ଦୈନିକ ରାଶିଫଳ: 12 ଡିସେମ୍ବର 2022, ମହାଦେବଙ୍କ କୃପା ରହିବ ଏହି 5ଟି ରାଶି ଉପରେ, ମିଳିବ କର୍ମରେ ଉନ୍ନତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୨ମସିହା, ଡିସେମ୍ବର ମାସ ୧୨ତାରିଖ, ସୋମବାର, ବିଛାମାସ ୨୭ଦିନ, ପୌଷମାସ, କୃଷ୍ଣପକ୍ଷ, ଚତୁର୍ଥୀତିଥି, ପୁଷ୍ୟା ନକ୍ଷତ୍ର, କର୍କଟ ରାଶିରେ ଚନ୍ଦ୍ର। ଇନ୍ଦ୍ରଯୋଗ ପ୍ରାତଃ ୬ଟା ୬ମିନିଟ୍ ପରେ ବୈଧୃତି ଯୋଗ। ବାଳବ କରଣ ସନ୍ଧ୍ୟା ୬ଟା ୪୯ମିନିଟ୍ ପରେ କୌଳବ କରଣ। ମିଥୁନ ରାଶିର ଘାତବାର। ମୂଳା ନ ଖାଇଲେ ଭଲ ସନ୍ଧ୍ୟା ୬ଟା ୪୯ମିନିଟ୍ ପରେ ବେଲ, ପଣସ ନ ଖାଇଲେ ଭଲ। ଯୋଗିନୀ- ନୈଋତେ ସନ୍ଧ୍ୟା ୬ଟା ୪୯ମିନିଟ୍ ପରେ ଦକ୍ଷିଣେ ଯାତ୍ରା ନିଷେଧ। ଶ୍ରାଦ୍ଧତର୍ପଣ- ଚତୁର୍ଥୀର ଏକୋଦ୍ଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ। ଅଶୁଭସମୟ- ସକାଳ ୭ଟା ୩୬ମିନିଟ୍ ରୁ ୮ଟା ୫୭ମିନିଟ୍, ଦିବା ୨ଟା ୨୨ମିନିଟ୍ ରୁ ୩ଟା ୪୩ମିନିଟ୍, ରାତ୍ରି ୧୦ଟା ୧ମିନିଟ୍ ରୁ ୧୧ଟା ୪୦ମିନିଟ୍। ଶୁଭସମୟ- ପ୍ରାତଃ ୬ଟା ୧୬ମିନିଟ୍ ରୁ ୭ଟା ୩୫ମିନିଟ୍, ଦିବା ୯ଟା ୯ମିନିଟ୍ ରୁ ୧୧ଟା ୧୭ମିନିଟ୍, ରାତ୍ର ୭ଟା ୪୪ମିନିଟ୍ ରୁ ୧୦ଟା, ରାତ୍ର ୨ଟା ୪୬ମିନିଟ୍ ରୁ ୩ଟା ୩୬ମିନିଟ୍।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-ରାଜନୀତିରେ ସ୍ଵାର୍ଥରକ୍ଷା କରି କଠିନ ପରିଶ୍ରମ କରିବାକୁ ପଡିବ। ଭାଇ ଭଉଣୀ ବନ୍ଧୁବାନ୍ଧବଙ୍କ ଉତ୍ତମ ସମ୍ପର୍କ ରହିବା ଫଳରେ ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ବେଶ୍ ଆନନ୍ଦ ପାଇବେ। ବ୍ୟବସାୟରେ ନୂତନ ଯୋଜନା ପ୍ରସ୍ତୁତ କରି ଲାଭବାନ ହେବେ। ନୂତନ ଲୋକଙ୍କ ସହ ବନ୍ଧୁତ୍ୱ ସ୍ଥାପନ ହେବ। ପାରିବାରିକ କ୍ଷେତ୍ରରେ ଶାନ୍ତି ଶୃଙ୍ଖଳା ଦେଖାଦେବ। ଭଲ କାମ କରି ସୁଖରେ ଦିନଟି ବିତାଇବେ। ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ।

