ଦୈନିକ ରାଶିଫଳ: ୧୨ ଫେବୃୟାରୀ ୨୦୧୯, ମା ମଙ୍ଗଳାଙ୍କ କୃପାରୁ ଏହିସବୁ ରାଶିର ବ୍ୟବସାୟ ଓ କର୍ମ କ୍ଷେତ୍ରରେ ଉନ୍ନତି ହେବ

ଶେୟାର କରନ୍ତୁ ଅନ୍ୟମାନକ ସହିତ
  • 480
    Shares

ଦୈନିକ ରାଶିଫଳ: ୧୨ ଫେବୃୟାରୀ ୨୦୧୯

ମେଷ:-

ପରିବାରର ସଦସ୍ୟଙ୍କ ସହିତ ସୌହାର୍ଦ୍ଦ୍ୟ ପୂର୍ଣ୍ଣ ସଂପର୍କ ରହିବ।  ବନ୍ଧୁ, ମିତ୍ର ଏବଂ ଉଚ୍ଚପଦାଧିକାରୀଙ୍କ ଠାରୁ ସାହାଯ୍ୟ ସହଯୋଗ ପାଇବେ। ଅଧିକ ପରିଶ୍ରମ କରି ସାମାନ୍ୟ ଲାଭ ପାଇବେ। ଆକସ୍ମିକ ଧନ ପ୍ରାପ୍ତି ହେବ। ରାଜନୈତିକ କ୍ଷେତ୍ରରେ ଶତୃତା କମିଯିବ। ପରୀକ୍ଷା ପ୍ରତିଯୋଗିତା ଓ ମାଲିମୋକଦ୍ଦମାରେ ସଫଳତା ମିଳିବ। କର୍ମକ୍ଷେତ୍ରରେ ଆର୍ଥିକସ୍ଥିତି ସୁଧାରିବାକୁ ଚେଷ୍ଟା କରିବେ। ପାରିବାରିକ କ୍ଷେତ୍ରରେ ଆତ୍ମବିଶ୍ୱାସ ବୃଦ୍ଧି ପାଇବ ଓ ସୁସମ୍ବାଦ ପ୍ରାପ୍ତି ହେବ। ଯାନବାହାନ ଓ ରାସ୍ତାଘାଟରେ ଯଥେଷ୍ଠ ସତର୍କ ହୋଇ ଚଳପ୍ରଚଳ ହେବା ଅତ୍ୟନ୍ତ ଜରୁରୀ। ପ୍ରତିକାର:- ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

ବୃଷ:-

ଅଟକିଥିବା କାର୍ଯ୍ୟ ସଫଳତା ପୂର୍ବକ ସମ୍ପନ୍ନ ହେବ। ବ୍ୟବସାୟ କ୍ଷେତ୍ରରେ ପରିବର୍ତ୍ତନ ଆଣିବାର ଯୋଜନା ପ୍ରସ୍ତୁତ କରିବେ। ଗଛିତ ଅର୍ଥ ବୃଦ୍ଧି କରିବା ପାଇଁ ଚେଷ୍ଟିତ ହେବେ। ପାରିବାରିକ ସମସ୍ୟା ବୁଝାମଣା ମଧ୍ୟରେ ସମାଧାନ ହେବ। ରାଜନୈତିକ କ୍ଷେତ୍ରର ସାବଧାନତା ପୂର୍ବକ ପାଦ ବଢେଇବା ବୁଦ୍ଧିମତାପୂର୍ଣ୍ଣ ହେବ। କର୍ମକ୍ଷେତ୍ରରେ ଅଦମ୍ୟ ଉଦ୍ୟମ ବା ଚେଷ୍ଟାଦ୍ୱାରା ସାଫଲ୍ୟ!ପ୍ରାପ୍ତି ହେବ। ପାରିବାରିକ ଜୀବନରେ ସୁଖ-ଶାନ୍ତି ଲାଭ ଓ ଆତ୍ମୀୟବର୍ଗରେ ଉନ୍ନତି ତଥା ଉତ୍ତମ ବୁଝାମଣା ଜନିତ ଉତ୍ସାହ-ଉଦ୍ଦୀପନାଯୁକ୍ତ ହେବେ। ସ୍ଵାସ୍ଥ୍ୟକ୍ଷେତ୍ରରେ ଉଦରପୀଡା ଓ ଚକ୍ଷୁପୀଡା ଦେଖାଦେଇପାରେ। ପ୍ରତିକାର:- ଅସହାୟା ମାନଙ୍କୁ ସାହାଯ୍ୟ କରନ୍ତୁ।

