ଦୈନିକ ରାଶିଫଳ: 12 ଫେବୃୟାରୀ 2021, ମା ସନ୍ତୋଷୀଙ୍କ କୃପାରୁ ଏହି ସବୁ ରାଶିଙ୍କୁ ମିଳିବ ଅଟକିଥିବା ଧନ

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୧ ମସିହା, ଫେବୃୟାରୀ ମାସ ୧୨ତାରିଖ, ଶୁକ୍ରବାର, କୁମ୍ଭମାସ ୧ ଦିନ, ମାଘମାସ, ଶୁକ୍ଳପକ୍ଷ, ପ୍ରତିପଦାତିଥି, ଧନିଷ୍ଠା ନକ୍ଷତ୍ର, କୁମ୍ଭରାଶିରେ ଚନ୍ଦ୍ର । ବିଛା, ଧନୁ, ମୀନ ରାଶିର ଘାତବାର । ମିଥୁନ, ମୀନ ରାଶିର ଘାତଚନ୍ଦ୍ର । ପାଣିକଖାରୁ ନ ଖାଇଲେ ଭଲ । ଶୁଭସମୟ- ପ୍ରାତଃ ୬ଟା ୨୧ମିନିଟ୍ ରୁ ୭ଟା ୫ମିନିଟ୍, ସକାଳ ୭ଟା ୫୨ମିନିଟ୍ ରୁ ୯ଟା ୯ମିନିଟ୍, ଦିବା ୧୨ଟା ୨୪ମିନିଟ୍ ରୁ ୨ଟା ୩୮ମିନିଟ୍, ଦିବା ୪ଟା ୧୧ମିନିଟ୍ ରୁ ୫ଟା ୪୦ମିନିଟ୍, ସନ୍ଧ୍ୟା ୭ଟା ୨୩ମିନିଟ୍ ରୁ ରାତ୍ର ୮ଟା ୪୯ମିନିଟ୍ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-

ଶତୃମାନେ ଦୂରେଇ ଯିବେ । କର୍ମକ୍ଷେତ୍ରରେ ସହକର୍ମୀ ମାନଙ୍କ ଦ୍ୱରା ବହୁ ସୁବିଧା ପାଇ ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନ ବୃଦ୍ଧି ହେବ । ଜାଗା, ଜମି, ସମ୍ପତ୍ତି ଓ ଯାନବାହାନ ସମ୍ବନ୍ଧୀୟ କେତେ ସମସ୍ୟା ସମାଧାନ ହୋଇଯିବ । କର୍ମ ସନ୍ଧିତ୍ସୁମାନେ କର୍ମ ନିଯୁକ୍ତିରେ ସଫଳ ହେବେ । ଛାତ୍ର-ଛତ୍ରୀମାନେ କଠିନ ପରିଶ୍ରମ କରିବା ସହିତ ପଢ଼ା ପଢ଼ିରେ ମନଯୋଗ ଦେବେ । ବ୍ୟବସାୟ ଶୁଭାରମ୍ଭ କରିବାର ସୁଯୋଗ ପାଇବେ । ଆୟବୃଦ୍ଧି ହୋଇ ଟଙ୍କାର ଆବଶ୍ୟକତା ପୂରଣ ହେବ । ପ୍ରତିକାର- ନାଲିବସ୍ତ୍ର ପରିଧାନ କରନ୍ତୁ ।

ବୃଷ:-

ସ୍ୱାସ୍ଥ୍ୟସମସ୍ୟା ସୁଧୁରିଯିବା ଫଳରେ ଶାରୀରିକ ଓ ମାନସିକ ସ୍ଥିରତା ଦେଖାଦେବ । ପୈତୃକ ସମ୍ପତ୍ତିକୁ ନେଇ ପାରିବାରିକ ଦ୍ଵନ୍ଦ ମେଣ୍ଟିଯିବ ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ । କର୍ମ ନିଯୁକ୍ତି ପାଇଁ ଚେଷ୍ଟା କରିବେ । ଅଧାଅଧୁରାଥିବା କାର୍ଯ୍ୟ ପୂରଣ କରିବାକୁ ଚେଷ୍ଟା କରିବେ । ମହତ୍ଵପୂର୍ଣ୍ଣ ସମାଚାର ଶୁଣିବେ । ଆର୍ଥିକ ସ୍ଥିତି ସୁଦୃଢ଼ ହେବା ଫଳରେ ଋଣ ପରିଶୋଧ କରିବାର ସୁଯୋଗ ପାଇବେ । ନିଜର ଇଛା ପୂରଣ ପାଇଁ କୌଣସି କର୍ମକରି ପ୍ରଶଂସା ପାଇବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ମିଥୁନ:-

