ଆଜି କେମିତି ରହିବ ଆପଣଙ୍କ ଦିନ : ୧୨ ଫେବୃୟାରୀ ୨୦୧୮

ଶେୟାର କରନ୍ତୁ ଅନ୍ୟମାନକ ସହିତ

ଦୈନିକ ରାଶିଫଳ: ୧୨ ଫେବୃୟାରୀ ୨୦୧୮

ମେଷ:-

ବିଦ୍ୟୁତ୍ ଯନ୍ତ୍ର ଚାଳନ, ଯାନବାହାନ ତଥା ଖଣି ଓ ଜଙ୍ଗଲ କ୍ଷେତ୍ରରେ କର୍ମରତ ବ୍ୟକ୍ତିମାନଙ୍କର ଆକସ୍ମିକ ଧନ ପ୍ରାପ୍ତି ହେବ। ପରୀକ୍ଷା ପ୍ରତିଯୋଗିତାରେ ଜୟଯୁକ୍ତ ହେବେ। ରାଜନୈତିକ କ୍ଷେତ୍ରରେ ବିଳାସବ୍ୟସନ ଖାଦ୍ୟପେୟ ପାଇଁ ଅଧିକ ଖର୍ଚ୍ଚାନ୍ତ ହେବେ। ବନ୍ଧୁ, ମିତ୍ର ସହକର୍ମୀ ଭାଗୀଦାରୀଙ୍କ ଯୋଗେ ଲାଭ ପାଇବେ। ପ୍ରତିକାର- ଗାଈକୁ ସଦ୍ୟ ଘାସ ଖାଇବାକୁ ଦିଅନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:- 

ବ୍ୟବସାୟ ବାଣିଜ୍ୟ ମାମଲାରେ ଦୂରସ୍ଥାନ ଯିବାକୁ ପଡିବ ଓ ଲାଭ ହେବ। ଯାନବାହାନ ଓ ରାସ୍ତାଘାଟରେ ଯଥେଷ୍ଠ ସତର୍କ ହୋଇ ଚଳପ୍ରଚଳ ହେବା ଅତ୍ୟନ୍ତ ଜରୁରୀ। ଶତୃମାନେ କ୍ଷତି କରିବାକୁ ଚେଷ୍ଟା କରି ଅପଦସ୍ତ ହେବେ। ପ୍ରତିକାର:-ବୃଦ୍ଧ ବୃଦ୍ଧାଙ୍କୁ ସହାୟତା କରିବେ ଓ ଆଶୀର୍ବାଦ ପ୍ରାପ୍ତ କରିବେ।

Jyotirbid Dr. Pramod Satapathy
Jantra Jyotisha

For personalized consultation and appointment,
you can connect on WhatApp @ 7008758366
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366

ମିଥୁନ:-

ଉଧାର ଦେଇଥିବା ଟଙ୍କା ମିଳିଯିବା ଫଳରେ ପରିବାରରେ ନିଜରପଦ ଗରିମା ବଜାୟ ରହିବ। ବିଦ୍ୟାରେ ଉନ୍ନତି, କୃଷିରେ ଉନ୍ନତି, ରାଜନୀତିରେ ଉନ୍ନତି ହେବା ସହ ପ୍ରତିଷ୍ଠା ପ୍ରତ୍ତିପତ୍ତି, ମାନସମ୍ମାନ ପ୍ରାପ୍ତିହେବ। ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭ ହେବ। ପ୍ରତିକାର:-ସୋରିଷତେଲରେ ପରଟା କରି କୁକୁରକୁ ଖାଇବାକୁ ଦିଅନ୍ତୁ।

କର୍କଟ:-

ପୁରୁଣାପ୍ରାପ୍ୟ ଆଦାୟ ହେବା ଫଳରେ ବନ୍ଧୁ, ମିତ୍ର ଏବଂ ସହକର୍ମୀ ମାନଙ୍କ ଦ୍ଵାରା ଲାଭବାନ ହେବେ। ରାଜନୈତିକ କ୍ଷେତ୍ରରେ ଶତୃତା କମିଯିବା ଫଳରେ ପ୍ରତିଷ୍ଠିତ ହୋଇପାରିବେ। ପରୀକ୍ଷା ପ୍ରତିଯୋଗିତା ଓ ମାଲିମୋକଦ୍ଦମାରେ ସଫଳତା ମିଳିବ। ପ୍ରତିକାର:-ପଙ୍ଗୁ ଭିକାରୀଙ୍କୁ ଖାଦ୍ୟ ଦିଅନ୍ତୁ।

ଆହୁରି ପଢନ୍ତୁ: ୧୪ ଫେବୃୟାରୀ ୨୦୧୮: ମହାଶିବରାତ୍ରି (ଜାଗର) କିପରି ପାଳନ କରିବେ?

