ଦୈନିକ ରାଶିଫଳ: 12 ଏପ୍ରିଲ 2021, ମହାଦେବଙ୍କ କୃପାରୁ ଆଜି ଏହି ରାଶି ବ୍ୟକ୍ତିଙ୍କୁ ମିଳିବ କର୍ମରେ ଉନ୍ନତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୧ ମସିହା, ଅପ୍ରେଲମାସ ୧୨ତାରିଖ, ସୋମବାର, ମୀନମାସ ୩୦ଦିନ, ଚୈତ୍ରମାସ, କୃଷ୍ଣପକ୍ଷ, ଅମାବାସ୍ୟାତିଥି, ସକାଳ ୮ଟା ୧ମିନିଟ୍ ଗତେ ପ୍ରତିପଦା ତିଥି, ରେବତୀ ନକ୍ଷତ୍ର, ମୀନ ରାଶିରେ ଚନ୍ଦ୍ର । ଦିବା ୧୧ଟା ୨୯ମିନିଟ୍ ଗତେ ଅଶ୍ଵିନୀ ନକ୍ଷତ୍ର, ମେଷ ରାଶିରେ ଚନ୍ଦ୍ର । ମିଥୁନ ରାଶିର ଘାତବାର । ଧନୁ ରାଶିର ଘାତଚନ୍ଦ୍ର, ଦିବା ୧୧ଟା ୨୯ମିନିଟ୍ ଗତେ ମେଷ ରାଶିର ଘାତଚନ୍ଦ୍ର । ଆମିଷ, ତୈଳ ନ ଖାଇଲେ ଭଲ, ସକାଳ ୮ଟା ୧ମିନିଟ୍ ପରେ ପାଣିକଖାରୁ ନ ଖାଇଲେ ଭଲ । ଶୁଭସମୟ- ପ୍ରାତଃ ୫ଟା ୩୫ମିନିଟ୍ ରୁ ୭ଟା ୭ମିନିଟ୍, ଦିବା ୧୦ଟା ୩୪ମିନିଟ୍ ରୁ ୧ଟା ୧ମିନିଟ୍, ଦିବା ୪ଟା ୨୮ମିନିଟ୍ ରୁ ୫ଟା ୯ମିନିଟ୍, ସନ୍ଧ୍ୟା ୬ଟା ୪୭ମିନିଟ୍ ରୁ ରାତ୍ର ୯ଟା ୫ମିନିଟ୍, ରାତ୍ର ୧୧ଟା ୪୮ମିନିଟ୍ ରୁ ୨ଟା ୨୮ମିନିଟ୍ । ପର୍ବଦିନ-ଚୈତ୍ର ଅମାବାସ୍ୟା, ପୀଠେ ବାସନ୍ତିକ ନବରାତ୍ର ଆରମ୍ଭ, ସୋମମହତୀ ଗୋସହସ୍ରି ଗଙ୍ଗା ସ୍ନାନ, କରତୋୟା ସ୍ନାନ ଯୋଗ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-

ସ୍ଵାସ୍ଥ୍ୟରେ ଉନ୍ନତି ଦେଖାଦେବ । ସନ୍ତାନଙ୍କର ଉନ୍ନତିରେ ଖୁସି ହେବେ । ରାଜନୀତିରେ ନିଜ ଦକ୍ଷତାରୁ ଉଚ୍ଚ ସମ୍ମାନ ପାଇବେ ଏବଂ ବୁଦ୍ଧିଜୀବୀ ମାନଙ୍କ ସାନ୍ନିଧ୍ୟରେ ଆସିବେ । ଅଫିସ୍ ପରିସ୍ଥିତି ଯେତେ ଜଟିଳ ଥିଲେ ମଧ୍ୟ ସମାଧାନ କରି ପ୍ରଶଂସିତ ହେବେ । ପାରିବାରିକସ୍ତର ହସ ଖୁସିରେ କଟିବ । ବାଣିଜ୍ୟ କ୍ଷେତ୍ରରେ ଯାହା ଚିନ୍ତା କରିବେ ତାହା ପୂରଣ ହେବ । ଛୋଟ ଛୋଟ କାମକୁ ବୁଝିବିଚାରି ନକଲେ ଦ୍ଵନ୍ଦରେ ପଡିବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ବୃଷ:-

