ଦୈନିକ ରାଶିଫଳ: ୧୨ ଏପ୍ରିଲ ୨୦୨୦, ସୂର୍ଯ୍ୟ ଦେବଙ୍କ କୃପାରୁ ଆଜି ଏହି ସବୁ ରାଶି ବ୍ୟକ୍ତିଙ୍କର ବ୍ୟବସାୟରେ ଉନ୍ନତି ହେବ

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୦ ମସିହା, ଏପ୍ରିଲ ମାସ ୧୨ତାରିଖ, ରବିବାର, ମୀନ ମାସ ୩୦ ଦିନ, ବୈଶାଖ ମାସ, କୃଷ୍ଣପକ୍ଷ, ପଞ୍ଚମୀ ତିଥି, ଜ୍ୟେଷ୍ଠା ନକ୍ଷତ୍ର, ବିଛା ରାଶିରେ ଚନ୍ଦ୍ର। ମେଷ ରାଶିର ଘାତବାର। ବେଲ ନ ଖାଇଲେ ଭଲ। ଶୁଭସମୟ ପ୍ରାତଃ ୫ଟା ୩୫ମିନିଟ୍ ରୁ ୯ଟା ୪୨ମିନିଟ୍, ଦିବା ୧ଟା ୨୧ମିନିଟ୍ ରୁ ୧ଟା ୫୦ମିନିଟ୍, ସନ୍ଧ୍ୟା ୬ଟା ୪୬ମିନିଟ୍ ରୁ ରାତ୍ର ୯ଟା ୫ମିନିଟ୍। ପର୍ବଦିନ ମାସାନ୍ତ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-

ସାବଧାନ ରୁହନ୍ତୁ। ସୁଯୋଗ ହାତପାହାନ୍ତାରେ ଥିଲେ ମଧ୍ୟ ଶେଷ ସମୟରେ ହରାଇ ମନ ବ୍ୟସ୍ତ ହେବ। ବ୍ୟବସାୟ ବାଣିଜ୍ୟ କାରବାର ଯୋଗେ ବହୁତ ଚିନ୍ତିତ ରହି ପାରନ୍ତି। ପରିବାରର ସମ୍ପର୍କୀୟଙ୍କ କୌଣସି ଘଟଣା ଯୋଗୁଁ ବ୍ୟତିବ୍ୟସ୍ତ ହୋଇଯିବେ। କୌଣସି କଥାବର୍ତ୍ତାକୁ ନେଇ ପ୍ରତାରିତ ହେବାର ଆଶଙ୍କା ଉପୁଯିବ। ଛାତ୍ରଛାତ୍ରୀମାନଙ୍କର ଧାର୍ମିକ ସାହିତ୍ୟ ପଢିବା ପାଇଁ ରୁଚି ବୃଦ୍ଧି ହେବ। କାର୍ଯ୍ୟ ଠିକ୍ ହେଲେ ମଧ୍ୟ ମାନସିକ ଦୁଶ୍ଚିନ୍ତା ରହିବ। ସାମ୍ବାଦିକ ମାନଙ୍କର ଅପ୍ରିତିକର ପରିସ୍ଥିତି ଦେଖାଦେବ। ଘରୁ ବାହାରକୁ ବାହାରିବା ଦ୍ଵାରା ହସ ଖୁଶିର ପରିବେଶ ଫିକା ପଡିଯାଇ ପାରେ। ପ୍ରତିକାର କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ବୃଷ:-

ସମସ୍ତ କାର୍ଯ୍ୟରେ ନିଜର ପ୍ରଭାବ ବଳରେ ସଫଳତା ମିଳିବ। ସମାଜସେବା କାର୍ଯ୍ୟରେ ଯୋଗ ଦେଇ ଅନ୍ୟର ଦୁଃଖ ଦୁର୍ଦଶା ଦୂର କରିବାକୁ ପ୍ରୟାସ ରତ ହେବେ। ଆର୍ଥିକ ଦିଗରୁ ଉନ୍ନତି ହେବା ଫଳରେ ନୂତନ ପଦାର୍ଥ ସଂଗ୍ରହ କରି ପାରନ୍ତି। ବ୍ୟବସାୟୀ ମାନଙ୍କର କାରବାର ବଢିବା ସହ ମନମୁତାବକ ଲାଭବାନ ହେବାର ସମ୍ଭାବନା ଅଛି। ରାଜନୀତି କ୍ଷେତ୍ରରେ ଯୋଜନା ମୁତାବକ କାମ କଲେ କୌଣସି ପ୍ରକାର ଅସୁବିଧା ହେବ ନାହିଁ। ପରିବାରରେ ଉତ୍ସାହ ଉଲ୍ଲାସରେ ସମୟ ଅତିବାହିତ କରିବେ। କର୍ମ କ୍ଷେତ୍ରରେ ଉଚ୍ଚଧିକାରୀଙ୍କ ସହ ସୁ ସମ୍ପର୍କ ଫଳରେ ଯଶମାନ ପ୍ରତିଷ୍ଠା ଲାଭର ଯୋଗ ଅଛି। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମିଥୁନ:-

ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନ ବୃଦ୍ଧି ପାଇବ। ଶୁଭ ସଂବାଦ ପାଇ ଉତ୍ସାହିତ ହେବେ। କର୍ମକ୍ଷେତ୍ରରେ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ ପ୍ରଶଂସା ପାଇବେ। ଶ୍ରେଷ୍ଠ ବ୍ୟକ୍ତିଙ୍କ ସହ ସାକ୍ଷାତ ହେବା ଦ୍ଵାରା ବ୍ୟବସାୟରେ ବୃଦ୍ଧି ହେବ। ଆର୍ଥିକ ସମସ୍ୟା ନିଶ୍ଚିତ ରୂପେ ସମାଧାନ ହୋଇଯିବ ଉତ୍ତମ କାର୍ଯ୍ୟ କରି ପ୍ରଶଂସା ପାଇବେ। ପାରିବାରିକ ସ୍ଥିତି ସୁଧୁରି ଯିବା ଫଳରେ ନୂଆ ସମ୍ପର୍କ ସୃଷ୍ଟି ହେବ ଓ ବିପରୀତ ପରିସ୍ଥିତିରେ ମଧ୍ୟ ଅନୁକୂଳ ସମୟ ପାଇବେ। ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ। ସ୍ୱାସ୍ଥ୍ୟସମସ୍ୟା ଦୂର ହୋଇ ଦୈନିକ କାର୍ଯ୍ୟଗତି ଉତ୍ସାହପୂର୍ଣ୍ଣ ହେବ।  ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କର୍କଟ:-

ପରିଚିତ ଲୋକଙ୍କଠାରୁ ଅଧିକ ଲାଭ ମିଳିବ କିନ୍ତୁ ସଞ୍ଚୟ କମ୍ ହେବ ଓ ଖର୍ଚ୍ଚ ଅଧିକ ହେବ। ବିରୋଧୀମାନେ କ୍ଷତି କରିବାରେ ଅସଫଳ ହେବେ। ମିତ୍ରଙ୍କର ସହଯୋଗରେ ସ୍ଥିତି ସମ୍ଭାଳି ନେବେ। ସମୟ ଅନୁକୂଳ ହେଲେ ମଧ୍ୟ କାର୍ଯ୍ୟ ପୁରଣରେ ବାଧା ଆସିବ ଓ ବିଳମ୍ବ ହେବ। ଆଚାର ଓ ବ୍ୟବହାରରେ ଶାନ୍ତ ହୋଇ କାର୍ଯ୍ୟ କରି ନିଅନ୍ତୁ। ବିଦ୍ୟାର୍ଥୀମାନେ ନିଜ ଲକ୍ଷ୍ୟରେ ସଫଳତା ପାଇବେ। ସାମାଜିକ କାର୍ଯ୍ୟରେ ଯୋଗଦାନ କରି କ୍ରୋଧ ହେତୁ କାର୍ଯ୍ୟରେ ଅସଫଳ ହେବେ। ବ୍ୟବସାୟରେ ଉତ୍ଥାନ ପତ୍ତନର ସମ୍ମୁଖୀନ ହେଲେ ମଧ୍ୟ ନିଜ ପରିଶ୍ରମରେ ସଫଳତା ପାଇବେ। ପ୍ରତିକାର କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ସିଂହ:-

