ଦୈନିକ ରାଶିଫଳ: ୧୧ ସେପ୍ଟେମ୍ବର ୨୦୨୦, ମା ସନ୍ତୋଷୀଙ୍କ କୃପାରୁ ଆଜି ଏହି ସବୁ ରାଶି ବ୍ୟକ୍ତିଙ୍କୁ ମିଳିବ ଆର୍ଥିକ ସମସ୍ୟାରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୦ ମସିହା, ସେପ୍ଟେମ୍ବର ମାସ ୧୧ ତାରିଖ, ଶୁକ୍ରବାର, ସିଂହ ମାସ ୨୭ ଦିନ, ଆଶ୍ଵିନମାସ, କୃଷ୍ଣପକ୍ଷ, ନବମୀତିଥି, ମୃଗଶିରା ନକ୍ଷତ୍ର, ମିଥୁନ ରାଶିରେ ଚନ୍ଦ୍ର। ବିଛା, ଧନୁ, ମୀନ ରାଶିର ଘାତବାର। କନ୍ୟା ରାଶିର ଘାତଚନ୍ଦ୍ର। ଲାଉ ନ ଖାଇଲେ ଭଲ। ଶୁଭସମୟ- ପ୍ରାତଃ ୫ଟା ୩୭ମିନିଟ୍ ରୁ ୬ଟା ୨୪ମିନିଟ୍, ସକାଳ ୭ଟା ୧୫ମିନିଟ୍ ରୁ ୮ଟା ୩୮ମିନିଟ୍, ଦିବା ୧୨ଟା ୮ମିନିଟ୍ ରୁ ୨ଟା ୩୨ମିନିଟ୍, ଦିବା ୪ଟା ୧୨ମିନିଟ୍ ରୁ ସନ୍ଧ୍ୟା ୫ଟା ୪୮ମିନିଟ୍, ରାତ୍ର ୭ଟା ୨୪ମିନିଟ୍ ରୁ ୮ଟା ୪୫ମିନିଟ୍। ପର୍ବଦିନ- ଅପରପକ୍ଷର ନବମୀ ଶ୍ରାଦ୍ଧ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-

ଶୁଭ ସମ୍ବାଦ ପାଇ ମାନସିକ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ବୃଦ୍ଧିହେବ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ। କାର୍ଯ୍ୟକ୍ଷେତ୍ରରେ ସଫଳତା ପାଇବେ। ଆଶା ଆକାଂକ୍ଷା ଓ ମହତ୍ୱାକାଂକ୍ଷା ପୂର୍ଣ୍ଣହେବ। ମାନସିକ ବୌଦ୍ଧିକ ଓ ଭାବନାତ୍ମକ ରୂପରେ ଅଧିକ ସକ୍ଷମ ଓ ଅନୁଭବି ହେବେ। ପରିବାରରେ ଅନେକ ସମସ୍ୟାର ସମାଧାନ ହୋଇ, ହସ ଖୁସିରେ ବାତାବରଣ ଖେଳି ଯିବ। କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତିହେବ। କର୍ମକ୍ଷେତ୍ରରେ ସହଯୋଗୀ ମାନଙ୍କ ଯୋଗୁ ଉତ୍ତମ କାର୍ଯ୍ୟ କରି ପଦୋନ୍ନତି ପାଇବାର ରାସ୍ତା ପରିଷ୍କାର କରିବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ବୃଷ:-

ସମାନ ବିଚାରଧାରା ଲୋକଙ୍କ ଦରକାର ଅନୁଭବ ହେବ। କର୍ମକ୍ଷେତ୍ରରେ କୌଣସି ଅସୁବିଧା ହେବ ନାହିଁ। ବ୍ୟବସାୟିକ କ୍ଷେତ୍ରରେ ଉନ୍ନତିହେବ। ସୁଖ ସମୃଦ୍ଧି ବୃଦ୍ଧି  ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ରାଜନୀତିରେ ଲୋକପ୍ରିୟତା ହାସଲ କରିବେ। କଠିନରୁ କଠିନତମ କାର୍ଯ୍ୟକୁ ଧୈର୍ଯ୍ୟରସହ ସମ୍ପାଦନ କରି ପାରିବେ। ସାଧାରଣ କେତେକ ସୁବିଧା ସୁଯୋଗକୁ ବାଦ୍ ଦେଲେ ଅନ୍ୟାନ୍ୟ କ୍ଷେତ୍ରରେ ସାମାନ୍ୟ ବ୍ୟତିକ୍ରମ ଦେଖାଦେଇ ପାରେ। କିନ୍ତୁ ଗାମ୍ଭୀର୍ଯ୍ୟପୂର୍ଣ୍ଣ ଯୁକ୍ତିଯୁକ୍ତ କଥା ପରିସ୍ଥିତିକୁ ସମ୍ଭାଳିବାରେ ସମର୍ଥ ହୋଇ ପାରିବ। ମନ ଭଲ ରହିବ ନାହିଁ। ପ୍ରତିକାର କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।  

