ଦୈନିକ ରାଶିଫଳ: 11 ସେପ୍ଟେମ୍ବର 2022, ସୂର୍ଯ୍ୟଦେବଙ୍କ କୃପାରୁ ଏହି 3ଟି ରାଶିଙ୍କୁ ମିଳିବ ବଡ ଖୁସି ଖବର

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୨ମସିହା, ସେପ୍ଟେମ୍ବର ମାସ ୧୧ତାରିଖ, ରବିବାର, ସିଂହମାସ ୨୬ଦିନ, ଆଶ୍ଵିନମାସ, କୃଷ୍ଣପକ୍ଷ, ପ୍ରତିପଦାତିଥି ଦିବା ୧ଟା ୧୫ମିନିଟ୍ ପରେ ଦ୍ଵିତୀୟାତିଥି, ପୂର୍ବଭାଦ୍ରପଦ ନକ୍ଷତ୍ର ସକାଳ ୮ଟା ୨ମିନିଟ୍ ପରେ ଉତ୍ତରଭାଦ୍ରପଦ ନକ୍ଷତ୍ର, ମୀନ ରାଶିରେ ଚନ୍ଦ୍ର । ଶୂଳ ଯୋଗ ଦିବା ୧୧ଟା ୫୮ମିନିଟ୍ ପରେ ଗଣ୍ଡ ଯୋଗ । କୌଳବ କରଣ ଦିବା ୧ଟା ୧୫ମିନିଟ୍ ପରେ ତୈତିଳ କରଣ । ମେଷ ରାଶିର ଘାତବାର । ଧନୁ ରାଶିର ଘାତଚନ୍ଦ୍ର । ପାଣିକଖାରୁ ନ ଖାଇଲେ ଭଲ ଦିବା ୧ଟା ୧୫ମିନିଟ୍ ପରେ ବୋଇତିକଖାରୁ ନ ଖାଇଲେ ଭଲ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ଯୋଗିନୀ- ପୂର୍ବେ ଦିବା ୧ଟା ୧୫ମିନିଟ୍ ପରେ ଉତ୍ତରେ ଯାତ୍ରା ନିଷେଧ । ଶ୍ରାଦ୍ଧତର୍ପଣ- ପ୍ରତିପଦାର ଏକୋଦ୍ଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ ଏବଂ ଦ୍ଵିତୀୟାର ପାର୍ବଣ ଶ୍ରାଦ୍ଧ । ଅଶୁଭସମୟ- ଦିବା ୧୦ଟା ୧୧ମିନିଟ୍ ରୁ ୧ଟା ୧୪ମିନିଟ୍, ରାତ୍ରି ୧ଟା ୧୧ମିନିଟ୍ ରୁ ୨ଟା ୪୦ମିନିଟ୍ । ଶୁଭସମୟ- ପ୍ରାତଃ ୫ଟା ୩୭ମିନିଟ୍ ରୁ ୯ଟା ୪୦ମିନିଟ୍, ଦିବା ୧ଟା ୧୫ମିନିଟ୍ ରୁ ୧ଟା ୪୪ମିନିଟ୍, ସନ୍ଧ୍ୟା ୬ଟା ୩୭ମିନିଟ୍ ରୁ ରାତ୍ର ୮ଟା ୫୭ମିନିଟ୍, ରାତ୍ର ୧୨ଟା ୭ମିନିଟ୍ ରୁ ୧ଟା ୧୦ମିନିଟ୍, ରାତ୍ର ୨ଟା ୪୧ମିନିଟ୍ ରୁ ରାତ୍ର ୩ଟା ୧୪ମିନିଟ୍ । ପର୍ବଦିନ- ଅପରପକ୍ଷ ପିତୃତର୍ପଣ ଆରମ୍ଭ, ପ୍ରତିପଦା ଶ୍ରାଦ୍ଧ, ପିତୃପକ୍ଷର ଦ୍ଵିତୀୟା ଶ୍ରାଦ୍ଧ ।