ବୃଷ:-ଶାରିରୀକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ ଓ ଦୂରଯାତ୍ରାରେ ସଫଳତା ପ୍ରାପ୍ତି ହେବ। ଉତ୍ତମ ରୋଜଗାର ମିଳିବ। ଆୟବୃଦ୍ଧି, ଋଣମୁକ୍ତି, କର୍ମକ୍ଷେତ୍ରରେ ଲୋକ ସମ୍ପର୍କ ବୃଦ୍ଧି ପାଇବ। ନୂତନ ବ୍ୟବସାୟ ଆରମ୍ଭ ଓ ବ୍ୟବସାୟର ପ୍ରଚାର ପ୍ରସାର କରି ଆଶାତିତ ଲାଭବାନ୍ ହେବେ। କର୍ମକ୍ଷେତ୍ରରେ ମାନସିକ ଅଶାନ୍ତି ଦୂର ହୋଇ ଆତ୍ମବିଶ୍ୱାସ ବୃଦ୍ଧି ପାଇବ। ପ୍ରତିଯୋଗୀତା ପରୀକ୍ଷାରେ ଆଶା ମୁତାବକ ଫଳ ପାଇବେ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।

ମିଥୁନ:-ସାମାଜିକ କ୍ଷେତ୍ରରେ ସଫଳତା ପାଇବା ପାଇଁ ଅଧିକ ଧାଁ ଦଉଡ଼ କରିବାକୁ ପଡ଼ିବ। ପ୍ରତେକ କ୍ଷେତ୍ରରେ ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ। ଗଠନମୂଳକ ଯୋଜନା ପ୍ରସ୍ତୁତ କରି ଆଗେଇ ଯିବାର ରାସ୍ତା ଖୋଲି ଯିବ। ଛାତ୍ରଛତ୍ରୀମାନେ କଠିନ ପରିଶ୍ରମ କରିବା ସହିତ ପଢ଼ା ପଢ଼ିରେ ମନଯୋଗ ଦେବେ। ସ୍ୱାସ୍ଥ୍ୟ ଦିଗରୁ ବିଶେଷ ସତର୍କ ରହିବା ଉଚିତ୍। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

କର୍କଟ:-ସବୁ କିଛି ସୁନ୍ଦର ହିଁ ସୁନ୍ଦର ଦେଖା ଦେବ। ସ୍ୱାସ୍ଥ୍ୟରେ ଉନ୍ନତି, ବିଦ୍ୟାରେ ଯଥେଷ୍ଟ ଫଳ ପ୍ରାପ୍ତି ହେବ। ନୂତନ ବ୍ୟବସାୟ ଯୋଜନାର ଶିଳାନ୍ୟାସ କଲେ, ତାହା ଦୀର୍ଘ ସ୍ଥାୟୀହେବ ଓ ବହୁବିଧ ଲାଭ ମିଳିବ। ଆର୍ଥିକ ସ୍ଥିତି ସୁଦୃଢ଼ ହେବ, ଋଣ ପରିଶୋଧ କରିବାର ସୁଯୋଗ ପାଇବେ। ବ୍ୟବସାୟରେ ଭଲ ଲାଭ ପାଇବେ ଓ ବାକିଥିବା ଅର୍ଥପ୍ରାପ୍ତି ହୋଇ ଆର୍ଥିକ କ୍ଷେତ୍ରରେ ଉନ୍ନତି ହେବ। ନୂତନ କର୍ମ ନିଯୁକ୍ତିର ସୁଯୋଗ ପାଇବେ। ପ୍ରତିକାର- ଆମିଷ ସେବନ କରନ୍ତୁ ନାହିଁ।

ସିଂହ:-ସାମୁହିକ ଗତିବିଧି ଦ୍ଵାରା ସଫଳତା ହାସଲ କରିପାରିବେ। ସଂଘର୍ଷ ଦ୍ୱାରା ସଫଳତା ମିଳିବ। ଚାକିରୀ ସମ୍ବନ୍ଧୀୟ କାର୍ଯ୍ୟ ହୋଇଯିବ। ଧାର୍ମିକ କାର୍ଯ୍ୟରେ ମନ ଲାଗିବ ଏବଂ ତୀର୍ଥଯାତ୍ରା ମଧ୍ୟ କରିପାରନ୍ତି। ରାଜନୈତିକ କ୍ଷେତ୍ରରେ ପ୍ରଶଂସିତ ହେବେ। କୌଣସି ଆବଶ୍ୟକୀୟ ଜିନିଷ କିଣିବା ପାଇଁ ଧାର କରିବାକୁ ବାଧ୍ୟ ହେବେ। କୁଟୁମ୍ବରେ ମାଙ୍ଗଳିକ କାର୍ଯ୍ୟ ଓ ଧାର୍ମିକ କାର୍ଯ୍ୟରେ ଯୋଗ ଦେଇ ଖର୍ଚ୍ଚାନ୍ତ ହେବେ। ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

