ଦୈନିକ ରାଶିଫଳ: ୧୨ ଫ୍ରେବୃୟାରୀ ୨୦୨୦, ଶ୍ରୀ ଗଣେଶଙ୍କ କୃପାରୁ ଆଜି ଏହି ସବୁ ରାଶି ବ୍ୟକ୍ତିଙ୍କୁ ହେବ କର୍ମରେ ଉନ୍ନତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୦ ମସିହା, ଫେବୃଆରୀ ମାସ ୧୨ତାରିଖ, ବୁଧବାର, ମକର ମାସ ୨୯ ଦିନ, ଫାଲଗୁନ ମାସ, କୃଷ୍ଣପକ୍ଷ, ଚତୁର୍ଥୀ ତିଥି, ଉତ୍ତରାଫାଲଗୁନୀ ନକ୍ଷତ୍ର, କନ୍ୟା ରାଶିରେ ଚନ୍ଦ୍ର। କର୍କଟ ରାଶିର ଘାତବାର। ବୃଷ ରାଶିର ଘାତଚନ୍ଦ୍ର। ମୂଳା ନ ଖାଇଲେ ଭଲ। ଶୁଭସମୟ ପ୍ରାତଃ ୬ଟା ୨୨ ରୁ ୭ଟା ୫୧ମି, ଦିବା ୧୦ଟା ୩୭ ରୁ ୧୧ଟା ୩୭ମି, ଦିବା ୧ଟା ୫୫ ରୁ ୪ଟା ୫୩ମି, ସନ୍ଧ୍ୟା ୬ଟା ୩୧ ରୁ ୧୦ଟା ୪୩ମି। ପର୍ବଦିନ ମାସାନ୍ତ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-

ମିତ୍ରଙ୍କ ଠାରୁ ବହୁତ ସାହାଯ୍ୟ ସହଯୋଗ ମିଳିବ। ପରିବାରରେ ସୁଖଶାନ୍ତି  ଯୋଗେ ସମସ୍ତ ଚିନ୍ତା ଦୂର ହେବ। ସମ୍ମାନର ସହ ଦିନଚର୍ଯ୍ୟା ସମ୍ପାଦନ କରିବେ। କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଅନୁଷ୍ଠାନିକ କାମରେ ପ୍ରଶଂସା ମିଳିବ। ଉଚ୍ଚପଦସ୍ଥ କର୍ମକର୍ତ୍ତାମାନଙ୍କର କର୍ମଉପରେ ନଜର ପଡ଼ିବା ଫଳରେ କର୍ମକ୍ଷେତ୍ରରେ ଉନ୍ନତି କରି ପାରିବେ। ବିଦ୍ୟାକ୍ଷେତ୍ରରେ ପ୍ରଶଂସା ପାଇବେ। ନୂତନ ବନ୍ଧୁଙ୍କୁ ପାଇ ଖୁସୀହେବେ। ବ୍ୟବସାୟରେ ଆଶା କରୁଥିବା ସଫଳତା ପାଇ ଦୂରଯାତ୍ରାର ସୁଯୋଗ ପାଇବେ। ରାଜନୈତିକ କ୍ଷେତ୍ରରେ ଶତୃ ମାନେ ମିତ୍ରତାର ହାତ ବଢେଇବେ। ପ୍ରତିକାରଭୋକିଲା ଲୋକକୁ ନିରାଶ କରିବେ ନାହିଁ।

ବୃଷ :-

ସମାଜ ସେବାରେ ସ୍ଵନାମ ଅର୍ଜନ କରି ପାରିବେ। କର୍ମ କ୍ଷେତ୍ରରେ ଉତ୍ତମ ରୋଜଗାର କରିପାରିବେ। ଅନେକ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି। ଆତ୍ମବିଶ୍ଵାସ ବୃଦ୍ଧି ପାଇବ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ। ପରିବାରରେ ଅପ୍ରୀତିକର ପରିସ୍ଥିତି ଦେଖାଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ। ରାଜନୀତିରେ ନ୍ୟାୟମାର୍ଗ ଓ ମିଷ୍ଟ ବଚନ ଯୋଗେ କେତେକ କ୍ଷେତ୍ରରେ ପ୍ରଶଂସା ପାଇବେ। ବ୍ୟବସାୟରେ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତି ହେବ। ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ। ଘାତ

