ଦୈନିକ ରାଶିଫଳ: ୧୨ ଅଗଷ୍ଟ ୨୦୧୮

ଶେୟାର କରନ୍ତୁ ଅନ୍ୟମାନକ ସହିତ

ଦୈନିକ ରାଶିଫଳ: ୧୨ ଅଗଷ୍ଟ ୨୦୧୮

ମେଷ-

ଉଚ୍ଚ ଶିକ୍ଷାକ୍ଷେତ୍ରରେ ସଫଳତା ମିଳିବ। ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ମିଳିବ। ନିର୍ମାଣଧୀନ କାର୍ଯ୍ୟ ସମ୍ପନ୍ନ ହେବ। ପିଲାମାନଙ୍କର ସ୍ୱାସ୍ଥ୍ୟର ଅବନତି ନେଇ ଚିନ୍ତିତ ରହିବେ। ଯୁବକ ଯୁବତୀମାନଙ୍କର ପରୀକ୍ଷା ପ୍ରତିଯୋଗିରେ ସଫଳତା ମିଳିବ। ସାଙ୍ଗ ସାଥୀମାନେ ସାହାଯ୍ୟ କରିବେ। କର୍ମକ୍ଷେତ୍ରରେ ଉପରିସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ। ମହିଲାମାନେ ସ୍ୱାସ୍ଥ୍ୟ ସମସ୍ୟା ନେଇ ଡାକ୍ତରଙ୍କ ପରାମର୍ଶ କରିବାକୁ ମନ ବଳେଇବେ। ପ୍ରତି କଥାକୁ ଗୁରୁତ୍ଵଦେଇ କାର୍ଯ୍ୟଠିକ୍ ଭାବେ ସଂପୂର୍ଣ୍ଣ କରିବେ। ଥାନା, ଫାଣ୍ଡି କୋର୍ଟ କଚେରୀ ମାମଲାର ଶୁଣାଣି ସପକ୍ଷରେ ଯିବ। ଆୟ ବୃଦ୍ଧି ହେବ କିନ୍ତୁ ଅଯଥା ବ୍ୟୟ ମଧ୍ୟ କରିବେ। ବ୍ୟବସାୟରେ ଆକସ୍ମିକଭାବରେ ଆଳସ୍ୟଭାବ ବୃଦ୍ଧିପାଇବ। ପ୍ରତିକାର:- ଷଣ୍ଢକୁ ଖାଇବାକୁ ଦିଅନ୍ତୁ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ-

ଅଫିସରେ ଟେନସନ ଦୂର ହେବ। ପାରିବାରିକ ସମସ୍ୟା ସମାଧାନ କରି ଶାନ୍ତି ପାଇବେ। ଯେତେ ସମସ୍ୟା ଥିଲେ ମଧ୍ୟ କାମକୁ ଅବହେଳା କରିବେ ନାହିଁ । ବନ୍ଧୁଙ୍କୁ ଦେଇଥିବା ପ୍ରତିଶୃତି  ରକ୍ଷାକରିବା ଫଳରେ ମନ ଭଲ ରହିବ। ପାରିବାରିକ ପ୍ରତିରୋଧ କାମକୁ ବିଶୃଙ୍ଖଳିତ କରିବ। ମହିଳାମାନଙ୍କର ବହୁତ ଦିନରୁ ଅଟକିଥିବା କାର୍ଯ୍ୟ ତ୍ୱରାନ୍ୱିତ ହେବ।ପରିବହନ କ୍ଷେତ୍ରରେ ସମସ୍ୟା ସମାଧାନ ହେବ। କର୍ମକ୍ଷେତ୍ରରେ ଗଠନମୂଳକ ପ୍ରସ୍ତାବ ଦେଇ ପ୍ରଶଂସିତ ହେବେ। ଖାଦ୍ୟପେୟର ଅନିୟମିତତା ସ୍ୱାସ୍ଥ୍ୟହାନିର କାରଣ ହେବ। ପରୋକ୍ଷ ଶତୃତା କାରଣରୁ ଆଶା କରିଥିବା କାମଟି ସମ୍ପନ୍ନ କରିପାରିବେ ନାହିଁ। ମାଲିମୋକଦ୍ଦମାରେ ନିଜ ଲୋକମାନେ ବିଶ୍ୱାସ ଘାତକତା କରିବେ। ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ।

