ଦୈନିକ ରାଶିଫଳ: ୧୨ ଡିସେମ୍ବର ୨୦୧୯, ମା ଲକ୍ଷ୍ମୀଙ୍କ କୃପାରୁ ଆଜି ଏହି ସବୁ ରାଶି ବ୍ୟକ୍ତିଙ୍କର ବ୍ୟବସାୟରେ ହେବ ପ୍ରବଳ ଲାଭ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-

ଅର୍ଥ ସମ୍ପର୍କିତ ଚୁକ୍ତିପତ୍ର କଲେ ଲାଭବାନ୍ ହେବେ। ପୁଞ୍ଜି ଲଗାଣ, ଉଦ୍ୟୋଗ, ଧନ ଆଦାନ ପ୍ରଦାନରେ ଲାଭବାନ୍ ହେବେ। କର୍ମ କ୍ଷେତ୍ରରେ ଉଚ୍ଚାଧିକାରୀଙ୍କ ସହଯୋଗରେ ଉନ୍ନତି ହେବ। ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ବିଜୟୀ ହେବେ। ପାରିବାରିକ କ୍ଷେତ୍ରରେ ସ୍ୱାର୍ଥ ପ୍ରବୃତ୍ତିର ଶୀକାର ହୋଇ ସମ୍ପର୍କର ମଧୁର ସ୍ୱାଦ ଅନୁଭବ କରିବେ। ନୂତନ ଯୋଜନା ପ୍ରସ୍ତୁତ କରି ବ୍ୟବସାୟରେ ଆୟ ଉପାର୍ଜ୍ଜନର ବୃଦ୍ଧି ହେବ। ସନ୍ତାନର ଶିକ୍ଷା ପାଇଁ ଦୂର ଯାତ୍ରା କରିବାକୁ ପଡ଼ି ପାରେ। ପ୍ରତେକ କ୍ଷେତ୍ରରେ ବିନୟପୂର୍ଣ୍ଣ କଥା କହି ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ। ମନ ଭଲ ରହିବ। ପ୍ରତିକାର– ଷଣ୍ଢକୁ ଖାଇବାକୁ ଦିଅନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-

କର୍ମକ୍ଷେତ୍ରରେ ଆୟର ସ୍ରୋତ ବୃଦ୍ଧି ହେବ। ବିଦ୍ୟାରେ ଉନ୍ନତି ଓ ଉଚ୍ଚ ବିଦ୍ୟା ଅଧ୍ୟୟନ ପାଇଁ ସୁଯୋଗ ପାଇବେ। ଜମିଜମା ସଂକ୍ରାନ୍ତୀୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ। ସ୍ୱାସ୍ଥ୍ୟରେ ଉନ୍ନତି ଘଟିବ। ବନ୍ଧୁମିତ୍ରଙ୍କ ସହ ମନୋରଞ୍ଜନ, ଭ୍ରମଣ ଫଳରେ ହସଖୁସିର ବାତାବରଣ ସୃଷ୍ଟି ହେବ। ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ସଫଳ ହେବେ। ଧୈର୍ଯ୍ୟ ଓ ସହନଶୀଳତା ଯୋଗେ ଯଶ ମିଳିବ। ସାମାଜିକ ପତିଆରା ଅମଳିନ ରହିବ। ଆୟ ଉପାର୍ଜନ ବୃଦ୍ଧି ହେବ। ବ୍ୟବସାୟ ପାଇଁ ଦୂରଯାତ୍ରାର ସୁଯୋଗ ପାଇବେ। ପ୍ରତିକାର:- ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

ମିଥୁନ:-

ଆର୍ଥିକ ଦିଗରୁ ସୁବିଧା ଓ ସ୍ୱାସ୍ଥ୍ୟରେ ଉନ୍ନତି ହେବା ଫଳରେ ମନ ଖୁସି ରହିବ। ବ୍ୟବସାୟରେ ଅଚାନକ ଧନପ୍ରାପ୍ତି ହେବ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ବିଜୟୀ ହେବେ। ପାରିବାରିକ କ୍ଷେତ୍ରରେ ବୁଝାମଣା ଠିକ୍ ରହିବ ଓ ପୈତୃକ ସମ୍ପତ୍ତି ନେଇ ପାରିବାରିକ ଦ୍ୱନ୍ଦ ସମାଧାନ ହୋଇ ପାରେ। ଉଚ୍ଚାଧିକାରି ଓ ସହକର୍ମୀମାନେ କର୍ମକ୍ଷେତ୍ରରେ ସହଯୋଗ କରିବେ। ରାଜନେତାମାନଙ୍କର ଅଶାନ୍ତି ଦୂରେଇଯିବ। ନିଜ ଲୋକମାନେ ପରଭଳି ବ୍ୟବହାର କରିବେ। ନୂତନ ଗୃହୋପକାରଣ ଦ୍ରବ୍ୟ କ୍ରୟ କରିବା ଫଳରେ ସ୍ଵାମୀ ସ୍ତ୍ରୀ ମଧ୍ୟରେ ଭୁଲ୍ ବୁଝାମଣା ହୋଇପାରେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କର୍କଟ:-