ମେଷ:-କର୍ମକ୍ଷେତ୍ରରେ ଅଧିକାରୀ କାମରେ ପ୍ରସନ୍ନ ରହିବେ । ପେଶା, ବ୍ୟବସାୟ, ଭାଗୀଦାରି ଓ ବନ୍ଧୁମିତ୍ରଙ୍କ ଦ୍ୱାରା ଲାଭବାନ ହେବେ । ପ୍ରେମିକ ପ୍ରେମିକାମାନେ ଖୁସି ହେବେ । ପରୀକ୍ଷା ଓ ପ୍ରତିଦ୍ୱନ୍ଦିତାରେ ବିଜୟୀ ହେବେ । ପାରିବାରିକ କ୍ଷେତ୍ରରେ ବିହିନ୍ନ ପ୍ରକାର କଥା ଚିନ୍ତାକରି ମନ ଭଲ ଲାଗିବ ନାହିଁ । ବହୁତ ଦିନରୁ ରଖିଥିବା ଧନ ଭିନ୍ନ ବାଟରେ ଖର୍ଚ୍ଚ ହୋଇ ଯାଇପାରେ । ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ବୃଷ:-ଉଚ୍ଚ ସମ୍ଭାବନାର ଆଶା ଓ ଆଶ୍ୱାସନା ଲାଭ କରି ମାନସିକ ଶାନ୍ତି ଅନୁଭବ କରିବେ । ନୂତନ ସମ୍ପତ୍ତି କ୍ରୟ କରିବା ପାଇଁ ଯୋଗାଯୋଗ କରି ପାରିବେ । ସ୍ୱାସ୍ଥ୍ୟ ଠିକ୍ ରହିବା ଫଳରେ ଗୃହରେ କଲ୍ୟାଣକର କର୍ମ ସମ୍ପାଦନ କରି ପ୍ରଶଂସିତ ହେବେ । କର୍ମକ୍ଷେତ୍ରରେ କର୍ତ୍ତବ୍ୟ ଠିକ୍ ଭାବରେ ତୁଲେଇବା ଫଳରେ ଯଶ, ମାନ, ପ୍ରତିଷ୍ଠାର ଅଧିକାରୀ ହେବେ । ରାଜନୀତି କ୍ଷେତ୍ରରେ ସୁ-ସମ୍ପର୍କ ସ୍ଥାପନ କରି ନିଜର ଭାବମୂର୍ତ୍ତିକୁ ଉଜ୍ଜ୍ୱଳ କରିବେ । ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ ।

ମିଥୁନ:-ବ୍ୟବସାୟରେ ଉତ୍ତମ ରୋଜଗାର ହେବା ସହ ବେଶ୍ ଦୁଇ ପଇସା ଭଲଲାଭ ହେବ । ସ୍ୱାସ୍ଥ୍ୟରେ ପରିବର୍ତ୍ତନ ଦେଖାଦେବା ସହ ମାନସିକ ଶାନ୍ତି ପାଇବେ । ଯେକୌଣସି କାର୍ଯ୍ୟ କରିବେ ଭବିଷ୍ୟତ ପାଇଁ କ୍ୟାରିୟରରେ ଉନ୍ନତି ହେବ । ବିଦ୍ୟା କ୍ଷେତ୍ରରେ ମଧ୍ୟ ସଫଳତା ମିଳିବ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତ ହେବେ । ଭଲ କାମ କରି ସୁଖରେ ଦିନଟି ବିତାଇବେ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।

କର୍କଟ:-ବ୍ୟବସାୟୀମାନେ କଠିନ ପରିଶ୍ରମ କରି ଆଶାନୁରୂପ ଲାଭବାନ ହେବେ । କର୍ମକ୍ଷେତ୍ରରେ କର୍ମାନୁଯାୟୀ ଫଳ ପାଇବା ଯୋଗେ ସୁଖେ ଦୁଃଖେ ଦିନଟି ବିତାଇବେ । ପାରିବାରିକ ସମସ୍ୟା ସତ୍ତ୍ୱେ ଶାନ୍ତି ବିରାଜମାନ କରିବ । ରାଜନୀତି କ୍ଷେତ୍ରରେ ସମର୍ଥକଙ୍କ ସଂଖ୍ୟା ବୃଦ୍ଧି ହେବ । ଭୋଗ ବିଳାସ ଓ ଆନନ୍ଦମୟ ମୁହୂର୍ତ୍ତ ସାଙ୍ଗକୁ ସ୍ୱାସ୍ଥ୍ୟକର ପରିବେଶ ଏବଂ ସମ୍ମାନଜନକ ଘଟଣା ଦେଖା ଦେବ । ନିୟନ୍ତ୍ରଣ ମଧ୍ୟରେ ହିଁ କାମ କରିବା ଉଚିତ୍ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ସିଂହ:-ବାସସ୍ଥାନ ବା ଯାନବାହାନର ନବୀକରଣ କରିବାର ସୁଯୋଗ ପାଇବେ । ରାଜନୀତିରେ ଲୋକସମ୍ପର୍କକୁ ଆଧାରକରି ବଳୀୟାନ ହେବେ । ବ୍ୟବସାୟରେ ପ୍ରତିଦ୍ୱନ୍ଦିତା ସତ୍ତ୍ୱେ ଲାଭ ସୁନିଶ୍ଚିତ ହେବ । ପାରିବାରିକ କ୍ଷେତ୍ରରେ ସ୍ନେହ ସଦ୍ଭାବର ଅଭାବ ଦେଖାଦେଇପାରେ । ନିଜର ଇଛା ବିରୋଧରେ କୌଣସି କର୍ମକରି ଅନୁତାପ କରିବେ । ଖାଦ୍ୟପେୟ ନିୟନ୍ତ୍ରଣ ନକଲେ ସ୍ୱାସ୍ଥ୍ୟରେ ଅବନତି ହେବ । ପୁରୁଣା ସମ୍ପର୍କରେ ତିକ୍ତତା ଆସିବ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

କନ୍ୟା:- ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନ ବୃଦ୍ଧି ହେବ । ଚାକିରୀ କ୍ଷେତ୍ରରେ ଅଧିକାରୀ ଓ ସହକର୍ମୀଙ୍କ ସହଯୋଗ ମିଳିବ । ରାଜନୀତି କ୍ଷେତ୍ରରେ ସାହାଯ୍ୟ ସହଯୋଗ ପାଇ ପ୍ରଶଂସିତ ହେବେ । ବ୍ୟବସାୟୀ ମାନେ କଠିନ ପରିଶ୍ରମର ମୂଲ୍ୟ ଫେରି ପାଇବେ । ମାନସିକ ଚିନ୍ତା ଓ ମନ ବିଚଳିତରୁ ଶାନ୍ତି ଅନୁଭବ କରିବେ । ନୂତନ ଯୋଜନାକୁ କ୍ରିୟାନ୍ୱିତ କରିବେ । ସୁଖ ଶାନ୍ତିରେ ଦିନଟି କଟାଇ ପାରିବେ । ପ୍ରତିକାର-ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ ।

ତୁଳା:-ବିଦ୍ୟାର୍ଥୀମାନେ ପାଠ ପଢ଼ାରେ ମନଯୋଗ ଦେଇ ଉଚ୍ଚଶିକ୍ଷାରେ ସଫଳତା ଲାଭ କରିବେ । ରାଜନୀତି କ୍ଷେତ୍ରରେ ଶତୃ ଓ ବିରୋଧୀମାନେ ପରାସ୍ତ ହେବା ଫଳରେ ପ୍ରଶଂସିତ ହେବେ । ପରିବାରରେ କୌଣସି ଶୁଭକାର୍ଯ୍ୟର ଆୟୋଜନ କରି ପାରନ୍ତି । ବ୍ୟବସାୟରେ ଆଶାତୀତ ଲାଭ ପାଇବେ । କର୍ମ କ୍ଷେତ୍ରରେ କୌଣସି ଅସୁବିଧା ହେବ ନାହିଁ । ପ୍ରେମିକ ପ୍ରେମିକା ମାନଙ୍କର ପ୍ରେମ ସମ୍ବନ୍ଧରେ ଅଧିକ ଘନିଷ୍ଠତା ହେବ । ପ୍ରତିକାର- ଧଳାବସ୍ତ୍ର ପରିଧାନ କରନ୍ତୁ । ନତୁବା ଧଳା ରୁମାଲ ଟିଏ ପାଖରେ ରଖନ୍ତୁ ।

ବିଚ୍ଛା:-ପାରିବାରିକ ସମ୍ପର୍କରେ ଉନ୍ନତି ହେବ । ଦାମ୍ପତ୍ୟ ସୁଖରେ ମଧୁରତା ଆସିବ ଓ ପ୍ରେମ କ୍ଷେତ୍ରରେ ସଫଳତା ପାଇବେ । ଶୁଭ କାମ କରି ପ୍ରଶଂସିତ ହେବେ । ରାଜନୀତି କ୍ଷେତ୍ରରେ ପ୍ରତିଷ୍ଠା ପ୍ରତିପତ୍ତି ବୃଦ୍ଧି ପାଇବ । ଅତୀତ କଥାକୁ ଚିନ୍ତା କରି ଭାବପ୍ରବଣତା ବୃଦ୍ଧି ହେବ । ସାମାଜିକ ପ୍ରତିଷ୍ଠା, ମାନସମ୍ମାନରେ ବାଧା ଦେଖାଦେଇପାରେ । ଅନାବଶ୍ୟକ ଖର୍ଚ୍ଚ ଓ ଭ୍ରମଣ ଯୋଗେ ବ୍ୟଥିତ ହେବେ । ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ ।

