ଦୈନିକ ରାଶିଫଳ: 12 ଜୁଲାଇ 2022, ମା’ ମଙ୍ଗଳାଙ୍କ କୃପାରୁ ଏହି 3ଟି ରାଶିଙ୍କୁ ମିଳିବ ଆକସ୍ମିକ ଧନ

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୨ମସିହା, ଜୁଲାଇମାସ ୧୨ତାରିଖ, ମଙ୍ଗଳବାର, ମିଥୁନମାସ ୨୮ଦିନ, ଆଷାଢମାସ, ଶୁକ୍ଳପକ୍ଷ, ତ୍ରୟୋଦଶୀତିଥି ସକାଳ ୭ଟା ୪୬ମିନିଟ୍ ପରେ ଚତୁର୍ଦ୍ଦଶୀ ତିଥି କ୍ଷୟ, ମୂଳା ନକ୍ଷତ୍ର, ଧନୁ ରାଶିରେ ଚନ୍ଦ୍ର । ବ୍ରହ୍ମ ଯୋଗ । ତୈତିଳ କରଣ ସକାଳ ୭ଟା ୪୬ମିନିଟ୍ ପରେ ଗର କରଣ । ମକର ରାଶିର ଘାତବାର । ତୁଳା, କୁମ୍ଭ ରାଶିର ଘାତଚନ୍ଦ୍ର । ବାଇଗଣ ନ ଖାଇଲେ ଭଲ ସକାଳ ୭ଟା ୪୬ମିନିଟ୍ ପରେ ବିରି ଜାତୀୟ ଦ୍ରବ୍ୟ ନ ଖାଇଲେ ଭଲ । ଯୋଗିନୀ- ଦକ୍ଷିଣେ ସକାଳ ୭ଟା ୪୬ମିନିଟ୍ ପରେ ପଶ୍ଚିମେ ଯାତ୍ରା ନିଷେଧ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ଶ୍ରାଦ୍ଧତର୍ପଣ- ଚତୁର୍ଦ୍ଦଶୀର ଏକୋଦ୍ଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ । ଅଶୁଭସମୟ- ପ୍ରାତଃ ୬ଟା ୫୭ମିନିଟ୍ ରୁ ୮ଟା ୩୫ମିନିଟ୍, ଦିବା ୧ଟା ୩୦ମିନିଟ୍ ରୁ ୩ଟା ୮ମିନିଟ୍, ରାତ୍ରି ୭ଟା ୪୭ମିନିଟ୍ ରୁ ୯ଟା ୯ମିନିଟ୍ । ଶୁଭସମୟ- ପ୍ରାତଃ ୫ଟା ୧୯ମିନିଟ୍ ରୁ ୬ଟା ୫୬ମିନିଟ୍, ଦିବା ୯ଟା ୪୨ମିନିଟ୍ ରୁ ଦିବା ୧୨ଟା ୧୭ମିନିଟ୍, ଦିବା ୪ଟା ୪୮ମିନିଟ୍ ରୁ ୫ଟା ୩୨ମିନିଟ୍, ସନ୍ଧ୍ୟା ୬ଟା ୨୬ମିନିଟ୍ ରୁ ୭ଟା ୮ମିନିଟ୍, ରାତ୍ର ୯ଟା ୧୦ମିନିଟ୍ ରୁ ୧୦ଟା ୨ମିନିଟ୍, ରାତ୍ର ୧୨ଟା ୧୫ମିନିଟ୍ ରୁ ରାତ୍ର ୨ଟା ୨୩ମିନିଟ୍ । ପର୍ବଦିନ- ନୀଳାଦ୍ରିବିଜେ, ଶନି ବକ୍ରୀ ଦିବା ୨ଟା ୪୮ମିନିଟ୍ ୫୪ସେକେଣ୍ଡ ଠାରେ କୁମ୍ଭ ରାଶିରୁ ମକର ରାଶିକୁ ଚଳିବେ ।