ମିଥୁନ:-

ପୈତୃକ ସମ୍ପତ୍ତିକୁ ନେଇ ପାରିବାରିକ ଦ୍ଵନ୍ଦ ମେଣ୍ଟିଯିବା ସହ ପରିବାରରେ ଶାନ୍ତି ବିରାଜମାନ କରିବ। ବ୍ୟବସାୟରେ କଳେବଳେ କୌଶଳରେ ସମସ୍ତ ପ୍ରକାର ଅଭିଳାଷ ପୂରଣ ହେବ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ। କର୍ମକ୍ଷେତ୍ରରେ ସହକର୍ମୀ ଓ ଉପରିସ୍ଥ କର୍ମଚାରୀଙ୍କ ଠାରୁ ପ୍ରଶଂସିତ ହେବେ। ପ୍ରତିକୂଳ ପରିସ୍ଥିତି ଦୂରେଇଯାଇ ନିଜ ଚେଷ୍ଟାରେ କାର୍ଯ୍ୟରେ ସଫଳତା ମିଳିବ। ରାଜନୀତିରେ ଆତ୍ମବିଶ୍ୱାସ ବୃଦ୍ଧି ପାଇବା ଯୋଗେ ସମସ୍ୟାର ସମାଧାନ କରିବେ। ଆର୍ଥିକ ସହାୟତାରେ ପୂର୍ଣ୍ଣ ସଫଳତା ପ୍ରାପ୍ତି ହେବ। ପ୍ରତିକାର କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

କର୍କଟ:-

କର୍ମ କ୍ଷେତ୍ରରେ ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ। ବ୍ୟବସାୟୀମାନେ ନୂତନ ବାଣିଜ୍ୟର ପରିକଳ୍ପନା କରିବେ। ଅନେକ କାର୍ଯ୍ୟ ନିଜେ ସମାଧାନ କରିବାକୁ ସାହସ ବାନ୍ଧିବେ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ। ସୁଖ ସମୃଦ୍ଧି ବୃଦ୍ଧି ଓ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ରାଜନୀତିରେ ଲୋକସମ୍ପର୍କ ଆତ୍ମସନ୍ତୋଷ ବଢେଇବ। ରୋଜଗାର ସମସ୍ୟା ସୁଧୁରି ଯିବ। ଧନ ଲାଭ ହେବାରୁ ମନ ଖୁସି ରହିବ। ମାଲିମୋକଦ୍ଦମା ଓ ସାକ୍ଷାତକାରରେ ସଫଳ ହେବେ। ନୂତନ ସଂସ୍ଥାର ଆୟୋଜନ କରନ୍ତୁ ନାହିଁ। ପ୍ରତିକାର ଗୋମାତାକୁ ଖାଇବାକୁ ଦିଅନ୍ତୁ। ଘାତ

ସିଂହ:-

ସନ୍ତାନଙ୍କର ଉନ୍ନତିରେ ଖୁସି ହେବେ। କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ସଫଳତା ଅର୍ଜନ କରିବେ। ଭାତୃ ବିବାଦ, ଜମି ବାଡି ଓ ଘର ଜାଗାନେଇ ଥିବା ଦ୍ଵନ୍ଦର ସମାଧାନ ହୋଇପାରେ। ପୁରାତନ ରୋଗର ସାମାନ୍ୟ ଉନ୍ନତି ପରିଲକ୍ଷିତ ହେବ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ଦୂରଯାତ୍ରାର ସୁଯୋଗ ପାଇବେ। ରାଜନୀତିରେ ପ୍ରଶଂସିତ ହେବେ। କୌଣସି ଶୁଭ ସମାଚାର ମଧ୍ୟ ଶୁଣିବାକୁ ମିଳିବ। କର୍ମକ୍ଷେତ୍ରରେ ସଂଘର୍ଷ ଦ୍ଵାରା ସଫଳତା ମିଳିବ। ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ।

କନ୍ୟା:-

ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ। ଅଳ୍ପ ପରିଶ୍ରମରେ ବହୁତ ଧନ ଲାଭ ହେବ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ। ପ୍ରତିଯୋଗୀତାପରୀକ୍ଷା, ସାକ୍ଷାତକାରରେ ବିଜୟୀ ହେବେ। ବାଣିଜ୍ୟ କ୍ଷେତ୍ରରେ ଉନ୍ନତମାନର ଫଳପାଇବେ। ଶତୃମାନେ ସାମ୍ନାକୁ ଆସିବାକୁ ସାହସ କରିବେ ନାହିଁ। ଅଧିକାରୀଙ୍କଠାରୁ ସହଯୋଗ ମିଳିବ। ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ। ସାହିତ୍ୟ, କଳା କ୍ଷେତ୍ରରେ ମଧ୍ୟ ଆକର୍ଷିତ ହେବେ। ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ। ପ୍ରତିକାର ଗୋମାତାକୁ ଖାଇବାକୁ ଦିଅନ୍ତୁ।