ସରକାରୀ ସାହାଯ୍ୟ ପାଇବାର ସୁଯୋଗ ହାତପାହାନ୍ତାରେ ପହଞ୍ଚିବ। ଦୂରେଇ ଯାଇଥିବା ବନ୍ଧୁମାନେ ପୁଣି ନିକଟବର୍ତ୍ତୀ ହେବେ। କର୍ମକ୍ଷେତ୍ରରେ ସମସ୍ୟା ଦେଖାଦେଲେ ମଧ୍ୟ ସଫଳତା ହାସଲ କରିବେ। ପରିବାରର ସମ୍ପର୍କୀୟଙ୍କ କୌଣସି ଘଟଣା ଯୋଗୁ ଶୁଭ ସୂଚନା ପାଇବେ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ଉନ୍ନତି ପାଇଁ ପ୍ରୟାସ ରତ ହେବେ। ଆମୋଦ ପ୍ରମୋଦ, ମନୋରଞ୍ଜନ, ନୃତ୍ୟ ଗୀତ, ମଉଜ ମଜିଲିସ୍ ରେ ମଜ୍ଜି ରହିବେ। ପୁରାତନ ରୋଗରୁ ଉପସମ ପାଇ ଶରୀର ସୁସ୍ଥ ରହିବ। ବିଦ୍ୟାର୍ଥୀମାନେ ନିଜର ଉଦ୍ଦେଶ୍ୟକୁ ସଫଳ କରିବାରେ ସକ୍ଷମ ହେବେ। ପ୍ରତିକାର ଅସହାୟଙ୍କୁ ସାହାଯ୍ୟ କରନ୍ତୁ।

କନ୍ୟା:-

ଶରୀର ସୁସ୍ଥ ରହିବ। କର୍ମକ୍ଷେତ୍ରରେ ସହକର୍ମୀମାନଙ୍କ ସହ ଶତ୍ରୁତା ମେଣ୍ଟିଯିବା ଫଳରେ ପ୍ରବଳ ଶତୃମାନେ ଦୁର୍ବଳ ହେବେ। ବନ୍ଧୁ ମିତ୍ରଙ୍କ ଦ୍ଵାରା ମାନସିକ ଦୁଃଶ୍ଚିନ୍ତା ଦୂର ହେବ। ବିରୋଧୀମାନେ ଦୁର୍ବଳ ହୋଇ ଯିବା ଫଳରେ ମହତ୍ଵପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ କରିବା ପାଇଁ ବନ୍ଧୁ ମିତ୍ରଙ୍କ ସହଯୋଗ ମିଳିବ। ନିଜ ଚେଷ୍ଟାରେ ସମସ୍ତ କାର୍ଯ୍ୟରେ ସଫଳତା ମିଳିବ। ବିଦ୍ୟାର୍ଥୀଙ୍କର ବିଦ୍ୟାରେ ଉନ୍ନତି ହେବାରୁ ମନ ଖୁସି ରହିବ।ସାମ୍ବାଦିକ ମାନେ ଉଦ୍ଦେଶ୍ୟକୁ ସଫଳ କରିବାରେ ସକ୍ଷମ ହେବେ। ବ୍ୟବସାୟରେ ଆଶାତୀତ ଲାଭକରି କିଛି ନୂତନ ପଦାର୍ଥ ସଂଗ୍ରହ କରିବା ପାଇଁ ଯୋଗାଯୋଗ କରି ପାରନ୍ତି। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ତୁଳା:-

ସନ୍ତାନମାନେ ଉନ୍ନତି କରିବା ସହ ଆଶା କରୁଥିବା ଫଳ ପାଇ ପାରିବେ। କର୍ମ କ୍ଷେତ୍ରରେ ସୁଯୋଗ ପାଇଲେ ମଧ୍ୟ ସଦ୍ବ୍ୟବହାର କରିବା କଷ୍ଟ ହେବ। ପାରିଶ୍ରମିକ ତୁଳନାରେ ଅଧିକ ଶ୍ରମ କରିବେ। ରାଜନୀତି କ୍ଷେତ୍ରରେ ବ୍ୟସ୍ତତା ଭିତରେ କାର୍ଯ୍ୟ ସାଧନ କରିବେ। ପିଲାମାନଙ୍କ ପ୍ରତି ସତର୍କ ରହି ଆନନ୍ଦିତ ହେବେ। ବ୍ୟବସାୟରେ ଉନ୍ନତୀ ହେବ କିନ୍ତୁ ଶେଷରେ ଖର୍ଚ୍ଚାନ୍ତ ହେବା ଫଳରେ ହିସାବ ପାଇବେ ନାହିଁ। ପରିବାରର ସଦସ୍ୟଙ୍କର ରୋଗ ଉପଚାର ନିବୃତ୍ତି କରିବାକୁ ଯାଇ ଖର୍ଚ୍ଚାନ୍ତ ହୋଇ ପାରନ୍ତି। ପଇସା ଅଭାବରୁ ମାନସିକ ଅଶାନ୍ତି ବୃଦ୍ଧି ପାଇବ। ଛାତ୍ରଛାତ୍ରୀମାନଙ୍କର ଅପ୍ରିତିକର ପରିସ୍ଥିତି ଦେଖାଦେବ। ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ।