କାରବାରରେ ସୁଧାର ଆସିବ । ଯଥା ସମ୍ଭବ ପ୍ରକୃତିସ୍ଥ ରହି ଅଳ୍ପ ପରିଶ୍ରମରେ ଅଧିକ ଲାଭର ଉପଭୋକ୍ତା ହେବେ । ପ୍ରତିଦ୍ଵନ୍ଦିତାରେ ସଫଳ, ବିଦ୍ୟାକ୍ଷେତ୍ରରେ ଶୁଭଯୋଗ, ରାଜନୀତିରେ ଉଚ୍ଚପ୍ରଶଂସିତ ହେବେ । କାର୍ଯ୍ୟ କ୍ଷେତ୍ରରେ ସୁଖଶାନ୍ତି ବୃଦ୍ଧି ହେବ । ବ୍ୟବସାୟରେ ଉଚିତ୍ ଲାଭ ପ୍ରାପ୍ତ ହେବ । ଘନିଷ୍ଠ ବ୍ୟକ୍ତିଙ୍କ ସହିତ ଭେଟ ହେବ । ବନ୍ଧୁ ମିତ୍ରଙ୍କ ଆଗମନ ହେବ । ଭୌତିକ ଐଶ୍ଵର୍ଯ୍ୟ ସାଧନରେ ବୃଦ୍ଧି ହେବ । ସନ୍ତାନଙ୍କ ସମ୍ବନ୍ଧିତ କୌଣସି ମହତ୍ଵପୂର୍ଣ୍ଣ କାମ ସଂପୂର୍ଣ୍ଣ ହେବ । ପ୍ରତିକାର:- ଗୋମାତାକୁ ଖାଦ୍ୟ ଦିଅନ୍ତୁ ।

କର୍କଟ:-

କର୍ମକ୍ଷେତ୍ରରେ ଉପରିସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ ଓ ଆୟ ବୃଦ୍ଧି ହେବ । ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ କାର୍ଯ୍ୟକ୍ଷେତ୍ରରେ ସଫଳତା ପାଇବେ । କାଷ୍ଠ ଉପକରଣ ବ୍ୟବସାୟୀ ମାନେ ଲାଭବାନ ହେବେ । ପାରିବାରିକ ଜୀବନ ସୁଖମୟ ହେବ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ପ୍ରେମିକ ପ୍ରେମିକାଙ୍କ ଉନ୍ନତି ପାଇଁ ପ୍ରୟାସ ରତ ହେବେ । କଥା ବାର୍ତ୍ତାରେ ନିୟନ୍ତ୍ରଣ ନ ରହିଲେ ବିପଦର ସମ୍ମୁଖୀନ ହେବେ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ସିଂହ:-

ଆଶା ଆକାଂକ୍ଷା ଓ ମହତ୍ୱାକାଂକ୍ଷା ପୂର୍ଣ୍ଣହେବ । ବିଦେଶ ଯାତ୍ରାରେ ଯଶଲାଭ, ଆକସ୍ମିକ ଅର୍ଥଲାଭ, ନୂତନ ବନ୍ଧୁଲାଭ, ଅଧା ଥିବା କାର୍ଯ୍ୟ ସମ୍ପୂର୍ଣ୍ଣ ହେବ । କର୍ମକ୍ଷେତ୍ରରେ ପଦୋନ୍ନତି ପାଇ ପାରନ୍ତି । ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ସଫଳ ହେବେ । ନୂତନ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ । ଲାଭର ମାର୍ଗ ପ୍ରଶସ୍ଥ ହେବ ଓ ଋଣରୁ ମୁକ୍ତି ମିଳିବ । ନୂତନ କାର୍ଯ୍ୟ ପାଇଁ ଆଶାୟୀ ହେବେ । ବନ୍ଧୁଙ୍କ ନିମନ୍ତ୍ରଣ ପାଇ ଦୂରଯାତ୍ରା କରିବାକୁ ବାଧ୍ୟ ହେବେ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।