ମିଥୁନ:-

ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ। ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ ଓ ପରୀକ୍ଷା ପରିଣାମ ଅନୁକୂଳ ହେବ। ପୈତୃକ ସମ୍ପତ୍ତିକୁ ନେଇ ପାରିବାରିକ ଦ୍ଵନ୍ଦ ମେଣ୍ଟିଯିବ ଓ ମାନସିକ ଏକାଗ୍ରତା ବଜାୟ ରହିବ। ବ୍ୟବସାୟ ବାଣିଜ୍ୟ କ୍ଷେତ୍ରରେ ଉଚ୍ଚଫଳ ପ୍ରାପ୍ତି ହେବ। କର୍ମକ୍ଷେତ୍ରରେ ବ୍ୟବହାରିକ ଜ୍ଞାନ କୌଶଳ ପ୍ରୟୋଗ କରି ଲାଭବାନ୍ ହେବେ। ସନ୍ତାନର ଭବିଷ୍ୟତ ପାଇଁ ଯୋଜନା କରି ପୁଞ୍ଜି ନିବେଶ କରିବେ। କଳା, ସାହିତ୍ୟ ଓ ଚଳଚ୍ଚିତ୍ର, ସଙ୍ଗୀତାଦି କ୍ଷେତ୍ରରେ ସମସ୍ୟା ସମାଧାନ ହୋଇ ଯିବ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ବନ୍ଧୁମାନଙ୍କ ସହ ସୁସମ୍ପର୍କ ସ୍ଥାପନ ହେବ। ପ୍ରତିକାର ଦହିମିଠା ଖାଇ ଘରୁ ବାହାରନ୍ତୁ।    

କର୍କଟ:-

ଶିଳ୍ପ, ବାଣିଜ୍ୟ ଓ ପରିବହନ ବ୍ୟବସାୟରେ ପ୍ରତିଷ୍ଠା, ପ୍ରତିପତ୍ତି, ମାନସମ୍ମାନ ଓ ଯଶ ପାଇବେ। ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ। ବନ୍ଧୁମାନଙ୍କ ସାହାଯ୍ୟ ନେଇ ପାରିବାରିକ ତିକ୍ତତାର ସମାପ୍ତି ହେବ। ଅପେକ୍ଷା କରୁଥିବା କାର୍ଯ୍ୟଟି ପୂରଣ କରିବା ପାଇଁ ଚେଷ୍ଟା କରିବେ। ଗଲାକଥାକୁ ଚିନ୍ତା କରି ଭାବପ୍ରବଣତା ବୃଦ୍ଧି ପାଇବ। ପଡ଼ୋଶୀମାନେ ସ୍ୱାର୍ଥ ହାସଲ ପାଇଁ ବାକ୍ଚାତୁରୀ କଥାକହି କାର୍ଯ୍ୟ ହାସଲ କରିବେ। ନିର୍ମାଣ, ଯୋଗାଯୋଗ, ସଭାସମିତି ପାଇଁ ବିଶେଷ ସମୟ ଦେବାକୁ ପଡ଼ିବ। ବିଦ୍ୟାକ୍ଷେତ୍ରରେ ମନଯୋଗ ଦେଲେ ଯଶପ୍ରାପ୍ତି ହେବ।  ପ୍ରତିକାର:- ଗୋମାତାକୁ ଖାଦ୍ୟ ଦିଅନ୍ତୁ।

