ଦୈନିକ ରାଶିଫଳ: 12 ଜୁଲାଇ 2021, ମହାଦେବଙ୍କ କୃପାରୁ ଆଜି ଏହି ରାଶିଙ୍କୁ ମିଳିବ କିଛି ବଡ ଖବର

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୧ ମସିହା, ଜୁଲାଇ ମାସ ୧୨ ତାରିଖ, ସୋମବାର, ମିଥୁନ ମାସ ୨୮ ଦିନ, ଆଷାଢ ମାସ, ଶୁକ୍ଳପକ୍ଷ, ଦ୍ଵିତୀୟା ତିଥି, ସକାଳ ୮ଟା ୧୯ମିନିଟ୍ ଗତେ ତୃତୀୟା ତିଥି, ଅଶ୍ଳେଷା ନକ୍ଷତ୍ର, କର୍କଟ ରାଶିରେ ଚନ୍ଦ୍ର । ବଜ୍ର ଯୋଗ, କୌଳବ କରଣ, ସକାଳ ୮ଟା ୧୯ମିନିଟ୍ ଗତେ ତୈତିଳ କରଣ । ମିଥୁନ ରାଶିର ଘାତବାର । ବୋଇତିକଖାରୁ ନ ଖାଇଲେ ଭଲ, ସକାଳ ୮ଟା ୧୯ମିନିଟ୍ ପରେ ପୋଟଳ ନ ଖାଇଲେ ଭଲ । ଯୋଗିନୀ- ଉତ୍ତରେ ସକାଳ ୮ଟା ୧୯ମିନିଟ୍ ପରେ ଅଗ୍ନିକୋଣେ ଯାତ୍ରା ନିଷେଧ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ଶ୍ରାଦ୍ଧ ତର୍ପଣ- ତୃତୀୟାର ଏକୋଦ୍ଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ । ଅଶୁଭବେଳା- ସକାଳ ୬ଟା ୫୭ମିନିଟ୍ ରୁ ସକାଳ ୮ଟା ୩୫ମିନିଟ୍ । ଦିବା ୩ଟା ୮ମିନିଟ୍ ରୁ ଦିବା ୪ଟା ୪୭ମିନିଟ୍ । ରାତ୍ରି ୧୦ଟା ୩୦ମିନିଟ୍ ରୁ ରାତି ୧୧ଟା ୫୨ମିନିଟ୍ । ଶୁଦ୍ଧଶୁଭସମୟ- ସକାଳ ୮ଟା ୪୯ମିନିଟ୍ ରୁ ୧୦ଟା ୩୨ମିନିଟ୍, ରାତ୍ର ୯ଟା ୨୦ମିନିଟ୍ ରୁ ରାତ୍ର ୧୦ଟା ୨୯ମିନିଟ୍, ରାତ୍ର ୧୧ଟା ୫୩ମିନିଟ୍ ରୁ ୧୨ଟା ୧୩ମିନିଟ୍, ରାତ୍ର ୧ଟା ୪୨ମିନିଟ୍ ରୁ ୩ଟା ୭ମିନିଟ୍ । ପର୍ବଦିନ- ଶ୍ରୀଗୁଣ୍ଡିଚା ରଥଯାତ୍ରା ।

ମେଷ:-

ବିଦ୍ୟା କ୍ଷେତ୍ରରେ ଉନ୍ନତି ହେବ ଓ ମନ ଖୁସି ରହିବ । ଆତ୍ମବିଶ୍ୱାସ ବୃଦ୍ଧି ପାଇବ । ପରିବାରରେ ଯେତେ ସମସ୍ୟା ଥିଲେ ମଧ୍ୟ ଶାନ୍ତି ଅନୁଭବ କରିବେ ଓ ହସଖୁସିରେ ସମୟ ବିତାଇବେ । କମ୍ ପରିଶ୍ରମରେ ଆଶାଜନକ ଫଳ ପ୍ରାପ୍ତିହେବ । ଆନୁଷ୍ଠାନିକ କାମ ହାସଲ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରିବେ । ପ୍ରତିଦ୍ୱନ୍ଦିତା ପରୀକ୍ଷାରେ ସଫଳତା ଲାଭ କରିବେ । ରାଜନୈତିକ କ୍ଷେତ୍ରରେ ସମ୍ମାନ ବୃଦ୍ଧି ହେବ ଓ ସୁନାମ ଅର୍ଜନ କରିବେ । ପ୍ରତିକାର- ପକ୍ଷୀଙ୍କୁ କିଛିଦାନା ଖାଇବାକୁ ଦିଅନ୍ତୁ ।

