ଦୈନିକ ରାଶିଫଳ: ୧୨ ଜାନୁୟାରୀ ୨୦୧୯, ଶନିଦେବ ଙ୍କ କୃପାରୁ ଏହି ସବୁ ରାଶିର ବ୍ୟକ୍ତିଙ୍କୁ କର୍ମକ୍ଷେତ୍ରରେ ମିଳିବ ପ୍ରଶଂସା

ଶେୟାର କରନ୍ତୁ ଅନ୍ୟମାନକ ସହିତ

ଦୈନିକ ରାଶିଫଳ: ୧୨ ଜାନୁୟାରୀ ୨୦୧୯

ମେଷ:-

ସରକାରୀ କର୍ମଚାରୀମାନେ ଉତ୍ତମ କାର୍ଯ୍ୟ କରି ପ୍ରଶଂସା ପାଇବେ। କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ। ବ୍ୟବସାୟରେ ସଫଳତା, ଆର୍ଥିକ ଉନ୍ନତି ଓ ଅଚାନକ ଧନ ପ୍ରାପ୍ତି ହେବା ସହ ମାନ ସମ୍ମାନ ବୃଦ୍ଧି ହେବ। ଭାଗୀଦାରମାନେ ପାଦ ସହିତ ପାଦ ମିଶେଇ ବେପାର ବୃଦ୍ଧି କରିବେ। ବନ୍ଧୁବାନ୍ଧବଙ୍କ ନିକଟରେ ଗୁରୁଗୁରୁଜନ ଓ ପ୍ରିୟଲୋକଙ୍କ ପାଖରେ ଆଦୃତ ହେବେ। ମହିଳା ମାନେ କର୍ମକ୍ଷେତ୍ରରେ ଉନ୍ନତି କରିବା ସହ ଉପରିସ୍ଥ ଅଧିକାରୀଙ୍କର କୃପା ଲାଭ କରିବେ। ପ୍ରେମିକ ଓ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ। ଶିକ୍ଷା କ୍ଷେତ୍ରରେ ସଫଳତା ଅର୍ଜନ କରିବେ। ପ୍ରତିକାର- ଅସହାୟ ବୃଦ୍ଧଙ୍କୁ ଖାଦ୍ୟ ଦିଅନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-

ବରିଷ୍ଠ ବ୍ୟକ୍ତି ଓ ଗୁରୁ ଗୁରୁଜନଙ୍କ ଠାରୁ ପ୍ରଶଂସା ପାଇବେ। ପାରିବାରିକ ପରିସ୍ଥିତି ଠିକ୍ ରହିବ। ବ୍ୟବସାୟ କ୍ଷେତ୍ରରେ ପ୍ରତିଦ୍ୱନ୍ଦିତା ଦୂରେଇ ଯିବ। ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବେ। କର୍ମକ୍ଷେତ୍ରରେ ସହକର୍ମୀ ଓ ଉପରିସ୍ଥ କର୍ମଚାରୀଙ୍କ ଠାରୁ ପ୍ରଶଂସିତ ହେବେ। ବାଦ-ବିବାଦ, ପରୀକ୍ଷା, ପ୍ରତି ଯୋଗୀତା, ମାଲିମୋକଦ୍ଦମା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ରାଜନୀତିରେ ହଠାତ୍ କାହାର ଡକରା ପାଇ ଯାତ୍ରା କରିବାକୁ ବାଧ୍ୟ ହେବେ ଓ ପ୍ରଶଂସିତ ହେବେ। ଶାରୀରିକ ଓ ମାନସିକ ସ୍ଥିରତା ଦେଖାଦେବ। ସାମାଜିକ କଲ୍ୟାଣ କାମରେ ପୂର୍ଣ୍ଣ ସହଯୋଗ କରିବେ। ପ୍ରତିକାର-ନିଶାଦ୍ରବ୍ୟ ଓ ଆମିଷ ସେବନ କରନ୍ତୁ ନାହିଁ।

