ଦୈନିକ ରାଶିଫଳ: 12 ଜାନୁୟାରୀ 2023, ମା ଲକ୍ଷ୍ମୀଙ୍କ କୃପା ରହିବ ଏହି 3ଟି ରାଶି ଉପରେ, ମିଳିବ ଆର୍ଥିକ ସମସ୍ୟାରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୩ମସିହା, ଜାନୁୟାରୀ ମାସ ୧୨ତାରିଖ, ଗୁରୁବାର, ଧନୁମାସ ୨୮ଦିନ, ମାଘମାସ, କୃଷ୍ଣପକ୍ଷ, ପଞ୍ଚମୀତିଥି ଦିବା ୪ଟା ୩୭ମିନିଟ୍ ପରେ ଷଷ୍ଠୀତିଥି, ପୂର୍ବାଫାଲଗୁନୀ ନକ୍ଷତ୍ର ଦିବା ୨ଟା ୨୩ମିନିଟ୍ ପରେ ଉତ୍ତରାଫାଲଗୁନୀ ନକ୍ଷତ୍ର, ସିଂହ ରାଶିରେ ଚନ୍ଦ୍ର । ସୌଭାଗ୍ୟ ଯୋଗ ଦିବା ୧୨ଟା ୩୧ମିନିଟ୍ ପରେ ଶୋଭନ ଯୋଗ । ତୈତିଳ କରଣ ଦିବା ୪ଟା ୩୭ମିନିଟ୍ ପରେ ଗର କରଣ । ତୁଳା, କୁମ୍ଭ ରାଶିର ଘାତବାର । କର୍କଟ, ମକର ରାଶିର ଘାତଚନ୍ଦ୍ର । ବେଲ, ପଣସ ନ ଖାଇଲେ ଭଲ ଦିବା ୪ଟା ୩୭ମିନିଟ୍ ପରେ ନିମ୍ବ ବା ପିତାଦ୍ରବ୍ୟ ନ ଖାଇଲେ ଭଲ । ଯୋଗିନୀ- ଦକ୍ଷିଣେ ଦିବା ୪ଟା ୩୭ମିନିଟ୍ ପରେ ପଶ୍ଚିମେ ଯାତ୍ରା ନିଷେଧ । ଶ୍ରାଦ୍ଧତର୍ପଣ- ପଞ୍ଚମୀର ଏକୋଦ୍ଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ । ଅଶୁଭସମୟ- ଦିବା ୨ଟା ୩୮ମିନିଟ୍ ରୁ ୫ଟା ୨୧ମିନିଟ୍ । ରାତ୍ରି ୧୧ଟା ୫୪ମିନିଟ୍ ରୁ ୧ଟା ୩୩ମିନିଟ୍ । ଶୁଭସମୟ- ପ୍ରାତଃ ୬ଟା ୨୭ମିନିଟ୍ ରୁ ୭ଟା ୫୪ମିନିଟ୍, ସନ୍ଧ୍ୟା୬ଟା ୧୪ମିନିଟ୍ ରୁ ୯ଟା ୪୩ମିନିଟ୍, ରାତ୍ର ୧ଟା ୩୩ମିନିଟ୍ ରୁ ୩ଟା ୫୦ମିନିଟ୍, ରାତ୍ର ୪ଟା ୪୨ମିନିଟ୍ ରୁ ୬ଟା ୨୭ମିନିଟ୍ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ପ୍ରଶଂସା ମିଳିବ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ । ଭାଇ ବନ୍ଧୁମାନେ ସାହାଯ୍ୟ ସହଯୋଗ କରିବେ । ଚେଷ୍ଟା କଲେ କାହାକୁ ଦେଇଥିବା ଧନ ମିଳିଯିବ । ଶତୃମାନେ ଦୂରେଇ ଯିବେ । ଛାତ୍ର ଛତ୍ରୀମାନେ ପରିଶ୍ରମ କରିବା ଫଳରେ ପ୍ରଶଂସା ପାଇବେ । ମାଲିମୋକଦ୍ଦମା ଠାରୁ ଦୂରେଇ ରୁହନ୍ତୁ । ସନ୍ତାନମାନଙ୍କ ପାଇଁ ଚିନ୍ତିତ ରହିବେ । ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ ।

ବୃଷ:-ବାଦବିବାଦ, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ସହଜ ସରଳରେ କର୍ମ ନିଯୁକ୍ତି ପାଇବେ । ଭ୍ରମଣ, ରାଜନୀତି, ପ୍ରକାଶନ, ସଂଗଠନ, ଅନୁସନ୍ଧାନ କାର୍ଯ୍ୟରେ ଲାଭ ପାଇବେ । କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ । ବ୍ୟବସାୟରେ ଶତୃ ପରାଜିତ ହୋଇ ବାକିଥିବା ଅର୍ଥପ୍ରାପ୍ତି ହେବା ଫଳରେ ଭଲ ଲାଭ ପାଇବେ । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।

