ଦୈନିକ ରାଶିଫଳ: ୧୨ ଡିସେମ୍ବର ୨୦୧୮। ଗଣେଶଙ୍କ କୃପାରୁ ଏହି ସବୁ ରାଶିର ଧନ ସମ୍ବନ୍ଧିତ ସମସ୍ୟା ହେବ ଦୂର

ଶେୟାର କରନ୍ତୁ ଅନ୍ୟମାନକ ସହିତ

ଦୈନିକ ରାଶିଫଳ: ୧୨ ଡିସେମ୍ବର ୨୦୧୮। ଗଣେଶଙ୍କ କୃପାରୁ ଏହି ସବୁ ରାଶିର ଧନ ସମ୍ବନ୍ଧିତ ସମସ୍ୟା ହେବ ଦୂର

ମେଷ:-

ପରିବାରରେ ସୁସ୍ଥ ବାତାବରଣ ଜାରି ରହିବ। ପରସ୍ପରକୁ ସାହାଯ୍ୟ କରି ଉତ୍ତମ ଯୋଜନାବଦ୍ଧ ହେବାର ସମ୍ଭାବନା ଅଛି। ବନ୍ଧୁବାନ୍ଧବ ମାନେ ଆର୍ଥିକ କ୍ଷେତ୍ରରେ ସାହାଯ୍ୟ ସହଯୋଗ କରିବେ।  ସାମାଜିକ ସ୍ତରରେ ନିଜର ଉପସ୍ଥିତି ବୁଦ୍ଧି ପ୍ରୟୋଗ କରି କାର୍ଯ୍ୟ ହାସଲ କରିବେ। ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବ। ଆର୍ଥୀକ ଦିଗରୁ ଉନ୍ନତି ଓ ନୂତନ ପଦାର୍ଥ ସଂଗ୍ରହକରିବେ । ବ୍ୟବସାୟ ସମ୍ବନ୍ଧିତ ଯାତ୍ରା କରିବାକୁ ପଡିବ। ପାରିବାରିକ ସମ୍ପର୍କରେ ଉନ୍ନତି ହେବ ଓ ହସ ଖୁସିର ବାତାବରଣ ଖେଳିଯିବ। ପ୍ରତିକାର:  ଅଶ୍ୱସ୍ଥ ବୃକ୍ଷ ମୂଳରେ କ୍ଷୀର ଗୁଡ଼ ପଣାକରି ଢ଼ାଳନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-

ସହକର୍ମୀ ଓ ଅଧସ୍ତନ କର୍ମଚାରୀଙ୍କ ସହ ସମ୍ପର୍କ ଭଲ ରହିବ ଓ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁସମ୍ପର୍କସ୍ଥାପିତ ହେବ। ଜାଗା, ଜମି, ବାସଗୃହ ଓ ଯାନବାହାନ କ୍ରୟ କରିବାର ସୁବିଧା ପାଇବେ। ବ୍ୟବସାୟରେ ଆଶାତୀତ ଲାଭକରି ଖୁସିହେବେ। ପରିବାରରେ କଳହ ମେଣ୍ଟିଯିବ। ନିର୍ମାଣ ମୂଳକ ଯୋଜନାରେ ଆଗେଇ ପାରିବେ। ରାଜନୀତିରେ ଉଚ୍ଚ ସମ୍ଭାବନାର ଆଶା ଆଶ୍ୱାସନା ଲାଭ କରି ମାନସିକ ଶାନ୍ତି ପାଇବେ ଓ ସଫଳତା ମିଳିବ। ପିଲାମାନଙ୍କ କାର୍ଯ୍ୟରେ ଆନନ୍ଦିତ ହେବେ। ମହିଳାମାନେ ମାଙ୍ଗଳିକ କାର୍ଯ୍ୟରେ ଯୋଗଦେଇ ପଡୋଶୀମାନଙ୍କ ଠାରୁ ପ୍ରଶଂସା ପାଇବେ। ପ୍ରତିକାର-ଷଣ୍ଢକୁ କିଛି ଖୁଆନ୍ତୁ।