ସିଂହ:-

ସମ୍ପର୍କୀୟଙ୍କ ଶୁଭ ସୂଚନା ଶୁଣି ଖୁସି ହେବେ। କାର୍ଯ୍ୟରେ ବାଧା ଆସିବ ତେଣୁ ମନ ବିଚଳିତ ଓ ଚିନ୍ତାଗ୍ରସ୍ତ ରହିବ। ପରିବାରର ସମସ୍ତ ଆଶାପୂରଣ କରିବାକୁ ସାମର୍ଥ୍ୟ ହେବେ। ମହିଳାମାନେ ପୁରାତନ ରୋଗର ପୀଡାରୁ ଉପସମ ପାଇବେ। ପ୍ରତିକାର:-ବେଲକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ।

କନ୍ୟା:-

ପରିବହନ ଓ ବ୍ୟବସାୟିକସ୍ଥିତି ସୁଦୃଢ ହେବ। ପରିବାରର ସାହାଯ୍ୟରେ ଉପକୃତ ହେବେ। ସାବଧାନତା ଅବଲମ୍ବନ ନ କଲେ ଧନ ହାନି ହେବ। ସ୍ୱାସ୍ଥ୍ୟ ସମସ୍ୟା ମନକୁ ଭାରାକ୍ରାନ୍ତ କରିବ। ଈର୍ଷାପରାୟଣ ବ୍ୟକ୍ତିମାନେ କର୍ମ କ୍ଷେତ୍ରରେ ପ୍ରତିବନ୍ଧକ ସୃଷ୍ଟି କରିବେ। ପ୍ରତିକାର- ଭିକାରୀକୁ ନିରାଶ କରିବେ ନାହିଁ।

<<< ଓଡିଆ କ୍ୟାଲେଣ୍ଡର ୨୦୧୮ >>> | <<< ଜାତକ ବିଚାର>>>

ତୁଳା:-

ଅଟକିଥିବା କାର୍ଯ୍ୟ ସଫଳତା ପୂର୍ବକ ସମ୍ପନ୍ନ ହେବ। କର୍ମ ଓ ଓ ବ୍ୟବସାୟ କ୍ଷେତ୍ରରେ ପରିବର୍ତ୍ତନ ଆଣିବାର ଯୋଜନା ପ୍ରସ୍ତୁତ କରିବେ। ଗଛିତ ଅର୍ଥ ବୃଦ୍ଧି କରିବା ପାଇଁ ଚେଷ୍ଟିତ ହେବେ। ପାରିବାରିକ ସମସ୍ୟା ବୁଝାମଣା ମଧ୍ୟରେ ସମାଧାନ ହେବ।ପ୍ରତିକାର:-ଗୋମାତାର ସେବାକରିବା ଆବଶ୍ୟକ।

ବିଛା:-

କର୍ମ ସ୍ଥଳରେ ନିଜେ କଠିନ ପରିଶ୍ରମକରି  ପତିଆରା ରକ୍ଷା କରିବେ। ଉପରିସ୍ଥ ଅଧିକାରୀଙ୍କ କୃପା ଦୃଷ୍ଟିରେ ରହିପାରିବେ। ନିମ୍ନବର୍ଗର  ସହକର୍ମୀ କେହି ଉଦ୍ଦେଶ୍ୟ ପ୍ରଣୋଦିତ ହାନି ପହଞ୍ଚାଇବାର ଉଦ୍ୟମ କରି ଅପଦସ୍ତ ହେବେ । ପରିବାରରେ ସୁଖଶାନ୍ତି ଫେରି ଆସିବ। ପ୍ରତିକାର:- ଅନ୍ଧ,ବିଧବା ଅସହାୟା ମାନଙ୍କୁ ସାହାଯ୍ୟ କରନ୍ତୁ।