ସିଂହ:-

ସାମାଜିକ କାର୍ଯ୍ୟରେ ଯୋଗଦେଇ ଆନନ୍ଦିତ ହେବେ। ଶାରିରୀକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ। ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ। ବିଦ୍ୟାକ୍ଷେତ୍ରରେ ପ୍ରତିଭାର ବିକାଶ ହେବ। କଳବଳ ଖଟାଇ ନିଜର ସ୍ଥାନକୁ କୌଣସିମତେ ଦୃଢ ରଖି ପାରିବେ। ସନ୍ତାନ ସନ୍ତତି ମାନଙ୍କପାଇଁ କାର୍ଯ୍ୟଗୁଡ଼ିକ ଲାଭଦାୟକ ହେବ। ପାରିବାରିକ ଜୀବନ ସୁଖମୟ ହେବ। ରାଜନୀତିରେ ଲୋକସମର୍ଥନ ପ୍ରଚୁର ମିଳିବ। ବନ୍ଧୁଙ୍କ ନିମନ୍ତ୍ରଣ ପାଇ ଦୂରଯାତ୍ରା କରିବାକୁ ପଡ଼ିବ। ଧର୍ମାନୁଷ୍ଠାନରେ ଯୋଗ ଦେଇ ସମ୍ମାନ ପାଇବେ। ନିଜର ଚତୁରତା ହେତୁ ବିପରୀତ ପରିସ୍ଥିତିକୁ ମୁକାବିଲା କରିବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କନ୍ୟା:-

ଶିକ୍ଷାକ୍ଷେତ୍ରରେ ଊତ୍ସାହ ଏବଂ ସ୍ଵାସ୍ଥ୍ୟରେ ଉନ୍ନତି ଦେଖାଦେବ। ନୂତନ ଯୋଜନା ପ୍ରସ୍ତୁତ କରି ବ୍ୟବସାୟରେ ଆୟ ଉପାର୍ଜ୍ଜନର ବୃଦ୍ଧି ହେବ। କର୍ମକ୍ଷେତ୍ରରେ ଉଚ୍ଚାଧିକାରୀଙ୍କ ସହଯୋଗରେ ଉନ୍ନତି ହେବ। ନିଜର କର୍ତ୍ତବ୍ୟକୁ ଠିକ୍ ଭାବରେ ନିର୍ବାହ କରି ପାରିବେ। ଶତ୍ରୁବାଧା ଦୂରେଇ ଯିବ ଓ ଋଣରୁ ମୁକ୍ତି ମିଳିବ। କ୍ଷମତା ଦକ୍ଷତା ଲୋକମାନଙ୍କୁ ପ୍ରଭାବିତ କରିବ। ଆୟ ଓ ପ୍ରତିଷ୍ଠାରେ ଅପ୍ରତ୍ୟାଶିତ ତେଜ ଆସିବ। ସନ୍ତାନମାନେ ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇ ଉଚ୍ଚଶିକ୍ଷାରେ ଶ୍ରେଷ୍ଠସ୍ଥାନ ଲାଭ କରିବେ। ବାଦବିବାଦ, ମାଲିମୋକଦ୍ଦମା, ପରୀକ୍ଷା ପ୍ରତିଯୋଗିତାରେ ବିଜୟୀ ହେବେ। ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ।

ତୁଳା:-

କର୍ମରେ ଉନ୍ନତି ସହିତ ବାସସ୍ଥାନ ବା ଯାନବାହନର ନବୀକରଣ ଇତ୍ୟାଦି ନାନାବିଧ ସୁଯୋଗ ପ୍ରାପ୍ତି ହେବ। ହଜି ଯାଇଥିବା କିମ୍ବା ଖୋଜୁଥିବା ଜିନିଷ ହଠାତ୍ ମିଳିଯିବ। ଶୁଭଖବର ପାଇ ଖୁସି ହେବେ ଓ ସମୟ ଆନନ୍ଦମୟ ହେବ। ଆର୍ଥିକ ସାହାଯ୍ୟ ମିଳିବ। ବହୁତ ଦିନରୁ ଅଟକିଥିବା କାର୍ଯ୍ୟ ସମ୍ପନ୍ନ ହେବ। ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ। ପ୍ରତିଷ୍ଠା, ପ୍ରତିପତ୍ତି, ମାନସମ୍ମାନ ଓ କ୍ଷାତି ଅର୍ଜନ କରିବେ। ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭହେବ। ବନ୍ଧୁମିଳନ ହେତୁ ମନଖୁସୀ ରହିବ। ଆଇନ, ଅଦାଲତ ସମ୍ପର୍କୀୟ ଦୁଶ୍ଚିନ୍ତା ଦୂରହେବ। ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ।