ମିଥୁନ:-

କର୍ମକ୍ଷେତ୍ରରେ ଅତ୍ୟଧିକ ପରିଶ୍ରମ କରିବା ଫଳରେ ପ୍ରଶଂସିତ ହେବେ। ଆରମ୍ଭ କରିଥିବା କାର୍ଯ୍ୟ ଶେଷ କରିପାରିବେ। ସାଧୁ-ସନ୍ଥ ଓ ଗୁରୁଜନଙ୍କ ଶୁଭାଶୀର୍ବାଦ ପ୍ରାପ୍ତ ହେବ। ଶୁଭ ବା ମଙ୍ଗଳ କାମ କରିପାରିବେ। ଶତୃ ଓ ବିରୋଧୀମାନେ ପରାସ୍ତ ହେବେ। ରାଜନୀତି କ୍ଷେତ୍ରରେ ସମ୍ମାନ ପାଇବେ। ବିଦ୍ୟା କ୍ଷେତ୍ରରେ ଆଶାମୁତାବକ ଫଳ ପାଇବେ। ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସୁସମ୍ପର୍କ ରହିବ। ବୁଦ୍ଧିମାତା କାରଣରୁ ସମସ୍ତ କ୍ଷେତ୍ରରେ ଲାଭ ମିଳିବ। ମହିଳାମାନେ ପାରିବାରିକ କ୍ଷେତ୍ରରେ ସାମୟିକ ଶାନ୍ତି ପାଇବେ। ପ୍ରତିକାର- ଗାଈକୁ ଖାଇବାକୁ ଦିଅନ୍ତୁ।

କର୍କଟ:

ଅପଣା ଲୋକଙ୍କ ସହଯୋଗ ବୃଦ୍ଧି ପାଇବ। ଅଶାନ୍ତି ଓ ବିଶୃଙ୍ଖଳାରୁ ମୁକ୍ତ ହେବେ। ନିକଟସ୍ଥ ବ୍ୟକ୍ତି ସାହାର୍ଯ୍ୟ କରିବା ଦ୍ଵାରା ସଫଳତା ମିଳିବ। ଆର୍ଥିକ ସ୍ଥିତିରେ ପରିବର୍ତ୍ତନ ହେବ। ମିତ୍ର ଓ ସହଯୋଗୀଙ୍କ ଦ୍ଵାରା ଆଶାତୀତ ସହଯୋଗ ମିଳିବ। ନୂଆ କାମ ନୂଆ ପ୍ରେରଣା ଦେବ। ଅତୀତ କଥାକୁ ଚିନ୍ତା କରି ଭାବପ୍ରବଣତା ବୃଦ୍ଧି ହେବ। ପଡୋଶୀମାନେ ସ୍ଵାର୍ଥ ହାସଲ କରିବା ପାଇଁ ବାକ୍ ଚତୁରୀ କଥା କହି କାର୍ଯ୍ୟ ପୂରଣ କରିବେ। ଚକ୍ଷୁ ପୀଡା ସହ ଦୈନିକ କାର୍ଯ୍ୟରେ ବ୍ୟବଧାନ ଉତ୍ପନ୍ନ ହେବ। କ୍ରୋଧ ନିୟନ୍ତ୍ରଣ ନ ରଖିଲେ ଅନେକ କ୍ଷତି ହେବ। ପ୍ରତିକାର- କୁକୁରକୁ ରୁଟି ଖାଇବାକୁ ଦିଅନ୍ତୁ।

