ଦୈନିକ ରାଶିଫଳ: 12 ଏପ୍ରିଲ 2022, ମା ମଙ୍ଗଳାଙ୍କ କୃପାରୁ ଏହି 5ଟି ରାଶିଙ୍କୁ ମିଳିବ ଆକସ୍ମିକ ଧନ

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୨ ମସିହା, ଏପ୍ରିଲ ମାସ ୧୨ତାରିଖ, ମଙ୍ଗଳବାର, ମୀନ ମାସ ୨୯ ଦିନ, ଚୈତ୍ରମାସ, ଶୁକ୍ଳପକ୍ଷ, ଏକାଦଶୀ ତିଥି, ଅଶ୍ଳେଷା ନକ୍ଷତ୍ର, କର୍କଟ ରାଶିରେ ଚନ୍ଦ୍ର । ଦିବା ୮ଟା ୩୩ମିନିଟ୍ ପରେ ମଘା ନକ୍ଷତ୍ର, ସିଂହ ରାଶିରେ ଚନ୍ଦ୍ର । ଶୂଳ ଯୋଗ ଦିବା ୧୨ଟା ୦୨ମିନିଟ୍ ପରେ ଗଣ୍ଡ ଯୋଗ । ବଣିଜ କରଣ ଦିବା ୪ଟା ୫୨ ମିନିଟ୍ ପରେ ବିଷ୍ଟି କରଣ । ମକର ରାଶିର ଘାତବାର । ଦିବା ୦୮ଟା ୩୩ ମିନିଟ୍ ପରେ କର୍କଟ ଓ ମକର ରାଶିର ଘାତଚନ୍ଦ୍ର । ଶିମ୍ବ, ଆମିଷ ନ ଖାଇଲେ ଭଲ । ଯୋଗିନୀ- ଆଗ୍ନେୟେ ନିଶାନ୍ତ ୦୫ ଟା ୦୨ ମିନିଟ୍ ପରେ ନୈଋତେ ଯାତ୍ରା ନିଷେଧ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ଶ୍ରାଦ୍ଧତର୍ପଣ- ଏକାଦଶୀର ଏକୋଦ୍ଧିଷ୍ଟ ଓ ପାର୍ବଣ ଶ୍ରାଦ୍ଧ । ଅଶୁଭସମୟ- ପ୍ରାତଃ ୭ଟା ୮ମିନିଟ୍ ରୁ ୮ଟା ୪୧ମିନିଟ୍, ଦିବା ୧ଟା ୨୧ମିନିଟ୍ ରୁ ଦିବା ୨ଟା ୫୪ମିନିଟ୍, ସନ୍ଧ୍ୟା ୭ଟା ୨୭ମିନିଟ୍ ରୁ ରାତ୍ରି ୮ଟା ୫୪ମିନିଟ୍ । ଶୁଭସମୟ- ଦିବା ୮ଟା ୪୨ମିନିଟ୍ ରୁ ଦିବା ୧୦ଟା ୩୩ମିନିଟ୍, ଦିବା ୧ଟା ୨ମିନିଟ୍ ରୁ ୧ଟା ୨୧ମିନିଟ୍, ଦିବା ୪ଟା ୨୭ମିନିଟ୍ ରୁ ଦିବା ୫ଟା ୧୧ମିନିଟ୍, ସନ୍ଧ୍ୟା ୬ଟା ରୁ ୬ଟା ୪୭ମିନିଟ୍, ରାତ୍ର ୯ଟା ୫ମିନିଟ୍ ରୁ ରାତ୍ର ୧୧ଟା ୨୪ମିନିଟ୍, ରାତ୍ର ୧ଟା ୪୩ମିନିଟ୍ ରୁ ୩ଟା ୧୬ମିନିଟ୍ । ପର୍ବଦିନ- ସ୍ମାର୍ତ୍ତ କାମଦା ଏକାଦଶୀ, ଚୈତ୍ର ମଙ୍ଗଳବାର ଓଷା ଚତୁର୍ଥ ପାଳି ।