ମିଥୁନ:-ଆର୍ଥିକ କ୍ଷେତ୍ରରେ ଉନ୍ନତି ହେବ । ନୂତନ ଗୃହସୁଖ ମିଳିବ । ପ୍ରତିଯୋଗିତା ପରୀକ୍ଷାରେ ସଫଳ ହୋଇ ନୂତନ କର୍ମର ସୂଚନା ପାଇବେ । ଉତ୍ତରାଧିକାରୀ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି । ଆୟ ଉତ୍ତମ ହେବାରୁ ଧନ ସମ୍ପତିରେ ଘର ହସି ଉଠିବ । ରାଜନୀତି କ୍ଷେତ୍ରରେ ମାନସମ୍ମାନ ଓ ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ । ଭ୍ରମଣ, ରାଜନୀତି, ପ୍ରକାଶନ, ସଂଗଠନ, ଅନୁସନ୍ଧାନ କାର୍ଯ୍ୟରେ ଜୟଯୁକ୍ତ ହେବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

କର୍କଟ:-ପରିବାରରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ । ଆମୋଦ-ପ୍ରମୋଦ, କ୍ରିଡା, ମନୋରଞ୍ଜନ, ନୃତ୍ୟ ଗୀତ, କଳା ସଙ୍ଗୀତ, ଭୋଜିଭାତ, ମଉଜ ମଜିଲିସ୍, ଆଡମ୍ବରରେ ଉତ୍ସାହ ବଢିବ । ପ୍ରେମିକ ପ୍ରେମିକା ମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ । ବିଦ୍ୟା ଓ ଖେଳରେ ଉନ୍ନତି ହେବ । ସତର୍କତା ଅବଲମ୍ବନ ନକଲେ ଆକସ୍ମିକ ଦୁର୍ଘଟଣାର ସମ୍ମୁଖୀନ ହୋଇ ପାରନ୍ତି । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

ସିଂହ:-ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନ ବୃଦ୍ଧି ହେବ । ଗୃହସ୍ଥ ଜୀବନ ସମସ୍ତଙ୍କର ପୂର୍ଣ୍ଣ ସହଯୋଗ ପାଇ ସୁଖମୟ ହେବ । ଉତ୍ତମ ରୋଜଗାର ମିଳିବ । ଅବିବାହିତ ଯୁବକ ଯୁବତୀମାନଙ୍କର ବିବାହ ପ୍ରସ୍ତାବ ସ୍ଥିରହୋଇ ପାରେ । କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ଜୟଯୁକ୍ତ ହେବେ । ସାମ୍ବାଦିକତାରୁ ଲାଭ ଓ ଶୁଭ ସମାଚାର ମିଳିବ । ଯେ କୌଣସି କାର୍ଯ୍ୟରେ ହାତ ଦେଲେ ସଫଳ ହେବେ । ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ ।

କନ୍ୟା:-ଧର୍ମ-କର୍ମରେ ରୁଚି ବୃଦ୍ଧି ହେବ । ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ଜୟଯୁକ୍ତ ହୋଇ କର୍ମ ନିଯୁକ୍ତିରେ ସଫଳ ହେବେ । ଭ୍ରମଣ, ରାଜନୀତି, ପ୍ରକାଶନ, ସଂଗଠନ, ଅନୁସନ୍ଧାନ କାର୍ଯ୍ୟରେ ଲାଭ ପାଇବେ । କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ । ଦାମ୍ପତ୍ୟ ସୁଖ ବୃଦ୍ଧି ହେବା ସହ ସାମାଜିକ ପ୍ରତିଷ୍ଠା ଓ ମାନ-ସମ୍ମାନ ବୃଦ୍ଧି ହେବ । ପାରିବାରିକ ଜୀବନରେ ଆନନ୍ଦିତ ହେବେ । ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ ।

