ଦୈନିକ ରାଶିଫଳ: ୧୨ ଅଗଷ୍ଟ ୨୦୨୦, ଶ୍ରୀ ଗଣେଶଙ୍କ କୃପାରୁ ଆଜି ଏହି ସବୁ ରାଶି ବ୍ୟକ୍ତିଙ୍କୁ ମିଳିବ ଆର୍ଥିକ ସମସ୍ୟାରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୦ ମସିହା, ଅଗଷ୍ଟ ମାସ ୧୨ ତାରିଖ, ବୁଧବାର, କର୍କଟ ମାସ ୨୮ ଦିନ, ଭାଦ୍ରବମାସ, କୃଷ୍ଣପକ୍ଷ, ଅଷ୍ଟମୀତିଥି, କୃତ୍ତିକା ନକ୍ଷତ୍ର, ମେଷ ରାଶିରେ ଚନ୍ଦ୍ର, ସକାଳ ୭ଟା ୩୬ମିନିଟ୍ ଗତେ ବୃଷ ରାଶିରେ ଚନ୍ଦ୍ର। କର୍କଟ ରାଶିର ଘାତବାର। ମେଷ ରାଶିର ଘାତଚନ୍ଦ୍ର, ସକାଳ ୭ଟା ୩୬ମିନିଟ୍ ଗତେ ବିଛା ରାଶିର ଘାତଚନ୍ଦ୍ର। ନଡିଆ, ଆମିଷ ନ ଖାଇଲେ ଭଲ। ଶୁଭସମୟ- ପ୍ରାତଃ ୫ଟା ୩୦ମିନିଟ୍ ରୁ ୭ଟା ୧୦ମିନିଟ୍, ଦିବା ୧୦ଟା ୧୭ମିନିଟ୍ ରୁ ୧୧ଟା ୨୫ମିନିଟ୍, ଦିବା ୧ଟା ୫୯ମିନିଟ୍ ରୁ ୫ଟା ୨୧ମିନିଟ୍, ସନ୍ଧ୍ୟା ୬ଟା ୫୯ମିନିଟ୍ ରୁ ରାତ୍ର ୧୦ଟା ୪୩ମିନିଟ୍। ପର୍ବଦିନ- ସ୍ମାର୍ତ୍ତ ସମ୍ମତ ନନ୍ଦୋତ୍ସବ, ବୁଧିବାମନ ଓଷା ୨ୟ ପାଳି।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-

ସାମାଜସେବା କାର୍ଯ୍ୟରେ ସଫଳତା ଓ ମାନସମ୍ମାନ ବୃଦ୍ଧି ହେବ। ସାମ୍ବାଦିକମାନେ ଶୁଭ ସଂବାଦ ପାଇ ଉତ୍ସାହିତ ହେବେ।  ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ। ରାଜନୀତି କ୍ଷେତ୍ରରେ ଭୋଗ ବିଳାସ ସହ ଆନନ୍ଦମୟ ମୁହୂର୍ତ୍ତ କଟିବ। କର୍ମକ୍ଷେତ୍ରରେ ଆରମ୍ଭ କରିଥିବା କାର୍ଯ୍ୟ ଶେଷ କରି ପାରିବେ। ବନ୍ଧୁଙ୍କ ସାହାଯ୍ୟ ପାଇ ଆନୁଷ୍ଠାନିକ କାମ ହାସଲ କରିବା ସହ ଅନ୍ୟମାନଙ୍କ କଥାକୁ ଠିକ୍ ଭାବେ ବୁଝିପାରିବେ। ଛାତ୍ର ଛତ୍ରୀମାନେ ପରିଶ୍ରମ କରିବା ଫଳରେ ପ୍ରଶଂସା ପାଇବେ। ସନ୍ତାନମାନଙ୍କ ପାଇଁ ଚିନ୍ତିତ ରହିବେ। ସ୍ୱାସ୍ଥ୍ୟଗତ ସମସ୍ୟାର ସମ୍ମୁଖୀନ ହେବେ। ପ୍ରତିକାର-ମାଦକଦ୍ରବ୍ୟ ସେବନ କରନ୍ତୁ ନାହିଁ।