ବୃଷ:-

ସାମାଜିକ ପତିଆରା ଅମଳିନ ରହିବ । ପାରିବାରିକ କ୍ଷେତ୍ରରେ ଧୈର୍ଯ୍ୟ ଓ ସହନ ଶୀଳତା କାଏମ ରହିବ । ଆୟ ଉପାର୍ଜନ କ୍ଷେତ୍ରପ୍ରତି ସଙ୍କଟ ସୃଷ୍ଟି ହେବ ନାହିଁ । ବ୍ୟବସାୟରେ ଉନ୍ନତି ହେବା ଫଳରେ ଖୁସି ରହିବେ । ଔଷଧନିର୍ମାଣ ଓ ବିକ୍ରୟ କରୁଥିବା ବ୍ୟକ୍ତିମାନେ ଆନନ୍ଦିତ ହେବେ । ନୂତନ କାର୍ଯ୍ୟଆରମ୍ଭ କରି ପାରିବେ । ପ୍ରିୟଜନ ମାନେ ଆଗକୁ ବଢିବାରେ ସାହାଯ୍ୟ କରିବେ । ରାଜନୀତି ମାମଲାରେ ସଫଳତା ମିଳିବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ମିଥୁନ:-

ଗୁରୁଜନ ଓ ଉଚ୍ଚପଦସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ । ବ୍ୟବସାୟରେ ପ୍ରତିଦ୍ୱନ୍ଦ୍ୱିତା ସତ୍ତ୍ୱେ ଲାଭ ସୁନିଶ୍ଚିତ ହେବ । କର୍ମକ୍ଷେତ୍ରରେ ନାନାବିଧ ସୁଯୋଗ ଓ ଶୁଭଫଳ ପ୍ରାପ୍ତି ହେବ । ବନ୍ଧୁ ମିତ୍ରମାନଙ୍କ ସମର୍ଥନ ଓ ପରିବାର ଲୋକଙ୍କର ସାହାଯ୍ୟ ସହଯୋଗ ହେତୁ ଖୁସି ହେବେ । ଗୃହରେ କୌଣସି ଶୁଭକର୍ମ ସମ୍ପାଦନ କରିପାରନ୍ତି । ବନ୍ଧୁଙ୍କୁ ଆପ୍ୟାୟିତ କରିବାରେ ସମର୍ଥ ହେବେ । ଦୂରସ୍ଥାନକୁ ଯାତ୍ରା କରି ଶାରୀରିକ ଅସୁସ୍ଥତା ଅନୁଭବ କରି ପାରନ୍ତି । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

କର୍କଟ:-

ସୁଖ ସମୃଦ୍ଧି ବୃଦ୍ଧି ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ । ଋଣ ଭରଣାରେ ସହଜ ହେବ । ଆର୍ଥିକ କ୍ଷେତ୍ରରେ ପ୍ରବଳ ଉନ୍ନତି ହେବ । ରାଜନୀତିରେ ଲୋକ ସମର୍ଥନକୁ ଆଧାର କରି ବଳିୟାନ ହେବେ । ଛାତ୍ର-ଛାତ୍ରୀମାନେ ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତ ହେବେ । ସାଂଗଠନିକ କାର୍ଯ୍ୟରେ ଅଂଶ ଗ୍ରହଣ କରିବେ । ଆର୍ଥୀକ କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଇ କୌଣସି ଜରୁରୀ କାର୍ଯ୍ୟକୁ ମନୋଯୋଗ ଦେଇ ପୂର୍ଣ୍ଣକରିବେ । ପ୍ରତିକାର- ଫିକାରଙ୍ଗର ରୁମାଲଟିଏ ପାଖରେ ରଖନ୍ତୁ ।

ସିଂହ:-

କର୍ମକ୍ଷେତ୍ରରେ ଉପରିସ୍ଥଙ୍କୁ ଆପଣାର କରି କୃପା ଭାଜନ ହେବେ ଓ ଅଧସ୍ତନ କର୍ମୀ ଓ ନିମ୍ନବର୍ଗଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରିବେ । ମାଲିମୋକଦ୍ଦମାରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ । ରାଜନୀତି କ୍ଷେତ୍ରରେ ସୁ-ସମ୍ପର୍କ ସ୍ଥାପନ କରି ନିଜର ଭାବମୂର୍ତ୍ତିକୁ ଉଜ୍ଜ୍ୱଳତର କରିବାର ସାମର୍ଥ୍ୟ ବଢ଼ିବ । ଅନାବଶ୍ୟକ ଖର୍ଚ୍ଚ ଓ ଭ୍ରମଣ ଯୋଗେ ବ୍ୟଥିତ ହେବେ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