ମେଷ:- ସରକାରୀ କାମରେ ସଫଳତା ମିଳିବ । ବିଚାର ବିଭାଗ ରାୟ ସପକ୍ଷରେ ଯିବ । ଅଫିସରେ କରିଥିବା କାମର ଶୁଭ ସୂଚନା ଶୁଣିବାକୁ ପାଇବେ । ଜୀବନରେ ନୂଆଲକ୍ଷ ପୂରଣ କରିବା ପାଇଁ ସାହାଯ୍ୟ ସହଯୋଗ ମିଳିବ । ସମସ୍ତ ଫଇସଲା ଓ ନିର୍ଣ୍ଣୟ ବୁଦ୍ଧିମତାରେ ପରିପୂର୍ଣ୍ଣ ହେବ । ସରକାରୀ କର୍ମକ୍ଷେତ୍ରରେ ଯଶ, ମାନସମ୍ମାନ ପ୍ରତିଷ୍ଠା ମିଳିବ । ନିବେଶ କରିଲେ ଲକ୍ଷ୍ମୀଙ୍କ କୃପା ଫଳରେ ଧନ ପ୍ରାପ୍ତ ହେବ । ପ୍ରତିକାର-ଲାଲଚନ୍ଦନ ବା ସିନ୍ଦୁର ଟିକେ ମସ୍ତକରେ ଲଗେଇ ଦିଅନ୍ତୁ ।

ବୃଷ:-ଅଟକି ଯାଇଥିବା ଧନ, ଉଧାର ଦେଇଥିବା ଟଙ୍କା, ଋଣ କରିଥିବା ଅର୍ଥ ସହଜରେ ହସ୍ତଗତ ହେବ । ବ୍ୟବସାୟରେ କମ୍ ପରିଶ୍ରମରେ ଆଶାଜନକ ଲାଭପ୍ରାପ୍ତି ହେବ । କର୍ମଚାରୀମାନେ କର୍ମ କ୍ଷେତ୍ରରେ ପ୍ରଶଂସିତ ହେବେ । ବାଦବିବାଦ, ପରୀକ୍ଷା, ପ୍ରତିଯୋଗୀତା, ମାଲିମୋକଦ୍ଦମା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ରାଜନୀତିରେ ପ୍ରଶଂସିତ ହେବେ । ଆପଣା ଲୋକଙ୍କ ମଧ୍ୟରୁ କେହି କ୍ଷୟକ୍ଷତି ଘଟାଇବାର ଉଦ୍ୟମ କରି ପାରନ୍ତି । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ମିଥୁନ:-କଳେବଳେ କୌଶଳରେ ସମସ୍ତ ପ୍ରକାର ଅଭିଳାଷ ପୂରଣ ହେବ । ଶାରୀରିକ ଓ ମାନସିକ ସ୍ଥିରତା ଦେଖାଦେବ । ସନ୍ତାନ ସୁଖ ମିଳିବ । ପ୍ରତିକୂଳ ପରିସ୍ଥିତି ଦୂରେଇଯିବ ଓ ନିଜ ଚେଷ୍ଟାରେ କାର୍ଯ୍ୟରେ ସଫଳତା ମିଳିବ । ସାକ୍ଷାତକାର ପାଇଁ ଦୂରଯାତ୍ରା କରିବେ । ମାଲିମୋକଦ୍ଦମା ଓ ସାକ୍ଷାତକାରରେ ସଫଳ ହେବେ । କର୍ମକ୍ଷେତ୍ରରେ ସହକର୍ମୀ ଓ ଉପରିସ୍ଥ କର୍ମଚାରୀଙ୍କ ଠାରୁ ପ୍ରଶଂସିତ ହେବେ । ପାରିବାରିକ କ୍ଷେତ୍ରରେ ଶାନ୍ତି ବିରାଜମାନ କରିବ । ପ୍ରତିକାର-ସବୁଜ ରଙ୍ଗର ରୁମାଲ ଟିଏ ପାଖରେ ରଖନ୍ତୁ ।

କର୍କଟ:-କର୍ମକ୍ଷେତ୍ରରେ ଉନ୍ନତି କରିପାରିବେ । ନ୍ୟାୟମାର୍ଗ ଓ ମିଷ୍ଟ ବଚନ ଯୋଗେ କେତେକ କ୍ଷେତ୍ରରେ ପ୍ରଶଂସିତ ହେବେ । ପରିବାରରେ ଆଦରପାଇ ସୁଖଭୋଗ କରିବେ । ବ୍ୟବସାୟରେ ସଫଳତା ଅର୍ଜନ କରିବେ । ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ଆତ୍ମବିଶ୍ଵାସ ବୃଦ୍ଧି ପାଇବ । କିଛି କାରଣ ନଥାଇ ବଦନାମ୍ ବା ମିଛ କେଶ୍ ରେ ଫଶିଯିବେ । ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ସିଂହ:-ମାଲିମୋକଦ୍ଦମାରେ ଜୟ, ରାଜନୀତିରେ ପୂର୍ଣ୍ଣ ସଫଳତା ପ୍ରାପ୍ତି, ବ୍ୟୟ ଅପେକ୍ଷା ଆୟ ଅଧିକ, ନୂତନ ସଂସ୍ଥାର ଆୟୋଜନ କରିବେ । ନୂତନ ଲୋକଙ୍କସହ ବନ୍ଧୁତ୍ୱ ସ୍ଥାପନ କରିବେ । ନୂଆ ନିଯୁକ୍ତି ଯୋଗ ଅଛି । କର୍ମ କ୍ଷେତ୍ରରେ ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ । ବ୍ୟବସାୟୀମାନେ ନୂତନ ବାଣିଜ୍ୟର ପରିକଳ୍ପନା କରିବେ । ଅନେକ କାର୍ଯ୍ୟ ନିଜେ ସମାଧାନ କରିବାକୁ ସାହସ ବାନ୍ଧିବେ । ସୁଖ ସମୃଦ୍ଧି ବୃଦ୍ଧି ଓ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ପ୍ରତିକାର- ବେଲକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ ।

