ସାପ୍ତାହିକ ରାଶିଫଳ: ଜୁଲାଇ 12 ତାରିଖ ରୁ ଜୁଲାଇ 18 ତାରିଖ, ଏହି ସପ୍ତାହଟି ଏହି ସବୁ ରାଶି ବ୍ୟକ୍ତିଙ୍କୁ ମିଳିବ କାର୍ଯ୍ୟରେ ସଫଳତା

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:- ଏସପ୍ତାହରେ ମହିଳା ଓ ପୁରୁଷ ମାନେ ଗୃହପାଳିତ ପଶୁ ଓ ଯାନବାହାନ ଇତ୍ୟାଦି କ୍ରୟ କରି ଲାଭବାନ୍ ହେବେ । ଦୂରଯାତ୍ରାରେ ସଫଳ ହେବେ । ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ । ମାନସମ୍ମାନ ବୃଦ୍ଧିହେବ । ଛାତ୍ର-ଛାତ୍ରୀମାନେ ଉଚ୍ଚ ଶିକ୍ଷାରେ ସଫଳତା ଲାଭ କରିବେ । ଘରୋଇ କର୍ମଚାରୀ ମାନଙ୍କର କର୍ମ କ୍ଷେତ୍ରରେ ପଦୋନ୍ନତିରେ ସଫଳତା ଲାଭ କରିବେ । ବ୍ୟବସାୟରେ ଉନ୍ନତି ସହ ଆଶାତୀତ ଲାଭ କରିବେ । ଶତୃ, ରୋଗ, ଋଣରୁ ମୁକ୍ତି ହେବେ । ଯେ କୌଣସି କାମରେ ହାତ ଦେଲେ, ସଫଳତା ପାଇବେ । କର୍ମକ୍ଷେତ୍ରରେ ସହଯୋଗୀମାନେ ସହଯୋଗ କରିବା ଫଳରେ ପଦୋନ୍ନତିର ସୁଯୋଗ ପାଇପାରିବେ । ଆର୍ଥିକ ଅନାଟନ ଯୋଗୁ ଗୃହର ବାତାବରଣ ଅଶାନ୍ତ ରହି ପାରେ । ପ୍ରତିକାର- ଅସହାୟକୁ ନିରାଶ କରିବେ ନାହିଁ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:- ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଶରୀର ସୁସ୍ଥ ରହିବ । ଅଚାନକ ଧନପ୍ରାପ୍ତି ହେବ । ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବା ସହ ଆୟ ଉପାର୍ଜନରେ ବାଧାନାହିଁ । ଚିକିତ୍ସକ, ରସାୟନଜ୍ଞ, ଔଷଧନିର୍ମାଣ ଓ ବିକ୍ରୟ କରୁଥିବା ବ୍ୟକ୍ତିମାନେ ବିଶେଷ ଲାଭାନ୍ୱିତ ହେବେ । ନୂତନ ବ୍ୟବସାୟ ଆରମ୍ଭ କରିପାରିବେ । ଯଦି ବ୍ୟବସାୟ କରୁଥାନ୍ତି ଅତ୍ୟନ୍ତ ଲାଭାନ୍ନିତ ହୋଇ ସଂପତ୍ତି କ୍ରୟ କରିବେ । ଚାକିରୀ ପାଇଁ ଚେଷ୍ଟା କରୁଥିଲେ ଶିକ୍ଷାକ୍ଷେତ୍ର, ଧର୍ମାନୁଷ୍ଠାନ, ଭୋଜନାଳୟ, ପ୍ରଶାସନ ବିଭାଗ, ଖାଦ୍ୟ ସଂବନ୍ଧୀୟ ବିଭାଗ, ଖାଦ୍ୟ ପ୍ରସ୍ତୁତି କରୁଥିବା କାରଖାନାରେ ଯୋଗାଯୋଗ କରନ୍ତୁ । ଅଟକି ଯାଇଥିବା ଧନ, ଉଧାର ଦେଇଥିବା ଟଙ୍କା, ଋଣ କରିଥିବା ଅର୍ଥ ସହଜରେ ହସ୍ତଗତ ହେବ । ସାମାଜିକ ପ୍ରତିଷ୍ଠା ମାନସମ୍ମାନ ବୃଦ୍ଧି ହେବ ସହକର୍ମୀ ମାନଙ୍କଠାରୁ ସାହାଯ୍ୟ ସହଯୋଗ ପାଇବେ । ପ୍ରତିକାର- ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ମିଥୁନ:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ଯଦି କୌଣସି ନୂତନ ଯୋଜନାର କ୍ରିୟାନ୍ୱିତ କରିବାକୁ ଚାହୁଁଥାନ୍ତି, ତା’ହେଲେ ଆଗେଇ ନବା ଉଚିତ୍ । ସରକାରୀ କର୍ମଚାରୀମାନେ କର୍ମକ୍ଷେତ୍ରରେ ମାନସିକ ବୌଦ୍ଧିକ ଓ ଭାବନାତ୍ମକ ରୂପରେ ଅଧିକ ସକ୍ଷମ ଓ ଅନୁଭବି ହେବେ । ପ୍ରେମିକ ପ୍ରେମିକାମାନେ ପ୍ରଶଂସିତ ହେବେ । ଦାମ୍ପତ୍ୟ କଳହର ସମାଧାନ ହୋଇଯିବ । କାର୍ଯ୍ୟ କ୍ଷେତ୍ରରେ ଶତୃମାନେ ପରାଜିତ ହେବେ । ମାନସିକ ଅଶାନ୍ତି ଦୂର ହେବ । ଆଶା ଆକାଂକ୍ଷା ଓ ମହତ୍ୱାକାଂକ୍ଷା ପୂର୍ଣ୍ଣହେବ । ରାଜନୀତି କ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନ ବୃଦ୍ଧି ହେବ । କୌଣସି ପୁରାତନ ରୋଗରୁ ମୁକ୍ତି ମିଳିବ । ଆର୍ଥିକ ଉନ୍ନତି ଫଳରେ ଚିନ୍ତା କରିଥିବା କାର୍ଯ୍ୟ ପୂରଣ ହୋଇପାରିବ । ବ୍ୟବସାୟ ସମ୍ବନ୍ଧୀୟ ଜରୁରୀ କାର୍ଯ୍ୟ ପାଇଁ ଯାତ୍ରା କରିବାକୁ ପଡ଼ିବ । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷ ମୂଳରେ କ୍ଷୀର ଗୁଡ଼ ପଣାକରି ଢ଼ାଳନ୍ତୁ ।

କର୍କଟ:- ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଶାରିରୀକ ଅସୁସ୍ଥତା ଦୂରହେବା ସହ ପ୍ରତିଯୋଗିତାରେ ଉତ୍ତୀର୍ଣ୍ଣ ହୋଇ ଗୁରୁତ୍ୱପୂର୍ଣ୍ଣ ବିଭାଗର ଦାୟିତ୍ୱ ନେଇ ସୁଚାରୁରୂପେ ଚଳେଇ ପାରିବେ । ନୂତନ ବ୍ୟବସାୟ ଆରମ୍ଭ କରିପାରିବେ । ବିଦ୍ୟାର୍ଥୀ ହୋଇଥିଲେ ପ୍ରଶାସନିକ ସେବା ସଂବନ୍ଧିତ ପରୀକ୍ଷା ପାଇଁ ପ୍ରସ୍ତୁତ ହେବା ଉଚିତ କିମ୍ବା ଡାକ୍ତରୀ ପାଠ ପଢ଼ୁଥିଲେ ବିଶେଷ ସଫଳତା ପ୍ରାପ୍ତ ହେବ । ଭାଗ୍ୟର ପ୍ରବଳତା ହେତୁ ସମସ୍ତ କାର୍ଯ୍ୟ ପୂର୍ଣ୍ଣ ହେବ । ଧର୍ମଦିଗରୁ ଦୂରେଇ ଯାଇ ବୈଷୟିକ-ଆସକ୍ତି ଦ୍ଵାରା ଜଡିତ ହେବେ । ଧନ, ଧାନ୍ୟ, ଐଶ୍ଚର୍ଯ୍ୟ, ମାନସମ୍ମାନ ତଥା ପରାକ୍ରମର ବୃଦ୍ଧି ହେବ । ଆର୍ଥିକ କ୍ଷେତ୍ରରେ ଉନ୍ନତି, ଶତୃନାଶ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ । ଏହାକୁ ସତ୍ ଉପଯୋଗ କରିବାକୁ ଆପ୍ରାଣ ଚେଷ୍ଟା କରିବା ଉଚିତ । ପ୍ରତିକାର- ତୁଲସୀ ମୂଳ ମାଟି ଧାରଣ କରନ୍ତୁ ।