ବନ୍ଧୁବାନ୍ଧବ ମାନେ ଆର୍ଥିକ କ୍ଷେତ୍ରରେ ସାହାଯ୍ୟ ସହଯୋଗ କରିବେ । ବିଦ୍ୟାରେ ଉନ୍ନତି କରିବେ । ଲୋକସମ୍ପର୍କ, ସମାଜସେବା, ଧାର୍ମିକ ଅନୁଷ୍ଠାନରେ ଲାଭ ପାଇବେ । କର୍ମକ୍ଷେତ୍ରରେ ଚିନ୍ତା କରିଥିବା କାମ ଗୁଡିକ ଠିକ୍ ଭାବେ ସଂପୂର୍ଣ୍ଣ କରି ପାରିବେ । ବ୍ୟବସାୟରେ ପ୍ରଚୁର ଲାଭହେବ । ଦୀର୍ଘ ସମୟରୁ ପ୍ରତୀକ୍ଷା କରିଥିବା ଖବର ପାଇ ଖୁସି ହେବେ । ପୈତୃକ ସମ୍ପତ୍ତିକୁ ନେଇ ବାଦବିବାଦ ଲାଗି ରହିଥିଲେ ତାହାର ସମାଧାନ କରିପାରିବେ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ମିଥୁନ:-

ସରକାରୀ କାମରେ ସଫଳତା ମିଳିବ । ପାରିବାରିକ ମାମଲା ବହୁତ ସହଜ ସରଳହେବ । ବହୁତ ଦିନରୁ ଚିନ୍ତା କରୁଥିବା କାମ ଅଳ୍ପ ପ୍ରୟାସରେ ପୂର୍ଣ୍ଣ ହୋଇଯିବ । ରାଜନୀତିରେ ମିତ୍ରଙ୍କ ଦ୍ଵାରା ସହାୟତା ମିଳିବ ଓ ବିରୋଧୀମାନେ କିଛି କ୍ଷତି କରିପାରିବେ ନାହିଁ । ବିଦ୍ୟାଧ୍ୟୟନ କ୍ଷେତ୍ରରେ ସଫଳତା ମିଳିବ । ବୃତ୍ତିଗତ ଦୃଷ୍ଟିରୁ ସ୍ଵାଭିମାନ ସୁରକ୍ଷିତ ରହିବା ଫଳରେ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ । ରାଜନୀତିରେ କେତେକ କ୍ଷେତ୍ରରେ ସୁବିଧା ଓ ସମ୍ମାନ ପାଇବେ । ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ ।

କର୍କଟ:-

କୌଣସି ଗୁରୁତ୍ୱପୂର୍ଣ୍ଣ ନିସ୍ପତି ନେଲେ ଶତୃମାନେ ଦୂରେଇ ଯିବେ । ଅପେକ୍ଷା କରିଥିବା କାମର ଶୁଭସୂଚନା ମିଳିବ । ପଢାପଢିରେ ମାନସିକ ଶାନ୍ତି ମିଳିବ । ପାରିବାରିକ କ୍ଷେତ୍ରରେ କେତେକ କର୍ମରେ ସଫଳତା ପ୍ରାପ୍ତି ହେବ । ବାଦବିବାଦ, ମାଲିମୋକଦ୍ଦମା ଓ କୋର୍ଟ କଚେରୀ ମାମଲାରେ ବିଜୟୀ ହେବେ । ଗୃହରେ କଲ୍ୟାଣକର କର୍ମ ସମ୍ପାଦନ କରି ପ୍ରଶଂସିତ ହେବେ । ବ୍ୟାଙ୍କ, ବୀମା, ନିବେଶ ପରି ଆର୍ଥିକ ଗତିବିଧିରେ ସଫଳତା ପାଇବେ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।

ସିଂହ:-

ସମସ୍ତ ଫଇସଲା ଓ ନିର୍ଣ୍ଣୟ ବୁଦ୍ଧିମତାରେ ପରିପୂର୍ଣ୍ଣ ହେବ । ଗୁରୁଜନଙ୍କ ସେବା ଓ ସହମତିରେ ଆଗକୁ ବଢିପାରିବେ । କୌଣସି ରୋଚକ ବା ଜ୍ଞାନବର୍ଦ୍ଧକ ସାହିତ୍ୟ ପ୍ରତି ମନ ବଳାଇବେ । ଆଧ୍ୟାତ୍ମିକ ଓ ଧର୍ମ କାର୍ଯ୍ୟରେ ଲିପ୍ତ ରହିବେ । ରାଜନୀତି କ୍ଷେତ୍ରରେ ବରିଷ୍ଠ ବ୍ୟକ୍ତିଙ୍କର ପ୍ରୀତିଭାଜନ ସହ ସୁ ସମ୍ପର୍କ ଫଳରେ ପ୍ରଶଂସା ପାଇବେ । ତରବାରିଆ ହିସାବରେ କୌଣସି କାର୍ଯ୍ୟ ନକରି ସବୁଆଡକୁ ନଜର ଦେଇ କାମ କରିବା ଉଚିତ୍ । ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ ।

