ସାପ୍ତାହିକ ରାଶିଫଳ: ଅପ୍ରେଲ ୧୨ ରୁ ଅପ୍ରେଲ ୧୮ ତାରିଖ , ଏହି ସପ୍ତାହଟି ଏହି ସବୁ ରାଶି ବ୍ୟକ୍ତିଙ୍କୁ ମିଳିବ କିଛି ଖୁସି ଖବର

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:- ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ । ସମସ୍ୟା ସମାଧାନ ପାଇଁ ବନ୍ଧୁଙ୍କ ସାହାଯ୍ୟ ନେଇ ଆଲୋଚନା କ୍ଷେତ୍ରରେ ସୁଫଳ ପାଇବେ । ପାରିବାରିକ କ୍ଷେତ୍ରକୁ ସରସ ସୁନ୍ଦର କରିବାର ପ୍ରଯତ୍ନ କରିବେ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ । କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ । ବାଦବିବାଦ, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସୁଫଳ ପାଇବେ । ବ୍ୟବସାୟରେ ଉଧାର ଦେଇ ଫେରି ପାଇବା ସହଜ ହେବ । ଋଣ ପରିଶୋଧ କରିବାର ସୁଯୋଗ ପାଇବେ । ରାଜନୀତି କ୍ଷେତ୍ରରେ ସଫଳତା ଓ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ । ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ । ଉଚିତ୍ ପରାମର୍ଶ ପାଇ ହରେଇଥିବା ଦ୍ରବ୍ୟ ଫେରି ପାଇବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:- ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ । କୌଣସି ବିବାଦୀୟ ଘଟଣାରେ ନୀରବତା ଅବଲମ୍ବନ କଲେ କ୍ଷତିରେ ପଡିବେ । ଯାହାର ବେଶି ଉପକାର କରିବେ ତାହାଦ୍ୱାରା ବେଶି ଆଘାତ ପାଇବେ । ବ୍ୟବସାୟ କ୍ଷେତ୍ରରେ ସମସ୍ୟା ଦେଖାଦେଲେ ମଧ୍ୟ ସଫଳତା ହାସଲ କରି ଅଶାତୀତ ଲାଭବାନ୍ ହେବେ । ଦୂରେଇ ଯାଇଥିବା ବନ୍ଧୁମାନେ ପୁଣି ନିକଟବର୍ତ୍ତୀ ହେବେ । ସୁଖ ସମୃଦ୍ଧି ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ । ଆର୍ଥିକ ସ୍ଥିତି ସୁଦୃଢ଼ ହେବା ଯୋଗୁ ଋଣ ପରିଶୋଧ କରିବାର ସୁଯୋଗ ପାଇବେ । ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ବୃଦ୍ଧି ହେବ । କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ଆନନ୍ଦିତ ହେବେ । ବାଦବିବାଦ, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ ଜୟଯୁକ୍ତ ହେବେ । ବନ୍ଧୁ ମିତ୍ରଙ୍କର ସହଯୋଗ ପାଇବେ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ ।

