ଦୈନିକ ରାଶିଫଳ: ୧୨ ଅପ୍ରେଲ ୨୦୧୯, ମା ସନ୍ତୋଷୀଙ୍କ କୃପାରୁ ଆଜି ଏହି ସବୁ ରାଶିର ସମସ୍ତ ସମସ୍ୟା ଦୂର ହେବ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ଦୈନିକ ରାଶିଫଳ: ୧୨ ଅପ୍ରେଲ ୨୦୧୯

ମେଷ:-

ପରୀକ୍ଷା, ପ୍ରତିଯୋଗୀତା, ସାକ୍ଷାତକାରରେ ବିଜୟୀ ହେବେ। ବାଣିଜ୍ୟ କ୍ଷେତ୍ରରେ ଉନ୍ନତମାନର ଫଳପାଇବେ। ଶତୃମାନେ ସାମ୍ନାକୁ ଆସିବାକୁ ସାହସ କରିବେ ନାହିଁ। ଅଧିକାରୀଙ୍କଠାରୁ ସହଯୋଗ ମିଳିବ। ମହିଳାମାନେ ଉଚିତ ପନ୍ଥା ଗ୍ରହଣ କରିବେ। ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ। ସାହିତ୍ୟ, କଳା କ୍ଷେତ୍ରରେ ମଧ୍ୟ ଆକର୍ଷିତ ହେବେ। ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ। ବ୍ୟବସାୟ ଓ କର୍ମ କ୍ଷେତ୍ରରେ ଆୟ ବୃଦ୍ଧି ହେବ। ସମ୍ପର୍କୀୟ ବନ୍ଧୁ ସାହାଯ୍ୟ ସହଯୋଗ କରିବେ। ଗୃହରେ ଶୁଭକାର୍ଯ୍ୟର ଆୟୋଜନ କରି ପାରନ୍ତି। ପ୍ରତିକାର-ପିତା ମାତାଙ୍କ ପାଦଛୁଇଁ ପ୍ରଣାମ କରନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-

ଭାତୃ ବିବାଦ, ଜମି ବାଡି ଓ ଘର ଜାଗାନେଇ ଥିବା ଦ୍ଵନ୍ଦର ସମାଧାନ ହୋଇପାରେ। ସନ୍ତାନଙ୍କର ଉନ୍ନତିରେ ଖୁସି ହେବେ। କର୍ମକ୍ଷେତ୍ରରେ ସମୟ ଗୁଡିକ ହସ ଖୁସିରେ ବିତିବ। ବ୍ୟବସାୟରେ ରୋଜଗାର ସମସ୍ୟା ସୁଧୁରି ଯାଇ ଧନ ଲାଭ ହେବାରୁ ମନ ଖୁସି ରହିବ। ଅଟକିଥିବା ବା ଉଧାର ଦେଇଥିବା ଟଙ୍କା ମିଳିଯିବା ଫଳରେ ଧାର୍ମିକ କାର୍ଯ୍ୟରେ ରୁଚି ବଢିବ। ମହିଳାମାନେ ଅନେକ କାର୍ଯ୍ୟ ନିଜେ ସମାଧାନ କରିବାକୁ ସାହସ ବାନ୍ଧିବେ। ସୁଖ ସମୃଦ୍ଧି ବୃଦ୍ଧି ଓ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ପ୍ରତିକାର- ଗାଈକୁ ଖାଇବାକୁ ଦିଅନ୍ତୁ।

ମିଥୁନ:-

କର୍ମ କ୍ଷେତ୍ରରେ ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ। ବ୍ୟବସାୟୀମାନେ ନୂତନ ବାଣିଜ୍ୟର ପରିକଳ୍ପନା କରିବେ । ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ। ରାଜନୀତିରେ ଲୋକସମ୍ପର୍କ ଆତ୍ମସନ୍ତୋଷ ବଢେଇବା ସହ କୃତକାର୍ଯ୍ୟ ହୋଇ ପ୍ରଶଂସିତ ହେବେ। ସାଧୁ, ସତ୍ୟବାଦୀ, ଧର୍ମାତ୍ମା, ଗୁରୁ ବ୍ରାହ୍ମଣଙ୍କ ସହ ସମ୍ପର୍କ ସ୍ଥାପନ ହେବ। ରାଜକୀୟ ମାମଲାରେ ସଫଳତା ମିଳିବ। ପାରିବାରିକ ସୁଖ-ଶାନ୍ତି ବୃଦ୍ଧି ହେବ। ଆର୍ଥିକ ଲାଭ ହେବାର ସମ୍ଭାବନା ଅଛି। ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ। ଦୂରଯାତ୍ରା କରି ମନ ଖୁସି ରହିବ। ପ୍ରତିକାର-ମାଦକଦ୍ରବ୍ୟ ଓ ଆମିଷ ସେବନ କରନ୍ତୁ ନାହିଁ।