ମିଥୁନ:-

କର୍ମକ୍ଷେତ୍ରରେ ଉଚ୍ଚପଦସ୍ଥ ବ୍ୟକ୍ତିଙ୍କ ଠାରୁ ସମ୍ମାନ ମିଳିବ। ବ୍ୟବସାୟରେ ସାହାଯ୍ୟ ସହଯୋଗ ମିଳିବ। ଶିକ୍ଷା ଓ ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟୀ ହେବେ। ପାରିବାରିକ ସମସ୍ୟା ସତ୍ତ୍ୱେ ଶାନ୍ତି ବିରାଜମାନ କରିବ। ପୁରୁଣାପ୍ରାପ୍ୟ ମଧ୍ୟ ଆଦାୟ ହେବ। ରାଜନୈତିକ କ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା, ପ୍ରତିପତ୍ତି, ଉଚ୍ଚସ୍ଥାନ ଲାଭ ବା ପଦୋନ୍ନତି ଭଳି ମର୍ଯ୍ୟଦା ପ୍ରାପ୍ତିହେବ। ବନ୍ଧୁ, ମିତ୍ର ଏବଂ ସହକର୍ମୀ ମାନଙ୍କ ଦ୍ଵାରା ଲାଭବାନ ହେବେ ତତ୍ ସଙ୍ଗେ ଗଠନମୂଳକ ଯୋଜନା ପ୍ରସ୍ତୁତ କରି ଆଗେଇ ଯିବାର ରାସ୍ତା ଖୋଲିଯିବ। ପ୍ରବାସରେ ମଧ୍ୟ କେତେକ କ୍ଷେତ୍ରରେ ଉନ୍ନତିକର ହେବା ସହ ପ୍ରତିଷ୍ଠିତ ହୋଇ ପାରିବେ। ପ୍ରତିକାର:- କୁକୁରକୁ ଖାଦ୍ୟ ଦିଅନ୍ତୁ।

କର୍କଟ:-

ବିଦ୍ୟୁତ୍ ଓ ଯନ୍ତ୍ର ଚାଳନ, ଯାନବାହାନ ତଥା ଖଣି ଏବଂ ଜଙ୍ଗଲ କ୍ଷେତ୍ରରେ କର୍ମରତ ବ୍ୟକ୍ତିମାନେ ଲାଭବାନ ହେବେ। ଆକସ୍ମିକ ଧନ ପ୍ରାପ୍ତି ହେବ। ବ୍ୟବସାୟ କ୍ଷେତ୍ରରେ ବନ୍ଧୁ, ମିତ୍ର, ସହକର୍ମୀ ଓ ଭାଗୀଦାରୀଙ୍କ ପାଇଁ ପ୍ରଚୁର ଲାଭ ପାଇବେ। ମାଲିମୋକଦ୍ଦମା, ପରୀକ୍ଷା ପ୍ରତିଯୋଗିତାରେ ଜୟଯୁକ୍ତ ହେବେ। ଭାଇ ଭଉଣୀ ବନ୍ଧୁବାନ୍ଧବଙ୍କ ସହ ଉତ୍ତମ ସମ୍ପର୍କ ରହିବା ଫଳରେ ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ବେଶ୍ ଆନନ୍ଦ ପାଇବେ। ରାଜନୈତିକ କ୍ଷେତ୍ରରେ ଶତୃ ଓ ବିରୋଧୀମାନେ ସତଚେଷ୍ଟା କଲେ ମଧ୍ୟ କୌଣସି କ୍ଷତି କରିପାରିବେ ନାହିଁ। ସମାନ ବିଚାରଧାରା ବ୍ୟକ୍ତିଙ୍କ ସହିତ ଭେଟ ହେବା ଫଳରେ ଧର୍ମକାର୍ଯ୍ୟରେ ନିୟୋଜିତ ହେବେ। ପ୍ରତିକାର- ମାଗଣାରେ କୌଣସି ଦ୍ରବ୍ୟ ଗ୍ରହଣ କରନ୍ତୁ ନାହିଁ।