କନ୍ୟା:-ସ୍ୱାସ୍ଥ୍ୟ ଅନେକାଂଶରେ ଭଲ ରହିବା ସହ ଅତି ଉତ୍ତମ ଫଳ ପାଇବେ। ବ୍ୟବସାୟରେ ଅତ୍ୟଧିକ ଲାଭବାନ ହୋଇ ଆର୍ଥିକ ସ୍ଥିତି ସୁଦୃଢ ହେବ। କର୍ମକ୍ଷେତ୍ରରେ ସମ୍ମାନ ପ୍ରାପ୍ତି ଓ ସହକର୍ମୀଙ୍କ ସହ ବୁଝାମଣା ଠିକ୍ ରହିବ। ପରହାତରେ ଥିବା ଧନ ସହଜରେ ପ୍ରାପ୍ତି ହେବା ଫଳରେ ସାଂସାରିକ ଜୀବନ ସୁଖମୟ ହେବ। ନୂତନ ବ୍ୟବସାୟ ଅତି ସହଜରେ ଆରମ୍ଭ କରି ପାରିବେ ଓ ବିଶେଷ ଲାଭବାନ ହେବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ତୁଳା:-ଶତ୍ରୁମାନେ ମିତ୍ରତାର କାର୍ଯ୍ୟ କରିବେ। ବ୍ୟବସାୟ କ୍ଷେତ୍ରରେ ଅଚାନକ ଅର୍ଥ ପ୍ରାପ୍ତିହୋଇ ଆର୍ଥିକ ସମସ୍ୟା ଦୂରେଇ ଯିବ। ସନ୍ତାନମାନେ ଉଚ୍ଚଶିକ୍ଷା ଅଧ୍ୟୟନ କରୁଥିଲେ ପ୍ରଶଂସିତ ହେବେ। ସାମାଜିକ ସ୍ତରରେ ଖ୍ୟାତି ହେବ ଓ ସମ୍ପତ୍ତି ସମ୍ବନ୍ଧିତ ଶୁଭ ସମାଚାର ଶୁଣିବାକୁ ମିଳିବ। ପରିବାରରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ। ଯେ କୌଣସି କାର୍ଯ୍ୟରେ ହାତଦେଲେ ସଫଳ ହେବେ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