ଧନୁ:-

ରାଜନୈତିକ କ୍ଷେତ୍ରର ସାବଧାନତା ପୂର୍ବକ ପାଦ ବଢେଇବା ବୁଦ୍ଧିମତାପୂର୍ଣ୍ଣ ହେବ। ପିଲାମାନଙ୍କର ଚିନ୍ତା କରି ବିରକ୍ତିଭାବ ପ୍ରକାଶ ପାଇବ। ଆର୍ଥିକ ପରିସ୍ଥିତି ଉତ୍ତମ ଥିଲେ ମଧ୍ୟ ବସନ ଭୂଷଣରେ ଅଧିକ ବ୍ୟୟ ଘଟିବ। ପରିବାରରେ ମନୋମାଳିନ୍ୟ ଦୂରେଇ ଯିବ। ପ୍ରତିକାର:-ଦିନ ଦୁଃଖୀଙ୍କୁ ଅନ୍ନବସ୍ତ୍ର ଦାନ ଦିଅନ୍ତୁ।

ମକର:-

ସନ୍ତାନ ମାନଙ୍କର ଉନ୍ନତ୍ତି ଓ ଅଗ୍ରଗତି ଘଟିବ ଓ ବିବାହ କାର୍ଯ୍ୟରେ ମଧ୍ୟ ସଫଳ ହେବେ। ଆୟ ଉତ୍ତମ ହେବ। ଆର୍ଥିକ ସ୍ଥିତି ସ୍ଵଛଳ ରହିବ। କେତେ ମୁଲ୍ୟବାନ ଆସବାବ ପତ୍ର କ୍ରୟ କରିବେ। ନିଜ ଲୋକଙ୍କ ତରଫରୁ ଆଶ୍ଵାସନା ବା ସହାନୁଭୂତି ପାଇବେ ।ପ୍ରତିକାର- ଷଣ୍ଢକୁ ଗୁଡ ଓ ରୁଟି ଖାଇବାକୁ ଦିଅନ୍ତୁ।

Jyotirbid Dr. Pramod Satapathy
Jantra Jyotisha

For personalized consultation and appointment,
you can connect on WhatApp @ 7008758366
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366

କୁମ୍ଭ:-

ପରିବାରର ସଦସ୍ୟଙ୍କ ସହିତ ସୌହାର୍ଦ୍ଦ୍ୟ ପୂର୍ଣ୍ଣ ସଂପର୍କ ରହିବ।  ବନ୍ଧୁ, ମିତ୍ର ଏବଂ ଉଚ୍ଚପଦାଧିକାରୀଙ୍କ ଠାରୁ ସାହାଯ୍ୟ ସହଯୋଗ ପାଇବେ। ସାମାନ୍ୟ ପରିଶ୍ରମ କରି ଅଧିକ ଲାଭ ପାଇବେ। ଆକସ୍ମିକ ଧନ ପ୍ରାପ୍ତି ହେବ। ପ୍ରତିକାର- ସୂର୍ଯ୍ୟଙ୍କୁ ନମସ୍କାର କରନ୍ତୁ।

ମୀନ:-

ଉଚ୍ଚପଦସ୍ଥ ବ୍ୟକ୍ତିଙ୍କ ଠାରୁ ସମ୍ମାନ ମିଳିବ। କର୍ମ ଓ ବ୍ୟବସାୟରେ ସାହାଯ୍ୟ ସହଯୋଗ ମିଳିବ। ଶିକ୍ଷା ଓ ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟୀ ହେବେ। ପାରିବାରିକ ସମସ୍ୟା ସତ୍ତ୍ୱେ ଶାନ୍ତି ବିରାଜମାନ କରିବ। ରାଜନୈତିକ କ୍ଷେତ୍ରରେ ପ୍ରତିଦ୍ୱନ୍ଦିତାରେ ବିଜୟୀ ହେବେ। ପ୍ରତିକାର- ଅନ୍ଧ ଭିକାରୀଙ୍କୁ ସାହାଯ୍ୟ କରନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!