ଦୈନିକ ରାଶିଫଳ: ୧୨ ଜୁଲାଇ ୨୦୧୮
ମେଷ:-
ସଭାସମିତି, ସାହିତ୍ୟ ଓ କଳାରେ ପ୍ରଶଂସିତ ହେବେ। ପରୋପକାର ଏବଂ ସମାଜସେବା କାର୍ଯ୍ୟରେ ରୁଚି ବୃଦ୍ଧିହେବ। ବିଗିଡିଯାଇଥିବା କାର୍ଯ୍ୟ ସୁଧୁରିଯିବ। ଧୈର୍ଯ୍ୟ ଓ ସଂଯମ ରଖିବା ଆବଶ୍ୟକ। ଅସହାୟ ମାନଙ୍କୁ ସାହାଯ୍ୟ କରିବା ଫଳରେ ଲୋକମାନଙ୍କ ନିକଟରେ ମାନ- ସମ୍ମାନ ପ୍ରତିଷ୍ଠା ପ୍ରତିପ୍ରତ୍ତି ବୃଦ୍ଧି ପାଇବ। ପ୍ରତିକାର– ଗାଈକୁ କିଛିଖାଇବାକୁ ଦିଅନ୍ତୁ।
ବୃଷ:-
ଦୁଃଖୀ ଲୋକଙ୍କୁ ସାହାଯ୍ୟ କରିବେ। ଧନନିବେଶ ପାଇଁ ଆଜି ଉପଯୁକ୍ତ ସମୟ। ପରିବାର ବା ଘର ସମ୍ବନ୍ଧୀୟ କୌଣସି ମହତ୍ଵପୂର୍ଣ୍ଣ ସମାଚାର ଶୁଣିବେ। ସ୍ୱାସ୍ଥ୍ୟସମସ୍ୟା ସୁଧୁରିଯିବ। ନୂତନ ଲୋକଙ୍କ ସହିତ ଭେଟ ହେବ। ଅଟକିଥିବା କାର୍ଯ୍ୟ ସମ୍ପନ୍ନ ହେବ। ଅର୍ଥ ଲାଭର ବୃଦ୍ଧି ହେଲେ ମଧ୍ୟ ବ୍ୟୟ ଅଧିକ ହେବ। ଅତ୍ୟଧିକ ପରିଶ୍ରମ ହେତୁ ଶାରୀରିକ ପୀଡା ଅନୁଭବ କରିବେ। ପ୍ରତିକାର– ପିତା ମାତାଙ୍କୁ ପଦସ୍ପର୍ଷ କରି ପ୍ରଣାମ କରନ୍ତୁ।
<< ଓଡିଆ କ୍ୟାଲେଣ୍ଡର ୨୦୧୮ >>> | <<< Janma Patrika>>>
ମିଥୁନ:-
ଯେ କୌଣସି ପରୀକ୍ଷା ବା ସାକ୍ଷାତ୍କାରର ପରିଣାମ ଆପଣଙ୍କ ସପକ୍ଷରେ ରହିବ। ଘର ପରିବାରରେ କୌଣସି ଖୁସି ପ୍ରସଙ୍ଗ ଆସିବା ଫଳରେ ମନ ପ୍ରଫୁଲ୍ଲିତ ରହିବ। ଚାକିରୀରେ ପ୍ରମୋଶନ ମିଳିବାର ଯୋଜନା ପ୍ରସ୍ତୁତହେବ। ଆଧ୍ୟାତ୍ମିକ ବା ଧାର୍ମିକ କ୍ଷେତ୍ରରେ ବ୍ୟସ୍ତ ରହିବେ। ବାଣିଜ୍ୟ ଓ ବ୍ୟବସାୟ କ୍ଷେତ୍ରରେ ସମସ୍ୟା ଦୂର ହୋଇଯିବ। ପ୍ରତିକାର– ସବୁଜ ରଙ୍ଗର ବସ୍ତ୍ର ମନିପର୍ସରେ ରଖନ୍ତୁ।
କର୍କଟ:-