ବିଚ୍ଛା:-

ଉଦାସୀନତା ଓ ନକରାତ୍ମକ ପ୍ରବୃତ୍ତିକୁ ଛାଡିବା ପାଇଁ ପ୍ରୟାସ କରିବେ। ଅନେକ କାର୍ଯ୍ୟ କଳାପରେ ସମ୍ପୃକ୍ତ ହେବେ। ମିତ୍ରଙ୍କ ଠାରୁ ବହୁତ ସାହାଯ୍ୟ ସହଯୋଗ ମିଳିବ। ଏମିତି କାର୍ଯ୍ୟ କରିବେ ଯାହା ଫଳରେ ଲୋକମାନେ ଆପଣଙ୍କ ପ୍ରତି ପ୍ରସନ୍ନ ରହିବେ। ପ୍ରେମପ୍ରସଙ୍ଗରେ ଆଶାଜନକ ଫଳପ୍ରାପ୍ତି ହେବ। ପ୍ରତ୍ୟେକ କ୍ଷେତ୍ରରେ ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥହେବେ। ରାଜନୈତିକ କ୍ଷେତ୍ରରେ ଲୋକ ସମର୍ଥନ, ଦଳ ସମର୍ଥନ ବୃଦ୍ଧି ପାଇବା ସହ ମୁଖ୍ୟନେତାଙ୍କର ପ୍ରିୟ ପାତ୍ର ହେବେ। ବିରୋଧୀମାନେ କରିଥିବା ଷଡଯନ୍ତ୍ରରୁ ମୁକୁଳି ପାରିବେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ଧନୁ:-

ଆର୍ଥିକ ଚିନ୍ତା ଦୁରହେବ ଓ ସ୍ୱାସ୍ଥ୍ୟ ରେ ଉନ୍ନତି ଦେଖାଦେବ। ମାନସିକ ଶାନ୍ତି ଅନୁଭବ କରିବେ। ସାମାଜିକ ଉତ୍ସବରେ ଯୋଗ ଦେଲେ ସଫଳତା ମିଳିବ। ବ୍ୟବସାୟ କ୍ଷେତ୍ରରେ ପୁରୁଣା ଧନଲାଭ ହେବାରୁ ଖୁସି ହେବେ ଓ ଶୁଭ ସମ୍ବାଦ ପାଇବେ। ନିଜ ଆତ୍ମୀୟ ଲୋକଙ୍କ ସହ ସାକ୍ଷାତ ହେବ। ପିଲାମାନଙ୍କ ସଫଳତାରେ ଖୁସିହେବେ। ପାରିବାରିକସ୍ଥିତି ସନ୍ତୋଷ ଜନକ ହେବ। ରାଜନୀତିରେ ସଫଳତା ମିଳିବ। ନୂଆ ସମ୍ପର୍କରେ ଉନ୍ନତି ହେବ ଓ ଅଧାଥିବା କାର୍ଯ୍ୟ ପୂରଣ ହେବ। ମାଲିମୋକଦ୍ଦମାରେ ସମ୍ମାନ ଓ ପ୍ରତିଷ୍ଠା ଅତୁଟ ରହିବ। ବୌଦ୍ଧିକ ତଥା ଭାବନାତ୍ମକ ରୂପରେ ଅଧିକସକ୍ଷମ ଏବଂ ଅନୁଭବୀ ହେବେ। ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ।