ପୁରାତନ ରୋଗର ଉପଶମ ହେବା ଫଳରେ ମନ ଶାନ୍ତ ରହିବ। ପାରିବାରିକ କ୍ଷେତ୍ରରେ ଶାନ୍ତି ଶୃଙ୍ଖଳା ଦେଖାଦେବ। ଅନ୍ୟର ଉପକାର କରି ପ୍ରଶଂସିତ ହେବେ। ବ୍ୟବସାୟରେ ନୂତନଧାରା ଖୋଲିବେ। ନିର୍ମାଣମୂଳକ ଯୋଜନାରେ ଆଗେଇବେ। ଋଣରୁ ମୁକ୍ତି ମିଳିବ। ଶତ୍ରୁବାଧା ଦୂରେଇ ଯିବ। ମାଙ୍ଗଳିକ କାର୍ଯ୍ୟ ସମ୍ପାଦନ ହେବ। ବାଦବିବାଦ, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ସଫଳ ହେବେ। ଶତୃମାନେ ପରାଜିତ ହୋଇ ମିତ୍ରଭାବ ଆଚରଣ କରିବେ। ପିଲାମାନଙ୍କ କାର୍ଯ୍ୟରେ ସନ୍ତୁଷ୍ଟ ହେବେ। ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନ ବୃଦ୍ଧି ହେବ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ସିଂହ:-

ଆର୍ଥିକସ୍ଥିତି ସନ୍ତୋଷପ୍ରଦ ହେବ। ନୂତନ ଯୋଜନା ପ୍ରସ୍ତୁତ କରି ବ୍ୟବସାୟର ପ୍ରସାର ଫଳରେ ଆୟ ବୃଦ୍ଧି ପାଇବ। ପ୍ରିୟଜନଙ୍କ ଉନ୍ନତିରେ ଆନନ୍ଦିତ ହେବେ। ବିବାଦୀୟ ପରିସ୍ଥିତି ସମାଧାନ ହୋଇ ସ୍ୱାସ୍ଥ୍ୟଗତ ସମସ୍ୟାର ଉନ୍ନତି ହେବ। ପାରିବାରିକ କ୍ଷେତ୍ରରେ ଭୂଲ ବୁଝାମଣା କଟି ଯାଇ ଶାନ୍ତିର ବାତାବରଣ ସୃଷ୍ଟି ହେବ। ସନ୍ତାନ ସନ୍ତତି ଅତ୍ୟଧିକ ପରିଶ୍ରମ କରି ଲାଭ ପାଇବେ। କର୍ମକ୍ଷେତ୍ରରେ ନୂତନ ଦାୟିତ୍ୱ ନେଇ ଧାଁ ଦଉଡ଼ କରିବାକୁ ପଡ଼ିବ। ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ସଫଳ ହେବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କନ୍ୟା:-

ଆୟ ଉପାର୍ଜନର ବୃଦ୍ଧି ହେବ। ନୂତନ କାର୍ଯ୍ୟରେ ହାତଦେଇ କୃତ କାର୍ଯ୍ୟ ହେବେ। କୋର୍ଟ କଚେରୀ ମାମଲାରେ ବିଜୟୀ ହେବେ। ଜାଗା, ଜମି, ଗୃହପୋକରଣ କ୍ରୟ କରିବେ। ସହକର୍ମୀମାନେ ପରସ୍ପରକୁ ସାହାଯ୍ୟ ସହଯୋଗ କରି, ଗଠନମୂଳକ କାର୍ଯ୍ୟ ହାତକୁ ନେବେ। ଦୂରଯାତ୍ରାର ସୁଯୋଗ ପାଇବେ। ସାମାଜିକ ସ୍ତରରେ ସହନଶୀଳତା ଗୁଣରୁ ପ୍ରଶଂସିତ ହେବେ। ବ୍ୟବସାୟରେ ଆଶାତୀତ ଲାଭ ମିଳିବ। ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ବିଜୟୀ ହେବେ। ଆୟ ଅପରିବର୍ତ୍ତିତ ରହି ପରିବାରରେ ସୁସ୍ଥ ବାତାବରଣ ଜାରି ରହିବ। ପ୍ରତିକାର- ମୁହଁ ମିଠାକରି ଘରୁ ବାହାରନ୍ତୁ।