ମିଥୁନ-

ବିଭିନ୍ନଦିଗରୁ ସାହାଯ୍ୟ ସହଯୋଗ ମିଳିବ। ସହକର୍ମୀମାନଙ୍କ ସହ ବାଦବିବାଦର ଅବସାନ ଘଟିବ । ଲକ୍ଷ୍ୟ ପୂରଣ ହେବାରେ କୌଣସି ଅସୁବିଧା ହେବନାହିଁ । ବ୍ୟବସାୟ ବାଣିଜ୍ୟ ଓ ପରିବହନକ୍ଷେତ୍ରରେ ସୁଫଳ ପ୍ରାପ୍ତିହେବ ଓ ଦୂରଯାତ୍ରାର ସୁଯୋଗ ପାଇବେ। ମହିଳାମାନେ ନୂତନ ବନ୍ଧୁଙ୍କୁ ପାଇ ଖୁସୀହେବେ । ବିଦ୍ୟାକ୍ଷେତ୍ରରେ ଆତ୍ମବିଶ୍ୱାସ ବୃଦ୍ଧି ପାଇବ ଓ ପ୍ରଶଂସା ପାଇବେ । ବ୍ୟବସାୟରେ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତିହେବ । ଦୀର୍ଘ ସମୟରୁ ପ୍ରତୀକ୍ଷିତ ଖବର ପାଇ ଖୁସି ହେବେ। ପୈତୃକ ସମ୍ପତ୍ତିକୁ ନେଇ ବାଦ-ବିବାଦ ମେଣ୍ଟିଯିବ। କିଛି ନୂତନ କର୍ମ ଆରମ୍ଭ କରି ନିକଟ ସମ୍ପର୍କୀୟଙ୍କଠାରୁ ପ୍ରଶଂସିତ ହେବେ। ପ୍ରତିକାର-ଘରୁ ବହାରିବା ସମୟରେ ମୁହଁ ମିଠା କରି ବାହାରନ୍ତୁ।

<<Vastu>>> | <<< Jataka Bichara >>>

କର୍କଟ-

ସ୍ଥଗିତ ଥିବା କର୍ମଟି ସହଜ ସରଳରେ ପୂର୍ଣ୍ଣ ହେବ। ସମ୍ପର୍କୀୟ ଜଣେ ବନ୍ଧୁ ସାହାଯ୍ୟ ସହଯୋଗ କରିବେ। ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ। ପରିବାରରେ ଆର୍ଥିକ ସମସ୍ୟା ସମାଧାନ ହୋଇଯିବ। ଯୁବକ ଯୁବତୀମାନଙ୍କର ପାରିବାରିକ ସ୍ତରରେ ବିବାଦୀୟ ପରିସ୍ଥିତି ଭିନ୍ନରୂପ ନେବ । ବ୍ୟବସାୟ କ୍ଷେତ୍ରରେ ଦୂରସ୍ଥାନକୁ  ଯାତ୍ରା କରି ଶାରୀରିକ ଅସୁସ୍ଥତା ଅନୁଭବ କରିବେ। ନିଜଲୋକମାନେ ଶତ୍ରୁତା ଆଚରଣ କରିବେ। କୂଟନୀତି ପ୍ରୟୋଗକରି କାମ ହାସଲ କରିପାରିବେ । ବିବାଦୀୟ ଘଟଣା ଶରୀର ଓ ମନକୁ ପ୍ରଭାବିତ କରିବା ଫଳରେ ସ୍ୱାସ୍ଥ୍ୟ ଭଲ ରହିବ ନାହିଁ । ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ ଦେବା ନିତାନ୍ତ ଆବଶ୍ୟକ ନତୁବା ଏଥିପାଇଁ ବହୁମୂଲ୍ୟ ଦେବାକୁ ପଡ଼ିପାରେ। ପ୍ରତିକାର- ଗ୍ରାମ୍ୟ ଦେବା ଦେବୀଙ୍କୁ ଭୋଗ ଲଗେଇ ପିଲାଙ୍କୁ ବାଣ୍ଟିବେ।

