ଦୈନିକ ରାଶିଫଳ: ୧୨ ଅଗଷ୍ଟ ୨୦୧୯, ମହାଦେବଙ୍କ କୃପାରୁ ଆଜି ଏହି ସବୁ ରାଶି ବ୍ୟକ୍ତିଙ୍କୁ ମିଳିବ କିଛି ଖୁସି ଖବର

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-

ସାଧୁସନ୍ଥ, ଗୁରୁଜନଙ୍କ ଶୁଭାଶୀର୍ବାଦ ପ୍ରାପ୍ତ ହେବା ସହ ଆଧ୍ୟାତ୍ମିକ ଓ ଧର୍ମ କାର୍ଯ୍ୟରେ ଲିପ୍ତ ରହିବେ। ସ୍ୱାସ୍ଥ୍ୟ ଭଲ ରହିବା ସହ ଆର୍ଥିକସ୍ଥିତିରେ ସୁଧାର ଆସିବ। ନୂତନ ବସ୍ତୁ କ୍ରୟ କରିପାରିବେ। କୌଣସି ରୋଚକ ବା ଜ୍ଞାନବର୍ଦ୍ଧକ ସାହିତ୍ୟ ପ୍ରତି ମନ ବଳାଇବେ। ବନ୍ଧୁଙ୍କ ନିମନ୍ତ୍ରଣ ପାଇ ଦୂରଯାତ୍ରା କରିବାକୁ ବାଧ୍ୟ ହେବେ। ମହିଳାମାନେ ପରିବାରରେ ଆଦରଣୀୟା ହୋଇ ସୁଖଭୋଗ କରିବେ। ପ୍ରିୟଜନଙ୍କସହ ମିଳନ ହେବ। ଅଟକିଥିବା କାର୍ଯ୍ୟ ଚାଲୁ କଲେ ପ୍ରାୟକାର୍ଯ୍ୟ ପୂରଣ ହେବ। ବିରୋଧିମାନେ ଦୂରେଇ ଯିବେ। ଉତ୍ତରଦାୟିତ୍ୱ ବଢ଼ିବ। ବିଦ୍ୟାରେ ଉନ୍ନତିହେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-

ବ୍ୟବସାୟିକ କ୍ଷେତ୍ରରେ ଉନ୍ନତିହେବା ସହ ଶତୃ ଓ ବିରୋଧୀମାନେ ପରାସ୍ତ ହେବେ। ଆର୍ଥିକ ସ୍ଥିତିରେ ପରିବର୍ତ୍ତନ ହୋଇ ଆଶାଜନକ ଫଳ ପ୍ରାପ୍ତି ହେବ। ପରିବାରରେ ସମସ୍ତ ପରିସ୍ଥିତି ସମାଧାନ ହୋଇ ଖୁସିର ବାତାବରଣ ସ୍ଥାୟି ରହିବ। ନୂତନ ସମ୍ବନ୍ଧ ସୃଷ୍ଟିହେବ। ମନୋବିଜ୍ଞାନ ସମ୍ବନ୍ଧରେ ବିଶେଷ ରୁଚି ରହିବ। ପ୍ରେମ କ୍ଷେତ୍ରରେ ଆଶାତୀତ ଲାଭ ପାଇବେ ଓ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। କୋର୍ଟ କଚେରୀ ମାମଲାର ଶୁଣାଣି ବିଳମ୍ବରେ ଘଟିବାରୁ ବ୍ୟସ୍ତତା ବଢିଯିବ। ଦୂର ସମ୍ପର୍କୀୟ ବ୍ୟକ୍ତିଙ୍କୁ ବିଶ୍ଵାସ କଲେ ଠକାମୀ ଭଣ୍ଡାମିର ଶୀକାର ହେବେ। ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ମିଥୁନ:-

ଶୁଭ ସମାଚାର ମିଳିବ ଓ ନିଜଲୋକ ସାହାଯ୍ୟ କରିବେ। ବାଦବିବାଦ, ମାଲିମୋକଦ୍ଦମାରେ ମୁଣ୍ଡ ଉଚ୍ଚା ରହିବ। ପ୍ରତି ଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ରାଜନୀତିରେ ପ୍ରଶଂସିତ ହେବେ। ଶାରୀରିକ ଓ ମାନସିକ ସ୍ଥିରତା ଦେଖାଦେବ। ପାରିବାରିକ କ୍ଷେତ୍ରରେ ନୂତନ ବନ୍ଧୁମିଳନ ହେତୁ ମନଖୁସୀ ରହିବ। ଦୂରଯାତ୍ରାର ସୁଯୋଗ ପାଇ ସଫଳତା ମିଳିବ। କୌଣସି ସହୃଦୟ ବ୍ୟକ୍ତିଙ୍କଠାରୁ ଯଥେଷ୍ଟ ସହାୟତା ପାଇବେ। ନିଜର ଯୋଜନା ମୁତାବକ କାମକଲେ କୌଣସିପ୍ରକାର ଅସୁବିଧା ହେବନାହିଁ। ଆନୁଷ୍ଠାନିକ କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟଦା ବୃଦ୍ଧି ପାଇବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କର୍କଟ:-

