ପିତା ମାତାଙ୍କ ଆଜ୍ଞା ପାଳନ କରନ୍ତୁ। ଆଜି କେମିତି ରହିବ ଆପଣଙ୍କ ଦିନ : ୧୨ ଜାନୁୟାରୀ ୨୦୧୮

ଶେୟାର କରନ୍ତୁ ଅନ୍ୟମାନକ ସହିତ

ଦୈନିକ ରାଶିଫଳ: ୧୨ ଜାନୁୟାରୀ ୨୦୧୮


Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ-

ବିଦ୍ୟାରେ ଉନ୍ନତି କରିବେ। ଲୋକସମ୍ପର୍କ, ସମାଜସେବା, ଧାର୍ମିକ ଅନୁଷ୍ଠାନରେ କ୍ଷତି ସହିବେ। ପରିବାର ହିତ ପାଇଁ ଅଧିକ ଖର୍ଚ୍ଚାନ୍ତ ହେବେ। ସନ୍ତାନ ଯୋଗେ ଚିନ୍ତିତ ରହିବେ। ପ୍ରତିକାର:- ଅନ୍ଧ,ବିଧବା ଅସହାୟା ମାନଙ୍କୁ ସାହାଯ୍ୟ କରନ୍ତୁ।

 

ବୃଷ-

ଯାତ୍ରା ଫଳରେ ଉତ୍ସାହିତ ହେବେ। ଗୃହୋପକରଣ କ୍ରୟ କରିବେ। ସମସ୍ତ କାର୍ଯ୍ୟକ୍ରମ ସୁରୁଖୁରୁରେ ପୂର୍ଣ୍ଣ ହେବ। ବ୍ୟବସାୟ ସମ୍ବନ୍ଧୀୟ ସମସ୍ତ ଜରୁରୀ କାର୍ଯ୍ୟ ଓ ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁରୂପେ ହେବ। ପ୍ରତିକାର:- ଗୋମାତାର ସେବା କରିବା ଆବଶ୍ୟକ।    

ମିଥୁନ-

ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ। ପ୍ରବାସ ଓ ଯାତ୍ରାରେ ଲାଭବାନ ହେବେ। ବରିଷ୍ଠ ବ୍ୟକ୍ତି ଉଚ୍ଚାଧିକାରୀଙ୍କ ସହ ସମ୍ବନ୍ଧ ଦୃଢୀଭୁତ ହେବ। ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବେ।

କର୍କଟ

ଆର୍ଥିକ ଉନ୍ନତି ଫଳରେ ଚିନ୍ତା କରିଥିବା କାର୍ଯ୍ୟ ଠିକ୍ ସମୟରେ ପୂରଣ ହୋଇପାରିବ। ଆକସ୍ମିକ ଦୁର୍ଘଟଣା, ଶଲ୍ୟ ଚିକିତ୍ସା ଓ ଶତୃମାନେ ଷଡଯନ୍ତ୍ର କରି କ୍ଷତି କରିବେ। ବ୍ୟବସାୟରେ ଭାଗୀଦାରୀମାନଙ୍କ ସହ ମତାନ୍ତର ସୃଷ୍ଟି ହେବ। ପ୍ରତିକାର:- କୁକୁରକୁ ଖାଦ୍ୟ ଦିଅନ୍ତୁ।

ସିଂହ-

ଅଟକିଥିବା କାର୍ଯ୍ୟ ପୂରଣ ହେବ। ପ୍ରତିଯୋଗୀତା ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବେ। କଠିନ କାର୍ଯ୍ୟ ସହଜରେ ସମାଧାନ କରିବେ। ଚକ୍ଷୁ ପୀଡା ସହ ଦୈନିକ କାର୍ଯ୍ୟରେ ବ୍ୟବଧାନ ଉତ୍ପନ୍ନ ହେବ। ସ୍ଥାନାନ୍ତରଣ ପାଇଁ ଚେଷ୍ଟା କଲେ ବିଫଳ ହେବେ। ପ୍ରତିକାର- ଗ୍ରାମ୍ୟଦେବତାଙ୍କୁ ଭୋଗ ଲଗେଇ ପିଲାଙ୍କୁ ବାଣ୍ଟିବେ।

କନ୍ୟା-

ବରିଷ୍ଠ ବ୍ୟକ୍ତିଙ୍କ ସହ ସୁସମ୍ପର୍କସ୍ଥାପିତ ହେବ। ଜାଗା, ଜମି, ବାସଗୃହ ଓ ଯାନବାହାନ କ୍ରୟ କରିବାର ସୁବିଧା ପାଇବେ। ବ୍ୟବସାୟରେ ଆଶାତୀତ ଲାଭକରି କିଛି ନୂତନ ପଦାର୍ଥ ସଂଗ୍ରହ ବା ବ୍ୟାଙ୍କବାଲାନ୍ସ ବୃଦ୍ଧି ହେବ। ପ୍ରତିକାର- ପଙ୍ଗୁ ଭିକାରୀଙ୍କୁ ଖାଦ୍ୟ ଦିଅନ୍ତୁ।