ଧନୁ:-ପରିବାରରେ ଆର୍ଥିକ ଉନ୍ନତି ହେବ । କର୍ମକ୍ଷେତ୍ରରେ ବହୁ ସୁବିଧା ସୁଯୋଗ ପାଇବେ । ବ୍ୟବସାୟରେ ଧନଲାଭ କରିବାର ସୁଯୋଗ ପାଇବେ । ରାଜନୀତିରେ ଲୋକପ୍ରିୟତା ହାସଲ କରିବେ ଓ ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ବୃଦ୍ଧି ହେବ । ଶତ୍ରୁମାନଙ୍କ ଉପରେ ନଜର ନରଖିଲେ କ୍ଷତିରେ ପଡିବେ । ଧାର୍ମିକ କାର୍ଯ୍ୟରେ ରୁଚି କମ୍ ରହିବ । ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ମକର:-ଜାଗା, ଜମି ଗୃହ ସମ୍ବନ୍ଧୀୟ କୌଣସି ସମସ୍ୟା ସମାଧାନ କରି ପାରିବେ । କାହାକୁ ଦେଇଥିବା ଉଧାର ଟଙ୍କା ମିଳିଯିବ । ଲୋକଙ୍କ ପ୍ରତି ଉଦାର ଓ ଦୟାଳୁ ପ୍ରବୃତି ଜାଗ୍ରତ ହେବ । କର୍ମଚରୀମାନେ ନିଜର କର୍ତ୍ତବ୍ୟ ପ୍ରତିପାଦିତ କରିବା ଫଳରେ ପ୍ରଶଂସିତ ହେବେ । ଯାତ୍ରା କରିବା ସମୟରେ କୌଣସି ଶୁଭ ସମାଚାର ଶୁଣିବାକୁ ମିଳିବ । ଆନୁଷ୍ଠାନିକ କ୍ଷେତ୍ରରେ ସମ୍ମାନଲାଭ ଓ ବ୍ୟବସାୟରେ ଉଚିତ୍ ଲାଭ ପ୍ରାପ୍ତ ହେବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

କୁମ୍ଭ:-ବ୍ୟବସାୟରେ ଧନଲାଭ କରିବାର ସୁଯୋଗ ପାଇବେ । ବନ୍ଧୁ ବାନ୍ଧବଙ୍କ ସହ ମନୋମାଳିନ୍ୟ କଟିଯିବ ଓ ସାମାଜିକ ପ୍ରତିଷ୍ଠା ମାନ ସମ୍ମାନ ବୃଦ୍ଧିହେବ । ସନ୍ତାନ ସମ୍ବନ୍ଧୀୟ ଚିନ୍ତା ଦୂର ହୋଇଯିବ । ଦୁର୍ବଳ ବା ବୃଦ୍ଧ ଲୋକମାନଙ୍କୁ ସାହାଯ୍ୟ କରିବା ପାଇଁ ହାତ ବଢେଇବେ । ଆତ୍ମବିଶ୍ଵାସ ଓ ମନବଳ ଦୃଢ ହେବ । ଗୁରୁ ଗୁରୁଜନ ଓ ମାଆବାପାଙ୍କ ଆଶୀର୍ବାଦ ସ୍ନେହ ପ୍ରାପ୍ତ ହେବ । ଆୟଅପେକ୍ଷା ବ୍ୟୟ ବୃଦ୍ଧିପାଇବ । ପ୍ରତିକାର- ନିମ୍ବକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ ।

ମୀନ:-କାର୍ଯ୍ୟକ୍ଷେତ୍ରରେ ନୂତନ ପଦକ୍ଷେପ ନେବା ଫଳରେ ଆଶାତୀତ ଲାଭ ପାଇବେ । ଧୈର୍ଯ୍ୟ, ସାହସ ଓ ବୁଦ୍ଧିମତା ଯୋଗେ ପ୍ରଶଂସା ପାଇବେ । ପରିବାରରରେ ମନୋମାଳିନ୍ୟ ମେଣ୍ଟିଯାଇ ଆକସ୍ମିକଧନ ପ୍ରାପ୍ତି ହେବ । ଗୃହରେ କଲ୍ୟାଣକର କର୍ମ ସମ୍ପାଦନ କରି ପ୍ରଶଂସିତ ହେବେ । ବ୍ୟବସାୟିକ କ୍ଷେତ୍ରରେ ଆର୍ଥିକ ଉନ୍ନତିହେବା ସହ ନୂତନ ଆୟର ପନ୍ଥା ପ୍ରାପ୍ତି ହେବ । ଛାତ୍ରଛାତ୍ରୀମାନେ ଶିକ୍ଷା କ୍ଷେତ୍ରରେ ଶୁଭସମାଚାରପାଇ ଖୁସିହେବେ । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!