ବୃଷ:-

ପାରିବାରିକ କ୍ଷେତ୍ରରେ ଧୈର୍ଯ୍ୟ ଓ ସହନ ଶୀଳତା କାଏମ ରହିବ। ସନ୍ତାନ ସନ୍ତତି ମାନଙ୍କର ଶୁଭ ଖବର ପାଇ ଖୁସି ହେବେ। ବ୍ୟବସାୟ କ୍ଷେତ୍ରରେ ଯେତେ ଅଧିକ ପରିଶ୍ରମ କରିବେ ସେତେ ଅଧିକ ଲାଭ ହେବ। କର୍ମକ୍ଷେତ୍ରରେ ବହୁ ସମୟ ବାହାରେ କଟାଇବାକୁ ବାଧ୍ୟ ହେବେ ଓ କଳବଳ ଖଟାଇ ନିଜର ସ୍ଥାନକୁ କୌଣସି ମତେ ଦୃଢ ରଖି ପାରିବେ। ରାଜନୀତି କ୍ଷେତ୍ରରେ ନିଜର ପ୍ରତିଷ୍ଠା ଓ ସୁନାମ ବଢିବା ସହ ଆୟ ମଧ୍ୟ ଉତ୍ତମ ହେବ। ସାମ୍ବାଦିକ ମାନେ ଉଦ୍ଦେଶ୍ୟକୁ ସଫଳ କରିବାରେ ସକ୍ଷମ ହେବେ। ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି ହେବା ସହ ସ୍ଥଗିତଥିବା କର୍ମଟି ପୂରଣ ହେବ। ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ମିଥୁନ:-

ସାମାଜିକ କଲ୍ୟାଣ କାମରେ ପୂର୍ଣ୍ଣ ସହଯୋଗ କରି ପ୍ରଶଂସିତ ହେବେ। ବ୍ୟବସାୟିକ କ୍ଷେତ୍ରରେ ଆୟରସ୍ରୋତ ଖୋଲିଯିବା ସହ ଧନମାନ ଦିଗରୁ ସୁରକ୍ଷିତ ରହିବେ ଓ ମାନସିକଶାନ୍ତି ମିଳିବ। କର୍ମକ୍ଷେତ୍ରରେ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ ପ୍ରଶଂସା ପାଇବେ। ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ। ସାମ୍ବାଦିକ ମାନଙ୍କର ପଦମର୍ଯ୍ୟାଦା ବୃଦ୍ଧି ପାଇବ। ରାଜନୀତି କ୍ଷେତ୍ରରେ ନିକଟସ୍ଥ ବ୍ୟକ୍ତି ସାହାଯ୍ୟ କରିବା ଦ୍ଵାରା ସଫଳତା ମିଳିବ। ପରିବାରର ସମ୍ପର୍କୀୟଙ୍କ କୌଣସି ଘଟଣା ଯୋଗୁଁ ବ୍ୟତିବ୍ୟସ୍ତ ହୋଇଯିବେ। ପିଲାମାନଙ୍କ ପଢା ସମସ୍ୟା ନେଇ ମନ ଖୁସି ରହିବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କର୍କଟ:-