କନ୍ୟା:-

ସହକର୍ମୀମାନଙ୍କ ସହ ବାଦବିବାଦର ଅବସାନ ଘଟିବ । ଲକ୍ଷ୍ୟ ପୂରଣ ହେବାରେ କୌଣସି ଅସୁବିଧା ହେବନାହିଁ । ପରିବହନ କ୍ଷେତ୍ରରେ ସୁଫଳ ପ୍ରାପ୍ତିହେବ ଓ ଦୂରଯାତ୍ରାର ସୁଯୋଗ ପାଇବେ । ନୂତନ ବନ୍ଧୁଙ୍କୁ ପାଇ ଖୁସୀହେବେ ଓ ସୁଖ ସମ୍ପଦ ପ୍ରାପ୍ତି ହେବ । ବିଦ୍ୟାକ୍ଷେତ୍ରରେ ଆତ୍ମବିଶ୍ୱାସ ବୃଦ୍ଧି ପାଇବ ଓ ପ୍ରଶଂସା ପାଇବେ । ରାଜନୈତିକ କ୍ଷେତ୍ରରେ ପ୍ରଶଂସିତ ହେବେ । ବିଭିନ୍ନଦିଗରୁ ସାହାଯ୍ୟ ସହଯୋଗ ମିଳିବ । ପ୍ରତିକାର-କାହାରି ଠାରୁ ମାଗଣା ଦ୍ରବ୍ୟ ଗ୍ରହଣ କରନ୍ତୁ ନାହିଁ ।

ତୁଳା:-

ସ୍ୱାସ୍ଥ୍ୟ ଦିଗରୁ ଆଶ୍ଵସ୍ତି ଲାଭ କରିବେ । ଅଚାନକ ଭାବରେ ଧନ ପ୍ରାପ୍ତି କରିବାର ସୁଯୋଗ ମିଳିବ । ବ୍ୟବସାୟରେ ନାନାପ୍ରକାର ସୁବିଧା ସୁଯୋଗ ମିଳିବ ଓ ପୁରୁଣା ପ୍ରାପ୍ୟ ମଧ୍ୟ ଆଦାୟ ହୋଇ ପାରେ । ପରୀକ୍ଷା ପ୍ରତିଯୋଗିତା କ୍ଷେତ୍ରରେ ବିଜୟୀ ହେବେ । ଚାକିରୀ କ୍ଷେତ୍ରରେ ପଦୋନ୍ନତିର ସୂଚନା ପାଇବା ସହ ସରକାରୀ ସାହାଯ୍ୟ ମିଳିପାରେ । ଦୂରଯାତ୍ରା କରି ପରିଶ୍ରମର ଉଚିତ୍ ମୂଲ୍ୟ ପାଇବେ । ସନ୍ତାନ ସନ୍ତତି ମାନଙ୍କ ଖୁସିରେ ଆନନ୍ଦିତ ହେବେ । ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ ।

ବିଚ୍ଛା:-

କର୍ମକ୍ଷେତ୍ରରେ ସହକର୍ମୀଙ୍କର ସାହାଯ୍ୟ ସହଯୋଗ ପାଇ ପ୍ରଶଂସିତ ହେବେ । ବନ୍ଧୁଙ୍କ ଡାକରା ପାଇ ଯାତ୍ରା କରିବାକୁ ବାଧ୍ୟ ହେବେ କିନ୍ତୁ ଯାତ୍ରାରେ ସଫଳତା ଲାଭ ହେବ । ଦାମ୍ପତ୍ୟ ଜୀବନ ଆନନ୍ଦମୟ ହେବ । ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ ସମ୍ବନ୍ଧରେ ଅଧିକ ଘନିଷ୍ଠତା ହେବ । କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ପ୍ରଶଂସିତ ହେବେ ଓ ମାନ-ପ୍ରତିଷ୍ଠା ବଢିବ । ବହୁ ଗୁରୁତ୍ୱପୂର୍ଣ୍ଣ ସମସ୍ୟାର ସମାଧାନ ହୋଇଯିବ । ପ୍ରତିକାର-ଲାଲଚନ୍ଦନ ବା ସିନ୍ଦୁର ଟିକେ ମସ୍ତକରେ ଲଗେଇ ଦିଅନ୍ତୁ ।

