ସାପ୍ତାହିକ ରାଶିଫଳ: ୧୧ ମାର୍ଚ୍ଚ ରୁ ୧୭ ମାର୍ଚ୍ଚ, ଏହି ସପ୍ତାହରେ ମା ଲକ୍ଷ୍ମୀଙ୍କ କୃପା ରହୁଥିବାରୁ ଏହିସବୁ ରାଶିକୁ ହେବ ଧନ ଲାଭ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ସାପ୍ତାହିକ ରାଶିଫଳ: ୧୧ ମାର୍ଚ୍ଚ ରୁ ୧୭ ମାର୍ଚ୍ଚ

ମେଷ:-

ଏ ସପ୍ତାହରେ ଅତି ଉତ୍ତମ ଫଳ ଭୋଗିବେ। ଭାଗ୍ୟଶାଳୀ, ସନ୍ତାନସୁଖ, ସ୍ୱାସ୍ଥ୍ୟ ଅନେକାଂଶରେ ଭଲ ରହିବ। ପରହାତରେ ଥିବା ଧନ ସହଜରେ ପ୍ରାପ୍ତି ହେବ, ଅଧା ହୋଇଥିବା କାର୍ଯ୍ୟ ସହଜରେ ପୂରଣ ହେବ। ବ୍ୟବସାୟରେ ଉନ୍ନତି ଓ ଲାଭପ୍ରାପ୍ତି ହେବ। ଉଚ୍ଚଶିକ୍ଷା ଅଧ୍ୟୟନ କରୁଥିଲେ ପଢା ପଢିରେ ମନ ଦେବେ। ଦୀର୍ଘଦିନ ଧରି ଚିନ୍ତା କରୁଥିବା ନୂତନ କାର୍ଯ୍ୟ ଏବଂ ନୂତନ ବ୍ୟବସାୟ ଅତି ସହଜରେ ଆରମ୍ଭ କରି ପାରିବେ। ପୁରାତନ ବନ୍ଧୁ ଓ ଅଚିହ୍ନା ଲୋକଙ୍କ ଠାରୁ ଅକସ୍ମାତ୍ ସାହାଯ୍ୟ ପାଇ ଧନ୍ୟ ହେବେ। ସାଂସାରିକ ଜୀବନ ସୁଖମୟ ହେବ। ରାଜନୈତିକ କ୍ଷେତ୍ରରେ ପ୍ରବଳ ଲୋକ ସମର୍ଥନ ମିଳିବ। ପୁରୁଖା ନେତା ବା ଦଳର ମୁଖ୍ୟଙ୍କର ଅତ୍ୟନ୍ତ ପ୍ରିୟପାତ୍ର ହୋଇପାରିବେ। ପ୍ରତିଯୋଗିତାରେ ଉତ୍ତୀର୍ଣ୍ଣ ହୋଇ ଗୁରୁତ୍ୱପୂର୍ଣ୍ଣ ବିଭାଗର ଦାୟିତ୍ୱ ନେଇ ସୁଚାରୁରୂପେ ଚଳେଇ ପାରିବେ। ଦୀର୍ଘଦିନର ଆଶା ଏବେ ପୂରଣ ହେବ। ଉଚ୍ଚ ପଦବୀରେ ଅଧିଷ୍ଠିତ ହେବେ। ପ୍ରତିକାରପ୍ରତ୍ୟେକ ଦିନ ଗାଈକୁ କିଛି ଖାଇବାକୁ ଦିଅନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-

