୨୦୨୨ମସିହା, ଅଗଷ୍ଟମାସ ୧୨ତାରିଖ, ଶୁକ୍ରବାର, କର୍କଟମାସ ୨୭ଦିନ, ଶ୍ରାବଣମାସ, ଶୁକ୍ଳପକ୍ଷ, ପୂର୍ଣ୍ଣିମାତିଥି ସକାଳ ୭ଟା ୫ମିନିଟ୍ ପରେ ପ୍ରତିପଦା ତିଥି କ୍ଷୟ, ଧନିଷ୍ଠା ନକ୍ଷତ୍ର, ମକର ରାଶିରେ ଚନ୍ଦ୍ର ଦିବା ୨ଟା ୪୯ମିନିଟ୍ ପରେ କୁମ୍ଭ ରାଶିରେ ଚନ୍ଦ୍ର । ସୌଭାଗ୍ୟ ଯୋଗ ଦିବା ୧୧ଟା ୩୩ମିନିଟ୍ ପରେ ଶୋଭନ ଯୋଗ । ବବ କରଣ ସକାଳ ୭ଟା ୫ମିନିଟ୍ ପରେ ବାଳବ କରଣ । ବିଛା, ଧନୁ, ମୀନ ରାଶିର ଘାତବାର । ସିଂହ ରାଶିର ଘାତଚନ୍ଦ୍ର ଦିବା ୨ଟା ୪୯ମିନିଟ୍ ପରେ ମିଥୁନ, ମୀନ ରାଶିର ଘାତଚନ୍ଦ୍ର । ଆମିଷ, ତୈଳ ନ ଖାଇଲେ ଭଲ ସକାଳ ୭ଟା ୫ମିନିଟ୍ ପରେ ପାଣିକଖାରୁ ନ ଖାଇଲେ ଭଲ ଓ ରାତି ୩ଟା ୪୭ମିନିଟ୍ ପରେ ବୋଇତି କଖାରୁ ନ ଖାଇଲେ ଭଲ ।
ଯୋଗିନୀ- ବାୟବ୍ୟେ ସକାଳ ୭ଟା ୫ମିନିଟ୍ ପରେ ପୂର୍ବେ ଯାତ୍ରା ନିଷେଧ । ଶ୍ରାଦ୍ଧତର୍ପଣ- ପ୍ରତିପଦାର ଏକୋଦ୍ଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ । ଅଶୁଭସମୟ- ସକାଳ ୮ଟା ୪୦ମିନିଟ୍ ରୁ ୧୧ଟା ୫୧ମିନିଟ୍, ରାତ୍ରି ୯ଟା ୨ମିନିଟ୍ ରୁ ୧୦ଟା ୨୭ମିନିଟ୍ । ଶୁଭସମୟ- ପ୍ରାତଃ ୫ଟା ୩୦ମିନିଟ୍ ରୁ ୬ଟା ୧୯ମିନିଟ୍, ସକାଳ ୭ଟା ୧୨ମିନିଟ୍ ରୁ ୮ଟା ୩୯ମିନିଟ୍, ଦିବା ୧୨ଟା ୧୮ମିନିଟ୍ ରୁ ୨ଟା ୪୮ମିନିଟ୍, ଦିବା ୪ଟା ୩୨ମିନିଟ୍ ରୁ ୬ଟା ୧୨ମିନିଟ୍, ରାତ୍ର ୭ଟା ୪୪ମିନିଟ୍ ରୁ ୯ଟା ୧ମିନିଟ୍, ରାତ୍ର ୧ଟା ୪୫ମିନିଟ୍ ରୁ ୩ଟା ୫୮ମିନିଟ୍ । ପର୍ବଦିନ- ଶ୍ରୀମନ୍ଦିରରେ ଶ୍ରୀବଳଦେବ ଜନ୍ମ ଓ ରାକ୍ଷୀ ଲାଗି, ରକ୍ଷା ବନ୍ଧନ, ଗହ୍ମାପର୍ବ, ଉତ୍କଳେ ସର୍ବତ୍ର ଝୁଲଣ ଯାତ୍ରା ଶେଷ ।
ମେଷ:-ସହକର୍ମିଙ୍କ ସହଯୋଗ ଫଳରେ କର୍ମକ୍ଷେତ୍ରରେ ଲାଭମିଳିବ । ଦେହମନ ଭଲ ରହିବ । ଶତ୍ରୁନାଶ, ଧନପ୍ରାପ୍ତି, ମିତ୍ରଲାଭ, ଉଚ୍ଚ ସମ୍ମାନ ପାଇବେ । ରାଜନୀତିରେ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ । ନକାରାତ୍ମକ ଦ୍ରବ୍ୟକୁ ତ୍ୟାଗକରି ସକାରାତ୍ମକ ଦ୍ରବ୍ୟକୁ ଗ୍ରହଣକରି ଆଗକୁ ବଢିବାର ପ୍ରୟାସ କରିବେ । ଦୀର୍ଘଦିନ ଧରି ପଡିରହିଥିବା ଯୋଜନା ସାର୍ଥକହେବ । କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତିହେବ । ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ ।