ସିଂହ-

ଯୁବକ ଯୁବତୀମାନେ ଖୁସିଗପ ଓ ମଉଜ ମଜଲିସ୍ କରିବେ। କର୍ମକ୍ଷେତ୍ରରେ ସତର୍କତା ଅବଲମ୍ବନ ନକଲେ ମିଥ୍ୟା ଅପବାଦରେ ନିନ୍ଦିତ ହେବେ। ମହିଳାମାନେ ଘରଲୋକଙ୍କୁ ଅବିଶ୍ୱାସ କରି ପରଲୋକଙ୍କୁ ବିଶ୍ୱାସ କଲେ ହଇରାଣରେ ପଡ଼ିବେ। ପିଲାମାନଙ୍କ ପଢା ସମସ୍ୟା ନେଇ ମନ ଭାରକ୍ରାନ୍ତ ରହିବ। ଖାଇବା ପିଇବାରେ ଅବହେଳା କରିବାରୁ ସ୍ୱାସ୍ଥ୍ୟ ଖରାପ ହେବ। ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବ। ଛାତ୍ର ଛାତ୍ରୀମାନେ ଦ୍ଵନ୍ଦରେ ପଡି ପରୀକ୍ଷା ପ୍ରତିଯୋଗିତାରେ ବ୍ୟଥିତ ହେବ। ବ୍ୟବସାୟରେ ଆକସ୍ମିକଭାବରେ ଆଳସ୍ୟଭାବ ବୃଦ୍ଧିପାଇବ। ଉଡ଼ା ଖବରର କୌଣସି ଘଟଣା ମନକୁ ବିବ୍ରତ କରିପାରେ। ପ୍ରତିକାର-କେଶର ହଳଦୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ।

କନ୍ୟା-

କୌଶଳ ପ୍ରୟୋଗ କରି ସମସ୍ତ ପ୍ରକାର ଅଭିଳାଷ ପୂରଣ କରିବେ। ଦୂରେଇ ଯାଇଥିବା ବନ୍ଧୁ ଅତି ଆପଣାର ହେବେ। ଦୂର ଯାତ୍ରାରେ ଅତ୍ୟଧିକ ଅର୍ଥ ବ୍ୟୟ କରିବେ ଯାହାଦ୍ୱାରା ଆର୍ଥିକ ସଙ୍କଟ ଦେଖାଦେବ। କୌଣସି ଗୁରୁତ୍ୱପୂର୍ଣ୍ଣ ନିସ୍ପତି ନେବା ପୂର୍ବରୁ ପରିବାରସହ ଆଲୋଚନା କରିବା ଉଚିତ୍ ନଚେତ୍ କ୍ଷତିରେ ପଡିବେ। ସାଧାରଣ କଥାକୁ ଚିନ୍ତାକରି ବିରକ୍ତି ପ୍ରକାଶ କଲେ ଅନିଷ୍ଟକର ପରିସ୍ଥିତି ସୃଷ୍ଟି ହେବ। ସାବଧାନତା ଅବଲମ୍ବନ ନକଲେ ଧନହାନୀ ହେବ। ମହିଳାମାନେ ସ୍ୱାସ୍ଥ୍ୟ ସମସ୍ୟା ନେଇ ଚିନ୍ତିତ ରହିବେ। କିଛି ଅସୁବିଧା ନଥିଲେ ମଧ୍ୟ କର୍ମକ୍ଷେତ୍ରରେ କୌଣସି କାରଣକୁ ନେଇ ଟେନ୍ସନ୍ ଲାଗିବ। ପରକଥାକୁ ବିଶ୍ୱାସ କଲେ ଅସୁବିଧାର ସମ୍ମୁଖୀନ ହେବେ। ପ୍ରତିକାର-ସବୁଜ ରଙ୍ଗର ବସ୍ତ୍ର ପରିଧାନ କରନ୍ତୁ।