ବିଚ୍ଛା:-

ସରକାରୀ ସାହାଯ୍ୟ ସହଯୋଗ ହାତଛଡା ହେବାର ନାହିଁ। ବିଦ୍ୟାର୍ଥୀମାନେ ପ୍ରତିଦ୍ୱନ୍ଦିତାରେ ସଫଳ ହେବା ପାଇଁ ଆପ୍ରାଣ ଚେଷ୍ଟା ଜାରି ରଖିବେ। କର୍ମକ୍ଷେତ୍ରରେ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ ପ୍ରଶଂସା ପାଇବେ। ବ୍ୟବସାୟୀକ ହିସାବପତ୍ର ସହ ଭଲଭାବରେ ଜଗାରଖା କରିବା ଦ୍ୱାରା ବିଶେଷ ଲାଭବାନ୍ ହେବେ। ସାଙ୍ଗ ସାଥି ଭାଗିଦାରମାନଙ୍କ ପାଇଁ ଅନେକ ସୁବିଧା ସୁଯୋଗ ପାଇବେ। ରାଜନୀତି କ୍ଷେତ୍ରରେ ମାନସମ୍ମାନ ଓ ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ। ପଡୋଶୀ ଏବଂ କୁଟୁମ୍ବଙ୍କ ସହ କଳିତକରାଳ ଥିଲେ ମେଣ୍ଟିଯିବ। ସମୟ ଅନୁକୂଳ ହେବା ଦ୍ଵାରା ଦିନଟି ଆନନ୍ଦରେ କଟେଇ ପାରିବେ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ଧନୁ:-

ରାଜନୈତିକ କ୍ଷେତ୍ରରେ ଲୋକ ସମର୍ଥନ, ଦଳ ସମର୍ଥନ ବୃଦ୍ଧି ପାଇବା ସହ ମୁଖ୍ୟନେତାଙ୍କର ପ୍ରିୟ ପାତ୍ର ହେବେ। ଅକସ୍ମାତ ଧନଲାଭ ହେବ। ଗୃହପାଳିତ ପଶୁଙ୍କ ଦ୍ୱାରା ବିଶେଷ ଲାଭନ୍ୱିତ ହେବେ। ଅଧିକ ପରିଶ୍ରମ ତୁଳନାରେ ଅଧିକ ପାରିଶ୍ରମିକ ଆଦାୟର ପ୍ରଚେଷ୍ଟା ଚଳାଇବେ। କର୍ମକ୍ଷେତ୍ରରେ ଶତୃମାନେ ଦୂରେଇ ଯିବା ଫଳରେ ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ ଓ ମାନସିକ ଶାନ୍ତି ପାଇବେ।ଯୋଜନା ମୁତାବକ କାମ କଲେ କୌଣସି ପ୍ରକାର ଅସୁବିଧା ହେବ ନାହିଁ। ପାରିବାରିକ କ୍ଷେତ୍ରରେ ଆଲୁଅ ଅନ୍ଧାରର ଲୁଚକାଳି ଖେଳର ଅବସାନ ହେବ। ଘରୁ ବାହାରକୁ ବାହାରିଲେ ବିପଦରେ ପଡି ପାରନ୍ତି। ପ୍ରତିକାର ଅସହାୟଙ୍କୁ ସାହାଯ୍ୟ କରନ୍ତୁ।

