ଦୈନିକ ରାଶିଫଳ: 12 ଫେବୃୟାରୀ 2023, ସୂର୍ଯ୍ୟଦେବଙ୍କ କୃପା ରହିବ ଏହି 4ଟି ରାଶି ଉପରେ, ମିଳିବ ଆର୍ଥିକ ସଙ୍କଟରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୩ ମସିହା, ଫେବୃୟାରୀ ମାସ ୧୨ତାରିଖ, ରବିବାର, ମକରମାସ ୩୦ଦିନ, ଫାଲଗୁନ ମାସ, କୃଷ୍ଣପକ୍ଷ, ଷଷ୍ଠୀ ତିଥି ଦିବା ୯ଟା ୪୬ମିନିଟ ପରେ ସପ୍ତମୀ ତିଥି, ସ୍ଵାତୀ ନକ୍ଷତ୍ର, ତୁଳା ରାଶିରେ ଚନ୍ଦ୍ର । ଗଣ୍ଡ ଯୋଗ ଦିବା ୩ଟା ୩୩ମିନିଟ୍ ପରେ ବୃଦ୍ଧି ଯୋଗ । ବଣିଜ କରଣ ଦିବା ୯ଟା ୪୬ମିନିଟ୍ ପରେ ବିଷ୍ଟି କରଣ । ମେଷ ରାଶିର ଘାତବାର । ନିଷିଦ୍ଧ ଖାଦ୍ୟ- ନିମ୍ବ ବା ପିତା ଦ୍ରବ୍ୟ ନ ଖାଇଲେ ଭଲ ଦିବା ୯ଟା ୪୬ମିନିଟ୍ ପରେ ତାଳ ନ ଖାଇଲେ ଭଲ । ଯୋଗିନୀ- ପଶ୍ଚିମେ ଦିବା ୯ଟା ୪୬ମିନିଟ୍ ପରେ ବାୟବ୍ୟେ ଯାତ୍ରା ନିଷେଧ । ଶ୍ରାଦ୍ଧ ତର୍ପଣ- ସପ୍ତମୀର ଏକୋଦ୍ଧିଷ୍ଟ ଓ ପାର୍ବଣ ଶ୍ରାଦ୍ଧ । ଅଶୁଭସମୟ- ଦିବା ୧୦ଟା ୩୬ମିନିଟ୍ ରୁ ୧୨ଟା, ଦିବା ୧୨ଟା ରୁ ୧ଟା ୨୫ମିନିଟ୍, ରାତ୍ରି ୧ଟା ୩୫ମିନିଟ୍ ରୁ ୩ଟା ୧୦ମିନିଟ୍ । ଶୁଭସମୟ- ସକାଳ ୬ଟା ୨୧ମିନିଟ୍ ରୁ ୧୦ଟା ୭ମିନିଟ୍, ଦିବା ୧ଟା ୨୫ମିନିଟ୍ ରୁ ୧ଟା ୫୪ମିନିଟ୍, ସନ୍ଧ୍ୟା ୬ଟା ୩୧ମିନିଟ୍ ରୁ ୯ଟା ୩ମିନିଟ୍, ରାତ୍ର ୧୨ଟା ୨୬ମିନିଟ୍ ରୁ ରାତ୍ର ୧ଟା ୩୫ମିନିଟ୍, ରାତ୍ର ୩ଟା ୧୦ମିନିଟ୍ ରୁ ୩ଟା ୪୮ମିନିଟ୍ । ପର୍ବଦିନ- ମାସାନ୍ତ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:- ଭାଇ ଭଉଣୀ ମାନଙ୍କ ସହ ମନୋ ମାଳିନ୍ୟ ଦୂର ହେବ । ଆଶା କରୁଥିବା ଖବର ପାଇ ଖୁସୀ ହୋଇଯିବେ । ପଡୋଶୀ ଏବଂ କୁଟୁମ୍ବଙ୍କ ସହ କଳିତକରାଳ ଥିଲେ ମେଣ୍ଟିଯିବ । ଜାଗା, ଜମି ଓ ଅନ୍ୟ ବ୍ୟବସାୟ କ୍ଷେତ୍ରରେ ଅନେକ ଦିନ ଧରି ଚାଲିଥିବା ଦ୍ୱନ୍ଦ୍ୱର ସମାଧାନ ହେବ । ପ୍ରେମିକ ପ୍ରେମିକାମାନଙ୍କର ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ । ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ବୃଷ:-ଶିକ୍ଷା କ୍ଷେତ୍ରରେ ପରୀକ୍ଷା, ପରିଣାମ ଅନୁକୂଳ ହେବ । ନୂତନ ବାହନଆଦି କ୍ରୟ କରି ପାରନ୍ତି । ଅଶୁଭତ୍ୱନାଶ ହୋଇ ଶୁଭ ଫଳ ପ୍ରାପ୍ତି ହେବା ଫଳରେ ସଫଳତା ଅର୍ଜନ ତଥା ଦୂରଯାତ୍ରାର ସୁଯୋଗ ପାଇବେ । ପ୍ରେମିକ ପ୍ରେମିକାମାନେ ନୂତନ ସ୍ଥାନକୁ ବୁଲିଯିବାର ସୁଯୋଗ ମିଳିବ । ପ୍ରିୟଜନଙ୍କ ସହ ସମୟ ବିତିବ ଓ ବନ୍ଧୁ ମିତ୍ରମାନଙ୍କର ସହଯୋଗ ପ୍ରାପ୍ତି ହେବ । ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତ ହେବେ । ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ ।