ତୁଳା-

ସାମାଜିକ ସ୍ତରରେ ସହନଶୀଳତା ଗୁଣରୁ ପ୍ରଶଂସିତ ହେବେ।ନୂତନ କାର୍ଯ୍ୟରେ ହାତଦେଇ କୃତକାର୍ଯ୍ୟ ହେବେ।କୋର୍ଟ କଚେରୀ ମାମଲାରେ ବିଜୟୀ ହେବେ।କର୍ମକ୍ଷେତ୍ରରେ ଟେନ୍ସନ୍ ଦୂର ହେବ।ଧର୍ମକାର୍ଯ୍ୟପ୍ରତି ମନବଳାଇ ବହୁତ ଶାନ୍ତି ଲଭିବେ।ମହିଳାମାନେ ଆଲୋଚନା କ୍ଷେତ୍ରରେ ବନ୍ଧୁଙ୍କ ଯୁକ୍ତିକୁ ଗ୍ରହଣ କରିବାକୁ ବାଧ୍ୟ ହେବେ।ସମସ୍ୟା ସମାଧାନ ପାଇଁ ବନ୍ଧୁଙ୍କ ସାହାଯ୍ୟ ନେବେ। କର୍ମକ୍ଷେତ୍ରରେ ପରିସ୍ଥିତି ଯେତେ ଜଟିଳ ହେଲେ ମଧ୍ୟ କୌଣସି ଅସୁବିଧା ହେବ ନାହିଁ ।ପ୍ରତ୍ୟେକ କ୍ଷେତ୍ରରେ ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥହେବେ । ଭଲଭାବରେ ଚିନ୍ତା କରି କାମରେ ଆଗେଇ ଚାଲନ୍ତୁ କୌଣସି ଅସୁବିଧାର ସମ୍ମୁଖୀନ ହେବେ ନାହିଁ। । ପ୍ରତିକାର-ବେଲକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ।

ବିଛା-

ନିଜକୁ ନିୟନ୍ତ୍ରଣ ମଧ୍ୟରେ ରଖିବାପାଇଁ ସମର୍ଥ ହେବେ।ମହିଳାମାନେ ବିଭିନ୍ନ ଦିଗରୁ ଲାଭବାନ୍ ହେବେ। ଅତି ପ୍ରିୟବନ୍ଧୁ ଆର୍ଥିକ ଦିଗରେ ସାହାଯ୍ୟ କରିବେ। ପରୀକ୍ଷା ପ୍ରତିଯୋଗିତାରେ ଶୁଭଫଳ ମିଳିବ। ଆଶା କରୁଥିବା କାମଟି ବନ୍ଧୁଙ୍କ ଦ୍ୱାରା ସହଜ ସୁବିଧାରେ ହୋଇଯିବ। ସାହିତ୍ୟ, କଳାକ୍ଷେତ୍ରରେ ଉଚ୍ଚ ପ୍ରଶଂସା ପାଇବେ। ସ୍ଥଗିତଥିବା କର୍ମଟି ପୂରଣ ହେବ। ସାଙ୍ଗ ସାଥୀମାନେ ସମସ୍ୟା ସମାଧାନ ପାଇଁ ଆଲୋଚନା କ୍ଷେତ୍ରରେ ସୁଫଳ ପାଇବେ। ସ୍ୱାସ୍ଥ୍ୟରେ ଉନ୍ନତି ପରିଲିକ୍ଷିତ ହେବ। ସହକର୍ମୀ ମାନେ କର୍ମକ୍ଷେତ୍ରରେ ସାହାଯ୍ୟ ସହଯୋଗ କରିବେ। ଚେଷ୍ଟା କଲେ କାହାକୁ ଦେଇଥିବା ଧନ ମିଳିଯିବ। ଶିଳ୍ପ, ବାଣିଜ୍ୟ ବ୍ୟବସାୟରେ ବିଭିନ୍ନ ପ୍ରକାରର ସମସ୍ୟା ଓ ଶତୃମାନେ ଦୂରେଇ ଯିବେ। ପ୍ରତିକାର- ଗାଈକୁ କିଛି ଖାଇବାକୁ ଦିଅନ୍ତୁ।