ତୁଳା:-

ରାଜକୀୟ ମାମଲାରେ ସଫଳତା ମିଳିବ। ପାରିବାରିକ ସୁଖ-ଶାନ୍ତି ବୃଦ୍ଧି ହେବ। ଆର୍ଥିକ ଲାଭ ହେବାର ସମ୍ଭାବନା ଅଛି। ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ। ଆର୍ଥିକ ସମସ୍ୟା ସମାଧାନ ହୋଇଯିବ। ଦୂରଯାତ୍ରା କରି ମନ ଖୁସି ରହିବ। ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ଯଶସ୍ୱୀ ହେବେ। ଚାକିରୀରେ ଅଫିସର୍ ଓ ସହକର୍ମୀମାନେ କାମର ପ୍ରଶଂସା କରିବେ। ଜନସମ୍ପର୍କ ସୁଦୃଢ ହେବ। ଯାହା ଚିନ୍ତା କରିବେ ତାହା ପୂରଣ ହେବ। ମାନସିକ ଚିନ୍ତା ଦୂର ହେବ। ଉଚିତ ପନ୍ଥା ଗ୍ରହଣ କରି ରାଜନୀତିରେ କୃତକାର୍ଯ୍ୟ ହେବେ। ପ୍ରତିକାରହଳଦୀଚନ୍ଦନ ମୁଣ୍ଡରେ ଲଗାନ୍ତୁ।

ବିଚ୍ଛା:-

ସ୍ଵାସ୍ଥ୍ୟରେ ପରିବର୍ତ୍ତନ ହେବ। ଅର୍ଥ ସଂପର୍କିତ ଚୁକ୍ତିପତ୍ର କଲେ ଲାଭବାନ ହେବେ। ଅପେକ୍ଷା କରିଥିବା କାର୍ଯ୍ୟରେ ଶୁଭ ସୂଚନା ମିଳିବ। ଶତୃ ଓ ବିରୋଧୀମାନେ ଆପଣଙ୍କ ସାମ୍ନା କରିପାରିବେ ନାହିଁ। ଧନର ଆଗମନ ହୋଇ ଗୃହବାହନ ପ୍ରାପ୍ତି ହୋଇପାରେ। କର୍ମ କ୍ଷେତ୍ରରେ ସହକର୍ମୀଙ୍କର ସାହାଯ୍ୟ ସହଯୋଗ ପାଇ ପ୍ରଶଂସିତ ହେବେ। ବିଦେଶ ଯାତ୍ରାରେ ଲାଭବାନ ହେବେ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ।  ଗୃହରେ ମାଙ୍ଗଳିକ ଶୁଭକାର୍ଯ୍ୟ ମଧ୍ୟ କରିପାରିବେ। ଛାତ୍ରଛାତ୍ରୀମାନେ ବିଦ୍ୟାରେ ସଫଳ ହେବେ। ପ୍ରତିକାର କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ଧନୁ:-

ସମସ୍ୟା ଦୂରହୋଇ ଉଚ୍ଚ ଆଶାରେ ଆଗେଇବେ। କର୍ମକ୍ଷେତ୍ରରେ ଚିତ୍ତପ୍ରସନ୍ନ ଯୋଗେ କାର୍ଯ୍ୟ ସିଦ୍ଧି ହେବା ସହ ଶ୍ରମ ସାର୍ଥକ ହେବ। ବ୍ୟବସାୟ କ୍ଷେତ୍ରରେ ମନ ଲାଗିବା ଦ୍ଵାରା ପ୍ରଚାର ପ୍ରସାର ପାଇଁ ଯୋଜନା କରିବେ। ଶତୃମାନେ ଦୂରେଇଯିବେ ଓ ଅଶାନ୍ତିର ଝଡ ଶାନ୍ତ ହେବ। ହଠାତ୍ କାହାର ଡାକରା ପାଇ ଦୂରଯାତ୍ରା କରିବାକୁ ବାଧ୍ୟ ହେବେ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ। କର୍ତ୍ତବ୍ୟନିଷ୍ଠା ପରାୟଣା ହେଲେ ଯଶ, ମାନସମ୍ମାନ, ପ୍ରତିଷ୍ଠା ମିଳିବ। ଲୋକମାନେ ଆପଣଙ୍କ ବାଣୀ ଓ ଯୋଗ୍ୟତାରେ ପ୍ରଭାବିତ ହେବେ। ପ୍ରତିକାର:- ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