ମିଥୁନ:- ଶତୃମାନେ ପରାଜିତ ହେବେ । ସେୟାର ମାର୍କେଟ, ଲଟେରୀ, ଜୁଆ ଆଦିରେ ଅର୍ଥ ଖଟେଇଲେ ବିଶେଷ ଲାଭବାନ୍ ହେବେ । ଧନଲାଭ ହେବାଦ୍ୱାରା ସମସ୍ତକାର୍ଯ୍ୟ ପୂର୍ଣ୍ଣ ହେବ । ଶୁଭ ସମାଚାର ମିଳିବ ଓ ନିଜଲୋକ ସାହାଯ୍ୟ କରିବେ । କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷାରେ କୃତକାର୍ଯ୍ୟ ହେବେ । ବିରୋଧିମାନେ ଦୂରେଇ ଯିବେ । ପ୍ରାୟକାର୍ଯ୍ୟ ପୂରଣ ହେବ । ଦୂରଯାତ୍ରାରେ ସଫଳତା ଓ ଲାଭପାଇବେ । ପ୍ରିୟଜନଙ୍କ ସହ ମିଳନ ହେବ । ଅଟକିଥିବା କାର୍ଯ୍ୟ ଚାଲୁ ହେବ । ଉତ୍ତରଦାୟିତ୍ୱ ବଢ଼ିବ । ବିଦ୍ୟାରେ ଉନ୍ନତିହେବ । ଆଶାଜନକ ଫଳ ପ୍ରାପ୍ତିହେବ । ବ୍ୟବସାୟିକ କ୍ଷେତ୍ରରେ ଉନ୍ନତିହେବ । ପ୍ରଶାସନିକ ସ୍ତରରେ ପରିଚାଳନା ଦାୟିତ୍ୱ ବୃଦ୍ଧି ପାଇବ । ଧାତୁ ବା ଅଳଙ୍କାରାଦି କ୍ରୟ କରିବେ । ମନୋବିଜ୍ଞାନ ସମ୍ବନ୍ଧରେ ବିଶେଷ ରୁଚି ରହିବ । ମନୋକାମନା ପୂରଣ ହୋଇ ଲାଭର ମାର୍ଗ ପ୍ରଶସ୍ଥ ହେବ । ପ୍ରତିକାର- କୁକୁରକୁ ଖାଇବାକୁ ଦିଅନ୍ତୁ ।

କର୍କଟ:- ସାମ୍ବାଦିକତାରୁ ଲାଭ ଓ ଶୁଭ ସମାଚାର ମିଳିବ । ପରୀକ୍ଷା ଓ ସାକ୍ଷାତ କାରରେ ସଫଳତା ମିଳିବ । ସାମାଜିକ କାର୍ଯ୍ୟରେ ସଫଳ ସିଦ୍ଧହେବେ । ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ଆଶା ପୂରଣ ହେବ । ପରିବାରରେ ଅପ୍ରିତିକର ପରିସ୍ଥିତିକୁ କୌଶଳକ୍ରମେ ସମାଧାନ କରିବେ । ସନ୍ତାନଙ୍କ ପାଇଁ ଶୁଭସମ୍ବାଦ ପାଇବେ । ବ୍ୟବସାୟ କ୍ଷେତ୍ରରେ ନୂଆ ଯୋଜନା ଉପରେ କାର୍ଯ୍ୟ କରିବେ । ସ୍ଥଗିତ ଥିବା ଧନ ମିଳିଯିବ । ରାଜନୀତି କ୍ଷେତ୍ରରେ କେତେକ ସମସ୍ୟାକୁ ସମାଧାନ କରି କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତି ହେବ ଓ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ । ନିଜର ଲୋକମାନେ ସାହାଯ୍ୟ ସହଯୋଗର ହାତ ବଢେଇବେ ଓ ବନ୍ଧୁ ମିତ୍ରଙ୍କ ଠାରୁ ସାହାଯ୍ୟ ସହଯୋଗ ମିଳିବ । ଛାତ୍ରଛାତ୍ରୀ ମାନଙ୍କର ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବା ସହ ପରୀକ୍ଷା ପରିଣାମ ଅନୁକୂଳ ହେବ । ପ୍ରତିକାର- ଅସହାୟକୁ ନିରାଶ କରିବେ ନାହିଁ ।