ସ୍ୱାସ୍ଥ୍ୟ କିମ୍ବା ଆଇନ୍ ଅଦାଲତ୍ ସମ୍ପର୍କୀୟ ଦୁଶ୍ଚିନ୍ତା ଦୂରହେବ। ପାରିବାରିକ କ୍ଷେତ୍ରରେ ଶାନ୍ତି ବିରାଜମାନ କରିବ। କର୍ମକ୍ଷେତ୍ରରେ ସହକର୍ମୀ ଓ ଉପରିସ୍ଥ କର୍ମଚାରୀଙ୍କ ଠାରୁ ପ୍ରଶଂସିତ ହେବେ। ବାଣିଜ୍ୟ, ନିର୍ମାଣ ଓ ପରିବହନ କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ। ଆର୍ଥିକ ସଙ୍କଟ ଦୂରେଇଯିବ। ଧାର କରଜ ସୁଝିବା ପାଇଁ ସୁଯୋଗ ପାଇବେ। ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ। ପ୍ରଶାସନିକ ସ୍ତରରେ ପରିଚାଳନା ଦାୟିତ୍ୱ ବୃଦ୍ଧି ପାଇବ। ଧାତୁ ବା ଅଳଙ୍କାରାଦି କ୍ରୟ କରିବେ। ବ୍ୟବସାୟ କ୍ଷେତ୍ରରେ ନୂଆ ଯୋଜନା ଉପରେ କାର୍ଯ୍ୟ କରିବେ। ପ୍ରତିକାର-ମାଦକଦ୍ରବ୍ୟଠାରୁ ଦୂରେଇ ରୁହନ୍ତୁ।

ସିଂହ:-

ସନ୍ତାନଙ୍କର ଉନ୍ନତିରେ ଖୁସି ହେବେ। ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ। ପ୍ରତିଷ୍ଠା, ପ୍ରତିପତ୍ତି ମାନସମ୍ମାନ ଅତୁଟ ରହିବ। ବୃତ୍ତିଗତ ଦୃଷ୍ଟିରୁ ସୁରକ୍ଷିତ ରହିବ। ଭାତୃ ବିବାଦ, ଜମି ବାଡି ଓ ଘର ଜାଗାନେଇ ଥିବା ଦ୍ଵନ୍ଦର ସମାଧାନ ହେବ। ବୁଦ୍ଧିମତା କାରଣରୁ ଅର୍ଥ ଲାଭହେବା ସହ ସମୟ ମଧ୍ୟ ଆନନ୍ଦମୟ ହେବ। ହୋଟେଲ୍, ତେଲବ୍ୟବସାୟୀ, କଳାକାର, ରେଡିମେଡ୍ ବସ୍ତ୍ରବ୍ୟବସାୟୀ, ମଡେଲିଙ୍ଗ ଓ ପନିପରିବା ବ୍ୟବସାୟୀ ଲାଭାନ୍ଵିତ ହେବେ। ରାଜନୀତିରେ କୃତକାର୍ଯ୍ୟ ହେବେ। ଆତ୍ମବିଶ୍ଵାସ ବୃଦ୍ଧି ପାଇବ। କ୍ରୋଧକୁ ଦମନ କରି ହସଖୁସିର ବାତାବରଣ ସୃଷ୍ଟି ହେବ। ପ୍ରତିକାର:-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କନ୍ୟା:-

ପରୀକ୍ଷା, ପ୍ରତିଯୋଗୀତା, ସାକ୍ଷାତକାରରେ ବିଜୟୀ ହେବେ। ବିଦ୍ୟା କ୍ଷେତ୍ରରେ ପ୍ରଶଂସା ପାଇବେ। ବ୍ୟବସାୟରେ ସଫଳତା ଅର୍ଜନ କରିବେ। ମହିଳାମାନେ ପାରିବାରିକ ସ୍ତରରେ ସ୍ଵାର୍ଥ ପ୍ରବୃତ୍ତିର ଅଧୀନ ହୋଇ ସମ୍ପର୍କର ମଧୁର ସ୍ଵାଦ ଅନୁଭବ କରିବେ। ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ। ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ। ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ। ଅନେକ କ୍ଷେତ୍ରରେ ସ୍ଵାଭିମାନ ରକ୍ଷା ହେବ। ଧାର୍ମିକ କାର୍ଯ୍ୟରେ ରୁଚି ବଢିବା ସହିତ ସମୟ ମଧ୍ୟ ଆନନ୍ଦମୟ ହେବ। ପ୍ରତିକାର:- ମୁହଁ ମିଠାକରି ଘରୁ ବାହାରନ୍ତୁ।