ଧନୁ-

ନିଜର ଯୋଜନାମୁତାବକ କାମକଲେ କୌଣସିପ୍ରକାର ଅସୁବିଧା ହେବନାହିଁ। ମାଲିମୋକଦ୍ଦମାରେ ସଫଳତା ମିଳିବ। ଅପେକ୍ଷା କରିଥିବା କାମର ଶୁଭସୂଚନା ମିଳିବ। କେତେକ କ୍ଷେତ୍ରରେ ଅନ୍ୟମାନଙ୍କର ଭଲ କରିବାକୁ ଯାଇ ଅପଦସ୍ଥ ହେବେ। ଆର୍ଥିକ ଅନାଟନ ସମସ୍ୟା ଦେଖାଦେବ। ବଡ଼ପଣିଆ ଦେଖାଇଲେ ଭଲ ବଦଳରେ ମନ୍ଦଫଳ ଭୋଗିବାକୁ ପଡ଼ିବ। ମହିଳାମାନେ ବିଭିନ୍ନ ପ୍ରକାର ସମସ୍ୟା ଭିତରେ ଅନ୍ୟମନସ୍କ ରହିବେ।ଶେଷ କରିବାକୁ ଭାବୁଥିବା କର୍ମଟି ପୂରଣ କରିବା ପାଇଁ ବହୁତ କଷ୍ଟ କରିବାକୁ ପଡ଼ିବ। ପିଲାମାନଙ୍କ ପାଠପଢା ନେଇ ଚିନ୍ତିତ ରହିବେ। କେତେକ କ୍ଷେତ୍ରରେ ଆତ୍ମନିର୍ଭରଶୀଳ ହେବେ। ସ୍ୱାସ୍ଥ୍ୟ ସମସ୍ୟା ନେଇ ଚିନ୍ତିତ ରହିବେ। ପ୍ରତିକାର- ଚଣାଡାଲି ମନ୍ଦିରରେ ଦାନ କରନ୍ତୁ।

ଆହୁରି ପଢନ୍ତୁ: ସବୁ ସମସ୍ୟା ହୋଇପାରିବ ଦୂର। କରନ୍ତୁ ଲେମ୍ବୁର ଏହି ୧୦ଟି ଚମତ୍କାରୀ ଉପାୟ!

ମକର-

ମନକଥା ମନରେ ରଖି ବନ୍ଧୁଙ୍କ ସହ ମିଶିଲେ ଭଲ ହେବ। କର୍ମକ୍ଷେତ୍ରରେ ଯେତିକି ପାଇବା କଥା ସେତିକି ହିଁ ପାଇବେ। ବାଣିଜ୍ୟ, ବ୍ୟବସାୟ, କଳା, ସାହିତ୍ୟ ଓ ସଭାସମିତିରେ ସଫଳତା ହାସଲ କରିବେ। ଇଛା ନ ଥିଲେ ମଧ୍ୟ କେତେକ କର୍ମ କରିବାକୁ ବାଧ୍ୟ ହେବେ। କର୍ମକ୍ଷେତ୍ରରେ ମିଥ୍ୟାଭିଯୋଗ ସକାଶେ କୌଣସି କାମ ପ୍ରତି ମନ ଲାଗିବ ନାହିଁ। ନୂତନ ସ୍ଥାନକୁ ବୁଲିଯିବାର ସୁଯୋଗ ମିଳିବ। ନିର୍ମାଣାଧୀନ କାମ ଅଟକି ରହିଯିବା କାରଣରୁ ସାମୟିକ ବିବ୍ରତ ହୋଇପାରନ୍ତି। ବିଭିନ୍ନ ପ୍ରକାର କଥା ଚିନ୍ତାକରି ମନ ଭଲ ଲାଗିବ ନାହିଁ। ବ୍ୟବସାୟକ୍ଷେତ୍ରରେ ଆଶା କରୁଥିବା ଘଟଣା ସେମିତି କିଛି ହେବ ନାହିଁ। ଈର୍ଷାପରାୟଣ ବ୍ୟକ୍ତିମାନେ କଟୁ ବଚନ ଶୁଣେଇବେ। ପ୍ରତିକାର-ଗ୍ରାମ୍ୟଦେବୀଙ୍କୁ ଭୋଗ ଲଗେଇ ପିଲାଙ୍କୁ ବାଣ୍ଟିବେ।