ସିଂହ:-

ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ ଓ ବକେୟା ଅର୍ଥ ଆଦାୟ ହେବ। ମାନସିକ ଦୁଶ୍ଚିନ୍ତା, ଶତୃବାଧା ଦୂରେଇ ଯିବ। ସନ୍ତାନ ସନ୍ତତିଙ୍କ ମର୍ଜି ରକ୍ଷାକରି ଶାନ୍ତି ପାଇବେ। ନିର୍ମାଣ, ଯୋଗାଯୋଗ, ସଭାସମିତି ପାଇଁ ଅଧିକ ସମୟ ଦେବାକୁ ପଡିବ। ବହୁତ ଦିନରୁ ରଖିଥିବା ଧନ ଭିନ୍ନ ବାଟରେ ଖର୍ଚ୍ଚ ହୋଇଯିବ। କୌଣସି ପୁରାତନ ରୋଗରୁ ମୁକ୍ତି ମିଳିବ। ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନ ବୃଦ୍ଧି ହେବ। ବ୍ୟବସାୟରେ ଉତ୍ତମ ରୋଜଗାର କରି ପାରିବେ। ଯଦି କୌଣସି ନୂତନ ଯୋଜନାର କ୍ରିୟାନ୍ୱିତ କରିବାକୁ ଚାହୁଁଥାନ୍ତି, ତା’ ହେଲେ ଆଗେଇ ନବା ଉଚିତ୍। ଅନେକ ସମସ୍ୟାର ସମାଧାନ ହେବ। ପ୍ରତିକାର- ଘରୁ ବହାରରିବା ସମୟରେ ମୁହଁ ମିଠା କରି ବାହାରନ୍ତୁ।

କନ୍ୟା:-

ପାରିବାରିକ ଜୀବନ ସୁଖ ଶାନ୍ତିରେ କଟିବ। ଦୂରସ୍ଥାନକୁ ଯାତ୍ରା କରିବେ। ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନ ବୃଦ୍ଧି ହେବ। ଆଶା କରିଥିବା କାର୍ଯ୍ୟଟି ପୂରଣ ହେବ। ଶୁଭ ସମାଚାର ପାଇ ଖୁସି ହେବେ। ଇଛା ନ ଥିଲେ ମଧ୍ୟ କେତେକ କର୍ମ କରିବାକୁ ବାଧ୍ୟ ହେବେ। ବ୍ୟବସାୟରେ ଇଚ୍ଛା ମୁତାବକ ଲାଭପାଇବେ। ଅନେକ ଶୁଭ କର୍ମର ସୁଯୋଗ ପାଇବେ। ରାଜନୀତି କ୍ଷେତ୍ରରେ ପ୍ରତିଷ୍ଠା ପ୍ରତିପତ୍ତି ବୃଦ୍ଧି ପାଇବ। ମହିଳାମାନେ ବିଭିନ୍ନ ପ୍ରକାର ସମସ୍ୟା ଭିତରେ ରହି କାର୍ଯ୍ୟ ହାସଲ କରିବେ। ବିଦ୍ୟା କ୍ଷେତ୍ରରେ ମନ ଲାଗିବ। ପ୍ରତିକାର- ଗାଈକୁ ଖାଇବାକୁ ଦିଅନ୍ତୁ।

ତୁଳା:-

କର୍ମକ୍ଷେତ୍ରରେ ଆନୁଷ୍ଠାନିକ କାମରେ ଠିକ୍ ପରାମର୍ଶ ଦେଇ ଆଦର, ସମ୍ମାନ ଓ ପ୍ରଶଂସା ମିଳିବ। ଜାଗା, ଜମି, ଗୃହ ସମ୍ବନ୍ଧୀୟ ସମସ୍ୟା ସହଜରେ ସମାଧାନ ହେବ। ସନ୍ତାନ ପକ୍ଷର ଚିନ୍ତା ଦୂର ହୋଇଯିବ। ଅଟକିଥିବା କାର୍ଯ୍ୟ ପୂରଣ ହେବ। ପ୍ରତିଯୋଗୀତା ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବେ। କଠିନ କାର୍ଯ୍ୟ ସହଜରେ ସମାଧାନ କରିବେ। ପାରିବାରିକ ସ୍ନେହ ସହାନୁଭୁତି ପ୍ରାପ୍ତି ହେବ। ଶତୃମାନେ ମଥାନତ କରିବେ। ପୁରାତନ ରୋଗର ଉପସମ ଓ ବନ୍ଧୁ ସମାଗମ ହେବ। ଉଚ୍ଚପଦସ୍ଥ ବ୍ୟକ୍ତି ଓ ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ନିବିଡ ହେବ। ବ୍ୟବସାୟ ପାଇଁ ଭ୍ରମଣ କରିବା ଫଳରେ ବିଶେଷ ଲାଭାନ୍ଵିତ ହେବେ। ପ୍ରତିକାର:- ଅସହାୟା ବୃଦ୍ଧାଙ୍କୁ ସାହାଯ୍ୟ କରନ୍ତୁ।

