ଦୈନିକ ରାଶିଫଳ: 12 ଏପ୍ରିଲ 2023, ବୁଧବାର, ଶ୍ରୀ ଗଣେଶଙ୍କ କୃପା ରହିବ ଏହି 3ଟି ରାଶି ଉପରେ, ମିଳିବ ଆର୍ଥିକ ସଙ୍କଟରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ବ୍ୟବସାୟ କ୍ଷେତ୍ରରେ ଯେତେ ଅଧିକ ପରିଶ୍ରମ କରିବେ ସେତେ ଅଧିକ ଲାଭ ହେବ । ପାରିବାରିକ କ୍ଷେତ୍ରରେ ବାଦବିବାଦ ମେଣ୍ଟି ଯିବା ଫଳରେ ଆତ୍ମ ସନ୍ତୋଷ ଆଣିଦେବ । ସରକାରୀ ଚାପ ପଡିଲେ ମଧ୍ୟ କର୍ମକ୍ଷେତ୍ରରେ ଉନ୍ନତି ଓ ଅଗ୍ରଗତିର ସୁଯୋଗ ପାଇବେ । ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ । ଆୟ ଅପେକ୍ଷା ବ୍ୟୟ ବୃଦ୍ଧିପାଇବ । ଆର୍ଥୀକ ଉନ୍ନତିରେ ବାଧା ଓ ଶାରିରୀକ ଅସୁସ୍ଥତା ଦେଖାଦେଇ ପାରେ । ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ଅଧ୍ୟାପନା ମାମଲାରେ ଆଗକୁ ଗତି କରିବେ । ଭାଇ ଓ ଭଉଣୀ ମାନଙ୍କ ସହ ମନୋ ମାଳିନ୍ୟ ଦୂର ହେବ । ସନ୍ତାନଙ୍କ ସମ୍ବନ୍ଧିତ କୌଣସି ମହତ୍ଵପୂର୍ଣ୍ଣ କାମ ହୋଇ ପାରେ । ଭ୍ରମଣ, ରାଜନୀତି, ପ୍ରକାଶନ, ସଂଗଠନ, ଅନୁସନ୍ଧାନ କାର୍ଯ୍ୟରେ ଲାଭ ପାଇବେ । ନୂତନ କାର୍ଯ୍ୟାରମ୍ଭ କଲେ ଭୂଲରେ ଅଧିକ ଖର୍ଚ୍ଚାନ୍ତ ହୋଇ କାର୍ଯ୍ୟପୂରଣ କରି ପାରିବେ ନାହିଁ । କର୍ମକ୍ଷେତ୍ରରେ ଅଶାନ୍ତି ଉପୁଜିବ । ଶତୃମାନେ ମୁଣ୍ଡ ଟେକିବେ । ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

ମିଥୁନ:-ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନରେ ବୃଦ୍ଧି ହେବ । କଚେରି ମାମଲାର ଶୁଣାଣି ହେବ, ଯାହାକି ଆପଣଙ୍କ ସପକ୍ଷରେ ଯାଇପାରେ । ଆୟ ଉପାର୍ଜନ କ୍ଷେତ୍ରପ୍ରତି ସଙ୍କଟ ସୃଷ୍ଟି ହେବ ନାହିଁ । କୌଣସି ନୂତନ ବ୍ୟକ୍ତିଙ୍କ ସହିତ ଭେଟ ହେବାଫଳରେ ସୁଖ ସମୃଦ୍ଧି ବୃଦ୍ଧି ହେବ । ପାରିବାରିକ କ୍ଷେତ୍ରରେ ଧୈର୍ଯ୍ୟ ଓ ସହନ ଶୀଳତା କାଏମ ରହିବ । ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହୋଇ ଭଲ ରହିବ । ସରକାରୀ କାର୍ଯ୍ୟରେ ସଫଳତା ମିଳିବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