ମିଥୁନ:-

କର୍ମ କ୍ଷେତ୍ରରେ ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ। ବ୍ୟବସାୟ ଶୁଭାରମ୍ଭ କରିବାର ସୁଯୋଗ ପାଇବେ। ବ୍ୟବସାୟୀମାନେ ନୂତନ ବାଣିଜ୍ୟର ପରିକଳ୍ପନା କରି ପ୍ରଚୁର ଲାଭ କରିବେ। ଆର୍ଥିକ ଦିଗରୁ ସୁବିଧା, ପୈତୃକ ସମ୍ପତ୍ତିକୁ ନେଇ  ପାରିବାରିକ ଦ୍ଵନ୍ଦ ମେଣ୍ଟିଯିବ ଓ ମାନସିକ ଏକାଗ୍ରତା ବଜାୟ ରହିବ। ମହିଳାମାନେ ଅନେକ କାର୍ଯ୍ୟ ନିଜେ ସମାଧାନ କରିବାକୁ ସାହସ ବାନ୍ଧିବେ। ସମାଜ ସେବାରେ ସ୍ଵନାମ ଅର୍ଜନ କରିପାରିବେ। ଅନେକ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି। ରାଜନୀତିରେ ନ୍ୟାୟମାର୍ଗ ଓ ମିଷ୍ଟ ବଚନ ଆପଣଙ୍କର ଭୂଷଣହେବ। ପ୍ରତିକାର- ଶ୍ଵେତଚନ୍ଦନ କର୍ପୁରମିଶେଇ ମସ୍ତକରେ ଧାରଣ କରନ୍ତୁ।

କର୍କଟ:-

ବ୍ୟବସାୟ କ୍ଷେତ୍ରରେ ଉତ୍ତମ ରୋଜଗାର କରିପାରିବେ। ସମ୍ମାନର ସହିତ ଦିନଚର୍ଯ୍ୟା କରି ସୁଖେଦୁଃଖେ ଚଳିବାରେ ବାଧା ଉପୁଜିବ ନାହିଁ। ଶୁଭ ଲାଭ ମଧ୍ୟେ ପାରିପାର୍ଶ୍ଵିକ ବାତାବରଣ ପ୍ରତି ସଚେତନତା ବୃଦ୍ଧି ପାଇବ। କେତେକ ସ୍ଥଳରେ ବିଭ୍ରାନ୍ତି ଉପୁଯିବ ଓ ସରକାରୀ କୋପ ଭାଜନ ହେବାଭଳି ସମସ୍ୟା ମୁଣ୍ଡେଇବେ ଏବଂ ସେଥିପାଇଁ କିଛି ଆର୍ଥିକ ଦଣ୍ଡ ମଧ୍ୟ ସହିବାକୁ ପଡିବ। ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ଆନନ୍ଦ ସହ କଷ୍ଟ ଅନୁଭବ କରିବେ। ମହିଳାମାନେ ଅଧିକ ଭାଗ୍ୟବାଦିନୀ ହୋଇ ନିଜ ଗୋଡରେ ନିଜେ ଠିଆ ହେବାକୁ ସାହସ ବାନ୍ଧିବେ। ପ୍ରତିକାର- କୁକୁରକୁ ଖାଇବାକୁ ଦିଅନ୍ତୁ।

ସିଂହ:-

ଆଧ୍ୟାତ୍ମକ ଭାବଧାରାରେ ଉଦ୍ବୁଦ୍ଧ ହୋଇ ସତ୍ସଙ୍ଗ ଓ ଧର୍ମଚର୍ଚ୍ଚା ଦିଗକୁ ମନ ବଳାଇପାରନ୍ତି। ନିଜର କ୍ରୋଧ ଉପରେ ନିୟନ୍ତ୍ରଣ ରଖିଲେ ପ୍ରତି କ୍ଷେତ୍ରରେ ସଫଳ ହେବେ। ବନ୍ଧୁ ବାନ୍ଧବଙ୍କ ସହ ମନୋମାଳିନ୍ୟ ମେଣ୍ଟିଯିବ। କର୍ମକ୍ଷେତ୍ରରେ ନିଜର ପ୍ରତିଷ୍ଠା ସୁନାମ ବଢିବ। ପାରିବାରିକ ଜୀବନ ସମସ୍ତଙ୍କ ମେଳରେ ରହି ସୁଖ-ସନ୍ତୋଷରେ କଟିବ। ସାମାଜିକ ସ୍ଥିତି ଓ ମାନସମ୍ମ।ନ ବଜାୟ ରହିବ। ଗୁରୁଜନଙ୍କ ସହାନୁଭୁତି ଉପଲବ୍ଧ ହେବ ଓ ସନ୍ତାନର ସୁ-ଖବର ଶୁଣି ଖୁସି ହେବେ।  ଦୂରସ୍ଥାନକୁ ଯାତ୍ରା କରିବେ। ସ୍ଵାସ୍ଥ୍ୟର କିଛି ପରିବର୍ତ୍ତନ ଘଟିବ। ପ୍ରତିକାର-ପିତା ମାତାଙ୍କ ଆଜ୍ଞା ପାଳନ କରନ୍ତୁ।