ଏ ସପ୍ତାହରେ ଅକସ୍ମାତ ଧନଲାଭ ହେବ। ଶିକ୍ଷା ବିଭାଗ କର୍ମଚାରୀ, ରାଜ୍ୟପାଳ ଭବନ କର୍ମଚାରୀ, ଓକିଲ ସଂଘ, ସାର୍ବଜନିନ ନିର୍ମାଣ ବିଭାଗର କର୍ମଚାରୀ, ଜଳବଣ୍ଟନ ବିଭାଗ କର୍ମଚାରୀ ଚିକିତ୍ସା ବିଭାଗ କର୍ମଚାରୀମାନଙ୍କର କର୍ମକ୍ଷେତ୍ରରେ ଉନ୍ନତି ସହ ଲାଭବାନ୍ ହେବେ। କର୍ମପାଇଁ ଅପେକ୍ଷା କରିଥିବା ଯୁବକ ଓ ଯୁବତୀମାନେ ଉପଯୁକ୍ତ ବିଭାଗରେ କର୍ମ ନିଯୁକ୍ତି ପାଇବେ। ଗୃହପାଳିତ ପଶୁଙ୍କ ଦ୍ୱାରା ବିଶେଷ ଲାଭନ୍ୱିତ ହେବେ। ବ୍ୟାଙ୍କ ଋଣ ଆବଶ୍ୟକ ଥିଲେ ଅତି ସହଜରେ ପାଇପାରିବେ ଏବଂ ପୂର୍ବଋଣ  ସହଜରେ ପରିଶୋଧ କରିପାରିବେ। ନୂତନ ସଂପତ୍ତି କ୍ରୟ ବିକ୍ରୟ କରିବାର ଉପଯୁକ୍ତ ସମୟ। ରାଜନୈତିକ କ୍ଷେତ୍ରରେ ଉଚ୍ଚ ପଦ ପଦବୀରେ ପ୍ରତିଷ୍ଠିତ ହେବେ। ପାରିବାରିକ ଜୀବନ ଶାନ୍ତିପୂର୍ଣ୍ଣ ହେବ। ସ୍ୱାସ୍ଥ୍ୟ ଦିଗରେ ଛାତି, ଗଳା, ମେରୁଦଣ୍ଡ, ମସ୍ତିଷ୍କ ପ୍ରତି ସତର୍କ ଅବଲମ୍ବନ କରିବା ଉଚିତ୍। ପ୍ରତିକାର ହଳଦୀଚନ୍ଦନ ମୁଣ୍ଡରେ ଲଗାନ୍ତୁ।

ମିଥୁନ:-

ଏ ସପ୍ତାହରେ ପରାକ୍ରମ ପ୍ରତିଷ୍ଠା ମାନ ବୃଦ୍ଧି ହେବ। ବିଦ୍ୟାର୍ଥୀ ମାନଙ୍କ ପାଇଁ ଏହା ଏକ ସୁବର୍ଣ୍ଣ ସୁଯୋଗ। ପ୍ରତିଯୋଗୀ ପରୀକ୍ଷାରେ ପ୍ରଶାସନିକ ସେବାପାଇଁ କରିଥିବା ଶ୍ରମ ଅବଶ୍ୟ ଶୁଭଫଳ ଦେବ। ସରକାରୀ କର୍ମଚାରୀମାନେ ପ୍ରମୋଶନ ପାଇ ଖୁସି ହେବେ ଏବଂ ଧନଲାଭ କରିବାର ସୁଯୋଗ ପାଇବେ। ଏହି ସମୟରେ ବ୍ୟବସାୟୀମାନେ ବ୍ୟବସାୟକୁ ବିସ୍ତାରିତ କରିବାପାଇଁ ସକ୍ଷମ ହେବେ ଏବଂ ସଂପତ୍ତି କ୍ରୟ କରିବାପାଇଁ ଅତ୍ୟନ୍ତ ଶୁଭ ସମୟ। ସନ୍ତାଠାରୁ ସୁଖପ୍ରାପ୍ତି ହେବ। ପୁତ୍ରରତ୍ନ ପ୍ରାପ୍ତି ହେବ। କାର୍ପାସ, ଚିତ୍ରକଳା, ଷ୍ଟେସ୍ନାରୀ, ଚଳଚିତ୍ର, ମିଠାଦ୍ରବ୍ୟ ବା ମିଷ୍ଠାନ୍ନ ଭଣ୍ଡାର, ଚାନ୍ଦି, ଚାଉଳ, ଗହମ, ବସ୍ତ୍ର, ଫଟୋଗ୍ରାଫି, ଶୃଙ୍ଗାର ପ୍ରସାଧନୀ ବ୍ୟବସାୟୀମାନେ ବା ଏହି ସଂସ୍ଥାରେ କାର୍ଯ୍ୟ କରୁଥିବା ବ୍ୟକ୍ତିମାନେ ବିଶେଷ ଲାଭବାନ ହେବେ। ରାଜନିତୀ କ୍ଷେତ୍ରରେ ସଫଳତା ସହ ଗୁରୁତ୍ୱପୂର୍ଣ୍ଣ ବିଭାଗର ଦାୟିତ୍ୱ ତୁଲାଇବେ। ଶତୃମାନେ ତଳମୁହାଁ ହେବେ। ମାଲିମକଦ୍ଦମାରେ ବିଜୟଲାଭ ହେବ। ପ୍ରତିକାରପିତା ମାତାଙ୍କ ପାଦଛୁଇଁ ପ୍ରଣାମ କରନ୍ତୁ।