ସିଂହ:-ବ୍ୟବସାୟ ପାଇଁ ଦୂରଯାତ୍ରାର ସୁଯୋଗ ପାଇ ସଫଳତା ଅର୍ଜନ କରିବେ । ଆକସ୍ମିକ ଧନପ୍ରାପ୍ତି ହୋଇ ଆର୍ଥିକ କ୍ଷେତ୍ରରେ ଉନ୍ନତିହେବ । ଶିଳ୍ପ, ବାଣିଜ୍ୟ ଓ ବ୍ୟବସାୟରେ ବିଭିନ୍ନ ପ୍ରକାରର ସମସ୍ୟା ସମାଧାନ ହେବ । କ୍ରୀଡ଼ାବିଦ୍ ମାନେ ପ୍ରଶଂସିତ ହେବେ । ପୁରାତନ ରୋଗର ଉପଶମ ପରିଲକ୍ଷିତ ହେବ । କର୍ମକ୍ଷେତ୍ରରେ କିଛି ନୂଆସୁଯୋଗ ଆସିବ ଓ ସମସ୍ତ ଚେଷ୍ଟା ସଫଳ ହେବ । ନୂତନ କାର୍ଯ୍ୟରେ ଉନ୍ନତି ହେବା ସହ ଶାନ୍ତିପାଇବେ । କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତି ହେବ । ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ଉନ୍ନତି ପାଇଁ ପ୍ରୟାସ ରତ ହେବେ । ଚିକିତ୍ସକ, ରସାୟନଜ୍ଞ, ଔଷଧନିର୍ମାଣ ଓ ବିକ୍ରୟ କରୁଥିବା ବ୍ୟକ୍ତିମାନେ ବିଶେଷ ଲାଭାନ୍ୱିତ ହେବେ । ଛାତ୍ରଛାତ୍ରୀମାନଙ୍କର ସୁଖ୍ୟାତି ଲାଭ ହେବ ମାତ୍ର ତତ୍ପର ହେବା ଆବଶ୍ୟକ । ପରିଶ୍ରମ କାର୍ଯ୍ୟ କରି ପ୍ରଶଂସିତ ହେବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

କନ୍ୟା:-ଶୁଭ ସମାଚାର ପାଇ ଖୁସି ହେବେ । ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ । ବିଦେଶ ଯାତ୍ରାରେ ଲାଭବାନ ହେବେ । ପରିବାରରେ ମାନ ମନାନ୍ତର ଦୂର ହୋଇ ଉଚ୍ଚ ଆଶାରେ ଆଗେଇବେ । ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ । ସରକାରୀ ଚାପ ପଡିଲେ ମଧ୍ୟ ଆଶା କରିଥିବା କାର୍ଯ୍ୟଟି ପୂରଣ ହେବ । ପୈତୃକ ସମ୍ପତ୍ତିକୁ ନେଇ ପାରିବାରିକ ଦ୍ଵନ୍ଦର ସମାଧାନ ହେବା ଫଳରେ ଆର୍ଥିକ ଦିଗରୁ ସୁବିଧା ମିଳିବ । ପ୍ରେମ କ୍ଷେତ୍ରରେ ସଫଳ ହେବେ । ବିଚାର ବିଭାଗ ରାୟ ସପକ୍ଷରେ ଯିବ । ବ୍ୟବସାୟରେ ପ୍ରତିଦ୍ଵନ୍ଦିତା ଯୋଗେ ସାମାନ୍ୟ ଲାଭ ପାଇଲେ ବି ଚିତ୍ତପ୍ରସନ୍ନ ରହିବା ସହ କାର୍ଯ୍ୟ ସିଦ୍ଧି ହେବ । କର୍ମକ୍ଷେତ୍ରରେ ଶ୍ରମ ସାର୍ଥକ ହେବା ସହ ଉଚ୍ଚଆଶା ସଫଳ ହେବ । କିନ୍ତୁ ୧୨ /୧୩ ତାରିଖରେ ପିଲାମାନଙ୍କ କାର୍ଯ୍ୟପ୍ରତି ଦ୍ରୁଷ୍ଟି ରଖିବା ଉଚିତ୍ ହେବ । ସ୍ୱାସ୍ଥ୍ୟ ପ୍ରତି ମଧ୍ୟ ସତର୍କତା ଅବଲମ୍ବନ କରିବା ଉଚିତ୍ । ପ୍ରତିକାର- ଶିବମନ୍ଦିରରେ କଞ୍ଚାକ୍ଷୀର ଢାଳି ପାଦୁକ ପାନ କରନ୍ତୁ ।