କନ୍ୟା-

ଭୋଗବିଳାସରେ ସାମିଲ ହେବାକୁ ଅବସର ସୃଷ୍ଟି କରି ପାରିବେ। ମହିଳାମାନେ ପରିବାରରେ ଆଦରଣୀୟା ହୋଇ ସୁଖଭୋଗ କରିବେ। ପାରିବାରିକ କ୍ଷେତ୍ରରେ ଶାନ୍ତି ବିରାଜମାନ କରିବ। ବନ୍ଧୁବାନ୍ଧବଙ୍କଠାରୁ  ପୂର୍ଣ୍ଣ ସହଯୋଗ ପ୍ରାପ୍ତ ହେବ। ସରକାରୀ କର୍ମକ୍ଷେତ୍ରରେ ଉନ୍ନତି କରିବା ସହ ଉପରିସ୍ଥ ଅଧିକାରୀଙ୍କର କୃପା ଲାଭ କରିବେ। ନୂତନ କର୍ମ ସଂସ୍ଥାନରେ ନିଯୁକ୍ତି ପାଇବାର ଯୋଗ ରହିଛି। ପ୍ରବାସରେ ମଧ୍ୟ କେତେକ କ୍ଷେତ୍ରରେ ଉନ୍ନତିକର ହେବ। ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନ ବୃଦ୍ଧି ହେବ। ଦାମ୍ପତ୍ୟ ସୁଖରେ ଆନନ୍ଦିତ ହେବେ। ଶାରରୀକ ସୁସ୍ଥତା ଅନୁଭବ କରିବେ। ପ୍ରତିକାର- କେଶର ହଳଦୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ।

ତୁଳା-

ଭାତୃ ବିବାଦ, ଜମି ବାଡି ଓ ଘର ଜାଗାନେଇ ଥିବା ଦ୍ଵନ୍ଦର ସମାଧାନ ହେବ। ଚାକିରି କ୍ଷେତ୍ରରେ ଉନ୍ନତି କରିପାରିବେ। ପାରିବାରିକ ଜୀବନରେ ଶାନ୍ତି, ଭାଇ ଓ ଭଉଣୀ ମାନଙ୍କ ସହିତ ଉତ୍ତମ ସମ୍ପର୍କରେ ରହିବ। ଅର୍ଥ ଉପାର୍ଜନରେ ଏକନିଷ୍ଠ ହେଲେ ଧନାଢ୍ୟ ହେବାର ରାସ୍ତା ଖୋଲିଯିବ। ଋଣମୁକ୍ତି ହେବାପାଇଁ ଯୋଜନା ପ୍ରସ୍ତୁତ କରି ପାରିବେ। ରାଜନୀତିରେ ସମ୍ମାନର ସହିତ କୃତକାର୍ଯ୍ୟ ହେବେ। ବନ୍ଧୁବାନ୍ଧବଙ୍କ ଦିଗରୁ ସ୍ଵାର୍ଥ ପ୍ରବଣତାର ଅଭିବୃଦ୍ଧି ଘଟିବ। ଜ୍ଞାନଗବେଷଣା ସ୍ତରରେ କୃତକାର୍ଯ୍ୟ ହୋଇ ଯଶ ମାନ ପ୍ରତିଷ୍ଠା ପ୍ରାପ୍ତି ହେବ। ବନ୍ଧୁବାନ୍ଧବ ଦିଗରୁ ସ୍ଵାର୍ଥପ୍ରବଣତାର ଅଭିବୃଦ୍ଧି ଘଟିବ। ପ୍ରତିକାର-ମାଦକଦ୍ରବ୍ୟଠାରୁ ଦୂରେଇ ରୁହନ୍ତୁ।