ସିଂହ:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ପାରିବାରିକ କ୍ଷେତ୍ରରେ ଶାନ୍ତି ପାଇବେ । କର୍ମକ୍ଷେତ୍ରରେ ପ୍ରଶଂସା ପାଇବା ଫଳରେ ଦେହମନ ଭଲ ରହିବ ଓ ବରିଷ୍ଠ କର୍ମୀଙ୍କ ପ୍ରିୟ ପାତ୍ର ହେବେ । କର୍ମଚାରୀ ମାନେ କର୍ମକ୍ଷେତ୍ରରେ ପଦୋନ୍ନତି ପାଇ ସଫଳତା ଲାଭ କରିବେ । ବିଚାର ବିଭାଗ ରାୟ ସପକ୍ଷରେ ଯିବା ଫଳରେ ମାଲିମୋକଦ୍ଦମାରେ ଜୟଯୁକ୍ତହେବେ । ବିଦେଶ ଯାତ୍ରାରେ ସଫଳ ହେବେ । ଚିକିତ୍ସକ, ରସାୟନଜ୍ଞ, ଔଷଧନିର୍ମାଣ ଓ ବିକ୍ରୟ କରୁଥିବା ବ୍ୟକ୍ତିମାନେ ବିଶେଷ ଲାଭାନ୍ୱିତ ହେବେ । ବିଦ୍ୟାର୍ଥୀମାନେ ଉଚ୍ଚଶିକ୍ଷା ପାଇଁ ଚେଷ୍ଟା କରୁଥିଲେ ସଫଳ ହେବେ । ଚାକିରୀ ପାଇଁ ଶିକ୍ଷାକ୍ଷେତ୍ର, ଧର୍ମାନୁଷ୍ଠାନ, ଭୋଜନାଳୟ, ପ୍ରଶାସନ ବିଭାଗ, ଖାଦ୍ୟ ସଂବନ୍ଧୀୟ ବିଭାଗ, ଖାଦ୍ୟ ପ୍ରସ୍ତୁତି କରୁଥିବା କାରଖାନାରେ ଯୋଗାଯୋଗ କରନ୍ତୁ । ରାଜନୀତି କ୍ଷେତ୍ରରେ ଅନୁକୂଳ ହେତୁ ଲୋକ ସମର୍ଥନ ବୃଦ୍ଧି ପାଇବ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

କନ୍ୟା:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ଦୂର ଯାତ୍ରା ଫଳରେ ବିଶେଷ ଲାଭବାନ ହେବେ । ଅଟକି ଯାଇଥିବା ଧନ, ଉଧାର ଦେଇଥିବା ଟଙ୍କା, ଋଣ କରିଥିବା ଅର୍ଥ ସହଜରେ ହସ୍ତଗତ ହେବ । ଭୂମିକ୍ରୟ, ବାହନକ୍ରୟ, ଗୃହନିର୍ମାଣ କରିବାରେ ଖର୍ଚ୍ଚ କରିବାକୁ ପଡ଼ିବ । ସରକାରୀ କର୍ମଚାରୀ ମାନେ କର୍ମ କ୍ଷେତ୍ରରେ ବହୁ ସୁବିଧା ସୁଯୋଗ ପାଇବା ସହ ଉପରିସ୍ଥ ଅଧିକାରୀଙ୍କର କୃପା ଲାଭ କରିବେ । ନୂତନକର୍ମ ସଂସ୍ଥାନରେ ନିଯୁକ୍ତି ପାଇବାର ଯୋଗ ରହିଛି । ବ୍ୟବସାୟ ଶୁଭାରମ୍ଭ କରିବାର ସୁଯୋଗ ପାଇବା ଫଳରେ ଉତ୍ସାହିତ ହେବେ । ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ଆସିବ । ଦାମ୍ପତ୍ୟ ସୁଖ ବୃଦ୍ଧି ହେବ । ପରିବାରରେ ମାନ ମନାନ୍ତର ଦୂର ହୋଇ ଶେଷ କରିବାକୁ ଚାହୁଁଥିବା କର୍ମଟି ପୂରଣ କରିବା ପାଇଁ ଚେଷ୍ଟା କରିବେ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ତୁଳା:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ସାମାଜିକ ସ୍ତରରେ ସହନଶୀଳତା ଗୁଣରୁ ପ୍ରଶଂସିତ ହେବେ । ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବାରୁ ମନ ଭଲ ରହିବ । ଚେଷ୍ଟା କଲେ ବହୁତ ଦିନରୁ ରହିଥିବା ବାକିଟଙ୍କା ମିଳିବ । ବିଦେଶ ଯାତ୍ରାରେ ଲାଭବାନ ହେବେ । ସରକାରୀ କର୍ମଚାରୀ ମାନେ କର୍ମ କ୍ଷେତ୍ରରେ ସହକର୍ମୀ ମାନଙ୍କର ସହଯୋଗ ପାଇବେ ଏବଂ ଉତ୍ତମ କାର୍ଯ୍ୟ କରି ପ୍ରଶଂସିତ ହେବେ । କେତେକ କ୍ଷେତ୍ରରେ ଆତ୍ମନିର୍ଭର ଶୀଳ ହେବେ । ନୂତନ କାର୍ଯ୍ୟଆରମ୍ଭ, ଶତ୍ରୁହାନି, ଉଚ୍ଚ ପ୍ରଶଂସା ଲାଭ, ଦମ୍ଭସାହସ ବୃଦ୍ଧି, କ୍ଷମାଗୁଣରେ ଯଶପ୍ରାପ୍ତି, ସୁସମ୍ବାଦ ଶୁଣିବେ ଓ ଆର୍ଥିକ ସଙ୍କଟ ଦୂରେଇଯିବ । କୋର୍ଟ କଚେରୀ ମାମଲାରେ ବିଜୟୀ ହେବେ । ଧନ, ଧାନ୍ୟ, ଐଶ୍ଚର୍ଯ୍ୟ, ମାନସମ୍ମାନ ତଥା ପରାକ୍ରମର ବୃଦ୍ଧି ହେବ । ନିର୍ମାଣଧୀନ କାର୍ଯ୍ୟ ସମ୍ପନ୍ନ ହେବ । ପ୍ରତିକାର- ଶନିବାର ଓ ରବିବାରରେ ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ବିଚ୍ଛା:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଶାରୀରିକ ଓ ମାନସିକ ସ୍ଥିରତା ଦେଖାଦେବ । ନୂତନ ଉଦ୍ୟମରେ ନିଶ୍ଚିତ ସଫଳତା ପ୍ରାପ୍ତିହେବ । ଘରର କେହି ଉନ୍ନତିର ବିଶେଷ ସ୍ତରକୁ ଉଠିଯିବା ଫଳରେ ଆନନ୍ଦିତ ହେବେ । ବିଦ୍ୟାକ୍ଷେତ୍ରରେ ନୂତନ ଦିଗନ୍ତ ସୃଷ୍ଟି କରି ଚର୍ଚ୍ଚିତ ହେବେ । କର୍ମସଂଧାନୀ ମାନେ କର୍ମ ନିଯୁକ୍ତିରେ ସଫଳତା ଲାଭ କରିବେ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ । ବ୍ୟବସାୟ କ୍ଷେତ୍ରରେ ଉତ୍ତମ ରୋଜଗାର ହେବା ସହ ଋଣ କରିଥିବା ଅର୍ଥ ସହଜରେ ହସ୍ତଗତ ହେବ । ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ । ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ସୁଖ ସମୃଦ୍ଧି ବୃଦ୍ଧି ହେବ । ରାଜନୀତି କ୍ଷେତ୍ରରେ ବଡନେତାଙ୍କୁ ସନ୍ତୁଷ୍ଟ କରି ମାନ ସମ୍ମାନ ବୃଦ୍ଧି ହେବା ସହ ଅତି ଉତ୍ତମ ଫଳ ଭୋଗିବେ । ପ୍ରତିକାର- ନାଲିବସ୍ତ୍ର ପରିଧାନ କରନ୍ତୁ । ନତୁବା ନାଲି ରୁମାଲ ଟିଏ ପାଖରେ ରଖନ୍ତୁ ।