ସାମ୍ବାଦିକମାନେ ଶୁଭ ସଂବାଦ ପାଇ ଉତ୍ସାହିତ ହେବେ। ସମାଜ ସେବାରେ ବେଶ୍ ଆନନ୍ଦ ଅନୁଭବ କରିବେ। ଅପଣା ଲୋକଙ୍କ ସହଯୋଗ ବୃଦ୍ଧି ପାଇବ।  ଧର୍ମ କର୍ମ ବା ଇଷ୍ଟ ସାଧନାରେ ରତ ରହି ଆବଦ୍ଧ ଯୋଗରୁ ମୁକୁଳି ପାରିବେ। କର୍ମକ୍ଷେତ୍ରରେ ଅତ୍ୟଧିକ ପରିଶ୍ରମ କରିବା ଫଳରେ ପ୍ରଶଂସିତ ହେବେ। ଛାତ୍ରଛାତ୍ରୀମାନେ ଶିକ୍ଷା କ୍ଷେତ୍ରରେ ମନଯୋଗ ଦେଇ ପ୍ରଶଂସା ପାଇବେ।  ଦାମ୍ପତ୍ୟ ସୁଖରେ ଅପ୍ରିତିକର ପରିସ୍ଥିତି ଦେଖାଦେଇ ପାରେ। ଶାରୀରିକ ଅସୁସ୍ଥତା ଅନୁଭବ କରି ପାରନ୍ତି। ଯାନବାହନ ତଥା ଖଣି ଓ ଜଙ୍ଗଲ କ୍ଷେତ୍ରରେ କର୍ମରତ ବ୍ୟକ୍ତିମାନେ ସତର୍କତା ଅବଲମ୍ବନ କରିବା ଉଚିତ୍। ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ସିଂହ:-

ସ୍ୱାସ୍ଥ୍ୟସମସ୍ୟା ଦୂର ହୋଇ ଦୈନିକ କାର୍ଯ୍ୟଗତି ଉତ୍ସାହପୂର୍ଣ୍ଣ ହେବ। କର୍ମକ୍ଷେତ୍ରରେ ଜବରଦସ୍ତି ନ୍ୟାୟମିଳିବା ଫଳରେ ପଦୋନ୍ନତିର ସୂଚନା ପାଇ ମନ ଆନନ୍ଦ ହେବ। ବନ୍ଧୁଙ୍କ ସାହାଯ୍ୟ ପାଇ ଆନୁଷ୍ଠାନିକ କାମ ହାସଲ କରିବା ସହ ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନ ବୃଦ୍ଧି ହେବ। ଅର୍ଥ ସମ୍ପର୍କିତ ଚୁକ୍ତିପତ୍ର କଲେ ଲାଭ ପାଇବେ। କାର୍ଯ୍ୟ କ୍ଷେତ୍ରରେ ସୁଖ ଶାନ୍ତି ବୃଦ୍ଧି ହେବା ସହ ଉଚ୍ଚ ସମ୍ଭାବନାର ଆଶା ଆଶ୍ୱାସନା ଲାଭ କରି ମାନସିକ ଶାନ୍ତି ପାଇବେ। ଇଲୋକଟ୍ରୋନିକ୍ସମିଡିଆ ଓ ପ୍ରିଣ୍ଟ ମିଡିଆ ଦ୍ୱାରା ଲୋକସଂପର୍କ ବୃଦ୍ଧିହେବ। ଭାଇ ବନ୍ଧୁମାନେ ସାହାଯ୍ୟ ସହଯୋଗ କରିବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କନ୍ୟା:-