କର୍କଟ:-ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ସଫଳ ହେବେ । ଶତୃମାନେ ସତଚେଷ୍ଟା କଲେ ମଧ୍ୟ କୌଣସି କ୍ଷତି କରିପାରିବେ ନାହିଁ । ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ସୁଖ ସମୃଦ୍ଧି ବୃଦ୍ଧି ହେବା ସହ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ । ଜଣେ ଅଜଣା ବ୍ୟକ୍ତିଙ୍କ ହେତୁ କିଛି ସମସ୍ୟା ସୃଷ୍ଟି ହେବ । ଦୂରଯାତ୍ରା କଲେ ହଇରାଣ ହରକତ ହେବାକୁ ପଡିପାରେ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ସିଂହ:-କମିଶନ କାର୍ଯ୍ୟରେ ଲାଭ ହେବାର ସମ୍ଭାବନା ଅଛି । ସରକାରୀ କ୍ଷେତ୍ରରେ ସଫଳତା ମିଳିବ । ବକେୟା ଅର୍ଥ କିଛି ମିଳିବ । ଦାମ୍ପତ୍ୟ କଳହର ଅବସାନ ଘଟିବ । ଅବିବାହିତ ଯୁବକ ଯୁବତୀ ମାନଙ୍କର ବିବାହ ଧାର୍ଯ୍ୟ ହେବ । ସମ୍ପତ୍ତି ସମ୍ବନ୍ଧୀୟ ମାମଲାରେ ଲଢିପାରନ୍ତି । ଆୟ ଉପାର୍ଜନ କ୍ଷେତ୍ରପ୍ରତି ସଙ୍କଟ ସୃଷ୍ଟି ହେବ ନାହିଁ । ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନ ବୃଦ୍ଧି ହେବ । ମାଲିମୋକଦ୍ଦମା, ପରୀକ୍ଷା, ପ୍ରତିଯୋଗିତାରେ ସଫଳତା ମିଳିବ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

କନ୍ୟା:-ପରିବାର ଜନଙ୍କ ଉନ୍ନତିରେ ଆନନ୍ଦିତ ହେବେ । ରାଜନୀତିରେ ସଫଳତା ମିଳିବ । ପ୍ରେମିକ ପ୍ରେମିକା ମାନେ ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ଆନନ୍ଦ ଅନୁଭବ କରିବେ । ନୂତନ କର୍ମ ନିଯୁକ୍ତିର ସୁଯୋଗ ପାଇବେ । ଉଚ୍ଚଶିକ୍ଷା କ୍ଷେତ୍ରରେ ସଫଳ ହେବେ । ଅବିବାହିତ ଯୁବକ ଯୁବତୀ ମାନଙ୍କର ବିବାହ ଧାର୍ଯ୍ୟ ହେବ । ନୂତନ ଦ୍ରବ୍ୟ କ୍ରୟ କରିବେ । ନିଜର ଇଛା ପୂରଣ ପାଇଁ କୌଣସି କର୍ମକରି ପ୍ରଶଂସା ପାଇବେ । ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ ।

ତୁଳା:-ବନ୍ଧୁମିତ୍ରଙ୍କ ସହିତ ସମୟ ବିତେଇବେ । ପାରିବାରିକ ସମସ୍ୟା ନିଜର ବୁଦ୍ଧି, ବିବେକ ଖଟାଇ ସମାଧାନ କରିପାରିବେ । ବାଦବିବାଦ, ମାଲିମକଦ୍ଦମାରେ ବିଜୟୀ ହେବେ । ବ୍ୟବସାୟରେ ଆଶାତୀତ ଲାଭକରି କିଛି ନୂତନ ପଦାର୍ଥ ସଂଗ୍ରହ କରି ପାରନ୍ତି । ପ୍ରତେକ କ୍ଷେତ୍ରରେ ବିନୟପୂର୍ଣ୍ଣ କଥା କହି ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ । ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍ । ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

ବିଚ୍ଛା:-ସନ୍ତାନ ସମ୍ବନ୍ଧୀୟ ଶୁଭ ସମାଚାର ମିଳିପାରେ । କର୍ମକ୍ଷେତ୍ରରେ ମିତ୍ରଙ୍କ ଠାରୁ ବହୁତ ସାହାଯ୍ୟ ସହଯୋଗ ମିଳିବ । କୌଣସି ମହତ୍ତ୍ଵପୂର୍ଣ୍ଣ ବ୍ୟକ୍ତିଙ୍କ ସହିତ ଭେଟ ହେବ । ବିଦ୍ୟାଧ୍ୟୟନ ସମ୍ବନ୍ଧିୟ ଶୁଭ ସମାଚାର ପ୍ରାପ୍ତ ହେବ । କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ । ଦାମ୍ପତ୍ୟ ଓ ପାରିବାରିକ ସ୍ତରରେ ଶାନ୍ତି ଶୃଙ୍ଖଳା ବଜାୟ ରହିବ । ଶତୃପକ୍ଷ ଦୁର୍ବଳ ହୋଇ ଗୋଡ ଟାଣିବାର ପ୍ରଚେଷ୍ଠା ଆରମ୍ଭ କରିପାରନ୍ତି । ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ ।