ଧନୁ:-

ବ୍ୟବସାୟ ବାଣିଜ୍ୟ କାରବାର ଯୋଗେ ବ୍ୟସ୍ତ ରହି ପାରନ୍ତି । ପାରିବାରିକ ଜୀବନ ଆନନ୍ଦମୟ ହେବ ଓ ପରିଶ୍ରମର ମୂଲ୍ୟ ପାଇବେ । ବିଦ୍ୟାର୍ଥିମାନେ ନିଜ ଲକ୍ଷ୍ୟ ସ୍ଥଳରେ ପହଞ୍ଚି ପାରିବେ । ଧର୍ମକ୍ଷେତ୍ରପ୍ରତି ମନ ବଳାଇବେ । ବ୍ୟସ୍ତତା ଭିତରେ କାର୍ଯ୍ୟ ସାଧନ କରିବେ । ପରୀକ୍ଷା, ପ୍ରତି ଯୋଗୀତା, ସାକ୍ଷାତକାରରେ ବିଜୟୀ ହେବେ । ସ୍ୱାସ୍ଥ୍ୟ ସମସ୍ୟା ସେତେଟା ଭଲ ରହିବ ନାହିଁ । ବେପରୁଆ କାର୍ଯ୍ୟକଳାପ ଯୋଗୁଁ ଉଚ୍ଚବର୍ଗଙ୍କଠାରୁ ସମାଲୋଚିତ ହେବେ । ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ମକର:-

ସମସ୍ତ କର୍ମ ବହୁତ ସହଜରେ ହିଁ ସମ୍ପନ୍ନ ହେବ । ବ୍ୟବସାୟୀ ମାନଙ୍କର କାରବାର ବଢ଼ିବ ଓ ଲୋକ ସମ୍ପର୍କ ବୃଦ୍ଧି ହେବ । ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭହେବ । ପରିବାରର ସମ୍ପର୍କୀୟଙ୍କ କୌଣସି ଶୁଭ ସୂଚନା ପାଇ ଖୁସି ହୋଇ ଯିବେ । ଯୁବକ ଯୁବତୀ ମାନେ ବିବାହ କରିବାର ସୁଯୋଗ ପାଇବେ । ଜାଗା ଜମିବାଡ଼ି ନେଇ ସମସ୍ୟା ଥିଲେ ସମାଧାନର ବାଟ ଦେଖାଦେବ । ରାଜନୀତି କ୍ଷେତ୍ରରେ ସାମୁହିକ ସହଯୋଗ ଦ୍ଵାରା ଆଗକୁ ବଢିବା ସମ୍ଭବ ହେବ । ପ୍ରତିକାର- ହଳଦୀଚନ୍ଦନ ମୁଣ୍ଡରେ ଲଗାନ୍ତୁ ।

କୁମ୍ଭ:-

ସହଯୋଗୀ, ସହକର୍ମୀ, ବରିଷ୍ଠ ବ୍ୟକ୍ତିମାନଙ୍କ ସହିତ ସମ୍ପର୍କ ନିବିଡ଼ ହେବ । ବ୍ୟବସାୟରେ କମ୍ ପରିଶ୍ରମରେ ଆଶାଜନକ ଫଳ ପ୍ରାପ୍ତିହେବ । ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି, ସମ୍ମାନ ବୃଦ୍ଧି, କର୍ମୋନ୍ନତି ବାସସ୍ଥାନ ବା ଯାନବାହାନର ନବୀକରଣ ଇତ୍ୟାଦି ନାନାବିଧ ଶୁଭଫଳ ପ୍ରାପ୍ତି ହେବ । ସନ୍ତାନ ସନ୍ତତି ମାନଙ୍କ ଖୁସିରେ ଆନନ୍ଦିତ ହେବେ । ପରିବାରରେ ମନୋମାଳିନ୍ୟ ଓ ଆର୍ଥିକ ସଙ୍କଟ ଦୂରେଇ ଯାଇ ଶାନ୍ତିଶୃଙ୍ଖଳା ଦେଖାଦେବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ମୀନ:-

ସ୍ୱାସ୍ଥ୍ୟ ଦିଗରୁ ମଧ୍ୟମ ଫଳ ପ୍ରାପ୍ତିହେବ । କର୍ମଜୀବି ମାନଙ୍କ ପାଇଁ ସହକର୍ମୀ ଓ ପଦାଧିକାରୀମାନେ ସହଯୋଗ କରିବେ । ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର କରି ଭଲ ଲାଭ ପାଇବେ । ପ୍ରେମିକ ପ୍ରେମିକାମାନେ ଯୋଗାଯୋଗ କରିବାର ସୁବିଧା ସୁଯୋଗ ପାଇ ଖୁସିହେବେ । ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ । ରାଜନୈତିକ କ୍ଷେତ୍ରରେ ପୁରୁଣା ସମସ୍ୟା ସମାଧାନ କରି ବିଜୟୀ ହେବେ । ଶିକ୍ଷାକ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ । ପ୍ରତିକାର-ଅସହାୟକୁ ଖାଇବାକୁ ଦିଅନ୍ତୁ ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 943700674


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!