ସାମାଜିକ କ୍ଷେତ୍ରରେ ଆଶା କରୁଥିବା ଖବର ପାଇ ଖୁସୀ ହୋଇ ଯିବେ। ବ୍ୟବସାୟରେ ଭାଗୀଦାରୀମାନଙ୍କ ସହ ମତାନ୍ତର ମନାନ୍ତର ଦୂରେଇ ଯିବ। କାରବାରରେ ଉତ୍ଥାନ ହେବା ଫଳରେ ବ୍ୟବସାୟର ପରିବର୍ତ୍ତନ କରିବାର ଇଚ୍ଛା ଜାଗ୍ରତ ହେବ। ଅତି ନିକଟର ବନ୍ଧୁବାନ୍ଧବଙ୍କ ସହ ଅତି ପ୍ରିୟତା ସୃଷ୍ଟିହେବ। ପରିବାରରେ ସୁସ୍ଥ ବାତାବରଣ ଜାରି ରହିବ। ଦାମ୍ପତ୍ୟ ସୁଖରେ ମଧୁରତା ଆସିବ ଓ ଅଧିକ ଘନିଷ୍ଠତା ହେବ। ରାଜନୀତି କ୍ଷେତ୍ରରେ ଇଛା ନ ଥିଲେ ମଧ୍ୟ କେତେକ କର୍ମ କରିବାକୁ ବାଧ୍ୟ ହେବେ। ପିଲାମାନଙ୍କ ପାଠପଢା ନେଇ ଖୁସି ରହିବେ। ଅତିରିକ୍ତ ଆୟର ଦରକାର ଅନୁଭବ ହେବ। ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ।

ତୁଳା:-

ଉଚ୍ଚପଦସ୍ଥ ବ୍ୟକ୍ତିଙ୍କ ଠାରୁ ସମ୍ମାନ ଲାଭ ହେବ। ଗୃହରେ କଲ୍ୟାଣକର କର୍ମ ସମ୍ପାଦନ କରି ପ୍ରଶଂସିତ ହେବେ। ସେବାକାରୀ ମାନଙ୍କ ସହଯୋଗରେ ଜନସେବା ଦ୍ଵାରା ସମ୍ମାନଜନକ ସ୍ଥିତି ପରିଲକ୍ଷିତ ହେବ। କାର୍ଯ୍ୟ କ୍ଷେତ୍ରରେ ମୁଖ୍ୟତା ଲାଭକରି ବୁଦ୍ଧି ବିବେକ ଖେଳାଇ ପ୍ରତିକୂଳ ସ୍ରୋତକୁ ଅନୁକୂଳ ଦିଗରେ ମୁହାଁଇ ଦେବାକୁ ସାମର୍ଥ୍ୟ ଯୁଟିବ। ରାଜନୀତି କ୍ଷେତ୍ରରେ ପ୍ରଚୁର ଖଟଣି ଖଟି ନିଜର ଭାବ ମୂର୍ତ୍ତିକୁ ବଜାୟ ରଖିବେ। ଯଥା ସମ୍ଭବ ପ୍ରକୃତିସ୍ଥ ରହି ଅଳ୍ପ ପରିଶ୍ରମରେ ଅଧିକ ଲାଭର ଉପଭୋକ୍ତା ହେବେ। ସହକର୍ମୀଙ୍କ ସହ ବାଦବିବାଦ ସୃଷ୍ଟି ହୋଇପାରେ କିନ୍ତୁ ସମାଧାନ ହୋଇଯିବ।  ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ବିଚ୍ଛା:-

ସାଙ୍ଗ ସାଥିମାନେ ସାହାଯ୍ୟ ସହଯୋଗ କରିବେ। ସହନଶୀଳତା ଯୋଗେ ପ୍ରଶଂସା ମିଳିବ। ବାଣିଜ୍ୟ କ୍ଷେତ୍ରରେ ଦୁଃସାହସିକ ପଦକ୍ଷେପ ନେଇ ବନ୍ଦ ହୋଇଥିବା ବେପାର ପୁଣି ଚାଲୁ କରି ପାରିବେ। ପରିବାରରେ ସାଧାରଣ ପରିବର୍ତ୍ତନ ଘଟି ଆଶା ଆକାଂକ୍ଷା ପୂର୍ତ୍ତି ଘଟିବ। ଆର୍ଥିକ ପରିସ୍ଥିତି ଉତ୍ତମ ଥିଲେ ମଧ୍ୟ ବସନ ଭୂଷଣରେ ଅଧିକ ବ୍ୟୟ ଘଟିବ। ସାହିତ୍ୟ ଓ କଳାକ୍ଷେତ୍ରରେ ପ୍ରଶଂସିତ ହେବେ। ରାଜନୈତିକ କ୍ଷେତ୍ରରେ ସାମାଜିକ ସ୍ଥିତି ଓ ମାନସମ୍ମ।ନ ବଜାୟ ରହିବ। କୋର୍ଟ କଚେରୀ ମାମଲାରେ ହାତେମାପି ଚାଖଣ୍ଡେ ଚାଲିବା ବିଧେୟ। ରାସ୍ତାଘାଟରେ ଯଥେଷ୍ଠ ସତର୍କ ହୋଇ ଚଳପ୍ରଚଳ ହେବା ଅତ୍ୟନ୍ତ ଜରୁରୀ। ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ।