ସିଂହ:-

ଉଚ୍ଚ କର୍ମକର୍ତ୍ତାଙ୍କର ସୁଦୃଷ୍ଟି ପ୍ରାପ୍ତି ହେବ। ସହକର୍ମୀମାନଙ୍କର ସମର୍ଥନ ଏବଂ ଅଧସ୍ତନଙ୍କର ସହଯୋଗ ଯୋଗୁଁ କର୍ମକ୍ଷେତ୍ରରେ ସମ୍ମାନ ବୃଦ୍ଧି ଏବଂ ସୁନାମ ଅର୍ଜନ କରିବେ। ଆକସ୍ମିକ ଧନ ପ୍ରାପ୍ତି ହେବ। ଗୃହରେ କଲ୍ୟାଣକର କର୍ମ ସମ୍ପାଦନ କରି ପ୍ରଶଂସିତ ହେବେ। ପାରିବାରିକ ଜୀବନ ଆନନ୍ଦମୟ ହେବ। ବ୍ୟବସାୟ ସଂସ୍ଥାନ, ଶିଳ୍ପ ପ୍ରତିଷ୍ଠା ବା ଯୋଜନା ସାଫଲ୍ୟଦାୟକ ହେବ। କର୍ମକ୍ଷେତ୍ରରେ ସାଫଲ୍ୟ, ଉଚ୍ଚସମ୍ମାନ ଓ ପଦପଦବୀ ଲାଭହେବ। ବ୍ୟବସାୟିକ ସଫଳତା ମିଳିବ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ବିଜୟୀ ହେବେ। ଆର୍ଥିକ ପରିସ୍ଥିତି ଉତ୍ତମ ଥିଲେ ମଧ୍ୟ ବସନ ଭୂଷଣରେ ଅଧିକ ବ୍ୟୟ ଘଟିବ। ପ୍ରତିକାର- ଷଣ୍ଢକୁ କିଛି ଖାଇବାକୁ ଦିଅନ୍ତୁ।

କନ୍ୟା:-

କର୍ମକ୍ଷେତ୍ରରେ ପରିବର୍ତ୍ତନ ଆସିବ। ପରୀକ୍ଷା ଓ ପ୍ରତିଦ୍ୱନ୍ଦିତାରେ ବିଜୟୀ ହେବେ। ବ୍ୟବସାୟ କ୍ଷେତ୍ରରେ ପ୍ରଚୁର ପରିମାଣରେ ଆମଦାନୀ ରପ୍ତାନି କରି ଆନନ୍ଦ ଉଲ୍ଲାସରେ ଦିନଟି ବିତାଇବେ। ପରିବାରରେ ମନୋମାଳିନ୍ୟ ମେଣ୍ଟିଯିବ। ଅତ୍ୟଧିକ ପରିଶ୍ରମ ଓ ଅନିଦ୍ରାଜନିତ ପୀଡାପ୍ରତି ସାବଧାନ ରହିବା ଉଚିତ୍। ରାଜନୈତିକ କ୍ଷେତ୍ରରେ କେବେ ବି ଆଗକୁହା ନ ହୋଇ କର୍ମନିଷ୍ଠା ମଧ୍ୟରେ ନିଜକୁ ସୀମିତ ରଖିବା ହିତକର ହେବ। ବନ୍ଧାକୋବି, ପୋଟଳ, ମୂଳା, କ୍ଷୀର, ଛେନା ପ୍ରଭୃତି ଚର୍ବି ଓ ପ୍ରୋଟିନ ଜାତୀୟ ଖାଦ୍ୟ ଖାଇବା ଆବଶ୍ୟକ। ସାଧାରଣ ଦିନଚର୍ଯ୍ୟାରେ ଅତୁଟ ରହିଲେମଧ୍ୟ ଉଦରପୀଡା ଓ ଚକ୍ଷୁପୀଡାରେ  ପ୍ରଭାବିତ ହୋଇ ପାରନ୍ତି। ପ୍ରତିକାର-ପିତା ମାତାଙ୍କ ପାଦଛୁଇଁ ପ୍ରଣାମ କରନ୍ତୁ।

