କଟ ସୃଷ୍ଟି ହେବ ନାହିଁ। ପରିବାରରେ ଜଟିଳ ପରିସ୍ଥିତି ଦେଖାଦେଲେ ମଧ୍ୟ କୌଣସି ଅସୁବିଧା ହେବ ନାହିଁ। ବରିଷ୍ଠ ଅଧିକାରୀଙ୍କ ସାହାଯ୍ୟ ସହଯୋଗ ପାଇ ଆନନ୍ଦିତ ହେବେ। ପୁରାତନ ରୋଗରୁ ମୁକ୍ତି ପାଇ ସ୍ୱାସ୍ଥ୍ୟରେ ପରିବର୍ତ୍ତନ ଦେଖାଦେବ। ବ୍ୟବସାୟିକ ପ୍ରତିଦ୍ୱନ୍ଦ୍ୱିତାରେ ସଫଳ ହେବା ସହ ସୁନା, ରୂପା, କଂସା, ପିତ୍ତଳ, ତେଜରାତି, ଷ୍ଟେନସାରୀ, ଔଷଧ ବ୍ୟବସାୟୀ ମାନଙ୍କୁ ଉତ୍ତମ ଲାଭ ପ୍ରାପ୍ତି ହେବ। କୌଣସି ଶୁଭ ସମାଚାର ମଧ୍ୟ ଶୁଣିବେ। ଶତୃମାନଙ୍କ ଉପରେ ବିଜୟ ହାସଲ କରିବେ।  କାର୍ଯ୍ୟଭାର ବହନ କରି ଯାତ୍ରା କରିବାକୁ ପଡ଼ି ପାରେ। ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷ ମୂଳରେ କ୍ଷୀର ଗୁଡ଼ ପଣାକରି ଢ଼ାଳନ୍ତୁ।

ଧନୁ:-

କର୍ତ୍ତବ୍ୟ ପରାୟଣ ପ୍ରଦର୍ଶନ କରି ନିଜର ପାରିଲା ପଣିଆ ଜାହିର କରିବେ। ରାଜନୀତିରେ ଉପରିସ୍ଥଙ୍କ ଶ୍ରଦ୍ଧା ଅତୁଟ ରଖି କୋଲସମ୍ପର୍କ ବୃଦ୍ଧି ସହ ନିଜର ମାନ ସମ୍ମାନ ପଦ ମର୍ଯ୍ୟାଦା ବୃଦ୍ଧି ହେବ। ବ୍ୟବସାୟୀ ମାନେ ନୂତନ ବାଣିଜ୍ୟର ପରିକଳ୍ପନା କରିବା ସହ ଖାଦ୍ୟ ବ୍ୟବସାୟରେ ପ୍ରଚୁର ଲାଭ କରିବେ। ବନ୍ଧୁମିତ୍ରଙ୍କ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରି ପାରନ୍ତି। ପିଲାମାନଙ୍କର ପାଠ ପଢାରେ ମନ ଲାଗିବ। ପ୍ରତିଯୋଗିତାରେ ସଫଳତା ହାସଲ କରିବେ। ଆୟୋଜିତ କାର୍ଯ୍ୟକ୍ରମକୁ ପ୍ରାକୃତିକ ବିପଦ ବଦଳେଇ ଦେବ। କୁଟୁମ୍ବୀଜନ ପରିବାରରେ ଶାନ୍ତି ଭଙ୍ଗ କରିବାକୁ ପ୍ରୟାସ କରିବେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ମକର:-

