ଦୈନିକ ରାଶିଫଳ: ୧୨ ଜାନୁୟାରୀ ୨୦୨୦, ସୂର୍ଯ୍ୟଦେବଙ୍କ କୃପାରୁ ଆଜି ଏହି ସବୁ ରାଶି ବ୍ୟକ୍ତିଙ୍କର ଭାଗ୍ୟ ଚମକିବ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-

ଅଭାବ ଅସୁବିଧା ଥାଇ ମଧ୍ୟ କୌଣସି କାମ ଅଟକିବନାହିଁ। ନିଜ ଚେଷ୍ଟାରେ ବାକିଥିବା ଅର୍ଥ ପାଇବେ। ବନ୍ଧୁ ମିତ୍ରଙ୍କର ସହଯୋଗରେ ଉଚ୍ଚ ସମ୍ଭାବନାର ଆଶା ଓ ଆଶ୍ଵାସନା ଲାଭ କରି ମାନସିକ ଶାନ୍ତି ଅନୁଭବ କରିବେ। ପାରିବାରିକ କ୍ଷେତ୍ରରେ ନୂତନ ସମ୍ପତି କ୍ରୟ କରିବେ। ଶିକ୍ଷାକ୍ଷେତ୍ରରେ ଯଶର ସହ ଉତ୍ତୀର୍ଣ୍ଣ ହେବେ। କର୍ମକ୍ଷେତ୍ରରେ ପଦୋନ୍ନତି ଓ ବନ୍ଧୁ ଲାଭହେବ। ବ୍ୟବସାୟରେ ପୂର୍ଣ୍ଣ ସଫଳତା ଓ ପୂର୍ବ ସମସ୍ୟାର ସମାଧାନ ହେବ। ବାଦବିବାଦ, ପରୀକ୍ଷା, ପ୍ରତି ଯୋଗୀତା, ମାଲିମୋକଦ୍ଦମା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ପ୍ରତିକାର– ଷଣ୍ଢକୁ ଖାଇବାକୁ ଦିଅନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-

ସମ୍ମାନର ସହିତ ଦିନଚର୍ଯ୍ୟା କରି ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ଆନନ୍ଦ ଅନୁଭବ କରିବେ। ବ୍ୟବସାୟରେ ଆଶା ମୁତାବକ ଲାଭ ପାଇବେ। ଶାରିରୀକ ଅସୁସ୍ଥତା ଦୂରହେବ। କର୍ମ କ୍ଷେତ୍ରରେ ଉପରିସ୍ଥ କର୍ମଚାରୀଙ୍କ ଠାରୁ ପ୍ରଶଂସା ପାଇବେ। ଗୁରୁ ଗୁରୁଜନମାନଙ୍କର ସହଯୋଗ ପାଇବେ। ନୂତନ କର୍ମ ନିଯୁକ୍ତିର ସୁଯୋଗ ପାଇବେ। ଅବିବାହିତ ଯୁବକ ଓ ଯୁବତୀ ମାନଙ୍କର ବିବାହ ଧାର୍ଯ୍ୟ ହେବ। ଉଚ୍ଚବିଦ୍ୟା ଅଧ୍ୟୟନ ପାଇଁ ବାହ୍ୟ ଦେଶକୁ ଯାତ୍ରା କରି ପାରିବେ। ରାଜନୀତିରେ ପ୍ରଶଂସିତ ହେବେ। ଅନେକ ଶୁଭ କର୍ମର ସୁଯୋଗ ପାଇବେ। ପ୍ରତିକାର-ପିତା ମାତାଙ୍କ ଆଜ୍ଞା ପାଳନ କରନ୍ତୁ।

ମିଥୁନ:-

ସନ୍ତାନଙ୍କର ଉନ୍ନତିରେ ଖୁସି ହେବେ। ପାରିବାରିକ ସ୍ନେହ ସହାନୁଭୁତି ପ୍ରାପ୍ତି ହୋଇ ଶାନ୍ତି ବିରାଜମାନ କରିବ।  ଶତୃମାନେ ମଥାନତ କରିବେ। ପୁରାତନ ରୋଗର ଉପସମ ଓ ବନ୍ଧୁ ସମାଗମ ହେବ। ଉଚ୍ଚପଦସ୍ଥ ବ୍ୟକ୍ତି ଓ ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ନିବିଡ ହେବ। ବାଦବିବାଦ, ପରୀକ୍ଷା, ପ୍ରତି ଯୋଗୀତା, ମାଲିମୋକଦ୍ଦମା ଓ ସାକ୍ଷାତକାରରେ ସଫଳ ହେବେ। କର୍ମକ୍ଷେତ୍ରରେ ସହକର୍ମୀ ଓ ଉପରିସ୍ଥ କର୍ମଚାରୀଙ୍କ ଠାରୁ ପ୍ରଶଂସିତ ହେବେ। ବ୍ୟବସାୟ କ୍ଷେତ୍ରରେ ଭାବି ଚିନ୍ତି କାର୍ଯ୍ୟ ନ କଲେ ଠକାମିରେ ପଡିବେ। ପ୍ରତିକାର:- ଅସହାୟାଙ୍କୁ ସାହାଜ୍ୟ କରନ୍ତୁ।