ବିଚ୍ଛା:-ଅନେକ ଶୁଭ କର୍ମର ସୁଯୋଗ ପାଇବେ। ନ୍ୟାୟମାର୍ଗ ଓ ମିଷ୍ଟ ବଚନ କୁ ନିଜର ଭୂଷଣଭାବି ବ୍ୟବସାୟ ଓ କର୍ମ କରିଲେ ଲାଭବାନ ହେବେ। ପ୍ରତିଯୋଗୀତା ପରୀକ୍ଷାରେ ଯଶରସହ ଉତ୍ତୀର୍ଣ୍ଣ ହୋଇ ପ୍ରଶଂସିତ ହେବେ। ବିପତ୍ତି କଟିବା ଫଳରେ ସୁଖ ସୌଭାଗ୍ୟ ବୃଦ୍ଧି ହେବ। ମାନସିକ ଦୁର୍ବଳତା ସହିତ ସାମୟିକ ବିଭ୍ରାନ୍ତି ଜନିତ ଆଳସ୍ୟଭାବ ଦେଖାଦେବ। ରାଜନୀତି କ୍ଷେତ୍ରରେ ଉଚ୍ଚସମ୍ପର୍କରୁ ଲାଭବାନ ହେବେ। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ଧନୁ:-ବନ୍ଧୁଙ୍କୁ ଆପ୍ୟାୟିତ କରିବାରେ ସମର୍ଥ ହେବେ ଓ ପରିବାରରେ ଯେତେ ସମସ୍ୟା ଥିଲେ ମଧ୍ୟ ଶାନ୍ତି ଅନୁଭବ କରିବେ। ଟଙ୍କାପଇସା ପ୍ରତି ଅତ୍ୟନ୍ତ ସତର୍କ ରହିବାକୁ ପଡିବ। ଏପରିକି ସାଧାରଣ ଲୋକକେହି ଲୋଭଗ୍ରସ୍ତ କରାଇ ଭାବମୂର୍ତ୍ତି ନଷ୍ଟ କରିବା ପାଇଁ ଚେଷ୍ଟା କରି ପାରନ୍ତି। ନିର୍ମାଣାଧୀନ କାମ ଅଟକି ରହିଯିବା ଯୋଗୁ ସାମାନ୍ୟ ଚିନ୍ତିତ ରହିବେ। ସମ୍ପର୍କୀୟ ମାନଙ୍କ ସହ ପରୋକ୍ଷ ଶତୃତା ଯୋଗୁ ବିଚଳିତ ହେବେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ମକର:-ସ୍ୱାସ୍ଥ୍ୟସମସ୍ୟା ସୁଧୁରିଯିବ। କାର୍ଯ୍ୟ କ୍ଷେତ୍ରରେ ଶତ୍ରୁମାନେ ପରାଜିତ ହେବେ ଓ ଅଶୁଭତ୍ୱନାଶ ହୋଇ ଶୁଭ ଫଳ ପ୍ରାପ୍ତି ହେବ। ସମାନ ବିଚାରଧାରା ବ୍ୟକ୍ତିଙ୍କ ସହିତ ଭେଟ ହୋଇ ଅନେକ ଦିଗରୁ ଖୁସି ମିଳିବ। ରାଜନୀତି କ୍ଷେତ୍ରରେ ମାନସିକ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ବୃଦ୍ଧିହେବ। ବ୍ୟବସାୟ କ୍ଷେତ୍ରରେ କୌଣସି ଜରୁରୀ କାର୍ଯ୍ୟକୁ ମନୋଯୋଗ ଦେଇ ପୂର୍ଣ୍ଣକରିବେ। ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କୁମ୍ଭ:-ଆର୍ଥିକସ୍ଥିତି ସନ୍ତୋଷପ୍ରଦ ରହିବ। କର୍ମକ୍ଷେତ୍ରରେ ନାନାବିଧ ସୁଯୋଗ ପାଇବା ସହ ଲୋକସମ୍ପର୍କ ଆତ୍ମସନ୍ତୋଷ ବଢେଇବ। ମାଲିମୋକଦ୍ଦମାରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ। ବାକିଥିବା ଅର୍ଥ ପ୍ରାପ୍ତି ହେବ।ସନ୍ତାନ ସନ୍ତତିଙ୍କ ଦିଗରୁ ଶୁଭ ସମ୍ବାଦପାଇ ଖୁସିହେବେ ଓ ଗଠନମୂଳକ କାର୍ଯ୍ୟ ହାତକୁ ନେବେ। ଅନେକ ସମସ୍ୟାର ସମାଧାନ ହୋଇ, ପରିବାରରେ ହସ ଖୁସିରେ ବାତାବରଣ ଖେଳିଯିବ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।

ମୀନ:-କର୍ମ ମୁଖରତା ଯୋଗେ ଅଭାବ ଅନାଟନ ଦୂର ହୋଇ ସ୍ଥିତି ସନ୍ତୋଷ ପ୍ରଦ ହେବ। ବ୍ୟବସାୟରେ ଲାଭର ପରିମାଣ ଅଧିକ ହୋଇ ଆର୍ଥୀକ ଉନ୍ନତି ଘଟିବ। ପାରିବାରିକ ସମସ୍ୟା ବୁଝାମଣା ମଧ୍ୟରେ ସମାଧାନ ହେବ। ରାଜନୀତି କ୍ଷେତ୍ରରେ ଲୋକ ସମ୍ପର୍କ ବୃଦ୍ଧି ହେବ। ଭୟ ସତ୍ତ୍ୱେ ଜୟ, ନାନା ସମସ୍ୟାର ସମ୍ମୁଖୀନ ହେବେ। ଗୃହାରମ୍ଭ, ଦୁରଯାତ୍ରା, ନୂତନ ବ୍ୟବସାୟ ଆରମ୍ଭ କରନ୍ତୁ ନାହିଁ। ଅଧ୍ୟୟନ ପ୍ରତି ବିତୃଷ୍ଣା ଓ ନିରାଶା ଭାବ ଦେଖାଦେବ। ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!