କର୍କଟ:-

ପରିବାରରେ ଆର୍ଥିକ ସମସ୍ୟା ସମାଧାନ ହୋଇଯିବ। ବାଦ-ବିବାଦ, ପରୀକ୍ଷା, ପ୍ରତି ଯୋଗୀତା, ମାଲିମୋକଦ୍ଦମା ଓ ସାକ୍ଷାତକାରରେ ବିଜୟୀ ହେବେ। ଚାକିରୀରେ ଆପଣଙ୍କ ଅଫିସର୍ ଓ ସହକର୍ମୀମାନେ କାମର ପ୍ରଶଂସା କରିବେ। ଜନସମ୍ପର୍କ ସୁଦୃଢ ହେବା ଫଳରେ ଯାହା ଚିନ୍ତା କରିଛନ୍ତି ତାହା ପୂରଣ କରିବାକୁ ଚେଷ୍ଟା ଜାରି ରଖିବେ। ସନ୍ତାନମାନଙ୍କ ପାଇଁ ମାନସିକ ଚିନ୍ତା ଦୂର ହେବ। ଧାର୍ମିକ କାର୍ଯ୍ୟରେ ମନ ବଳାଇବେ। ରାଜନୀତିରେ ପ୍ରତିକୂଳ ପରିସ୍ଥିତି ଦୂରେଇଯିବ ଓ ନିଜ ଚେଷ୍ଟାରେ କାର୍ଯ୍ୟରେ ସଫଳତା ମିଳିବ। ପ୍ରତିକାର-ହଳଦୀଚନ୍ଦନ ମୁଣ୍ଡରେ ଲଗାନ୍ତୁ।

ସିଂହ:-

ଶାରୀରିକ ଓ ମାନସିକ ସ୍ଥିରତା ଦେଖାଦେବ। ବାଦ-ବିବାଦ, ପରୀକ୍ଷା, ପ୍ରତି ଯୋଗୀତା, ମାଲିମୋକଦ୍ଦମା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। କର୍ମକ୍ଷେତ୍ରରେ ସହକର୍ମୀ ଓ ଉପରିସ୍ଥ କର୍ମଚାରୀଙ୍କ ଠାରୁ ପ୍ରଶଂସିତ ହେବେ। ପାରିବାରିକ କ୍ଷେତ୍ରରେ ଶାନ୍ତି ବିରାଜମାନ କରିବ। ନୂଆ ନିଯୁକ୍ତି ଯୋଗ ଅଛି। ରାଜନୀତିରେ ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ସ୍ଵନାମ ଅର୍ଜନ କରିପାରିବେ । ଛାତ୍ରଛାତ୍ରୀ ମାନଙ୍କର ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ ଓ ପରୀକ୍ଷା ପରିଣାମ ଅନୁକୂଳ ହେବ। ପ୍ରତିକାର- ଅସହାୟ ବୃଦ୍ଧଙ୍କୁ ଖାଦ୍ୟ ଦିଅନ୍ତୁ।

କନ୍ୟା:-

ରାଜନୀତିରେ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତି ହେବ। ସମାଜ ସେବାରେ ସ୍ଵନାମ ଅର୍ଜନ କରିପାରିବେ। କର୍ମ କ୍ଷେତ୍ରରେ ଉପରିସ୍ଥଙ୍କ ଶ୍ରଦ୍ଧାଭାଜନ ହେଲେମଧ୍ୟ ଅଧସ୍ତନଙ୍କ ଈର୍ଷା ଓ ଅସହିଷ୍ଣୁତାର ଶିକାର ହୋଇ ପାରନ୍ତି। ଅନେକ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି। ପରିବାରରେ ଆତ୍ମବିଶ୍ଵାସ ବୃଦ୍ଧି ପାଇବା ଫଳରେ ଉତ୍ତମ ରୋଜଗାର କରିପାରିବେ। ନୂତନ ସଂସ୍ଥାର ଆୟୋଜନ କରିବେ। କଳେବଳେ କୌଶଳରେ ସମସ୍ତ ପ୍ରକାର ଅଭିଳାଷ ପୂରଣ ହେବ। ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ। ପ୍ରତିକାର-ଭୋକିଲା ଲୋକକୁ ନିରାଶ କରିବେ ନାହିଁ।