ବେମାର, ବୃଦ୍ଧଜନ ଓ ଅଶକ୍ତ ଲୋକଙ୍କୁ ସହଯୋଗ କରିବା ପାଇଁ ହାତ ବଢେଇବେ। ଦୂରଯାତ୍ରା କରିବା ଦ୍ଵାରା ବହୁତ ଲାଭ ମିଳିବ। ବ୍ୟବସାୟ କ୍ଷେତ୍ରରେ ନୂଆଲକ୍ଷ ନିର୍ଦ୍ଧାରିତ କରିବେ। ମନ ଲଗାଇ କାର୍ଯ୍ୟ ମଧ୍ୟ କରିବେ। ବ୍ୟାଙ୍କ, ବୀମା, ନିବେଶ ପରି ଆର୍ଥିକ ଗତିବିଧିରେ ବ୍ୟସ୍ତ ରହିବେ। କର୍ମକ୍ଷେତ୍ରରେ ଆଶା କରୁଥିବା ଘଟଣା ସେମିତି କିଛି ହେବ ନାହିଁ। ପ୍ରତିକାର– ଚଣାଡାଲି ମନ୍ଦିରରେ ଦାନ କରନ୍ତୁ।
ସିଂହ:-
ପ୍ରଶାସନ କ୍ଷେତ୍ରରେ ଦ୍ଵନ୍ଦ ଦୂର ହେବ। ଆଦର୍ଶବାଦୀ ହେବେ। କୋର୍ଟ କଚେରୀ ଓ ମାଲିମୋକଦ୍ଦମାରେ ବିଜୟୀ ହେବେ। ଫୋନ, ବା ଇଣ୍ଟରନେଟ୍ ରେ ପୁରୁଣା ମିତ୍ରଙ୍କ ଠାରୁ ସୁସମ୍ବାଦ ପ୍ରାପ୍ତି ହେବ। ବିଦ୍ୟାର୍ଥୀଙ୍କ ପାଇଁ ସମୟ ଉପଯୁକ୍ତ ଯୋଗେ ବିଦ୍ୟାଧ୍ୟୟନ କ୍ଷେତ୍ରରେ ସଫଳତା ମିଳିବ। ନୂତନ ବନ୍ଧୁ ଭେଟ ହେବେ। ବିତିଯାଇଥିବା ମାମଲାରେ ମଧ୍ୟ ସଫଳତା ମିଳିବ। କାର୍ଯ୍ୟ କ୍ଷେତ୍ରରେ ଲାଭ ଉଠେଇବେ। ପ୍ରତିକାର–ନିଶାଦ୍ରବ୍ୟ ଓ ଆମିଷ ସେବନ କରନ୍ତୁ ନାହିଁ।
କନ୍ୟା:-
ରାଜନୀତିରେ ଲୋକସମର୍ଥନକୁ ଆଧାର କରି ପଦପଦବି ଆଶାୟୀ ହେବେ। ନୂତନ ସ୍ଥାନକୁ ବୁଲିଯିବାର ସୁଯୋଗ ମିଳିବ। ଧର୍ମ-କର୍ମରେ ରୁଚି ରହିବ। ମିତ୍ରଙ୍କ ସାହାଯ୍ୟ ଦ୍ଵାରା କର୍ମ ହେବ। ସ୍ୱାସ୍ଥ୍ୟରେ ସୁଧାର ଆସିବ। ବିପରୀତ ଲିଙ୍ଗୀଙ୍କ ସହଯୋଗ ଦ୍ଵାରା ଆଗକୁ ବଢିବେ। ନୂଆ ଲକ୍ଷକୁ ନିର୍ଦ୍ଦାରିତ କରିପାରିବେ। ଧନ ଲାଭ ହେବ। ପ୍ରେମ-ପ୍ରସଙ୍ଗରେ ମଧ୍ୟ ସଫଳତା ମିଳିବ। ପ୍ରତିକାର–ଷଣ୍ଢକୁ ଗୁଡରୁଟି ଖୁଆନ୍ତୁ।
ତୁଳା:-