ବୃଷ:-ପାରିବାରିକ କ୍ଷେତ୍ରରେ ଶାନ୍ତି ପାଇବେ । ସକଳ କାର୍ଯ୍ୟରେ ସଫଳ ହେବା ସହ ଗୃହବାହାନ ପ୍ରାପ୍ତି ହେବ । ଆର୍ଥିକ କ୍ଷେତ୍ରରେ ଉନ୍ନତିହୋଇ ଆଶା ଆକାଂକ୍ଷା ଓ ମହତ୍ୱାକାଂକ୍ଷା ପୂର୍ଣ୍ଣହେବ । କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ପ୍ରଶଂସିତ ହେବେ । ରାଜନୀତିରେ ପଦ ପଦବୀ ଲାଭହେବା ସହ ନିଜ ପରିଶ୍ରମ ଓ ବୁଦ୍ଧି ବଳରେ ଆୟର ସ୍ରୋତକୁ ବୃଦ୍ଧି କରି ପାରିବେ । ବ୍ୟବସାୟରେ ସଫଳତା ଅର୍ଜନ କରିବା ସହ ଦୂରଯାତ୍ରାର ସୁଯୋଗ ପାଇବେ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।
ମିଥୁନ:-ବନ୍ଧୁମିତ୍ରଙ୍କ ଦ୍ଵାରା ସହାୟତା ମିଳିବ । ମାଲିମୋକଦ୍ଦମାରେ ସମସ୍ୟା ସମାଧାନ ହୋଇ ମାନସମ୍ମାନ, ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ । ବ୍ୟବସାୟୀଙ୍କର କଠିନ ପରିଶ୍ରମ କରିବା ଫଳରେ କାରବାରର ବୃଦ୍ଧି ହେବା ସହ ଗ୍ରାହକ ମାନଙ୍କ ସମ୍ପର୍କରେ ଉନ୍ନତି ହେବ । ଖେଳ, କୁଦ, ପ୍ରତିଯୋଗିତା ପରୀକ୍ଷା ଓ ବିଦ୍ୟା କ୍ଷେତ୍ରରେ ପ୍ରଶଂସା ପାଇବେ । ଆବଶ୍ୟକୀୟ ଜିନିଷ କିଣିବା ପାଇଁ ଧାର କରଜ କରିବାକୁ ପଡିପାରେ । ପ୍ରେମିକ ପ୍ରେମିକା ମାନଙ୍କର ମନ ଖୁସି ରହିବ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।
କର୍କଟ:-ଶତୃ ଓ ବିରୋଧୀମାନେ କିଛି କ୍ଷତି କରି ପାରିବେ ନାହିଁ । ସମାଜ କଲ୍ୟାଣ ପାଇଁ ନିଜକୁ ଉତ୍ସର୍ଗୀକୃତ କରିବେ । ଅଟକିଥିବା କାର୍ଯ୍ୟ କୌଣସି ଏକ ପ୍ରଭାବଶାଳୀ ବ୍ୟକ୍ତିଙ୍କ ସାହାଯ୍ୟରେ ପୂରଣ ହେବ । କୋର୍ଟ କଚେରୀରେ ସଫଳତା ମିଳିବ । ଗଠନମୂଳକ କାର୍ଯ୍ୟପ୍ରତି ଆଗ୍ରହ ବଢ଼ିବା ସହ ଆୟ ଉପାର୍ଜନ ବୃଦ୍ଧି ପାଇବ । ଭାଗୀଦାରି ବ୍ୟବସାୟରେ ବିଶେଷ ଲାଭବାନ୍ ହେବେ । ପିଲାମାନଙ୍କ କାର୍ଯ୍ୟରେ ଉନ୍ନତି ହେବ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।