କନ୍ୟା:-

ମନର ଆକାଂକ୍ଷା ପୂରଣ ହେବ ଓ ଆତ୍ମବିଶ୍ୱାସ ବଢ଼ିବ । କାର୍ଯ୍ୟ କ୍ଷେତ୍ରରେ ଶତୃମାନେ ପରାଜିତ ହେବା ଫଳରେ ମାନସିକ ଅଶାନ୍ତି ଦୂର ହେବ । ଉତ୍ତମ ଆଚରଣ ଓ ମଧୁର ସ୍ୱଭାବ ଯୋଗୁ ଯଶଖ୍ୟାତି ଅର୍ଜନ କରିବା ସହ ବହୁତ ଲୋକପ୍ରିୟତା ହାସଲ କରି ଉନ୍ନତି ପଥରେ ଅଗ୍ରସର ହେବେ । ବ୍ୟବସାୟରେ ଭଲ ଲାଭ ହେବ । ପାରିବାରିକ ଜୀବନରେ ଅଶାନ୍ତି ଦୂର ହେବ । ଛାତ୍ରଛାତ୍ରୀମାନେ ସଫଳତା ପାଇବା ସହ ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ବିଜୟୀ ହେବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ତୁଳା:-

ସନ୍ତାନର ବିଦ୍ୟାରେ ଉନ୍ନତି ଖବର ପାଇ ଖୁସି ହେବେ । କର୍ମକ୍ଷେତ୍ରରେ ମାନସମ୍ମାନ ପାଇବେ । ରାଜନୀତି କ୍ଷେତ୍ରରେ ଅନ୍ୟର ଦୁଃଖ ଦୁର୍ଦଶା ଦୂର କରିବାକୁ ପ୍ରୟାସରତ ହେବେ । ଆର୍ଥିକକ୍ଷେତ୍ରରେ ପରିବର୍ତ୍ତନ ଦେଖାଦେବ । ବନ୍ଧୁ ମିତ୍ରଙ୍କ ଉପଦେଶକୁ ଖରାପ ନଭାବି ମାନି ନେଲେ ସାମାଜିକ ସ୍ଥିତି ଓ ମାନସମ୍ମାନ ବୃଦ୍ଧିହେବ । ଆନୁଷ୍ଠାନିକ କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ । ଗୃହୋପକରଣ କ୍ରୟ କରିବା ଯୋଗେ ବ୍ୟୟ ଅଧିକ ହେବ । ବ୍ୟବସାୟିକ ସଫଳତା ମିଳିବ । ପ୍ରତିକାର- ତୁଲସୀ ମୂଳ ମାଟି ଧାରଣ କରନ୍ତୁ ।

ବିଚ୍ଛା:-

ଶତୃମାନେ ପରାଜିତ ହେବେ । ଦାମ୍ପତ୍ୟ ସୁଖରେ ସୁଖୀ ହେବେ । ବ୍ୟବସାୟ କ୍ଷେତ୍ରରେ କଠିନ ପରିଶ୍ରମ କରି ଆଗକୁ ବଢ଼ିବାର ଇଚ୍ଛା ଏବଂ ଆତ୍ମବିଶ୍ୱାସ ବୃଦ୍ଧିହେବ । ପ୍ରିୟଜନମାନଙ୍କୁ ଆର୍ଥିକ ସାହାଯ୍ୟ ସହଯୋଗ କରିବେ । କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ପ୍ରଶଂସା ପାଇବେ । ରାଜନୀତି କ୍ଷେତ୍ରରେ ତଳୁ ଉପର ସ୍ତର ଯାଏ ଆଦୃତି ଓ ମାନ୍ୟତା ଅର୍ଜ୍ଜନ କରିବେ । ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍ । ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ ।

ଧନୁ:-

ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ । ପରିବାରରେ ମାନ ମନାନ୍ତର ଦୂର ହେବ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ଉନ୍ନତି ପାଇଁ ପ୍ରୟାସ ରତ ହେବେ । କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ । ରାଜନୀତିରେ ପ୍ରଶଂସିତ ହେବେ ଓ ସାମାଜିକ ପତିଆରା ଅମଳିନ ରହିବ । ବୁଝି ବିଚାରି କାର୍ଯ୍ୟ କଲେ ସମସ୍ତ କାର୍ଯ୍ୟରେ ସଫଳତା ମିଳିବ । ଖାଇବା ପିଇବାରେ ସତର୍କ ନରହିଲେ ଉଦରପୀଡ଼ା ଭୋଗିବେ । ପ୍ରତିକାର- ପକ୍ଷୀଙ୍କୁ କିଛିଦାନା ଖାଇବାକୁ ଦିଅନ୍ତୁ ।