ତୁଳା:-

ସମସ୍ୟା ସମାଧାନ ପାଇଁ ବନ୍ଧୁଙ୍କ ସାହାଯ୍ୟ ନେଇ ଆଲୋଚନା କ୍ଷେତ୍ରରେ ସୁଫଳ ପାଇବେ। କର୍ମଚାରୀମାନେ ଭାରସାମ୍ୟ ରକ୍ଷାକରି ନିମ୍ନବର୍ଗଙ୍କ ଯୋଗେ ପରିସ୍ଥିତିକୁ ନିଜ ତରଫରେ ନେଇ, ସ୍ଵାର୍ଥସିଦ୍ଧିର ପଥକୁ ପ୍ରଶସ୍ତ କରିବେ। ପାରିବାରିକ କ୍ଷେତ୍ରରେ ଆତ୍ମସନ୍ତୋଷ ଲାଭ ଓ ସାମାଜିକ ଭାବମୂର୍ତ୍ତି-ସୁରକ୍ଷା ହେବ। କର୍ମକ୍ଷେତ୍ରରେ ନିଜକୁ ନିୟନ୍ତ୍ରଣ ମଧ୍ୟରେ ରଖିବାପାଇଁ ସମର୍ଥ ହେବେ। ଧର୍ମକାର୍ଯ୍ୟପ୍ରତି ମନବଳାଇ ବହୁତ ଶାନ୍ତି ଲଭିବେ। ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ସଫଳ ହେବେ। ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନ ବୃଦ୍ଧି ହେବ। ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ବିଚ୍ଛା:-

ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନ ବୃଦ୍ଧି ହେବ। ବ୍ୟବସାୟ ପରିଚାଳନାଗତ ସମସ୍ୟା ନେଇ ପ୍ରିୟବନ୍ଧୁ ଆର୍ଥିକ ସହାୟତାର ହାତ ବଢେଇବେ। ପରିବାରର ଆବଶ୍ୟକତା ପୂରଣ ଦିଗରେ ବହୁତ ଖର୍ଚ୍ଚାନ୍ତ ହେବେ। ଦୂରଯାତ୍ରା କରିବା ଦ୍ଵାରା ଅସୁସ୍ଥତା ଅନୁଭବ କରିବେ। ଦାମ୍ପତ୍ୟ ସୁଖ କର୍ମମୁଖରତା ଯୋଗେ ବିଚ୍ଛିନ୍ନ ହୋଇପଡ଼ିବ। ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ବିଜୟୀ ହେବେ। ରାଜନେତାମାନଙ୍କର  ସ୍ଥଳବିଶେଷରେ ବ୍ୟୟ ସଂକୋଚନ ନ କଲେ ଆପଣା ଲୋକଙ୍କ ବିରକ୍ତି ଭାଜନ ହେବେ। ଯାନବାହନରେ ସତର୍କତା ଅବଲମ୍ବନ କରିବା ଉଚିତ୍। ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ଧନୁ:-

ବନ୍ଧୁମିତ୍ରଙ୍କ ଆଶ୍ୱସ୍ତି ସୂଚକ କଥା ଶୁଣି ମନ ଖୁସି ରହିବ। ସମ୍ପର୍କୀୟମାନଙ୍କ ଦ୍ୱାରା ସୁବିଧା ପାଇବେ। ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ-ପ୍ରସଙ୍ଗରେ ମଧୁରତା ଆସିବ। ରାଜନୀତିରେ ପ୍ରଶଂସା, ବିଦ୍ୟାକ୍ଷେତ୍ରରେ ସଫଳ, କୃଷିଦ୍ରବ୍ୟ ବାଣିଜ୍ୟରେ ଲାଭ। ମାଲିମୋକଦ୍ଦମା, ପ୍ରତିଯୋଗିତା ପରୀକ୍ଷା ଓ ଖେଳରେ ସଫଳତା ମିଳିବ। ଅଟକିଥିବା ଧନ ପ୍ରାପ୍ତି ହେବ। ବ୍ୟବସାୟ, ବାଣିଜ୍ୟରେ ଲାଭପାଇବେ। ପାରିବାରିକ ଶୃଙ୍ଖଳା ରକ୍ଷା କରିବା ସହ ଆର୍ଥିକସ୍ଥିତି ପ୍ରାୟତଃ ଭଲ ରହିବ। ସମ୍ପର୍କୀୟଙ୍କ ଶୁଭ ସୂଚନା ଶୁଣି ଖୁସି ହେବେ। ପ୍ରତିକାର-ପିତା ମାତାଙ୍କ ପାଦଛୁଇଁ ପ୍ରଣାମ କରନ୍ତୁ।