କର୍କଟ:-

ଶତୃମାନେ ପରାଜିତ ହେବେ। ବ୍ୟବସାୟୀମାନେ ସାଧୁ ଓ ସଚ୍ଚୋଟ ଭାବେ କର୍ମ ଯୋଗକୁ ଶ୍ରେଷ୍ଠତା କରି ସମ୍ମାନ ଓ ପ୍ରତିଷ୍ଠାର ଅଧିକାରୀ ହେବେ। ଅଧସ୍ତନ କର୍ମୀ ଓ ନିମ୍ନବର୍ଗଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରିବେ। ମାଲିମୋକଦ୍ଦମାରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ। ବିଦ୍ୟାର୍ଥୀଙ୍କର ବିଦ୍ୟାରେ ଉନ୍ନତି ହେବାରୁ ମନ ଖୁସି ରହିବ। ନୂତନ କାର୍ଯ୍ୟ ଆରମ୍ଭ କଲେ ଅଧିକ ଲାଭପ୍ରଦ ହେବେ। ରାଜନୀତିରେ ସ୍ଵାର୍ଥରକ୍ଷା ପାଇଁ କଠିନ ପରିଶ୍ରମ କରି ଗୁରୁତ୍ୱ ପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ କରିବାକୁ ପଡିବ। ପ୍ରତିକାର-ନିଶାଦ୍ରବ୍ୟ ଓ ଆମିଷ ସେବନ କରନ୍ତୁ ନାହିଁ।

ସିଂହ:-

ବ୍ୟବସାୟ କ୍ଷେତ୍ରରେ ପୁରୁଣା ସମସ୍ୟା ସମାଧାନ ହୋଇ ଆର୍ଥୀକ ଉନ୍ନତି ଘଟିବ। କ୍ରୋଧକୁ ଦମନ କରି ହସଖୁଶିର ବାତାବରଣ ସୃଷ୍ଟି ହେବ। ପିତା ମାତାଙ୍କ ଠାରୁ ସହଯୋଗ ମିଳିବ। ପରିବାର ଓ ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ। ଛାତ୍ର-ଛାତ୍ରୀମାନେ ଉଚ୍ଚଶିକ୍ଷା କ୍ଷେତ୍ରରେ ସଫଳ ହେବେ। କର୍ମଜୀବିମାନଙ୍କର ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନ ବୃଦ୍ଧି ହେବ। ଆର୍ଥିକ ପରିସ୍ଥିତି ଉତ୍ତମ ଥିଲେ ମଧ୍ୟ ବସନ ଭୂଷଣରେ ଅଧିକ ବ୍ୟୟ ଘଟିବ। ରାଜନେତା ମାନେ ସ୍ଥଳବିଶେଷରେ ବ୍ୟୟ ସଂକୋଚନ ନ କଲେ କ୍ଷତି ସହିବେ। ପ୍ରତିକାର:- ଷଣ୍ଢକୁ କିଛି ଖୁଆନ୍ତୁ।

କନ୍ୟା:-

ସ୍ୱାସ୍ଥ୍ୟ ଭଲ ରହିବ। ନୂତନ ବ୍ୟବସାୟ ଆରମ୍ଭ କଲେ ଆଶାତୀତ ଲାଭ ହେବ ଓ ବ୍ୟବସାୟ ପାଇଁ ଭ୍ରମଣ କରିବା ଫଳରେ ଅଧିକ ଲାଭାନ୍ଵିତ ହେବେ। ଶତୃମାନେ ପରାଜିତ ହେବେ। ନୂତନ କର୍ମ ପ୍ରାପ୍ତିର ସୁଯୋଗ ପାଇବେ। ମାନସିକ ଅଶାନ୍ତି ଦୂରେଇଯିବ। ଦାମ୍ପତ୍ୟ ସୁଖରେ ସୁଖୀ ହେବେ। ପ୍ରେମିକ ପ୍ରେମିକାମାନେ ଗୁପ୍ତ ପ୍ରେମରେ ସଫଳ ହେବେ। ଭ୍ରମଣ, ପ୍ରଶାସନ, ପ୍ରକାଶନ, ସଂଗଠନ, ଅନୁସନ୍ଧାନ କାର୍ଯ୍ୟରେ ଲାଭ ପାଇବେ। କର୍ମ କ୍ଷେତ୍ରରେ ପ୍ରଶଂସିତ ହେବେ। ବିଭିନ୍ନ ବିଭାଗୀୟ ପରୀକ୍ଷା ଦେବାର ସୁଯୋଗ ପାଇବେ ଓ ପରୀକ୍ଷାରେ ସଫଳ ହେବେ। ପ୍ରତିକାର-ଅସହାୟକୁ ନିରାଶ କରିବେ ନାହିଁ।