ତୁଳା:-

ଯାନବାହାନ ବ୍ୟବସାୟରେ ତଥା ଭ୍ରମଣ ସଙ୍କ୍ରାନ୍ତିୟ ବ୍ୟବସାୟରେ ଲାଭ ପାଇବେ। ଉଚ୍ଚ ସମ୍ଭାବନାର ଆଶା ଓ ଆଶ୍ଵାସନା ଲାଭ କରି ମାନସିକ ଶାନ୍ତି ଅନୁଭବ କରିବେ। ରାଜନୈତିକ କ୍ଷେତ୍ରରେ ଭୋଗବିଳାସ ଓ ଆନନ୍ଦମୟ ମୂହୁର୍ତ୍ତ ସାଙ୍ଗକୁ ସ୍ଵାସ୍ଥ୍ୟକର ପରିବେଶ ଏବଂ ସମ୍ମାନଜନକ ଘଟଣା ଦେଖାଦେବ। ନୂତନ ସମ୍ପତ୍ତି କ୍ରୟ କରିବେ। ବିଦେଶୀ ବନ୍ଧୁଙ୍କ ଦ୍ଵାରା ଅଧିକ ଉପକୃତ ହେବେ। ପରିବାରର ମାମଲା ଘରୋଇ ସମସ୍ୟାର ସମାଧାନ ହେବ। ପୁଞ୍ଜିଲଗାଣ, ଉଦ୍ୟୋଗ, ଧନ ଆଦାନପ୍ରଦାନରେ ଲାଭବାନ୍ ହେବେ। ଶିକ୍ଷାର୍ଥୀମାନେ ଆତ୍ମବିଶ୍ଵାସ ଓ ଦୃଢତା ଯୋଗେ ସମ୍ମାନର ଆଧିକାରୀ ହୋଇ ପାରିବେ ଓ ପରୀକ୍ଷା ଏବଂ ପ୍ରତିଦ୍ଵନ୍ଦିତାରେ ବିଜୟୀ ହେବେ। ପ୍ରତିକାର- ନିଶାଦ୍ରବ୍ୟ ଓ ଆମିଷ ସେବନ କରନ୍ତୁ ନାହିଁ।

ବିଛା-

କର୍ମକ୍ଷେତ୍ରରେ ଜବରଦସ୍ତି ଉନ୍ନତି ଓ ନ୍ୟାୟମିଳିବ। ପଦୋନ୍ନତି ସହ ନୂତନକର୍ମ ପ୍ରାପ୍ତିହେବ। କାର୍ଯ୍ୟର ପ୍ରଗତି ପାଇଁ ସମସ୍ତ ପ୍ରକାର ପ୍ରୟାସ କରିବେ। ପାରିବାରିକ ଜୀବନ ଆନନ୍ଦରେ କଟିବ। ଦୂରଯାତ୍ରାରେ ସଫଳ ହେବେ। ଆୟରସ୍ରୋତ ଖୋଲିଯିବ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ବିଜୟୀ ହେବେ। ବ୍ୟବସାୟ କ୍ଷେତ୍ରରେ ଆଶାତୀତ ଲାଭବାନ ହେବେ। ରାଜନୈତିକ କ୍ଷେତ୍ରରେ ଆଶା ମୁତାବକ ଫଳ ପାଇବେ। ଦାମ୍ପତ୍ୟ କଳହ ଓ ଭୟ ଆଶଙ୍କା ଦୂରେଇ ଯିବ। ବକେୟା ଅର୍ଥ କିଛି ମିଳିବ। ମାନସିକଶାନ୍ତି ଓ  ସ୍ୱାସ୍ଥ୍ୟରେ ଉନ୍ନତି ପରିଲିକ୍ଷିତ ହେବ। ପ୍ରତିକାର- ମାଗଣାରେ କୌଣସି ଦ୍ରବ୍ୟ ଗ୍ରହଣ କରନ୍ତୁ ନାହିଁ।

