ସାପ୍ତାହିକ ରାଶିଫଳ: ୧୨ ଅଗଷ୍ଟ ରୁ ୧୮ ଅଗଷ୍ଟ, ଏହି ସପ୍ତାହରେ ଏହି ସବୁ ରାଶି ବ୍ୟକ୍ତିଙ୍କର କର୍ମ ଓ ବ୍ୟବସାୟରେ ଉନ୍ନତି ହେବ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-

ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଶାରିରୀକ ଅସୁସ୍ଥତା ଦୂରେଇ ଯିବା ଫଳରେ ଆନନ୍ଦିତ ହେବେ। ଆର୍ଥିକ ଉନ୍ନତି ଯୋଗୁଁ ଗୃହର ବାତାବରଣ ଶାନ୍ତ ରହିବ। ସମ୍ପତ୍ତି ସମ୍ବନ୍ଧୀୟ ବିବାଦ ଠିକ୍ ଲୋକ ମଧ୍ୟସ୍ଥିରେ ସମାଧାନ ହେବ। ରାଜନୀତିରେ ସହକର୍ମୀମାନଙ୍କଠାରୁ ସାହାଯ୍ୟ ସହଯୋଗ ପାଇ ଲୋକପ୍ରିୟତା ହାସଲ କରି ନୂତନ ଯୋଜନାକୁ କ୍ରିୟାନ୍ୱିତ କରିବେ ଓ ସାମାଜିକ ପ୍ରତିଷ୍ଠା, ମାସମ୍ମାନ ବୃଦ୍ଧି ହେବ। ଶୁଭ ସମାଚାର ମିଳିବ ଓ ନିଜଲୋକ ସାହାଯ୍ୟ କରିବେ। ସ୍ୱାସ୍ଥ୍ୟ ପ୍ରତି ଧ୍ୟାନଦେଇ କାର୍ଯ୍ୟ କରନ୍ତୁ ନତୁବା ଦୂରଯାତ୍ରା କରି ନିଜକୁ ଅସୁସ୍ଥ ମନେକରିବେ। ସରକାରୀ କର୍ମଚାରୀମାନେ କର୍ମକ୍ଷେତ୍ରରେ ଅନ୍ୟର ଦୁଃଖ ଦୁର୍ଦଶା ଦୂର କରିବାକୁ ପ୍ରୟାସରତ ହେବେ। ମାନସିକ ବୌଦ୍ଧିକ ଓ ଭାବନାତ୍ମକ ରୂପରେ ଅଧିକ ସକ୍ଷମ ଓ ଅନୁଭବି ହେବେ। ଘରୋଇ ସଂସ୍ଥାର କର୍ମ କ୍ଷେତ୍ରରେ ସହଯୋଗୀମାନେ ସହଯୋଗ କରିବା ଫଳରେ ପଦୋନ୍ନତିର ସୁଯୋଗ ପାଇପାରିବେ।  ବ୍ୟବସାୟରେ ଉନ୍ନତି ଓ ଲାଭ କରିବେ। ଶତୃ, ରୋଗ, ଋଣରୁ ମୁକ୍ତି ହେବେ। ଯେ କୌଣସି କାମରେ ହାତ ଦେଲେ, ସେଥିରେ ସଫଳତା ପାଇବେ। ପ୍ରତିକାର- ହରିଡା ଚନ୍ଦନ ମସ୍ତକରେ ଧାରଣ କରନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-

ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର କର୍ମକ୍ଷେତ୍ରରେ ଦକ୍ଷତା ଓ ପ୍ରତିଭା ପ୍ରଦର୍ଶନ ଜନିତ ଯଶମାନ-ପ୍ରତିଷ୍ଠା ପ୍ରାପ୍ତି ହେବ। ଲୁହା, କାଠ, କୋଇଲା, କଳକବ୍ଜା, ବ୍ୟବସାୟରୁ ଓ କଣ୍ଟ୍ରାକ୍ଟରୀରୁ ଯଥେଷ୍ଟ ଲାଭ ଉଠାଇବେ। ଶିକ୍ଷକ ଓ ସହପାଠୀମାନଙ୍କ ମଧ୍ୟରେ ସମନ୍ଵୟ ରହିବ ଓ ବନ୍ଧୁତ୍ଵ ବୃଦ୍ଧି ପାଇବ। ବିଦେଶ ଯାତ୍ରାର ସୁଯୋଗ ଆସିବ। ଜୀବନ ସାଥିଙ୍କ ସହଯୋଗରେ ଆର୍ଥିକ ଲାଭ ହେବ। ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ। ବାଦବିବାଦ, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। କଳା, ସାହିତ୍ୟ ଓ ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ। ଆଧ୍ୟାତ୍ମକ ଭାବଧାରାରେ ଉଦ୍ବୁଦ୍ଧ ହୋଇ ସତ୍ସଙ୍ଗ ଓ ଧର୍ମଚର୍ଚ୍ଚା ଦିଗକୁ ମନ ବଳାଇ ପାରନ୍ତି। ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ ପ୍ରଶଂସା ପାଇବେ। ଅଚାନକ ଧନପ୍ରାପ୍ତି, ଜାଗା, ଜମି ଓ ଉଚ୍ଚସ୍ତରୀୟ ବାହନ କ୍ରୟ କରିବେ। ପୁଅ ଝିଅଙ୍କ କର୍ମସ୍ଥିର ହେବା ଫଳରେ ଖୁସି ହେବେ। ରାଜନୀତି କ୍ଷେତ୍ରରେ କୂଟନୀତିର ପ୍ଲାନ୍ ଚଳାଇ ସ୍ଥାନ ସ୍ଥିତି ଅଟଳ ରଖି ପାରିବେ। କର୍ମ ସନ୍ଧାନିମାନେ କର୍ମ ନିଯୁକ୍ତି ପାଇବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମିଥୁନ:-

ଏସପ୍ତାହରେ ମହିଳା ଓ ପୁରୁଷ ମାନେ ପରିବାରରେ ସୁଖ ସମୃଦ୍ଧି ପ୍ରାପ୍ତି, ଆର୍ଥିକ ଉନ୍ନତି, ମାନସିକ ସ୍ଥିରତା, ଶତୃନାଶ ସହିତ ଶୁଖି ଦାମ୍ପତ୍ୟ ଜୀବନ ଆତିବାହିତ କରିବେ। ଛାତ୍ର-ଛାତ୍ରୀମାନେ ଶିକ୍ଷା କ୍ଷେତ୍ରରେ ମନଯୋଗ ଦେବେ। ପ୍ରେମିକ ପ୍ରେମିକାମାନେ ପ୍ରେମକ୍ଷେତ୍ରରେ ସଫଳତା ଅର୍ଜନ ତଥା ଦୂରଯାତ୍ରାର ସୁଯୋଗ ପାଇବେ। ଭ୍ରମଣ, ରାଜନୀତି, ପ୍ରଶାସନ, ପ୍ରକାଶନ, ସଂଗଠନ, ଅନୁସନ୍ଧାନ କାର୍ଯ୍ୟରେ ଲାଭ ପାଇବେ। ଘରୋଇ ସଂସ୍ଥାର କର୍ମ କ୍ଷେତ୍ରରେ ସହଯୋଗୀମାନେ ସହଯୋଗ କରିବେ। ବ୍ୟବସାୟରେ ଉତ୍ତମ ରୋଜଗାର ହେବା ସହ ଭଲ ଲାଭ ହେବ। କର୍ମ କ୍ଷେତ୍ରରେ ଉନ୍ନତି ଏବଂ ନୂତନ ଆୟର ପନ୍ଥା ପ୍ରାପ୍ତି ହେବ। ସାମାଜିକ ପ୍ରତିଷ୍ଠା ଓ ମାନସମ୍ମାନ ବୃଦ୍ଧି ହେବ। ପୈତୃକ ସମ୍ପତ୍ତିକୁ ନେଇ ପରିବାରରେ ଶାନ୍ତି ଦେଖାଦେବ। ଉତ୍ତମ ରୋଜଗାର ହେଲେ ମଧ୍ୟ ଗୃହୋପକରଣ କ୍ରୟ କରିବା ଯୋଗେ କିଛି ବ୍ୟୟ ହେବ। ସହକର୍ମୀ ମାନଙ୍କଠାରୁ ସାହାଯ୍ୟ ଓ  ସହଯୋଗ ପାଇବେ। ନୂତନ କର୍ମ ନିଯୁକ୍ତି ପାଇଁ ପ୍ରତିଯୋଗିତା ପରୀକ୍ଷାରେ ଓ ସାକ୍ଷାତକାରରେ ଉତ୍ତିର୍ଣ୍ଣ ହେବେ। ଅନ୍ୟର ଦୁଃଖ ଦୁର୍ଦଶା ଦୂର କରିବାକୁ ପ୍ରୟାସରତ ହେବେ। ମାନସିକ ବୌଦ୍ଧିକ ଓ ଭାବନାତ୍ମକ ରୂପରେ ଅଧିକ ସକ୍ଷମ ହେବେ। ପ୍ରତିକାର-ମାଗଣାରେ କୌଣସି ଦ୍ରବ୍ୟ ଗ୍ରହଣ କରନ୍ତୁ ନାହିଁ।