କର୍କଟ:-

ଏ ସପ୍ତାହରେ ଆୟ ପନ୍ଥାର ପରିବର୍ତ୍ତନ ଆସିବ। ବିଦ୍ୟୁତ ବିଭାଗ, ପ୍ରଶାସନ ବିଭାଗ, ଜ୍ୟୋତିଷ, ବିଚାର ବିଭାଗ, ଡାକ ଓ ତାର ବିଭାଗ, ବୈଜ୍ଞାନିକ, ନୃତ୍ୟ ଓ ସଙ୍ଗୀତବିଭାଗ, ସମାଚାର ପତ୍ର ବିଭାଗରେ କର୍ମରତ ଥିଲେ ବିଶେଷ ଲାଭବାନ୍ ହେବେ। ରାଜନୀତି କ୍ଷେତ୍ରରେ ଅଧିକରୁ ଅଧିକ ଲୋକ ସମର୍ଥନ ପାଇ ସଫଳ ହେବେ। ଶତୃମାନଙ୍କୁ ମୁକାବିଲା କରିପାରିବେ। ବିଦ୍ୟାର୍ଥୀମାନେ ନିଜର ଉଦ୍ଦେଶ୍ୟକୁ ସଫଳ କରିବାରେ ସକ୍ଷମ ହେବେ। ଉଚ୍ଚଶିକ୍ଷା ପାଇଁ ବିଦେଶଯାତ୍ରା କରିପାରିବେ। ବଡ଼ ବଡ଼ ଉଦ୍ୟୋଗ କରିବାରେ ସଫଳ ହେବେ। ଆରମ୍ଭ କରିଥିବା କାର୍ଯ୍ୟ ପୂରଣ କରିବେ। ପଡୋଶୀ ଏବଂ କୁଟୁମ୍ବଙ୍କ ସହ କଳିତକରାଳ ଥିଲେ ମେଣ୍ଟିଯିବ। ୧୫, ୧୬, ତାରିଖରେ ଅତ୍ୟନ୍ତ ପ୍ରିୟ ଲୋକମାନେ ଅସନ୍ତୁଷ୍ଟ ହୋଇ ଦୂରେଇ ଯାଇ ପାରନ୍ତି। ତେଣୁ ଧୈର୍ଯ୍ୟର ସହ ଅପେକ୍ଷା କରିବାକୁ ପଡ଼ିବ। ଉଦର ରୋଗ, ବାୟୁବିକାର, ଚର୍ମରୋଗ, ସ୍ନାୟୁ ଦୁର୍ବଳତା ଆଦି ରୋଗମାନ ଦେଖା ଦେଇ ପାରେ। ପ୍ରତିକାରଅସହାୟକୁ ନିରାଶ କରିବେ ନାହିଁ।