ଧନୁ:-

ପାରିବାରିକକ୍ଷେତ୍ରରେ ସ୍ନେହସଦ୍ଭାବର ବୃଦ୍ଧିହେବ। ସନ୍ତାନ ସନ୍ତତିଙ୍କ ମର୍ଜି ରକ୍ଷାକରି ଶାନ୍ତିଶୃଙ୍ଖଳା ବଜାୟ ରଖି ପାରିବେ। ଧର୍ମ କାର୍ଯ୍ୟରେ ଯୋଗଦେଇ ଦେବଦର୍ଶନ କରିବେ। ଆକସ୍ମିକ ଅର୍ଥଲାଭ, ସୁନାମପ୍ରାପ୍ତି ଓ ସମ୍ମାନ ବୃଦ୍ଧି ହେବ। କର୍ମରେ ଉନ୍ନତି ସହିତ ବାସସ୍ଥାନ ବା ଯାନବାହନର ନବୀକରଣ ଇତ୍ୟାଦି ନାନାବିଧ ସୁଯୋଗ ଓ ଶୁଭଫଳ ପ୍ରାପ୍ତି ହେବ। ଦାମ୍ପତ୍ୟ ଜୀବନ ଆନନ୍ଦମୟ ହେବ। ଦୂରଯାତ୍ରାରେ ସଫଳତା ପ୍ରାପ୍ତି ହେବ। ବ୍ୟବସାୟରେ ପ୍ରତିଦ୍ଵନ୍ଦିତା ସତ୍ତ୍ୱେ ଲାଭ ସୁନିଶ୍ଚିତ ହେବ। କର୍ମକ୍ଷେତ୍ରରେ ଲାଭବାନ ହେବେ। ରାଜନୈତିକ କ୍ଷେତ୍ରରେ ସ୍ଥିରତା ଦେଖାଦେବ ଓ ଆଶା ମୁତାବକ ଫଳ ପାଇବେ। ଅଳସୁଆ ପ୍ରକୃତି ପ୍ରକାଶ ପାଇବା ଫଳରେ କ୍ଷତିରେ ପଡି ପାରନ୍ତି। ପ୍ରତିକାର- ପିତା ମାତାଙ୍କ ଆଜ୍ଞା ପାଳନ କରନ୍ତୁ।

ମକର:-

ପେଶା, ବ୍ୟବସାୟ, ଭାଗୀଦାରୀ ଓ ବନ୍ଧୁମିତ୍ରଙ୍କଦ୍ଵାରା ଲାଭବାନ ହେବେ। ସ୍ୱାସ୍ଥ୍ୟ ଉତ୍ତମ ରହିବ। ବାସଗୃହ ଓ ଯାନବାହନର କେତେକ ସମସ୍ୟା ସମାଧାନ ହୋଇଯିବ। ଆର୍ଥିକ ଦିଗରୁ ଉନ୍ନତି ଓ ନୂତନ ପଦାର୍ଥ ସଂଗ୍ରହ ଏବଂ ବ୍ୟାଙ୍କବାଲାନ୍ସ ବୃଦ୍ଧି ପାଇବ। ପାରିବାରିକ ସମ୍ପର୍କରେ ଉନ୍ନତି ହେବ। ରାଜନୈତିକ କ୍ଷେତ୍ରରେ ଶତୃମାନେ ଫଛଘୁଞ୍ଚା ଦେବେ। ପଦସ୍ଥ ବ୍ୟକ୍ତିଙ୍କ ସହ କାର୍ଯ୍ୟର ପ୍ରଗତି ପାଇଁ ସମସ୍ତ ପ୍ରକାର ପ୍ରୟାସ କରିବେ। ପାରିବାରିକ ଓ ଦାମ୍ପତ୍ୟ ଜୀବନ ଆନନ୍ଦମୟ ହେବ। କର୍ମ ପାଇଁ ଦୂରଯାତ୍ରାରେ ସଫଳ ହେବେ। ଧର୍ମ କାର୍ଯ୍ୟରେ ଯୋଗଦେଇ ଦେବଦର୍ଶନ କରିବେ। ପ୍ରତିକାର- ଶଣ୍ଢକୁ ଖାଇବାକୁ ଦିଅନ୍ତୁ।