ବିଛା:-

ବୃତ୍ତିଗତ ଦୃଷ୍ଟିରୁ ସ୍ଵାଭିମାନ ସୁରକ୍ଷିତ ରହିବା ଫଳରେ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ। ସନ୍ତାନଙ୍କର ଉନ୍ନତିରେ ଖୁସି ହେବେ। ବୈଷୟିକ ଅଭିବୃଦ୍ଧିକୁ ତ୍ୱରାନ୍ୱିତ କରି ଉଚ୍ଚମାନ୍ୟତାର ଅଧିକାରୀ ହେବେ। ଏକାକୀତ୍ଵର ପରିଧିରେ ନିଜକୁ ସଜାଇ ସାଧାରଣ ଭାବରେ ଜୀବନଚର୍ଯ୍ୟା କରି ଚାଲିବେ। କ୍ରୋଧକୁ ଦମନ କରି ହସଖୁଶିର ବାତାବରଣ ସୃଷ୍ଟି ହେବ। ଦାମ୍ପତ୍ୟ କଳହ ସ୍ଵାର୍ଥ ପ୍ରବୃତ୍ତିର ଅଧୀନ ହୋଇ ସମ୍ପର୍କର ମଧୁର ସ୍ଵାଦ ଅନୁଭବ କରିବେ। ପାରିବାରିକ କ୍ଷେତ୍ରରେ ଶ୍ଣେହ ଶ୍ରଦ୍ଧାର ସ୍ରୋତ ଛୁଟିବ। ବ୍ୟବସାୟର ପ୍ରସାର ଫଳରେ ଆଶାତୀତ ଲାଭ ପାଇବେ ଶତୃମାନେ ପରାଜିତ ହେବେ। ପ୍ରତିକାର-ହନୁମାନ ମନ୍ଦିରରେ ବୁନ୍ଦିଲଡୁ ଭୋଗକରି ବାଣ୍ଟନ୍ତୁ।

ଧନୁ:-

ଶୋଷିତ ଓ ନିର୍ଯାତିତଙ୍କ ବିଡମ୍ବନାକୁ ମୁଣ୍ଡେଇ ଦୃଢ ମନୋବଳରେ ଆଗେଇ ପାରିବେ। ପରିବାର ଭିତରେ ଜଗିରଖି ଚଳିଲେ ଶାନ୍ତି ବିରାଜ ମାନ କରିବ। ବାଦ-ବିବାଦ, ପରୀକ୍ଷା, ପ୍ରତି ଯୋଗୀତା, ମାଲିମୋକଦ୍ଦମା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ଆର୍ଥିକ ସ୍ଥିତି ସ୍ଵଛଳ ରହିବ। ବ୍ୟବହାର କୁଶଳତାକୁ ଆଧାରକରୀ ନିମ୍ନବର୍ଗର ସହାୟତା ବରିଷ୍ଠ ବ୍ୟକ୍ତିଙ୍କ ସହ ସୁସମ୍ପର୍କ ସ୍ଥାପିତ ହେବ। ଜାଗା, ଜମି, ବାସଗୃହ ଓ ଯାନବାହାନ କ୍ରୟ କରିବାର ସୁବିଧା ପାଇବେ। ବ୍ୟବସାୟରେ ଆଶାତୀତ ଲାଭକରି କିଛି ନୂତନ ପଦାର୍ଥ ସଂଗ୍ରହ ବା ବ୍ୟାଙ୍କବାଲାନ୍ସ ବୃଦ୍ଧି ହେବ। ପ୍ରତିକାର-ପିତାମାତାଙ୍କ ପାଦଛୁଇଁ ପ୍ରଣାମ କରନ୍ତୁ।  