ସିଂହ:-

ଏ ସପ୍ତାହରେ ବ୍ୟବସାୟବୃଦ୍ଧି ଆର୍ଥିକ ଉନ୍ନତିରେ ସଫଳତା ଓ ମାନ ସମ୍ମାନ ବୃଦ୍ଧି ହେବ। କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ। ପାରିବାରିକ ଜୀବନ ସୁଖ ଶାନ୍ତିରେ କଟିବ। ଦୂର ସ୍ଥାନକୁ ଯାତ୍ରା କରିବେ। ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନ ବୃଦ୍ଧି ହେବ। ମହିଳାମାନଙ୍କର କର୍ମ ଓ ବ୍ୟବସାୟରେ ଉନ୍ନତି ହେବ। କରଜରମାତ୍ରା ହ୍ରାସ ପାଇବ। ଭୋଗବିଳାସରେ ଦିନ କାଟିବା ପାଇଁ ଆଗ୍ରହୀହେବେ। ନିଜର ଆତ୍ମନିରୀକ୍ଷଣ, ମନୋବୈଜ୍ଞାନିକତଥ୍ୟ, ଅନ୍ୱେଷଣ, ଅନ୍ତର୍ଦୃଷ୍ଟି ଏବଂ ଆନ୍ତରିକ ମୂଲ୍ୟାଙ୍କନର ଅନୁଭୂତି ଜାଗ୍ରତହେବ। ସାମାଜିକ କଲ୍ୟାଣ ଓ ଜୀବନସ୍ତର ପରିବର୍ତ୍ତନର ଉଦ୍ୟମ କରିବେ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ମାନସମ୍ମାନ ବୃଦ୍ଧିହେବ। ଅର୍ଥ ସମ୍ପର୍କିତ ଚୁକ୍ତିପତ୍ର କଲେ ଲାଭବାନ୍ ହେବେ। ଦୂରଯାତ୍ରାର ସୁଯୋଗ ପାଇବେ।  ବୃତ୍ତିଗତ ଦୃଷ୍ଟିରୁ ଅତ୍ୟନ୍ତ ଶୁଭ। ପ୍ରତିକାର:- ଅସହାୟା ବୃଦ୍ଧ ବୃଦ୍ଧାଙ୍କୁ ସାହାଯ୍ୟ କରନ୍ତୁ।

କନ୍ୟା:-

ଏ ସପ୍ତାହରେ ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ସଫଳହେବେ। ଉନ୍ନତିମୂଳକ ପଦକ୍ଷେପ ନେଇ ଆର୍ଥିକସ୍ଥିତି ସନ୍ତୋଷପ୍ରଦ ହେବ। ନୂତନ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ। ପୂର୍ବରୁ ଥିବା ପାରିବାରିକ ସମସ୍ୟା ଗୁଡ଼ିକ ଧିରେ ଧିରେ ସମାଧାନ ହେବ। ବ୍ୟବସାୟରେ ଆଶାତୀତ ଲାଭ ପାଇବେ। ସରକାରୀ କର୍ମଚାରୀ ମାନେ କର୍ମ କ୍ଷେତ୍ରରେ ସହକର୍ମୀମାନଙ୍କ ସହଯୋଗ ଓ ଉପରିସ୍ଥ ଅଧିକାରୀଙ୍କ  ପ୍ରିୟଭାଜନ ହେବେ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ। ମହିଳାମାନଙ୍କର ପାରିବାରିକ ଜୀବନ ସୁଖମୟ ହେବ। ପ୍ରକାଶନ ବାଣିଜ୍ୟ, କୃଷିଜାତ ଦ୍ରବ୍ୟ ବ୍ୟବସାୟରେ ଆଶାତୀତ ଲାଭ ପାଇବେ। ପ୍ରଶାସନିକ ସ୍ତରରେ ଉଚ୍ଚ ସମ୍ମାନ ପାଇବେ। ଛାତ୍ର ଛାତ୍ରୀମାନେ କ୍ରୀଡ଼ା, କଳା, ସାହିତ୍ୟ କ୍ଷେତ୍ରରେ ମନଯୋଗ ଦେଇ ପ୍ରଶଂସା ପାଇବେ। ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ।