ଧନୁ:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ବ୍ୟବସାୟ କ୍ଷେତ୍ରକୁ ସୁସଜ୍ଜିତ କରି ପ୍ରଚୁର ଲାଭବାନ ହେବେ । ପରିବହନ ବ୍ୟବସାୟରେ ସମସ୍ୟା ସମାଧାନ ହେବ । ଶାରିରୀକ ଅସୁସ୍ଥତା ଦୂରହେବା ସହ ମାନସିକ ସୁସ୍ଥତା ଅନୁଭବ କରିବେ । ନୂତନ କର୍ମ ନିଯୁକ୍ତି ପାଇଁ ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତକାରରେ ଉତ୍ତିର୍ଣ୍ଣ ହେବେ । ସୁଖ ସମୃଦ୍ଧି ବୃଦ୍ଧି ହେବା ସହ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ । ଶିକ୍ଷା କ୍ଷେତ୍ରରେ ସଫଳତା ଲାଭ କରିବେ । ପରିବାରରେ ଆତ୍ମବିଶ୍ୱାସ ବୃଦ୍ଧି ପାଇବା ଫଳରେ ସୁଖ ଶାନ୍ତିରେ ସମୟ କଟାଇବେ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ଗୃହପାଳିତ ପଶୁ ଓ ଯାନବାହାନ ଇତ୍ୟାଦି କ୍ରୟ କରି ଲାଭବାନ୍ ହେବେ । ସୋମବାର ଓ ଶୁକ୍ରବାର ଶତ୍ରୁ ମାନଙ୍କ ଉପରେ ନଜର ନରଖିଲେ କ୍ଷତିରେ ପଡିବେ । ଆୟକୁ ଚାହିଁ ବ୍ୟୟର ଅଟକଳ ନ କଲେ ଲୋକହସା ହେବେ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ମକର:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ପାରିବାରିକ କ୍ଷେତ୍ରକୁ ସରସ ସୁନ୍ଦର କରିବାର ପ୍ରଯତ୍ନ କରି ସୁଖଶାନ୍ତି ଫେରି ପାଇବେ ଏବଂ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ବାଣିଜ୍ୟ କ୍ଷେତ୍ରରେ ଆର୍ଥିକ ସ୍ଥିତି ସୁଦୃଢ଼ ହେବା ସହ ଋଣ ପରିଶୋଧ କରିବାର ସୁଯୋଗ ପାଇବେ । ଆଇନ ଅଦାଲତରେ ଜୟଯୁକ୍ତ ହେବେ । ବିଦ୍ୟାରେ ଉନ୍ନତି ହେବା ସହ ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ପ୍ରଶଂସିତ ହେବେ । ଦୂରେଇ ଯାଇଥିବା ବନ୍ଧୁମାନେ ପୁଣି ନିକଟବର୍ତ୍ତୀ ହେବେ । ବିବାଦୀୟ ସମସ୍ୟା ସମାଧାନ ପାଇଁ ବନ୍ଧୁଙ୍କ ସାହାଯ୍ୟ ନେଇ ଆଲୋଚନା କ୍ଷେତ୍ରରେ ସୁଫଳ ପାଇବେ । ରାଜନୈତିକ କ୍ଷେତ୍ରରେ ଲୋକ ସମର୍ଥନ, ଦଳ ସମର୍ଥନ ବଢିବା ସହ ମୁଖ୍ୟନେତାଙ୍କର ପ୍ରିୟପାତ୍ର ହେବେ । ମଙ୍ଗଳବାର ଓ ବୁଧବାରରେ ବ୍ୟବସାୟରେ ଲାଭ ହେଲେ ମଧ୍ୟ ଶତୃ ଦେଖାଦେବେ । ପ୍ରତିକାର- ପକ୍ଷୀଙ୍କୁ କିଛିଦାନା ଖାଇବାକୁ ଦିଅନ୍ତୁ ।