କନ୍ୟା:-

କର୍ମକ୍ଷେତ୍ରରେ ସହଯୋଗୀ ମାନଙ୍କ ଯୋଗୁ ଶାନ୍ତି ପାଇବେ । ବାଣିଜ୍ୟ କ୍ଷେତ୍ରରେ ପ୍ରତିଦ୍ଵନ୍ଦିତାରେ ଉନ୍ନତମାନର ଫଳ ପାଇବେ । ଅଭାବ ଅସୁବିଧା ଥାଇ ମଧ୍ୟ କୌଣସି କାମ ଅଟକିବ ନାହିଁ । ପରିବାର ହିତ ପାଇଁ ଅଧିକ ଖର୍ଚ୍ଚାନ୍ତ ହେବେ ଓ ପାରିବାରିକ ସ୍ଥିତି ସୁଧୁରି ଯିବ । କୋର୍ଟ କଚେରୀ ମାମଲାରେ ହାତେମାପି ଚାଖଣ୍ଡେ ଚାଲିବା ବିଧେୟ । ରାଜନୀତି କ୍ଷେତ୍ରରେ ସମୟ ଅନୁକୂଳ ହେଲେ ମଧ୍ୟ କାର୍ଯ୍ୟ ପୁରଣରେ ବାଧା ଆସିବ ଓ ବିଳମ୍ବ ହେବ । ପ୍ରତିକାର:- ଚାଉଳ କୁଆ ପାରାଙ୍କୁ ଖାଇବାକୁ ଦିଅନ୍ତୁ ।

ତୁଳା:-

ସ୍ୱାସ୍ଥ୍ୟ ଭଲ ରହିବ । କିଛି ନୂତନ କର୍ମ ଆରମ୍ଭ କରି ନିକଟ ସମ୍ପର୍କୀୟଙ୍କଠାରୁ ପ୍ରଶଂସିତ ହେବେ । ବିଦେଶ ଯାତ୍ରାରେ ଲାଭବାନ ହେବେ ଓ ଚିତ୍ତପ୍ରସନ୍ନ ଯୋଗେ କାର୍ଯ୍ୟ ସିଦ୍ଧି ହେବ । ରାଜକୀୟ ମାମଲାରେ ସମସ୍ୟା ଦୂରହୋଇ ଉଚ୍ଚ ଆଶାରେ ଆଗେଇବେ । ନୂଆଲକ୍ଷ ପୂରଣ କରିବା ପାଇଁ ସାହାଯ୍ୟ ସହଯୋଗ ମିଳିବ । ରାଜନୀତି ମାମଲାରେ ସଫଳତା ମିଳିବ । କୌଣସି ନୂତନ ବନ୍ଧୁ ବ୍ୟକ୍ତିଙ୍କ ସହିତ ଭେଟ ହେବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ବିଚ୍ଛା:-

ସମ୍ପତ୍ତି ସମ୍ବନ୍ଧିତ ଶୁଭ ସମାଚାର ଶୁଣିବାକୁ ମିଳିବ । ଚତୁରତା ହେତୁ ବିଗିଡିଥିବା କର୍ମଟିକୁ ସଜାଡି ପାରିବେ । ଶତୃ ଓ ବିରୋଧୀମାନେ ଆପଣଙ୍କ ସାମ୍ନା କରିପାରିବେ ନାହିଁ । ଧନର ଆଗମନ ହୋଇପାରେ । ସେୟାର ବଜାରରେ ପୁଞ୍ଜି ନିବେଶ କରିଲେ ବହୁତ ଧନ ପ୍ରାପ୍ତ ହେବ । ନୂତନ ବସ୍ତୁ କ୍ରୟ କରିପାରିବେ । ନିଜର କ୍ଷମତା ଓ ଯୋଗ୍ୟତାକୁ ବହୁତ ଉପଯୋଗ କରିବେ । କୌଣସି ନୂତନ କର୍ମ କରିବାକୁ ଚାହୁଁଥିଲେ ସେଥିରେ ବିଜୟଶ୍ରୀ ମିଳିବ । ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ ।