ସାମାଜିକ ପତିଆରା ଅମଳିନ ରହିବ। କୌଣସି ଆୟୋଜନ ବା ସମାରୋହରେ ଭାଗ ନେବେ। କର୍ତ୍ତବ୍ୟ ନିଷ୍ଠା ରକ୍ଷାକରି ସଚ୍ଚୋଟ ଭାବେ ଦାୟିତ୍ୱ ତୁଲାଇବା ଯୋଗେ ଉପରିସ୍ଥଙ୍କ ଶ୍ରଦ୍ଧା ଓ କୃପାଭାଜନ ହେବେ। ଆର୍ଥିକ ସ୍ଥିତିରେ ସୁଦୃଢ ଓ ସକ୍ଷମ ସ୍ଥିତିରେ ରହିବେ। ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବା ପାଇଁ ଯୋଗାଯୋଗ କରି ପାରିବେ। ନୂଆଲକ୍ଷ ପୂରଣ କରିବା ପାଇଁ ସାହାଯ୍ୟ ସହଯୋଗ ମିଳିବ। ବ୍ୟବସାୟରେ ମନମୁତାବକ ଲାଭ ପାଇ ଭବିଷ୍ୟତ ଯୋଜନାରେ ନିବେଶ କରିବେ। ଭାଇ ବନ୍ଧୁ ମିତ୍ରମାନଙ୍କର ସାହାଯ୍ୟ ସହଯୋଗ ପାଇ ଲୋକ ସମ୍ପର୍କରେ ଉନ୍ନତି ହେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କୁମ୍ଭ:-

ସାମାଜିକ କ୍ଷେତ୍ରରେ ପ୍ରଶଂସିତ ହେବେ। ଆର୍ଥିକ କ୍ଷେତ୍ରରେ ଉନ୍ନତି ଦେଖାଦେବ। ବିଦ୍ୟାକ୍ଷେତ୍ରରେ ଆତ୍ମବିଶ୍ୱାସ ବୃଦ୍ଧି ପାଇବ ଓ ପ୍ରଶଂସା ପାଇବେ। ବ୍ୟବସାୟରେ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତିହେବ। ଦୀର୍ଘ ସମୟରୁ ପ୍ରତୀକ୍ଷିତ ଖବର ପାଇ ଖୁସି ହେବେ। ପୈତୃକ ସମ୍ପତ୍ତିକୁ ନେଇ ବାଦବିବାଦ ମେଣ୍ଟିଯିବ। ଘରୋଇ କର୍ମକ୍ଷେତ୍ରରେ ସହଯୋଗୀମାନେ ସମର୍ଥନ କରିବା ଫଳରେ କଠିନ ପରିଶ୍ରମ କରି ଉପରିସ୍ଥ କର୍ମଚାରୀ ମାନଙ୍କ ପ୍ରିୟଭାଜନ ହେବେ। ରାଜନୀତିରେ ଲୋକସଂପର୍କ ବୃଦ୍ଧି ପାଇବା ସହ ଉତ୍ସାହ ଓ ଉଦ୍ଦୀପନା ବୃଦ୍ଧି ପାଇବ। ପ୍ରେମ କ୍ଷେତ୍ରରେ ସଫଳ ହେବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମୀନ:-

ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ମିଳିବ। ଶିକ୍ଷାକ୍ଷେତ୍ରରେ ସଫଳତା ମିଳିବ। ପରୋକ୍ଷ ଶତୃଙ୍କୁ ପ୍ରତିହତ କରି ବହୁତ ଦିନରୁ ବାକି ରହିଥିବା ଟଙ୍କା ମିଳିଯିବା ଫଳରେ ଆଶା କରିଥିବା କାମଟି ସମ୍ପନ୍ନ କରି ପାରିବେ। ସବୁଥିରେ ଥିଲେ ବି କେଉଁଥିରେ ନିଜର ପ୍ରତ୍ୟକ୍ଷ ସମ୍ପୃକ୍ତିକୁ ନଦର୍ଶାଇବା ଉଚିତ୍ ହେବ। ପରିବାରରେ ଅପ୍ରିତିକର ପରିସ୍ଥିତିକୁ କୌଶଳକ୍ରମେ ସମାଧାନ କରିବେ। କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତିହେବ। ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ। ବନ୍ଧୁ ମିତ୍ରଙ୍କଠାରୁ ସାହାଯ୍ୟ ସହଯୋଗମିଳିବ। ସନ୍ତାନଙ୍କ ପାଇଁ ଶୁଭସମ୍ବାଦ ପାଇବେ। କ୍ରୋଧ ନିୟନ୍ତ୍ରଣ କରି ଧୈଯ୍ୟର ସହ କାର୍ଯ୍ୟ କରନ୍ତୁ। ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 9437006746


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!