କର୍କଟ:-

ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ସ୍ୱାସ୍ଥ୍ୟଗତ ସମସ୍ୟାର ଉନ୍ନତି ହେବ। ଆୟ ଉପାର୍ଜନର ବୃଦ୍ଧି ହେବ। ଦାମ୍ପତ୍ୟ  ଜୀବନ ସୁଖମୟ ହେବ। ପୈତୃକ ସମ୍ପତ୍ତିକୁ ନେଇ ଭାତୃ ବିବାଦର ଅବସାନ ଘଟିବ। ନୂତନ କର୍ମପ୍ରାପ୍ତିର ସୁଯୋଗ ପାଇବେ। ପରିବାରରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ। ଘରୋଇ ସଂସ୍ଥାର କର୍ମକ୍ଷେତ୍ରରେ ନୂତନ ଦାୟିତ୍ୱ ନେଇ ଧାଁ ଦଉଡ଼ କରିବାକୁ ପଡ଼ିବ ଓ ସହକର୍ମୀମାନେ ପରସ୍ପରକୁ ସାହାଯ୍ୟ ସହଯୋଗ କରି, ଗଠନମୂଳକ କାର୍ଯ୍ୟ ହାତକୁ ନେବେ। ଦୂରଯାତ୍ରାର ସୁଯୋଗ ପାଇବେ। ଜାଗା, ଜମି, ଗୃହପୋକରଣ କ୍ରୟ କରିବେ। ସରକାରୀ କର୍ମଚାରୀମାନଙ୍କର କର୍ମକ୍ଷେତ୍ରରେ ବିବାଦୀୟ ପରିସ୍ଥିତି ସମାଧାନ ହୋଇ ସହକର୍ମୀ ମାନଙ୍କ ଦ୍ୱରା ବହୁ ସୁବିଧା ସୁଯୋଗ ପାଇବେ। ଜୀବନ ସାଥିଙ୍କ ସହ ଭୂଲ ବୁଝାମଣା କଟି ଯାଇ ଶାନ୍ତି ବାତାବରଣ ସୃଷ୍ଟି ହେବ। କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତି ହେବ। ନୂତନ ଯୋଜନା ପ୍ରସ୍ତୁତ କରି ବ୍ୟବସାୟର ପ୍ରସାର ପ୍ରଚାର ଫଳରେ ଆଶାତୀତ ଆୟ ବୃଦ୍ଧି ପାଇବ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ସିଂହ:-

ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ସ୍ୱାସ୍ଥ୍ୟ ଅନେକାଂଶରେ ଭଲ ରହିବ। ପରହାତରେ ଥିବା ଧନ ସହଜରେ ପ୍ରାପ୍ତି ହେବ। ବ୍ୟବସାୟରେ ଉନ୍ନତି ଓ ଲାଭପ୍ରାପ୍ତି ହେବ। ସନ୍ତାନମାନେ ଉଚ୍ଚଶିକ୍ଷା ଅଧ୍ୟୟନ କରୁଥିଲେ ପଢା ପଢିରେ ମନ ଦେବେ। ଦୀର୍ଘଦିନ ଧରି ଚିନ୍ତା କରୁଥିବା ନୂତନ କାର୍ଯ୍ୟ ଏବଂ ନୂତନ ବ୍ୟବସାୟ ଅତି ସହଜରେ ଆରମ୍ଭ କରି ପାରିବେ। ପୁରାତନ ବନ୍ଧୁ ଓ ଅଚିହ୍ନା ଲୋକଙ୍କ ଠାରୁ ଅକସ୍ମାତ୍ ସାହାଯ୍ୟ ପାଇ ଧନ୍ୟ ହେବେ। ସାଂସାରିକ ଜୀବନ ସୁଖମୟ ହେବ। ଉଦ୍ୟୋଗ, ରେଶମୀବସ୍ତ୍ର, ଅଗରବତୀ, ଇଟା, କ୍ଷୀର, ଦହି, ଘିଅ, ଚାନ୍ଦି, ବାଦ୍ୟଯନ୍ତ୍ର, ଚଳଚିତ୍ର, ଔଷଧ, ଶାଢ଼ୀ ଇଦ୍ୟାଦି ବ୍ୟବସାୟର ଉଦ୍ୟୋଗ କରିପାରିବେ। ସଂଚାଳକ, ଓକିଲ, ନ୍ୟାୟଧୀଶ, ଚିକିତ୍ସକ, କଳାକାରମାନଙ୍କର ପ୍ରବଳ ଉନ୍ନତି ହେବ। ରାଜନୈତିକ କ୍ଷେତ୍ରରେ ପ୍ରବଳ ଲୋକ ସମର୍ଥନ ମିଳିବ। ପୁରୁଖା ନେତା ବା ଦଳର ମୁଖ୍ୟଙ୍କର ଅତ୍ୟନ୍ତ ପ୍ରିୟପାତ୍ର ହୋଇ ପାରିବେ। ପ୍ରତିଯୋଗିତାରେ ଉତ୍ତୀର୍ଣ୍ଣ ହୋଇ ଗୁରୁତ୍ୱପୂର୍ଣ୍ଣ ବିଭାଗର ଦାୟିତ୍ୱ ନେଇ ସୁଚାରୁରୂପେ ଚଳେଇ ପାରିବେ। ଦୀର୍ଘ ଦିନର ଆଶା ଏବେ ପୂରଣ ହେବ। ଉଚ୍ଚ ପଦବୀରେ ଅଧିଷ୍ଠିତ ହୋଇ ପାରନ୍ତି। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କନ୍ୟା:-

ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଶତୃ ପରାଜିତ ହେବେ। ବାକିଥିବା ଅର୍ଥପ୍ରାପ୍ତି ହୋଇ ଆର୍ଥିକ କ୍ଷେତ୍ରରେ  ଉନ୍ନତି  ହେବ। ସ୍ୱାସ୍ଥ୍ୟରେ ଉନ୍ନତି ହେବ। ସରକାରୀ କର୍ମଚାରୀମାନେ କର୍ମକ୍ଷେତ୍ରରେ ଉତ୍ତମ କାର୍ଯ୍ୟ କରି ପଦୋନ୍ନତି ପାଇବେ। ବ୍ୟବସାୟରେ ସ୍ଥିତି ସୁଧୁରିବା ଫଳରେ ନିଜ ପରିଶ୍ରମରୁ ଭଲ ଲାଭ ପାଇବେ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସମସ୍ତଙ୍କର ପୂର୍ଣ୍ଣ ସହଯୋଗ ପାଇବେ। ଉତ୍ତମ ରୋଜଗାର ମିଳିବ। ନୂତନ କର୍ମ ନିଯୁକ୍ତି ପାଇବେ। ଗୃହସ୍ଥ ଜୀବନ ସୁଖମୟ ହେବ। ନୂତନ ଯୋଜନାରେ ସଫଳତା ମିଳିବ। କର୍ମକ୍ଷେତ୍ରରେ ଉଚ୍ଚପଦସ୍ଥ ବ୍ୟକ୍ତିଙ୍କ ସାହାଯ୍ୟ ପାଇ ସହକର୍ମୀଙ୍କ ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟକ୍ଷେତ୍ରରେ ଆଶାନୁରୂପ ଲାଭପାଇବେ। କଳା ସାହିତ୍ୟ କିମ୍ବା ଆନୁଷ୍ଠାନିକ କାମଗୁଡ଼ିକରେ ସମସ୍ୟା ସମାଧାନ ହୋଇଯିବ। କାର୍ଯ୍ୟକ୍ଷେତ୍ରରେ ସଫଳତା ପାଇ ଆଶା ଆକାଂକ୍ଷା ଓ ମହତ୍ୱାକାଂକ୍ଷା ପୂର୍ଣ୍ଣହେବା ସହ ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ବୃଦ୍ଧି ହେବ। ପରିବାରରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ତୁଳା:-

ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର କର୍ମକ୍ଷେତ୍ରରେ ଜବରଦସ୍ତି ଉନ୍ନତି ଓ ନ୍ୟାୟ ମିଳିବା ଦ୍ଵାରା ଆୟର ସ୍ରୋତ ଖୋଲିଯିବ। ପୁଞ୍ଜି ଲଗାଣ, ଉଦ୍ୟୋଗ, ଧନ ଆଦାନ ପ୍ରଦାନରେ ଲାଭବାନ୍ ହେବେ। ଆର୍ଥିକ ଉନ୍ନତିରେ ବନ୍ଧୁ ମିତ୍ରଙ୍କର ସହଯୋଗରେ କାର୍ଯ୍ୟ କ୍ଷେତ୍ରରେ ସଫଳତା ପାଇ ଆଶା ଆକାଂକ୍ଷା ଓ ମହତ୍ୱାକାଂକ୍ଷା ପୂର୍ଣ୍ଣହେବ। ପାରିବାରିକ ଜୀବନରେ ଅଶାନ୍ତି ଦୂର ହେବା ସହିତ ଦାମ୍ପତ୍ୟ ଜୀବନ ସୁଖମୟ ହେବ। ଧାର୍ମିକ କାର୍ଯ୍ୟରେ ରୁଚି ବଢ଼ିବ। ସରକାରୀ କର୍ମଚାରୀମାନେ କର୍ମ କ୍ଷେତ୍ରରେ ସହକର୍ମୀ ମାନଙ୍କ ଦ୍ୱରା ବହୁ ସୁବିଧା ପାଇବେ। ପୈତୃକ ସମ୍ପତ୍ତିକୁ ନେଇ ଭାତୃ ବିବାଦ ମେଣ୍ଟିଯିବ ଓ ସାମାଜିକ ପ୍ରତିଷ୍ଠା ମାନ ସମ୍ମାନ ବୃଦ୍ଧି ହେବ। କର୍ମ ସନ୍ଧିତ୍ସୁମାନେ କର୍ମ ନିଯୁକ୍ତିରେ ସଫଳ ହେବେ। ଆମୋଦ, ପ୍ରମୋଦ, ମନୋରଞ୍ଜନ, ଦୀର୍ଘ ଯାତ୍ରା, ଛୋଟ ବଡ଼ ମିଟିଂରେ ଯୋଗ ଦେବେ। ଆର୍ଥିକ ଉନ୍ନତି ଫଳରେ ଚିନ୍ତା କରିଥିବା କାର୍ଯ୍ୟ ପୂରଣ ହୋଇପାରିବ। ଯଦି କୌଣସି ନୂତନ ଯୋଜନାର କ୍ରିୟାନ୍ୱିତ କରିବାକୁ ଚାହୁଁଥାନ୍ତି, ତା’ହେଲେ ଆଗେଇ ନବା ଉଚିତ୍। ବ୍ୟବସାୟ ସମ୍ବନ୍ଧୀୟ ଜରୁରୀ କାର୍ଯ୍ୟ ପାଇଁ ଯାତ୍ରା କରିବାକୁ ପଡ଼ିବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ବିଚ୍ଛା:-

ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ପାରିବାରିକ ଅଶାନ୍ତି ଦୂରେଇ ଯାଇ ପରିବାରରେ ସୁସ୍ଥ ବାତାବରଣ ଜାରି ରହିବ ଓ ନିଜ ଗୃହ ସମସ୍ୟା ସଜାଡିବାର  ସୁବିଧା ପାଇବେ। ସରକାରୀ କର୍ମଚାରୀମାନେ କର୍ମକ୍ଷେତ୍ରରେ ପରସ୍ପରକୁ ସାହାଯ୍ୟ ସହଯୋଗ କରି, ଗଠନମୂଳକ କାର୍ଯ୍ୟ ହାତକୁ ନେବେ। ହେବେ। ଶିକ୍ଷାକ୍ଷେତ୍ରରେ ତେଜସ୍ୱୀ, ବ୍ୟବହାରକୁଶଳ, ଅନୁଶାସନ ପ୍ରିୟ, ଗୁଣିଜ୍ଞାନୀ, ଯୋଗ୍ୟ, ଆଜ୍ଞାପାଳକ, ସୌଭାଗ୍ୟଶାଳୀ ହେବେ। ବ୍ୟବସାୟରେ ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନ ଯୋଜନା ପ୍ରସ୍ତୁତ କରିବେ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ଦୂରଯାତ୍ରାର ସୁଯୋଗ ପାଇବେ ଓ ଆଶାତୀତ ଲାଭମିଳିବ। ଆୟ ଉପାର୍ଜନରେ ବାଧାନାହିଁ। ପୈତୃକ ସମ୍ପତ୍ତିକୁ ନେଇ  ପାରିବାରିକ ଦ୍ଵନ୍ଦ ମେଣ୍ଟିଯିବ ଓ ମାନସିକ ଏକାଗ୍ରତା ବଜାୟ ରହିବ। ବାଦବିବାଦ, ମାଲିମୋକଦ୍ଦମା, କୋର୍ଟ କଚେରୀ ମାମଲାରେ ବିଜୟୀ ହେବେ। ପରୀକ୍ଷା ପ୍ରତିଯୋଗିତା ସାକ୍ଷାତ୍କାରରେ ସଫଳହେବେ। ରାଜନୀତି କ୍ଷେତ୍ରରେ ମାନସିକ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ବୃଦ୍ଧିହେବ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