ତୁଳା:-

ଏ ସପ୍ତାହରେ ଆର୍ଥିକ ଉନ୍ନତି ଓ ଅଚାନକ ଧନ ପ୍ରାପ୍ତି ହେବା ସହ ମାନ ସମ୍ମାନ ବୃଦ୍ଧି ହେବ। କର୍ମକ୍ଷେତ୍ରରେ ଉନ୍ନତି  କରିବା ସହ ଉପରିସ୍ଥ  ଅଧିକାରୀଙ୍କର କୃପା ଲାଭ କରିବେ।  ନୂତନକର୍ମ ସଂସ୍ଥାନ ରେ ନିଯୁକ୍ତି ପାଇବାର ଯୋଗ ରହିଛି। ପ୍ରେମିକ ଓ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ। ଶିକ୍ଷା କ୍ଷେତ୍ରରେ ସଫଳତା ଅର୍ଜନ କରିବେ। ପାରିବାରିକ ଜୀବନରେ ଶାନ୍ତି, ଭାଇ ଭଉଣୀ ମାନଙ୍କ ସହିତ ଉତ୍ତମ ସମ୍ପର୍କ ରହିବ। ବନ୍ଧୁବାନ୍ଧବଙ୍କଠାରୁ  ପୂର୍ଣ୍ଣ ସହଯୋଗ ପ୍ରାପ୍ତ ହେବ। ସାମାଜିକ କଲ୍ୟାଣ କାମରେ ପୂର୍ଣ୍ଣ ସହଯୋଗ କରିବେ। ବ୍ୟବସାୟ  ଶୁଭାରମ୍ଭ କରିବାର ସୁଯୋଗ ପାଇବେ। ଦୂରଯାତ୍ରାରେ କଷ୍ଟ ଅନୁଭବ କରିବେ। ମହିଳାମାନେ ଏକାଧିକ କାମରେ ହାତ ଦେଇ ଭଲବଦଳରେ ମନ୍ଦସୃଷ୍ଟି ହେବ। ସନ୍ତାନଙ୍କ ପାଇଁ ଚିନ୍ତିତ ରହିବେ ଜୀବନ ସାଥିଙ୍କ ସ୍ୱାସ୍ଥ୍ୟନେଇ ଚିନ୍ତିତ ରହିବେ। ପ୍ରତିକାର:- ଗାଈକୁ ଖାଇବାକୁ ଦିଅନ୍ତୁ।

ବିଚ୍ଛା:-

ଏ ସପ୍ତାହରେ ଯେ କୌଣସି କାର୍ଯ୍ୟରେ ହାତ ଦେଲେ ସଫଳ ହେବେ। ପରୀକ୍ଷା ପ୍ରତିଯୋଗିତାରେ ସଫଳ ହେବେ। ମିତ୍ରଙ୍କଠାରୁ ସହଯୋଗ ମିଳିବ। ଶୁଭ ସମାଚାର ପାଇ ଖୁସି ହେବେ। ବନ୍ଧୁବାନ୍ଧବଙ୍କ ନିକଟରେ ଗୁରୁଗୁରୁଜନ ଓ ପ୍ରିୟଲୋକଙ୍କ ପାଖରେ ଆଦୃତ ହେବେ। ପରିବାରରେ ମହତ୍ୱପୂର୍ଣ୍ଣ କାର୍ଯ୍ୟକରି ପ୍ରଶଂସିତ ହେବେ। ବିବେକ ବୁଦ୍ଧି ଖଟେଇ ଉଚିତ୍ମାର୍ଗରେ ଗତିକରିବାର କ୍ଷମତା ଜନ୍ମହେବ। ନିଜର କଳ୍ପନାଶକ୍ତି ଅତ୍ୟଧିକ ସକ୍ରିୟ ହେବ। ନୂତନ ଉଦ୍ୟମରେ ନିଶ୍ଚିତ ସଫଳତା ପ୍ରାପ୍ତିହେବ। ବ୍ୟବସାୟ ଭଲ ମନ୍ଦ ଗତିରେ ଚାଲିବ। କର୍ମଚାରୀମାନେ ଅତ୍ୟଧିକ କାର୍ଯ୍ୟ ଚାପ ଯୋଗୁଁ ଏବଂ କଠିନ ପରିଶ୍ରମ ହେତୁ ଶାରିରୀକ ଓ ମାନସିକ କଷ୍ଟ ଭୋଗି ପାରନ୍ତି। ଛାତ୍ର ଛାତ୍ରୀମାନଙ୍କର ପଢ଼ା ପଢ଼ିରେ ମନ ଲାଗି ନପାରେ। ପ୍ରତିକାର : କାହାରିଠାରୁ ମାଗଣା କୌଣସି ଦ୍ରବ୍ୟ ଗ୍ରହଣ କରିବେ ନାହିଁ।