ତୁଳା:-

ମିତ୍ରଙ୍କ ଠାରୁ ବହୁତ ସାହାଯ୍ୟ ସହଯୋଗ ମିଳିବ। ପରିବାରରେ ସୁଖ-ଶାନ୍ତି ଯୋଗେ ସମସ୍ତ ଚିନ୍ତା ଦୂର ହେବ। ସମ୍ମାନର ସହ ଦିନଚର୍ଯ୍ୟା ସମ୍ପାଦନ କରିବେ। କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଅନୁଷ୍ଠାନିକ କାମରେ ପ୍ରଶଂସା ମିଳିବ। ଆର୍ଥିକ କ୍ଷେତ୍ରରେ ଉନ୍ନତି ହେବ। ରାଜନୀତି କ୍ଷେତ୍ରରେ ନ୍ୟାୟମାର୍ଗ ଓ ମିଷ୍ଟ ବଚନ ଯୋଗେ କେତେକ କ୍ଷେତ୍ରରେ ସୁସ୍ଥ ବାତାବରଣ ଜାରି ରହିବ। ମହିଳାମାନେ ପରିବାରରେ ଆଦରଣୀୟା ହୋଇ ସୁଖଭୋଗ କରିବେ। ବ୍ୟବସାୟରେ ଦୂରଯାତ୍ରାର ସୁଯୋଗ ପାଇ ସଫଳତା ଅର୍ଜନ କରିବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ବିଚ୍ଛା:-

ପରିବାରରେ ଅପ୍ରୀତିକର ପରିସ୍ଥିତି ଦେଖାଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ। ପରସ୍ପରକୁ ସାହାଯ୍ୟ କରି ଉତ୍ତମ ଯୋଜନାବଦ୍ଧ ହେବାର ସମ୍ଭାବନା ଅଛି। ବନ୍ଧୁବାନ୍ଧବ ମାନେ ଆର୍ଥିକ କ୍ଷେତ୍ରରେ ସାହାଯ୍ୟ ସହଯୋଗ କରିବେ।  ରାଜନୀତି କ୍ଷେତ୍ରରେ ସାମାଜିକ ସ୍ତରରେ ନିଜର ଉପସ୍ଥିତି ବୁଦ୍ଧି ପ୍ରୟୋଗ କରି କାର୍ଯ୍ୟ ହାସଲ କରିବେ। ପାରିବାରିକ ସ୍ଥିତି ସନ୍ତୋଷ ଜନକ ହେବ। ପିଲାମାନଙ୍କ କାର୍ଯ୍ୟରେ ଆନନ୍ଦିତ ହେବେ। ପଡୋଶୀମାନେ ସମ୍ମୁଖରେ ପ୍ରଶଂସା କରି ପଛରେ ନିନ୍ଦା କରି ପାରନ୍ତି। ବିଦ୍ୟା କ୍ଷେତ୍ରରେ ଆଶାମୁତାବକ ଫଳ ପାଇବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ଧନୁ:-

ସାଧୁ-ସନ୍ଥ ଓ ଗୁରୁଜନଙ୍କ ଶୁଭାଶୀର୍ବାଦ ପ୍ରାପ୍ତ ହେବ। ଶତୃ ଓ ବିରୋଧୀମାନେ ପରାସ୍ତ ହେବେ। ବିଦ୍ୟା କ୍ଷେତ୍ରରେ ଆଶାମୁତାବକ ଫଳ ପାଇବେ। ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସୁସମ୍ପର୍କ ରହିବ। ବୁଦ୍ଧିମାତା କାରଣରୁ ସମସ୍ତ କ୍ଷେତ୍ରରେ ଲାଭ ମିଳିବ। ଆର୍ଥିକ ସ୍ଥିତିରେ ପରିବର୍ତ୍ତନ ହେବ। ରାଜନୀତି କ୍ଷେତ୍ରରେ ମିତ୍ର ଓ ସହଯୋଗୀଙ୍କ ଦ୍ଵାରା ଆଶାତୀତ ସହଯୋଗ ମିଳିବ। ନୂଆ କାମ ନୂଆ ପ୍ରେରଣା ଦେବ। ଅତୀତ କଥାକୁ ଚିନ୍ତା କରି ଭାବପ୍ରବଣତା ବୃଦ୍ଧି ହେବ। ପଡୋଶୀମାନେ ସ୍ଵାର୍ଥ ହାସଲ କରିବା ପାଇଁ ବାକ୍ ଚତୁରୀ କଥା କହି କାର୍ଯ୍ୟ ପୂରଣ କରିବେ। ପ୍ରତିକାର- କୁକୁରକୁ ଖାଇବାକୁ ଦିଅନ୍ତୁ।