ଧନୁ:-

ଅନେକ କ୍ଷେତ୍ରରେ ପୂର୍ବ ଯୋଜନା ସଫଳ ହେବା ସହ ଲୋକସମ୍ପର୍କ ଆତ୍ମସନ୍ତୋଷ ବଢେଇବ। ରୋଜଗାର ସମସ୍ୟା ସୁଧୁରି ଯାଇ ଧନ ଲାଭ ହେବାରୁ ମନ ଖୁସି ରହିବ। ବ୍ୟବସାୟରେ ସାହାଯ୍ୟ ସହଯୋଗ ମିଳିବ। ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟୀ ହେବେ। ପାରିବାରିକ ସମସ୍ୟା ସତ୍ତ୍ୱେ ଶାନ୍ତି ବିରାଜମାନ କରିବ। ରାଜନୈତିକ କ୍ଷେତ୍ରରେ ପ୍ରତିଷ୍ଠିତ ହେବାପାଇଁ କରିଥିବା ଯୋଜନା ସଫଳ ହୋଇ ପାରିବ। ବନ୍ଧୁ, ମିତ୍ର ମାନଙ୍କ ଦ୍ଵାରା ଲାଭବାନ ହେବେ। ଜମିଜମା ସଂକ୍ରାନ୍ତୀୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ। ଅର୍ଥ ସମ୍ପର୍କିତ ଚୁକ୍ତିପତ୍ର କଲେ ଲାଭବାନ୍ ହେବେ। ଚେଷ୍ଟା କଲେ କାହାକୁ ଦେଇଥିବା ଧନ ମିଳିଯିବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମକର:-

ଶିଳ୍ପ ବାଣିଜ୍ୟ ଓ ବ୍ୟବସାୟରେ ନିଜର ଯୋଜନା ମୁତାବକ କାମ କରିବେ ଓ ଆଶାତୀତ ଲାଭ ଫଳରେ ଉତ୍ସାହିତ ହେବେ। କର୍ମଚାରୀ ମାନଙ୍କୁ ଭରସା କଲେ କୌଣସି ପ୍ରକାର ଅସୁବିଧା ହେବନାହିଁ। ପରିବାରର ସଦସ୍ୟଙ୍କ ସହ ସମ୍ବନ୍ଧ ଦୃଢ ହେବ। ନୂଆ ଜ୍ଞାନର ବୃଦ୍ଧି ହେତୁ ପ୍ରଚୁର ଧନଲାଭ ହେବ। ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁରୂପେ ହେବ। ରାଜନୈତିକ କ୍ଷେତ୍ରରେ ସମସ୍ୟା ସୁଧାରି ନେବା ଫଳରେ ଆର୍ଥିକ ସମସ୍ୟା ସମାଧାନ ହୋଇ ଯିବ। ଅତି ସହଜରେ ବାକିଥିବା ଅର୍ଥ ପାଇବେ। ଉଚ୍ଚଶିକ୍ଷା କ୍ଷେତ୍ରକୁ ମୁହଁ।ଇ ପାରିବେ। ପରିବାରର ସମ୍ପର୍କୀୟଙ୍କ କୌଣସି ଘଟଣା ଯୋଗୁଁ ବ୍ୟତିବ୍ୟସ୍ତ ହୋଇଯିବେ। ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ।