ଧନୁ:-ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବା ସହ ମାନସିକ ଶାନ୍ତି ମିଳିବ । ଯଦି କୌଣସି ନୂତନ ଯୋଜନାର କ୍ରିୟାନ୍ୱିତ କରିବାକୁ ଚାହୁଁଥାନ୍ତି, ତା’ ହେଲେ ଆଗେଇ ନବା ଉଚିତ୍ । ଆର୍ଥିକ ଉନ୍ନତି ଫଳରେ ଚିନ୍ତା କରିଥିବା କାର୍ଯ୍ୟ ଠିକ୍ ସମୟରେ ପୂରଣ ହୋଇ ପାରିବ । ନୂତନ ବ୍ୟବସାୟ ଆରମ୍ଭ କଲେ ଲାଭବାନ ହେବେ । ପ୍ରେମିକ ପ୍ରେମିକା ମାନେ ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ଆନନ୍ଦ ଅନୁଭବ କରିବେ । ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ ।

ମକର:-ବ୍ୟବସାୟୀ ମାନେ ସ୍ଥଳ ବିଶେଷରେ ବିନା ପରିଶ୍ରମରେ ଅଧିକ ଲାଭବାନ ହେବେ । ଧନ ସମ୍ବନ୍ଧୀୟ ମାମଲାରେ ବିବେକ ଦ୍ଵାରା ବିଚାର କଲେ ଲାଭ ମିଳିବ । ଦୂରଯାତ୍ରାର ସୁଯୋଗ ପାଇ ସଫଳତା ମିଳିବ । ରାଜନୀତି କ୍ଷେତ୍ରରେ ସମ୍ମାନ ଓ ପ୍ରତିଷ୍ଠା ପାଇ ଅସ୍ଥିରତା ସମ୍ପୂର୍ଣ୍ଣ ଦୂର ହେବ । ଛାତ୍ରଛାତ୍ରୀ ମାନେ ଅଧ୍ୟୟନ କ୍ଷେତ୍ରରେ ସୁନାମ ଅର୍ଜନ କରିବେ । ଭାଗୀଦାର ବା ମିତ୍ରଙ୍କ ସହିତ ଲାଗିଥିବା ବିବାଦ ଦୂର ହେବ । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।

କୁମ୍ଭ:-ସାମାଜିକ ପତିଆରା ଅମଳିନ ରହିବ ଓ ଟଙ୍କ । ପଇସା ପ୍ରତି ଅତ୍ୟନ୍ତ ସତର୍କ ରହିବାକୁ ପଡିବ । ନିଜର ଯୋଜନା ମୁତାବକ କାମକଲେ କୌଣସି ପ୍ରକାର ଅସୁବିଧା ହେବନାହିଁ । ଶିକ୍ଷାକ୍ଷେତ୍ରରେ ଉଚ୍ଚଶ୍ରେଣୀ ପାଇବେ ଓ ନୂତନ ବନ୍ଧୁମିଳନ ହେତୁ ମନଖୁସୀ ରହିବ । ବିଭିନ୍ନ ପ୍ରକାର ସମସ୍ୟା ମଧ୍ୟରେ ଗତି କଲେ ମଧ୍ୟ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢେଇବ । ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ମୀନ:-ଶତୃମାନେ ଦୂରେଇ ଯିବେ । ମନରେଥିବା କାମନା ପୂର୍ଣ୍ଣ ହେବ । ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର କରିବାର ସୁଯୋଗ ପାଇ ଖୁସି ହେବେ । ଦୂରଯାତ୍ରାରେ ସଫଳତା ପ୍ରାପ୍ତି ହେବା ସହ ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ । ବନ୍ଧୁ ମିତ୍ରଙ୍କର ସହଯୋଗରେ ନୂତନ କାର୍ଯ୍ୟଆରମ୍ଭ କରି ପାରିବେ । ବିଗିଡି ଯାଇଥିବା କାର୍ଯ୍ୟ ବା ଅଟକିଥିବା କାର୍ଯ୍ୟ ସହଜ ସରଳରେ ସମ୍ପନ୍ନ ହେବ । ପ୍ରତିକାର- ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!