ଧନୁ:-

ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଆର୍ଥିକ କ୍ଷେତ୍ରରେ ଉନ୍ନତି ହେବ। ବରିଷ୍ଠ ବ୍ୟକ୍ତିଙ୍କ ପ୍ରେରଣା ଓ ଆର୍ଥିକ ସହାୟତା ଫଳରେ ଦୂରଯାତ୍ରାର ସୁଯୋଗ ପାଇ ସଫଳତା ଅର୍ଜନ କରିବେ ଓ ଆତ୍ମବିଶ୍ୱାସ ବୃଦ୍ଧି ପାଇବ। ପ୍ରତିଯୋଗୀ ପରୀକ୍ଷାରେ ପ୍ରଶାସନିକ ସେବାପାଇଁ କରିଥିବା ଶ୍ରମ ଅବଶ୍ୟ ଶୁଭଫଳ ଦେବ। ପରାକ୍ରମ ପ୍ରତିଷ୍ଠା ମାନସମ୍ମାନ ବୃଦ୍ଧି ହେବ। ସରକାରୀ କର୍ମଚାରୀମାନେ ପ୍ରମୋଶନ ପାଇ ଖୁସି ହେବେ ଏବଂ ଧନଲାଭ କରିବାର ସୁଯୋଗ ପାଇବେ। ଏହି ସମୟରେ ବ୍ୟବସାୟୀମାନେ ବ୍ୟବସାୟକୁ ବିସ୍ତାରିତ କରିବାପାଇଁ ସକ୍ଷମ ହେବେ ଏବଂ ସଂପତ୍ତି କ୍ରୟ କରିବାପାଇଁ ଅତ୍ୟନ୍ତ ଶୁଭ ସମୟ। ସନ୍ତାଠାରୁ ସୁଖପ୍ରାପ୍ତି ହେବ। କାର୍ପାସ, ଚିତ୍ରକଳା, ଷ୍ଟେସ୍ନାରୀ, ଚଳଚିତ୍ର, ମିଠାଦ୍ରବ୍ୟ ବା ମିଷ୍ଠାନ୍ନ ଭଣ୍ଡାର, ଚାନ୍ଦି, ଚାଉଳ, ଗହମ, ବସ୍ତ୍ର, ଫଟୋଗ୍ରାଫି, ଶୃଙ୍ଗାର ପ୍ରସାଧନୀ ବ୍ୟବସାୟୀମାନେ ବା ଏହି ସଂସ୍ଥାରେ କାର୍ଯ୍ୟ କରୁଥିବା ବ୍ୟକ୍ତିମାନେ ବିଶେଷ ଲାଭବାନ ହେବେ। ଇଂରାଜୀ ପ୍ରଫେସର, ଅଭିନେତା ଓ ଅଭିନେତ୍ରୀ, ସଙ୍ଗୀତଜ୍ଞ, ସଫଳତାର ଶୀର୍ଷରେ ପହଞ୍ଚି ପାରିବେ। ରାଜନିତୀ କ୍ଷେତ୍ରରେ ସଫଳତା ସହ ଗୁରୁତ୍ୱପୂର୍ଣ୍ଣ ବିଭାଗର ଦାୟିତ୍ୱ ତୁଲାଇବେ। ପ୍ରତିକାର-ପିତା ମାତାଙ୍କ ପାଦଛୁଇଁ ପ୍ରଣାମ କରନ୍ତୁ।