ମକର:-

ଆର୍ଥିକସ୍ଥିତି ସନ୍ତୋଷପ୍ରଦ ହେବ। ଧାର କରଜ ସୁଝିବାପାଇଁ ସୁଯୋଗ ପାଇବେ। ପ୍ରତ୍ୟେକ କ୍ଷେତ୍ରରେ ମାନସିକସ୍ଥିତି ସୁଦୃଢ଼ ରହିବ। ବ୍ୟବସାୟୀମାନଙ୍କର ବହୁତ ଦିନର ବାକିପଡିଥିବା ଅର୍ଥ ପାଇବେ ଓ ଆୟର ମାର୍ଗ ପ୍ରଶସ୍ତ ହେବ। ରାଜନୀତିରେ ପରିଶ୍ରମଦ୍ୱାରା କାର୍ଯ୍ୟ ସଫଳ ହେବ। ପରିବାରର ସାହାଯ୍ୟରେ ଉପକୃତ ହେବେ। ମହିଳାମାନଙ୍କର ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭହେବ ଓ ବନ୍ଧୁମିତ୍ର, ଭାଇ ଭଳି ବ୍ୟକ୍ତିମାନେ ସହଯୋଗ କରିବେ। ଛାତ୍ରଛାତ୍ରୀ ମାନଙ୍କର ଖେଳରେ ଉନ୍ନତି ହେବା ସହ ଦୂରଯାତ୍ରାରେ ସୁଖମିଳିବ। ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କୁମ୍ଭ:-

ବାଣିଜ୍ୟ, ନିର୍ମାଣ ଓ ପରିବହନ କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ। ଆର୍ଥିକ ସଙ୍କଟ ଦୂରେଇଯିବ। ପାରିବାରିକ କ୍ଷେତ୍ରରେ ରହିଥିବା ସମସ୍ୟା ସମାଧାନ ହୋଇଯିବ । ସାମାଜିକ ସ୍ତରରେ ନିଜର ଉପସ୍ଥିତି ବୁଦ୍ଧି ପ୍ରୟୋଗ କରି କାର୍ଯ୍ୟ ହାସଲ କରିବେ। ପଡୋଶୀମାନେ ସମ୍ମୁଖରେ ପ୍ରଶଂସା କରିବେ। ମହିଳାମାନେ ପରିବାର କାର୍ଯ୍ୟରେ ରତହେବେ ଓ ଦାମ୍ପତ୍ୟ ସୁଖରେ ଶୁଖିହେବେ। ରାଜନୀତିକ୍ଷେତ୍ରରେ ସମ୍ମାନ ପାଇବେ। ସାହିତ୍ୟ, ସମ୍ବାଦିକ, ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ। ବିଦ୍ୟାକ୍ଷେତ୍ରରେ ପ୍ରଶଂସିତ ହେବେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ମୀନ:-

ସନ୍ତାନମାନଙ୍କର ଉନ୍ନତି, ସମସ୍ତ କାର୍ଯ୍ୟରେ ଶୁଭଫଳ ପ୍ରାପ୍ତି ହେବ। ଶିଳ୍ପ, ବାଣିଜ୍ୟ ବ୍ୟବସାୟରେ ପ୍ରତିଷ୍ଠା, ପ୍ରତିପତ୍ତି, ମାନସମ୍ମାନ ଓ ଯଶ ପାଇବେ। ବିଦ୍ୟାରେ ଉନ୍ନତିହେବା ସହ ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ। ବନ୍ଧୁମାନଙ୍କ ସାହାଯ୍ୟ ନେଇ ପାରିବାରିକ ତିକ୍ତତାର ସମାପ୍ତି ହେବ। ଆନୁଷ୍ଠାନିକ ବା ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ଲାଭ କରିବେ ଓ ବିଭିନ୍ନ ଦିଗରୁ ଲାଭବାନ୍ ହେବେ। ରାଜନୀତିରେ ଲୋକସମ୍ପର୍କ ବଢ଼ିବ। ଉଚ୍ଚ ବିଦ୍ୟା ଅଧ୍ୟୟନ ପାଇଁ ସୁଯୋଗ ପାଇବେ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ପ୍ରତିକାର:-ମାଂସଭୋଜନ, ମାଦକଦ୍ରବ୍ୟ ସେବନରୁ ଦୂରେଇ ରୁହନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!