ଆଧ୍ୟାତ୍ମିକ ଓ ଧର୍ମ କାର୍ଯ୍ୟରେ ଲିପ୍ତ ରହିବେ। କୌଣସି ରୋଚକ ବା ଜ୍ଞାନବର୍ଦ୍ଧକ ସାହିତ୍ୟ ପ୍ରତି ମନ ବଳାଇବେ। କୋର୍ଟ-କଚେରୀ ମାମଲା ଓ ବିବାଦ ଆପଣଙ୍କ ସପକ୍ଷ ହେବ। ନୂତନ ବସ୍ତୁ କ୍ରୟ କରିବେ। ପରିବାରରେ ସମ୍ବନ୍ଧରେ ପ୍ରଗାଢତା ଆସିବ ଓ ଶାନ୍ତି ମିଳିବ। ଅତ୍ୟଧିକ ପରିଶ୍ରମ ହେତୁ ଶାରୀରିକ ପୀଡା ଅନୁଭବ କରିବେ। ପରିବାରର କେତେକ ଅକୁହା କଥା ଚିନ୍ତା କରିବେ। ପ୍ରତିକାର– କେଶର ହଳଦୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ।
ବିଛା:-
ଆର୍ଥିକସ୍ଥିତିକୁ ସୁଧାରିପାରିବେ କିନ୍ତୁ ଅହଂକାରକୁ ତ୍ୟାଗ କରିବାକୁ ହେବ। ସ୍ଵାସ୍ଥ୍ୟରେ ପରିବର୍ତ୍ତନ ଅନୁଭବ କରିବେ। ବ୍ୟାପାର ବାଣିଜ୍ୟ ଓ କାମ-କାର୍ଯ୍ୟର ସ୍ଥିତି ଅସନ୍ତୋଷ ଜନକ ହେବ। ପ୍ରପର୍ଟୀ ସମ୍ବନ୍ଧିୟ ମାମଲା ସତୃଙ୍କ ମଧ୍ୟସ୍ଥତା ଦ୍ଵାରା ଦୂର ହେବ। ଆବଶ୍ୟକୀୟ ନୂତନ ବସ୍ତୁ କ୍ରୟ କରିପାରିବେ। ଈର୍ଷାପରାୟଣ ବ୍ୟକ୍ତିମାନେ କଟୁ ବଚନ ଶୁଣେଇବେ। ପରିବାରରେ କିଛି ଅର୍ଥ ସଙ୍କଟ ଦେଖାଦେବାରୁ ଅତ୍ୟଧିକ ଚିନ୍ତା କରିବେ। ପ୍ରତିକାର– ଅସହାୟ ଲୋକଙ୍କୁ ସାହାଯ୍ୟ କରନ୍ତୁ।
ଧନୁ:-
ଛାତ୍ର-ଛାତ୍ରୀମାନେ ଖେଳ, କୁଦ ଓ ବିଦ୍ୟା କ୍ଷେତ୍ରରେ ପ୍ରଶଂସା ପାଇବେ। ପରିବାର ଓ ମିତ୍ରଙ୍କ ସହିତ ସମୟ ବିତେଇବେ। ମନରେଥିବା କାମନା ପୂର୍ଣ୍ଣ ହେବ। ନୂଆ ଚାକିରୀ ହେବାର ସୁଯୋଗ ମିଳିବ। ଶାରୀରିକ କଷ୍ଟ ଦୂର ହେବ। ନିଜର ଚତୁରତା ଓ ବିବେକରେ ବିପରୀତ ପରିସ୍ଥିତିକୁ ନିଜ ସପକ୍ଷରେ ନେଇପାରିବେ। ପ୍ରତିକାର– ନିଶାଦ୍ରବ୍ୟ ଓ ଆମିଷ ସେବନ କରନ୍ତୁ ନାହିଁ।
ମକର:-