ମକର:-

ଏସପ୍ତାହରେ ମହିଳା ଓ ପୁରୁଷ ମାନେ ନଷ୍ଟ ହୋଇଥିବା ପ୍ରତିଷ୍ଠା ପ୍ରତିପତ୍ତି ପୂନର୍ବାର ଫେରିପାଇ ସମ୍ମାନିତ ହେବେ। ଭାଗ୍ୟର ପରିବର୍ତ୍ତନ ହେଲାଭଳି ଉନ୍ନତି ପଥରେ ଅଗ୍ରସର ହେବେ। ସନ୍ତାନ କ୍ଷେତ୍ରରେ ଉନ୍ନତି ହେବ। ବେପାର ବଣିଜରେ ପ୍ରଚୁର ଲାଭ ମିଳିବ। ନୂଆ ନୂଆ ଉପାୟ ଚିନ୍ତା କରିବେ। ଅଚାନକ ଆୟ ବୃଦ୍ଧି ହେତୁ ଆଚମ୍ବିତ ହୋଇଯିବେ। ଉଚ୍ଚସ୍ତରୀୟ ଯାନବାହନ କ୍ରୟ କରିବାର ସୁବିଧା ସୁଯୋଗ ପାଇବେ। ବ୍ୟବସାୟୀକ, ଆଧ୍ୟାତ୍ମିକ, ଉଚ୍ଚଶିକ୍ଷା ନିମିତ୍ତ ବିଦେଶ ଯାତ୍ରା ଫଳରେ ଅତ୍ୟନ୍ତ ଲାଭବାନ ହେବେ। ଦୀର୍ଘଦିନ ଧରି ଅଧା ହୋଇ ପଡ଼ିଥିବା କାର୍ଯ୍ୟମାନ ଧିରେ ଧିରେ ପୂର୍ଣ୍ଣ ହୋଇଯିବ। ଆୟର ଯଥେଷ୍ଟ ଅର୍ଥ ସାମାଜିକ ଏବଂ ଶୁଭକାର୍ଯ୍ୟରେ ଖର୍ଚ୍ଚ କରିବେ। ଧର୍ମ ଅନୁଷ୍ଠାନ, ଯଜ୍ଞାନୁଷ୍ଠାନ, ପଞ୍ଚାୟତ କ୍ଷେତ୍ରରେ ଉତ୍ସାହିତ ହେବେ। ଧନଧାନ୍ୟ, ମାନସମ୍ମାନ ପ୍ରତିଷ୍ଠା ପରାକ୍ରମ ବୃଦ୍ଧି ପାଇବ। ଦାମ୍ପତ୍ୟ ସୁଖରେ ସୁଖୀ ହେବେ। ଗୃହରେ ସୁଖଶାନ୍ତି ବିରାଜମାନ କରିବ। ପ୍ରକୃତିର ବିଚିତ୍ର ସିଦ୍ଧାନ୍ତ ଫଳରେ ଦୀର୍ଘଦିନର କଷ୍ଟ ଦୂର ହୋଇ ସୁଖର ସ୍ୱପ୍ନ ଦେଖିପାରିବେ। ପ୍ରଗତି, ଲାଭ, ଭୌତିକ ସଂବୃଦ୍ଧି ବୃଦ୍ଧି ହେବ। କମ୍ପାନୀ, ବ୍ୟାଙ୍କ, କମ୍ପ୍ୟୁଟର ଇତ୍ୟାଦି ବିଭାଗରେ ନୂତନ କର୍ମପ୍ରାପ୍ତି ହେବ। ପ୍ରତିକାର- ଗୋମାତାକୁ ଖାଇବାକୁ ଦିଅନ୍ତୁ।