କନ୍ୟା:-ସାମ୍ବାଦିକତାରୁ ଲାଭ ଓ ଶୁଭ ସମାଚାର ମିଳିବ । ଉତ୍ତରଦାୟିତ୍ୱ ବଢ଼ିବା ସହ ମନୋକାମନା ପୂରଣ ହୋଇ ଲାଭର ମାର୍ଗ ପ୍ରଶସ୍ଥ ହେବ । ସାମାଜିକ କାର୍ଯ୍ୟରେ ସଫଳ ସିଦ୍ଧହେବେ । ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ଆଶା ପୂରଣ ହେବ । ପରିବାରରେ ଅପ୍ରିତିକର ପରିସ୍ଥିତିକୁ କୌଶଳକ୍ରମେ ସମାଧାନ କରିବେ । ସନ୍ତାନଙ୍କ ପାଇଁ ଶୁଭସମ୍ବାଦ ପାଇବେ । ଶତୃଙ୍କଠାରୁ ଦୂରେଇ ରହିବା ଉଚିତ୍ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ତୁଳା:-ନୂତନ କର୍ମନିଯୁକ୍ତି, ନୂତନ ବ୍ୟବସାୟଆରମ୍ଭ, ଯାନ, ବାହନ, ଜାଗା, ଜମି, ଗୃହପୋକରଣ ଆଦି କ୍ରୟ କରିବା ପାଇଁ ଯୋଗାଯୋଗ କରିବେ । ଛାତ୍ରଛାତ୍ରୀ ମାନଙ୍କର ପରୀକ୍ଷା ଓ ସାକ୍ଷାତ କାରରେ ସଫଳତା ମିଳିବ । ବ୍ୟବସାୟ କ୍ଷେତ୍ରରେ ନୂଆ ଯୋଜନା ଉପରେ କାର୍ଯ୍ୟ କରିବେ । ଅଟକିଥିବା ଧନ ମିଳିଯିବ । ରାଜନୀତି କ୍ଷେତ୍ରରେ ଅପ୍ରିତିକର ପରିସ୍ଥିତିକୁ ସମାଧାନ କରି ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ । ପ୍ରତିକାର- ଧଳାବସ୍ତ୍ର ପରିଧାନ କରନ୍ତୁ । ନତୁବା ଧଳା ରୁମାଲ ଟିଏ ପାଖରେ ରଖନ୍ତୁ ।

ବିଚ୍ଛା:-ଶାରିରୀକ ଅସୁସ୍ଥତା ଦୂରହେବ । ନୂତନକର୍ମ ନିଯୁକ୍ତିର ସୁଯୋଗ ପାଇବେ । ସହକର୍ମୀ ମାନଙ୍କ ସହ ଶତ୍ରୁତା ମେଣ୍ଟିଯାଇ କର୍ମ କ୍ଷେତ୍ରରେ ପ୍ରଶଂସିତ ହେବେ । ସମାଜ ସେବାରେ ସ୍ଵନାମ ଅର୍ଜନ କରି ପାରିବେ । ବ୍ୟବସାୟୀକ କ୍ଷେତ୍ରରେ ଉନ୍ନତି ହେବ । ଅନେକ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି । ରୋଜଗାର ସମସ୍ୟା ସୁଧୁରି ଯାଇ ଧନ ଲାଭ ହେବାରୁ ମନ ଖୁସି ରହିବ । ପଡିରହି୍ଥିବା କାର୍ଯ୍ୟକୁ ପୂର୍ଣ୍ଣକରିବାର ଦୃଢ଼ତା ଆସିବ । ପ୍ରତିକାର-ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ ।