ଧନୁ:-

ଏ ସପ୍ତାହରେ ସୁଖ ସମୃଦ୍ଧି ବୃଦ୍ଧି ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହୋଇ ଆର୍ଥିକସ୍ଥିତି ଭଲ ରହିବ। କର୍ମକ୍ଷେତ୍ରରେ ସୁସ୍ଥ ବାତାବରଣ ସୃଷ୍ଟିହେବ। ଆୟ ଉତ୍ତମ, ଶରୀର ସୁସ୍ଥ ରହିବା ସହ ନିର୍ମାଣାଧିନ କାମ ପୂର୍ଣ୍ଣାଙ୍ଗହେବ। କ୍ରୀଡ଼ା, କଳା, ସଂସ୍କୃତି, ବାଦବିବାଦ, ମାଲିମୋକଦ୍ଦମା କ୍ଷେତ୍ରରେ ବିଜୟୀ ହେବେ। ମହିଳାମାନେ ଘର ସାଜସଜ୍ଜାରେ ବ୍ୟସ୍ତ ରହିବେ। ମିତ୍ରମାନେ ପରାମର୍ଶ ଦେଇ ଲାଭଦାୟକ କାମପ୍ରତି ପ୍ରଲୋଭିତ କରିବେ। ପରିବାରରେ ସାଧାରଣ ବାତାବରଣ ଜାରି ରହିବ। ସମ୍ପର୍କୀୟଙ୍କ ଶୁଭସୂଚନା ଶୁଣି ଖୁସି ହେବେ। ବ୍ୟବସାୟରେ ସଫଳତା ଅର୍ଜନ ତଥା ଦୂରଯାତ୍ରାର ସୁଯୋଗ ପାଇବେ। ଆତ୍ମବିଶ୍ୱାସ ବୃଦ୍ଧି ପାଇବ। କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତିହେବ। ଆଶା ଆକାଂକ୍ଷା ଓ ମହତ୍ୱାକାଂକ୍ଷା ପୂର୍ଣ୍ଣହେବ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ରାଜନୀତିରେ ସଫଳତା ଏବଂ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ। ପ୍ରତିକାରପିତା ମାତାଙ୍କ ପାଦଛୁଇଁ ପ୍ରଣାମ କରନ୍ତୁ।

ମକର:-

ଏ ସପ୍ତାହରେ ଘରୋଇ ସଂସ୍ଥାର କର୍ମ କ୍ଷେତ୍ରରେ ସହଯୋଗୀମାନେ ସହଯୋଗ କରିବେ। ବ୍ୟବସାୟରେ ଉତ୍ତମ ରୋଜଗାର ହେବା ସହ ଭଲ ଲାଭ ହେବ। ଦାମ୍ପତ୍ୟ ସୁଖ ବୃଦ୍ଧି ହେବା ସହ ସାମାଜିକ ପ୍ରତିଷ୍ଠା ଓ ମାନ-ସମ୍ମାନ ବୃଦ୍ଧି ହେବ। ପାରିବାରିକ ଜୀବନରେ କୌଣସି ବିଶୃଙ୍ଖଳା ଦେଖାଦେବ ନାହିଁ। ଛାତ୍ର-ଛାତ୍ରୀମାନେ ଶିକ୍ଷା କ୍ଷେତ୍ରରେ ସଫଳତା ଲାଭ କରିବେ। ନୂତନ କର୍ମ ନିଯୁକ୍ତି ପାଇଁ ପ୍ରତିଯୋଗିତା ପରୀକ୍ଷାରେ ଓ ସାକ୍ଷାତକାରରେ ଉତ୍ତିର୍ଣ୍ଣ ହେବେ। ଅନ୍ୟର ଦୁଃଖ ଦୁର୍ଦଶା ଦୂର କରିବାକୁ ପ୍ରୟାସରତ ହେବେ। ମାନସିକ ବୌଦ୍ଧିକ ଓ ଭାବନାତ୍ମକ ରୂପରେ ଅଧିକ ସକ୍ଷମ ହେବେ। ଧାର୍ମିକ କାର୍ଯ୍ୟରେ ରୁଚି କମ୍ ରହିବ। ରାଜନୀତି କ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା ମାନ ସମ୍ମାନରେ ବାଧା ଆସିଲେ ମଧ୍ୟ ନିଜେ ବିଜୟୀ ହେବେ। ପୈତୃକ ସମ୍ପତ୍ତିକୁ ନେଇ ପରିବାରରେ ଅଶାନ୍ତି ଦେଖା ଦେଇପାରେ। ଉତ୍ତମ ରୋଜଗାର ହେଲେ ମଧ୍ୟ ଗୃହୋପକରଣ କ୍ରୟ କରିବା ଯୋଗେ ବ୍ୟୟ ଅଧିକ ହେବ। ପ୍ରତିକାର ସୋମବାରେ ଶିବମନ୍ଦିରରେ ପାଦୁକ ପାନ କରନ୍ତୁ।