ସିଂହ:-ଧୈର୍ଯ୍ୟ ଓ ସହନଶୀଳତା ଯୋଗେ ଯଶ ମିଳିବ । ଆୟ ଉପାର୍ଜନ ବୃଦ୍ଧି ହେବ । ପାରିବାରିକ କ୍ଷେତ୍ରରେ ବୁଝାମଣା ଠିକ୍ ରହିବ ଓ ଶାନ୍ତିଶୃଙ୍ଖଳା ଦେଖାଦେବ । ବ୍ୟବସାୟରେ ଅଚାନକ ଧନପ୍ରାପ୍ତି ହେବ । ପୈତୃକସମ୍ପତ୍ତିକୁ ନେଇ ପାରିବାରିକ ଦ୍ୱନ୍ଦ ମେଣ୍ଟିଯିବ । ଆର୍ଥିକଦିଗରୁ ସୁବିଧାହେଲେ ମଧ୍ୟ ମନରେ ଅଶାନ୍ତି ଅସନ୍ତୋଷ ସାମାନ୍ୟ ଦେଖାଦେଇ ପାରେ । ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।
କନ୍ୟା:-କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ପ୍ରଶଂସିତ ହେବେ । ଶିକ୍ଷାର୍ଥୀମାନେ ଉଚ୍ଚଶିକ୍ଷା ପାଇବାର ସୁଯୋଗ ପାଇବେ । କର୍ମକ୍ଷେତ୍ରରେ ସହକର୍ମୀ ମାନଙ୍କର ସହଯୋଗ ପାଇବେ । ବ୍ୟବସାୟୀମାନେ ନଗଦ କାରବାରରେ ଅଧିକ ଲାଭପ୍ରଦ ହେବେ । ରାଜନୀତି କ୍ଷେତ୍ରରେ ଅସାଧାରଣ ସ୍ଥିତି ଅତୁଟ ରହିବ । ନ୍ୟାୟମାର୍ଗ ଓ ମିଷ୍ଟ ବଚନକୁ ନିଜର ଭୂଷଣଭାବି କର୍ମ କରିଲେ ଲାଭବାନ ହେବେ । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।
ତୁଳା:-ପ୍ରତିଯୋଗୀତା ପରୀକ୍ଷାରେ ଯଶରସହ ଉତ୍ତୀର୍ଣ୍ଣ ହୋଇ ପ୍ରଶଂସିତ ହେବେ । ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଲେ ଆଶା ମୁତାବକ ଫଳ ପାଇବେ । ସାମାଜିକ ପ୍ରତିଷ୍ଠା ମାନ ସମ୍ମାନ ବୃଦ୍ଧି ହେବ । ବ୍ୟବସାୟୀମାନେ ସାଧୁ ଓ ସଚ୍ଚୋଟ ଭାବେ କର୍ମ ଯୋଗକୁ ଶ୍ରେଷ୍ଠତା କରି ସମ୍ମାନ ଓ ପ୍ରତିଷ୍ଠାର ଅଧିକାରୀ ହେବେ । ଅଧସ୍ତନ କର୍ମୀ ଓ ନିମ୍ନବର୍ଗଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରିବେ । ଦାମ୍ପତ୍ୟ ସୁଖରେ ଖୁସି ହେବେ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।
ବିଚ୍ଛା:-ସମସ୍ତ ପ୍ରକାର ବ୍ୟବସାୟରେ ଉନ୍ନତି ଓ ଲାଭବାନ୍ ହେବେ । ଭଲ କାମ କରି ସୁଖରେ ଦିନଟି ବିତାଇବେ । କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ । ରାଜନୀତିରେ ଲୋକସମର୍ଥନକୁ ଆଧାର କରି ବଳୀୟାନ ହେବେ । ପାରିବାରିକ କ୍ଷେତ୍ରରେ ଭୁଲ ବୁଝାମଣା, ରାଗରୁଷା, ମାନଅଭିମାନ, କଳହ ଇତ୍ୟାଦି ଅଳ୍ପ ବହୁତ ଦେଖାଦେଲେ ମଧ୍ୟ କୁ ପ୍ରଭାବ ପଡିବ ନହିଁ । ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।