ମକର:-

କର୍ମକ୍ଷେତ୍ରରେ ସହକର୍ମୀମାନଙ୍କ ସହ ଶତ୍ରୁତା ମେଣ୍ଟିଯିବ। ନିର୍ମାଣ ମୂଳକ ଯୋଜନାରେ ଆଗେଇପାରିବେ। ବ୍ୟବସାୟୀମାନେ ନଗଦ କାରବାରରେ ଅଧିକ ଲାଭପ୍ରଦ ହେବେ। ଶତୃମାନେ ପରାଜିତ ହେବେ ଏବଂ ଆୟରପନ୍ଥା ସହଜ ହେବ। ନୂତନ କର୍ମ ନିଯୁକ୍ତି ପାଇବେ। ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ। ଉଚ୍ଚଶିକ୍ଷା କ୍ଷେତ୍ରରେ ସଫଳ ହେବେ। ରାଜନୀତି କ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ବୃଦ୍ଧି ହେବ। ଶୁଭ ସମ୍ବାଦ ପାଇ ମାନସିକ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ବୃଦ୍ଧିହେବ ଓ ସହନଶୀଳତା ଯୋଗେ ପ୍ରଶଂସା ମିଳିବ।  ନୂତନ କାର୍ଯ୍ୟଆରମ୍ଭ, ଦୁରଯାତ୍ରା, ନୂତନ ବ୍ୟବସାୟ ଆରମ୍ଭ କରି ପାରିବେ।  ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କୁମ୍ଭ:-

ବିରୋଧୀମାନେ ହଇରାଣ ହୋଇ ମଥାନତ କରିବେ। ଗୃହରେ ଧାର୍ମିକ କାର୍ଯ୍ୟ ପାଇଁ ଆୟୋଜନ କରିବେ। ପାରିବାରିକ ସ୍ନେହ ସହାନୁଭୁତି ପ୍ରାପ୍ତି ହେବ। ବ୍ୟବସାୟ କ୍ଷେତ୍ରରେ ଭବିଷ୍ୟତ ପାଇଁ ଯୋଜନା କରି ପୁଞ୍ଜି ନିବେଶ କଲେ ଲାଭ ପାଇବେ। ରାଜନୀତି, କ୍ଷେତ୍ରରେ ଲୋକ ସମ୍ପର୍କ ବଢିବ। ଉପରିସ୍ଥ କର୍ମଚାରୀ ଦେଇଥିବା ପ୍ରତିଶୃତି ରକ୍ଷା କରିବା ଫଳରେ ମାନସମ୍ମାନ ପ୍ରତିଷ୍ଠା ପ୍ରତିପତ୍ତି ବଢିବ। ପ୍ରେମ କ୍ଷେତ୍ରରେ ସଫଳତା ପାଇବେ। ଛାତ୍ରଛାତ୍ରୀମାନେ ପାଠପଢ଼ାରେ ମନଯୋଗ ଦେଇ ଉଦ୍ୟମ ବଳରେ ସିଦ୍ଧିପ୍ରାପ୍ତି ଓ ଉଚ୍ଚସ୍ଥାନ ସଂପୃକ୍ତି ହେବ। ପନିପରିବା ଚାଷୀମାନେ ବିଶେଷ ଲାଭାନ୍ଵିତ ହେବେ। ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

ମୀନ:-

ସରକାରୀ କର୍ମଚାରୀମାନେ କର୍ମକ୍ଷେତ୍ରରେ ଇଚ୍ଛାକରି ସ୍ଥାନାନ୍ତରିତ ହେବାକୁ ଚେଷ୍ଟା କରିବେ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ। ଶିକ୍ଷାକ୍ଷେତ୍ରରେ ସମସ୍ତକର୍ମ ଭଲରେ ସମ୍ପନ୍ନ ହେବ ଓ ଲକ୍ଷ୍ୟ ପୂରଣ ହେବାରେ କୌଣସି ଅସୁବିଧା ହେବନାହିଁ। ପାରିବାରିକ ଅଶାନ୍ତି ଦୂରେଇ ଯିବ ଓ ବିଭିନ୍ନଦିଗରୁ ସାହାଯ୍ୟ ସହଯୋଗ ମିଳିବ। କଳା, ସାହିତ୍ୟ ଓ ସାମ୍ବାଦିକତାରେ ପ୍ରଂଶସିତ ହେବେ। ପରିବାଚାଷି ଓ ବ୍ୟବସାୟୀମାନେ ଆଶାତୀତ ଲାଭପାଇବେ। ବନ୍ଧୁ ମିଳନରେ ମନ ପ୍ରଫୁଲ୍ଲ ରହିବ। ସହକର୍ମୀ ମାନଙ୍କ ସହ ବାଦବିବାଦର ଅବସାନ ଘଟିବ। ପ୍ରତିକାର:- ଗୋମାତାକୁ ଖାଦ୍ୟ ଦିଅନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 9437006746


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!