ଧନୁ:-

କାରବାର ଓ କାମକାର୍ଯ୍ୟ ସ୍ଥିତିରେ ସୁଧାର ଆସିବାରୁ ମନ ବହୁତ ଖୁସି ରହିବ । ବିଦ୍ୟାଧ୍ୟୟନ ସମ୍ବନ୍ଧିୟ ଶୁଭ ସମାଚାର ପ୍ରାପ୍ତ ହେବ । ରାଜନୀତି କ୍ଷେତ୍ରରେ ଶତୃମାନେ ଦୂରେଇ ଯିବା ଫଳରେ ଯଶ, ମାନସମ୍ମାନ ପ୍ରତିଷ୍ଠା ମିଳିବ । କମିଶନ କାର୍ଯ୍ୟରେ ଲାଭ ହେବାର ସମ୍ଭାବନା ଅଛି । ବଡପଣିଆ ଦେଖାଇଲେ ଭଲ ବଦଳରେ ମନ୍ଦଫଳ ଭୋଗିବାକୁ ପଡିବ । ତରବରିଆ ହିସାବରେ କୌଣସି କାର୍ଯ୍ୟ ନକରି ସବୁଆଡକୁ ନଜର ଦେଇ କାମ କରିବା ଉଚିତ୍ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ମକର:-

ବନ୍ଧୁମିତ୍ରମାନଙ୍କ ଦ୍ଵାରା ଲାଭ ମିଳିବ ଓ ପ୍ରିୟଜନମାନେ ଆଗକୁ ବଢିବାରେ ସାହାଯ୍ୟ କରିବେ । ରାଜନୀତି କ୍ଷେତ୍ରରେ ସାଧାରଣ ଲୋକମାନେ ଆପଣଙ୍କ ବାଣୀ ଓ ଯୋଗ୍ୟତାରେ ପ୍ରଭାବିତ ହେବେ ଏବଂ ଜନସମ୍ପର୍କ ସୁଦୃଢ ହେବ । ରାଜକୀୟ ମାମଲାରେ ସଫଳତା ମିଳିବ । ପାରିବାରିକ ସୁଖଶାନ୍ତି ବୃଦ୍ଧି ହେବ । ଚାକିରୀରେ ଚତୁରତାସହ ଗତିକରି କାମ ହାସଲ କରିବା ଦ୍ଵାରା ଅଫିସର୍ ଓ ସହକର୍ମୀମାନେ କାମର ପ୍ରଶଂସା କରିବେ । ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ ।

କୁମ୍ଭ:-

ସ୍ୱାସ୍ଥ୍ୟରେ ପରିବର୍ତ୍ତନ ହେତୁ ମନ ଓ ଚିତ୍ତ ପ୍ରସନ୍ନ ରହିବ । କୌଣସି ମହତ୍ଵପୂର୍ଣ୍ଣ ବ୍ୟକ୍ତିଙ୍କ ସହିତ ଭେଟ ହେବା ଫଳରେ ସଠିକ୍ ଚିନ୍ତା ଓ ସାହସ ଦ୍ଵାରା ହୋଇପାରୁ ନଥିବା କାମ ସଂପୂର୍ଣ୍ଣ କରି ପରିବେ । ନିଜ ଲୋକମାନେ ସାହାଯ୍ୟ କରିବା ଯୋଗେ ବ୍ୟବସାୟରେ ଉନ୍ନତି ହେବ । ଉତ୍ତରାଧିକାରୀ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି । ନୂଆ କାମ କିଛି ଆରମ୍ଭ କରିଲେ ଲାଭବାନ ହେବେ । କର୍ମକ୍ଷେତ୍ରରେ ଦାଇତ୍ଵ ବଢିବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ମୀନ:-

ସରକାରୀ କ୍ଷେତ୍ରରୁ ଧନର ଆଗମନ ଫଳରେ ବିରୋଧୀମାନେ ସାମ୍ନା କରିପାରିବେ ନାହିଁ । ସ୍ଵାସ୍ଥ୍ୟରେ ପରିବର୍ତ୍ତନ ହେବ । ପରିବାରରେ ଅପ୍ରୀତିକର ପରିସ୍ଥିତି ଦେଖାଦେଲେ ମଧ୍ୟ ବିଭିନ୍ନ ଦିଗରୁ ସାହାଯ୍ୟ ସହଯୋଗ ମିଳି ସମସ୍ତ କର୍ମ ସହଜରେ ହିଁ ସମ୍ପନ୍ନ ହେବ । ଆଧ୍ୟାତ୍ମିକ ଭାବଧାରରେ ଉଦବୁଦ୍ଧ ହୋଇ ସତସଙ୍ଗ ଓ ଧର୍ମଚର୍ଚ୍ଚା ଦିଗକୁ ମନ ବଳେଇ ପାରନ୍ତି । ପ୍ରତିଯୋଗୀତା ପରୀକ୍ଷା ମାଲିମୋକଦ୍ଦମାରେ ବିଜୟ ପ୍ରାପ୍ତ ହେବ । ଆର୍ଥିକ ଲାଭ ହେବାର ସମ୍ଭାବନା ଅଛି । ପ୍ରତିକାର:- ଷଣ୍ଢକୁ କିଛି ଖାଇବାକୁ ଦିଅନ୍ତୁ ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 943700674


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!