ତୁଳା:-

ବ୍ୟବସାୟରେ ରପ୍ତାନି ବାଣିଜ୍ୟରୁ ଯଥେଷ୍ଟ ଲାଭ ମିଳିବ। ନୂତନ କର୍ମ ନିଯୁକ୍ତିର ସୂଚନା ପାଇବେ। ପରୀକ୍ଷା ପ୍ରତୀଯୋଗିତାରେ ସଫଳ ହେବେ। ଦାମ୍ପତ୍ୟ ସୁଖ ବୃଦ୍ଧିହେବ। ଋଣ ଭାରରୁ ମୁକ୍ତି ପାଇବେ। ରାଜନେତା ମାନଙ୍କର ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନ ବୃଦ୍ଧି ହେବ। ପାରିବାରିକ କ୍ଷେତ୍ରରେ ଶାନ୍ତି ବିରାଜମାନ କରିବ। ମାଲିମୋକଦ୍ଦମା ଓ ସାକ୍ଷାତକାରରେ ସଫଳ ହେବେ। କର୍ମକ୍ଷେତ୍ରରେ ସହକର୍ମୀ ଓ ଉପରିସ୍ଥ କର୍ମଚାରୀଙ୍କ ଠାରୁ ପ୍ରଶଂସିତ ହେବେ। ଦୂରଯାତ୍ରା କରି ପରିଶ୍ରମର ଉଚିତ୍ ମୂଲ୍ୟ ପାଇବେ। ଭାତୃ ବିବାଦ, ଜମି ବାଡି ଓ ଘର ଜାଗାନେଇ ଥିବା ଦ୍ଵନ୍ଦର ସମାଧାନ ହେବ। ପ୍ରତିକାର: ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ।

ବିଚ୍ଛା:-

ସମାଜ ସେବା ରେ ସ୍ଵନାମ ଅର୍ଜନ କରି ପାରିବେ ଓ ଆତ୍ମବିଶ୍ୱାସ ବୃଦ୍ଧି ପାଇବ। କର୍ମକ୍ଷେତ୍ରରେ ଉତ୍ତମ ରୋଜଗାର କରି ଓ ପ୍ରଶଂସା ପାଇବେ। ଅନେକ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି। ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ। ରାଜନୈତିକ କ୍ଷେତ୍ରରେ ନ୍ୟାୟମାର୍ଗ ଓ ମିଷ୍ଟବଚନ ଆପଣଙ୍କର ଭୂଷଣହେବ। ପ୍ରବାସରେ ମଧ୍ୟ କେତେକ କ୍ଷେତ୍ରରେ ଉନ୍ନତିକର ହେବ। ପରିବାରରେ ସୁଖ ସମ୍ପଦ ପ୍ରାପ୍ତି ହେବ। ଶିକ୍ଷାକ୍ଷେତ୍ରରେ ହସ ଖୁସିରେ ସମୟ କଟିବ ଓ ଉଚ୍ଚ ଶିକ୍ଷା ଲାଭ କରିବାର ସୁଯୋଗ ପାଇବେ। ପ୍ରତିକାର- କୁକୁରକୁ ଖାଇବାକୁ ଦିଅନ୍ତୁ।

ଧନୁ:-

ଉଚ୍ଚ ଶିକ୍ଷା ଲାଭ କରିବାର ସୁଯୋଗ ପାଇବେ। ପାରିବାରିକ କ୍ଷେତ୍ରରେ ମାନସିକ ଶାନ୍ତି ମିଳିବ। ସାମାଜିକ ପ୍ରତିଷ୍ଠା ଓ ମାନସମ୍ମାନ ବୃଦ୍ଧି ହେବ। ରାଜନୀତିରେ କୃତକାର୍ଯ୍ୟ ହେବେ। ଅଧିକ ଭାଗ୍ୟବାଦୀ ହୋଇ ନିଜ ଗୋଡରେ ନିଜେ ଠିଆ ହେବାକୁ ସାହସ ବାନ୍ଧିବେ। କର୍ମକ୍ଷେତ୍ରରେ ଅତ୍ୟଧିକ କାର୍ଯ୍ୟଚାପ ଯୋଗୁ ଚିନ୍ତିତ ରହିବେ। ପାରିବାରିକ କ୍ଷେତ୍ରରେ ଗୋଟିଏ ପାଖରେ ଶ୍ଣେହ ଶ୍ରଦ୍ଧାର ସ୍ରୋତ ଛୁଟୁଥିଲାବେଳେ ଅନ୍ୟ ପାଖରେ ଉପେକ୍ଷା ଓ ଅଶାନ୍ତିର ନିଆଁ କୁହୁଳି ପାରେ। ଅଭାବ ଅନାଟନ ପାଇଁ ବ୍ୟୟ ସଂକୋଚନ ହେବ। ପ୍ରତିକାର: ଭୋକିଲା ଲୋକଙ୍କୁ ଖାଇବାକୁ ଦିଅନ୍ତୁ।