ମେଷ:-ସମୟ ଅନୁକୂଳ ଯୋଗେ କାର୍ଯ୍ୟ ପୁରଣରେ ସହଜ ସରଳ ହେବ । କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ । ବ୍ୟବସାୟ ପାଇଁ ଦୂରଯାତ୍ରା କରି ମନ ଖୁସି ରହିବ । ଆୟ ଉପାର୍ଜନ କ୍ଷେତ୍ରପ୍ରତି ସଙ୍କଟ ସୃଷ୍ଟି ହେବ ନାହିଁ । ଧୈର୍ଯ୍ୟ ଓ ସହନ ଶୀଳତା କାଏମ ରହିବ । ବାଦବିବାଦ, ମାଲିମୋକଦ୍ଦମା, ପରୀକ୍ଷା ପ୍ରତିଯୋଗିତା ସାକ୍ଷାତ୍କାରରେ ସଫଳ ହେବେ । ବିଦ୍ୟାକ୍ଷେତ୍ରରେ ଆତ୍ମବିଶ୍ୱାସ ବୃଦ୍ଧି ପାଇବ ଓ ପ୍ରଶଂସା ପାଇବେ । ନୂତନ ବନ୍ଧୁଙ୍କୁ ପାଇ ଖୁସୀହେବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ବୃଷ:-ବ୍ୟବସାୟୀମାନେ ସାଧୁ ଓ ସଚ୍ଚୋଟ ଭାବେ କର୍ମ ଯୋଗକୁ ଶ୍ରେଷ୍ଠତା କରି ସମ୍ମାନ ଓ ପ୍ରତିଷ୍ଠାର ଅଧିକାରୀ ହେବେ । ପ୍ରେମିକ ପ୍ରେମିକା ମାନଙ୍କର ପ୍ରେମ ସମ୍ବନ୍ଧରେ ଅଧିକ ଘନିଷ୍ଠତା ହେବ । ରାଜନୀତିରେ ସ୍ଵାର୍ଥରକ୍ଷା କରି କଠିନ ପରିଶ୍ରମ କରିବାକୁ ପଡିବ । ଅଧସ୍ତନ କର୍ମୀ ଓ ନିମ୍ନବର୍ଗଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରିବେ । ପାରିବାରିକ ସୁଖ ଶାନ୍ତି ବୃଦ୍ଧି ହେବ । ଆର୍ଥିକ ଲାଭ ହେବାର ସମ୍ଭାବନା ଅଛି । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ମିଥୁନ:-ବ୍ୟବସାୟ କ୍ଷେତ୍ରରେ ଆଶାତୀତ ଲାଭ ପାଇବେ ଓ ନୂତନ ବ୍ୟବସାୟ ଆରମ୍ଭପାଇଁ ଅତ୍ୟନ୍ତ ଉତ୍ତମ ସମୟ । ରାଜନୈତିକ କ୍ଷେତ୍ରରେ ଯଶ, ମାନ ବୃଦ୍ଧି ହେବ । ନୂଆ କାମ କିଛି ଆରମ୍ଭ କରିଲେ ସଫଳତା ମିଳିବ । ବୃତ୍ତିଗତ କର୍ମକୁ ଅଧିକ ଗୁରୁତ୍ଵ ଦେଇ କାର୍ଯ୍ୟକ୍ଷେତ୍ରରେ ଉନ୍ନତି କରିପାରିବେ । ଦାମ୍ପତ୍ୟ ସୁଖରେ ସୁଖୀ ହେବେ । ଆର୍ଥିକ କ୍ଷେତ୍ରରେ ଉନ୍ନତି ହେବା ସହ ଯେ କୌଣସି କାର୍ଯ୍ୟରେ ହାତ ଦେଲେ ସଫଳ ହେବେ । ପ୍ରତିକାର- ଆମିଷ ସେବନ କରନ୍ତୁ ନାହିଁ ।