କୁମ୍ଭ:-

ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଶତୃମାନେ ତଳମୁହାଁ ହେବେ। ଠିକାଦାରୀ, ସଡକ, ଗୃହନିର୍ମାଣ ସାମଗ୍ରୀ ବ୍ୟବସାୟ, ପ୍ଳାଷ୍ଟିକ୍ ଚମଡା, ବସ୍ତ୍ର, ଫଳ, ତେଲ, ଲୁହା, ମଟର ପାର୍ଟସ୍, କୋଇଲା, ପେଟ୍ରୋଲିୟମ ପଦାର୍ଥ, ଏଜେନ୍ସି ଆଦି ବ୍ୟବସାୟରେ ଲାଭବାନ ହେବେ। କଳକାରଖାନା, କୋଇଲା ଖଣି, ରେଳବିଭାଗ, ଡାକ ଓ ତାର ବିଭାଗ, ଟ୍ରାନ୍ସପୋର୍ଟ ବିଭାଗରେ କାର୍ଯ୍ୟ କରୁଥିବା ବ୍ୟକ୍ତିମାନେ ଅଧିକ ପରିଶ୍ରମ କରି ପ୍ରଶଂସା ପାଇବେ। ରାଜନୈତିକ କ୍ଷେତ୍ରରେ ଲୋକ ସମର୍ଥନ, ଦଳ ସମର୍ଥନ ବଢିବା ସହ ମୁଖ୍ୟନେତାଙ୍କର ପ୍ରିୟପାତ୍ର ହେବେ। ମାଲିମକଦ୍ଦମାରେ ବିଜୟଲାଭ ହେବ। ସମସ୍ତ ସମସ୍ୟା ଅପସରି ଯିବ। ସନ୍ତାନ ଯୋଗେ ଆନନ୍ଦିତ ହେବେ। ଉଚ୍ଚାଧିକାରୀ, ସହ କର୍ମୀ, ଭାଇ ବନ୍ଧୁ ବା କୌଣସି ବିଶିଷ୍ଠ ବ୍ୟକ୍ତିଙ୍କର ସହଯୋଗ ମନୋବଳକୁ ବଢ଼େଇ ଦେବ। ପ୍ରବାସ ଓ ଯାତ୍ରାରେ ଲାଭବାନ୍ ହେବେ। ବ୍ୟବସାୟ କ୍ଷେତ୍ରରେ ପ୍ରସାର, ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ। ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବେ। ନିଜର ବୁଦ୍ଧି, ବିବେକ ଖଟାଇ ସମସ୍ୟାର ସମାଧାନ କରିପାରିବେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ମୀନ:-

ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଆକସ୍ମିକ ଧନ ଲାଭ ହେବ। ଶାରିରୀକ ସୁସ୍ଥତା ଦେଖା ଦେବ। ସରକାରୀ କର୍ମଚାରୀମାନେ କର୍ମକ୍ଷେତ୍ରରେ ପଦୋନ୍ନତି ଓ ସଫଳତା ଲାଭ କରିବା ସହ ଯେ କୌଣସି କାମରେ ହାତ ଦେଲେ, ସେଥିରେ ସଫଳତା ପାଇବେ। ପ୍ରଶାସନିକ ସ୍ତରରେ ପରିଚାଳନା ଦାୟିତ୍ୱ କ୍ରମେ ବୃଦ୍ଧି ପାଇବ। ଆର୍ଥିକସ୍ଥିତି ସୁଧାରିବାକୁ ଚେଷ୍ଟା କରିବେ। ଜାଗା, ଜମି, ଗୃହ ବାହନ ଆଦି ପାଇଁ ଚୂକ୍ତିହେବ। ଶତୃ, ରୋଗ, ଋଣରୁ ମୁକ୍ତି ହେବା ସହ ଆଶାନୁରୂପ ଲାଭ କରିବେ। ବ୍ୟବସାୟରେ ବିରାଟ ଯୋଜନାର ସଂକଳ୍ପ ନେବେ ଓ ନୂତନ ଆୟର ପନ୍ଥା ଖୋଲିଯିବା ସହ ଉତ୍ତମ ରୋଜଗାର ହେବ। ଯୁବକ ଯୁବତୀ ମାନଙ୍କର କର୍ମନିଯୁକ୍ତି କ୍ଷେତ୍ରରେ ସଫଳତା ଦେଖାଦେବ। ଶୁଭ ସମାଚାର ମିଳିବ ଓ ନିଜଲୋକ ସାହାଯ୍ୟ କରିବେ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ମିଛଆଶା ଉପରେ ନିର୍ଭର ନକରି ନିଜକୁ ନିୟନ୍ତ୍ରଣ କରିପାରିବେ। ପରୀକ୍ଷା ଓ ସାକ୍ଷାତକାରରେ ମନୋକାମନା ପୂରଣ ହେବ ଓ ଆତ୍ମ ବିଶ୍ୱାସ ବୃଦ୍ଧି ହୋଇ ଲାଭର ମାର୍ଗ ପ୍ରଶସ୍ଥ ହେବ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!