କୁମ୍ଭ:-

ଏ ସପ୍ତାହରେ ଛାତ୍ର-ଛାତ୍ରୀମାନଙ୍କର ଉଚ୍ଚ ଶିକ୍ଷା ପାଇଁ ବିଦେଶ ଯାତ୍ରାର ସୁଯୋଗ ଆସିବ। ବ୍ୟବସାୟ ନବିକରଣ, ଦୋକାନ, ଅଫିସ, ବାସଗୃହ ଆଦି ସାଜସଜ୍ଜା କରିବାପାଇଁ ଉପଯୁକ୍ତ ସମୟ। କର୍ମୋନ୍ନତି ପାଇଁ ସୁଯୋଗ ପାଇବେ। ଉଦ୍ୟୋଗ, ରେଶମୀବସ୍ତ୍ର, ଅଗରବତୀ, ଇଟା, କ୍ଷୀର, ଦହି, ଘିଅ, ଚାନ୍ଦି, ବାଦ୍ୟଯନ୍ତ୍ର, ଚଳଚିତ୍ର, ଔଷଧ, ଶାଢ଼ୀ ଇଦ୍ୟାଦି ବ୍ୟବସାୟର ଉଦ୍ୟୋଗ କରିପାରିବେ। ପରିବାରରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ। ରାଜନୀତି କ୍ଷେତ୍ରରେ କମ୍ ପରିଶ୍ରମରେ ଆଶାଜନକ ଫଳ ପ୍ରାପ୍ତିହେବ ଓ ଆଶା ଆକାଂକ୍ଷା ମହତ୍ୱାକାଂକ୍ଷା ପୂର୍ଣ୍ଣହେବ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ। ସୁଖ ସମୃଦ୍ଧି ବୃଦ୍ଧି ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ। କର୍ମ କ୍ଷେତ୍ରରେ ସହଯୋଗୀମାନେ ପୂର୍ଣ୍ଣ ସହଯୋଗ କରିବେ। ପ୍ରତିକାର:- ଅସହାୟା ବୃଦ୍ଧାକୁ ସାହାଯ୍ୟ କରନ୍ତୁ।

ମୀନ:-

ଏ ସପ୍ତାହରେ ଜମିଜମା ସଂକ୍ରାନ୍ତୀୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ। ମାନସିକଚାପ ବୃଦ୍ଧି ହେଲେ ମଧ୍ୟ ସ୍ୱାସ୍ଥ୍ୟରେ ଉନ୍ନତି ଘଟିବ। ବନ୍ଧୁମିତ୍ରଙ୍କ ସହ ମନୋରଞ୍ଜନ, ଭ୍ରମଣ ଫଳରେ ହସଖୁସିର ବାତାବରଣ ସୃଷ୍ଟି ହେବ। ନୂତନକର୍ମ ନିଯୁକ୍ତିରେ ସଫଳ ହେବେ। ପ୍ରେମିକ-ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ। ଛାତ୍ର-ଛାତ୍ରୀମାନେ ଉଚ୍ଚଶିକ୍ଷା ପାଇଁ ଆଗ୍ରହୀ ହେବେ। ବାଦ-ବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ସଫଳ ହେବେ। ଗୃହପାଳିତ ପଶୁ ଓ ଯାନବାହାନ ଇତ୍ୟାଦି କ୍ରୟ କରି ଲାଭବାନ୍ ହେବେ। ପାରିବାରିକ କ୍ଷେତ୍ରରେ ଗୋଟିଏ ପାଖରେ ସ୍ନେହ ଶ୍ରଦ୍ଧାର ସ୍ରୋତ ଛୁଟୁଥିଲାବେଳେ ଅନ୍ୟ ପାଖରେ ଉପେକ୍ଷା ଓ ଅଶାନ୍ତିର ବାତାବରଣ ଦେଖାଦେଇ ପାରେ। ଉତ୍ତମ ରୋଜଗାର ହେଲେ ମଧ୍ୟ ଗୃହୋପକରଣ କ୍ରୟ କରିବା ଯୋଗେ ବ୍ୟୟ ଅଧିକ ହେବ। ପ୍ରତିକାର:- ଶୁକ୍ରବାର ଶିବ ଦର୍ଶନ କରି ପାଦୁକ ସେବନ କରନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!