କର୍କଟ:-ଉଚ୍ଚଶିକ୍ଷା ପାଇଁ ବିଦେଶ ଯାତ୍ରାର ସୁଯୋଗ ପାଇବେ । କୌଣସି ନୂତନ ବନ୍ଧୁଙ୍କ ସହିତ ଭେଟ ହେବା ଫଳରେ ମାନସିକ ଦୁଶ୍ଚିନ୍ତା, ଶତୃବଧା ଦୂରେଇ ଯିବ, ଆୟବୃଦ୍ଧି ହେବ, ଲୋକ ସମ୍ପର୍କ ବୃଦ୍ଧି ହେବ । ବ୍ୟବସାୟରେ ଲାଭର ପରିମାଣ ଅଧିକ ହେବ । ପାରିବାରିକ କ୍ଷେତ୍ରରେ ଜବରଦସ୍ତି ଉନ୍ନତି ଓ ନ୍ୟାୟ ମିଳିବ । କର୍ମନିଯୁକ୍ତି କ୍ଷେତ୍ରରେ ସଫଳ ହେବେ । ପରସ୍ପରକୁ ସାହାଯ୍ୟ ସହଯୋଗ କରି ଗଠନମୂଳକ ଦିଗପ୍ରତି ଆଗ୍ରହି ହେବେ । ପ୍ରତିକାର- ଘିଅରଙ୍ଗର ରୁମାଲ ଟିଏ ପାଖରେ ରଖନ୍ତୁ ।

ସିଂହ:-ଦୂରଯାତ୍ରାର ସୁଯୋଗ ପାଇବେ । ମାନସିକ ଶାନ୍ତି ଦେଖାଦେବ । ପାର୍ଟିବା ସମାରୋହରେ ସମ୍ମିଳିତ ହେବାକୁ ପଡିପାରେ । ଗୁରୁଜନଙ୍କ ସହାନୁଭୁତି ଉପଲବ୍ଧ ହେବ ଓ ସେୟାର ବଜାରରେ ପୁଞ୍ଜି ନିବେଶ କରିଲେ ବହୁତ ଧନ ପ୍ରାପ୍ତ ହେବ । ପାରିବାରିକ ମାମଲା ବହୁତ ସହଜ ସରଳ ହେବା ସହ ପରିବାରରେ ସୁଖ ସମ୍ପନ୍ନତା ଲାଭ ହେବ । ନୂତନ ବସ୍ତୁ କ୍ରୟ କରିପାରିବେ । ବାସ ଗୃହ ଓ ଯାନବାହାନର କେତେକ ସମସ୍ୟାର ସମାଧାନ ହେବ । ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ ।

କନ୍ୟା:-ଶତୃ ଓ ବିରୋଧୀମାନେ କିଛି କ୍ଷତି କରିପାରିବେ ନାହିଁ । ରାଜନୀତି କ୍ଷେତ୍ରରେ ଉଚ୍ଚସମ୍ପର୍କରୁ ଲାଭବାନ ହେବେ । ନିଜ ଲୋକମାନେ ହିଁ କାମରେ ଆସିବେ । ହସ ଖୁଶିର ପରିବେଶ ସୁନ୍ଦର ହୋଇ ପାରେ । ଜୀବନରେ ନୂଆଲକ୍ଷ ପୂରଣ କରିବା ପାଇଁ ସାହାଯ୍ୟ ସହଯୋଗ ମିଳିବ । ପ୍ରିୟଜନମାନେ ଆଗକୁ ବଢିବାରେ ସାହାଯ୍ୟ କରିବେ । ଧାର୍ମିକ କାର୍ଯ୍ୟରେ ରୁଚି ବଢିବ । କୌଣସି ରୋଚକ ବା ଜ୍ଞାନବର୍ଦ୍ଧକ ସାହିତ୍ୟ ପ୍ରତି ମନ ବଳାଇବେ । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।