ମିଥୁନ:-ସାଧାରଣ ଲୋକ ସମ୍ପର୍କକୁ ଅତିକ୍ରମ କରିବା ଲକ୍ଷ୍ୟରେ ଭୋଗମାର୍ଗୀ ହୋଇ ନିଜକୁ ପ୍ରତିଷ୍ଠିତ କରିପାରିବେ । ପିଲାମାନଙ୍କ କାର୍ଯ୍ୟରେ ସନ୍ତୁଷ୍ଟ ହେବେ । କଳା, ସାହିତ୍ୟ ଓ ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ଜୟଯୁକ୍ତ ହେବେ । ଏକ ସମୟରେ ଅନେକ ଗୁଡ଼ିଏ କାର୍ଯ୍ୟବ୍ୟସ୍ତତା ଭିତରେ ରହି ନିଜର ମାନସିକ ଅଶାନ୍ତି ଦେଖାଦେବ । ପୁରାତନ ରୋଗର ପ୍ରକୋପରେ ହଇରାଣ ହରକତ ହେବେ । ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ ।

କର୍କଟ:-ସାମାଜିକ କାର୍ଯ୍ୟରେ ସଫଳତା ଓ ମାନସମ୍ମାନ ବୃଦ୍ଧି ହେବ । ବନ୍ଧୁଙ୍କ ସହଯୋଗରେ କେତେକ ସମସ୍ୟାର ସମାଧାନ ହେବ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ସଫଳ ହେବେ । ପାରିବାରିକ କ୍ଷେତ୍ରରେ ବୁଝାମଣା ଠିକ୍ ରହିବ । ଧୈର୍ଯ୍ୟ ଓ ସହନଶୀଳତା ଯୋଗେ ଯଶ ମିଳିବ । ବ୍ୟବସାୟରେ ପ୍ରଚୁର ଲାଭ ହେବ । ଉଚ୍ଚ ସମ୍ଭାବନାର ଆଶା ଆଶ୍ୱାସନା ଲାଭ କରି ମାନସିକ ଶାନ୍ତି ପାଇବେ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

ସିଂହ:-ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଲେ ବ୍ୟବସାୟରେ ଅଚାନକ ଧନପ୍ରାପ୍ତି ହେବ । ଜାଗା, ଜମି, ଗୃହପୋକରଣ କ୍ରୟ କରିବେ । ନୂତନ କର୍ମପ୍ରାପ୍ତିର ସୁଯୋଗ ପାଇବେ । ଯାତ୍ରାରେ ଭୋଗ ବିଳାସ ଓ ଆନନ୍ଦମୟ ମୁହୂର୍ତ୍ତ କଟିବ । ବିଦ୍ୟାକ୍ଷେତ୍ରରେ ଶୁଭଯୋଗ ଓ ପ୍ରତିଯୋଗିତା ପରୀକ୍ଷାରେ ସଫଳ ହେବେ । ଉତ୍ତରାଧିକାରୀ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି । ପିଲାଙ୍କ ସହ ଖୁସିଗପ କରିବାରେ ମଉକା ଜୁଟିବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