ମକର:-

ନୂତନ କର୍ମ ପ୍ରାପ୍ତି ହେବ। ପାରିବାରିକ ଅଶାନ୍ତି ଦୂରେଇଯିବ। ଦାମ୍ପତ୍ୟ ସୁଖରେ ସୁଖୀ ହେବେ। ସାମାଜିକ ପ୍ରତିଷ୍ଠା ଓ ମାନସମ୍ମାନ ବୃଦ୍ଧିହେବ। ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ। ବ୍ୟବସାୟର ପ୍ରସାର ଫଳରେ ଆଶାତୀତ ଲାଭ ପାଇବେ ଓ ଶତୃମାନେ ପରାଜିତ ହେବେ। ଅଟକିଥିବା କାର୍ଯ୍ୟ ପୂରଣ ହେବ। ପ୍ରତିଯୋଗୀତା ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବେ। କଠିନ କାର୍ଯ୍ୟ ସହଜରେ ସମାଧାନ କରିବେ। ସମସ୍ତ ବାଧାବିଘ୍ନକୁ ଭ୍ରୂକ୍ଷେପ ନକରି ନିଜର ସିଦ୍ଧାନ୍ତରେ ଅଟଳ ରହିବେ। କୋର୍ଟ କଚେରୀ ମାମଲା ଓ ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟୀ ହେବେ। ପ୍ରତିକାର- ଗ୍ରାମ୍ୟ ଦେବୀଙ୍କୁ ଭୋଗ ଲଗେଇ ପିଲାଙ୍କୁ ବାଣ୍ଟିବେ।

କୁମ୍ଭ-

କର୍ମ କ୍ଷେତ୍ରରେ ଉନ୍ନତି କରିବେ। ପରୀକ୍ଷା ପ୍ରତୀଯୋଗିତାରେ ସଫଳ ହେବେ। ଦାମ୍ପତ୍ୟ ସୁଖ ବୃଦ୍ଧିହେବ। ସୁଖ ସମୃଦ୍ଧି ବୃଦ୍ଧି ପାଇବ। ସାମାଜିକ ପ୍ରତିଷ୍ଠା ଓ ମାନସମ୍ମାନ ବୃଦ୍ଧି ହେବ। ବ୍ୟବସାୟରେ ଲାଭ ଓ କ୍ଷତି ଦେଖା ଦେବ। କର୍ମକ୍ଷେତ୍ରରେ ସ୍ଥାନ ପରିବର୍ତ୍ତନ କରିବାକୁ ଚେଷ୍ଟା କରିବେ। ନୂତନ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ। ଶାରିରୀକ ଅସୁସ୍ଥତା ଦୂରହେବ। ଗୃହପାଳିତ ପଶୁ ଓ ଯାନବାହାନ ଇତ୍ୟାଦି କ୍ରୟ କରି ଲାଭବାନ୍ ହେବେ। ଆର୍ଥିକ ଉନ୍ନତି ଫଳରେ ଚିନ୍ତା କରିଥିବା କାର୍ଯ୍ୟ ପୂରଣ କରିବାକୁ ଚିନ୍ତା କରିବେ। ବ୍ୟବସାୟରେ ଭାଗୀଦାରୀମାନଙ୍କ ସହ ମତାନ୍ତର ମନାନ୍ତର ଦୂରେଇ ଯିବ। ପ୍ରତିକାର- ଗାଈକୁ କିଛି ଖାଇବାକୁ ଦିଅନ୍ତୁ।

ମୀନ-

ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ। ବ୍ୟବସାୟରେ ଉଧାର ଦେଇ ଫେରି ପାଇବା ସହଜ ହେବ। ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ ଓ ସୁସ୍ଥ ବାତାବରଣ ଜାରି ରହିବ। ପରୀକ୍ଷା, ପ୍ରତି ଯୋଗୀତା, ସାକ୍ଷାତକାରରେ ବିଜୟୀ ହେବେ। ଆର୍ଥିକ ସ୍ଥିତି ସୁଧୁରିଯିବ। ବକେୟା ଅର୍ଥ ପ୍ରାପ୍ତି ହେବ ଏବଂ ନୂତନ କାର୍ଯ୍ୟ କରିବାର ସୁଯୋଗ ପାଇବେ। କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ। କାରବାରରେ ଉତ୍ଥାନ ହେବାଫଳରେ ବ୍ୟବସାୟର ପରିବର୍ତ୍ତନ କରିବାର ଇଚ୍ଛା ଜାଗ୍ରତ ହେବ। ଅତି ନିକଟର ବନ୍ଧୁବାନ୍ଧବଙ୍କସହ ଅତି ପ୍ରିୟତା ସୃଷ୍ଟିହେବ। ପ୍ରତିକାର- ଘରୁ ବହାରରିବା ସମୟରେ ମୁହଁ ମିଠା କରି ବାହାରନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!