ତୁଳା:-କର୍ମକ୍ଷେତ୍ରରେ ଅଫିସର୍ ଓ ସହକର୍ମୀମାନେ କାମର ପ୍ରଶଂସା କରିବେ । ଦୀର୍ଘ ସମୟରୁ ପ୍ରତୀକ୍ଷା କରିଥିବା ଖବର ପାଇ ଖୁସି ହେବେ । କେତେକ କ୍ଷେତ୍ରରେ ସୁବିଧା ଓ ସମ୍ମାନ ପାଇବେ । କାମକାର୍ଯ୍ୟ ବିଷୟକୁ ନେଇ ବହୁତ ଖୁସି ରହିବେ । ଆୟ ଉପାର୍ଜନ କ୍ଷେତ୍ରପ୍ରତି ସଙ୍କଟ ସୃଷ୍ଟି ହେବ ନାହିଁ । କୋର୍ଟ କଚେରୀ ମାମଲାରେ ଉନ୍ନତିର ଛକ ଉପରେ ପଦାର୍ପଣ କରିବେ । କୌଣସି ଗୁରୁତ୍ୱପୂର୍ଣ୍ଣ ନିସ୍ପତି ନେବା ପୂର୍ବରୁ ପରିବାର ସହ ଆଲୋଚନା କରିବା ଉଚିତ୍ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ବିଚ୍ଛା:-ସନ୍ତାନ ସନ୍ତତି ମାନଙ୍କ ଖୁସିରେ ଆନନ୍ଦିତ ହେବେ । ପାରିବାରିକ କ୍ଷେତ୍ରରେ ଭୁଲ ବୁଝାମଣା, ରାଗରୁଷା, ମାନଅଭିମାନ, କଳହ ଇତ୍ୟାଦି ଅଳ୍ପ ବହୁତ ଦେଖାଦେଲେ ମଧ୍ୟ କୁ ପ୍ରଭାବ ପଡିବ ନହିଁ । ଅଫିସ୍ ପରିସ୍ଥିତି ଯେତେ ଜଟିଳ ଥିଲେ ମଧ୍ୟ ସମାଧାନ କରି ପ୍ରଶଂସିତ ହେବେ । ବ୍ୟବସାୟରେ ପୁଞ୍ଜି ନିବେଶ କରିଲେ ବହୁତ ଧନ ପ୍ରାପ୍ତିହେବ । ମିତ୍ରଙ୍କ ଦ୍ଵାରା ସହାୟତା ମିଳିବା ଫଳରେ ସାମାଜିକ ସ୍ଥିତି ଓ ମାନସମ୍ମ । ନ ବଜାୟ ରହିବ । ପ୍ରତିକାର- ମହୁଟିକେ ଖାଇ ଘରୁ ବାହାରନ୍ତୁ ।

ଧନୁ:-ଶୁଭ ସମ୍ବାଦ ପାଇ ଶୀଘ୍ର ଯାତ୍ରା କରିବାକୁ ପଡିବ । କର୍ମକ୍ଷେତ୍ରରେ ଉଚ୍ଚଅଧିକାରୀ ଓ ସହକର୍ମୀମାନେ କାମର ପ୍ରଶଂସା କରିବେ । ନୂଆ ସମ୍ପର୍କ ସୃଷ୍ଟି ହେବ ଓ ଅଧାଥିବା କାର୍ଯ୍ୟ ପୂରଣ ହେବ । ଗୃହରେ ଶୁଭକାର୍ଯ୍ୟ ହେବା ପାଇଁ ଆୟୋଜନ କରିବେ । କୌଣସି ନୂତନ ବନ୍ଧୁ ବ୍ୟକ୍ତିଙ୍କ ସହିତ ଭେଟ ହୋଇ ପାରିବାରିକସ୍ତର ହସ ଖୁସିରେ କଟିବ । ମାଲିମୋକଦ୍ଦମାରେ ଆପୋଷ ସମାଧାନର ରାସ୍ତା ଖୋଲିଯିବା ଫଳରେ ସୁଖ ଶାନ୍ତିରେ ଦିନଟି କଟାଇବେ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।