ମକର:-

ନିର୍ମାଣ ମୂଳକ ଯୋଜନାରେ ଆଗେଇପାରିବେ। ବ୍ୟବସାୟରେ ବକେୟା ଅର୍ଥ ଆଦାୟ ହେବ। ମାନସିକ ଦୁଶ୍ଚିନ୍ତା, ଶତୃବଧା ଦୂରେଇ ଯିବ। ସନ୍ତାନ ସନ୍ତତିଙ୍କ ମର୍ଜି ରକ୍ଷାକରି ଶାନ୍ତି ପାଇବେ। ନିର୍ମାଣ, ଯୋଗାଯୋଗ, ସଭାସମିତି ପାଇଁ ଅଧିକ ସମୟ ଦେବାକୁ ପଡିବ। ବ୍ୟବସାୟରେ ଇଚ୍ଛା ମୁତାବକ ଲାଭପାଇବେ। ଅନେକ ଶୁଭ କର୍ମର ସୁଯୋଗ ପାଇବେ। ରାଜନୀତି କ୍ଷେତ୍ରରେ ପ୍ରତିଷ୍ଠା ପ୍ରତିପତ୍ତି ବୃଦ୍ଧି ପାଇବ। ମହିଳାମାନେ ବିଭିନ୍ନ ପ୍ରକାର ସମସ୍ୟା ଭିତରେ ରହି କାର୍ଯ୍ୟ ହାସଲ କରିବେ। ବିଦ୍ୟା କ୍ଷେତ୍ରରେ ମନ ଲାଗିବ। ପ୍ରତିକାର:- ଗୋମାତାକୁ ଖାଦ୍ୟ ଦିଅନ୍ତୁ।

କୁମ୍ଭ:-

ପାରିବାରିକ ସ୍ନେହ ସହାନୁଭୁତି ପ୍ରାପ୍ତି ହେବ। ଶତୃମାନେ ମଥାନତ କରିବେ। ପୁରାତନ ରୋଗର ଉପସମ ଓ ବନ୍ଧୁ ସମାଗମ ହେବ। ରାଜନୀତି କ୍ଷେତ୍ରରେ ଉଚ୍ଚପଦସ୍ଥ ବ୍ୟକ୍ତି ଓ ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ନିବିଡ ହେବ। ବ୍ୟବସାୟ ପାଇଁ ଭ୍ରମଣ କରିବା ଫଳରେ ବିଶେଷ ଲାଭାନ୍ଵିତ ହେବେ। ଭାବି ଚିନ୍ତି କାର୍ଯ୍ୟ ନ କଲେ ଠକାମିରେ ପଡିବେ। ଭୋଗ ବିଳାସଦ୍ରବ୍ୟ କ୍ରୟକରି ଆର୍ଥିକ ଶଙ୍କଟ ଭୋଗିବେ। ଅଭାବ ଅସୁବିଧା ଥାଇ ମଧ୍ୟ କୌଣସି କାମ ଅଟକିବ ନାହିଁ। ନିଜ ଚେଷ୍ଟାରେ ବାକିଥିବା ଅର୍ଥ ପାଇବେ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ। ପ୍ରତିକାର- ମୁହଁ ମିଠାକରି ଘରୁ ବାହାରନ୍ତୁ।

ମୀନ:-

ଆୟବୃଦ୍ଧି, ଋଣମୁକ୍ତି ଓ କର୍ମ କ୍ଷେତ୍ରରେ ଲୋକ ସମ୍ପର୍କ ବୃଦ୍ଧି ହେବ। ବ୍ୟବସାୟରେ ଲାଭର ପରିମାଣ ଅଧିକ ହେବ। ପୂର୍ବ ଶତୃମାନେ ପଛଘୁଞ୍ଚା ଦେବେ। ସଫଳତା ଏବଂ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢେଇବ। ପରିସ୍ଥିତି ଯେତେ ଜଟିଳ ହେଲେ ମଧ୍ୟ କୌଣସି ପ୍ରକାର ଅସୁବିଧା ହେବ ନାହିଁ। ପ୍ରତିଯୋଗିତାରେ ବିଜୟୀ ହେବେ। ଧାର୍ମିକ କାର୍ଯ୍ୟପ୍ରତି ମନ ବଳାଇବେ। ପାରିବାରିକସ୍ତର ହସ ଖୁସିରେ କଟିବ ଓ ଚିନ୍ତା କରିଥିବା କାମ ଗୁଡିକ ହେବ। ରାଜନୀତି କ୍ଷେତ୍ରରେ ସୁଖ ସମୃଦ୍ଧି ବୃଦ୍ଧି ହେବା ସହ ଆଶାଜନକ ଫଳପ୍ରାପ୍ତି ହେବ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!