କୁମ୍ଭ-

କୋର୍ଟ, କଚେରୀ ଓ ମାଲିମୋକଦ୍ଦମାରେ ବିଜୟୀ ହେବେ। ମହିଳାମାନେ ପିଲାମାନଙ୍କ ସଫଳତା  ବିଷୟରେ ଚିନ୍ତା କରି ଖୁସି ରହିବେ। ବନ୍ଧୁମାନେ ସାହାଯ୍ୟ ସହଯୋଗ କରିବେ। ସଭାସମିତି, ସାହିତ୍ୟ ଓ କଳାକ୍ଷେତ୍ରରେ ପ୍ରଶଂସିତ ହେବେ। କର୍ମକ୍ଷେତ୍ରରେ ଆଦର୍ଶବାଦୀ ଯୋଗେ ରାଜକୀୟ ସମ୍ମାନ ପାଇବେ। ବ୍ୟବସାୟ କ୍ଷେତ୍ରରେ ସମସ୍ୟା ଦୂର ହୋଇଯିବ। ଆଜିର ଯାତ୍ରାରେ ଶୁଭଫଳ ମିଳିବ। ପ୍ରଶାସନ କ୍ଷେତ୍ରରେ ଦ୍ୱନ୍ଦ ଦୂର ହେବ। ମହିଳାମାନଙ୍କ ସ୍ୱାସ୍ଥ୍ୟରେ ଉନ୍ନତି ପରିଲିକ୍ଷିତ ହେବାରୁ ମନ ଭଲ ରହିବ ଓ ଧାର୍ମିକ କାର୍ଯ୍ୟରେ ମନ ବଳାଇବେ। ପାରିବାରିକ ତିକ୍ତତା ଦୂର ହୋଇ ମାନସିକ ସ୍ଥିତି ଭଲ ରହିବ। ମୂଲ୍ୟହୀନ କଥାକୁ ଗୁରୁତ୍ଵ ନଦେଲେ ପ୍ରତ୍ୟେକ କର୍ମ ସମ୍ପନ୍ନ ହେବ। ପ୍ରତିକାର-ଚଣାଡାଲି ମନ୍ଦିରରେ ଦାନ କରନ୍ତୁ।

ମୀନ-

ଆଇନ ଅଦାଲତ ତଥା ଲେଖାପଢ଼ାରୁ ଶୁଭଫଳ ମିଳିବ।ସାମାଜିକ ସ୍ତରରେ ପ୍ରଶଂସିତ ହେବେ।ଧର୍ମ କାର୍ଯ୍ୟପ୍ରତି ମନ ବଳାଇବେ। ମହିଳାମାନଙ୍କର ବୁଦ୍ଧିମତା  କାରଣରୁ ପ୍ରଚୁର ଅର୍ଥ ଲାଭହେବ, ଦାମ୍ପତ୍ୟ ସୁଖରେ ଉନ୍ନତି ଓ ଧାର୍ମିକ କାର୍ଯ୍ୟପ୍ରତି ଆଗ୍ରହୀ ହେବେ। ପରିବାରର ସାହାଯ୍ୟରେ ଉପକୃତ ହେବେ। ଅଧ୍ୟୟନ ଓ ଅଧ୍ୟାପନା ତଥା ସାମାଜିକ କ୍ଷେତ୍ରରେ ପ୍ରତିଷ୍ଠା ବଢ଼ିବ। କଳା ଓ ସଙ୍ଗୀତରେ ସୁନାମ ଅର୍ଜନ କରିବେ। ବ୍ୟବସାୟରେ ନୂତନଧାରା ଖୋଲିବେ ଓ ପରିବହନ ବ୍ୟବସାୟିକ ସ୍ଥିତି ସୁଦୃଢ଼ ହେବ। ରାଜନୀତି କ୍ଷେତ୍ରରେ ଧାର୍ମିକ କାର୍ଯ୍ୟପ୍ରତି ଆଗ୍ରହୀ ହେବେ ଓ ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ। ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବାରୁ ମନ ଭଲ ରହିବ। ପ୍ରତିକାର-ଗ୍ରାମ୍ୟଦେବୀଙ୍କୁ ଭୋଗ ଲଗେଇ ପିଲାଙ୍କୁ ବାଣ୍ଟିବେ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!