ଧନୁ:-କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତି ହେବ । ପରିବାରରେ ନିଜର ଲୋକମାନେ ସାହାଯ୍ୟ ସହଯୋଗର ହାତ ବଢେଇବେ ଓ ବନ୍ଧୁ ମିତ୍ରଙ୍କ ଠାରୁ ସାହାଯ୍ୟ ସହଯୋଗ ମିଳିବ । ଛାତ୍ରଛାତ୍ରୀ ମାନଙ୍କର ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ ଓ ପରୀକ୍ଷା ପରିଣାମ ଅନୁକୂଳ ହେବ । ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ । ପ୍ରେମକ୍ଷେତ୍ରରେ ନୂଆଲକ୍ଷ ପୂରଣ କରିବା ପାଇଁ ସାହାଯ୍ୟ ସହଯୋଗ ମିଳିବ । ପ୍ରତିକାର- ହଳଦୀରଙ୍ଗର ବସ୍ତ୍ର ପରିଧାନ କରନ୍ତୁ । ନତୁବା ହଳଦୀରଙ୍ଗର ରୁମାଲ ଟିଏ ପାଖରେ ରଖନ୍ତୁ ।

ମକର:-ବିଦ୍ୟାଧ୍ୟୟନ ସମ୍ବନ୍ଧୀୟ ଶୁଭ ସମାଚାର ମିଳିବ । ଗୁରୁ ଗୁରୁଜନ ଆପଣଙ୍କ ବୁଦ୍ଧିକୁ ପ୍ରଶଂସା କରିବେ । ଭାଇ ବନ୍ଧୁ ମାନଙ୍କ ଠାରୁ ଲାଭ ମିଳିବ । ପରିବାରରେ ଅପ୍ରୀତିକର ପରିସ୍ଥିତି ଦେଖାଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ । ସତର୍କତା ଅବଲମ୍ବନ ନକଲେ କୌଣସି ଭୁଲ୍ କାମରେ ଫଶିଯିବେ । ଅନ୍ୟର ଉପକାର କରି ନିଜେ କ୍ଷତିରେ ପଡିବେ । ଏକୁଟିଆ ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

କୁମ୍ଭ:-ଶତୃମାନେ ପରାଜିତ ହେବେ । ପାରିବାରିକସ୍ତର ହସ ଖୁସିରେ କଟିବ ଓ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ନିଜର କାମକୁ ପଛରେ ପକାଇ ଅନ୍ୟଦ୍ଵାରା ପ୍ରଭାବିତ ହୋଇ କୌଣସି ଶୁଭ କାମ କରିବେ । ଅଫିସରେ କରିଥିବା କାମର ଶୁଭ ସୂଚନା ଶୁଣିବାକୁ ପାଇବେ । ମାନସିକ ଶାନ୍ତି ମିଳିବ ଓ ଋଣଭାର ଲାଘବ ହେବ । ସ୍ୱାସ୍ଥ୍ୟ ଭଲ ରହିବ । ସମ୍ମାନର ସହ ଦିନଚର୍ଯ୍ୟା ସମ୍ପାଦନ କରିବେ । ପ୍ରତିକାର- ନୀଳବସ୍ତ୍ର ପରିଧାନ କରନ୍ତୁ । ନତୁବା ନୀଳ ରୁମାଲ ଟିଏ ପାଖରେ ରଖନ୍ତୁ ।

ମୀନ:-ବ୍ୟବସାୟ ପାଇଁ ନିକଟ ସ୍ଥାନରେ ଭ୍ରମଣ କରିବା ଫଳରେ ବିଶେଷ ଲାଭାନ୍ଵିତ ହେବେ । କର୍ମକ୍ଷେତ୍ରରେ ଚିନ୍ତା କରିଥିବା କାମ ଗୁଡିକ ସହଜ ସରଳରେ ପୂରଣହେବ । ବିଭିନ୍ନ ବିଭାଗୀୟ ପରୀକ୍ଷା ଦେବାର ସୁଯୋଗ ପାଇବେ ଓ ପ୍ରତିଯୋଗିତାରେ ବିଜୟୀ ହେବେ । ମିତ୍ରଙ୍କ ଠାରୁ ବହୁତ ସାହାଯ୍ୟ ସହଯୋଗ ପାଇବା ସହ ପରିବାରରେ ସୁଖଶାନ୍ତି ଯୋଗେ ସମସ୍ତ ଚିନ୍ତା ଦୂର ହେବ । ପୁରାତନ ରୋଗର ଉପସମ ହୋଇ ସ୍ୱାସ୍ଥ୍ୟ ଭଲ ରହିବ । ପ୍ରତିକାର- ହଳଦୀଚନ୍ଦନ ମୁଣ୍ଡରେ ଲଗାନ୍ତୁ ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!