କନ୍ୟା:-ରାଜନୀତିରେ ଉନ୍ନତି ହେବ । ସନ୍ତାନ ସନ୍ତତିଙ୍କ ତରଫରୁ ଆଶାବାଦୀ ହେବେ । କେତେକ କ୍ଷେତ୍ରରେ ଉଚ୍ଚାକାଂକ୍ଷ । ପୂର୍ତ୍ତି ନିମନ୍ତେ କଠିନ ପରିଶ୍ରମ କରିବାକୁ ପଡିବ । ପ୍ରିୟଜନମାନେ ଆଗକୁ ବଢିବାରେ ସାହାଯ୍ୟ କରିବେ । ବନ୍ଧୁ ମିତ୍ରମାନେ ଶତ୍ରୁତା ଆଚରଣ କରିବେ । ବରିଷ୍ଠ କର୍ମୀଙ୍କ ରୋଷର ପାତ୍ର ହେବେ । ଦୂରଯାତ୍ରାରେ କଷ୍ଟ ଅନୁଭବ କରିବେ । ଖାଦ୍ୟପେୟ ପ୍ରତି ସଜାଗ ନ ରହିଲେ ସ୍ୱାସ୍ଥ୍ୟ ହାନୀ ହୋଇପାରେ । ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ ।

ତୁଳା:-ସାମାଜିକ ପତିଆରା ଅମଳିନ ରହିବ । ପରିବାରର ମାମଲା ଘରୋଇ ସମସ୍ୟାର ସମାଧାନ ହେବ । ରାଜନୀତିରେ ଉଚ୍ଚପ୍ରଶଂସିତ ହେବେ । ଆୟ ଉପାର୍ଜନ ବୃଦ୍ଧି ହେବ । ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରି ପାରିବେ । ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ । କୌଣସି ନୂତନ କାର୍ଯ୍ୟଆରମ୍ଭ କରିପାରିବେ । ଦୂରଯାତ୍ରାର ସୁଯୋଗ ପାଇବେ । ପ୍ରତିକାର- ମିଶ୍ରିଟିକେ ଖାଇ ଘରୁ ବାହାରନ୍ତୁ ।

ବିଚ୍ଛା:-ବନ୍ଧୁବାନ୍ଧବଙ୍କ ଦିଗରୁ ସ୍ଵାର୍ଥପ୍ରବଣତାର ଅଭିବୃଦ୍ଧି ଘଟିବ । କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ କୃତକାର୍ଯ୍ୟ ହେବେ । ଆର୍ଥିକ ଦିଗରୁ ବେଶ୍ ଅନୁକୂଳ ଥିବାରୁ କିଛି ନୂତନ ପଦାର୍ଥ ସଂଗ୍ରହ କରି ଲାଭବାନ ହେବେ । ଲକ୍ଷ୍ୟ ହାସଲ କରିବାରେ ସମର୍ଥ ହେବେ । ମିତ୍ରଙ୍କ ଦ୍ଵାରା ସହାୟତା ମିଳିବ । ଜ୍ଞାନ-ଗବେଷଣା ସ୍ତରରେ କୃତକାର୍ଯ୍ୟ ହୋଇ ଯଶ ମାନ ପ୍ରତିଷ୍ଠା ପ୍ରାପ୍ତି ହେବ । ନିର୍ମାଣ ମୂଳକ ଯୋଜନାରେ ଆଗେଇ ପାରିବେ । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।