ତୁଳା:-ଆନୁଷ୍ଠାନିକ କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ । ବାଦବିବାଦ ପରୀକ୍ଷା, ପ୍ରତିଯୋଗିତା ଓ ମାଲିମକଦ୍ଦମାର ଅବସାନ ହେବ । ଆୟକୁ ଚାହିଁ ବ୍ୟୟ କଲେ ଲୋକହସା ହେବେ ନାହିଁ । ନୂତନ କାର୍ଯ୍ୟ ଆରମ୍ଭ କରିବା ପୂର୍ବରୁ ହାତେ ମାପି ଚାଖଣ୍ଡେ ଚାଲିବା ଆବଶ୍ୟକ । ପାରିବାରିକ ସମସ୍ୟା ଗୁଡ଼ିକୁ ସମାଧାନ କରିବା ଉଚିତ୍‌ । ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ବିଚ୍ଛା:-ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନ ବୃଦ୍ଧି ହେବ । ସାମାଜିକ ସ୍ତରରେ ସହନଶୀଳତା ଗୁଣରୁ ପ୍ରଶଂସିତ ହେବେ । ନୂତନ ଓ ପୁରାତନ ଯୋଜନା ଫଳପ୍ରସୂ ହେବା ସହଜ ସରଳ ହୋଇଯିବ । ନୂତନ କାର୍ଯ୍ୟରେ ହାତଦେଇ କୃତ କାର୍ଯ୍ୟ ହେବେ । ବରିଷ୍ଠ ବ୍ୟକ୍ତିଙ୍କ ସହ ସୁସମ୍ପର୍କ ସ୍ଥାପିତ ହେବ । ଜାଗା, ଜମି, ବାସଗୃହ ଓ ଯାନବାହାନ କ୍ରୟ କରିବାର ସୁବିଧା ପାଇବେ । କୌଣସି ଶୁଭକାର୍ଯ୍ୟ କରିବାକୁ ଆୟୋଜନ ମଧ୍ୟ କରିବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ଧନୁ:- ସାମ୍ବାଦିକତାରୁ ଲାଭ ଓ ଶୁଭ ସମାଚାର ମିଳିବ । କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ । ନୂଆଲକ୍ଷ ପୂରଣ କରିବା ପାଇଁ ସମୟ ନିର୍ଦ୍ଧାରଣ କରିବେ । ପରିବାର ସମ୍ବନ୍ଧିତ ବା କୌଣସି ବନ୍ଧୁଙ୍କ ଦ୍ଵାରା ଶୁଭ ସମାଚାର ଶୁଣିବେ । ପାର୍ଟି ବା ସମାରୋହରେ ସମ୍ମିଳିତ ହେବାକୁ ପଡିପାରେ । ନୂତନ ଆଶା ଓ ଉର୍ଜା ଦ୍ଵାରା ଯେକୌଣସି ପ୍ରତିଯୋଗୀତାକୁ ସ୍ଵୀକାର କରିବା ପାଇଁ ପ୍ରସ୍ତୁତ ରହିବେ । ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ ।

ମକର:-ଧାର୍ମିକ କାର୍ଯ୍ୟରେ ରୁଚି ବଢ଼ିବା ସହିତ ଦାମ୍ପତ୍ୟ ଜୀବନ ସୁଖମୟ ହେବ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ଆନନ୍ଦିତ ହେବେ । କ୍ରୋଧକୁ ଦମନ କରି ହସଖୁଶିର ବାତାବରଣ ସୃଷ୍ଟି ହେବ । ପାରିବାରିକ କ୍ଷେତ୍ରରେ ଗୋଟିଏ ପାଖରେ ସ୍ନେହ ଶ୍ରଦ୍ଧାର ସ୍ରୋତ ଛୁଟୁଥିଲାବେଳେ ଅନ୍ୟ ପାଖରେ ଉପେକ୍ଷା ଓ ଅଶାନ୍ତିର ନିଆଁ କୁହୁଳି ପାରେ । ରାସ୍ତାଘାଟରେ ଯଥେଷ୍ଠ ସତର୍କ ହୋଇ ଚଳିବା ଉଚିତ୍ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

କୁମ୍ଭ:- ଜନସେବା ଦ୍ଵାରା ସୁନାମପ୍ରାପ୍ତି ଓ ସମ୍ମାନ ବୃଦ୍ଧି ହେବ । ଆନୁଷ୍ଠାନିକ କ୍ଷେତ୍ରରେ ତଳୁ ଉପର ସ୍ତର ଯାଏଁ ଆଦୃତି ଓ ମାନ୍ୟତା ଅର୍ଜ୍ଜନ କରିବେ । ପାରିବାରିକ କ୍ଷେତ୍ରରେ ଆଲୁଅ ଅନ୍ଧାରରେ ଲୁଚକାଳି ଖେଳଭଳି ଦେଖା ଦେବ । ରାଜନୈତିକ କ୍ଷେତ୍ରରେ ସ୍ଥିରତା ଦେଖାଦେବା ସହ ଭୋଗବିଳାସ ଓ ଆନନ୍ଦମୟ ମୂହୁର୍ତ୍ତ କଟିବ । ପୁରାତନ ରୋଗପ୍ରତି ସାବଧାନ ରହିଲେ ଭଲ । ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ମୀନ:-ଦୂରଯାତ୍ରାରେ ସଫଳ ହେବେ । କାର୍ଯ୍ୟର ପ୍ରଗତି ପାଇଁ ସମସ୍ତ ପ୍ରକାର ପ୍ରୟାସ କରିବେ । ପାରିବାରିକ ଜୀବନ ଆନନ୍ଦରେ କଟିବ । ବ୍ୟବସାୟ କ୍ଷେତ୍ରରେ ଲାଭବାନ୍ ହେବେ । ପରୀକ୍ଷା ପ୍ରତିଯୋଗିତାରେ ଆଶା ମୁତାବକ ଫଳ ପାଇବେ । ଆକସ୍ମିକ ଧନ ପ୍ରାପ୍ତି ହେବ । କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ । ପ୍ରେମିକ ପ୍ରେମିକା ମାନଙ୍କର ପ୍ରେମ କ୍ଷେତ୍ରରେ ଆନନ୍ଦିତ ହେବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!