କୁମ୍ଭ:-

ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ। ଉନ୍ନତିମୂଳକ ପଦକ୍ଷେପ ନେଲେ ଯଶମାନ ପ୍ରତିଷ୍ଠା ମିଳିବ। ନୂଆଲକ୍ଷ ପୂରଣ କରିବା ପାଇଁ ସାହାଯ୍ୟ ସହଯୋଗ ମିଳିବ। ପିଲାମାନଙ୍କ କାର୍ଯ୍ୟରେ ସନ୍ତୁଷ୍ଟ ହେବେ। ଆର୍ଥିକସ୍ଥିତି ସନ୍ତୋଷପ୍ରଦ ହେବ। କୌଣସି ରୋଚକ ବା ଜ୍ଞାନବର୍ଦ୍ଧକ ସାହିତ୍ୟ ପ୍ରତି ମନ ବଳାଇବେ। ବ୍ୟବସାୟ କ୍ଷେତ୍ରରେ ଅର୍ଥକୁ ଭଗବାନ ଜ୍ଞାନ କରି ବିବାଦମାନ ପରିସ୍ଥିତିର ବି ସମ୍ମୁଖୀନ ହେବାକୁ ପଡିପାରେ। ପରିଶ୍ରମ ଓ ମେହନତର ପରିଣାମ ମିଳିବ କିନ୍ତୁ ଆୟ ବ୍ୟୟରେ ତାଳମେଳ ରହିବ ନାହିଁ। ଦୂରେଇ ଯାଇଥିବା ବନ୍ଧୁମାନେ ପୁଣି ନିକଟବର୍ତ୍ତୀ ହେବେ। ଅଟକିଥିବା କାର୍ଯ୍ୟ ସଫଳତା ପୂର୍ବକ ସମ୍ପନ୍ନ ହେବ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ମୀନ:-

ଶତୃମାନେ ଦୂରେଇ ଯିବେ। କାର୍ଯ୍ୟ କ୍ଷେତ୍ରରେ ପଦୋନ୍ନତିର ସଙ୍କେତ ପାଇବା ସହ ସୁଖଶାନ୍ତି ବୃଦ୍ଧି ହେବ। ସ୍ଥଗିତଥିବା କର୍ମଟି ପୂରଣ ହେବାପାଇଁ ଆର୍ଥିକ ସଙ୍କଟ ଦୂରେଇ ଯାଇ ପାରେ। ଯଦି କୌଣସି ନୂତନ ଯୋଜନାର କ୍ରିୟାନ୍ୱିତ କରିବାକୁ ଚାହୁଁଥାନ୍ତି, ତା’ ହେଲେ ଆଗେଇ ନବା ଉଚିତ୍। ପରିବାରଜନଙ୍କ ଉନ୍ନତିରେ ଆନନ୍ଦିତ ହେବେ। ସ୍ୱାର୍ଥ ପ୍ରବୃତ୍ତିର ଶୀକାର ହୋଇ ସମ୍ପର୍କର ମଧୁର ସ୍ୱାଦ ଅନୁଭବ କରିବେ। ଯେଉଁ ଜିନିଷ ପାଇବା ପାଇଁ ଚିନ୍ତା କରୁଥିଲେ ତାହା ନିଶ୍ଚିତ ଭାବେ ପାଇବେ। ଛାତ୍ରଛାତ୍ରୀମାନେ ଉଚ୍ଚଶିକ୍ଷା ଲାଭ ପାଇଁ ପ୍ରସ୍ତୁତ ହେବେ। ସମସ୍ତ କାର୍ଯ୍ୟକ୍ରମ ସୁରୁଖୁରୁରେ ପୂର୍ଣ୍ଣ ହେବ। ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 9437006746


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!