କୁମ୍ଭ:-

କର୍ମକ୍ଷେତ୍ରରେ ସ୍ଥିରବସ୍ଥା ଆସିବା ଫଳରେ ଆତ୍ମସନ୍ତୋଷ ଆଣିଦେବ ଓ ପ୍ରତିଷ୍ଠା ଖ୍ୟାତି ମଧ୍ୟ ମିଳିବ। ଶିକ୍ଷାର୍ଥୀ ମାନେ ଅଧ୍ୟୟନରେ ମନ ନିବେଶ କରିବେ ଓ ପ୍ରତିଦ୍ୱନ୍ଦିତା ପରୀକ୍ଷାରେ ସଫଳତା ପାଇବେ। ମହିଳାମାନେ ଆତ୍ମବିଶ୍ଵାସ ଓ ଦୃଢତା ଯୋଗେ ସମ୍ମାନର ଆଧିକାରିଣୀ ହୋଇ ପାରିବେ। ଅନେକ ପ୍ରକାର ଉଲ୍ଲେଖନୀୟ ପରିବର୍ତ୍ତନ ଆସିବ। ବ୍ୟବସାୟ ବାଣିଜ୍ୟ ସମ୍ପର୍କୀୟ କୌଣସି ଘଟଣା ଯୋଗୁଁ ବିଶେଷ ବ୍ୟସ୍ତ ରହି ଲାଭବାନ ହେବେ। ଜମିବାଡି ଜନିତ କେତେକ ସମସ୍ୟା ସମାଧାନ ହେବ। ରାଜନୈତିକ କ୍ଷେତ୍ରରେ ଆର୍ଥିକ ଦିଗରୁ ଉନ୍ନତି ହେଲେ ମଧ୍ୟ ବ୍ୟୟଭାର ବୃଦ୍ଧି ହେବ। ସ୍ୱାସ୍ଥ୍ୟ ଠିକ୍ ରହିବ। ପ୍ରତିକାର- କେଶର ହଳଦୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ।

ମୀନ:-

ଅନେକ ପ୍ରକାର ସୁବିଧା ସୁଯୋଗ ପାଇବା ଫଳରେ ଆଶା ପୂରଣ ହେବାର ରାସ୍ତା ଖୋଲିଯିବ। ରାଜନୈତିକ କ୍ଷେତ୍ରରେ ପ୍ରଶଂସିତ ହେବେ। ଉଚ୍ଚଶିକ୍ଷା କ୍ଷେତ୍ରକୁ ମୁହାଁଇ ପାରିବେ। ନିଜଆଚାର ବ୍ୟବହାର ସନ୍ତୋଷ ଜନକ ହେବାଦ୍ଵାରା ଗୁରୁଜନଙ୍କ ବିଶ୍ବାସ ଭାଜନ ହେବେ। ତୀର୍ଥାଟନଯୋଗ ଥିବାରୁ ଯାତ୍ରାକାଳରେ କଷ୍ଟ ଭୋଗିବେ। ସୁଖ ସମ୍ପଦ ପ୍ରାପ୍ତି ହେବ। ନୁତନ କାର୍ଯ୍ୟ ଆରମ୍ଭ କରିବା ପୂର୍ବରୁ ହାତେମାପି ଚାଖଣ୍ଡେ ଚାଲିବା ଉଚ୍ଚିତ୍। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ। ଧୀରସ୍ଥିର ଭାବରେ ପାରିବାରିକ ସମସ୍ୟା ସୁଧାରି ନେବା ଉଚିତ୍। ରାଜନୈତିକ କ୍ଷେତ୍ରରେ ପ୍ରଶଂସିତ ହେବେ। ପ୍ରତିକାର- ବୃଦ୍ଧ, ବୃଦ୍ଧାଙ୍କୁ ଭୋଜନ ଦିଅନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988


ଶେୟାର କରନ୍ତୁ ଅନ୍ୟମାନକ ସହିତ
  • 480
    Shares
  • 480
    Shares
error: Content is protected !!