ମକର:-

ଧାର୍ମିକ କାର୍ଯ୍ୟରେ ରୁଚି ବଢିବା ସହ ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ। କର୍ମକ୍ଷେତ୍ରରେ ସଫଳତା ପ୍ରାପ୍ତି ହେବ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ମିତ୍ରମାନଙ୍କ ଦ୍ଵାରା ଲାଭ ପାଇବେ। ବିଦ୍ୟା କ୍ଷେତ୍ରରେ ବୀଜୟ ପ୍ରାପ୍ତ ହେବ। କାରବାର ଓ କାର୍ଯ୍ୟ ସ୍ଥିତିରେ ସୁଧାର ଆସିବାରୁ ମନ ବହୁତ ଖୁସି ରହିବ। ପରିବାରରେ ଆତ୍ମବିଶ୍ୱାସ ବୃଦ୍ଧି ପାଇବା ସହ  ସମସ୍ୟାର ସମାଧାନ କରିବେ। ଅଟକିଥିବା ବା ଉଧାର ଦେଇଥିବା ଟଙ୍କା ମିଳିଯାଇ ପାରେ। ରାଜନୀତି କ୍ଷେତ୍ରରେ ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିବା ସମ୍ଭବ ହେବ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କୁମ୍ଭ:-

କୌଣସି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବା ପୂର୍ବରୁ ପରିବାର ସହ ଆଲୋଚନା କରିବା ଉଚିତ୍।  କର୍ମ କ୍ଷେତ୍ରରେ ଦାୟିତ୍ଵ ବଢିବା ଯୋଗେ ଅନ୍ୟମନସ୍କ ରହିବେ। ନିଜ ଚେଷ୍ଟାରେ ବହୁତ କଷ୍ଟକଲେ ବାକିଥିବା ଅର୍ଥ ପାଇବେ। ଗୃହ ସମସ୍ୟାରେ ଧନ୍ଦି ହୋଇଯିବା ଫଳରେ ଆୟ ବ୍ୟୟରେ ତାଳମେଳ ରହିବ ନାହିଁ। ଧାର୍ମିକ କାର୍ଯ୍ୟପ୍ରତି ଆଗ୍ରହୀ ହେବେ। ଛାତ୍ରଛାତ୍ରୀମାନେ ଅଧ୍ୟୟନ ପାଇଁ ମନଯୋଗ ଦେବେ। ରାଜନୀତିରେ ସମସ୍ତ ସମସ୍ୟା ସମାଧାନର ଆଶା ଉଜ୍ଜ୍ଵଳ ହେବ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ। ପ୍ରତିକାର:- ଗୋମାତାକୁ ଖାଦ୍ୟ ଦିଅନ୍ତୁ।  

ମୀନ:-

ସବୁଥିରେ ସଫଳତା ମିଳିବା ଫଳରେ ଦିନଟି ହସ ଖୁସିରେ ବିତିବ। ସ୍ୱାସ୍ଥ୍ୟରେ ପରିବର୍ତ୍ତନ ହେତୁ ମନ ଓ ଚିତ୍ତ ପ୍ରସନ୍ନ ରହିବ। ଶତ୍ରୁହାନି, ଉଚ୍ଚ ପ୍ରଶଂସା ଲାଭ, ଦମ୍ଭ ସାହସ ବୃଦ୍ଧି, କ୍ଷମା ଗୁଣରେ ଯଶପ୍ରାପ୍ତି, ସୁସମ୍ବାଦ ଶୁଣିବେ ଓ ଆର୍ଥିକ ସଙ୍କଟ ଦୂରେଇ ଯିବ।  କର୍ମକ୍ଷେତ୍ରରେ ପଦୋନ୍ନତି ଓ ସୁଖସମ୍ପତ୍ତି ଲାଭ ହେବ। ନିବେଶ କରିଲେ ଲକ୍ଷ୍ମୀଙ୍କ କୃପା ଫଳରେ ଧନ ପ୍ରାପ୍ତ ହେବ। ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ। ପରିବାରରେ ମାନ ମନାନ୍ତର ଦୂର ହେବ। ବିଚାର ବିଭାଗ ରାୟ ସପକ୍ଷରେ ଯିବା ଫଳରେ ଉଚ୍ଚଆଶା ସଫଳ ହେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!