ବିଛା:-

ଭୋଗ ବିଳାସଦ୍ରବ୍ୟ କ୍ରୟକରି ଆର୍ଥିକ ଶଙ୍କଟ ଭୋଗିବେ। ଅଭାବ ଅସୁବିଧା ଥାଇ ମଧ୍ୟ କୌଣସି କାମ ଅଟକିବନାହିଁ। ନିଜ ଚେଷ୍ଟାରେ ବାକିଥିବା ଅର୍ଥ ପାଇବେ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ। ଉଚ୍ଚାଧିକାରୀ, ସହକର୍ମୀ, ଭାଇ ବନ୍ଧୁ ବା କୌଣସି ବିଶିଷ୍ଟ ବ୍ୟକ୍ତିଙ୍କର ସହଯୋଗ ମନୋବଳକୁ ବଢେଇଦେବ। କର୍ମ କ୍ଷେତ୍ରରେ ସହଯୋଗୀ ମାନଙ୍କର ପୂର୍ଣ୍ଣ ସହଯୋଗ ପାଇବେ । ବ୍ୟବସାୟ ପାଇଁ ଦୂର ସ୍ଥାନକୁ ଯାତ୍ରା କରି ପାରନ୍ତି। ପରିବାରରେ ହସ ଖୁସିର ବାତାବରଣ ଖେଳିଯିବ। ପ୍ରତିକାର:  ଅସହାୟଙ୍କର ସେବାକରି ଆଶୀର୍ବାଦ ଭିକ୍ଷା କରନ୍ତୁ।

ଧନୁ:-

ଉଚ୍ଚାଧିକାରୀଙ୍କ ସହ ସମ୍ବନ୍ଧ ଦୃଢୀଭୁତ ହେବ। ଆର୍ଥିକ ଉନ୍ନତି ଫଳରେ ଚିନ୍ତା କରିଥିବା କାର୍ଯ୍ୟ ଠିକ୍ ସମୟରେ ପୂରଣ ହୋଇ ପାରିବେ। ସହକର୍ମୀମାନଙ୍କ ସହ ଶତ୍ରୁତା ମେଣ୍ଟିଯିବ। ପରୀକ୍ଷା, ପ୍ରତି ଯୋଗୀତା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ବନ୍ଧୁ ମିତ୍ରଙ୍କଠାରୁ ଉପହାର ପ୍ରାପ୍ତି ହେବ। ପୁଅ ଝିଅଙ୍କ କର୍ମସ୍ଥିର ହେବା ଫଳରେ ଖୁସି ହେବେ। ଆୟବୃଦ୍ଧି, ଋଣମୁକ୍ତି ଓ କର୍ମ କ୍ଷେତ୍ରରେ ଲୋକ ସମ୍ପର୍କ ବୃଦ୍ଧି ହେବ। ବ୍ୟବସାୟରେ ଲାଭର ପରିମାଣ ଅଧିକ ହେବ। ପୂର୍ବ ଶତୃମାନେ ପଛଘୁଞ୍ଚା ଦେବେ। ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢେଇବ। ପ୍ରତିକାର-ଇଷ୍ଟଦେବୀଙ୍କୁ ଭୋଗ ଲଗେଇ ପିଲାଙ୍କୁ ବାଣ୍ଟିବେ।