ମକର:-ସରକାରୀ କର୍ମଚାରୀମାନେ ଉତ୍ତମ କାର୍ଯ୍ୟ କରି ପ୍ରଶଂସା ପାଇବେ । ଦାମ୍ପତ୍ୟ ସୁଖରେ ମଧୁରତା ଆସିବ ଓ ପ୍ରେମ ପ୍ରସଙ୍ଗରେ ଆଶାଜନକ ଫଳପ୍ରାପ୍ତି ହେବ । କେତେକ କର୍ମରେ ସଫଳତା ପାଇବା ଫଳରେ ସୁଖ ସମ୍ପଦ ପ୍ରାପ୍ତି ହେବ । ଯେତେ ସମସ୍ୟା ଲାଗିଲେ ମଧ୍ୟ କାମକୁ ଅବହେଳା କରିବେ ନାହିଁ । ଆଧ୍ୟାତ୍ମିକ ଭାବଧାରରେ ଉଦବୁଦ୍ଧ ହୋଇ ସତସଙ୍ଗ ଓ ଧର୍ମଚର୍ଚ୍ଚା ଦିଗକୁ ମନ ବଳେଇବେ । ପୁରାତନ ରୋଗପ୍ରତି ସାବଧାନ ରହିଲେ ଭଲ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

କୁମ୍ଭ:-ଛାତ୍ରଛାତ୍ରୀ ମାନେ ଶିକ୍ଷାକୁ ଉଚିତ୍‌ ମନେକରି ପାଠ ପଢାରେ ମନଯୋଗ ଦେବେ ଓ ଲକ୍ଷ୍ୟ ହାସଲ କରିବାରେ ସମର୍ଥ ହେବେ । ରାଜନୀତି କ୍ଷେତ୍ରରେ ଶୁଭ ସମ୍ବାଦ ପାଇ ଦୂରଯାତ୍ରାରେ ସଫଳ ହେବେ । ପରିବାରରେ ସୁସ୍ଥ ବାତାବରଣ ଜାରିରହିବ । ପରିବହନ ବାଣିଜ୍ୟ କ୍ଷେତ୍ରରେ ସୁଫଳ ପ୍ରାପ୍ତିହେବ ଓ ବନ୍ଧୁଙ୍କ ଶୁଭକର୍ମରେ ଯୋଗଦେବାକୁ ପଡି ପାରେ । ଉଚ୍ଚପଦସ୍ଥ ବ୍ୟକ୍ତିଙ୍କ ସହ ମନୋମାଳିନ୍ୟ ଘଟିପାରେ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ମୀନ:-ପୁଅ ଝିଅଙ୍କ କର୍ମସ୍ଥିର ହେବା ଫଳରେ ଖୁସି ହେବେ । ଅନେକ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି । ରାଜନୀତି କ୍ଷେତ୍ରରେ ଲୋକ ସମ୍ପର୍କ ବୃଦ୍ଧି ହୋଇ ମାନ ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ । କୌଣସି କାମରେ ବିଶେଷଜ୍ଞତା ହାସିଲ କରିବେ । ପ୍ରତିଯୋଗୀତା ପରୀକ୍ଷାରେ ଯଶରସହ ଉତ୍ତୀର୍ଣ୍ଣ ହୋଇ ପ୍ରଶଂସିତ ହେବେ । ପରିବାରର ଉନ୍ନତି ପାଇଁ ପ୍ରୟାସରତ ହେବେ ଓ ନିଯେ ମଧ୍ୟ ଖୁସି ଏବଂ ସୁରକ୍ଷିତ ଅନୁଭବ କରିବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!