ସେୟାର ବଜାରରେ ମୁନାଫା ମିଳିବ। ପୁରୁଣା ନିବେଶ ଲାଭ ଦେବ। ବନ୍ଧୁ ମିତ୍ରଙ୍କ ଆଗମନ ହେବ। ସନ୍ତାନ ସମ୍ବନ୍ଧିୟ କୌଣସି ମହତ୍ଵପୂର୍ଣ୍ଣ କାମ ଆପଣଙ୍କ ଦ୍ଵାରା ହୋଇପାରେ। କର୍ମକ୍ଷେତ୍ରରେ ରାଜକୀୟ ସମ୍ମାନ ପାଇବେ। ସମସ୍ତ ସମସ୍ୟାର ଫଇସଲା ବୁଦ୍ଧିମତାରେ ପରିପୂର୍ଣ୍ଣ ହେବ। ପତ୍ନୀଙ୍କ ସ୍ୱାସ୍ଥ୍ୟ ଭଲ ରହିବ। ପାରିବାରିକ ଓ ଆର୍ଥିକସ୍ଥିତିରେ ସୁଧାର ଆସିବ। ସମସ୍ତ କ୍ଷେତ୍ରରେ ସଫଳତା ମିଳିବ। ପ୍ରତିକାର– କୁକୁରକୁ ଖାଇବାକୁ ଦିଅନ୍ତୁ।
Jyotirbid Dr. Pramod Satapathy
Jantra Jyotisha, Cuttack
Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri
For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988
କୁମ୍ଭ:-
ଶତୃ ପରାଜିତ ହେବେ। ସମ୍ପତ୍ତି ସମ୍ବନ୍ଧିୟ ମାମଲାରେ ବିଜୟ ହେବ। ଗୁରୁଜନ ଓ ବୃଦ୍ଧଜନଙ୍କ ସେବା କଲେ ଅନେକ ଆଶୀର୍ବାଦ ପାଇବେ। ବନ୍ଧୁଙ୍କ ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିପାରିବେ। ପରିବାର ଜନଙ୍କ ସମ୍ବନ୍ଧିତ କୌଣସି ଶୁଭ ସମାଚାର ଶୁଣିବେ। ପିତା ମାତାଙ୍କ ଶରୀର ଅସୁସ୍ଥ ରହିବ। ବ୍ୟବସାୟରେ ଅସୁବିଧାର ସମ୍ମୁଖୀନ ହେବେ। ଆର୍ଥିକ ଉନ୍ନତିରେ ବାଧା ସୃଷ୍ଟିହେବ। ପ୍ରତିକାର–ମାଗଣାରେ କୌଣସି ଦ୍ରବ୍ୟ ଗ୍ରହଣ କରନ୍ତୁ ନାହିଁ।
ମୀନ:-
କୌଣସି ଶୁଭକାର୍ଯ୍ୟ କରିବାକୁ ଆୟୋଜନ କରିବେ। ସ୍ୱାସ୍ଥ୍ୟସମସ୍ୟା ଦୂର ହୋଇଯିବ। ନୂଆଲକ୍ଷ ପୂରଣ କରିବା ପାଇଁ ସମୟ ନିର୍ଦ୍ଧାରିତ କରିବେ। ନୂତନ ବନ୍ଧୁ ମିତ୍ରଙ୍କ ମିଳନ ହେବ। ପ୍ରେମ-ପ୍ରସଙ୍ଗରେ ମଧ୍ୟ ସଫଳତା ମିଳିବ। ଅଧା-ଅଧୁରାଥିବା କାର୍ଯ୍ୟ ପୂରଣ ହୋଇଯିବ। ଦୀର୍ଘ ସମୟ ଧରି ବନ୍ଧୁଙ୍କୁ ଅପେକ୍ଷା କରି ବିରକ୍ତ ହେବେ। ବିରୋଧୀ କିଛି କ୍ଷତି କରିପାରିବେ ନାହିଁ। ପ୍ରତିକାର-ଅସହାୟ ଲୋକଙ୍କୁ ସାହାଯ୍ୟ କରନ୍ତୁ।