ତୁଳା:-ଶିକ୍ଷାକ୍ଷେତ୍ରରେ ପରୀକ୍ଷା ପରିଣାମ ଅନୁକୂଳ ହେବ । ଉଚ୍ଚାଧିକାରୀଙ୍କ ସହ ସମ୍ବନ୍ଧ ଦୃଢୀଭୁତ ହେବ । ଆର୍ଥିକ ଉନ୍ନତି ଫଳରେ ଚିନ୍ତା କରିଥିବା କାର୍ଯ୍ୟ ଠିକ୍ ସମୟରେ ପୂରଣ କରି ପାରିବେ । ନୂତନ କାର୍ଯ୍ୟଆରମ୍ଭ, ଶତ୍ରୁହାନି, ଉଚ୍ଚ ପ୍ରଶଂସାଲାଭ, ଦମ୍ଭ ସାହସ ବୃଦ୍ଧି, କ୍ଷମା ଗୁଣରେ ଯଶପ୍ରାପ୍ତି, ସୁସମ୍ବାଦ ଶୁଣିବେ ଓ ଆର୍ଥିକ ସଙ୍କଟ ଦୂରେଇଯିବ । ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବାରୁ ମନ ଭଲ ରହିବ । ରାଜନୀତି କ୍ଷେତ୍ରରେ ମାନସମ୍ମାନ ଓ ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ । ଆନୁଷ୍ଠାନିକ କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ । କର୍ମକ୍ଷେତ୍ର ସମ୍ବନ୍ଧୀୟ ସମସ୍ତ ଜରୁରୀ କାର୍ଯ୍ୟ ସଂପାଦନ ହେବ ଓ ସହଯୋଗୀ ମାନଙ୍କ ଯୋଗୁ ଉତ୍ତମ କାର୍ଯ୍ୟ କରି ପ୍ରଶଂସା ପାଇବେ । ଲୋକସମ୍ପର୍କ, ସମାଜସେବା, ଧାର୍ମିକ ଅନୁଷ୍ଠାନରେ ଯଶସ୍ଵୀ ହେବେ । କିନ୍ତୁ ୧୪ /୧୫ତାରିଖରେ କେତେକ କ୍ଷେତ୍ରରେ ଅନ୍ୟମାନଙ୍କର ଭଲ କରିବାକୁ ଯାଇ ଅପଦସ୍ତ ହୋଇ ପାରନ୍ତି । ପ୍ରତିକାର- ପକ୍ଷୀଙ୍କୁ କିଛିଦାନା ଖାଇବାକୁ ଦିଅନ୍ତୁ ।

ବିଚ୍ଛା:-ସାଙ୍ଗ ସାଥିମାନେ ସାହାଯ୍ୟ ସହଯୋଗ କରିବେ । ଦୂରଯାତ୍ରାରେ ଲାଭପାଇବେ । ପାରିବାରିକ ତିକ୍ତତା ଦୂରହେବ । ସାମାଜିକ ସ୍ତରରେ ସହନଶୀଳତା ଗୁଣରୁ ପ୍ରଶଂସିତ ହେବେ । ନୂତନ କାର୍ଯ୍ୟରେ ହାତଦେଇ କୃତକାର୍ଯ୍ୟ ହେବେ । କୋର୍ଟ କଚେରୀ ମାମଲାରେ ବିଜୟୀ ହେବେ । କର୍ମକ୍ଷେତ୍ରରେ ଉଚ୍ଚାଧିକାରୀଙ୍କ ସହ ସମ୍ବନ୍ଧ ଦୃଢୀଭୁତ ହେବା ଫଳରେ ଟେନସନ ଦୂର ହେବ । ଧର୍ମକାର୍ଯ୍ୟପ୍ରତି ମନବଳାଇ ବହୁତ ଶାନ୍ତି ଲଭିବେ । ଆଲୋଚନା କ୍ଷେତ୍ରରେ ସୁଫଳ ପାଇବେ । ପରୀକ୍ଷା ପ୍ରତିଯୋଗିତାରେ ଶୁଭଫଳ ମିଳିବ । ବ୍ୟବସାୟିକ କ୍ଷେତ୍ରରେ ଉନ୍ନତିହେବା ସହ ଆଶାତୀତ ଲାଭ ପାଇବେ । କିନ୍ତୁ ୧୭ /୧୮ତାରିଖରେ ସ୍ଵାସ୍ଥ୍ୟସମସ୍ୟା ନେଇ ମାନସିକ ଚିନ୍ତା ବୃଦ୍ଧି ପାଇବ । ନିର୍ମାଣାଧୀନ କାମ ଅଟକି ରହିଯିବା ଯୋଗୁ ସାମାନ୍ୟ ଚିନ୍ତିତ ରହିବେ । ସତର୍କ ନହେଲେ ଯାନବାହନରେ ଆକସ୍ମିକ ଦୁର୍ଘଟଣା ଘଟିପାରେ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ଧନୁ:-ସନ୍ତାନର ବିଦ୍ୟାରେ ଉନ୍ନତି ଖବର ପାଇ ଖୁସି ହେବେ । କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ସ୍ଵନାମ ଅର୍ଜନ କରିବେ । ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ । ଭାଗ୍ୟୋନ୍ନତି, ଯଶମାନ ପ୍ରତିଷ୍ଠା ଲାଭର ଯୋଗ ଅଛି । ଯାତ୍ରାରେ ବିଶେଷ ଲାଭାନ୍ୱିତ ହେବେ । କର୍ମକ୍ଷେତ୍ରରେ ପଦୋନ୍ନତିର ସୁଯୋଗ ପାଇ ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ । ବ୍ୟବସାୟୀମାନେ ନୂତନ ବାଣିଜ୍ୟର ପରିକଳ୍ପନା କରିବେ । ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ । ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭହେବ ଓ ପରିସ୍ଥିତିରେ ଉନ୍ନତି ଘଟିବ । ବାଦବିବାଦ, ମାଲିମୋକଦ୍ଦମା, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ରାଜନୀତି କ୍ଷେତ୍ରରେ ଯଶମାନ ବୃଦ୍ଧିହେବ । ଅବିବାହିତ ଯୁବକ ଯୁବତୀମାନଙ୍କର ବିବାହ ସ୍ଥିର ହୋଇଯିବ । ନୁତନ କାର୍ଯ୍ୟ ନିର୍ଦ୍ୱୋନ୍ଦରେ ଆଗେଇ ନେବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ମକର:- ନୂତନ ବାହନ, ଜାଗା, ଜମି, ଗୃହ ଆଦି କ୍ରୟ କରିବାର ଯୋଜନା କରିବେ । ସମୟକୁ ହାତ ଛଡ଼ା ନ କରିବା ଉଚିତ୍ । କାରଣ ସମସ୍ତ କାର୍ଯ୍ୟରେ ଶୁଭଫଳ ପ୍ରାପ୍ତି ହେବ । ଶିଳ୍ପ, ବାଣିଜ୍ୟ, ବ୍ୟବସାୟ, ପରିବହନ ଓ ନିର୍ମାଣକ୍ଷେତ୍ରରେ ଉନ୍ନତମାନର ଫଳ ପାଇବେ । ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ । ବାଦବିବାଦ, ପରୀକ୍ଷା, ପ୍ରତିଯୋଗୀତା, ମାଲିମୋକଦ୍ଦମା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ରାଜନୀତିରେ ପ୍ରଶଂସିତ ହେବେ । କର୍ମକ୍ଷେତ୍ରରେ ଶତୃନାଶ, ଧନପ୍ରାପ୍ତି, ମିତ୍ରଲାଭ, ଉଚ୍ଚ ସମ୍ମାନ ପାଇବେ । ସାମାଜିକ ପତିଆରା ଅମଳିନ ରହିବ । ସୁଖ, ସମ୍ପତ୍ତି ଲାଭ ଓ ସାହାଯ୍ୟ ପ୍ରାପ୍ତି ହେବ । ମିଷ୍ଟାନ ଭୋଜନ, ଉଚ୍ଚଆଶା ପୂରଣ ହେବ । ଅଫିସ୍ ପରିସ୍ଥିତି ଯେତେ ଜଟିଳ ଥିଲେ ମଧ୍ୟ ସମାଧାନ କରି ପ୍ରଶଂସିତ ହେବେ । ବିଦ୍ୟା ଓ ଖେଳରେ ପ୍ରଶଂସିତ ହେବେ । ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