କୁମ୍ଭ:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ଶୁଭ ସମାଚାର ଶୁଣି ଆନନ୍ଦିତ ହେବେ । ସମସ୍ତ ଦୁଃଶ୍ଚିନ୍ତା ଦୂର ହେବ । ଚାଲୁଥିବା କାର୍ଯ୍ୟରେ ବାଧା ଉପୁଜିବ ନାହିଁ । ଇନ୍ଦ୍ରିୟପରାୟଣତା ଓ ବିଷୟବାସନା ଉପରେ ଅଧିକ ଗୁରୁତ୍ଵ ଦେବେ । ସାମାଜିକ ପ୍ରତିଷ୍ଠା ମାନସମ୍ମାନ ବୃଦ୍ଧି ହେବ । କର୍ମ ନିଯୁକ୍ତି ପାଇଁ ଚେଷ୍ଟା କଲେ କର୍ମପ୍ରାପ୍ତି ହେବ । କର୍ମକ୍ଷେତ୍ରରେ ସମସ୍ୟା ଦେଖାଦେଲେ ମଧ୍ୟ ଉପରିସ୍ଥ କର୍ମଚାରୀ ଆପଣଙ୍କର ସହଯୋଗ ଲୋଡିବେ ଓ ଚାକିରିରେ ପ୍ରତିଷ୍ଠିତ ହେବା ସହ ସୁଖ ସୌଭାଗ୍ୟ ବୃଦ୍ଧି ହେବ । ଯୁକ୍ତି-ତର୍କରେ ଦକ୍ଷତା ସହ ବ୍ୟବହାରିକ ବିଜ୍ଞାନ ଓ ଦର୍ଶନର ଗଭୀରତା ଭିତରକୁ ଟାଣିହୋଇ ଯିବେ । ବରିଷ୍ଠ ଅଧିକାରୀଙ୍କ ସହ ଦୂର ଯାତ୍ରା କରିବାକୁ ପଡ଼ିପାରେ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ପ୍ରତିଯୋଗିତା ପରୀକ୍ଷାରେ ଆନନ୍ଦିତ ହେବେ । ପ୍ରତିକାର- ଗୁରୁବାର ଓ ଶୁକ୍ରବାରରେ କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ମୀନ:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ସେବା ସମ୍ବନ୍ଧିୟ କାର୍ଯ୍ୟରେ ପ୍ରଶଂସିତ ହେବେ । ସନ୍ତାନର ଶୁଭ ଖବର ଶୁଣି ଖୁସି ହେବେ । ବ୍ୟବସାୟ ସମ୍ବନ୍ଧୀୟ ସମସ୍ୟାରେ ଉତ୍ସାହିତ ହେବେ ଓ ପ୍ରସାର ପ୍ରଚାର ଫଳରେ ଅତ୍ୟଧିକ ଲାଭହେବ । ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବା ସହ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ଆସିବ । ଶତ୍ରୁ ବିରୋଧିମାନେ କ୍ଷତି କରିବାକୁ ଚେଷ୍ଟା କରି ବିଫଳ ହେବେ । ନିଜର କାର୍ଯ୍ୟ ପୂରଣ କରିବା ପାଇଁ ବାହାର ଲୋକଙ୍କ ସହଯୋଗ ମିଳିବ । ଆର୍ଥିକ ଦୃଷ୍ଟି କୋଣରୁ ଅନୁକୂଳ ରହିବା ଫଳରେ ଜାଗା, ଜମି, ଗୃହ, ବାହନ ଆଦି କ୍ରୟ କରିବାର ସୁଯୋଗ ପାଇବେ । କୋର୍ଟ, କଚେରୀ, ମାଲିମକଦ୍ଦମା, ବାଦବିବାଦ କ୍ଷେତ୍ରରେ ଜୟଯୁକ୍ତ ହେବେ । ରାଜନୀତି କ୍ଷେତ୍ରରେ ସ୍ଥିତି ସୁଧୁରିଯିବା ଫଳରେ ଅତ୍ୟନ୍ତ ଶୁଭଫଳ ପ୍ରାପ୍ତି ହେବ । ଶିକ୍ଷାର୍ଥୀ ମାନଙ୍କର ଉତ୍ସାହ, ଉଦ୍ଦୀପନା ବୃଦ୍ଧି ପାଇବ । ପ୍ରତିକାର-ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!