ମକର:-

କର୍ମକ୍ଷେତ୍ରରେ ସହଯୋଗୀମାନେ ସହଯୋଗ କରିବା ଫଳରେ ସମ୍ମାନ ପ୍ରାପ୍ତି ଓ ସହକର୍ମୀଙ୍କ ସହ ବୁଝାମଣା ଠିକ୍ ରହିବ । ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବ । ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ପାଇବେ । ଦାମ୍ପତ୍ୟ ଜୀବନ ସୁଖମୟ ହେବ । ବାଦବିବାଦ, ମାଲିମୋକଦ୍ଦମା, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ଶତୃନାଶ, ଧନପ୍ରାପ୍ତି, ମିତ୍ରଲାଭ, ସୁଖ, ସମ୍ପତ୍ତି ଲାଭ ଓ ଉଚ୍ଚ ସମ୍ମାନ ପାଇବେ । ମିଷ୍ଟାନ ଭୋଜନ, ଉଚ୍ଚଆଶା ପୂରଣ ହେବ । ପ୍ରତିକାର- ହଳଦୀଚନ୍ଦନ ମୁଣ୍ଡରେ ଲଗାନ୍ତୁ ।

କୁମ୍ଭ:-

ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବା ପାଇଁ ଯୋଗାଯୋଗ କରି ପାରିବେ । କର୍ମକ୍ଷେତ୍ରରେ ପଦୋନ୍ନତିର ସୁଯୋଗ ପାଇ ଯଶମାନ ପ୍ରତିଷ୍ଠା ଲାଭର ଯୋଗ ଅଛି । ସମୟକୁ ହାତ ଛଡ଼ା ନ କରିବା ଉଚିତ୍ । କାରଣ ସମସ୍ତ କାର୍ଯ୍ୟରେ ଶୁଭଫଳ ପ୍ରାପ୍ତି ହେବ । ବ୍ୟବସାୟ ପାଇଁ ବିଦେଶ ଯାତ୍ରା କରି ଲାଭବାନ ହେବେ । ବନ୍ଧୁ ମିତ୍ରମାନଙ୍କର ସହଯୋଗରେ ଆର୍ଥିକ ଦିଗରୁ ସୁବିଧା ପାଇବେ । ପାରିବାରିକ କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେଇ ସଫଳ ହେବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ମୀନ:-

ଜନ ସେବାରେ ନିଜକୁ ନିୟୋଜିତ କରିବେ । ନୂତନ ବନ୍ଧୁ ମିତ୍ରଙ୍କ ମିଳନ ହେବ । ପ୍ରେମପ୍ରସଙ୍ଗରେ ମଧ୍ୟ ସଫଳତା ମିଳିବ । ନିଜର ଚତୁରତା ଓ ବିବେକ ହେତୁ ସମସ୍ତ ବିପରୀତ ପରିସ୍ଥିତିର ସାମ୍ନା କରିପାରିବେ । ଶିକ୍ଷା କ୍ଷେତ୍ରରେ ପରୀକ୍ଷା, ପରିଣାମ ଅନୁକୂଳ ହେବ । ଉଚ୍ଚ ଶିକ୍ଷା ହାସିଲ କରିବା ପାଇଁ ପ୍ରୟାସରତ ରହିବେ । ରାଜନୀତି ସମ୍ବନ୍ଧୀୟ କୌଣସି ମହତ୍ଵପୂର୍ଣ୍ଣ ସମାଚାର ଶୁଣିବେ । ବାହନରେ କୌଣସି ଜାଗାକୁ ଯାତ୍ରାକଲେ ସତର୍କତା ଅବଲମ୍ବନ କରିବା ଉଚିତ୍ । ପ୍ରତିକାର- ଶିବମନ୍ଦିରରେ କଞ୍ଚାକ୍ଷୀର ଢାଳି ପାଦୁକ ପାନ କରନ୍ତୁ ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 9437006746


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!