କୁମ୍ଭ:-ଶିଳ୍ପ, ବାଣିଜ୍ୟ, ଯାତ୍ରା, ରାଜନୀତି, ପ୍ରଶାସନ କ୍ଷେତ୍ରରେ କର୍ମରତ ଥିବା ବ୍ୟକ୍ତିମାନେ ସମସ୍ୟାକୁ ସୁଧାରି ନବା ଫଳରେ କର୍ମକ୍ଷେତ୍ର ସୁଦୃଢ଼ ହେବ । ବ୍ୟବସାୟ ପାଇଁ ବିଦେଶ ଯାତ୍ରା କରି ଲାଭବାନ ହେବେ । ବନ୍ଧୁ ମିତ୍ରମାନଙ୍କର ସହଯୋଗରେ ଆର୍ଥିକ ଦିଗରୁ ସୁବିଧା ପାଇବେ । ପାରିବାରିକ କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେଇ ଧୈର୍ଯ୍ୟ ଓ ସହନ ଶୀଳତା କାଏମ ରହିବ । ଅନେକ କ୍ଷେତ୍ରରେ ସ୍ଵାଭିମାନ ରକ୍ଷାକରି ପ୍ରଶଂସିତ ହେବେ । କଳା, ସାହିତ୍ୟ ଓ ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ସମସ୍ୟା ସମାଧାନ ହୋଇ ଯିବ । ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବା ସହ ପରୀକ୍ଷା, ପ୍ରତିଯୋଗୀତା, ସାକ୍ଷାତକାରରେ ବିଜୟୀ ହେବେ । ରାଜନୈତିକ କ୍ଷେତ୍ରରେ ଅପବାଦ ଅପଯଶ ମିଳିପାରେ । ମନକୁ ଆଘାତ ଲାଗିଲାପରି କଥା ଶୁଣିବାକୁ ପାଇବେ । ସନ୍ତାନଙ୍କର ଉନ୍ନତିରେ ଖୁସି ହେବେ । ସ୍ଥଗିତଥିବା କର୍ମଟି ପୂରଣ ହେବ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।

ମୀନ:-ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବା ସହ ସୁଖ ଶାନ୍ତିରେ ସମୟ କଟେଇ ପାରିବେ । ବନ୍ଧୁ, ମିତ୍ର ଏବଂ ଉଚ୍ଚପଦାଧିକାରୀଙ୍କ ଠାରୁ ସାହାଯ୍ୟ ସହଯୋଗ ପାଇ ଉଚ୍ଚଆଶା ସଫଳ ହେବ । ବିଚାର ବିଭାଗ ରାୟ ସପକ୍ଷରେ ଯିବ । ସରକାରୀ ଚାପ ପଡିଲେ ମଧ୍ୟ ରାଜନୀତିରେ ସଫଳତା ମିଳିବ । ବ୍ୟବସାୟରେ ସଫଳତା ଅର୍ଜନ କରି ଆଶାତୀତ ଲାଭ ଉଠେଇବେ । ସାର୍ବଜନୀନ ସମ୍ପର୍କରେ ନିଜର ବ୍ୟକ୍ତିତ୍ଵ ବିକଶିତ ହେବ । ଧନସମ୍ପଦ, ବସ୍ତ୍ରଭୂଷଣ ଆଦି ଲାଭହେବ । ଆକସ୍ମିକ ଅର୍ଥଲାଭ, ନୂତନ ବନ୍ଧୁଲାଭ, ଅଧାଥିବା କାର୍ଯ୍ୟ ସମ୍ପୂର୍ଣ୍ଣ କରିବାକୁ ଚେଷ୍ଟା କରିବେ । ବିଦେଶ ଯାତ୍ରାରେ ଯଶ ଲାଭ ଓ ନୂତନ ବାହନଆଦି ପ୍ରାପ୍ତି ହେବାର ଯୋଗ ଅଛି । ଚାକିରୀ କ୍ଷେତ୍ରରେ ଉନ୍ନତି ପ୍ରତିଷ୍ଠା, ପ୍ରତ୍ତିପତି, ମାନସମ୍ମାନ ଓ କ୍ଷାତି ବଢ଼ିବ । ରାଜନୈତିକ କ୍ଷେତ୍ରରେ ଯଶ, ମାନ ବୃଦ୍ଧି ହେବ । ଆନ୍ତରିକ ମୂଲ୍ୟାଙ୍କନର ଅନୁଭୂତି ଜାଗ୍ରତହେବ । ପ୍ରତିକାର- ନିମ୍ବକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!