ଧନୁ:-ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ । ସ୍ଥଗିତଥିବା କର୍ମଟି ପୂରଣ ହେବାପାଇଁ ଆର୍ଥିକ ସଙ୍କଟ ଦୂରେଇ ଯିବ । କୌଣସି ନୂତନ କର୍ମ କରୁଥିଲେ ସେଥିରେ ବିଜୟୀ ହେବେ । ପାର୍ଟି ବା ସମାରୋହରେ ସମ୍ମିଳିତ ହେବାକୁ ପଡିପାରେ । ବ୍ୟବସାୟ ସମ୍ବନ୍ଧୀୟ ସମସ୍ୟାରେ ଉତ୍ସାହିତ ହେବେ ଓ ସାମାଜିକ ପ୍ରତିଷ୍ଠା ବଢ଼ିବ । ପାରିବାରିକ ସ୍ଥିତି ସୁଧିରି ଯାଇ ସୁଖ ସମୃଦ୍ଧି ବୃଦ୍ଧିହେବ ଏବଂ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ମକର:-ସ୍ୱାସ୍ଥ୍ୟ ଦିଗରୁ ପ୍ରାୟତଃ ଠିକ୍ ରହିବ । ନୂଆ ବେପାରୀଙ୍କ ସହ ସମ୍ପର୍କ ଯୋଗୁ ନୂତନ ବ୍ୟବସାୟର ଯୋଜନା କରିବେ । ପାରିବାରିକ କ୍ଷେତ୍ରରେ ଦାମ୍ପତ୍ୟ କଳହକୁ ନିଜର ବୁଦ୍ଧି, ବିବେକ ଖଟାଇ ସମାଧାନ କରିପାରିବେ ଓ ପିଲାମାନଙ୍କ କାର୍ଯ୍ୟରେ ଖୁସି ହେବେ । ପ୍ରେମିକ ପ୍ରେମିକା ମାନେ ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ଆନନ୍ଦ ଅନୁଭବ କରିବେ । ରାଜନୈତିକ କ୍ଷେତ୍ରରେ ସଫଳତା ପାଇ ପ୍ରଶଂସିତ ହେବେ । ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ ।

କୁମ୍ଭ:-ବ୍ୟବସାୟ ବୃଦ୍ଧି ଯୋଜନାରେ ହାତ ଦେବେ କିନ୍ତୁ ବ୍ୟବସାୟରେ ଉଧାର ଦେଇ ଫେରି ପାଇବା କଷ୍ଟ ହେବ । ଛାତ୍ରଛାତ୍ରୀମାନେ ସାଙ୍ଗମେଳ ହୋଇ ମୌଜ ମଜଲିଶ୍ ରେ ବ୍ୟସ୍ତ ରହିବେ । କେତେକ କାର୍ଯ୍ୟରେ ବିକ୍ରମଶାଳୀ ହେଲେ ମଧ୍ୟ ନିଜର ମର୍ଯ୍ୟାଦାକୁ ଜଗି ରଖି ଚଳିବେ । ପ୍ରତ୍ୟେକ କ୍ଷେତ୍ରରେ ବିନୟପୂର୍ଣ୍ଣ କଥାକହି ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ । ସନ୍ତାନଙ୍କ ପାଇଁ ଚିନ୍ତିତ ରହିବେ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ମୀନ:-ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧିହେବ । ବନ୍ଧୁ, ମିତ୍ର ସହକର୍ମୀ ଭାଗୀଦାରୀଙ୍କ ପାଇଁ ବିଶେଷ ଲାଭ ପାଇବେ । କାର୍ଯ୍ୟ ଦକ୍ଷତା ପ୍ରଦର୍ଶନ କରି, ତଳୁ ଉପର ଯାଏଁ ଆଦର୍ଶ ସ୍ଥାନ ଗ୍ରହଣ କରିବେ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ମନ ଖୁସି ହୋଇ ପାରେ । ପତିପତ୍ନୀଙ୍କ ମଧ୍ୟରେ ମତାନ୍ତର ଦେଖାଦେବ । ଦୂରଯାତ୍ରାରେ କଷ୍ଟ ଅନୁଭବ କରିବେ । ଏକାଧିକ କାମରେ ହାତ ଦେଇ ଭଲବଦଳରେ ମନ୍ଦସୃଷ୍ଟି ହେବ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!