ମକର:-

ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ। କର୍ମକ୍ଷେତ୍ରରେ ଉତ୍ତମ ରୋଜଗାର ହେବ। ବ୍ୟବସାୟ କ୍ଷେତ୍ରରୁ ଆର୍ଥିକ ବୃଦ୍ଧି ସହ ବକେୟା ଅର୍ଥ ପ୍ରାପ୍ତି ହେବ। ପିତା-ମାତାଙ୍କ ସହ ସମ୍ପର୍କ ଭଲ ରହିବ। ଧାର୍ମିକ କାର୍ଯ୍ୟରେ ଯୋଗ ଦେବେ। ରାଜନେତାମାନେ ଦୂର ସ୍ଥାନକୁ ଯାତ୍ରା କରିବେ ଓ ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନ ବୃଦ୍ଧି ହେବ। ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ। ନୂଆ ସମ୍ପର୍କରେ ଉନ୍ନତି ହେବ ଓ ଅଧାଥିବା କାର୍ଯ୍ୟ ପୂରଣ ହେବ। ମାଲିମୋକଦ୍ଦମାରେ ସମ୍ମାନ ଓ ପ୍ରତିଷ୍ଠା ଅତୁଟ ରହିବ। ପ୍ରତିକାର : କୁକୁରକୁ ଖାଇବାକୁ ଦିଅନ୍ତୁ।

କୁମ୍ଭ:-

ଶରୀର ସୁସ୍ଥ ରହିବ। ଅଧିକ ପରିଶ୍ରମ କରିବା ଫଳରେ ଅର୍ଥ ପ୍ରାପ୍ତିର ସୁଯୋଗ ଆସିବ। ସରକାରୀ କର୍ମଚାରୀ ମାନେ ଗୁପ୍ତଶତୃଙ୍କ ଚକ୍ରାନ୍ତରେ ପଡ଼ିଲେ ମଧ୍ୟ ନିଜର ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନ ବୃଦ୍ଧି ହେବ। ପରିବାରରେ ଶାନ୍ତିର ବାତାବରଣ ଦେଖା ଦେବ। ଛାତ୍ର-ଛାତ୍ରୀମାନେ ପରୀକ୍ଷା ଓ ପ୍ରତିଯୋଗିତାରେ ସଫଳ ହେବେ। ଚେଷ୍ଟା କଲେ ନୂତନ କର୍ମ ନିଯୁକ୍ତି ପାଇ ପାରିବେ। ସନ୍ତାନଙ୍କର ଉନ୍ନତିରେ ଉତ୍ସାହିତ ହେବେ। ବ୍ୟବସାୟରେ ଉଧାର ଦେଇ ଫେରି ପାଇବା ସହଜ ହେବ। ଦାମ୍ପତ୍ୟ ସ୍ତରରେ ସ୍ଵାର୍ଥ ପ୍ରବୃତ୍ତିର ଅଧୀନ ହୋଇ ମଧୁର ସ୍ଵାଦ ଅନୁଭବ କରିବେ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ମୀନ:-

ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ। ବିଭିନ୍ନଦିଗରୁ ସାହାଯ୍ୟ ସହଯୋଗ ମିଳିବ। ସହକର୍ମୀ ମାନଙ୍କ ସହ ବାଦବିବାଦର ଅବସାନ ଘଟିବ। ଲକ୍ଷ୍ୟ ପୂରଣ ହେବାରେ କୌଣସି ଅସୁବିଧା ହେବନାହିଁ। ବ୍ୟବସାୟ ବାଣିଜ୍ୟ ଓ ପରିବହନ କ୍ଷେତ୍ରରେ ସୁଫଳ ପ୍ରାପ୍ତିହେବ ଓ ଉଧାର ଦେଇ ଫେରି ପାଇବା ସହଜ ହେବ। ଦୂରଯାତ୍ରାର ସୁଯୋଗ ପାଇବେ। ନୂତନ ବନ୍ଧୁଙ୍କୁ ପାଇ ଖୁସୀହେବେ। ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ। ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ। ପ୍ରତିକାର:– ନିଶାଦ୍ରବ୍ୟ ଓ ଆମିଷ ସେବନ କରନ୍ତୁ ନାହିଁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!