ମକର:-

ପରିବାରର ସମସ୍ତ ସଦସ୍ୟ ଆପଣଙ୍କ ପ୍ରତି ସହଯୋଗ, ସହାନୁଭୂତି, ସୁସଂପର୍କ ରଖି ପ୍ରଶଂସା କରିବେ। ବିଶେଷକରି ବିଦ୍ୟାର୍ଥୀ ମାନଙ୍କ ପାଇଁ ଏହାଏକ ସୁବର୍ଣ୍ଣ ସୁଯୋଗ। ସରକାରୀ କର୍ମଚାରୀମାନଙ୍କର ପରାକ୍ରମ ପ୍ରତିଷ୍ଠା ମାନ ସମ୍ମାନ ବୃଦ୍ଧି ହେବା ସହ  ପ୍ରମୋଶନ ପାଇ ଖୁସି ହେବେ ଏବଂ ଧନଲାଭ କରିବାର ସୁଯୋଗ ପାଇବେ। ବ୍ୟବସାୟୀମାନେ ଯେକୌଣସି ଜାଗାରୁ ଧନଉପାର୍ଜନ କରିପାରିବେ ଓ ବ୍ୟବସାୟକୁ ବିସ୍ତାରିତ କରିବାପାଇଁ ସକ୍ଷମ ହେବେ। ଆର୍ଥିକ ଦିଗରୁ ଉନ୍ନତି ହେବା ଫଳରେ ଅନ୍ୟର ଦୁଃଖ ଦୁର୍ଦଶା ଦୂର କରିବାକୁ ପ୍ରୟାସ ରତ ହେବେ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କୁମ୍ଭ:-

ସରକାରୀ କାର୍ଯ୍ୟରେ ସଫଳତା ପ୍ରାପ୍ତ ହେବ। ଅନେକ ସମସ୍ୟାର ସମାଧାନ ହୋଇ ପରିବାରରେ ହସ ଖୁସିରେ ବାତାବରଣ ଖେଳିଯିବ ଓ ପାରିବାରିକ ଜୀବନ ଯାପନ ଶାନ୍ତିପୂର୍ଣ୍ଣ ହେବ। ଉଚ୍ଚାଧିକାରୀ, ସହକର୍ମୀ, ଭାଇ ବନ୍ଧୁ ବା କୌଣସି ବିଶିଷ୍ଟ ବ୍ୟକ୍ତିଙ୍କର ସହଯୋଗ ମନୋବଳକୁ ବଢେଇଦେବ। ବାଣିଜ୍ୟ ବ୍ୟବସାୟ କ୍ଷେତ୍ରରେ ଉଚ୍ଚଫଳ ପ୍ରାପ୍ତି ହେବ। ଆର୍ଥିକ ସମସ୍ୟା ନିଶ୍ଚିତ ରୂପେ ସମାଧାନ ହୋଇଯିବ। ଉତ୍ତମ କାର୍ଯ୍ୟ କରି ପ୍ରଶଂସା ପାଇବେ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ଆମୋଦ ପ୍ରମୋଦ, ମନୋରଞ୍ଜନ, ନୃତ୍ୟ ଗୀତ, ମଉଜ ମଜିଲିସ୍ ରେ ମଜ୍ଜି ରହିବେ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମୀନ:-

ଶତୃମାନେ ତଳମୁହାଁ ହେବେ। ସନ୍ତାନଠାରୁ ସୁଖପ୍ରାପ୍ତି ହେବ। ଧର୍ମ କାର୍ଯ୍ୟ ପ୍ରତି ମନବଳାଇ ବହୁତ ଶାନ୍ତି ପାଇବେ। ରାଜନିତୀ କ୍ଷେତ୍ରରେ ସଫଳତାସହ ଗୁରୁତ୍ୱପୂର୍ଣ୍ଣ ବିଭାଗର ଦାୟିତ୍ୱ ତୁଲାଇବେ। ବ୍ୟବସାୟୀ ମାନେ ବା ବ୍ୟବସାୟ ସଂସ୍ଥାରେ କାର୍ଯ୍ୟ କରୁଥିବା ବ୍ୟକ୍ତିମାନେ ବିଶେଷ ଲାଭବାନ ହେବେ। ସରକାରୀ କର୍ମଚାରୀମାନେ ଅତ୍ୟଧିକ କାର୍ଯ୍ୟ ଚାପ ସ୍ଵୀକାର କରିବା ପାଇଁ ପ୍ରସ୍ତୁତ ରହିବେ। ପରିଚିତ ଲୋକଙ୍କଠାରୁ ଅଧିକ ଲାଭ ମିଳିବ କିନ୍ତୁ ସଞ୍ଚୟ କମ୍ ହେବ ଓ ଖର୍ଚ୍ଚ ଅଧିକ ହେବ। ସାମାଜିକ କାର୍ଯ୍ୟରେ ଯୋଗଦାନ କରି କ୍ରୋଧ ହେତୁ କାର୍ଯ୍ୟରେ ଅସଫଳ ହେବେ। ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!