ତୁଳା:-

ପୈତୃକ ସମ୍ପତ୍ତିକୁ ନେଇ ପାରିବାରିକ ଦ୍ଵନ୍ଦ ମେଣ୍ଟିଯିବ। ବୁଦ୍ଧିମତା କାରଣରୁ ପ୍ରତିଷ୍ଠା, ପ୍ରତିପତ୍ତି ମାନସମ୍ମାନ ଲାଭହେବ। ଆର୍ଥିକ ସାହାଯ୍ୟ ମିଳିବ। କର୍ମକ୍ଷେତ୍ରରେ ଶୁଭ ଖବର ପାଇ ଖୁସୀ ହେବେ। ମହିଳା ମାନଙ୍କର ବହୁତ ଦିନରୁ ଅଟକିଥିବା କାର୍ଯ୍ୟ ସମ୍ପନ୍ନ ହେବ। ରାଜନୀତି, ସଂଗଠନ, ସଭାସମିତି କ୍ଷେତ୍ରରେ ଲୋକ ସମ୍ପର୍କ ବଢିବ। ବିଦ୍ୟା କ୍ଷେତ୍ରରେ ପ୍ରତିଭାର ବିକାଶ ହେବ। ଅତୀତରେ ହଜିଯାଇଥିବା କିମ୍ବା ଖୋଜୁଥିବା ଜିନିଷ ହଠାତ୍ ମିଳିଯିବ। ବନ୍ଧୁ ମିଳନରେ ମହିଳା ମାନଙ୍କ ମନ ପ୍ରଫୁଲ୍ଲ ରହିବ। ପାରିବା ଚାଷୀ ଓ ବ୍ୟବସାୟୀମାନେ ଆଶାତୀତ ଲାଭ ପାଇବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ବିଚ୍ଛା:-

ଶତୃମାନେ ପରାଜିତ ହେବେ। ଧନଲାଭ ହେବାଦ୍ୱାରା ସମସ୍ତକାର୍ଯ୍ୟ ପୂର୍ଣ୍ଣ ହେବ। ଦୂରଯାତ୍ରାରେ ସଫଳତା ଓ ଲାଭ ପାଇବେ। ରାଜନୀତି ଓ ସାମାଜିକ କାର୍ଯ୍ୟରେ ସଫଳ ସିଦ୍ଧହେବେ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ଆଶା ପୂରଣ ହେବ। ବ୍ୟବସାୟିକ କ୍ଷେତ୍ରରେ ଉନ୍ନତିହେବ। ଆଧ୍ୟାତ୍ମିକ ଭାବଧାରରେ ଉଦବୁଦ୍ଧ ହୋଇ ସତସଙ୍ଗ ଓ ଧର୍ମଚର୍ଚ୍ଚା ଦିଗକୁ ମନ ବଳେଇବେ। ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କସ୍ଥାପନ ହେବ। ଆର୍ଥିକସ୍ଥିତି ପୂର୍ବପରି ଠିକ୍ ରହିବ। ବିଦ୍ୟା କ୍ଷେତ୍ରରେ ଉନ୍ନତି ହେବ। ଅପ୍ରିୟ ସତ୍ୟ ପ୍ରକାଶ କରି ବିବାଦୀୟ ହେବେ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

ଧନୁ:-

ଅଟକିଥିବା ବା ଉଧାର ଦେଇଥିବା ଟଙ୍କା ମିଳିଯିବ। ମିତ୍ର ଓ ସହଯୋଗୀଙ୍କ ଦ୍ଵାରା ଆଶାତୀତ ସହଯୋଗ ମିଳିବ। ଅତି ଭଲ ସମ୍ପର୍କ ଥିବା ବନ୍ଧୁଙ୍କ ପାଇଁ ବ୍ୟବସାୟ ବାଣିଜ୍ୟ ଓ ପରିବହନ କ୍ଷେତ୍ରରେ ସୁଫଳ ପ୍ରାପ୍ତି ହେବ। ମହିଳାମାନଙ୍କର ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ। କର୍ମକ୍ଷେତ୍ରରେ ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ। ବ୍ୟବସାୟୀମାନେ ନୂତନ ବାଣିଜ୍ୟର ପରିକଳ୍ପନା କରିବେ ଓ ଖାଦ୍ୟ ବ୍ୟବସାୟୀମାନେ ପ୍ରଚୁର ଲାଭ କରିବେ। ବନ୍ଧୁଙ୍କ ସମସ୍ୟା ସମାଧାନ କରିବା ପାଇଁ ଚିନ୍ତା କରିବେ। ଉଚ୍ଚଶିକ୍ଷା ପ୍ରଚେଷ୍ଟାରେ ସାଫଲ୍ୟ ପ୍ରାପ୍ତି ହେବ। ପ୍ରତିକାର:- ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