ତୁଳା-

ପାରିବାରିକ ଜୀବନ ସୁଖ ଓ ଶାନ୍ତିରେ କଟିବ। ଦୂରସ୍ଥାନକୁ ଯାତ୍ରା କରିବେ। ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନ ବୃଦ୍ଧି ହେବ। କ୍ରୋଧ ନିୟନ୍ତ୍ରଣ ନ ରଖିଲେ ଅନେକ କ୍ଷତି ହେବ। ସ୍ଵାସ୍ଥ୍ୟର କିଛି ପରିବର୍ତ୍ତନ ଘଟିବ। ପ୍ରତିକାର- ନୀଳବସ୍ତ୍ର କ୍ୟାସବାକ୍ସ ବା ମନିପର୍ସରେ ରଖନ୍ତୁ।

ବିଛା-

ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି, ସମ୍ମାନ ବୃଦ୍ଧି, କର୍ମୋନ୍ନତି ବାସସ୍ଥାନ ବା ଯାନବାହାନ ପ୍ରାପ୍ତି ହେବ। ବନ୍ଧୁ ମିତ୍ରଙ୍କଠାରୁ ଉପହାର ପ୍ରାପ୍ତି ହେବ। ପୁଅ ଝିଅଙ୍କ କର୍ମସ୍ଥିର ହେବା ଫଳରେ ଖୁସି ହେବେ। ତୀର୍ଥାଟନ କରି ଯାତ୍ରା କାଳରେ ଯନ୍ତ୍ରଣା ଭୋଗିବେ। ପ୍ରତିକାର- ଲାଲ୍ ରଙ୍ଗର ବସ୍ତ୍ର ପରିଧାନ କରନ୍ତୁ।

ଧନୁ-

ବ୍ୟବସାୟରେ ଭାଗୀଦାରମାନେ ପାଦ ସହିତ ପାଦ ମିଶେଇ ବେପାର ବୃଦ୍ଧି କରିବେ। ମହିଳାଙ୍କ ସହ ଅଯଥା ଝଗଡା ବଢିଯିବା ଫଳରେ ନିଜେ ଲଜ୍ଜିତ ହେବେ। ଖରାପ ପିଲାଙ୍କ ସହ ସାଙ୍ଗ ହୋଇ ସନ୍ତାନ କୁ-ମାର୍ଗଗାମୀ ହେବେ। ପ୍ରତିକାର- ସୋରିଷତେଲରେ ପରଟା କରି କୁକୁରକୁ ଖାଇବାକୁ ଦିଅନ୍ତୁ।

ମକର-

ଭାବମୂର୍ତ୍ତି ରକ୍ଷା କରି ପାରିବାରିକ ମୁଖ୍ୟଙ୍କ ସହିତ ପରିଚାଳନାଗତ ସ୍ଵତନ୍ତ୍ର ଅତୁଟ ରଖି ହେବ।ପଟ୍ଟ ପରିବର୍ତ୍ତନ ଘଟି ଅଶାନ୍ତି ଓ ବିଶୃଙ୍ଖଳାରୁ ମୁକ୍ତ ହେବେ। ସବୁପରେ ଅପଣା ଲୋକଙ୍କ ସହଯୋଗ ବୃଦ୍ଧି ପାଇବ ଓ ନିଃସଙ୍ଗତା ବୋଧର ପୀଡା ମଧ୍ୟ ଦୂରେଇ ଯିବ । ପ୍ରତିକାର- ପିତା ମାତାଙ୍କ ଆଜ୍ଞା ପାଳନ କରନ୍ତୁ।

କୁମ୍ଭ-

ପାରିବାରିକ କ୍ଷେତ୍ରରେ ସାମୟିକ ଭାବେ ଦାମ୍ପତ୍ୟ ସମସ୍ୟା ଉଣା ଅଧିକ ରହିବ। ଫଳରେ ସ୍ଥାନ-ମାନ ପ୍ରତି ବିପଦ କଟିଯିବ । ଆର୍ଥିକ ସନ୍ତୁଳନ ସୁରକ୍ଷିତ ହେବା କାରଣରୁ ବିପର୍ଜ୍ୟସ୍ତ ଅର୍ଥନୀତିର ବିପଦରୁ  ମୁକ୍ତ ହେବେ । ପ୍ରତିକାର- ହଳଦୀଚନ୍ଦନ ମୁଣ୍ଡରେ ଲଗାନ୍ତୁ ଓ ମନ୍ଦିର ସାମ୍ନାରେ ମୁଣ୍ଡ ନୂଆଁଇ ପ୍ରଣାମ କରନ୍ତୁ।

ମୀନ-

କାରବାର ବଢିବ ଓ ଭୁଲ୍ ବୁଝାମଣା ଦୂର ହେବା ଯୋଗେ ହିତୈଷିମାନେ ଅଧିକ ନିବିଡ ହେବା ସାଙ୍ଗକୁ ମର୍ଯ୍ୟଦାଜନକ ପରିସ୍ଥିତି ସୃଷ୍ଟି କରିବେ । ବିଶେଷ କରି ମହିଳାମାନେ ସାବଧାନତା ପୂର୍ବକ ନ ଚଳିଲେ ବିପଦରେ ପଡିବେ। ପ୍ରତିକାର- ସକାଳୁ ଉଠି ଗୁଡ ରୁଟି ଗାଈକୁ ଖାଇବାକୁ ଦେବ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!