ଧନୁ:-ବ୍ୟବସାୟରେ ଭାଗିଦାରମାନେ ପାଦ ସହିତ ପାଦ ମିଶେଇ ବେପାର ବୃଦ୍ଧି କରିବେ । ସାମାଜିକ କଲ୍ୟାଣ କାମରେ ପୂର୍ଣ୍ଣ ସହଯୋଗ କରିବେ । ଭାଇ ଭଉଣୀ ମାନଙ୍କ ସହିତ ଉତ୍ତମ ସମ୍ପର୍କ ରହିବା ଫଳରେ ପାରିବାରିକ ଜୀବନରେ ଶାନ୍ତି ପାଇବେ । ଅନେକ କ୍ଷେତ୍ରରେ ପୂର୍ବ ଯୋଜନା ସଫଳତା ହେବା ସହ ଲୋକସମ୍ପର୍କ ଆତ୍ମସନ୍ତୋଷ ବଢେଇବ । ଉତ୍ତମ କାର୍ଯ୍ୟ କରି ପ୍ରଶଂସିତ ହେବେ । ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ । ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ ।
ମକର:-ସୁଖ ଶାନ୍ତିରେ ଦିନଟି କଟାଇବେ । ଯେଉଁ କ୍ଷେତ୍ରରେ ନିବେଶ କରିଲେ ଲକ୍ଷ୍ମୀଙ୍କ କୃପା ପ୍ରାପ୍ତି ହୋଇ ଆର୍ଥିକ କ୍ଷେତ୍ରରେ ଉନ୍ନତି ଦେଖାଦେବ । ଜାଗା, ଜମି, ସମ୍ପତ୍ତି ଓ ଯାନବାହାନ ସମ୍ବନ୍ଧୀୟ କେତେ ସମସ୍ୟା ସମାଧାନ ହୋଇଯିବ । ବ୍ୟବସାୟ କ୍ଷେତ୍ରରେ ସଫଳତା, ଆର୍ଥିକ ଉନ୍ନତି, ଅଚାନକ ଧନ ପ୍ରାପ୍ତି ହେବା ସହ ମାନ ସମ୍ମାନ ବୃଦ୍ଧି ହେବ । କର୍ମକ୍ଷେତ୍ରରେ ଉନ୍ନତି କରିବା ସହ ଉପରିସ୍ଥ ଅଧିକାରୀଙ୍କର କୃପା ଲାଭ କରିବେ । ପ୍ରତିକାର- ମହୁଟିକେ ଖାଇ ଘରୁ ବାହାରନ୍ତୁ ।
କୁମ୍ଭ:-ଆକସ୍ମିକ ଧନ ଲାଭ ହେବାରୁ ମନ ଖୁସି ରହିବ । ରୋଜଗାର ସମସ୍ୟା ସୁଧୁରି ଯିବ । ପ୍ରତିଯୋଗୀତା ପରୀକ୍ଷା ମାଲିମୋକଦ୍ଦମାରେ ବିଜୟ ପ୍ରାପ୍ତ ହେବ । ବିଦ୍ୟାଧ୍ୟୟନ ସମ୍ବନ୍ଧିୟ ଶୁଭ ସମାଚାର ପ୍ରାପ୍ତ ହେବ । ରାଜନୀତି କ୍ଷେତ୍ରରେ ଉଚ୍ଚସମ୍ପର୍କରୁ ଲାଭବାନ ହେବେ । ପରିବାରରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ । ଛାତ୍ରଛାତ୍ରୀମାନେ ଉଚ୍ଚଶିକ୍ଷା ପାଇଁ ଆଗ୍ରହୀ ହେବେ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।
ମୀନ:-କର୍ମକ୍ଷେତ୍ରରେ ସହଯୋଗୀମାନେ ସହଯୋଗ କରିବେ । କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ପ୍ରଶଂସିତ ହେବେ । ବ୍ୟବସାୟରେ ଲାଭବାନ୍ ହେବେ । ବାଦବିବାଦ, ମାଲିମୋକଦ୍ଦମା, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ । ଛାତ୍ରଛାତ୍ରୀ ମାନେ ଶିକ୍ଷାକୁ ଉଚିତ୍ ମନେକରି ପାଠ ପଢାରେ ମନଯୋଗ ଦେବେ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।