ମକର:-

ଫସଲ ଆମଦାନୀରେ ଖୁସୀ ହେବେ। କର୍ମ କ୍ଷେତ୍ରରେ ସାହାଯ୍ୟ ସହଯୋଗ ପାଇ କାମ ହାସଲ କରିବେ। ସହକର୍ମୀ ମାନଙ୍କ ସହ ବାଦବିବାଦର ଅବସାନ ଘଟିବ। ଲକ୍ଷ୍ୟ ପୂରଣ ହେବାରେ କୌଣସି ଅସୁବିଧା ହେବ ନାହିଁ। ସାମଞ୍ଜସ୍ୟ ଓ ସମନ୍ଵୟ ଦ୍ଵାରା କାମ ହାସିଲ କରିପାରିବେ। ପରିବାରରେ ସୁଖ-ଶାନ୍ତି ଆସିବ। ଶତୃମାନେ ସାମ୍ନାକୁ ଆସିବାକୁ ସାହସ କରିବେ ନାହିଁ। କର୍ମକ୍ଷେତ୍ରରେ ଉତ୍ତମ ରୋଜଗାର କରିପାରିବେ। ସମାଜ ସେବା ଓ ରାଜନୀତିରେ ସ୍ଵନାମ ଅର୍ଜନ କରିପାରିବେ। ଭାତୃ ବିବାଦ, ଜମି ବାଡି ଓ ଘର ଜାଗାନେଇ ଥିବା ଦ୍ଵନ୍ଦର ସମାଧାନ ହେବ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

କୁମ୍ଭ:-

ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ। ସନ୍ତାନଙ୍କର ଉନ୍ନତିରେ ଖୁସି ହେବେ। ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ। ଅନେକ କ୍ଷେତ୍ରରେ ସ୍ଵାଭିମାନ ରକ୍ଷା ହେବ। ପରୀକ୍ଷା, ପ୍ରତିଯୋଗୀତା, ସାକ୍ଷାତକାରରେ ବିଜୟୀ ହେବେ। କର୍ମକ୍ଷେତ୍ରରେ କ୍ରୋଧକୁ ଦମନ କରି ହସଖୁଶିର ବାତାବରଣ ଦେଇ ଚାଲିବା ଉଚିତ୍। ରାଜନୀତିରେ କୃତକାର୍ଯ୍ୟ ହେବେ। ବ୍ୟବସାୟରେ ଉଧାର ଦେଇ ଫେରି ପାଇବା ସହଜ ହେବ। ଉଚିତ୍ ପରାମର୍ଶ ପାଇ ହରେଇଥିବା ଦ୍ରବ୍ୟ ଫେରି ପାଇବେ। ନୂଆଯୋଜନା ସଫଳ କାରଣରୁ ମନ ଭଲ ରହିବ।  ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମୀନ:-

ଭାତୃ ବିବାଦ, ଜମି ବାଡି ଓ ଘର ଜାଗାନେଇ ଥିବା ଦ୍ଵନ୍ଦର ସମାଧାନ ହେବ। ସମାଜ ସେବା ଓ ରାଜନୀତିରେ ସ୍ଵନାମ ଅର୍ଜନ କରିପାରିବେ। ବ୍ୟବସାୟ କ୍ଷେତ୍ରରେ ଅନେକ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି। ପରୀକ୍ଷା, ପ୍ରତିଯୋଗୀତା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। କର୍ମକ୍ଷେତ୍ରରେ ସହକର୍ମୀ ଓ ଉପରିସ୍ଥ କର୍ମଚାରୀଙ୍କ ଠାରୁ ପ୍ରଶଂସିତ ହେବେ। ପାରିବାରିକ କ୍ଷେତ୍ରରେ ଶାନ୍ତି ବିରାଜମାନ କରିବ। ବ୍ୟବସାୟୀମାନେ ନୂତନ ବାଣିଜ୍ୟର ପରିକଳ୍ପନା କରିବେ। ମହିଳାମାନେ ଅନେକ କାର୍ଯ୍ୟ ନିଜେ ସମାଧାନ କରିବାକୁ ସାହସ ବାନ୍ଧିବେ। ପ୍ରତିକାର-ମାଦକଦ୍ରବ୍ୟଠାରୁ ଦୂରେଇ ରୁହନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!