ମକର:-

ଅଚାନକ ଧନ ପ୍ରାପ୍ତି ହେବ ଓ ଉଚ୍ଚଧିକାରୀ ଓ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ କର୍ମୋନ୍ନତି ହେବ। ଶିକ୍ଷାକ୍ଷେତ୍ରରେ ପରୀକ୍ଷା ପରିଣାମ ଅନୁକୂଳ ହେବା ଫଳରେ ବିଦ୍ୟାରେ ଉନ୍ନତି କରିବେ। ପରିସ୍ଥିତି ଯେତେ ଜଟିଳ ହେଲେ ମଧ୍ୟ କୌଣସି ପ୍ରକାର ଅସୁବିଧା ହେବ ନାହିଁ। ପ୍ରତିଯୋଗିତାରେ ବିଜୟୀ ହେବେ। ଧାର୍ମିକ କାର୍ଯ୍ୟପ୍ରତି ମନ ବଳାଇବେ। ପାରିବାରିକସ୍ତର ହସ ଖୁସିରେ କଟିବ ଓ କର୍ମକ୍ଷେତ୍ରରେ ଚିନ୍ତା କରିଥିବା କାମ ଗୁଡିକ ହେବା ସହ ସୁଖ ସମୃଦ୍ଧି ବୃଦ୍ଧି ହେବ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ପ୍ରତିକାର:- କୁକୁରକୁ ଖାଦ୍ୟ ଦିଅନ୍ତୁ।

କୁମ୍ଭ-

ଶତୃମାନେ ପରାଜିତ ହେବେ। ପ୍ରତେକ କ୍ଷେତ୍ରରେ ବିନୟପୂର୍ଣ୍ଣ କଥା କହି ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ। ନିଜର କାମକୁ ପଛରେ ପକାଇ ଅନ୍ୟଦ୍ଵାରା ପ୍ରଭାବିତ ହୋଇ କୌଣସି ଶୁଭ କାମ କରିବେ। ବାଣିଜ୍ୟ, ପ୍ରତିଦ୍ଵନ୍ଦିତାରେ ଉନ୍ନତମାନର ଫଳପାଇବେ। ପାରିବାରିକ ଆର୍ଥିକ ସଙ୍କଟ ଦୂର ହେବ। ଆଲୋଚନା କ୍ଷେତ୍ରରେ ଠିକ୍ ନିସ୍ପତି ନେବେ। ବାସସ୍ଥାନ ବା ଯାନବାହାନ ପ୍ରାପ୍ତି ହେବାର ଯୋଗ ଅଛି। ଆକସ୍ମିକ ଅର୍ଥଲାଭ ଓ ସୁନାମ ପ୍ରାପ୍ତି ହେବ। ଭାଗୀଦାରମାନେ ପାଦ ସହିତ ପାଦ ମିଶେଇ ବେପାର ବୃଦ୍ଧି କରିବେ। ପ୍ରତିକାର- ଗାଈକୁ ଖାଇବାକୁ ଦିଅନ୍ତୁ।

ମୀନ-

ବରିଷ୍ଠ ବ୍ୟକ୍ତି ଓ ଗୁରୁ ଗୁରୁଜନଙ୍କ ଠାରୁ ପ୍ରଶଂସା ପାଇବେ। ଧାର୍ମିକ କାର୍ଯ୍ୟପ୍ରତି ଆଗ୍ରହୀ ହେବେ ଓ ତୀର୍ଥାଟନ କରି ଯାତ୍ରା କାଳରେ କଷ୍ଟ ଭୋଗିବେ। ହଠାତ୍ କାହାର ଡକରା ପାଇ ଯାତ୍ରା କରିବାକୁ ବାଧ୍ୟ ହେବେ। ପାରିବାରିକ ପରିସ୍ଥିତି ଠିକ୍ ରହିବ। ବ୍ୟବସାୟ କ୍ଷେତ୍ରରେ ପ୍ରତିଦ୍ୱନ୍ଦିତା ଦୂରେଇ ଯିବ। ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବେ। ବିଦ୍ୟାଧ୍ୟୟନ ସମ୍ବନ୍ଧୀୟ ଶୁଭ ସମାଚାର ମିଳିବ। ଗୁରୁ ଗୁରୁଜନ ଆପଣଙ୍କ ବୁଦ୍ଧିକୁ ପ୍ରଶଂସା କରିବେ। ଭାଇ ବନ୍ଧୁ ମାନଙ୍କ ଠାରୁ ଲାଭ ମିଳିବ। ଅଫିସରେ କରିଥିବା କାମର ଶୁଭ ସୂଚନା ପାଇବେ। ପ୍ରତିକାର- ଅସହାୟ ଭୋକିଲା ଲୋକଙ୍କୁ ଖାଦ୍ୟ ଦିଅନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!